Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 93

93 ସଦାପ୍ରଭୁ ରାଜା ଅଟନ୍ତି।
    ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
    ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
    ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
    ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
    ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
    ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

ଗୀତସଂହିତା 98

ଏକ ପ୍ରଶଂସାର ଗୀତ।

98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
    କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
    ତାଙ୍କୁ ଆଉଥରେ ଗୌରବ ଆଣିଛି।
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
    ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
    ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
    ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
    ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
ବଂଶୀ ବଜାଅ ଓ ତୂରୀ ଫୁଙ୍କ।
    ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
    ସମସ୍ତେ ଗାନ କର।
ନଦନଦୀଗଣ କରତାଳି ଦିଅ!
    ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
    କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
    ବିଗ୍ଭର ଓ ନ୍ୟାୟ କରିବେ।

ଗୀତସଂହିତା 66

ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।

66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
ତାହାଙ୍କ ନାମର ମହିମା ଗାନ କର।
    ସ୍ତୁତି ଗାନ କରି ଗୌରବାନ୍ୱିତ କର।
ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
    ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
    ସେମାନେ ତୁମ୍ଭକୁ ଭୟ କରନ୍ତି।
ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
    ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”

ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
    ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
    ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
    ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
    ତାଙ୍କ ବିପକ୍ଷରେ ଜି‌ଦ୍‌ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।

ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
    ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
    ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
    ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
    ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
    କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
    ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15     ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
    ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।

16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
    ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
    ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
    ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
    ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
    ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
    ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।

ଯୂନସ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2:1-9

ଯୁନସଙ୍କ ପ୍ରାର୍ଥନା

ଯେତେବେଳେ ଯୂନସ ମାଛର ପାକସ୍ଥଳୀରେ ଥିଲେ, ସେ ସେତେବେଳେ ତାଙ୍କର ସଦାପ୍ରଭୁଙ୍କୁ ପ୍ରାର୍ଥନା କରି ଡାକିଲେ।

ଯୂନସ କହିଲେ, “ମୁଁ ଅତି ଦୁଃଖରେ ଥିଲି।
    ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ଭିକ୍ଷା ପାଇଁ ଡାକିଲି
    ଏବଂ ସେ ମୋତେ ଉତ୍ତର ଦେଲେ।
ମୁଁ କବରର ବହୁ ଗଭୀରତମ ସ୍ଥାନରେ ଥାଇ
    ସଦାପ୍ରଭୁଙ୍କୁ ଡାକିଲି
    ଏବଂ ପ୍ରଭୁ ମୋର ସ୍ୱର ଶୁଣିଲେ।

“ତୁମ୍ଭେ ମୋତେ ସମୁଦ୍ରରେ ଫିଙ୍ଗି ଦେଲ
    ଏବଂ ମୋ’ ଉପରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା।
ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଗ୍ଭଲିଗଲି
    ଏବଂ ମୋର ଚତୁର୍ଦ୍ଦିଗରେ କେବଳ ପାଣି ରହିଲା।
ତା’ପରେ ମୁଁ ଭାବିଲି, ‘ବର୍ତ୍ତମାନ ନିଶ୍ଚୟ ମୋତେ ତୁମ୍ଭ ଦୃଷ୍ଟିପାତରୁ ଦୂରେଇ ଦିଆଯାଇଛି।’
    କିନ୍ତୁ ମୁଁ ପୁଣି ଥରେ ତୁମ୍ଭର ପବିତ୍ର ମନ୍ଦିର ଦେଖିବାକୁ ଗ୍ଭହେଁ।

“ସମୁଦ୍ର ଜଳ ମୋ’ ଉପର ଦେଇ ପ୍ରବାହିତ ହେଲା।
    ସମୁଦ୍ର ପାଣି ମୋର ପାଟି ଉପର ଦେଇ ପ୍ରବାହିତ ହେଲା
    ଯାହା ଫଳରେ ମୁଁ ନିଃଶ୍ୱାସ ନେଇ ପାରୁ ନ ଥିଲି।
ମୁଁ ସମୁଦ୍ରର ଗଭୀରତମ ସ୍ଥାନକୁ ଗଲି,
    ସମୁଦ୍ର ପାଣି ମୋତେ ଆବୃତ କଲା।
    ସମୁଦ୍ର ତଳେ ଥିବା ଉଦ୍ଭିଦ ମୋର ମୁଣ୍ତ ଗ୍ଭରିପଟେ ଆବୃତ ହେଲା।
ମୁଁ ସମୁଦ୍ରର ତଳ ଦେଶରେ ଥିଲି
    ଯେଉଁଠାରୁ ପର୍ବତ ଆରମ୍ଭ ହୋଇଛି।
ମୁଁ ଭାବିଲି ମୁଁ ଚିରଦିନ ପାଇଁ ସେହି ବନ୍ଦୀଶାଳାରେ ତାଲା ପଡ଼ି ରହିଲି।
    କିନ୍ତୁ ମୋର ସଦାପ୍ରଭୁ ମୋତେ କବରରୁ ବାହାର କରି ଆଣିଲେ।
ହେ ପରମେଶ୍ୱର, ତୁମ୍ଭେ ମୋତେ ପୁନର୍ବାର ଜୀବନ ଦେଲ।

“ମୁଁ ଜୀବନର ସବୁ ଆଶା ଛାଡ଼ିଥିଲି
    କିନ୍ତୁ ତା’ପରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି।
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି
    ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିରରୁ ମୋର ପ୍ରାର୍ଥନା ଶୁଣିଲ।

“କେତେକ ଲୋକ ମୂଲ୍ୟହୀନ ପିତୁଳା ପୂଜା କରନ୍ତି
    କିନ୍ତୁ ସେହି ପିତୁଳା ସେମାନଙ୍କୁ କେବେ ସାହାଯ୍ୟ କରେ ନାହିଁ।
ପରିତ୍ରାଣ କେବଳ ସଦାପ୍ରଭୁଙ୍କ ନିକଟରୁ ଆସେ।
    ହେ ସଦାପ୍ରଭୁ,
ମୁଁ ବଳିଦାନ ଦେବାକୁ ପ୍ରସ୍ତୁତ
    ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ୟବାଦ ଜଣାଇବି।
ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 2:14

ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ

14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 2:22-32

22 “ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି। 23 ତୁମ୍ଭେମାନେ ସମସ୍ତେ ଏସବୁ ଦେଖିଛ ଓ ଏସବୁ ଯେ ନିରାଟ ସତ୍ୟ ତାହା ଜାଣିଛ। ଏହି ଯୀଶୁଙ୍କୁ ଈଶ୍ୱର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭେମାନେ ଦୁଷ୍ଟମାନଙ୍କ ସାହାଯ୍ୟରେ ତାହାଙ୍କୁ କ୍ରୁଶରେ ଚଢ଼ାଇ କଣ୍ଟା ବାଡ଼େଇ ହତ୍ୟା କରିଦେଲ। 24 କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ। 25 ଦାଉଦ ତାହାଙ୍କ ବିଷୟରେ କହିଥିଲେ,

‘ମୁଁ ସର୍ବଦା ପ୍ରଭୁଙ୍କୁ ମୋ’ ସମ୍ମୁଖରେ ଦେଖୁଥିଲି।
    ସେ ମୋତେ ନିରାପଦରେ ରଖିବା ପାଇଁ ମୋର ଡାହାଣ ପାଖରେ ରହନ୍ତି।
26 ଏହା ଦ୍ୱାରା ମୋର ମନ ପ୍ରଫୁଲ୍ଲିତ ହେଲା
    ଓ ମୋ’ ମୁହଁରୁ ଆନନ୍ଦପୂର୍ଣ୍ଣ କଥା ବାହାରିଲା।
27 ମୋ’ ଶରୀର ମଧ୍ୟ ଭରସାରେ ବଞ୍ଚି ରହିବ, ଯେହେତୁ ତୁମ୍ଭେ ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ଛାଡ଼ିଦେବ ନାହିଁ।
    ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିକୁ କବରରେ କ୍ଷୟ ହେବାକୁ ଦେବ ନାହିଁ।
28 ତୁମ୍ଭେ ମୋତେ ଜୀବନର ପଥ ଦେଖାଇ ଅଛ।
    ତୁମ୍ଭ ଉପସ୍ଥିତିରେ ମୋତେ ବହୁତ ଆନନ୍ଦ ମିଳିବ।’(A)

29 “ହେ ମୋର ଭାଇମାନେ, ମୁଁ ବିଶ୍ୱାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ୟୁବରଣ କରି କବରସ୍ଥ ହୋଇଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ୟାବଧି ଆମ୍ଭ ନିକଟରେ ଅଛି। 30 ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ୱର ତାହାଙ୍କ ପାଖରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ୟରୁ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବେ। 31 ଏଣୁ ଭବିଷ୍ୟତରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁ‌‌ତ୍‌‌ଥାନ ସମ୍ପର୍କରେ କହିଥିଲେ,

‘ତାହାଙ୍କୁ ମୃତ୍ୟୁର ସ୍ଥାନରେ ଛାଡ଼ି ଦିଆ ଯାଇ ନାହିଁ
    ଓ ତାହାଙ୍କର ଦେହ କବରରେ ପଚିସଢ଼ି ଯାଇ ନାହିଁ।’

ଦାଉଦ ଏହି ସ୍ଥାନରେ ଯୀଶୁ ଖ୍ରୀଷ୍ଟଙ୍କର ମୃତମାନଙ୍କ ମଧ୍ୟରୁ ପୁନରୁ‌‌ତ୍‌‌ଥାନ ସମ୍ବନ୍ଧରେ କହିଥିଲେ। 32 ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ।

ଯୋହନ ଲିଖିତ ସୁସମାଗ୍ଭର 14:1-14

ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ସାନ୍ତ୍ୱନା ଦେଲ

14 ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ’ଠାରେ ମଧ୍ୟ ବିଶ୍ୱାସ ରଖ, ମୋର ପରମପିତାଙ୍କ ଘରେ ଅନେକଗୁଡ଼ିଏ ବଖରା ଅଛି। ତାହା ନ ହୋଇଥିଲେ ମୁଁ ତୁମ୍ଭକୁ ଏହା କହି ନ ଥା’ନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଉଛି। ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା’ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ। ମୁଁ ଯେଉଁଠାକୁ ଯାଉଛି, ତୁମ୍ଭେମାନେ ସେଠାକୁ ଯିବାର ପଥ ଜାଣ।”

ଥୋମା କହିଲେ, “ପ୍ରଭୁ, ଆପଣ କେଉଁଆଡ଼େ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସେଠାକୁ ଯିବାର ପଥ ଆମ୍ଭେ ଜାଣିବୁ କିପରି?”

ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ। ତୁମ୍ଭେ ଯଦି ମୋତେ ପ୍ରକୃତରେ ଜାଣିଥା’ନ୍ତ, ତେବେ ପରମପିତାଙ୍କୁ ମଧ୍ୟ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।”

ଫିଲି‌ପ୍‌ପ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦେଖାନ୍ତୁ। ଆମ୍ଭର ସେତିକି ଦରକାର।”

ଯୀଶୁ ଉତ୍ତର ଦେଲେ, “ଫିଲି‌ପ୍‌ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମୋତେ ଜାଣିବା ଉଚିତ୍। ମୋତେ ଯିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ୟ ଦେଖିଛି। ତେଣୁ ତୁମ୍ଭେ ମୋତେ କାହିଁକି କହୁଛ, ‘ଆମ୍ଭକୁ ପରମପିତାଙ୍କୁ ଦେଖାଅ?’ 10 ତୁମ୍ଭେ କ’ଣ ପ୍ରକୃତରେ ବିଶ୍ୱାସ କର ଯେ, ମୁଁ ପରମପିତାଙ୍କଠାରେ ଓ ପରମପିତା ମୋ’ଠାରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମୋ’ଠାରୁ ଆସି ନାହିଁ। ପରମପିତେ ମୋ’ ଭିତରେ ଅଛନ୍ତି ଓ ସେ ତାହାଙ୍କ କାର୍ଯ୍ୟ କରୁଛନ୍ତି। 11 ମୁଁ ପରମପିତାଙ୍କଠାରେ ଓ ପରମପିତା ମୋ’ଠାରେ ଅଛନ୍ତି। ତୁମ୍ଭେ ମୋର ଏହି କଥା ବିଶ୍ୱାସ କର। କିମ୍ବା ମୁଁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରିଛି ସେଥିପାଇଁ ବିଶ୍ୱାସ କର।

12 “ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ’ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି। 13 ତୁମ୍ଭେ ମୋ’ ନାମରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ୱାରା ପୁତ୍ରଙ୍କ ମାଧ୍ୟମରେ ପରମପିତାଙ୍କ ଗୌରବ ପ୍ରକାଶିତ ହେବ। 14 ମୋ’ ନାମରେ ତୁମ୍ଭେ ଯାହା ମାଗିବ, ମୁଁ ତାହା କରିବି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center