Book of Common Prayer
97 ସଦାପ୍ରଭୁ ଶାସନ କରନ୍ତି।
ସକଳ ପୃଥିବୀ ଆନନ୍ଦ ହେଉ।
ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
2 ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
3 ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
ତାଙ୍କର ଶତ୍ରୁଗଣକୁ ବିନାଶ କରେ।
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
ଏହା ଦେଖି ଲୋକେ ଭୟ କଲେ।
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
6 ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।
7 ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
8 ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
9 ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।
99 ସଦାପ୍ରଭୁଙ୍କ ଆଗରେ ଗାନ କର।
ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
2 ସଦାପ୍ରଭୁ ସିୟୋନରେ ମହାନ
ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
ଓ ଭୟ କରନ୍ତୁ,
ଏହା ପବିତ୍ର ଅଟେ।
4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
ସେମାନେ ତାଙ୍କର ଆଦେଶ ମାନିଲେ
ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
8 ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।
115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
ମହିମା ତ ତୁମ୍ଭର।
ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
2 କାହିଁକି ଅନ୍ୟ ଦେଶୀୟମାନେ କହିବେ
ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
3 ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
4 ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
5 ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
6 ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
7 ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
ସେହିପରି ହେବେ!
9 ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।
12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
ଆଶୀର୍ବାଦ କରିବେ।
14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ଧନ୍ୟବାଦ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁ ତ୍ରାଣକର୍ତ୍ତା
7 ତେଣୁ ମୁଁ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି।
ମୋ’ ପରିତ୍ରାଣ ପାଇଁ ପରମେଶ୍ୱରଙ୍କୁ ଅପେକ୍ଷା କରିବି।
ମୋର ପରମେଶ୍ୱର ମୋ’ କଥା ଶୁଣିବେ।
8 ହେ ମୋର ଶତ୍ରୁ ମୋର ପତନରେ ପରିହାସ କର ନାହିଁ।
ମୁଁ ପୁନର୍ବାର ଉଠିବି।
ମୁଁ ଅନ୍ଧକାରରେ ଥିଲେ ମଧ୍ୟ
ସଦାପ୍ରଭୁ ମୋ’ ପାଇଁ ଆଲୋକ ହେବେ।
ସଦାପ୍ରଭୁ କ୍ଷମାଶୀଳ
9 ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପାପ କରିଥିଲି,
ତେଣୁ ସଦାପ୍ରଭୁ ମୋ’ ଉପରେ କ୍ରୋଧାନ୍ୱିତ ହୋଇଥିଲେ।
ମାତ୍ର ସେ ମୋ’ ପାଇଁ ଯୁକ୍ତି ବାଢ଼ିବେ
ଏବଂ ମୋ’ ପାଇଁ ନ୍ୟାୟ ବିଗ୍ଭର କରିବେ।
ସେ ମୋତେ ଆଲୋକକୁ ଆଣିବେ
ଓ ମୁଁ ତାଙ୍କର ଧାର୍ମିକତା ଦେଖିବି।
10 ମୋର ଶତ୍ରୁ କହୁଥିଲେ,
“ତୁମ୍ଭର ସଦାପ୍ରଭୁ ପରମେଶ୍ୱର କେଉଁଠାରେ ଅଛନ୍ତି?”
ମାତ୍ର ଯେତେବେଳେ ସେ ଏହା ଦେଖିବ
ସେ ଲଜ୍ଜିତ ହେବ।
ସେତେବେଳେ ମୁଁ ଶତ୍ରୁକୁ ଉପହାସ କରିବି।
ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।
ଯିହୂଦୀଙ୍କ ପ୍ରତ୍ୟାଗମନ
11 ସମୟ ଆସିବ ଯେତେବେଳେ ତୁମ୍ଭର କାନ୍ଥ ପୁଣି ନିର୍ମିତ ହେବ।
ସେତେବେଳେ ତୁମ୍ଭ ରାଜ୍ୟ ଉନ୍ନତି କରିବ।
12 ତୁମ୍ଭ ଲୋକମାନେ ତୁମ୍ଭ ସ୍ଥାନକୁ ଫେରି ଆସିବେ।
ସେମାନେ ଅଶୂରୀୟ ଓ ମିଶରର ନଗରମାନଙ୍କରୁ ଫେରି ଆସିବେ।
ତୁମ୍ଭର ଲୋକ ମିଶର
ତଥା ଫରାତ୍ ନଦୀର ଆର ପାଖରୁ ଆସିବେ।
ଆଉ ମଧ୍ୟ ସେମାନେ ପଶ୍ଚିମସ୍ଥ ସମୁଦ୍ର
ଓ ପୂର୍ବସ୍ଥ ପର୍ବତମାନଙ୍କରୁ ଗ୍ଭଲି ଆସିବେ।
13 ତଥାପି ବାସ କରୁଥିବା ସେହି ଲୋକ
ଓ ତାଙ୍କର କର୍ମ ଯୋଗୁଁ ଦେଶ ଧ୍ୱଂସ ପାଇଲା।
14 ତେଣୁ ଅଧିକାର ଦ୍ୱାରା ତୁମ୍ଭର ଲୋକମାନଙ୍କୁ ଶାସନ କର।
ତୁମ୍ଭ ରାଜ୍ୟର ଯତ୍ନ ନିଅ।
ସେହି ଜାତି ଏକାକୀ ଜଙ୍ଗଲ
ଓ କର୍ମିଲ ପର୍ବତ ଉପରେ ବାସ କରିବେ।
ସେମାନେ ପୂର୍ବପରି ବାଶନ
ଓ ଗଲିୟଦରୁ ଶସ୍ୟ ଉତ୍ପାଦନ କରି ଭୋଜନ କରିବେ।
ଇସ୍ରାଏଲ ତା’ର ଶତ୍ରୁକୁ ଦମନ କରିବ
15 ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କଲାପରି ବହୁ ଆଶ୍ଚର୍ଯ୍ୟ କର୍ମ କରିବା
ଏବଂ ତୁମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା।
ପିତର ଛୋଟା ଲୋକକୁ ସୁସ୍ଥ କଲେ
3 ଦିନେ ପିତର ଓ ଯୋହନ ଏକାଠି ମନ୍ଦିର ପରିସରକୁ ଗଲେ। ସେତେବେଳେ ଦିନ ତିନିଟା ହୋଇଥିଲା ଓ ତାହା ପ୍ରତିଦିନର ପ୍ରାର୍ଥନାର ସମୟ ଥିଲା। 2 ସେମାନେ ଉପାସନା ମନ୍ଦିର ପରିସର ମଧ୍ୟରେ ଯାଉଥିବା ସମୟରେ ଜଣେ ଲୋକ ସେଠାରେ ଥିଲା। ସେ ଜନ୍ମରୁ ପଙ୍ଗୁ ହୋଇଥିବାରୁ ଗ୍ଭଲିପାରୁ ନ ଥିଲା। ସେମାନେ ତାହାକୁ ସବୁଦିନ ମନ୍ଦିରରୁ ‘ସୁନ୍ଦର ଫାଟକ’ ପାଖରେ ବସେଇ ଦେଉଥିଲେ। ସେ ମନ୍ଦିରକୁ ଯାଉଥିବା ଲୋକମାନଙ୍କଠାରୁ ପଇସା ମାଗୁଥିଲା। 3 ସେ ଯେତେବେଳେ ପିତର ଓ ଯୋହନଙ୍କୁ ମନ୍ଦିର ଭିତରକୁ ଯିବାର ଦେଖିଲା, ସେତେବେଳେ ସେ ସେମାନଙ୍କୁ ପଇସା ମାଗିଲା।
4 ଯୋହନ ଓ ପିତର ତା ଆଡ଼କୁ ଅନାଇ କହିଲେ, “ଆମ୍ଭ ଆଡ଼େ ଗ୍ଭହଁ।” 5 ସେ କିଛି ପାଇବା ଆଶାରେ ସେମାନଙ୍କ ଆଡ଼େ ଦେଖିଲା। 6 କିନ୍ତୁ ପିତର କହିଲେ, “ମୋ’ ପାଖରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଉଠି ଗ୍ଭଲ।”
7 ଏହା କହି ପିତର ତା’ର ଡାହାଣ ହାତ ଧରି ଉଠେଇଲେ। ସଙ୍ଗେ ସଙ୍ଗେ ତା’ ଗୋଡ଼ ଓ ପାଦ ଶକ୍ତ ହୋଇଗଲା। ସେ ଡେଇଁ ପଡ଼ି ଗ୍ଭଲିବାକୁ ଆରମ୍ଭ କଲା 8 ସେ ନାଚି ନାଚି ଈଶ୍ୱରଙ୍କୁ ପ୍ରଶଂସା କରି ସେମାନଙ୍କ ସହିତ ଉପାସନା ମନ୍ଦିରକୁ ଗଲା। 9 ସମସ୍ତେ ତାହାକୁ ଗ୍ଭଲିବାର ଓ ଈଶ୍ୱରଙ୍କର ପ୍ରଶଂସା କରିବାର ଦେଖିଲେ। 10 ଲୋକମାନେ ତାହାକୁ ଚିହ୍ନି ପାରିଲେ ଯେ ଏ ସେହି ଲୋକ ଯିଏ କି ଉପାସନା ମନ୍ଦିରର ‘ସୁନ୍ଦର ଫାଟକ’ ପାଖରେ ବସି ଭିକ ମାଗୁଥିଲା। ସେମାନେ ତାହାର ଏହି ପରିବର୍ତ୍ତନ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଏହା କିପରି ସମ୍ଭବ ହେଲା, ତାହା ସେମାନେ ବୁଝିପାରୁ ନ ଥିଲେ।
ଯୀଶୁ ଦ୍ରାକ୍ଷାଲତା ସଦୃଶ
15 ଯୀଶୁ କହିଲେ, “ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମୋର ପରମପିତା କୃଷକ ଅଟନ୍ତି। 2 ମୋ’ଠାରେ ଥିବା ଯେଉଁ ଶାଖାରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖାରେ ଫଳ ଫଳି ଥାଏ, ସେ ସେଗୁଡ଼ିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି। 3 ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦେଇଛି, ତାହା ଦ୍ୱାରା ତୁମ୍ଭେ ପରିଷ୍କୃତ ହୋଇ ସାରିଅଛ। 4 ମୋ’ଠାରେ ରୁହ ଓ ମୁଁ ତୁମ୍ଭଠାରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗାରେ କେବେ ଫଳ ଦେବ ନାହିଁ। ଏହା ଲତାରେ ଲାଗି ରହିବା ଉଚିତ୍। ତୁମ୍ଭେମାନେ ମଧ୍ୟ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମୋ’ ସହିତ ମିଶି ରହିବା ଉଚିତ୍।
5 “ମୁଁ ଦ୍ରାକ୍ଷାଲତା ଓ ତୁମ୍ଭେମାନେ ଶାଖା। ଯେଉଁ ଲୋକ ମୋ’ଠାରେ ରହେ ଓ ମୁଁ ତାଠାରେ ରହେ, ସେହି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମୋ’ ବିନା ସେ କିଛି କରି ପାରିବ ନାହିଁ। 6 ଯଦି କେହି ବ୍ୟକ୍ତି ମୋ’ଠାରେ ରୁହେ ନାହିଁ, ତେବେ ତାକୁ ଶାଖା ପରି ଫିଙ୍ଗି ଦିଆଯିବ। ସେହି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲୋକମାନେ ଶୁଖିଲା ଶାଖାକୁ ଉଠାଇ ନିଆଁରେ ଫୋପାଡ଼ି ଦିଅନ୍ତି। ସେଗୁଡ଼ିକ ଜଳିଯାଏ। 7 “ମୋ’ଠାରେ ରୁହ ଓ ମୋର ଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତେବେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆଯିବ। 8 ତୁମ୍ଭେମାନେ ପ୍ରଚୁର ଫଳ ଉତ୍ପାଦନା କର ଓ ମୋର ଶିଷ୍ୟ ବୋଲି ଦର୍ଶାଇ ଦିଅ। ଏହା ଦ୍ୱାରା ମୋର ପରମପିତା ଗୌରବ ପାଇବେ।
9 “ମୋ’ ପରମପିତା ମୋତେ ଯେପରି ପ୍ରେମ କରୁଥିଲେ, ମୁଁ ତୁମ୍ଭକୁ ସେହିପରି ପ୍ରେମ କରିଛି। ବର୍ତ୍ତମାନ ମୋ’ ପ୍ରେମରେ ସ୍ଥିର ରୁହ। 10 ମୁଁ ମୋର ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ରେମରେ ରହିଛି। ସେହିପରି ତୁମ୍ଭେ ଯଦି ମୋର ଆଜ୍ଞା ପାଳନ କରିବ, ତୁମ୍ଭେ ମୋ’ ପ୍ରେମରେ ରହିବ। 11 ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା’ହେଲେ ମୁଁ ଯେପରି ଆନନ୍ଦରେ ଅଛି, ତୁମ୍ଭେ ମଧ୍ୟ ମୋ’ ପରି ଆନନ୍ଦ ପାଇବ। ମୁଁ ଗ୍ଭହେଁ, ତୁମ୍ଭର ଆନନ୍ଦ ସମ୍ପୂର୍ଣ୍ଣ ହେଉ।
2010 by World Bible Translation Center