Book of Common Prayer
ଦାଉଦଙ୍କର ଗୀତ।
37 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ।
ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
2 ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ
ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
3 ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା’ହେଲେ ଆନନ୍ଦରେ ରହିବ
ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
4 ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର
ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
5 ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ।
ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
6 ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି
ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
7 ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
8 କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର।
ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
9 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି,
ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ।
ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ।
ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ
ଓ ସେମାନେ ଶାନ୍ତି ଉପଭୋଗ କରିବେ।
12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି।
ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।
13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ।
ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି।
14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି।
ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି।
15 କିନ୍ତୁ ସେମାନଙ୍କର ଧନୁ ଭାଙ୍ଗିଯିବ।
ସେମାନଙ୍କର ଖଣ୍ଡା ସେମାନଙ୍କର ନିଜ ହୃଦୟରେ ପ୍ରବେଶ କରିବ।
16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି
ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।
17 କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।
18 ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାଯ୍ୟ ଓ ସେମାନଙ୍କର ସାରା ଜୀବନ ରକ୍ଷା କରନ୍ତି।
ସେମାନଙ୍କର ଅଧିକାର ଅନନ୍ତକାଳ ସ୍ଥାୟୀ ରୁହେ।
19 ଯେତେବେଳେ ବିପଦ ଆସେ
ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ।
ଯେତେବେଳେ ଦୁର୍ଭିକ୍ଷ ପଡ଼ିବ
ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ।
20 କିନ୍ତୁ ଦୁଷ୍ଟ ଲୋକମାନେ ହେଉଛନ୍ତି ସଦାପ୍ରଭୁଙ୍କର ଶତ୍ରୁ
ଓ ସେହି ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ।
ସେମାନଙ୍କର ଉପତ୍ୟକା ସବୁ ଶୁଖି ଜଳିଯିବ।
ସେମାନେ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ପାଇବେ।
21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ।
କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ।
22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା’ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ।
କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ।
23 ସଦାପ୍ରଭୁ ଧାର୍ମିକ ବ୍ୟକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାଯ୍ୟ କରନ୍ତି।
ଯେତେବେଳେ ସେ ତାହା କରେ, ସଦାପ୍ରଭୁ ଖୁସୀ ହୁଅନ୍ତି।
24 ସେମାନେ ଝୁଣ୍ଟି ପଡ଼ିବେ ନାହିଁ
କାରଣ ସଦାପ୍ରଭୁ ସେମାନଙ୍କୁ ସମର୍ଥନ କରନ୍ତି।
25 ମୁଁ ଯୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହେଲିଣି
ଓ ମୁଁ କେବେ ଦେଖି ନାହିଁ ପରମେଶ୍ୱର ଧାର୍ମିକ ଲୋକଙ୍କୁ ପରିତ୍ୟାଗ କରନ୍ତି।
ମୁଁ କେବେ ଦେଖି ନାହିଁ ଯେ, ଧାର୍ମିକ ବ୍ୟକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
26 ଧାର୍ମିକ ବ୍ୟକ୍ତି ସବୁକିଛି ଅନ୍ୟମାନଙ୍କୁ ଦେଇଦିଏ।
ତେଣୁ ତା’ର ପିଲାମାନେ ଏକ ଆଶୀର୍ବାଦସୂଚକ।
27 ତୁମ୍ଭେ ଯଦି ମନ୍ଦକାର୍ଯ୍ୟ କରିବାକୁ ମନା କର ଓ ଯଦି ତୁମ୍ଭେ ଭଲକାର୍ଯ୍ୟ କର,
ତା’ହେଲେ ତୁମ୍ଭେ ନିଶ୍ଚୟ ଚିରଦିନ ପାଇଁ ବଞ୍ଚି ରହିବ।
28 ସଦାପ୍ରଭୁ ନ୍ୟାୟକୁ ଭଲ ପାଆନ୍ତି
ଓ ତାଙ୍କର ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ,
ତେଣୁ ସେମାନେ ଚିରଦିନ ସୁରକ୍ଷିତ।
କିନ୍ତୁ ଦୁଷ୍ଟ ଲୋକମାନେ ଧ୍ୱଂସ ହେବେ।
29 ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ମୁତାବକ ରାଜ୍ୟ ପାଇବେ।
ସେମାନେ ସେଠାରେ ଚିରଦିନ ବାସ କରିବେ।
30 ଧାର୍ମିକ ବ୍ୟକ୍ତି ଜ୍ଞାନର ଉପଦେଶ ଦିଏ।
ତା’ର ନିଷ୍ପତ୍ତି ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରେ।
31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ।
ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ।
32 ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।
33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ।
ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
34 ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।
35 ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା।
ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
36 କିନ୍ତୁ ସେ ଆଜି ନାହିଁ।
ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
37 ସିଦ୍ଧ ଓ ଧାର୍ମିକ ଲୋକ ହୁଅ।
ଯେଉଁମାନେ ଶାନ୍ତିକୁ ଭଲପାଆନ୍ତି ସେମାନଙ୍କର ଅନେକ ବଂଶଧର ବଢ଼ି ଗ୍ଭଲିବେ।
38 କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ
ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।
ପରମେଶ୍ୱରଙ୍କର ମହାନ କର୍ମକୁ ସ୍ମରଣ କର
32 “ଏହା ପୂର୍ବରୁ ଏପରି ମହାନ କାର୍ଯ୍ୟ କେବେ ଦେଖିଛ କି? କଦାପି ନୁହେଁ କାରଣ ଅତୀତକୁ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରୁ ଦେଖ। ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନଠାରୁ ପୃଥିବୀର ଗ୍ଭରିଆଡ଼େ ଏପରି ମହାନ କାର୍ଯ୍ୟ କେହି କରିଛି। ଏପରି ମହାକାର୍ଯ୍ୟ ଘଟିବାର ଆଉ କେହି ଶୁଣିଛ କି? ନାଁ! 33 ତୁମ୍ଭେ ଯେପରି ଶୁଣିଅଛ, ସେପରି ଅନ୍ୟ କୌଣସି ଦେଶୀୟ ଲୋକ ପରମେଶ୍ୱରଙ୍କର କଥା ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଲେ? 34 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି। 35 ଏହିସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେମାନେ ଜାଣି ପାରିବ, ଯେ ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାଙ୍କ ଭିନ୍ନ ଆଉ କେହି ନାହିଁ। 36 ସଦାପ୍ରଭୁ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା କଥା ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହାଅଗ୍ନି ଦେଖାଇଲେ। ତୁମ୍ଭେମାନେ ଅଗ୍ନି ମଧ୍ୟରୁ ତାଙ୍କ ବାକ୍ୟ ଶୁଣି ପାରିଲ।
37 “ସେମାନଙ୍କ ପରେ ସେମାନଙ୍କ ଭବିଷ୍ୟଦ୍ ବଂଶଧର ତୁମ୍ଭକୁ ହିଁ ମନୋନୀତ କଲେ। କାରଣ ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କଲେ ଏବଂ ତୁମ୍ଭମାନଙ୍କୁ ତାଙ୍କର ମହାନ ଶକ୍ତି ବଳରେ ମିଶରରୁ ବାହାର କରି ଆଣିଲେ। 38 ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ, ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭମାନଙ୍କ ଆଗରୁ ତଡ଼ି ଦେଇଛନ୍ତି। ସେ ସେମାନଙ୍କ ଦେଶରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ରରେ ଦେଲେ, ଯାହା ଆଜି ହୋଇଛି।
39 “ଏଥିପାଇଁ ତୁମ୍ଭେମାନେ ଆଜି ଏହା ଚିନ୍ତା ଓ ହୃଦୟଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସ୍ୱର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କେହି ନୁହେଁ। 40 ସେଥିପାଇଁ ତୁମ୍ଭେମାନେ ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁଁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଙ୍ଗଳ ହେବ, ଏବଂ ତୁମ୍ଭେମାନେ ସେହି ଭୂମିରେ ଦୀର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦେଇଛନ୍ତି।”
ପରମେଶ୍ୱରଙ୍କ ନୂତନ ଚୁକ୍ତିର ସେବକ
3 ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି। 2 ତୁମ୍ଭେମାନେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟରେ ଲେଖି ହୋଇ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ। 3 ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ [a] ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ।
4 ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ। 5 ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରି ପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ୟ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୋଇଛି। 6 ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
ନୂତନ ଚୁକ୍ତି ଅଧିକ ମହିମା ଆଣେ
7 ମୃତ୍ୟୁଦାୟକ ସେବାର ବ୍ୟବସ୍ଥା ଶିଳା ଲେଖା ହୋଇ ଥିଲା। ଏହା ପରମେଶ୍ୱରଙ୍କ ମହିମାରେ ପୂର୍ଣ୍ଣ ଥିଲା। ତଦ୍ଦ୍ୱାରା ମୋଶାଙ୍କ ଚେହେରା ଏତେ ତେଜସ୍ୱୀ ହେଲା ଯେ, ଇସ୍ରାଏଲର ଲୋକେ ତାହାଙ୍କ ଚେହେରାକୁ ଦେଖି ମଧ୍ୟ ପାରିଲେ ନାହିଁ। ଏହି ତେଜ ପରେ ଲୋପ ପାଇଗଲା। 8 ତା’ହେଲେ ଆତ୍ମାଙ୍କର ଜୀବନଦାୟକ ସେବା କେତେ ଅଧିକ ମହିମାଯୁକ୍ତ ନ ହେବ? 9 ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା’ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ। 10 ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ। 11 ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା’ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ।
12 ଆମ୍ଭମାନଙ୍କଠାରେ ଏହି ପ୍ରକାରର ଭରସା ରଖିଥିବା ହେତୁ ଆମ୍ଭେ ଅତି ସାହସୀ। 13 ଆମ୍ଭେ ମୋଶାଙ୍କ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇସ୍ରାଏଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମୋଶା ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସେବାର ଅନ୍ତ ଦେଖନ୍ତୁ, ମୋଶା ଏହା ଇଚ୍ଛା କରୁ ନ ଥିଲେ। 14 କିନ୍ତୁ ସେମାନଙ୍କର ମନଗୁଡ଼ିକ ଅବରୁଦ୍ଧ ହୋଇଯାଇଥିଲା। ଏପରିକି ଆଜି ମଧ୍ୟ ସେମାନେ ଯେତେବେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସେହି ଆବରଣଟି ଅର୍ଥକୁ ଲୁଗ୍ଭଇ ରଖେ। ସେ ଆବରଣ କଢ଼ା ଯାଇ ନାହିଁ। କେବଳ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି। 15 କିନ୍ତୁ ଏପରି କି ଆଜି ଯେତେବେଳେ ଏହି ଲୋକମାନେ ମୋଶାଙ୍କ ନିୟମକୁ ପଢ଼ନ୍ତି, ସେହି ଆବରଣ ହେତୁ ସେମାନେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ। 16 କିନ୍ତୁ ଜଣେ ଲୋକ ଯେତେବେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସେହି ଆବରଣଟି ବାହାର କରିଦିଆ ଯାଏ। 17 ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠାରେ ପ୍ରଭୁଙ୍କର ଆତ୍ମା ବିଦ୍ୟମାନ, ସେହିଠାରେ ସ୍ୱାଧୀନତା ଅଛି। 18 ଆମ୍ଭ ଚେହେରାଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରି ପାରୁ। ଆମ୍ଭେ ତାହାଙ୍କ ଭଳି ହେବାକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।
ବାସ୍ତବ ଧନ
16 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା। 2 ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, “ମୁଁ ତୁମ୍ଭ ବିରୁଦ୍ଧରେ ଅନେକ କଥା ଶୁଣୁଛି। ତୁମ୍ଭେ ଯାହାସବୁ କରିଛ, ତା’ର ହିସାବ ମୋତେ ଦିଅ। ଏଣିକି ତୁମ୍ଭେ ଆଉ ମୋର ଗୁମାସ୍ତା ହୋଇ ପାରିବ ନାହିଁ।’
3 “ଗୁମାସ୍ତା ଜଣକ ମନେ ମନେ ଭାବିଲା, ‘ଏବେ ମୁଁ କ’ଣ କରିବି? ମୋ’ ମାଲିକ ମୋ’ ଗ୍ଭକିରି ନେଇ ଯାଉଛନ୍ତି। ଗାତ ଖୋଳିବା ପାଇଁ ମୋ’ ପାଖରେ ବଳ ନାହିଁ। ଭିକ ମାଗିଲେ ମୋତେ ଲାଜ ମାଡ଼ିବ।’ 4 ତେବେ ମୋତେ କ’ଣ କରିବାକୁ ହେବ ତା ମୁଁ ଜାଣିଛି। ଯେତେବେଳେ ମୁଁ ଗୁମାସ୍ତା ଗ୍ଭକିରି ହରାଇବି, ସେତେବେଳେ ଯେପରି ଲୋକେ ସେମାନଙ୍କ ଘରେ ମୋର ସ୍ୱାଗତ କରିବେ ସେଥିପାଇଁ ଗୋଟିଏ କାମ ମୁଁ କରିବି।
5 “ତେଣୁ ଗୁମାସ୍ତା ଜଣକ ମାଲିକଙ୍କଠାରୁ ଋଣ ନେଇଥିବା ପ୍ରତ୍ୟେକ ଖାତକଙ୍କୁ ଡାକିଲେ। ସେ ପ୍ରଥମେ ଖାତକଟିକୁ ପଗ୍ଭରିଲେ, ‘ମୋ’ ମାଲିକଙ୍କୁ ତୁମ୍ଭର କେତେ ଦେବାକୁ ଅଛି?’ 6 ଲୋକଟି ଉତ୍ତର ଦେଲା, ‘ଶହେ ମହଣ ତେଲ।’ ଗୁମାସ୍ତା ତାକୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସିପଡ଼ି ତାକୁ କମ୍ କରି ଶୀଘ୍ର ପଗ୍ଭଶ ବୋଲି ଲେଖିଦିଅ।’
7 “ତା’ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଗ୍ଭରିଲେ, ‘ତୁମ୍ଭର କେତେ ଋଣ ପରିଶୋଧ କରିବାକୁ ଅଛି?’ ଖାତକଟି କହିଲା, ‘ଶହେ ଭରଣ ଗହମ’, ଗୁମାସ୍ତା ତାହାଙ୍କୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।’
8 “ପରେ ମାଲିକ ସେହି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲେଇ ଦେଲେ। ତାହାଙ୍କ ଭଳି, ଅନ୍ୟଲୋକମାନଙ୍କ ସହିତ ବ୍ୟବସାୟ କରିବାରେ ଏହି ସାଂସାରିକ ଲୋକମାନେ ଆଧ୍ୟାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।
9 “ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥିରେ ପରମେଶ୍ୱରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତେବେଳେ ଏ ଜାଗତିକ ଧନ ସରିଯିବ, ସେତେବେଳେ ଚିରନ୍ତନ ନିବାସରେ ତୁମ୍ଭମାନଙ୍କୁ ସ୍ୱାଗତ କରାଯିବ।
2010 by World Bible Translation Center