Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 33

33 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ।
    ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ।
    ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି।
    ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା।
    ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ।
    ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍।
    ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା
    ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
10 ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି।
    ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ
    ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
    କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
    ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
    ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
    ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
    ଜଣେ ଶକ୍ତିଶାଳୀ ସୈନିକ କେବଳ ତା’ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
    ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
    ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
    ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
    ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
    ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
    ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।

ଯାତ୍ରାପୁସ୍ତକ 19:3-8

ଏହା ପରେ ମୋଶା ଉପରକୁ ଚଢ଼ି ପରମେଶ୍ୱରଙ୍କ ନିକଟକୁ ଗଲେ। ପରମେଶ୍ୱର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ କହିଲେ, “ଏହି ସୂଚନା ଯାକୁବର ପରିବାର ଇସ୍ରାଏଲୀୟମାନଙ୍କୁ ଦିଅ। ତୁମ୍ଭେମାନେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭେମାନେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ଉତ୍କ୍ରୋଶପକ୍ଷୀ ସଦୃଶ ଉଠାଇ ମୋ’ ପାଖକୁ ଆଣିଲି। ତେଣୁ ସେମାନଙ୍କୁ ମୋର ଆଜ୍ଞା ମାନିବା ପାଇଁ କୁହ। ସେମାନଙ୍କୁ ମୋର ନିୟମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ମୋର ଆପଣାର ରତ୍ନଭଣ୍ଡାର ହୋଇ ରହିବ ଯେହେତୁ ସମଗ୍ର ପୃଥିବୀ ମୋର। ମୋ’ ପାଇଁ ତୁମ୍ଭେମାନେ ଯାଜକମାନଙ୍କର ଏକ ରାଜ୍ୟ ଏବଂ ପବିତ୍ର ରାଷ୍ଟ୍ର ହେବ।’ ମୋଶା, ଏହି ସମସ୍ତ କଥା ତୁମ୍ଭେ ଇସ୍ରାଏଲୀୟମାନଙ୍କୁ କୁହ।”

ତେଣୁ ମୋଶା ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମୋଶା ସେମାନଙ୍କୁ ପରମେଶ୍ୱରଙ୍କର ଆଜ୍ଞା ସମସ୍ତ କହିଲେ। ସମସ୍ତ ଲୋକେ ଏକ ସମୟରେ କହିଲେ, “ଆମ୍ଭେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମାନିବୁ।”

ଏହା ପରେ ମୋଶା ପୁନରାୟ ପର୍ବତ ଉପରକୁ ପରମେଶ୍ୱରଙ୍କର ନିକଟକୁ ଗଲେ। ମୋଶା ପରମେଶ୍ୱରଙ୍କୁ କହିଲେ, ଲୋକମାନେ ଆପଣଙ୍କର ସମସ୍ତ ଆଜ୍ଞା ମାନିବେ।

ଯାତ୍ରାପୁସ୍ତକ 19:16-20

16 ତୃତୀୟ ଦିନ ପ୍ରଭାତରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡ଼ଘଡ଼ି, ବିଜୁଳି ଏବଂ ଏକ ଗମ୍ଭୀର ତୂରୀ ଧ୍ୱନି ଶୁଣାଗଲା। ଛାଉଣିର ଲୋକମାନେ ଭୟଭୀତ ହୋଇଗଲେ। 17 ଏହା ପରେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ପରମେଶ୍ୱରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ। 18 ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା। 19 ତୂରୀ ଧ୍ୱନି ଅଧିକରୁ ଅଧିକ ଶବ୍ଦରେ ଶୁଭିଲା। ମୋଶା ପରମେଶ୍ୱରଙ୍କୁ ଯେକୌଣସି ପ୍ରଶ୍ନ କଲେ ପରମେଶ୍ୱର ପ୍ରତ୍ୟେକ ଥର ବଜ୍ର ସ୍ୱରରେ ଉତ୍ତର ଦେଲେ।

20 ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ।

ପିତରଙ୍କ ପ୍ରଥମ ପତ୍ର 2:4-10

ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ “ପଥର”। ଜଗତର ଲୋକମାନେ ସେହି ପଥରଟି ଅଗ୍ରାହ୍ୟ କଲେ। କିନ୍ତୁ ପରମେଶ୍ୱର ସେହି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ୱରଙ୍କ ପାଇଁ ତାହାଙ୍କ ମୂଲ୍ୟ ଅଧିକ। ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର। ଶାସ୍ତ୍ର କୁହେ:

“ଦେଖ, ସିୟୋନଠାରେ, ଗୋଟିଏ ମୂଲ୍ୟବାନ କୋଣ-ପଥର ବାଛି
    ମୁଁ ରଖିଛି;
ଯେଉଁ ଲୋକ ଏହାକୁ ବିଶ୍ୱାସ କରିବ ସେ କେବେ ହେଲେ ଲଜ୍ଜିତ ହେବ ନାହିଁ।” (A)

ତୁମ୍ଭ ଭଳି ବିଶ୍ୱାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ୟବାନ। କିନ୍ତୁ ଯୀଶୁ ଅବିଶ୍ୱାସୀମାନଙ୍କ ଲାଗି:

“ଗୃହ ନିର୍ମାଣକାରୀମାନେ ଯେଉଁ ପଥରଟିକୁ ଅଗ୍ରାହ୍ୟ କଲେ
    ସେହି ପଥରଟି ଅତି ବହୁମୂଲ୍ୟ ପଥର ହୋଇଗଲା।” (B)

ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ ସେମାନଙ୍କ ଲାଗି:

“ସେହି ପଥର ଲୋକଙ୍କ ଝୁଣ୍ଟିବା କାରଣ ହୁଏ
    ସେହି ପଥର ଲୋକଙ୍କ ପତନର କାରଣ ହୁଏ।” (C)

ପରମେଶ୍ୱରଙ୍କ କଥା ଅବମାନନା କରିବା ହେତୁ ଲୋକେ ଝୁଣ୍ଟନ୍ତି। ସେହି ଲୋକମାନଙ୍କ ନିମନ୍ତେ ପରମେଶ୍ୱର ଏପରି ଯୋଜନା କରିଥିଲେ।

କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।

10 ଅତୀତରେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ନ ଥିଲ।
    କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ଅଟ।
ଅତୀତରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ।
    କିନ୍ତୁ ଏବେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଲାଭ କରିଛ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center