Book of Common Prayer
136 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
2 ଦେବତାମାନଙ୍କର ଦେବତାର ପ୍ରଶଂସା କର।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
3 ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର।
ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
4 ଯେ ଆଶ୍ଚର୍ଯ୍ୟକାର୍ଯ୍ୟମାନ କରନ୍ତି, ତାହଙ୍କର ପ୍ରଶଂସା କର।
ତାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
5 ପରମେଶ୍ୱରଙ୍କର ପ୍ରଶଂସା କର ଯିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ।
ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
6 ପରମେଶ୍ୱର ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ,
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
7 ପରମେଶ୍ୱର ମହାନ ଜ୍ୟୋତିର୍ଗଣ ନିର୍ମାଣ କଲେ।
ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
8 ପରମେଶ୍ୱର ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ ସୃଷ୍ଟି କଲେ,
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
9 ପରମେଶ୍ୱର ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ।
ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
10 ପରମେଶ୍ୱର ମିଶରର ପ୍ରଥମଜାତ ମନୁଷ୍ୟ ଏବଂ ପଶୁମାନଙ୍କୁ ହତ୍ୟା କଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
11 ପରମେଶ୍ୱର ମିଶର ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
12 ପରମେଶ୍ୱର ତାହଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦେଖାଇଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
13 ପରମେଶ୍ୱର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ।
ତାହଙ୍କର ବିଶ୍ୱସ୍ତ ପ୍ରେମ ଅନନ୍ତକାଳସ୍ଥାୟୀ।
14 ପରମେଶ୍ୱର ଇସ୍ରାଏଲକୁ ଏଥି ମଧ୍ୟରେ ଗମନ କରାଇଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
15 ପରମେଶ୍ୱର ଫାରୋ ଓ ତାହାର ସୈନ୍ୟଗଣଙ୍କୁ ସୂଫସାଗରରେ ବୁଡ଼ାଇ ଦେଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
16 ପରମେଶ୍ୱର ମରୁଭୂମି ଦେଇ ଆପଣା ଲୋକମାନଙ୍କୁ ଆଗେଇ ନେଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
17 ପରମେଶ୍ୱର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
18 ପରମେଶ୍ୱର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
19 ପରମେଶ୍ୱର ଇମୋରୀୟମାନଙ୍କର ରାଜା ସୀହୋନକୁ ପରାସ୍ତ କଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
20 ପରମେଶ୍ୱର ବାଶନର ରାଜା ଓଗ୍କୁ ପରାସ୍ତ କଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
21 ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ତାଙ୍କ ଭୂମି ଦେଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
22 ପରମେଶ୍ୱର ସେହି ଭୂମିକୁ ଇସ୍ରାଏଲଙ୍କୁ ଦାନ କଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
23 ପରମେଶ୍ୱର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେତେବେଳେ ଆମ୍ଭେ ପରାସ୍ତ ଥିଲୁ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
24 ପରମେଶ୍ୱର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
25 ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ଯୋଗାନ୍ତି।
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
26 ସ୍ୱର୍ଗର ପରମେଶ୍ୱରଙ୍କ ପ୍ରଶଂସା କର!
ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
2 ଇସ୍ରାଏଲ ଏବେ କହନ୍ତୁ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
3 ହାରୋଣର ପରିବାରବର୍ଗ [a] ବର୍ତ୍ତମାନ ଏବେ ଏହା କୁହନ୍ତୁ ଯେ,
“ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
4 ହେ ସଦାପ୍ରଭୁଙ୍କର ଉପାସନା କରୁଥିବା ଲୋକମାନେ, ଏହା କୁହ,
“ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”
5 ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି।
ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।
6 ସଦାପ୍ରଭୁ ମୋ’ ସହିତ ଅଛନ୍ତି, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ, ମୋତେ କ’ଣ କରି ପାରିବେ।
7 ସଦାପ୍ରଭୁ ମୋର ସାହାଯ୍ୟକାରୀ।
ମୁଁ ମୋର ଶତ୍ରୁମାନଙ୍କର ପରାସ୍ତ ଦେଖିବି।
8 ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା
ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।
9 ଅଧିପତିମାନଙ୍କ ଉପରେ ବିଶ୍ୱାସ ରଖିବା ଅପେକ୍ଷା
ପରମେଶ୍ୱରଙ୍କଠାରେ ଶରଣାଗତ ହେବା ଉତ୍ତମ।
10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ,
କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।
11 ଶତ୍ରୁଗଣ ବାରମ୍ବାର ମୋତେ ଘେରି ରହୁଛନ୍ତି।
ମୁଁ ସେମାନଙ୍କୁ ସଦାପ୍ରଭୁଙ୍କ ଶକ୍ତିରେ ପରାସ୍ତ କରିବି।
12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ।
କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ।
ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି।
13 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ପ୍ରାୟ ଧ୍ୱଂସ କରିବା ଉପରେ ଥିଲେ,
କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ।
14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ [b] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।
17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।
22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।
25 ଲୋକମାନେ କହନ୍ତି, “ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର।
ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।”
26 ଯାଜକମାନେ କହନ୍ତି, “ଯିଏ ସଦାପ୍ରଭୁଙ୍କ ନାମରେ ଆସନ୍ତି ତାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।
ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରରେ ଆଶୀର୍ବାଦ କରୁ।
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି।
ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”
28 ହେ ସଦାପ୍ରଭୁ, ତୁମ୍ଭେ ମୋର ପରମେଶ୍ୱର, ମୁଁ ତୁମ୍ଭ ନାମର ଧନ୍ୟବାଦ କରୁଛି।
ମୁଁ ତୁମ୍ଭକୁ ପ୍ରଶଂସା କରୁଛି।
29 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
ହଁ, ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
12 ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ। 2 ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସେମାନଙ୍କ ମଧ୍ୟରୁ ଅନେକ ଜାଗି ଉଠିବେ। କେତେକ ଅନନ୍ତ ଜୀବନ, କେତେକ ଲଜ୍ଜା ଓ କେତେକ ଚିର ଅପମାନ ଭୋଗ ପାଇଁ ଉଠିବେ। 3 ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ୟ ହେବେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ଯ୍ୟ କରିବେ, ଶେଷ ସମୟ ପର୍ଯ୍ୟନ୍ତ ତାରାଗଣ ତୁଲ୍ୟ ଉଜ୍ଜ୍ୱଳ ହେବେ।
4 “ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷକାଳ ପର୍ଯ୍ୟନ୍ତ ଏହି ବାକ୍ୟ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନେକ ଏଣେତେଣେ ପ୍ରକୃତ ଜ୍ଞାନର ଅନ୍ୱେଷଣ କରିବେ ଓ ଜ୍ଞାନର ବୃଦ୍ଧି ହେବ।”
13 “ମାତ୍ର ଶେଷକାଳ ପର୍ଯ୍ୟନ୍ତ ତୁମ୍ଭେ, ଦାନିୟେଲ ନିଜ ପଥରେ ଗମନ କର। କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ନିଜର ଅଧିକାରରେ ଛିଡ଼ା ହେବ।”
ଯିହୂଦୀଙ୍କ ସଭା ସମ୍ମୁଖରେ ପିତର ଏବଂ ଯୋହନ
4 ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତେକ ଲୋକ ସେମାନଙ୍କ ପାଖକୁ ଆସିଲେ। ସେମାନେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସେନାପତି ଓ କେତେକ ସାଦ୍ଦୂକୀ ଥିଲେ। 2 ସେମାନେ ରାଗି ଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ, ଓ ଯୀଶୁଙ୍କ ପୁନରୁତ୍ଥାନ ପରି ସବୁ ମୃତ ବ୍ୟକ୍ତିମାନଙ୍କର ଯେ ଉତ୍ଥାନ ହେବ, ଏହି କଥା ଘୋଷଣା କରୁଥିଲେ। 3 ତେଣୁ ସେମାନେ କାରାଗାରରେ ବନ୍ଦୀ କରିଦେଲେ। ସନ୍ଧ୍ୟା ହୋଇଯାଇ ଥିବାରୁ ସେମାନଙ୍କୁ ପରଦିନ ପର୍ଯ୍ୟନ୍ତ ବନ୍ଦୀ କରି ରଖିଲେ। 4 କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକ ଲୋକ ସେମାନଙ୍କ ବାର୍ତ୍ତା ବିଶ୍ୱାସ କଲେ। ତେଣୁ ବର୍ତ୍ତମାନ ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ୱାସୀ ଥିଲେ।
5 ତହିଁ ଆରଦିନ ସେମାନଙ୍କର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ଯିରୁଶାଲମରେ ଏକାଠି ହେଲେ। 6 ସେଠାରେ ହାନାନ ମହାଯାଜକ, କୟାଫା, ଯୋହନ, ଆଲେକ୍ଜାଣ୍ଡାର ଓ ମହାଯାଜକୀୟ ପରିବାରର ସମସ୍ତେ ମଧ୍ୟ ଉପସ୍ଥିତ ଥିଲେ। 7 ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?”
8 ତା’ପରେ ପିତର ପବିତ୍ରଆତ୍ମା ଦ୍ୱାରା ପରିପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, “ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚୀନ ଲୋକମାନେ! 9 ଏହି ଛୋଟା ଲୋକଟି ପ୍ରତି କରାଯାଇଥିବା ଉତ୍ତମ କର୍ମରେ କ’ଣ ଆପଣମାନେ ଆମ୍ଭକୁ ଆଜି ପ୍ରଶ୍ନ ପଗ୍ଭରୁଛନ୍ତି? ଆପଣମାନେ କ’ଣ ପଗ୍ଭରୁଛନ୍ତି ଯେ କେଉଁ ବିଷୟ ଦ୍ୱାରା ସେ ସୁସ୍ଥ ହୋଇପାରିଲା? 10 ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି। 11 ଯୀଶୁ ହେଉଛନ୍ତି
‘ସେହି ପଥର ଯାହାଙ୍କୁ ତୁମ୍ଭେ, ଅତଏବ ନିର୍ମାଣ କର୍ତ୍ତାମାନେ, ହେୟଜ୍ଞାନ କରିଥିଲ।
କିନ୍ତୁ ସେହି ପଥର ଆଜି ମୂଖ୍ୟ ପଥର ହୋଇ ପାରିଛି।’ (A)
12 ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।”
16 “ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ୱାସ ନଷ୍ଟ କରି ନ ପାରନ୍ତି। 2 ତୁମ୍ଭମାନଙ୍କୁ ଲୋକମାନେ ସେମାନଙ୍କର ସମାଜଗୃହଗୁଡ଼ିକରୁ ବାହାର କରିଦେବେ। ହଁ, ଏପରି ସମୟ ଆସୁଛି ଯେତେବେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ୱାରା ସେମାନେ ପରମେଶ୍ୱରଙ୍କ ସେବା କରୁଛନ୍ତି। 3 କାରଣ ସେମାନେ ପରମପିତାଙ୍କୁ ଜାଣି ନାହାନ୍ତି ଓ ସେମାନେ ମୋତେ ମଧ୍ୟ ଜାଣି ନାହାନ୍ତି। 4 ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତେବେଳେ ଏସବୁ ଘଟିବାର ସମୟ ଆସିବ, ସେତେବେଳେ ତୁମ୍ଭେମାନେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି।
ପବିତ୍ରଆତ୍ମାଙ୍କର କାର୍ଯ୍ୟ
“ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ଆରମ୍ଭରୁ ଏସବୁ କଥା ତୁମ୍ଭମାନଙ୍କୁ କହି ନ ଥିଲି। 5 ବର୍ତ୍ତମାନ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି ପଗ୍ଭରୁ ନାହଁ, “ତୁମ୍ଭେ କେଉଁଆଡ଼େ ଯାଉଛ?” 6 ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି। 7 କିନ୍ତୁ ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ମୋର ଗ୍ଭଲିଯିବା ତୁମ୍ଭମାନଙ୍କ ପାଇଁ ମଙ୍ଗଳଜନକ ଅଟେ। କାରଣ ମୁଁ ଗ୍ଭଲିଗଲା ପରେ, ମୁଁ ତୁମ୍ଭପାଖକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। କିନ୍ତୁ ଯଦି ମୁଁ ନ ଯାଏ, ତେବେ ସାହାଯ୍ୟକାରୀ ଆସିବେ ନାହିଁ।
8 “ସେ ଯେତେବେଳେ ଆସିବେ, ସେତେବେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡ଼ିକର ସତ୍ୟତା, ପାପ, ଈଶ୍ୱରଙ୍କଠାରେ ଧାର୍ମିକତା ବିଗ୍ଭର ଇତ୍ୟାଦି ବିଷୟରେ ପ୍ରମାଣ ଦେବେ। 9 ସେହି ସାହାଯ୍ୟକାରୀ ପ୍ରମାଣ ଦେବେ ଯେ ଲୋକମାନଙ୍କଠାରେ ପାପ ରହିଛି, କାରଣ ସେମାନେ ମୋ’ଠାରେ ବିଶ୍ୱାସ କରନ୍ତି ନାହିଁ। 10 ପରମେଶ୍ୱରଙ୍କ ସହିତ ମୋର ସୁସମ୍ପର୍କ ସମ୍ବନ୍ଧରେ ସେ ସେମାନଙ୍କୁ ପ୍ରମାଣ ଦେବେ, କାରଣ ମୁଁ ପରମପିତାଙ୍କ ପାଖକୁ ଯାଉଛି। ତା’ପରେ ଆଉ ତୁମ୍ଭେ ମୋତେ ଦେଖିବ ନାହିଁ। 11 ସେହି ସାହାଯ୍ୟକାରୀ ବିଗ୍ଭରର ସତ୍ୟତା ବିଷୟରେ ଜଗତକୁ ପ୍ରମାଣ ଦେବେ, କାରଣ ଏହି ଜଗତର ଶାସକର ବିଗ୍ଭର ହୋଇ ସାରିଲାଣି।
12 “ମୋର ତୁମ୍ଭମାନଙ୍କୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ସେତେ ମାତ୍ରାରେ ସେଗୁଡ଼ିକ ବର୍ତ୍ତମାନ ତୁମ୍ଭେ ଗ୍ରହଣ କରି ପାରିବ ନାହିଁ। 13 କିନ୍ତୁ ଯେତେବେଳେ ସତ୍ୟମୟ ଆତ୍ମା ଆସିବେ, ସେତେବେଳେ ସେ ତୁମକୁ ସମସ୍ତ ସତ୍ୟ ପଥରେ କଡ଼ାଇନେବେ। ସେ ତାହାଙ୍କ ନିଜର କଥା କହିବେ ନାହିଁ। ସେ କେବଳ ଯାହା ଶୁଣିବେ, ତାହା କହିବେ। ସେ ତୁମକୁ ଭବିଷ୍ୟତର ଘଟଣା ବିଷୟରେ କହିବେ। 14 ପବିତ୍ରଆତ୍ମା ମୋ’ ପାଇଁ ଗୌରବ ଆଣିବେ। ସେ ମୋ’ଠାରୁ ସମସ୍ତ ସତ୍ୟ ବିଷୟ ଗ୍ରହଣ କରି ତୁମକୁ କହିବେ। 15 ଯାହା ପରମପିତାଙ୍କର ତାହା ସବୁକିଛି ମୋର। ସେଥିପାଇଁ ମୁଁ କହିଲି, ପବିତ୍ରଆତ୍ମା ମୋ’ଠାରୁ ସବୁ ନେଇ ତୁମ୍ଭକୁ କହିବେ।
2010 by World Bible Translation Center