Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।
85 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ।
ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ।
ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।
2 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ।
ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ।
3 ଆପଣା ସମସ୍ତ କ୍ରୋଧରୁ ନିବୃତ୍ତ ହେଲ।
ଆପଣା କ୍ରୋଧରେ ପ୍ରଚଣ୍ଡ ହେଲ ନାହିଁ।
4 ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ
ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।
5 ତୁମ୍ଭେ କି ସଦାକାଳ ଆମ୍ଭ ଉପରେ
କ୍ରୋଧିତ ହୋଇ ରହିବ?
6 ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ।
ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।
7 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର
ଏବଂ ଦେଖାଇ ଦିଅ ଯେ ତୁମ୍ଭେ ଆମ୍ଭକୁ ପ୍ରେମ କରୁଛ।
8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି।
ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ।
ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।
9 ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ।
ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।
10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ।
ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ
ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।
12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ
ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ
ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।
ଦାଉଦଙ୍କର ପ୍ରାର୍ଥନା।
86 ହେ ସଦାପ୍ରଭୁ, ମୋର ଗୁହାରି ଶୁଣ।
ଏବଂ ମୋ’ ପ୍ରାର୍ଥନାର ଉତ୍ତର ଦିଅ।
କାରଣ ମୁଁ ଜଣେ ଦିନହୀନ, ନିଃସହାୟ ମଣିଷ।
2 ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର!
ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର।
ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
3 ହେ ମୋର ପ୍ରଭୁ, ମୋ’ ପ୍ରତି ଦୟା ଦେଖାଅ।
ମୁଁ ତୁମ୍ଭଠାରେ ପ୍ରତିଦିନ ପ୍ରାର୍ଥନା କରୁଅଛି।
4 ହେ ସଦାପ୍ରଭୁ, ମୁଁ ମୋ’ ଜୀବନ ତୁମ୍ଭ ହସ୍ତରେ ସମର୍ପଣ କରିଛି,
ତେଣୁ ମୋତେ ତୁମ୍ଭର ସେବକକୁ ଆନନ୍ଦ ଦିଅ।
5 ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ,
ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।
7 ସଦାପ୍ରଭୁ, ମୋର ବିପଦକାଳରେ ମୁଁ ତୁମ୍ଭକୁ ଡାକିବି।
ମୁଁ ଜାଣେ ତୁମ୍ଭେ ଉତ୍ତର ଦେବ।
8 ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ।
ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।
9 ହେ ପ୍ରଭୁ, ତୁମ୍ଭେ ପ୍ରତ୍ୟେକ ଦେଶଗୁଡ଼ିକୁ ସୃଷ୍ଟି କରିଛ।
ସେମାନେ ଆସିବେ ଓ ମଥାନତ ହୋଇ ତୁମ୍ଭ ସମ୍ମୁଖରେ ଛିଡ଼ା ହେବେ ଏବଂ ତୁମ୍ଭର ନାମକୁ ପ୍ରଶଂସା କରିବେ।
10 ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟ କର୍ମମାନ କର।
ତୁମ୍ଭେ ହିଁ ଏକମାତ୍ର, ପରମେଶ୍ୱର ଅଟ।
11 ସଦାପ୍ରଭୁ, ତୁମ୍ଭର ପଥ, ମୋତେ ଶିକ୍ଷା ଦିଅ
ଓ ମୁଁ ତୁମ୍ଭପରି ହେବାକୁ ଶିଖିବି।
ମୋତେ ତୁମ୍ଭର ନାମକୁ ସମ୍ମାନ ଦେବାରେ ସାହାଯ୍ୟ କର,
ଯାହା ମୋ’ ଜୀବନର ମୁଖ୍ୟ ଜିନିଷ ଅଟେ।
12 ହେ ପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭକୁ ହୃଦୟ ସହିତ ପ୍ରଶଂସା କରିବି।
ମୁଁ ସର୍ବଦା ତୁମ୍ଭ ନାମରେ ଗୌରବ କରିବି।
13 ମୋ’ ପ୍ରତି ତୁମ୍ଭର ଦୟା ମହତ୍ ଅଟେ।
ତୁମ୍ଭେ ମୋ’ ଜୀବନକୁ ଶେଷାବସ୍ଥା ମୃତ୍ୟୁ ମୁଖରୁ ଉଦ୍ଧାର କରିଛ।
14 ହେ ପରମେଶ୍ୱର, ଗର୍ବୀ ଲୋକମାନେ ମୋତେ ଆକ୍ରମଣ କରିଛନ୍ତି।
ଦଳେ ଦୁଷ୍ଟ ଲୋକ ମୋତେ ହତ୍ୟା କରିବାକୁ ଉଦ୍ୟମ କରୁଛନ୍ତି।
ଏବଂ ସେମାନେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।
15 ହେ ମୋର ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କରୁଣାମୟ ପରମେଶ୍ୱର।
ତୁମ୍ଭେ ଧୈର୍ଯ୍ୟଶୀଳ, ପ୍ରେମ ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16 ତୁମ୍ଭେ ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର।
ମୁଁ ତୁମ୍ଭର ଦାସ, ମୋତେ ଶକ୍ତି ଦିଅ।
ମୁଁ ତୁମ୍ଭର ଦାସ, ମୋତେ ରକ୍ଷା କର।
17 ହେ ସଦାପ୍ରଭୁ, ମୋତେ ଟିକେ ସୂଚନା ଦିଅ ଯେ, ମୋର ସବୁକିଛି ପାଇଁ ଉତ୍ତମ ହୋଇ ପାରିବ।
ମୋର ଶତ୍ରୁଗଣ ତାହା ଦେଖି ନିରାଶ ହେବେ।
ଏଥିରୁ ସେମାନେ ଜାଣିବେ ଯେ ତୁମ୍ଭେ ମୋର ପ୍ରାର୍ଥନା ଗ୍ରହଣ କଲ ଓ ମୋତେ ସାନ୍ତ୍ୱନା କଲ।
91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
2 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
3 ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ।
ପକ୍ଷୀ ତା’ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
5 ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ।
କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
6 ଅନ୍ଧକାରଗାମୀ ମହାମାରୀ,
କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
7 ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ।
ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ,
କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହେବ ନାହିଁ।
8 ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି।
ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।
9 ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!
ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ।
କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ।
ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
12 ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ,
ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ।
ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
ବିଶ୍ରାମବାର ନିମିତ୍ତକ ଗୀତ।
92 ସଦାପ୍ରଭୁଙ୍କର ଧନ୍ୟବାଦ କରିବା ଉତ୍ତମ।
ହେ ସର୍ବୋପରିସ୍ଥ ପରମେଶ୍ୱର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
2 ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ
ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
3 ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ
ସୂ-ଗୀତ ଗାନ କରିବା ଭଲ।
4 ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି।
ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।
5 ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍।
ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
6 ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ,
କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।
7 ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି
ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି।
ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।
8 କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।
9 ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହେବେ।
ସେହି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହେବେ ଏବଂ ଛିନ୍ନ ବିଚ୍ଛିନ୍ନ ହୋଇଯିବେ।
10 କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ।
ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି।
ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ।
ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
11 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି।
ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।
12 ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ
ଲିବାନୋନ୍ର ଏରସ ଗଛ ତୁଲ୍ୟ।
13 ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ
ଅଙ୍କୁରିତ ଡାଳଗଛ ସ୍ୱରୂପ।
14 ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ।
ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
15 ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ।
ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
28 ସେହି ତେଜ ତା’ର ଚତୁର୍ପାର୍ଶ୍ୱରେ ଝଟକୁଥିଲା ଏବଂ ଏକ ଇନ୍ଦ୍ରଧନୁ ପରି ଦେଖାଗଲା, ଯାହା ବର୍ଷା ଦିନରେ ମେଘରେ ଦେଖାଯାଏ। ଏହା ସଦାପ୍ରଭୁଙ୍କ ମହିମା ମୂର୍ତ୍ତିର ଆଭା ଥିଲା। ଯେଉଁ ସମୟରେ ମୁଁ ଏହା ଦେଖିଲି, ଭୂମିରେ ମୁହଁ ମାଡ଼ି ପଡ଼ିଲି। ଏକ ସ୍ୱର ମୋତେ କିଛି କହୁଥିବାର ଶୁଣିଲି।
The Lord Speaks to Ezekiel
2 ଅନନ୍ତର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହେବି।”
2 ତା’ପରେ ଏକ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଠିଆ କରାଇଲା। ତା’ପରେ ସେହି ସ୍ୱର ମୋ’ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା। 3 ତା’ପରେ ସେ ମୋତେ କହିଲା, “ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲର ସନ୍ତାନଗଣଙ୍କ ନିକଟକୁ ପ୍ରେରଣ କରୁଛି। ସେମାନେ ଏକ ବିଦ୍ରୋହୀ ଜାତି। ସେମାନେ ଓ ସେମାନଙ୍କର ପୂର୍ବପୁରୁଷଗଣ ମୋ’ ବିରୁଦ୍ଧରେ ବିଦ୍ରୋହ କଲେ ଓ ଆଜି ପର୍ଯ୍ୟନ୍ତ ପାପ କରି ଗ୍ଭଲିଛନ୍ତି। 4 ସେହି ଲୋକମାନେ ସ୍ୱେଚ୍ଛାଗ୍ଭରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଛି। ସେମାନଙ୍କୁ କୁହ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।’ 5 ସେମାନେ ବିଦ୍ରୋହୀ ବଂଶ, ସେମାନେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭେମାନେ ଏହିସବୁ କଥା ନିଶ୍ଚୟ କହିବ, ଯାହା ଫଳରେ ସେମାନେ ଜାଣିବେ ଯେ, ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ପହଞ୍ଚିଛନ୍ତି।
6 “ହେ ମନୁଷ୍ୟ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁର୍ପାର୍ଶ୍ୱରେ କଣ୍ଟକ ତୁଲ୍ୟ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ। କିନ୍ତୁ ସେମାନଙ୍କୁ ଭୟ କର ନାହିଁ। ସେମାନେ ଯାହା କୁହନ୍ତି, ସେଥିରେ ଭୟଭୀତ ହୁଅ ନାହିଁ, ସେମାନଙ୍କ ଗ୍ଭହାଣି ଦ୍ୱାରା ଆତଙ୍କିତ ହୁଅ ନାହିଁ। 7 ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସେମାନଙ୍କୁ କୁହ କାରଣ ସେମାନେ ଅତ୍ୟନ୍ତ ବିଦ୍ରୋହୀ।
8 “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ନିଜର ମୁଖ ଖୋଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।”
9 ତା’ପରେ ମୁଁ ଦେଖିଲି ଏକ ହସ୍ତ ମୋ’ ଆଡ଼େ ପ୍ରସାରିତ ହେଲା। ସେ ହାତରେ ଲେଖାଥିବା ଏକ ନଳାକାର ପୁସ୍ତକ ଥିଲା। 10 ଆଉ ମୁଁ ସେହି ଗୁଡ଼ା ହୋଇଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲେଖା ହୋଇଥିବାର ଦେଖିଲି। ଆଉ ସେଥିରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।
3 ଅନନ୍ତର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭ ସମ୍ମୁଖରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇସ୍ରାଏଲ ବଂଶକୁ ଯାଇ ଏସବୁ କଥା କୁହ।”
2 ତେଣୁ ମୁଁ ମୁଖ ଖୋଲିଲି ଓ ସେ ସେହି ନଳାକାର ପୁସ୍ତକ ମୋତେ ଭୋଜନ କରାଇଲେ। 3 ତା’ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉଅଛୁ, ତାହା ତୁମ୍ଭେ ଆପଣା ଉଦରରେ ପୂରାଅ।”
ତେଣୁ ମୁଁ ସେହି ନଳାକାର ପୁସ୍ତକଟିକୁ ଖାଇଦେଲି ଓ ଏହା ମହୁପରି ମିଠା ଲାଗିଲା।
ଯୀଶୁ ଆମ୍ଭକୁ ପରମେଶ୍ୱରଙ୍କ ସମ୍ମୁଖୀନ ହେବାରେ ସାହାଯ୍ୟ କରନ୍ତି
14 ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ। 15 ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ। 16 ଆମ୍ଭେମାନେ ଉପଯୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ୱରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାଯାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।
5 ପ୍ରତ୍ୟେକ ଯିହୂଦୀ ମହାଯାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ୱରଙ୍କୁ ଆପଣା ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସେହି ମହାଯାଜକ ଲୋକମାନଙ୍କୁ ସାହାଯ୍ୟ କରନ୍ତି। 2 ଅନ୍ୟ ଲୋକମାନଙ୍କ ଭଳି ମହାଯାଜକର ମଧ୍ୟ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ। 3 ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।
4 ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ। 5 ଖ୍ରୀଷ୍ଟ ମଧ୍ୟ ସେହି ଡକା ହୋଇଥିଲେ। ସେ ପରମେଶ୍ୱରଙ୍କ ଦ୍ୱାରା ସେ ମନୋନୀତ ହୋଇଥିଲେ। ପରମେଶ୍ୱର ତାହାଙ୍କୁ କହିଲେ:
“ତୁମ୍ଭେ ମୋର ପୁତ୍ର;
ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।” (A)
6 ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି:
“ମଲ୍କୀଷେଦକଙ୍କ ପରି
ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” (B)
ମୋଶା ଓ ଏଲିୟଙ୍କ ସହିତ ଯୀଶୁ(A)
28 ଏ କଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ। 29 ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେହେରା ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହୋଇଗଲା। 30 ତା’ପରେ ସେଠାରେ ଦୁଇଜଣ ପୁରୁଷ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ। ସେମାନେ ମୋଶା ଓ ଏଲିୟ ଥିଲେ। 31 ସେମାନଙ୍କ ଚେହେରା ମଧ୍ୟ ଝଲକୁ ଥିଲା। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମରେ ଘଟିବାକୁ ଥିବା ତାହାଙ୍କ ମୃତ୍ୟୁ ବିଷୟରେ କଥାବାର୍ତ୍ତା ହେଉଥିଲେ। 32 ସେତେବେଳେ ପିତର ଓ ଅନ୍ୟମାନେ ଶୋଇ ପଡ଼ିଥିଲେ। କିନ୍ତୁ ସେମାନେ ଉଠି ପଡ଼ିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହୋଇଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ସେମାନେ ଦେଖିଲେ: 33 ମୋଶା ଓ ଏଲିୟ ଯିବାକୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଭଲ ହେଲା ଯେ ଆମ୍ଭେମାନେ ଏଠାରେ ଅଛୁ। ଆମ୍ଭେମାନେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ। ଗୋଟିଏ ତୁମ୍ଭ ପାଇଁ ଆଉ ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” ପିତର ଜାଣି ପାରୁ ନ ଥିଲେ ଯେ, ସେ କ’ଣ କହୁଛନ୍ତି।
34 ପିତର ଏହିସବୁ କଥା କହିବା ସମୟରେ ଖଣ୍ଡେ ମେଘ ଉଠି ଆସିଲା ସମସ୍ତଙ୍କୁ ଘୋଡ଼ାଇ ପକେଇଲା। ମେଘ ସେମାନଙ୍କୁ ଘୋଡ଼ାଇ ପକାଇବାରୁ ପିତର, ଯାକୁବ ଓ ଯୋହନ ଡରିଗଲେ। 35 ସେତେବେଳେ ମେଘ ଭିତରୁ ଆକାଶବାଣୀ ହେଲା, “ଏ ମୋର ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ୟ ହୁଅ।”
36 ଆକାଶବାଣୀ ହୋଇ ସାରିବା ପରେ ସେଠାରେ କେବଳ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟରେ ନୀରବ ରହିଲେ। ସେମାନେ ଯାହାକିଛି ଦେଖିଥିଲେ, ସେ ବିଷୟରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ।
2010 by World Bible Translation Center