Book of Common Prayer
93 ସଦାପ୍ରଭୁ ରାଜା ଅଟନ୍ତି।
ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
ଏହା ଯେପରି ଟଳମଳ ହୋଇ ନ ଯାଏ।
2 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
5 ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ।
34 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି।
ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ।
ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର।
ତାଙ୍କ ନାମର ମହିମା କୀର୍ତ୍ତନ କର।
4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି।
ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର।
ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ।
ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
6 ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା
ଓ ସଦାପ୍ରଭୁ ତାହା ଶୁଣିଲେ
ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
7 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି,
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
8 ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ।
ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
9 ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର।
ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ।
କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
11 ହେ ପିଲାମାନେ, ଆସ ମୋ’ କଥା ଶୁଣ;
କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
12 ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ
ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
13 ସେହି ବ୍ୟକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର
ଓ ସେ ମିଥ୍ୟା କହିବା ଉଚିତ୍ ନୁହେଁ।
14 ମନ୍ଦକାର୍ଯ୍ୟ କରିବା ବନ୍ଦ କର।
କେବଳ ଉତ୍ତମ କାର୍ଯ୍ୟ କର।
ଶାନ୍ତି ପାଇଁ କାର୍ଯ୍ୟ କର।
ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।
15 ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି।
ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
16 କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି।
ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।
17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ।
ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
18 ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା’ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି।
ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି।
ସେ ସେମାନଙ୍କୁ ଉଦ୍ଧାର କରନ୍ତି।
19 ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ
କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
20 ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ
ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
21 କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ।
ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
22 ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି।
ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।
ଆମ୍ଭ ଜୀବନର ରହସ୍ୟ
14 ମୁଁ ତୁମ୍ଭ ପାଖକୁ ଶୀଘ୍ର ଯିବି ବୋଲି ଆଶା କରେ। 15 କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତେବେ ମଧ୍ୟ ତୁମ୍ଭେମାନେ ଜାଣି ପାରିବ ଯେ ପରମେଶ୍ୱରଙ୍କ ପରିବାରରେ ଲୋକମାନେ କ’ଣ କ’ଣ କରିବା ଅବଶ୍ୟକ। ସେହି ପରିବାର ଜୀବିତ ପରମେଶ୍ୱରଙ୍କର ମଣ୍ଡଳୀ ଅଟେ। ପରମେଶ୍ୱରଙ୍କ ମଣ୍ଡଳୀ ସତ୍ୟର ଅବଲମ୍ବନ କରେ ଓ ମୂଳଦୁଆ ଅଟେ। 16 ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ,
ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ;
ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ
ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ;
ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା;
ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ;
ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ଭଣ୍ଡ ଶିକ୍ଷକମାନଙ୍କ ବିଷୟରେ ସତର୍କବାଣୀ
4 ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ। 2 ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ। 3 ସେମାନେ ଲୋକମାନଙ୍କୁ ବିବାହ କରିବା ଅନୁଚିତ୍ ବୋଲି କହନ୍ତି। ସେମାନେ ଲୋକମାନଙ୍କୁ ଏ କଥା ମଧ୍ୟ କୁହନ୍ତି ଯେ କେତେକ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ୍ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ୱର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ୱାସୀ ଏବଂ ସତ୍ୟକୁ ଜାଣନ୍ତି, ସେମାନେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସେହି ଖାଦ୍ୟ ଖାଇ ପାରିବେ। 4 ପରମେଶ୍ୱର ଯାହାସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲା ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ୍ ନୁହେଁ। 5 ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ପ୍ରତ୍ୟେକ ବିଷୟ ପରମେଶ୍ୱର କହିଥିବା କଥା ଦ୍ୱାରା ଓ ପ୍ରାର୍ଥନା ଦ୍ୱାରା ପବିତ୍ର ହୋଇଥାଏ।
ଗହମ ଓ ବାଳୁଙ୍ଗାର ଉଦାହରଣ
24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। “ସ୍ୱର୍ଗରାଜ୍ୟ ଜଣେ ବ୍ୟକ୍ତି ଭଳି ଯେ କି ନିଜ ଜମିରେ ଭଲ ବୀଜ ବୁଣିଥିଲେ। 25 କିନ୍ତୁ ସବୁ ଲୋକ ଶୋଇଥିବା ସମୟରେ ସେହି ଲୋକର ଶତ୍ରୁ ଆସିଲା। ସେ ଗହମ ମଝିରେ ବାଳୁଙ୍ଗାବୀଜ ବୁଣି ଦେଲା। ତା’ପରେ ସେ ଗ୍ଭଲିଗଲା। 26 ଗହମ ଗଛ ବଢ଼ିଲା ଓ ସେଥିରେ କେଣ୍ଡା ଫଳିଲା। ସେତିକି ବେଳକୁ ବାଳୁଙ୍ଗା ବି ଦେଖାଗଲା। 27 ସେହି ବ୍ୟକ୍ତିର ଗ୍ଭକରମାନେ ଆସିଲେ ଓ ଜମି ମାଲିକକୁ କହିଲେ, ‘ତୁମ୍ଭେ ତ ଜମିରେ ଭଲ ବୀଜ ବୁଣିଥିଲ, ତେବେ ଏତେ ବାଳୁଙ୍ଗା କେମିତି ଉଠିଲା?’
28 “ସେ ସେମାନଙ୍କୁ କହିଲେ, ‘ଏହା କୌଣସି ଶତ୍ରୁର କାର୍ଯ୍ୟ।’
“ଗ୍ଭକରମାନେ ପଗ୍ଭରିଲେ, ‘ଆମ୍ଭେ ଯାଇ ବାଳୁଙ୍ଗାତକ ଉପାଡ଼ି ଦେଉ ବୋଲି ଆପଣ ଗ୍ଭହାନ୍ତି କି?”
29 “କ୍ଷେତମାଲିକ ସେମାନଙ୍କୁ ମନାକରି କହିଲେ, ‘ତୁମ୍ଭେମାନେ ବାଳୁଙ୍ଗା ଉପାଡ଼ିଲା ବେଳେ ତା’ ସହିତ ଗହମ ମଧ୍ୟ ଉପାଡ଼ି ଦେବ। 30 ଫସଲ ପାଚିବା ପର୍ଯ୍ୟନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢ଼ନ୍ତୁ। କାଟିବା ବେଳେ ମୁଁ କଟାଳୀମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗାଗୁଡ଼ିକୁ ଏକାଠି କରି ବିଡ଼ାବାନ୍ଧି ଜାଳି ଦିଅ, ତା’ପରେ ଗହମ ସଂଗ୍ରହ କରି ଅମାରରେ ରଖିଦିଅ।’”
ଯୀଶୁ ଅନେକ ଦୃଷ୍ଟାନ୍ତ ଦ୍ୱାରା ଶିକ୍ଷା ଦେଲେ(A)
31 ତା’ପରେ ଯୀଶୁ ସେହି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ସ୍ୱର୍ଗରାଜ୍ୟ ଗୋଟିଏ ସୋରିଷ ଦାନା ଭଳି। ଜଣେ ତାକୁ ନେଇ ତା’ କ୍ଷେତରେ ଲଗାଏ. 32 ସେ ବୀଜ ଅନ୍ୟ ବୀଜ ତୁଳନାରେ ସବୁଠାରୁ ଛୋଟ ଥାଏ, କିନ୍ତୁ ତାହା ଯେତେବେଳେ ବଡ଼ ହୁଏ, ସେତେବେଳେ ବଗିଗ୍ଭରେ ସମସ୍ତ ଗ୍ଭରା ଅପେକ୍ଷା ବଡ଼ ହୋଇଯାଏ। ତାହା ଗଛରେ ପରିଣତ ହୁଏ। ଆକାଶର ପକ୍ଷୀମାନେ ଆସି ଏହି ଗଛର ଶାଖାରେ ବସା ବାନ୍ଧି ଆଶ୍ରୟ ନିଅନ୍ତି।”
33 ତା’ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: “ସ୍ୱର୍ଗରାଜ୍ୟ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ଼ ପାତ୍ରରେ ଥିବା ଅଟାରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବାରେ ଖମୀର କାମ ଦେଲା।”
34 ଯୀଶୁ ସବୁକିଛି କାହାଣୀ ମାଧ୍ୟମରେ କହୁଥିଲେ। ବାସ୍ତବରେ ସେ ସେମାନଙ୍କୁ କାହାଣୀ ମାଧ୍ୟମ ଛଡ଼ା କିଛି କହୁ ନ ଥିଲେ।
2010 by World Bible Translation Center