Book of Common Prayer
ପ୍ରଧାନ ବାଦ୍ୟକର ପାଇଁ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍।
55 ହେ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ମୋର କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
2 ଦୟାକରି ମୋର କଥା ଶୁଣ ଓ ମୋତେ ଉତ୍ତର ଦିଅ।
ମୋତେ ତୁମ୍ଭକୁ କହିବାକୁ ଦିଅ ଏବଂ ମୁଁ ତୁମ୍ଭଙ୍କୁ କହିବି, ଯାହା ମୋତେ ବ୍ୟତିବ୍ୟସ୍ତ କରେ।
3 ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ।
ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ।
ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ।
ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।
4 ମୋ’ ଅନ୍ତରରେ ମୋର ହୃଦୟ ଅତ୍ୟନ୍ତ ବିଦୀର୍ଣ୍ଣ ହେଉଅଛି।
ମୁଁ ମୃତ୍ୟୁକୁ ବହୁତ ଭୟ କରୁଛି।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି,
ଆଉ ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6 ଆଃ, ଯେବେ କପୋତ ପରି ମୋର ପକ୍ଷ ଥା’ନ୍ତା
ତେବେ ମୁଁ ଉଡ଼ିଯାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।
7 ଦେଖ! ତେବେ ମୁଁ ଦୂରରୁ ଭ୍ରମଣ କରି ମରୁଭୂମି ମଧ୍ୟକୁ ପଳାନ୍ତି।
8 ମୁଁ ପ୍ରବଳ ବାୟୁ ଓ ତୋଫାନ ମଧ୍ୟରୁ ତରବର ହୋଇ
ଏକ ନିରାପଦ ସ୍ଥାନକୁ ପଲାୟନ କରନ୍ତି।
9 ହେ ମୋର ପ୍ରଭୁ, ସେମାନଙ୍କୁ ବିନାଶ କର।
ସେମାନଙ୍କର ବକ୍ତୃତାକୁ ପଣ୍ଡ କର।
ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଛି।
10 ନଗରରେ ଦିନରାତି, ପ୍ରତ୍ୟେକ ପଡ଼ୋଶୀମାନଙ୍କଠାରେ
ଦୋଷ ଓ ଅସଭ୍ୟତା ପୁରି ରହିଛି।
11 ଅପରାଧ ସବୁଠାରେ ପ୍ରଚଳିତ ଅଛି।
ଅରାଜକତା ଓ ପ୍ରତାରଣା ସର୍ବସାଧାରଣ ସ୍ଥାନ କେବେ ଛାଡ଼ି ନାହିଁ।
12 ଯଦି କୌଣସି ଶତ୍ରୁ ମୋତେ ତିରସ୍କାର କଲା,
ମୁଁ ସହନ୍ତି।
ଯଦି ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରନ୍ତି,
ମୁଁ ତାଙ୍କଠାରୁ ନିଜକୁ ଲୁଗ୍ଭନ୍ତି।
13 କିନ୍ତୁ ତୁମ୍ଭେ ମୋର ସହଯୋଗୀ,
ସହପାଠୀ ଓ ସାଙ୍ଗ, ଯିଏ ଏହା କରନ୍ତି।
14 ଆମ୍ଭେମାନେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ।
ଆମ୍ଭେମାନେ ଲୋକମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ମନ୍ଦିରକୁ ଗଲୁ।
15 ମୁଁ ଇଚ୍ଛା କରେ ଯେ, ମୃତ୍ୟୁ ମୋର ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ,
ମୁଁ ଇଚ୍ଛାକରେ ପୃଥିବୀ ଖୋଲି ହୋଇଯାଉ ଓ ସେମାନଙ୍କୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ।
କାରଣ ସେମାନଙ୍କର ବାସସ୍ଥାନରେ ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ।
20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା’ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା’ର ପ୍ରତିଜ୍ଞା ଭଙ୍ଗ କରେ।
ତା’ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚିକ୍କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
ତା’ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖଡ଼୍ଗ ତୁଲ୍ୟ କାଟନ୍ତି।
22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
ତହିଁରେ ସେ ତୁମ୍ଭର ଯତ୍ନ ନେବେ।
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।
ଆସଫର ମସ୍କୀଲ୍।
74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
3 ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
5 ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
6 ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
7 ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
8 ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦଗ୍ଧ କରି ଦେଲେ।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି।
କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କେବେ ଭୁଲିଯାଅ ନାହିଁ।
ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
ଲୋକମାନଙ୍କ ଉପରେ ବିଶ୍ୱାସ ଓ ପରମେଶ୍ୱରଙ୍କ ଉପରେ ବିଶ୍ୱାସ
5 ସଦାପ୍ରଭୁ କହନ୍ତି,
“ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ,
ମାଂସକୁ ଆପଣାର ବାହୁ କରେ
ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ।
6 ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ।
ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ।
ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ,
ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।
7 “ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ
ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ।
8 କାରଣ ସେ ଜଳ ନିକଟସ୍ଥ ରୋପିତ ବୃକ୍ଷତୁଲ୍ୟ ହେବ।
ତା’ର ମୂଳ ବିସ୍ତୃତ ହୋଇ ଜଳ ପାଇବ।
ଗ୍ରୀଷ୍ମକାଳରେ ସେ ଭୟଭୀତ ହେବ ନାହିଁ।
ମାତ୍ର ତା’ର ପତ୍ର ସଦାକାଳ ସବୁଜ ରହିବ।
ଅନାବୃଷ୍ଟି ସମୟରେ ସେ ଚିନ୍ତିତ ହେବ ନାହିଁ
କିଅବା ସେ ଫଳ ଧାରଣରୁ ନିବୃତ୍ତ ହେବ ନାହିଁ।
9 “ଯାହାର ଅନ୍ତଃକରଣ ସବୁଠାରୁ କପଟମୟ
ଓ ଯାହାର ଅନ୍ତଃକରଣ ପୀଡ଼ିତ,
ତାହା କେହି ଜାଣି ପାରିବେ ନାହିଁ।
10 ମାତ୍ର ଆମ୍ଭେ ସଦାପ୍ରଭୁ,
ପ୍ରତ୍ୟେକ ମନୁଷ୍ୟକୁ ତା’ର କର୍ମ ଅନୁସାରେ ଫଳ ଦେଉ।
ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ
ଓ ତାହାର ମର୍ମ ପରୀକ୍ଷା କରୁ।
ଯିରିମିୟଙ୍କ ତୃତୀୟ ଅଭିଯୋଗ
14 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁସ୍ଥ କଲେ ମୁଁ ପ୍ରକୃତରେ ସୁସ୍ଥ ହେବି।
ତୁମ୍ଭେ ଯଦି ମୋତେ ପରିତ୍ରାଣ କର, ତେବେ ମୁଁ ପରିତ୍ରାଣ ପାଇବି।
କାରଣ ତୁମ୍ଭେ ମୋର ପ୍ରଶଂସାର ଭୂମି।
15 ସେମାନେ ମୋତେ କୁହନ୍ତି,
“ହେ ଯିରିମିୟ, ସଦାପ୍ରଭୁଙ୍କର ବାକ୍ୟ କାହିଁ?
ତାହା ଏବେ ଉପସ୍ଥିତ ହେଉ।”
16 ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ
ବେଗଗାମୀ ନ ଥିଲି
କିଅବା ମୁଁ ସେହି ବିଭୀଷିକାମୟ ଦିନ
ଆସୁ ବୋଲି ଗ୍ଭହୁଁ ନାହିଁ।
ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା,
ତାହା ତୁମ୍ଭ ସମ୍ମୁଖରେ ଥିଲା।
17 ହେ ସଦାପ୍ରଭୁ, ମୋତେ ବିନାଶ କର ନାହିଁ,
ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।
କେତେକ ବ୍ୟବହାରିକ କଥା
4 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମୋର ଆନନ୍ଦ ଓ ମୋର ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଗ୍ଭଲିଥାଅ।
2 ଇୟଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠାରେ ଏକମତ ହେବାକୁ ମୁଁ ନିବେଦନ କରେ। 3 ହେ ବନ୍ଧୁ, ତୁମ୍ଭେ ଯେହେତୁ ମୋ’ ସହିତ ବିଶ୍ୱସ୍ତ ଭାବରେ ସେବା କରୁଛ, ଯେଉଁ ସ୍ତ୍ରୀଲୋକମାନେ ମୁଁ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୋ’ ସହିତ ପରିଶ୍ରମ କରିଅଛନ୍ତି, ସେମାନଙ୍କୁ ସାହାଯ୍ୟ କର ବୋଲି ତୁମ୍ଭକୁ ମୁଁ ନିବେଦନ କରେ। ସେମାନେ କ୍ଳେମେନ୍ସ ଏବଂ ମୋର ଅନ୍ୟ ସହକାରୀମାନଙ୍କ ସହିତ ସେବାକାର୍ଯ୍ୟ କରିଛନ୍ତି। ସେମାନଙ୍କ ନାମ “ଜୀବନ-ପୁସ୍ତକ” [a]ରେ ଲେଖାଅଛି।
4 ପ୍ରଭୁଙ୍କଠାରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କହେ, ଆନନ୍ଦ କର।
5 ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି। 6 କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ। 7 ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
8 ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର। 9 ମୋ’ଠାରୁ ଯାହାସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମୋତେ ଯାହାସବୁ କରିଥିବା ଦେଖିଛ, ସେଗୁଡ଼ିକୁ କର। ଶାନ୍ତିଦାତା ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
ଫିଲିପ୍ପୀୟ ଖ୍ରୀଷ୍ଟିୟାନମାନଙ୍କୁ ପାଉଲଙ୍କ ଧନ୍ୟବାଦ
10 ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତିତ ହୋଇଥିବାରୁ ମୁଁ ପ୍ରଭୁଙ୍କଠାରେ ଆନନ୍ଦିତ। ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦେଖାଇବା ପାଇଁ ସୁଯୋଗ ପାଇ ନ ଥିଲ। 11 ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଗ୍ଭହୁଁଛି। କାରଣ ମୋରବର୍ତ୍ତମାନ ଯାହା ଅଛି ଏବଂ ଯାହା ମୋ’ ପାଇଁ ଘଟୁଛି, ସେଥିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି। 12 ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତାରେ କିପରି ରହିବାକୁ ହୁଏ, ତାହା ମଧ୍ୟ ମୁଁ ଜାଣେ। ପ୍ରତ୍ୟେକ ସମୟରେ ଓ ପ୍ରତ୍ୟେକ ଘଟଣାରେ ଆନନ୍ଦିତ ହେବାର ରହସ୍ୟ ମୁଁ ଜାଣେ। ଯେତେବେଳେ ମୋର ଖାଇବା ପାଇଁ ଯଥେଷ୍ଟ ଥାଏ କିଅବା ଯେତେବେଳେ ଯଥେଷ୍ଟ ନ ଥାଏ, ଯେତେବେଳେ ମୋର ପ୍ରଚୁର ଥାଏ ବା ଯେତେବେଳେ ମୋର ଅଭାବ ଥାଏ, ସେତେବେଳେ କିପରି ଆନନ୍ଦିତ ହୋଇପାରିବି, ତାହା ମୁଁ ଜାଣେ। 13 ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।
ଯୀଶୁ ନିଜ ମୃତ୍ୟୁ ବିଷୟରେ କହିଲେ
27 “ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ’ଣ କହିବି? ‘ହେ ପରମପିତା, ମୋତେ ଏ ଯନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର’, ଏଭଳି କହି କ’ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ’ ଯନ୍ତ୍ରଣା ଭୋଗିବି ବୋଲି ଆସିଛି। 28 ହେ ପରମପିତା, ଆପଣା ନାମକୁ ଗୌରବାନ୍ୱିତ କର।”
ସେତେବେଳେ ସ୍ୱର୍ଗରୁ ଏହି ବାଣୀ ଶୁଭିଲା, “ମୁଁ ସେହି ନାମକୁ ଗୌରବାନ୍ୱିତ କରିଛି। ମୁଁ ତାହା ଆଉ ଥରେ କରିବି।”
29 ସେଠାରେ ଠିଆ ହୋଇଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସେମାନେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ।
କିନ୍ତୁ ଅନ୍ୟମାନେ କହିଲେ, “ଯୀଶୁଙ୍କୁ ଜଣେ ସ୍ୱର୍ଗଦୂତ କଥା କହିଲେ।”
30 ଯୀଶୁ ଲୋକମାନଙ୍କୁ କହିଲେ, “ସେହି ବାଣୀ ତୁମ୍ଭ ପାଇଁ ଥିଲା, ମୋ’ ପାଇଁ ନୁହେଁ। 31 ବର୍ତ୍ତମାନ ଜଗତର ବିଗ୍ଭରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡ଼ିତ ହେବାର ଏହା ହେଉଛି ସମୟ। 32 ମୁଁ ଜଗତରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି। ଯେତେବେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମୋ’ ନିକଟକୁ ନେଇ ଯିବି।” 33 ଯୀଶୁ କେଉଁ ପ୍ରକାରର ମୃତ୍ୟୁବରଣ କରିବେ, ତାହା ଦେଖାଇବା ପାଇଁ ସେ ଏହା କହିଲେ।
34 ଲୋକମାନେ କହିଲେ, “ଆମ୍ଭ ବ୍ୟବସ୍ଥା କୁହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତେବେ ତୁମ୍ଭେ କାହିଁକି କହୁଛ ଯେ ‘ମନୁଷ୍ୟପୁତ୍ର ନିଶ୍ଚୟ ଊର୍ଦ୍ଧ୍ୱକୁ ଯିବେ?’ ଏହି ମନୁଷ୍ୟପୁତ୍ର କିଏ?”
35 ଯୀଶୁ କହିଲେ, “ତୁମ୍ଭମାନଙ୍କ ପାଖରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖରେ ଥିବା ପର୍ଯ୍ୟନ୍ତ ଗ୍ଭଲ। ତେବେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାରରେ ଗ୍ଭଲୁଥିବା ବ୍ୟକ୍ତି କେଉଁଆଡ଼େ ଯାଉଛି ଜାଣି ପାରେ ନାହିଁ। 36 ତେଣୁ ତୁମ୍ଭ ପାଖରେ ଆଲୋକ ଥିବା ପର୍ଯ୍ୟନ୍ତ ତା’ଠାରେ ତୁମ୍ଭେ ବିଶ୍ୱାସ ରଖ। ତେବେ ତୁମ୍ଭେମାନେ ଆଲୋକର ସନ୍ତାନ ହେବ।” ଯୀଶୁ ଏ କଥା କରିବା ପରେ ସେମାନଙ୍କର ପାଖରୁ ଗ୍ଭଲି ଗଲେ। ସେ ଏପରି ସ୍ଥାନରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।
2010 by World Bible Translation Center