Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 38

ଦାଉଦଙ୍କ ସ୍ମରଣୀୟ ଗୀତ।

38 ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ।
    କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଘାତ କରିଛ।
    ତୁମ୍ଭର ତୀର ମୋର ଅନ୍ତଃସ୍ଥଳକୁ ବିଦ୍ଧ କରିଛି।
ତୁମ୍ଭେ ମୋତେ ଦଣ୍ଡ ଦେଲ।
ବର୍ତ୍ତମାନ ମୋର ସମସ୍ତ ଶରୀର କମ୍ପୁଅଛି।
    ମୋର ପାପ ଲାଗି ତୁମ୍ଭେ ମୋତେ ଦଣ୍ଡ ଦେଲ, ତେଣୁ ମୋର ଅସ୍ଥିରେ କିଛି ଆରାମ ନାହିଁ।
ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି।
    ମୁଁ ଅତ୍ୟନ୍ତ ଲଜ୍ଜିତ।
    ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ।
ମୁଁ ଏକ ମୂର୍ଖାମୀ କାର୍ଯ୍ୟ କରିଛି।
    ମୋର ଅଜ୍ଞାନତା ଯୋଗୁଁ ମୋର କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହୋଇଛି।
ମୁଁ ଆଜି ନଇଁ ଯାଇଛି।
    ଭାଙ୍ଗି ପଡ଼ିଛି, ସାରାଦିନ ମୁଁ ବ୍ୟଥିତ ହୋଇଛି।
ମୋର ଶରୀର ଜ୍ୱାଳାରେ ପରିପୂର୍ଣ୍ଣ ଥିଲା।
    ମୋର ସମସ୍ତ ଶରୀର ଯନ୍ତ୍ରଣାରେ ଛଟପଟ ହେଉଥିଲା।
ମୋତେ ଏତେ କଷ୍ଟ ହେଉଥିଲା, ମୁଁ କିଛି ଅନୁଭବ କରିପାରୁ ନ ଥିଲି।
    ମୁଁ ହୃଦୟର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରୁଥିଲି।
ହେ ମୋର ପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନା ଶୁଣିଲ।
    ତୁମ୍ଭେ ମୋର ଆର୍ତ୍ତନାଦ ଶୁଣିଲ।
10 ମୋର ହୃଦୟ ବିଦୀର୍ଣ୍ଣ ହେଉଅଛି।
    ମୋର ବଳସବୁ କ୍ଷୀଣ ହୋଇଗଲାଣି ଓ ମୁଁ ଅନ୍ଧ ହୋଇଯାଉଛି।
11 ମୋର ରୋଗ ଯୋଗୁଁ ମୋର ବନ୍ଧୁ ଓ ପଡ଼ୋଶୀମାନେ ମୋତେ ଦେଖା କରିବାକୁ ଆସନ୍ତି ନାହିଁ।
    ମୋର ପରିବାରବର୍ଗ ମୋ’ଠାରୁ ଦୂରେଇ ରହନ୍ତି।
12 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
    ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି।
    ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।
13 ମୁଁ ଏକ ବଧିର ବ୍ୟକ୍ତି ତୁଲ୍ୟ, ଯିଏ ଶୁଣିପାରେ ନାହିଁ।
    ମୁଁ ଏକ ମୂକ ବ୍ୟକ୍ତି ତୁଲ୍ୟ, ଯିଏ କଥା କହିପାରେ ନାହିଁ।
14 ମୁଁ ଜଣେ ବଧିର ବ୍ୟକ୍ତି ପରି ଯିଏ, ପ୍ରତ୍ୟେକ ଲୋକମାନେ ଯାହା କରନ୍ତି ସର୍ବଦା ଶୁଣିପାରେ ନାହିଁ।
    ମୁଁ ସେମାନଙ୍କ ସହିତ ଯୁକ୍ତି ଏବଂ ପ୍ରମାଣ କରି ପାରିବି ନାହିଁ, କାରଣ ମୋର ଶତ୍ରୁମାନେ ଭୁଲ୍ କରୁଛନ୍ତି।
15 ତେଣୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ନିଶ୍ଚୟ ସହାୟ ହେବ।
    ହେ ପରମେଶ୍ୱର ମୋର ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଶ୍ଚୟ କହିବ।
16 “ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ।
    ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି।
    ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”
17 ମୁଁ ଜାଣେ ମୁଁ ପାପର ଶାସ୍ତି ଭୋଗୁଛି,
    ମୁଁ ମୋର ଯନ୍ତ୍ରଣାକୁ ଭୁଲିପାରିବି ନାହିଁ।
18 ହେ ସଦାପ୍ରଭୁ, ମୁଁ କହେ, ମୁଁ ଯେଉଁ ମନ୍ଦକାର୍ଯ୍ୟ କରିଛି, ମୁଁ ସ୍ୱୀକାର କରେ ଯାହା ପାପ ମୁଁ କରିଛି।
    ମୁଁ ମୋର ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।
19 ମୋର ଶତ୍ରୁମାନେ ସତେଜ ଓ ବଳବାନ ଅଟନ୍ତି।
    ସେମାନେ ଅନେକ ଥର ମିଥ୍ୟା କହିଛନ୍ତି।
20 ମୋର ଶତ୍ରୁମାନେ ମୋ’ ପ୍ରତି ମନ୍ଦ ଆଚରଣ କରନ୍ତି।
    କିନ୍ତୁ ମୁଁ ସେମାନଙ୍କ ପ୍ରତି ଉତ୍ତମ ବ୍ୟବହାର କରେ।
ମୁଁ ସବୁବେଳେ ଉତ୍ତମ କାର୍ଯ୍ୟ କରିବାକୁ ଚେଷ୍ଟା କରେ।
    ତଥାପି ସେହି ଲୋକମାନେ ମୋ’ ବିରୁଦ୍ଧରେ ଯାଆନ୍ତି।
21 ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ।
    ହେ ମୋର ପରମେଶ୍ୱର ମୋର ନିକଟରେ ରୁହ।
22 ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
    ହେ ମୋର ପରମେଶ୍ୱର ମୋତେ ଉଦ୍ଧାର କର।

ଗୀତସଂହିତା 119:25-48

ଦାଲତ୍

25 ମୁଁ ମରିବା ବେଳେ ଧୂଳିରେ ଗଡ଼େ।
    ଯେପରି ତୁମ୍ଭର ବାକ୍ୟ ଦ୍ୱାରା ପ୍ରତିଜ୍ଞା କରିଛି, ମୋତେ ବଞ୍ଚିବାକୁ ଦିଅ।
26 ମୁଁ ତୁମ୍ଭକୁ ମୋର ଜୀବନ ବିଷୟରେ କହିଅଛି।
    ଏବଂ ତୁମ୍ଭେ ମୋତେ ଉତ୍ତର ଦେଇଅଛ।
    ବର୍ତ୍ତମାନ ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
27 ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମୋତେ ବୁଝିବା ପାଇଁ ସାହାଯ୍ୟ କର।
    ତେବେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ଗଭୀରତମ ଭାବିବି।
28 ମୁଁ ଦୁଃଖିତ ଓ କ୍ଳାନ୍ତ ଅଟେ।
    ତୁମ୍ଭର ବାକ୍ୟର ପ୍ରତିଜ୍ଞା ଅନୁସାରେ ମୋତେ ପୁଣି ଶକ୍ତିଶାଳୀ କର।
29 ମୋତେ ମିଥ୍ୟା ଜୀବନ ବିତାଇବାକୁ ଦିଅ ନାହିଁ।
    ଦୟାକରି ମୋତେ ତୁମ୍ଭର ବ୍ୟବସ୍ଥା ଶିଖାଅ।
30 ମୁଁ ତୁମ୍ଭ ନିକଟରେ ବିଶ୍ୱସ୍ତ ହେବା ପାଇଁ ମନୋନୀତ ହୋଇଅଛି।
    ମୁଁ ଯତ୍ନ ସହକାରେ ତୁମ୍ଭର ନ୍ୟାୟପରାୟଣତାକୁ ଶିକ୍ଷା କରିବି।
31 ମୁଁ ତୁମ୍ଭ ବାକ୍ୟ ନିକଟବର୍ତ୍ତୀ ହୋଇ ଅନୁସରଣ କଲି।
    ହେ ସଦାପ୍ରଭୁ, ମୋତେ ନିରାଶ କର ନାହିଁ।
32 ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି,
    ଯେତେବେଳେ ତୁମ୍ଭେ ମୋର ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।

ହେ

33 ହେ ସଦାପ୍ରଭୁ, ତୁମ୍ଭ ନିୟମ ଦ୍ୱାରା ମୋତେ କିପରି ବଞ୍ଚିବାକୁ ହେବ ଶିଖାଅ
    ଏବଂ ତାକୁ ଅନୁସରଣ କଲେ ମୋର ପୁରସ୍କାର ହେବ।
34 ସେସବୁକୁ ବୁଝିବା ପାଇଁ ମୋତେ ସାହାଯ୍ୟ କର।
    ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି।
    ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତାହାକୁ ପାଳନ କରିବି।
35 ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶ ପଥରେ ମୋତେ ଆଗେଇ ନିଅ।
    ମୁଁ ବାସ୍ତବରେ ସେହିପରି ଜୀବନ ବିତାଇବା ପାଇଁ ବହୁତ ଭଲପାଏ।
36 ମୋତେ ଧନୀ ହେବା ପରିବର୍ତ୍ତେ
    ମୋତେ ବାକ୍ୟ ବିଷୟରେ ବୁଝିବା ପାଇଁ ସାହାଯ୍ୟ କର।
37 ସଦାପ୍ରଭୁ ଅସାର ବସ୍ତୁ ମୋତେ ଦେଖିବାକୁ ଦିଅ ନାହିଁ।
    ତୁମ୍ଭ ପଥରେ ଗ୍ଭଲିକି ମୋତେ ଜୀବନ ଖୋଜିବାକୁ ଦିଅ।
38 ତୁମ୍ଭେ ଆପଣା ଦାସ ପାଇଁ ଯାହା ପ୍ରତିଜ୍ଞା କରିଅଛ, ତାହା କର।
    ତେଣୁ ଲୋକମାନେ ତୁମ୍ଭକୁ ସମ୍ମାନ କରିବେ।
39 ସଦାପ୍ରଭୁ, ଅପମାନକୁ ଦୂରେଇ ନିଅ ଯାହାକୁ ମୁଁ ଭୟ କରେ।
    ତୁମ୍ଭର ବିଜ୍ଞ ନିଷ୍ପତ୍ତି ଉତ୍ତମ।
40 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ।
    ତୁମ୍ଭର ଧର୍ମରେ ମୋତେ ବଞ୍ଚିବାକୁ ଦିଅ।

ବୌ

41 ହେ ସଦାପ୍ରଭୁ, ମୋ’ ପ୍ରତି ତୁମ୍ଭର ପ୍ରେମ ପ୍ରଦର୍ଶନ କର।
    ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ପରିତ୍ରାଣ କର।
42 ତହିଁରେ ମୁଁ ସେମାନଙ୍କୁ ଉତ୍ତର ଦେବି,
    ଯେଉଁମାନେ ମୋତେ ଅପମାନିତ କରୁଥିଲେ।
    ହେ ସଦାପ୍ରଭୁ, ବାସ୍ତବରେ ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
43 ମୋତେ ତୁମ୍ଭର ସତ୍ୟ ଶିକ୍ଷା ବିଷୟରେ କହିବାକୁ ଦିଅ।
    ମୁଁ ତୁମ୍ଭର ବୁଦ୍ଧିମାନ ବାକ୍ୟରେ ନିର୍ଭର କରେ।
44 ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭର ଶିକ୍ଷା ଅନୁସରଣ କରିବି।
45 ତେଣୁ ମୁଁ ମୁକ୍ତ ହେବି,
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଅନୁସରଣ କରିବାକୁ ଚେଷ୍ଟା କରେ।
46 ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ୟ ବିଷୟରେ ଆଲୋଚନା କରିବି।
    ଏବଂ ମୁଁ ଲଜ୍ଜିତ ହେବି ନାହିଁ।
47 ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସୀ।
    ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନେହ କରିଅଛି।
48 ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ।
    ଏବଂ ମୁଁ ତୁମ୍ଭର ବ୍ୟବସ୍ଥାସବୁ ଧ୍ୟାନ କରିବି।

ଦାନିୟେଲଙ୍କ ପୁସ୍ତକ 5:1-12

କାନ୍ଥ ଉପରେ ଲେଖା

ରାଜା ବେ‌‌ଲ୍‌‌‌‌ଶତ୍ସର ନିଜର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧ୍ୟରେ ରାଜା ଦ୍ରାକ୍ଷାରସ ପାନ କଲେ। ବେ‌‌ଲ୍‌‌‌‌ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖ‌ଦ୍‌ନିତ୍ସର। ଯିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପାରେ ପାତ୍ରଗୁଡ଼ିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥିରେ ସେ, ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ। ତାଙ୍କର ଲୋକମାନେ ଯିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ୱରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ୟ ଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ପାତ୍ରରେ ପାନ କଲେ। ସେମାନେ ଦ୍ରାକ୍ଷାରସ ପାନ କରୁଥିବା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦେବଗଣର ପ୍ରଶଂସା କଲେ।

ସେହି ସମୟରେ ହଠାତ୍ ମନୁଷ୍ୟର ଏକ ହସ୍ତ ଦଶୃମାନ ହେଲା ଓ ରାଜପ୍ରାସାଦର କାନ୍ଥର ଲେପନ ଉପରେ ଅଙ୍ଗୁଳିରେ ଲେଖିଲା। ସେହି ହସ୍ତ ଦୀପରୁଖା ନିକଟସ୍ଥ ରାଜପ୍ରାସାଦ କାନ୍ଥରେ ଲେଖୁଥିଲା। ଆଉ ରାଜା ଲେଖୁଥିବା ସ୍ୱହସ୍ତର ଅଂଶ ଦେଖୁଥିଲେ।

ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ଼ ଏତେ ଦୁର୍ବଳ ହେଲା ଯେ ସେ ଛିଡ଼ା ହୋଇ ପାରିଲେ ନାହିଁ। ଗଣକ, କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲନୀୟ ବିଦ୍ୱାନମାନଙ୍କୁ କହିଲେ, “ଯେକେହି ଏହି ଲେଖା ପଢ଼ିପାରିବ ଓ ତାହାର ଅର୍ଥ ବାହାର କରି ପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦେବି ଓ ତାଙ୍କ କଣ୍ଠରେ ସୁବର୍ଣ୍ଣର ହାର ପିନ୍ଧାଇ ଦେବି। ଆଉ ସେ ରାଜ୍ୟର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବ।”

ତେଣୁ ରାଜାଙ୍କର ସମସ୍ତ ବିଦ୍ୱାନ ଲୋକ ଭିତରକୁ ଯଦିଓ ଆସିଲେ, ସେମାନେ ଲେଖା ପଢ଼ି ପାରିଲେ ନାହିଁ କି ତାହାର ଅର୍ଥ ବୁଝିଲେ ନାହିଁ। ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କ ଅମାତ୍ୟଗଣ ଦ୍ୱନ୍ଦରେ ପଡ଼ିଲେ। ଆଉ ରାଜା ଅଧିକ ଉ‌‌ଦ୍‌‌ବିଗ୍ନ ହେଲେ ଓ ତାଙ୍କର ମୁଖ ବିବର୍ଣ୍ଣ ହେଲା।

10 ତା’ପରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, “ହେ ରାଜା, ଦୀର୍ଘଜୀବୀ ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉ‌‌ଦ୍‌‌ବିଗ୍ନ ନ କରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ। 11 ତୁମ୍ଭ ରାଜ୍ୟରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତରରେ ପବିତ୍ର ଦେବଗଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦେବଗଣର ଜ୍ଞାନତୁଲ୍ୟ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠାରେ ପ୍ରକାଶିତ ହୋଇଥିଲା। ଆଉ ତୁମ୍ଭର ପିତା ରାଜା ନବୂଖ‌ଦ୍‌ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ, କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ। 12 ମୁଁ ଯେଉଁ ବ୍ୟକ୍ତି ବିଷୟରେ କହୁଛି, ସେ ଦାନିୟେଲ। ରାଜା ତାଙ୍କୁ ବେ‌‌ଲ୍‌‌‌‌ଟଶତ୍ସର ନାମ ଦେଇଥିଲେ। ସେହି ବେ‌‌ଲ୍‌‌‌‌ଟଶତ୍ସର ମହାନ ଥିଲେ। ସେ ଜ୍ଞାନୀ, ବୁଦ୍ଧିମାନ ଓ ସ୍ୱପ୍ନଦ୍ରଷ୍ଟା ଅଟନ୍ତି ଓ ସେ ନିଗୂଢ଼ ତଥ୍ୟ ପ୍ରକାଶ କରି ପାରନ୍ତି। ତାଙ୍କୁ ଡକାଅ। ସେ କେବଳ ଏ ଲେଖାର ଅର୍ଥ ବୁଝାଇ ଦେବେ।”

ଯୋହନଙ୍କ ପ୍ରଥମ ପତ୍ର 5:1-12

ପରମେଶ୍ୱରଙ୍କ ସନ୍ତାନ ଜଗତ ବିରୁଦ୍ଧରେ ଜୟଲାଭ କରନ୍ତି

ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। ଆମ୍ଭେ ପରମେଶ୍ୱରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ଅଟୁ। କାରଣ ପରମେଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ। ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି। ଆମ୍ଭର ବିଶ୍ୱାସ ଦ୍ୱାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ୱାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ୱାସ କରେ ଯେ ଯୀଶୁ ପରମେଶ୍ୱରଙ୍କ ପୁତ୍ର, ସେ ଜଗତରେ ବିଜୟୀ ହୁଏ।

ପରମେଶ୍ୱର ଆମ୍ଭମାନଙ୍କୁ ତାହାଙ୍କର ପୁତ୍ର ବିଷୟରେ କହିଲେ

ଯିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁ ଖ୍ରୀଷ୍ଟ। ଯୀଶୁ ଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ [a] ସହିତ ଆସିଥିଲେ। କେବଳ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସେହି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ୟ ସାକ୍ଷ୍ୟ ଦେଲେ। ଆତ୍ମା ହିଁ ସତ୍ୟ। ଯୀଶୁଙ୍କ ବିଷୟରେ ଆମ୍ଭକୁ ତିନି ଜଣ ସାକ୍ଷ୍ୟ ଦିଅନ୍ତି; ପବିତ୍ରଆତ୍ମା, ଜଳ ଓ ରକ୍ତ। ଏହି ତିନି ଜଣଙ୍କ ସାକ୍ଷ୍ୟ ଏକ ଅଟେ।

ଯେତେବେଳେ ଲୋକମାନେ ସତ୍ୟକଥା କହନ୍ତି, ଆମ୍ଭେ ତାହା ବିଶ୍ୱାସ କରିଥାଉ। କିନ୍ତୁ ପରମେଶ୍ୱର ଯାହା କହନ୍ତି, ତାହା ତ ଅଧିକ ବିଶ୍ୱାସ ଯୋଗ୍ୟ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କ ବିଷୟରେ ସତ୍ୟ ସାକ୍ଷ୍ୟ ଦିଅନ୍ତି। 10 ପରମେଶ୍ୱରଙ୍କର ପୁତ୍ରଙ୍କୁ ବିଶ୍ୱାସ କରୁଥିବା ବ୍ୟକ୍ତି ନିଜ ହୃଦୟରେ ସେହି ବାକ୍ୟ ସାକ୍ଷ୍ୟ ପାଇଅଛି। ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁ ନ ଥିବା ବ୍ୟକ୍ତି ପରମେଶ୍ୱରଙ୍କୁ ମିଥ୍ୟାବାଦୀ କରିଦିଏ, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ସମ୍ବନ୍ଧରେ ଯାହା କହିଛନ୍ତି, ସେ ତାହା ବିଶ୍ୱାସ କରେ ନାହିଁ। 11 ପରମେଶ୍ୱର ଏହା କହନ୍ତି: ପରମେଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। 12 ଯିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ୱରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।

ଲୂକ ଲିଖିତ ସୁସମାଗ୍ଭର 4:38-44

ଯୀଶୁ ପିତରଙ୍କ ଶାଶୁକୁ ସୁସ୍ଥ କଲେ(A)

38 ଯୀଶୁ ସମାଜଗୃହ ଛାଡ଼ି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା। ସେମାନେ ଯୀଶୁଙ୍କୁ, ତାହାଙ୍କୁ ସାହାଯ୍ୟ କରିବା ପାଇଁ କହିଲେ। 39 ଯୀଶୁ ତାହାଙ୍କର ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ। ତାହାଙ୍କର ଜ୍ୱର ଛାଡ଼ିଗଲା। ତା’ପରେ ସେ ଉଠି ସେମାନଙ୍କର ସେବାରେ ଲାଗିପଡ଼ିଲେ।

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ

40 ସୂର୍ଯ୍ୟ ଅସ୍ତ ହୋଇଯିବା ପରେ ଲୋକମାନେ ସେମାନଙ୍କର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନଙ୍କଠାରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସେମାନଙ୍କୁ ସୁସ୍ଥ କରିଦେଲେ। 41 ଆଉ ମଧ୍ୟ ସେମାନଙ୍କ ମଧ୍ୟରେ ଥିବା ଅନେକଙ୍କ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, “ତୁମ୍ଭେ ପରମେଶ୍ୱରଙ୍କର ପୁତ୍ର।” କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠୋର ଆଜ୍ଞା ଦେଲେ। କାରଣ ସେହି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ୱୟଂ ଖ୍ରୀଷ୍ଟ।

ଅନ୍ୟ ନଗରଗୁଡ଼ିକୁ ଯୀଶୁଙ୍କ ଯାତ୍ରା(B)

42 ଯୀଶୁ ଏକାକୀ ରହିବା ଉଦ୍ଦେଶ୍ୟରେ ତା’ ପରଦିନ ସକାଳେ ସେ ସ୍ଥାନ ଛାଡ଼ି ଅନ୍ୟତ୍ର ଗ୍ଭଲିଗଲେ। କିନ୍ତୁ ଲୋକମାନେ ତାହାଙ୍କୁ ଖୋଜିଲେ। ଖୋଜି ଖୋଜି ଶେଷରେ ସେମାନେ ଯୀଶୁ ଯେଉଁଠାରେ ଥିଲେ, ସେଠାରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କୁ ଛାଡ଼ି କରି କୁଆଡ଼େ ନ ଯା’ନ୍ତୁ ବୋଲି ସେମାନେ ଗ୍ଭହୁଁଥିଲେ। ତେଣୁ ସେମାନେ ଯାଶୁଙ୍କୁ ଅଟକେଇବାକୁ ଚେଷ୍ଟା କଲେ। 43 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ମୋତେ ଅନ୍ୟ ନଗରମାନଙ୍କରେ ମଧ୍ୟ ପ୍ରଗ୍ଭର କରିବାକୁ ପଡ଼ିବ। କାରଣ ମୋତେ ଏଥିପାଇଁ ପଠାଯାଇଛି।”

44 ଏହିଭଳି ଭାବରେ ଯୀଶୁ ଯିହୂଦାରେ ବିଭିନ୍ନ ସମାଜଗୃହମାନଙ୍କରେ ଉପଦେଶ ପ୍ରଗ୍ଭର କରିବାକୁ ଲାଗିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center