Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।
31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
ମୋତେ ତୁମ୍ଭେ ନିରାଶ କର ନାହିଁ।
ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
2 ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
ମୋର ନିରାପତ୍ତା ବଳୟ ହୁଅ।
ମୋତେ ରକ୍ଷା କର।
3 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
4 ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
ତୁମ୍ଭେ ମୋର ନିରାପଦ ସ୍ଥଳ।
5 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
ମୋତେ ରକ୍ଷା କର।
6 ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
7 ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
8 ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
9 ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
ଭୟ କରି ମୋ’ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।
14 ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ।
ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।
19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।
23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।
ଦାଉଦଙ୍କର ଗୀତ
35 ସଦାପ୍ରଭୁ ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
2 ସଦାପ୍ରଭୁ ତୁମ୍ଭେ ଢାଲ ଓ ସାଞ୍ଜୁ [a] ଉଠାଅ।
ଜାଗ୍ରତ ହୁଅ, ମୋର ସହାୟ ହୁଅ।
3 ଏକ ବର୍ଚ୍ଛା ଓ କୁନ୍ତ ଧର
ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”
4 କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
ସେମାନଙ୍କୁ ଘଉଡ଼ାଇ ଦିଅ।
ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
5 ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
6 ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
7 ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
8 ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
9 ତା’ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା’ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା’ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକରେ ପ୍ରତୀକ ଅଟେ।
ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।
17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
ସେମାନେ ସିଂହ ତୁଲ୍ୟ ଅଟନ୍ତି।
18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ ଜାଗ୍ରତ ହୁଅ, ଉଠ।
ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ’ଠାରୁ ଭଲ।
ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”
28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।
ଦଶ ଆଜ୍ଞା
5 ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସେମାନଙ୍କୁ କହିଲେ, “ହେ ଇସ୍ରାଏଲୀୟ ଲୋକମାନେ ଶୁଣ, ମୁଁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ୟବସ୍ଥା ଓ ବିଧି ସବୁ କହୁଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର। 2 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ। 3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ, କିନ୍ତୁ ସେ ଆମ୍ଭ ସମସ୍ତଙ୍କ ସହିତ ତାହା କଲେ, ଯେଉଁମାନେ ଏଠାରେ ଆଜି ବାସ କରୁଛନ୍ତି। 4 ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁହାଁମୁହିଁ କଥା କହିଲେ। 5 ସେହି ସମୟରେ, ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ କହିବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କର ଓ ତୁମ୍ଭମାନଙ୍କ ମଧ୍ୟରେ ଛିଡ଼ା ହେଲି କାରଣ ତୁମ୍ଭେମାନେ ଅଗ୍ନିକୁ ଭୟ କଲ, ଏବଂ ସେଥିପାଇଁ ତୁମ୍ଭେମାନେ ପର୍ବତ ଉପରକୁ ଗଲ ନାହିଁ। ତାଙ୍କର ବାକ୍ୟ ଏହିସବୁ,
6 ଯେ ଦାସ୍ୟଗୃହ ସ୍ୱରୂପ ମିଶର ଦେଶରୁ ତୁମ୍ଭକୁ ଦାସରୁ ମୁକ୍ତ କଲେ। ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।
7 “ଆମ୍ଭ ଛଡ଼ା ତୁମ୍ଭେମାନେ ଅନ୍ୟ କୌଣସି ଦେବତା ପୂଜା କର ନାହିଁ।
8 “ତୁମ୍ଭେମାନେ ନିଶ୍ଚିତ ନିଜ ପାଇଁ କୌଣସି ପ୍ରତିମୂର୍ତ୍ତି ତିଆରି କରିବ ନାହିଁ, ଯାହା ତୁମ୍ଭେମାନେ ସ୍ୱର୍ଗରେ, ମର୍ତ୍ତ୍ୟରେ ଓ ପାଣି ଭିତରେ ଦେଖୁଛ। ତୁମ୍ଭେମାନେ ସେଗୁଡ଼ିକର କୌଣସି ପ୍ରତିମୂର୍ତ୍ତି ତିଆରି କର ନାହିଁ। 9 ତୁମ୍ଭେମାନେ ସେମାନଙ୍କର ପୂଜା କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ। ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭକୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା। 10 କିନ୍ତୁ ଯେଉଁମାନେ ଆମ୍ଭକୁ ପ୍ରେମ କରନ୍ତି, ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟା କରିବା।
11 ‘ତୁମ୍ଭେ ମୂଲ୍ୟହୀନ ଉଦ୍ଦେଶ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନାମ ନେବ ନାହିଁ। ଯଦି କୌଣସି ଲୋକ ମୂଲ୍ୟହୀନ ଉଦ୍ଦେଶ୍ୟରେ ତାଙ୍କର ନାମନିଏ, ସଦାପ୍ରଭୁ ତାଙ୍କୁ ନିରପରାଧୀ ବୋଲି ବିବେଚନା କରନ୍ତି ନାହିଁ।
12 ‘ବିଶ୍ରାମ ଦିନକୁ ସଦାପ୍ରଭୁଙ୍କର ଉଦ୍ଧିଷ୍ଟ ଦିନରୂପେ ପାଳନ କରିବ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି। 13 ସପ୍ତାହର ଛଦିନ ସମସ୍ତ କର୍ମ କର। 14 କିନ୍ତୁ ସପ୍ତମ ଦିନଟି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭପରି ବିଶ୍ରାମ କରିବେ। 15 ଏକଥା ତୁମ୍ଭେ ଭୁଲିବ ନାହିଁ ଯେ ତୁମ୍ଭେମାନେ ମିଶରରେ, ଏକଦା ଦାସ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପରାକ୍ରାନ୍ତ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ମୁକ୍ତକଲେ। ଏହି ହେତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବିଶ୍ରାମ ଦିନ ପାଳନାର୍ଥେ ତୁମ୍ଭମାନଙ୍କୁ ଆଜ୍ଞା ଦେଇଛନ୍ତି।
16 ‘ତୁମ୍ଭମାନଙ୍କର ପିତାମାତାଙ୍କୁ ସମ୍ମାନ କର। ଏପରି କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ତୁମ୍ଭେମାନେ ଏହି ଆଦେଶ ପାଳନ କର, ତେବେ ତୁମ୍ଭମାନଙ୍କର ପରମାୟୁ ଦୀର୍ଘାୟୁ ହେବ ଓ ସେହି ଦେଶରେ ତୁମ୍ଭମାନଙ୍କର ମଙ୍ଗଳ ହେବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଉଛନ୍ତି।
17 ‘ତୁମ୍ଭେ ନରହତ୍ୟା କରିବ ନାହିଁ।
18 ‘ତୁମ୍ଭେମାନେ ବ୍ୟଭିଗ୍ଭର କରିବ ନାହିଁ।
19 ‘ତୁମ୍ଭେମାନେ ଗ୍ଭେରି କରିବ ନାହିଁ।
20 ‘ତୁମ୍ଭେମାନେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷୀ ଦେବ ନାହିଁ।
21 ‘ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କ୍ଷେତ୍ର, ଦାସ, ଦାସୀ, ଗୋରୁ, ଗଧ, କି ସେମାନଙ୍କର କୌଣସି ବସ୍ତୁ ଲୋଭ କରିବ ନାହିଁ।’”
ଲୋକମାନେ ପରମେଶ୍ୱରଙ୍କୁ ଭୟ କରୁଥିଲେ
22 ମୋଶା କହିଲେ, “ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ଦେଲେ।
ମାଟିପାତ୍ର ଭିତରେ ଆଧ୍ୟାତ୍ମିକ ଧନ
4 ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ। 2 ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ। 3 ସୁସମାଗ୍ଭର ଯଦି ଆଚ୍ଛାଦିତ ହୋଇଥାଏ, ତେବେ ସେହି ଆଚ୍ଛାଦନ କେବଳ ସେହିମାନଙ୍କ ପାଇଁ ଯେଉଁମାନେ ବିନାଶ ମାର୍ଗରେ ରହିଛନ୍ତି। 4 ଅବିଶ୍ୱାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦେଇଛି। ତେଣୁ ସେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭରର ଆଲୋକ ଦେଖି ପାରନ୍ତି ନାହିଁ। 5 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ। 6 ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।
7 ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ। 8 ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ। 9 ଆମ୍ଭେ ନିର୍ଯ୍ୟାତିତ ହେଉଛୁ, କିନ୍ତୁ ପରମେଶ୍ୱର ଆମ୍ଭକୁ ଛାଡ଼ିଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହୋଇ ନାହୁଁ। 10 ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ୟୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ୟ ଆମ୍ଭ ଭିତରେ ପ୍ରକାଶିତ ହେବ। 11 ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହେତୁ ଆମ୍ଭେ ସର୍ବଦା ମୃତ୍ୟୁ ସଙ୍କଟର ସମ୍ମୁଖୀନ ହେଉଛୁ। ଯଦ୍ଦ୍ୱାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧ୍ୟରେ ସ୍ପଷ୍ଟ ଭାବରେ ଦେଖି ପାରିବା। 12 ଅତଏବ ଆମ୍ଭ ଭିତରେ ମୃତ୍ୟୁ ଓ ତୁମ୍ଭମାନଙ୍କ ଭିତରେ ଜୀବନ ସକ୍ରିୟ ଅଟେ।
10 ଛୋଟ ଛୋଟ ବିଷୟରେ ଯଦି ଜଣକୁ ବିଶ୍ୱାସ କରାଯାଇ ପାରିବ, ତେବେ ତାକୁ ବଡ଼ ବିଷୟ ଗୁଡ଼ିକ ପାଇଁ ମଧ୍ୟ ବିଶ୍ୱାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହୋଇଯାଏ ତେବେ ସେ ଅଧିକ ଜିନିଷ ପାଇଁ ମଧ୍ୟ ଆସାଧୁ ହୋଇଯିବା 11 ତୁମ୍ଭେମାନେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ପାରିବ ନାହିଁ, ତେବେ ତୁମ୍ଭମାନଙ୍କୁ ସତ୍ୟ ସମ୍ପତ୍ତି ପାଇଁ କିଏ ବିଶ୍ୱାସ କରିବ? 12 ତୁମ୍ଭେମାନେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ନାହଁ, ତେବେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ୟ ତୁମ୍ଭମାନଙ୍କୁ ଦିଆ ଯିବ ନାହିଁ।
13 “ଜଣେ ସେବକ ଏକା ସଙ୍ଗରେ ଦୁଇଜଣ ମାଲିକଙ୍କ ସେବା କରି ପାରିବ ନାହିଁ। ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ଶ୍ରଦ୍ଧା କରିବ। କିମ୍ବା ସେ ଜଣକ ପ୍ରତି ବିଶ୍ୱସ୍ତ ରହିବ ଓ ଅନ୍ୟ ଜଣକୁ ବେଖାତିରି କରିବ। ତୁମ୍ଭେମାନେ ଏକା ବେଳେ ପରମେଶ୍ୱର ଓ ଧନ ଦୁହିଁଙ୍କ ସେବା କରି ପାରିବ ନାହିଁ।”
ପରମେଶ୍ୱରଙ୍କ ବିଧାନ ଅଟଳ(A)
14 ଫାରୂଶୀମାନେ ଏହିସବୁ କଥା ଶୁଣୁଥିଲେ। ଫାରୂଶୀମାନେ ନିଜ ଟଙ୍କାକୁ ଭଲ ପାଉଥିବାରୁ ଯୀଶୁଙ୍କୁ ସମାଲୋଚନା କଲେ। 15 ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ।
16 “ମୋଶାଙ୍କ ନିୟମ ଓ ଭବିଷ୍ୟଦ୍ବକ୍ତାମାନଙ୍କ ଲେଖା ଅନୁସାରେ ଲୋକମାନେ ଜୀବନଯାପନ କରନ୍ତୁ ବୋଲି ପରମେଶ୍ୱର ଗ୍ଭହିଁଲେ। କିନ୍ତୁ ବାପ୍ତିଜକ ଯୋହନ ଆସିବା ପରଠାରୁ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଅନେକ ଲୋକ ଅକ୍ଳାନ୍ତ ଚେଷ୍ଟା କରୁଛନ୍ତି। 17 ସ୍ୱର୍ଗ ଓ ପୃଥିବୀର ଧ୍ୱଂସ ହୁଏତ ସହଜରେ ହୋଇଯିବ, ମାତ୍ର ବ୍ୟବସ୍ଥାର କ୍ଷୁଦ୍ରତମ ଅଂଶ ସୁଦ୍ଧା ପରିବର୍ତ୍ତିତ ହେବ ନାହିଁ।
ଛାଡ଼ପତ୍ର ଓ ପୂର୍ଣ୍ଣବିବାହ
18 “ଯଦି ଜଣେ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହକରେ ତେବେ ସେହି ପୁରୁଷଟି ବ୍ୟଭିଗ୍ଭର ପାପରେ ଦୋଷୀ ସାବ୍ୟସ୍ତ ହେବ। ଏବଂ ଯେଉଁ ପୁରୁଷ ଜଣେ ପରିତ୍ୟକ୍ତା ସ୍ତ୍ରୀକୁ ବିବାହକରେ, ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହେବ।”
2010 by World Bible Translation Center