Book of Common Prayer
ଆଲେଫ୍
119 ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନଯାପନ କରନ୍ତି,
ଓ ଯେଉଁମାନେ ସଦାପ୍ରଭୁଙ୍କର ନିୟମସବୁ ଅନୁସରଣ କରନ୍ତି, ସେମାନେ ଧନ୍ୟ!
2 ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି,
ଓ ଯେଉଁମାନେ ହୃଦୟରେ ସଦାପ୍ରଭୁଙ୍କୁ ଖୋଜନ୍ତି, ସେମାନେ ଧନ୍ୟ!
3 ସେହି ଲୋକମାନେ କୌଣସି ଅଧର୍ମ କାର୍ଯ୍ୟ କରନ୍ତି ନାହିଁ,
କିନ୍ତୁ ସେମାନେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।
4 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ
ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦେଇଅଛ।
5 ମୁଁ ଆଶା କରୁଛି ଯେ, ମୁଁ ବୋଧହୁଏ ତୁମ୍ଭର ନିୟମ
ଅପରିବର୍ତ୍ତନୀୟ ଭାବରେ ଅଧିକ ମାନିବି।
6 ଯଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି,
ତେବେ ମୁଁ ଲଜ୍ଜିତ ହେବି ନାହିଁ।
7 ମୁଁ ତୁମ୍ଭକୁ ସର୍ବାନ୍ତକରଣ ହୃଦୟ ସହିତ ପ୍ରଶଂସା କରିବି,
ଯେତେବେଳେ ମୁଁ ତୁମ୍ଭର ନ୍ୟାୟପରାୟଣତା ବିଷୟରେ ଜାଣିବି।
8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି।
ମୋତେ ଏକୁଟିଆ କରି ଛାଡ଼ ନାହିଁ।
ବୈତ୍
9 ତୁମ୍ଭର ବାକ୍ୟାନୁଯାୟୀ କିପରି ଜଣେ ଯୁବକ
ତା’ର ଜୀବନକୁ ପବିତ୍ର କରି ପାରିବ?
10 ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମୋର ସର୍ବାନ୍ତକରଣ ହୃଦୟରେ ତୁମ୍ଭର ସେବା କରିବି।
ତୁମ୍ଭର ଆଜ୍ଞାରୁ ଗ୍ଭଲିଯିବାକୁ ମୋତେ ପ୍ରତିରୋଧ କର।
11 ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି,
ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
12 ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ।
ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
13 ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।
14 ତୁମ୍ଭର ବାକ୍ୟରେ ରହି
ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।
15 ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ୟସ୍ଥି ହେବାକୁ ଗ୍ଭହୁଁଛି
ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।
16 ମୁଁ ତୁମ୍ଭ ବ୍ୟବସ୍ଥାରେ ଆନନ୍ଦ କରିବି।
ମୁଁ ତୁମ୍ଭର ବାକ୍ୟ ପାଶୋରିବି ନାହିଁ।
ଗିମେଲ୍
17 ମୁଁ ଯେମନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର,
ଯେଉଁଥିରେ ମୁଁ ତୁମ୍ଭର ବାକ୍ୟ ପାଳନ କରି ପାରିବି।
18 ହେ ସଦାପ୍ରଭୁ, ମୋର ଆଖି ଉନ୍ମୁକ୍ତ କର।
ଯେଉଁଥିରେ ମୁଁ ତୁମ୍ଭର ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
19 ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ।
ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ
ମୋ’ଠାରୁ ଲୁଗ୍ଭଅ ନାହିଁ।
20 ମୁଁ ସର୍ବଦା ତୁମ୍ଭର ଶାସନସକଳ
ପଢ଼ିବା ପାଇଁ ବହୁତ ଗ୍ଭହେଁ।
21 ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର।
ଯେଉଁମାନେ ତୁମ୍ଭର ଆଜ୍ଞାଗୁଡ଼ିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସେମାନେ ଅଭିଶପ୍ତ ହୁଅନ୍ତି।
22 ମୋ’ଠାରୁ ନିନ୍ଦା ଓ ଅପମାନସବୁ ଦୂର କର।
ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିଅଛି।
23 ଏପରିକି ଅଧିପତିମାନେ ଶିଖନ୍ତି
ଏବଂ ମୋ’ ବିରୁଦ୍ଧରେ ମନ୍ଦ ଉପାୟ କରନ୍ତି।
ମୁଁ ତୁମ୍ଭର ଦାସ, ତୁମ୍ଭର ନିୟମର ମଧ୍ୟସ୍ଥି ହୋଇଛି।
24 ତୁମ୍ଭର ଆଇନଗତ ଆଦେଶ ମୋତେ ଆନନ୍ଦ ଦିଏ।
ସେମାନେ ମୋର ଅତି ଆପଣାର ଆଦେଶଦାତା।
ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ।
12 ହେ ସଦାପ୍ରଭୁ, ମୋତେ ଉଦ୍ଧାର କର,
କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି।
ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।
2 ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି।
ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।
3 ସଦାପ୍ରଭୁ ସେମାନଙ୍କର ଓଷ୍ଠ ବନ୍ଦ କରିବେ, ଯିଏ ମିଥ୍ୟା ବାକ୍ୟ ଉଚ୍ଚାରଣ କରେ।
ସଦାପ୍ରଭୁ ସେମାନଙ୍କର ଜିହ୍ୱା ବନ୍ଦ କରିବେ, ଯିଏ ଗର୍ବର କାହାଣୀ ପ୍ରକାଶ କରେ।
4 ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ।
ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ।
ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।”
5 କିନ୍ତୁ ସଦାପ୍ରଭୁ କହନ୍ତି,
“ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି।
ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି।
କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”
6 ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ।
ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ।
7 ହେ ସଦାପ୍ରଭୁ, ସେହି ଅସହାୟ ଲୋକମାନଙ୍କର ଯତ୍ନ ନିଅ।
ସେମାନଙ୍କୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
8 ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି।
ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।
ଦାଉଦଙ୍କର ଗୀତ
13 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ?
ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ?
କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?
2 କେତେକାଳ ମୁଁ ଏଭଳି ବଲୁଥିବି, ଯଦି ତୁମ୍ଭେ ମୋତେ ଭୁଲି ଯାଇଥିବ?
କେତେକାଳ ପର୍ଯ୍ୟନ୍ତ ଏହି ଦୁଃଖକୁ ମୁଁ ହୃଦୟରେ ବୋହି ଗ୍ଭଲିବି?
କେତେକାଳ ପର୍ଯ୍ୟନ୍ତ ମୋର ଶତ୍ରୁ ମୋ’ ଉପରେ ବିଜୟ ଲାଭ କରିବ?
3 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ।
ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି।
4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।”
ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି।
5 ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି।
ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
6 ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି।
କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
ପ୍ରଧାନ ନିର୍ଦ୍ଦେଶକଙ୍କୁ ଦାଉଦଙ୍କ ଗୀତ।
14 ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।”
ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି।
ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।
2 ସଦାପ୍ରଭୁ ସ୍ୱର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷେପ କରି ଦେଖନ୍ତି ଯେ,
ଯଦି କେହି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ।
ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ୱରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।
3 କିନ୍ତୁ ପ୍ରତ୍ୟେକ ମଣିଷ ଆଜି
ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି।
ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି।
ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।
4 ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି
ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ
ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।
5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି?
କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ
କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି।
ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।
7 ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା
ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା।
ସେତେବେଳେ ସଦାପ୍ରଭୁ ତାହଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି,
ତାହାହେଲେ ଯାକୁବ [a] ଆହ୍ଲାଦିତ ହେବ।
ଇସ୍ରାଏଲ ବହୁତ ଖୁସୀ ହେବ।
17 ତା’ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା’ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ। 18 ଦାନିୟେଲ ତା’ର ସାଙ୍ଗମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ୱର୍ଗସ୍ଥ ପରମେଶ୍ୱର ନିଗୂଢ଼ ତଥ୍ୟ ଜଣାଇଲେ, ସେ ଓ ତା’ର ସାଙ୍ଗମାନେ ମୃତ୍ୟୁମୁଖରୁ ରକ୍ଷା ପାଇବେ।
19 ଏହା ପରେ ପରମେଶ୍ୱର ଦାନିୟେଲକୁ ଦର୍ଶନ ଦେଇ ଗୁପ୍ତ ବିଷୟରେ ଜଣାଇଲେ। ତହୁଁ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ଧନ୍ୟବାଦ କଲେ। 20 ଦାନିୟେଲ ପ୍ରଶଂସା କରି କହିଲେ,
“ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ;
କାରଣ ସମସ୍ତ ଜ୍ଞାନ ଓ ପରାକ୍ରମ ତାଙ୍କର।
21 ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି।
ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି
ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି।
ସେ ଜ୍ଞାନୀମାନଙ୍କୁ ଜ୍ଞାନ
ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି।
22 ସେ ଗଭୀର ଓ ଗୁପ୍ତ ବିଷୟ ସବୁ ପ୍ରକାଶ କରି ପାରନ୍ତି।
ଯେହେତୁ ଜ୍ୟୋତିଃ ତାଙ୍କ ନିକଟରେ ବାସ କରେ।
ଅନ୍ଧକାରରେ ଯାହା ଅଛି ସେ ଜାଣନ୍ତି।
23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି।
ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ।
ତୁମ୍ଭକୁ ମୁଁ ଯାହା ନିବେଦନ କରିଅଛି, ତାହା ସମସ୍ତ ବିଷୟରେ ତୁମ୍ଭେ ମୋତେ ଜଣାଇ ଅଛ।
ତୁମ୍ଭେ ରାଜାଙ୍କ ବିଷୟରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଅଛ।”
ଦାନିୟେଲ ସ୍ୱପ୍ନର ଅର୍ଥ ପ୍ରକାଶ କରନ୍ତି
24 ଦାନିୟେଲ ଅରିୟୋକ୍କୁ ଅନୁରୋଧ କଲେ ଯିଏ କି ବାବିଲୀୟ ବିଦ୍ୱାନଗଣଙ୍କୁ ବିନାଶ କରିବା ନିମନ୍ତେ ନିଯୁକ୍ତ ହୋଇଥିଲେ, “ଦୟାକରି ବାବିଲୀୟ ବିଦ୍ୱାନମାନଙ୍କୁ ହତ୍ୟା କର ନାହିଁ। ମୋତେ ରାଜାଙ୍କ ଛାମୁକୁ ନେଇ ଗ୍ଭଲ। ମୁଁ ରାଜାଙ୍କର ସ୍ୱପ୍ନ ବିଷୟରେ କହିବି ଓ ତାହାର ଅର୍ଥ ମଧ୍ୟ ପ୍ରକାଶ କରିବି।”
25 ତେଣୁ ଅରିୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଲା ଏବଂ କହିଲା, “ଯିହୁଦାର ନିର୍ବାସିତ ସନ୍ତାନଗଣଙ୍କ ମଧ୍ୟରେ ମୁଁ ଜଣେ ବ୍ୟକ୍ତିଙ୍କୁ ପାଇଅଛି, ସେ ମହାରାଜାଙ୍କୁ ତାଙ୍କର ସ୍ୱପ୍ନର ଅର୍ଥ ଜଣାଇବେ।”
26 ରାଜା ସେହି ଦାନିୟେଲଙ୍କୁ ପ୍ରଶ୍ନ କଲେ, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କ’ଣ ସ୍ୱପ୍ନ ଓ ତାହାର ଅର୍ଥ ମୋତେ ଜଣାଇପାରିବ?”
27 ଦାନିୟେଲ ରାଜାଙ୍କୁ ଉତ୍ତର ଦେଇ କହିଲା, “ମହାରାଜ, ଆପଣ ଯେଉଁ ନିଗୂଢ଼ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ। 28 ମାତ୍ର ସ୍ୱର୍ଗସ୍ଥ ପରମେଶ୍ୱର ହିଁ କେବଳ ନିଗୂଢ଼ ବିଷୟମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ୟ ପରମେଶ୍ୱର ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ୱପ୍ନ ଥିଲା ଏବଂ ଏହି ଗୁଡ଼ିକୁ ଆପଣ ବିଛଣାରେ ଶୋଇଥିବା ବେଳେ ଦେଖିଲେ। 29 ହେ ମହାରାଜ, ଶଯ୍ୟା ଉପରେ ଆପଣ ଶୋଇଥିବା ବେଳେ ଭବିଷ୍ୟତରେ କ’ଣ ଘଟିବ ବୋଲି ଚିନ୍ତା କଲେ। ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେହି ପରମେଶ୍ୱର, ଯାହା ଭବିଷ୍ୟତରେ ଘଟିବ ତାହା ଦର୍ଶନରେ ପ୍ରକାଶ କଲେ। 30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପରମେଶ୍ୱର ମୋ’ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ’ ପ୍ରତି ପ୍ରକାଶିତ ହୋଇଅଛି।
12 ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ୱାରା କ୍ଷମା କରାଯାଇଥିବା କାରଣରୁ
ମୁଁ ତୁମ୍ଭମାନଙ୍କୁ ଲେଖୁଛି।
13 ପିତାମାନେ!
ଯେ ଆଦ୍ୟରୁ ଅଛନ୍ତି, ତୁମ୍ଭେମାନେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ଯୁବକମାନେ!
ତୁମ୍ଭେମାନେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
14 ପିଲାମାନେ!
ତୁମ୍ଭେମାନେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ପିତାମାନେ!
ସେ ଆଦ୍ୟରୁ ଅଛନ୍ତି ବୋଲି ତୁମ୍ଭେମାନେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
ଯୁବକମାନେ!
ତୁମ୍ଭେମାନେ ବଳବାନ
ଏବଂ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି,
ଓ ତୁମ୍ଭେମାନେ ସେହି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
15 ତୁମ୍ଭେମାନେ ସଂସାରକୁ ବା ସେଥିରେ ଥିବା ବିଷୟ ଗୁଡ଼ିକୁ ଭଲ ପାଅ ନାହିଁ। ଯଦି କେହି ସଂସାରକୁ ଭଲ ପାଏ, ତେବେ ପିତାଙ୍କ ପ୍ରେମ ତାହାଠାରେ ନାହିଁ। 16 ସଂସାରର ଏହି ବିଷୟ ଗୁଡ଼ିକ ମନ୍ଦ ଅଟେ। ଯଥା: ଆମ୍ଭର ପାପ ପ୍ରକୃତିକୁ ତୁଷ୍ଟ କରିବାକୁ ବିଭିନ୍ନ ଆକର୍ଷଣୀୟ ବିଷୟ ପାଇବାର ଇଚ୍ଛା; ଯେଉଁସବୁ ମନ୍ଦ ବିଷୟ ଆମ୍ଭର ଦୃଷ୍ଟିଗୋଚର ହୁଏ, ତାହା ପାଇବାର ଇଚ୍ଛା; ତଥା ଆମ୍ଭର ଯାହା ଅଛି, ତହିଁ ପାଇଁ ଗର୍ବ କରିବା। ଏ ସମସ୍ତ ବିଷୟ ପରମପିତାଙ୍କଠାରୁ ନୁହେଁ, ମାତ୍ର ଏହି ସଂସାରରୁ ଆସିଅଛି। 17 ସଂସାର କ୍ଷୟ ପାଉଅଛି। ଏଥିସହିତ ସଂସାରରେ ଥିବା ବିଷୟ ଗୁଡ଼ିକ ମଧ୍ୟ କ୍ଷୟ ପାଉଅଛି। ମାତ୍ର ଯେ କେହି ପରମେଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ଅନନ୍ତକାଳ ଜୀବିତ ହୋଇ ରହିବ।
20 “ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହେତୁ ମୋ’ଠାରେ ବିଶ୍ୱାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି। 21 ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ’ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ। 22 ମୋତେ ତୁମ୍ଭେ ଯେଉଁ ଗୌରବ ଦେଇଥିଲ, ମୁଁ ତାହା ଏହି ଲୋକମାନଙ୍କୁ ଦେଇଛି। ଏହି ଗୌରବ ଦେବାର କାରଣ ହେଉଛି ଯେ, ଯେପରି ‘ତୁମ୍ଭେ ଓ ମୁଁ ଏକ, ସେହିପରି ସେମାନେ ମଧ୍ୟ ଏକ ହୋଇପାରିବେ।’ 23 ମୁଁ ସେମାନଙ୍କଠାରେ ରହିବି ଓ ତୁମ୍ଭେ ମୋ’ଠାରେ ରହିବ। ତେଣୁ ସେମାନେ ସମ୍ପୂର୍ଣ୍ଣ ଭାବେ ଏକ ହୋଇପାରିବେ। ତାହାହେଲେ ଏହି ଜଗତ ଜାଣି ପାରିବ ଯେ, ତୁମ୍ଭେ ମୋତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମୋତେ ଯେପରି ପ୍ରେମ କରୁଥିଲ ଠିକ୍ ସେହିପରି ଏହି ଲୋକମାନଙ୍କୁ ମଧ୍ୟ ପ୍ରେମ କରୁଛ।
24 “ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ। 25 ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମୋତେ ପଠାଇଛ। 26 ତୁମ୍ଭେ କିପରି ତାହା ମୁଁ ସେମାନଙ୍କଠାରେ ପ୍ରକାଶ କରିଛି। ଏବଂ ପୁନର୍ବାର ସେମାନଙ୍କଠାରେ ପ୍ରକାଶ କରିବି। ତା’ପରେ ମୋ’ ପ୍ରତି ତୁମ୍ଭର ଯେପରି ପ୍ରେମ ରହିଛି, ସେହିପରି ପ୍ରେମ ତାହାଙ୍କଠାରେ ରହିବ ଓ ମୁଁ ସେମାନଙ୍କଠାରେ ବାସ କରିବି।”
2010 by World Bible Translation Center