Book of Common Prayer
105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ତାଙ୍କର ନାମକୁ ଡାକ।
ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
ତାଙ୍କର ପ୍ରଗ୍ଭରିତ କର।
ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
3 ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
4 ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
5 ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
6 ତୁମ୍ଭେ ହେଉଛ ତାଙ୍କର ସେବକ,
ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
8 ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
9 ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
ପରମେଶ୍ୱର ଇସ୍ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
ଏବଂ ଆମ୍ଭର ଭବିଷ୍ୟଦ୍ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ [a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
ସେମାନେ ଏକ ଲୁହାର କଡ଼ା ତା’ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା’ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
ହାମ ଦେଶରେ ବହୁ ଅଦ୍ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।
42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।
ପରମେଶ୍ୱରଙ୍କର ପ୍ରଶଂସା କର!
True Justice
18 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 2 “ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ ଯେତେବେଳେ ଏହି ପ୍ରବାଦଟି ବ୍ୟବହାର କର ଏହାର ଅର୍ଥ କ’ଣ?
‘ପିତାଗଣ ଅଙ୍ଗୁର ଖାଇଲେ
ଏବଂ ସେମାନଙ୍କର ପୁତ୍ରମାନଙ୍କର ଦାନ୍ତ ଯନ୍ତ୍ରଣା କରେ।’”
3 କିନ୍ତୁ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୁଁ ଜୀବିତ ଥିବା ଯାଏ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦକୁ ଆଉ ବ୍ୟବହାର କରିବ ନାହିଁ। 4 ଆଉ ସମସ୍ତଙ୍କର ଜୀବନ ମୋର ଅଟେ। ପିତାର ପ୍ରାଣ ଯେପରି ପୁତ୍ରର ପ୍ରାଣ ମଧ୍ୟ ସେପରି। ଏବଂ ଯେଉଁ ବ୍ୟକ୍ତି ପାପ କରେ ସେ ମରିବ।
19 “କିନ୍ତୁ ତୁମ୍ଭେ ପଗ୍ଭରୁଛ, ‘ପିତାର ପାପର ଦଣ୍ଡ ତା’ର ପୁତ୍ର କାହିଁକି ବହନ ନ କରିବ?’ କାରଣ ଯାହା ନ୍ୟାୟ ଓ ଯଥାର୍ଥ ସେ କରେ ଏବଂ ମୋ’ ନିୟମ ମାନେ ଓ ପ୍ରୟୋଗ କରେ। ସେ ନିଶ୍ଚୟ ଭାବରେ ବଞ୍ଚିବ। 20 କେବଳ ପାପୀମାନେ ମୃତ୍ୟୁବରଣ କରିବେ। ପୁତ୍ର ପିତାର ପାପର ଦଣ୍ଡସବୁ ବହନ କରିବ ନାହିଁ କିମ୍ବା ପିତା ପୁତ୍ରର ପାପର ଦଣ୍ଡସବୁ ବହନ କରିବ ନାହିଁ। ଜଣେ ଧାର୍ମିକ ବ୍ୟକ୍ତିର ଧାର୍ମିକତା ହିସାବ କରାଯିବ ଓ ଦୁଷ୍ଟର ଦୁଷ୍ଟତା ହିସାବ କରାଯିବ।
21 “ଏବଂ ଦୁଷ୍ଟ ଲୋକ ଯେବେ ପାପ ପଥରୁ ବିରତ ହୁଏ, ମୋର ବିଧି ସକଳ ପାଳନ କରେ ଓ ନ୍ୟାୟ ଏବଂ ଧର୍ମାଚରଣ କରେ ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ। 22 ତା’ର କୌଣସି ପାପ ସ୍ମରଣ କରାଯିବ ନାହିଁ। ସେ ତା’ର ଧାର୍ମିକତା ଯୋଗୁଁ ବଞ୍ଚିବ।”
23 ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନ ଥାଏ। ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ ଆମ୍ଭର ସନ୍ତୋଷ ରହିଛି।
24 “କିନ୍ତୁ ଯଦି ଜଣେ ଧାର୍ମିକ ବ୍ୟକ୍ତି ତା’ର ଧାର୍ମିକତାରୁ ବିରତ ହୁଏ ଏବଂ ଦୁଷ୍ଟ ଲୋକର ସମସ୍ତ ଜଘନ୍ୟ କାର୍ଯ୍ୟ କରେ, ସେ ବଞ୍ଚିବ କି? ତା’ର (ଆଗରୁ କରିଥିବା) ଧାର୍ମିକତା କାର୍ଯ୍ୟସବୁ ହିସାବକୁ ନିଆଯିବ ନାହିଁ। ତା’ର ବର୍ତ୍ତମାନର ପାପ ଯୋଗୁଁ ସେ ନିଶ୍ଚିତ ଭାବରେ ମରିବ।
25 “କିନ୍ତୁ ତୁମ୍ଭେ କୁହ, ‘ସଦାପ୍ରଭୁ ନ୍ୟାୟପୂର୍ଣ୍ଣ ନୁହନ୍ତି।’ ହେ ଇସ୍ରାଏଲର ପୁତ୍ରଗଣ, ଶୁଣ, ମୁଁ ନ୍ୟାୟ ଅଟେ। କିନ୍ତୁ ତୁମ୍ଭେମାନେ ଯିଏ ନ୍ୟାୟ ନୁହଁ। 26 ଯଦି ଜଣେ ଧାର୍ମିକ ଲୋକ ତା’ର ଧର୍ମାଚରଣରୁ ବିରତ ହୁଏ ଏବଂ ଯାହା ମନ୍ଦ ତାହା କରେ, ସେ ଏହି କାରଣରୁ ମରିବ। 27 ଦୁଷ୍ଟଲୋକ ଯେତେବେଳେ ନିଜ ଦୁଷ୍ଟତାରୁ ବିରତ ହୋଇ ନ୍ୟାୟ ଓ ଧର୍ମାଚରଣ କରେ ସେତେବେଳେ ସେ ନିଜର ଜୀବନ ରକ୍ଷା କରିବ ଓ ବଞ୍ଚିବ। 28 ସେ ତା’ର ମନ୍ଦ ଆଚରଣକୁ ବିବେଚନା କରେ ଏବଂ ଦୋଷ କରିବା ବନ୍ଦ କରେ, ଯାହା କରିବାରେ ସେ ଅଭ୍ୟସ୍ତ ଥାଏ। ତେବେ ସେ ବଞ୍ଚିବ, ସେ ମୃତ୍ୟୁବରଣ କରିବ ନାହିଁ।”
29 କିନ୍ତୁ ଇସ୍ରାଏଲର ଲୋକମାନେ କହନ୍ତି, “ସଦାପ୍ରଭୁ ନ୍ୟାୟପୂର୍ଣ୍ଣ ନୁହନ୍ତି।”
ପରମେଶ୍ୱର କହନ୍ତି, “ମୁଁ ନ୍ୟାୟପୂର୍ଣ୍ଣ ଅଟେ! ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଯଥାର୍ଥ ନୁହଁ। 30 ତେଣୁ ହେ ଇସ୍ରାଏଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକର ଆଗ୍ଭର ବ୍ୟବହାରାନୁସାରେ ବିଗ୍ଭର କରିବି।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି। ଆଉ “ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ ଓ ନିଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହାହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହେବ ନାହିଁ। 31 ତୁମ୍ଭେମାନେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ନିଜେ ତୁମ୍ଭମାନଙ୍କର ମୃତ୍ୟୁର କାରଣ ହୁଅ ନାହିଁ। 32 ଆମ୍ଭେ ତୁମ୍ଭର ମୃତ୍ୟୁ ଗ୍ଭହୁଁ ନାହୁଁ, ଏଣୁ ଆମ୍ଭ ନିକଟକୁ ଫେରି ଆସ ଓ ବଞ୍ଚି ରୁହ।” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି।
18 ପୂର୍ବ ବ୍ୟବସ୍ଥା ଦୁର୍ବଳ ଓ ବ୍ୟର୍ଥ ହୋଇଥିବାରୁ ଲୋପ କରି ଦିଆ ହେଲା। 19 ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।
20 ଯୀଶୁ ଖ୍ରୀଷ୍ଟଙ୍କୁ ମହାଯାଜକ କଲାବେଳେ, ପରମେଶ୍ୱର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ୱପୂର୍ଣ୍ଣ ଅଟେ। ଯେତେବେଳେ ଅନ୍ୟମାନେ ଯାଜକ ହୋଇଥିଲେ, ସେତେବେଳେ କୌଣସି ଶପଥ ହୋଇ ନ ଥିଲା। 21 କିନ୍ତୁ ପରମେଶ୍ୱରଙ୍କ ଶପଥ କରିଥିବା ହେତୁରୁ ଯୀଶୁ ଯାଜକ ହୋଇଥିଲେ। ପରମେଶ୍ୱର କହିଥିଲେ:
“ପ୍ରଭୁ ଶପଥ କରିଛନ୍ତି
ଓ ସେ ନିଜ ନିର୍ଣ୍ଣୟ ପରିବର୍ତ୍ତନ କରିବେ ନାହିଁ,
‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।’” (A)
22 ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍ଦାର।
23 ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ। 24 କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ। 25 ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।
26 ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି। 27 ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ। 28 ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।
ଉତ୍ତମ ଶମିରୋଣୀୟ ଦୃଷ୍ଟାନ୍ତ
25 ତା’ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”
26 ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, “ବ୍ୟବସ୍ଥାଶାସ୍ତ୍ରରେ କ’ଣ ଲେଖାଅଛି? ସେଥିରେ ତୁମ୍ଭେ କ’ଣ ପଢ଼ୁଛ?”
27 ସେ ଉତ୍ତର ଦେଲେ, “‘ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ୍ଭର ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର’ [a] ଏବଂ, ‘ତୁମ୍ଭେ ନିଜକୁ ପ୍ରେମ କରିଲା ଭଳି ଅନ୍ୟମାନଙ୍କୁ ପ୍ରେମ କର।’” [b]
28 ତା’ପରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଇଛ। ଏହା ହିଁ କର। ଏହା ଫଳରେ ତୁମ୍ଭେ ଅନନ୍ତ ଜୀବନ ଲାଭ କରିବ।”
29 ନିଜେ ଠିକ୍ ଜୀବନଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଗ୍ଭହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “ତେବେ ଯେଉଁମାନଙ୍କୁ ପ୍ରେମ କରିବି, ସେମାନେ କିଏ?”
30 ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଯୀଶୁ କହିଲେ, “ଜଣେ ଲୋକ ଯିରୁଶାଲମରୁ ଯିରୀହୋକୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତା’ ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ଼ ମାରି ଅର୍ଦ୍ଧମୃତ ଅବସ୍ଥାରେ ପକାଇଦେଇ ଗ୍ଭଲିଗଲେ।
31 “ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସେହି ରାସ୍ତା ଦେଇ ଯାଉଥିଲେ। ସେହି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଗ୍ଭଲିଗଲେ। 32 ତା’ପରେ ଜଣେ ଲେବୀୟ [c] ସେହି ବାଟରେ ଆସିଲେ। ସେ ସେହି ଲୋକଟିକୁ ଦେଖିବା ସତ୍ତ୍ୱେ ତାକୁ ସାହାଯ୍ୟ କରିବାକୁ ନ ଅଟକି ଗ୍ଭଲିଗଲେ।
33 “ତା’ପରେ ଶମିରୋଣୀୟ ଦେଶର ଜଣେ ଲୋକ ସେହି ବାଟେ ଆସିଲେ। ଆହତ ଲୋକଟି ଯେଉଁଠାରେ ପଡ଼ିଥିଲା, ସେ ସେହି ସ୍ଥାନକୁ ଆସିଲେ। ସେ ସେହି ଲୋକଟିକୁ ଦେଖି ବହୁତ ମନ ଦୁଃଖ କଲେ। 34 ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତରେ ତେଲ ଓ ଅଙ୍ଗୁରରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନେଇଗଲେ। ଚଟିଘରେ ସେ ଆହତ ଲୋକଟିର ଯତ୍ନ ନେଲେ। 35 ତା’ ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପାନ୍ଥଶାଳାର ଦାୟିତ୍ୱରେ ଥିବା ଲୋକଟିକୁ ଦେଇ କହିଲେ, ‘ଏହି ଆହତ ଲୋକଟିର ଯତ୍ନ ନେବ। ତା’ ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫେରିଲା ବେଳେ ତୁମ୍ଭକୁ ସେତକ ପରିଶୋଧ କରିଦେବି।”
36 ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?”
37 ଶାସ୍ତ୍ରୀ ଜଣକ କହିଲେ, “ଯେଉଁ ଲୋକ ଆହତ ଲୋକଟିକୁ ସାହାଯ୍ୟ କଲା।”
ତା’ପରେ ଯୀଶୁ ତାହାଙ୍କୁ କହିଲେ, “ତେବେ ତୁମ୍ଭେ ଯାଅ, ଏବଂ ଲୋକମାନଙ୍କ ନିମନ୍ତେ ସେହିଭଳି କାମ କର।”
2010 by World Bible Translation Center