Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 40

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

40 ମୁଁ ସଦାପ୍ରଭୁଙ୍କୁ ଡାକିଲି,
    ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।
ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ।
    ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ।
ସେ ମୋତେ ଟେକି ଧରିଲେ।
    ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ।
    ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା।
ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ।
    ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।
ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ।
    ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ।
    ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ।
କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ।
    ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ।

ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ।
    ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ,
    ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।
ତେଣୁ ମୁଁ କହିଲି, “ମୁଁ ଉପସ୍ଥିତ ଅଛି, ମୋତେ ତୁମ୍ଭେ ନିଅ।
    ଏହା ମୋ’ ବିଷୟରେ ପୁସ୍ତକରେ ଲେଖାଯାଇଛି।
ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି।
    ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।
ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି।
    ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ।
10 ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ।
    ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ।
ହେ ସଦାପ୍ରଭୁ ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି।
    ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
11 ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ’ଠାରେ ଲୁଗ୍ଭଅ ନାହିଁ।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”

12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି।
    ସେମାନେ ଅନେକ ଯାହାକି ଗଣିବା କଷ୍ଟକର।
ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ।
    ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି।
13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର।
    ହେ ସଦାପ୍ରଭୁ ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି।
    ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର।
    ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।
15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି।
    ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି।
    ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି।
    ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”

17 ହେ ସଦାପ୍ରଭୁ, ମୁଁ ଜଣେ ଗରିବ ଓ ଅସହାୟ ଲୋକ ଅଟେ।
    ହେ ମୋର ପରମେଶ୍ୱର ଆଉ ବିଳମ୍ବ କର ନାହିଁ।
ମୋତେ ସାହାଯ୍ୟ କର
    ଓ ମୋତେ ଉଦ୍ଧାର କର।

ଗୀତସଂହିତା 54

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ।

54 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର।
    ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।
ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ।
    ମୋହର ଗୁହାରି ଶୁଣ।
ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ।
    ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି।

ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ,
    ମୋର ପ୍ରଭୁ ମୋର ସମର୍ଥନ କରିବେ।
ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର।
    ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।

ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି।
    ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ।
    ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।

ଗୀତସଂହିତା 51

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବ‌ଥ୍‌ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଆସିବା ସମୟରେ ରଚିତ।

51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
    ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
    ମୋର ସମସ୍ତ ପାପ କ୍ଷମା କର।
ମୋ’ ସବୁ ପାପ ଧୋଇ ଦିଅ,
    ଏବଂ ପୁଣି ମୋତେ ପବିତ୍ର କର।
ମୁଁ ଜାଣେ ମୁଁ ପାପ କରିଛି।
    ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
    ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
    ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
    ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
    ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
    ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
    ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
    ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
    ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
    ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
    ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
    ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
13 ମୁଁ ଅପରାଧୀମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି
    ଏବଂ ସେମାନେ ତୁମ୍ଭ ପାଖକୁ ଫେରିବେ।
14 ହେ ପରମେଶ୍ୱର, ମୃତ୍ୟୁ ଦଣ୍ଡରୁ ମୋତେ ରକ୍ଷା କର।
    ହେ ମୋର ପରମେଶ୍ୱର, ଆପଣ ହେଉଛନ୍ତି ଏକମାତ୍ର ଯେକି ମୋତେ ରକ୍ଷା କରି ପାରିବେ!
ତୁମ୍ଭେ ମୋ’ ପାଇଁ କରିଥିବା ଧର୍ମ ବିଷୟର କାର୍ଯ୍ୟସବୁ ମୁଁ ଗାନ କରିବି।
15     ମୋର ପ୍ରଭୁ, ମୋତେ ପାଳନ କରିବାର କାରଣ ଦିଅ, ମୋର ଓଠ ଖୋଲ ତହିଁରେ ମୋର ମୁଖ ତୁମ୍ଭର ପ୍ରଶଂସା ଗାନ କରିବ।
16 ତୁମ୍ଭେ ପ୍ରକୃତରେ ବଳିଦାନ ଗ୍ଭହିଁ ନାହଁ ଏବଂ ତୁମ୍ଭେ ହୋମବଳିରେ ସନ୍ତୁଷ୍ଟ ନୁହଁ।
    ତା’ହେଲେ ମୁଁ ସେଗୁଡ଼ିକ ଦେଇଥା’ନ୍ତି।
17 ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି।
    ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।

18 ହେ ପରମେଶ୍ୱର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର।
    ତୁମ୍ଭେ ଯିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19 ଏହା ପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହୋମବଳି, ଉପଭୋଗ କରିବ।
    ଏବଂ ଲୋକମାନେ ପୁନର୍ବାର ତୁମ୍ଭ ଯଜ୍ଞବେଦିରେ ବୃଷଭମାନ ଉତ୍ସର୍ଗ କରିବେ।

ଦ୍ୱିତୀୟ ବିବରଣ 26:1-11

ପ୍ରଥମ ଅମଳ

26 “ତୁମ୍ଭେମାନେ ଖୁବ୍ ଶୀଘ୍ର ପ୍ରବେଶ କରିବ, ସେହି ଦେଶରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭଙ୍କୁ ଦେବେ। ତୁମ୍ଭେମାନେ ସେଠାରେ ବାସ କରିବ। ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ। ତୁମ୍ଭେ ସେହି ସମୟରେ ଯାଜକ ନିକଟକୁ ଯିବା ଉଚିତ୍ ଏବଂ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ବାସ କରୁଅଛୁ। ଏହା ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଘୋଷଣା କରୁଅଛୁ।’

“ଏହା ପରେ ଯାଜକ ତୁମ୍ଭ ହାତରୁ ଗ୍ଭଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ। ତା’ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,‘ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ। ସେଥିରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କଷ୍ଟ ଦେଇ କଠିନ ପରିଶ୍ରମ କରାଇଲେ। ଏହା ପରେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକୁ ହୃଦୟଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ। ତା’ପରେ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଓ ମହାତ୍ରାସ ଦ୍ୱାରା ଓ ନାନା ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମମାନ ଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। ଏହା ପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଛନ୍ତି ଓ ଏହି ଦେଶ ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଛନ୍ତି। 10 ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକୁ ଯେଉଁ ଦେଶ ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।’

“ଏହା ପରେ ତୁମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ପ୍ରଣାମ କରିବ। 11 ଏହା ପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁସବୁ ମଙ୍ଗଳ କରିଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ ତୁମ୍ଭେମାନେ ସମସ୍ତେ ଆନନ୍ଦ କରିବ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:16-24

ତୀତସ ଓ ତାଙ୍କର ସଙ୍ଗୀମାନେ

16 ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି ଯେ ତୀତସଙ୍କ ମନରେ ମୋ’ ଭଳି ତୁମ୍ଭମାନଙ୍କ ପ୍ରତି ପ୍ରେମ ଭାବ ରହିଛି। 17 ଆମ୍ଭର ଅନୁରୋଧକୁ ତୀତସ ଗ୍ରହଣ କରିଛନ୍ତି। ସେ ମଧ୍ୟ ତୁମ୍ଭମାନଙ୍କ ପାଖକୁ ଯିବାକୁ ବ୍ୟଗ୍ର ଥିଲେ, ଓ ସ୍ୱଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ନିମନ୍ତେ ଏଠାରୁ ଯାଉଛନ୍ତି। 18 ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଗ୍ଭର ପ୍ରଗ୍ଭର କାର୍ଯ୍ୟରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ୟ ପଠାଉଛୁ। 19 ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।

20 ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା’ ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟରେ ଆମ୍ଭେ ସାବଧାନ ଅଛୁ। 21 ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହାସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ୍ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।

22 ସେମାନଙ୍କ ସହିତ ସର୍ବଦା ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଆଉ ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନେକ ଘଟଣାରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନରେ ଅସୀମ ବିଶ୍ୱାସ ଥିବାରୁ, ସେ ଅଧିକ ସାହାଯ୍ୟ କରିବା ପାଇଁ ଉତ୍ସାହିତ ଅଛନ୍ତି।

23 ତୀତସଙ୍କ ସମ୍ବନ୍ଧରେ ଏହା କୁହେ ଯେ, ସେ ମୋର ସହକର୍ମୀ ଓ ସେ ମୋ’ ସହିତ କାର୍ଯ୍ୟ କରି ତୁମ୍ଭମାନଙ୍କୁ ସାହାଯ୍ୟ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟରେ ଏହା କ ହେ ଯେ, ସେମାନେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ୱରୂପ। 24 ତୁମ୍ଭମାନଙ୍କ ଭିତରେ ଯେ ପ୍ରକୃତରେ ପ୍ରେମ ଅଛି ଏହା ଦେଖାଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସେମାନଙ୍କୁ ପ୍ରମାଣ କରି ଦେଖାଅ। ତା’ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।

ଲୂକ ଲିଖିତ ସୁସମାଗ୍ଭର 18:9-14

ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ରହିବା ଉଚିତ୍

କେତେକ ଲୋକ ଭାବୁଥିଲେ ଯେ ସେମାନେ ବହୁତ ଭଲ ଅଟନ୍ତି। ସେମାନେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହୋଇଥିବା ଭଳି ବ୍ୟବହାର କରୁଥିଲେ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ: 10 “ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସେହି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ। 11 ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି। 12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’

13 “କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।” 14 ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା’ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center