Book of Common Prayer
ଦାଉଦଙ୍କର ସଙ୍ଗୀତ।
24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
2 ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।
5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।
7 ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ।
ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 କିଏ ସେହି ଗୌରବମୟ ରାଜା?
ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।
9 ହେ ଫାଟକ ସବୁ ଖୋଲି ଯାଅ।
ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
ଦାଉଦଙ୍କର ଏକ ଗୀତ।
103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
2 ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
3 ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
4 ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
5 ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
ଯୁବକ କରନ୍ତି।
6 ସଦାପ୍ରଭୁ ନ୍ୟାୟବାନ୍।
ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
7 ପରମେଶ୍ୱର ମୋଶାଙ୍କୁ ଆପଣା ପଥ
ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
9 ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ,
ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
ତୁମ୍ଭେମାନେ ତାଙ୍କର ସେବକ ଅଟ।
ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ଭବିଷ୍ୟତ ରାଜା
9 ହେ ସିୟୋନର କନ୍ୟା ଆନନ୍ଦ କର!
ହେ ଯିରୁଶାଲମର କନ୍ୟା, ଚିତ୍କାର କର!
ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି।
ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି।
ସେ ଅତ୍ୟନ୍ତ ନମ୍ର।
ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।
10 ଆମ୍ଭେ ଇଫ୍ରୟିମଠାରୁ ରଥକୁ କାଢ଼ି ନେବା,
ଯିରୁଶାଲମଠାରୁ ଅଶ୍ୱ ଯୁଦ୍ଧରେ ବ୍ୟବହୃତ
ଧନୁ କାଢ଼ି ନିଆଯିବ।
ସେହି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ।
ତାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ
ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୁତ ହେବ।
ସଦାପ୍ରଭୁ ଆପଣା ଲୋକଙ୍କୁ ରକ୍ଷା କରିବେ
11 ହେ ଯିରୁଶାଲମ, କାରଣ ରକ୍ତ ଦ୍ୱାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମୋହରାଙ୍କିତ ହୋଇଛି।
ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନ ଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।
12 ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫେରିଯାଅ।
ବର୍ତ୍ତମାନ ତୁମ୍ଭର ଭରସା ଅଛି।
ଆଜି ଆମ୍ଭେ ଘୋଷଣା କରୁଛୁ ଯେ,
ଆମ୍ଭେ ତୁମ୍ଭଙ୍କୁ ଦ୍ୱିଗୁଣ ଫେରାଇ ଦେବା।
9 ସଦାପ୍ରଭୁ କୁହନ୍ତି, “ସେହି ଦିନ ଯେଉଁ ଦେଶ ଯିରୁଶାଲମ ବିରୁଦ୍ଧରେ ଆସିବ ଆମ୍ଭେ ତାକୁ ଧ୍ୱଂସ କରିବା। 10 ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି। 11 ସେହି ଦିନ, ଯିରୁଶାଲମରେ ଶୋକ ହେବ, ଏପରି ମହାନ ଶୋକ ଯେପରିକି ହଦଦ୍-ରିମ୍ମୋଣ ମଗିଦ୍ଦୋନର ଉପତ୍ୟକାରେ ହୋଇଥିଲା।
13 ମାତ୍ର ସେତେବେଳେ, ଏକ ନିର୍ଝର ଦାଉଦର ପରିବାର ଓ ଯିରୁଶାଲମ ନିବାସୀ ପାଇଁ ଖୋଲା ହେବ। ସେହି ଝରଣା ସେମାନଙ୍କର ପାପସବୁ ଓ ଅପବିତ୍ରତାକୁ ଧୋଇଦେବ।
7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ଖଡ଼୍ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା। 8 ଦେଶର ଦୁଇ ତୃତୀୟାଂଶ ଲୋକ ଚ୍ଛେଦନ ହେବେ ଓ ମୃତ୍ୟୁବରଣ କରିବେ। ମାତ୍ର ଏକ ତୃତୀୟାଂଶ ଜୀବିତ ରହିବେ। 9 ତା’ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
12 ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ। 13 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି। 14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର। 15 ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ। 16 ପରମେଶ୍ୱର ଅମର ଅଟନ୍ତି। ପରମେଶ୍ୱର ଏତେ ଉଜ୍ଜ୍ୱଳ ପ୍ରକାଶ ମଧ୍ୟରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ପରମେଶ୍ୱରଙ୍କୁ ମଧ୍ୟ ଦେଖି ପାରିବେ ନାହିଁ। ପରମେଶ୍ୱରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ଯ୍ୟନ୍ତ ପ୍ରକାଶ ପାଉ। ଆମେନ୍।
ଯୀଶୁ ମନ୍ଦିରକୁ ଗଲେ(A)
12 ଯୀଶୁ ମନ୍ଦିର ପରିସରରେ ପ୍ରବେଶ କଲେ। ସେଠାରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼େଇ ଦେଲେ। ସେ ମୁଦ୍ରା ବ୍ୟବସାୟୀଙ୍କ ମେଜ ଓ କାପ୍ତା ବ୍ୟବସାୟୀଙ୍କ ଆସନ ଓଲଟେଇ ଦେଲେ। 13 ଯୀଶୁ ସେମାନଙ୍କୁ କହିଲେ, “ଶାସ୍ତ୍ରରେ ଏ କଥା ଲେଖାଅଛି, ‘ମୋ’ ଘର ପ୍ରାର୍ଥନା ଘର ବୋଲି କୁହାଯିବ।’ [a] କିନ୍ତୁ ତୁମ୍ଭେମାନେ ଏହାକୁ ଡକାୟତଙ୍କ ଆଡ୍ଡ଼ା ସ୍ଥଳି କରି ଦେଇଛ।” [b]
14 ମନ୍ଦିରରେ କେତେକ ଅନ୍ଧ ଓ କେତେକ ଛୋଟା ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 15 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସରରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସେମାନେ ଶୁଣିଲେ। ପିଲାମାନେ କହୁଥିଲେ, “ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର।” ଏସବୁ ଘଟଣାରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।
16 ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ପିଲାମାନେ କ’ଣ କହୁଛନ୍ତି, ତୁମ୍ଭେ କ’ଣ ତାହା ଶୁଣି ପାରୁଛ?”
ଯୀଶୁ ଉତ୍ତର ଦେଲେ, “ହଁ ଶୁଣି ପାରୁଛି। ଧର୍ମଶାସ୍ତ୍ର କହେ, ‘ତୁମ୍ଭେ ବାଳକ ଓ ଶିଶୁଙ୍କୁ ପ୍ରଶଂସା ଗାନ କରିବା ପାଇଁ ଶିଖେଇଛ।’ [c] ଏ କଥା କ’ଣ ତୁମ୍ଭେ ଧର୍ମଶାସ୍ତ୍ରରେ ପଢ଼ି ନାହଁ?”
17 ତା’ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଗ୍ଭଲିଗଲେ। ସେ ବେଥନୀୟାକୁ ଗ୍ଭଲିଗଲେ ଓ ସେଠାରେ ରାତିଟି କଟାଇଲେ।
2010 by World Bible Translation Center