Book of Common Prayer
ଦାଉଦଙ୍କର ସଙ୍ଗୀତ।
24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
2 ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।
5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।
7 ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ।
ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 କିଏ ସେହି ଗୌରବମୟ ରାଜା?
ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।
9 ହେ ଫାଟକ ସବୁ ଖୋଲି ଯାଅ।
ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ [a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ [b] ଭ୍ରମଣ କରନ୍ତି।
8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।
9 ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି
ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
ତୁମ୍ଭେମାନେ ମୁକ୍ତି ପାଇଁ ମନୋନୀତ
13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ। 14 ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ। 15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।
16-17 ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
ଯାହାସବୁ ଗ୍ଭହୁଁଛ, ସେଥିପାଇଁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥାଅ(A)
7 “ମାଗ ସେଥିରେ ପରମେଶ୍ୱର ତାହା ତୁମ୍ଭକୁ ଦେବେ। ଖୋଜ ଏବଂ ତୁମ୍ଭେ ପାଇବ। ଦ୍ୱାରରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖୋଲିଯିବ। 8 କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠକ୍ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ।
9 “ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ, ତୁମ୍ଭେ କ’ଣ ତାକୁ ପଥରଟିଏ ଦେବ। 10 ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ’ଣ ତାକୁ ସାପଟିଏ ଦେବ? ନା! ତୁମ୍ଭେ ଦେବ ନାହିଁ? 11 ଏପରିକି ତୁମ୍ଭେ ମନ୍ଦ ଲୋକ ହୋଇ ମଧ୍ୟ ପିଲାମାନଙ୍କୁ କିଭଳି ଭଲ ଉପହାର ଦେବାକୁ ହୁଏ, ତାହା ତୁମ୍ଭେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ନ ଦେବେ!
ବ୍ୟବସ୍ଥାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିୟମ
12 “ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।
ସ୍ୱର୍ଗ ଏବଂ ନର୍କର ମାର୍ଗ(B)
13 “ସ୍ୱର୍ଗ ପଥରେ କଢ଼ାଇ ନେଉଥିବା ଅଣଓସାରିଆ ଫାଟକ ଦେଇ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପ୍ରଶସ୍ତ ରାସ୍ତା ନର୍କ ଆଡ଼କୁ ଯାଏ। ବହୁତ ଲୋକ ସେହି ରାସ୍ତାରେ ଯାଆନ୍ତି। 14 ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ ଛୋଟ। ବାସ୍ତବ ଜୀବନ ଆଡ଼କୁ ଯିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖୋଜି ପାଆନ୍ତି।
2010 by World Bible Translation Center