Book of Common Prayer
106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
2 ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
3 ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।
4 ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।
6 ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
ଆମ୍ଭେ ଅଧର୍ମ କରିଅଛୁ।
ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
7 ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ଯ୍ୟ କ୍ରିୟାମାନ ଦେଖାଇଥିଲ
ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାନ୍ତି।
ତୁମ୍ଭର ବହୁତ ଦୟାର କାମକୁ ସେମାନେ ମନେ ରଖିଲେ ନାହିଁ।
ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।
8 କିନ୍ତୁ ପରମେଶ୍ୱର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ।
ସେ ତାଙ୍କର ମହାଶକ୍ତିର ପରିଚୟ ଦେବା ପାଇଁ ସେମାନଙ୍କୁ ରକ୍ଷା କଲେ।
9 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା।
ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ସେହି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନେଲେ, ମରୁଭୂମିରେ ଚଳାଇବା ପରି।
10 ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ସେମାନଙ୍କର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ!
ସେମାନଙ୍କର ଶତ୍ରୁମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
11 ପରମେଶ୍ୱର ଜଳରାଶିଦ୍ୱାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ।
ସେମାନଙ୍କ ମଧ୍ୟରୁ ଜଣେ କେହି ରକ୍ଷା ପାଇଲେ ନାହିଁ।
12 ଏହା ପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ୱର ଯାହା କଲେ ତାହା ବିଶ୍ୱାସ କଲେ।
ସେମାନେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
13 କିନ୍ତୁ ପରମେଶ୍ୱର କରିଥିବା କାର୍ଯ୍ୟଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ।
ସେମାନେ ପରମେଶ୍ୱରଙ୍କ ଉପଦେଶ ଶୁଣିଲେ ନାହିଁ।
14 ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ
ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ।
କିନ୍ତୁ ପରମେଶ୍ୱର ସେମାନଙ୍କୁ ଭୟଙ୍କର ରୋଗ ଦେଲେ।
16 ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ।
ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।
17 ତେଣୁ ପରମେଶ୍ୱର ସେହି ଈର୍ଷାପରାୟଣ ଲୋକମାନଙ୍କୁ ଦଣ୍ଡିତ କଲେ।
ପୃଥିବୀ ଫାଟି ଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ୟ ଗ୍ରାସ କଲା ପୁଣି ଯୋଡ଼ି ହୋଇଗଲା।
18 ଏହା ପରେ ସେମାନଙ୍କ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା।
ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।
23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।
24 କିନ୍ତୁ ତା’ପରେ ସେହି ଲୋକମାନେ କିଣାନର ଆଶ୍ଚର୍ଯ୍ୟ ପୂର୍ଣ୍ଣ ସ୍ଥାନକୁ ଯିବା ପାଇଁ ମନା କଲେ।
ସେମାନେ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ନାହିଁ ଯେ ପରମେଶ୍ୱର ସେଠାରେ ବାସ କରୁଥିବା ଲୋକମାନଙ୍କୁ ସାହାଯ୍ୟ କରିବେ।
25 ଆମ୍ଭର ପୂର୍ବପୁରୁଷଗଣ ପରମେଶ୍ୱରଙ୍କୁ ମାନିବାକୁ ମନା କଲେ
ଏବଂ ସେମାନଙ୍କ ଗୃହରେ ସେମାନେ ଅଭିଯୋଗ କଲେ।
26 ତେଣୁ ପରମେଶ୍ୱର ସେମାନଙ୍କୁ ମରୁଭୂମିରେ
ବିନାଶ କରିବା ପାଇଁ ଶପଥ କଲେ।
27 ପରମେଶ୍ୱର ପ୍ରତିଜ୍ଞା କଲେ ଯେ, ଅନ୍ୟ ଦେଶରେ ସେହି ଲୋକମାନଙ୍କର ଭବିଷ୍ୟଦ୍ ବଂଶଧରଙ୍କୁ ପରାସ୍ତ କରିବେ।
ସେହି ଅନ୍ୟ ଦେଶ ମଧ୍ୟରେ ସେ ସେମାନଙ୍କ ପୂର୍ବପୁରୁଷଗଣଙ୍କୁ ଛିନ୍ନଛତ୍ର କଲେ।
28 ଏହା ପରେ ପରମେଶ୍ୱରଙ୍କ ଲୋକମାନେ ବାଲ୍-ପିୟୋରର ସେବା କଲେ।
ସେମାନେ ଅନ୍ୟ ଦେବତାମାନଙ୍କଠାରେ ବଳି ଦିଆଯାଇଥିବା ପଶୁମାନଙ୍କର ମାଂସ ଭକ୍ଷ୍ୟଣ କଲେ।
29 ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧ ପ୍ରକାଶ କଲେ।
ତେଣୁ ସେ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରଦର୍ଶନ କଲେ।
30 କିନ୍ତୁ ପୀନହସ୍ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ
ଏବଂ ପରମେଶ୍ୱର ତା’ର ମହାମାରୀ ଦୂର କଲେ।
31 ପରମେଶ୍ୱର ଜାଣିଲେ ପୀନହସ୍ ସୁକର୍ମ କଲା।
ପରମେଶ୍ୱର ତାଙ୍କୁ ଅନନ୍ତକାଳ ମନେ ରଖିଲେ।
32 ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ,
ତେଣୁ ସେମାନଙ୍କ ସକାଶୁ ମୋଶାଙ୍କୁ ବହୁତ ବିପଦ ଘଟିଲା।
33 ସେ ଲୋକମାନେ ମୋଶାଙ୍କୁ ବିରକ୍ତ କଲେ।
ତେଣୁ ମୋଶା କିଛି ନ ବିଗ୍ଭରି କହିବାକୁ ଲାଗିଲେ।
34 କିଣାନୀୟଠାରେ ରହୁଥିବା ଅନ୍ୟ ବିଦେଶୀୟମାନଙ୍କୁ ନଷ୍ଟ କରିବା ପାଇଁ ପରମେଶ୍ୱର କହିଲେ,
କିନ୍ତୁ ଇସ୍ରାଏଲୀୟମାନେ ତାଙ୍କ କଥା ମାନିଲେ ନାହିଁ।
35 ସେମାନେ ଅନ୍ୟ ଦେଶୀୟଙ୍କ ସଙ୍ଗେ ମିଶିଲେ
ଏବଂ ସେମାନଙ୍କ କ୍ରିୟାସକଳ କଲେ।
36 ପରମେଶ୍ୱରଙ୍କ ଲୋକମାନେ ଦେବତାମାନଙ୍କୁ ପୂଜା କରିବାକୁ ଆରମ୍ଭ କଲେ,
ଯାହାକି ଅନ୍ୟ ଲୋକମାନେ କରୁଥିଲେ ଏବଂ ସେହି ମୂର୍ତ୍ତିଗୁଡ଼ିକ ଫାନ୍ଦରେ ପରିଗଣିତ ହେଲେ।
37 ଏପରିକି ପରମେଶ୍ୱରଙ୍କର ଲୋକମାନେ
ସେମାନଙ୍କର ପିଲାମାନଙ୍କୁ ଅନ୍ୟ ଦେବତାଙ୍କ ନିକଟରେ ବଳି ଦେଲେ।
38 ପରମେଶ୍ୱରଙ୍କର ଲୋକମାନେ ନିରୀହ ପିଲାମାନଙ୍କୁ ହତ୍ୟା କଲେ।
ସେମାନେ ମଧ୍ୟ ସେମାନଙ୍କ ନିଜ ସନ୍ତାନମାନଙ୍କୁ ହତ୍ୟା କରି ମିଥ୍ୟା ଦେବଗଣ ନିକଟରେ ବଳି ଦେଲେ।
ତେଣୁ ଭୂମି, ହତ୍ୟା ପାପରେ ଦୂଷିତ ହୋଇଗଲା।
39 ତେଣୁ ପରମେଶ୍ୱରଙ୍କର ଲୋକମାନେ ସେମାନଙ୍କର କାର୍ଯ୍ୟଦ୍ୱାରା ଅପବିତ୍ର ହୋଇଥିଲେ।
ପରମେଶ୍ୱରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ୱାସୀ ହେଲେ ନାହିଁ।
ଅନ୍ୟ ଦେଶୀୟ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ୟ ସେପରି କାର୍ଯ୍ୟ କଲେ।
40 ଏହି ହେତୁ, ସଦାପ୍ରଭୁ ତାଙ୍କର ଲୋକମାନଙ୍କ ସହିତ ବହୁତ କ୍ରୋଧ କଲେ।
ପରମେଶ୍ୱର ସେମାନଙ୍କ ପ୍ରତି ବିରକ୍ତ ହେଲେ।
41 ପରମେଶ୍ୱର ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ
ଓ ସେମାନଙ୍କ ଶତ୍ରୁମାନେ ସେମାନଙ୍କ ଉପରେ ଶାସନ କଲେ।
42 ପରମେଶ୍ୱରଙ୍କ ଲୋକମାନଙ୍କର ଶତ୍ରୁମାନେ ସେମାନଙ୍କୁ ନିୟନ୍ତ୍ରଣ କଲେ
ଏବଂ ସେମାନଙ୍କର ଜୀବନ ଦୁଃର୍ବିସହ ହୋଇଗଲା।
43 ଅନେକ ଥର ପରମେଶ୍ୱର ସେମାନଙ୍କୁ ଉଦ୍ଧାର କଲେ।
ମାତ୍ର ସେମାନେ କ୍ରମାଗତ ପରମେଶ୍ୱରଙ୍କ ବିଦ୍ରୋହୀ ହେଲେ
ଏବଂ ଆପଣା ଇଚ୍ଛାନୁସାରେ କାର୍ଯ୍ୟରେ ବହୁତ ଗଭୀର ପର୍ଯ୍ୟନ୍ତ ବୁଡ଼ିଗଲେ।
44 କିନ୍ତୁ ଯେତେବେଳେ ପରମେଶ୍ୱରଙ୍କ ଲୋକ ବିପଦରେ ପଡ଼ିଲେ ସେମାନେ ସର୍ବଦା ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ ଡାକିଲେ।
ଏବଂ ପ୍ରତ୍ୟେକ ଥର ପରମେଶ୍ୱର ସେମାନଙ୍କ ପ୍ରାର୍ଥନା ଶୁଣିଲେ।
45 ପରମେଶ୍ୱର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି
ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦେବାରେ ତାଙ୍କର ମନକୁ ପରିବର୍ତ୍ତନ କଲେ।
46 ସେ ସେମାନଙ୍କର ସମସ୍ତଙ୍କୁ ବନ୍ଦୀ କରିଥିବା ମନରେ
ଦୟା ଦେଖାଇଲେ।
47 ହେ ସଦାପ୍ରଭୁ ପରମେଶ୍ୱର ଆମ୍ଭକୁ ରକ୍ଷାକର।
ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ।
ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ
ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ।
ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ।
ସମସ୍ତ ଲୋକ କହନ୍ତୁ “ଆମେନ୍!”
ସଦାପ୍ରଭୁଙ୍କର ପ୍ରଶଂସା କର।
କୌଣସି ଲୋକର ପାପର କାରଣ ହୁଅ ନାହିଁ
13 ତା’ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ। 14 ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।
15 ତାହାକୁ ସେ ଗ୍ରହଣ କରିବା ଅନୁଚିତ୍। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା’ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଗ୍ଭଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା’ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ୟ ପ୍ରାଣତ୍ୟାଗ କରିଥିଲେ। 16 ତୁମ୍ଭ ଦ୍ୱାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ। 17 ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା। 18 ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।
19 ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା। 20 ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ। 21 ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ୱାରା, ପାପକର୍ମ କରିବାକୁ ବାଧ୍ୟ କରେ, ତା’ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।
22 ନିଜର ଏହିଭଳି ବିଶ୍ୱାସ ଗୁଡ଼ିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲାବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ। 23 କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା’ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା’ହେଲେ ସେ ପାପ କରୁଛି।
ମରିଯାଇଥିବା ଝିଅକୁ ଜୀବନ ଦେବା ଓ ରୋଗୀ ସ୍ତ୍ରୀ ଲୋକକୁ ସୁସ୍ଥ କରିବା(A)
40 ଯୀଶୁ ଗାଲିଲୀ ଫେରିଯିବା ପରେ ଲୋକମାନେ ତାହାଙ୍କୁ ସ୍ୱାଗତ କଲେ। ସମସ୍ତେ ତାହାଙ୍କୁ ଅପେକ୍ଷା କରି ରହିଥିଲେ। 41 ଯାଈରସ ନାମରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସେଠାକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡ଼ିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ। 42 ଯାଈରସଙ୍କର ଗୋଟିଏ ବୋଲି ଝିଅ ଥିଲା। ତାହାକୁ ବାର ବର୍ଷ ବୟସ ହୋଇଥିଲା। ସେ ମରିଯିବା ଅବସ୍ଥାରେ ପଡ଼ିଥିଲା। ଯୀଶୁ ଯେତେବେଳେ ଯାଈରସର ଘରକୁ ଯାଉଥିଲେ, ସେତେବେଳେ ବହୁ ସଂଖ୍ୟାରେ ଲୋକ ତାହାଙ୍କ ଘର ଗ୍ଭରିପାଖକୁ ଆସିଗଲେ।
ଲୋକଙ୍କ ଭିଡ଼ ଭିତରେ ଯୀଶୁ ଗ୍ଭପି ହୋଇ ଯାଉଥିଲେ। 43 ସେଠାରେ ଜଣେ ସ୍ତ୍ରୀ ଲୋକ ମଧ୍ୟ ଥିଲା। ତା’ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତା’ର ସମସ୍ତ ଅର୍ଥ ଔଷଧରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦେବା ପାଇଁ ସମର୍ଥ ହୋଇ ନ ଥିଲେ। 44 ସେହି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁଦେଲା। ତତ୍କ୍ଷଣାତ୍ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା। 45 ସେତେବେଳେ ଯୀଶୁ ପଗ୍ଭରିଲେ, “ମୋତେ କିଏ ଛୁଇଁଲା?”
ସବୁ ଲୋକ କହିଲେ ଯେ, ସେମାନେ ତାହାଙ୍କୁ ଛୁଇଁ ନାହାନ୍ତି। ତା’ପରେ ପିତର କହିଲେ, “ଗୁରୁ, ସବୁ ଲୋକତ ଆପଣଙ୍କ ଗ୍ଭରିପଟେ ଘେରି ରହିଛନ୍ତି ଏବଂ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି।”
46 କିନ୍ତୁ ଯୀଶୁ କହିଲେ, “ଜଣେ କେହି ମୋତେ ଛୁଇଁଛି। କାରଣ ମୋ’ଠାରୁ ଶକ୍ତି ବାହାରି ଯାଇଥିବା ମୁଁ ଅନୁଭବ କରିଛି।” 47 ସ୍ତ୍ରୀ ଲୋକଟି ଦେଖିଲା ଯେ ସେ ଲୁଚି ରହି ପାରିବ ନାହିଁ, ତେଣୁ ସେ ଥରି ଥରି ଆଗକୁ ଆସିଲା। ସେ ଯୀଶୁଙ୍କ ଆଗରେ ମୁଣ୍ଡ ନୁଆଇଲା। ସେ ଯୀଶୁଙ୍କୁ କାହିଁକି ଛୁଇଁଦେଲା, ସେଇ କଥା ସବୁ ଲୋକମାନଙ୍କ ଆଗରେ କହିଲା। ସେ କହିଲା ଯେ, ଯେତେବେଳେ ସେ ଯୀଶୁଙ୍କୁ ଛୁଇଁଦେଲା, ତତ୍କ୍ଷଣାତ୍ ସେ ସୁସ୍ଥ ହୋଇଗଲା। 48 ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ହେ ଝିଅ, ତୁମ୍ଭେ ବିଶ୍ୱାସ କଲ ସେଥିପାଇଁ ସୁସ୍ଥ ହୋଇଗଲ। ଏଥର ଶାନ୍ତିରେ ଯାଅ।”
49 ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, “ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅ ନାହିଁ।”
50 ଯୀଶୁ ଏ କଥା ଶୁଣିଲେ। ସେ ଯାଈରସଙ୍କୁ କହିଲେ, “ଭୟ କର ନାହିଁ। ବିଶ୍ୱାସ ରଖ, ତୁମ୍ଭ ଝିଅ ସୁସ୍ଥ ହୋଇଯିବ।”
51 ଯୀଶୁ ଘରକୁ ଆସିଲେ। ସେ କେବଳ ପିତର, ଯୋହନ ଓ ଯାକୁବ ତଥା ଝିଅଟିର ବାପା-ମାଙ୍କୁ ତାହାଙ୍କ ସହିତ ଭିତରକୁ ଯିବାକୁ ଦେଲେ। 52 ସମସ୍ତେ ସେହି ଝିଅଟିର ମୃତ୍ୟୁ ପାଇଁ କାନ୍ଦୁଥିଲେ ଓ ଦୁଃଖ କରୁଥିଲେ। କିନ୍ତୁ ଯୀଶୁ କହିଲେ, “କାନ୍ଦ ନାହିଁ, ସେ ମରି ନାହିଁ, ସେ କେବଳ ଶୋଇଛି ମାତ୍ର।”
53 ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। କାରଣ ସେମାନେ ଜାଣିଥିଲେ ଯେ ଝିଅଟି ମରିଯାଇଛି। 54 କିନ୍ତୁ ଯୀଶୁ ଝିଅଟିର ହାତ ଧରି ତାକୁ ଡାକିଲେ, “ହେ ଝିଅ, ଉଠିପଡ଼।” 55 ସେହିକ୍ଷଣି ତା’ ଶରୀର ଭିତରକୁ ତା’ର ଆତ୍ମା ଫେରି ଆସିଲା ଓ ସେ ସଙ୍ଗେ ସଙ୍ଗେ ଠିଆ ହୋଇ ପଡ଼ିଲା। ଯୀଶୁ ଆଜ୍ଞା ଦେଲେ, “ତାକୁ କିଛି ଖାଇବାକୁ ଦିଅ।” 56 ତା’ ବାପାମା ବିସ୍ମିତ ହୋଇଗଲେ। ଯୀଶୁ ସେମାନଙ୍କୁ ଏ ଘଟଣା କାହାରି ଆଗରେ ନ କହିବାକୁ କହିଲେ।
2010 by World Bible Translation Center