Book of Common Prayer
ପ୍ରଧାନ ବାଦ୍ୟକର ପାଇଁ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍।
55 ହେ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ମୋର କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
2 ଦୟାକରି ମୋର କଥା ଶୁଣ ଓ ମୋତେ ଉତ୍ତର ଦିଅ।
ମୋତେ ତୁମ୍ଭକୁ କହିବାକୁ ଦିଅ ଏବଂ ମୁଁ ତୁମ୍ଭଙ୍କୁ କହିବି, ଯାହା ମୋତେ ବ୍ୟତିବ୍ୟସ୍ତ କରେ।
3 ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ।
ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ।
ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ।
ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।
4 ମୋ’ ଅନ୍ତରରେ ମୋର ହୃଦୟ ଅତ୍ୟନ୍ତ ବିଦୀର୍ଣ୍ଣ ହେଉଅଛି।
ମୁଁ ମୃତ୍ୟୁକୁ ବହୁତ ଭୟ କରୁଛି।
5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି,
ଆଉ ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
6 ଆଃ, ଯେବେ କପୋତ ପରି ମୋର ପକ୍ଷ ଥା’ନ୍ତା
ତେବେ ମୁଁ ଉଡ଼ିଯାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।
7 ଦେଖ! ତେବେ ମୁଁ ଦୂରରୁ ଭ୍ରମଣ କରି ମରୁଭୂମି ମଧ୍ୟକୁ ପଳାନ୍ତି।
8 ମୁଁ ପ୍ରବଳ ବାୟୁ ଓ ତୋଫାନ ମଧ୍ୟରୁ ତରବର ହୋଇ
ଏକ ନିରାପଦ ସ୍ଥାନକୁ ପଲାୟନ କରନ୍ତି।
9 ହେ ମୋର ପ୍ରଭୁ, ସେମାନଙ୍କୁ ବିନାଶ କର।
ସେମାନଙ୍କର ବକ୍ତୃତାକୁ ପଣ୍ଡ କର।
ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଛି।
10 ନଗରରେ ଦିନରାତି, ପ୍ରତ୍ୟେକ ପଡ଼ୋଶୀମାନଙ୍କଠାରେ
ଦୋଷ ଓ ଅସଭ୍ୟତା ପୁରି ରହିଛି।
11 ଅପରାଧ ସବୁଠାରେ ପ୍ରଚଳିତ ଅଛି।
ଅରାଜକତା ଓ ପ୍ରତାରଣା ସର୍ବସାଧାରଣ ସ୍ଥାନ କେବେ ଛାଡ଼ି ନାହିଁ।
12 ଯଦି କୌଣସି ଶତ୍ରୁ ମୋତେ ତିରସ୍କାର କଲା,
ମୁଁ ସହନ୍ତି।
ଯଦି ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରନ୍ତି,
ମୁଁ ତାଙ୍କଠାରୁ ନିଜକୁ ଲୁଗ୍ଭନ୍ତି।
13 କିନ୍ତୁ ତୁମ୍ଭେ ମୋର ସହଯୋଗୀ,
ସହପାଠୀ ଓ ସାଙ୍ଗ, ଯିଏ ଏହା କରନ୍ତି।
14 ଆମ୍ଭେମାନେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ।
ଆମ୍ଭେମାନେ ଲୋକମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ମନ୍ଦିରକୁ ଗଲୁ।
15 ମୁଁ ଇଚ୍ଛା କରେ ଯେ, ମୃତ୍ୟୁ ମୋର ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ,
ମୁଁ ଇଚ୍ଛାକରେ ପୃଥିବୀ ଖୋଲି ହୋଇଯାଉ ଓ ସେମାନଙ୍କୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ।
କାରଣ ସେମାନଙ୍କର ବାସସ୍ଥାନରେ ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।
16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ।
20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା’ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା’ର ପ୍ରତିଜ୍ଞା ଭଙ୍ଗ କରେ।
ତା’ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚିକ୍କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
ତା’ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖଡ଼୍ଗ ତୁଲ୍ୟ କାଟନ୍ତି।
22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
ତହିଁରେ ସେ ତୁମ୍ଭର ଯତ୍ନ ନେବେ।
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।
ଦାଉଦଙ୍କର ଗୀତ
138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
2 ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
3 ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।
4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
5 ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
ଯଦି ମୋର ଶତ୍ରୁଗଣ ତେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
2 ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
3 ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
ମୁଁ କ’ଣ କହିବାକୁ ଯାଉଛି।
5 ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
6 ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
ମୁଁ ତାକୁ ବୁଝିପାରେ ନାହିଁ।
7 ମୁଁ ଯୁଆଡ଼େ ଯାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ।
ମୁଁ ତୁମ୍ଭର ଉପସ୍ଥିତିରୁ ଖସିଯାଇ ପାରିବି ନାହିଁ।
8 ହେ ସଦାପ୍ରଭୁ, ଯଦି ମୁଁ ସ୍ୱର୍ଗକୁ ଯାଏ ତେବେ ତୁମ୍ଭେ ସେଠାରେ ଥାଅ।
ଯଦି ମୁଁ ପାତାଳକୁ ଯାଏ, ତେବେ ସେଠାରେ ମଧ୍ୟ ତୁମ୍ଭେ ଅଛ।
9 ସଦାପ୍ରଭୁ, ମୁଁ ଯଦି ପୂର୍ବକୁ ଯାଏ ଯେଉଁଠାରେ ସୂର୍ଯ୍ୟ ଉଦୟ ହେଉଅଛି।
ଯଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ଯାଏ,
10 ସେଠାରେ ମଧ୍ୟ ତୁମ୍ଭର ହସ୍ତ ମୋତେ ଆଗକୁ ନେଇଥା’ନ୍ତା
ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମୋତେ ଧରିଥା’ନ୍ତା।
11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁହେ,
“ଯଦି ରାତ୍ରି ଦିନରେ ପରିଣତ ହେଲା ତେବେ ଅନ୍ଧକାର ନିଶ୍ଚିତ ଭାବରେ
ମୋତେ ଆଚ୍ଛାଦନ କରିବ।”
12 କିନ୍ତୁ ସଦାପ୍ରଭୁ, ଏପରିକି ଅନ୍ଧକାର ତୁମ୍ଭ ପାଇଁ ଅନ୍ଧକାର ନୁହେଁ।
ରାତ୍ରି ହେଉଛି ଦିନ ଭଳି ଉଜ୍ଜ୍ୱଳ।
ଅନ୍ଧକାର ଏବଂ ଉଜ୍ଜ୍ୱଳ ହେଉଛି ତୁମ୍ଭ ପାଇଁ ସମାନ।
13 ସଦାପ୍ରଭୁ ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ।
15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ। [a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା’ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା’ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।
19 ହେ ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କୁ ହତ୍ୟା କର।
ହେ ହତ୍ୟାକାରୀଗଣ, ମୋ’ଠାରୁ ତୁମ୍ଭେ ଦୂରେଇ ଯାଅ।
20 ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିଷୟରେ ଖରାପ ମନ୍ତବ୍ୟ ଦେଉଛନ୍ତି।
ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ୟବହାର କରନ୍ତି।
21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ।
ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ।
22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ।
ତୁମ୍ଭର ଶତ୍ରୁ ମଧ୍ୟ ମୋର ଶତ୍ରୁ ଅଟନ୍ତି।
23 ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼।
ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ।
2 ମୋଶା ସମସ୍ତ ଇସ୍ରାଏଲୀୟମାନଙ୍କୁ ଏକତ୍ରିତ କଲେ ଓ କହିଲେ, “ତୁମ୍ଭେମାନେ ଦେଖିଛ ଯେ ମିଶରରେ ସଦାପ୍ରଭୁ କିପରି କାର୍ଯ୍ୟମାନ କରିଛନ୍ତି। ତୁମ୍ଭେମାନେ ମଧ୍ୟ ଦେଖିଛ, ସଦାପ୍ରଭୁ ରାଜା ଫାରୋ ଏବଂ ତାଙ୍କର ଦାସମାନଙ୍କ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯେଉଁ କର୍ମମାନ କରିଥିଲେ। 3 ତୁମ୍ଭେମାନେ ଦେଖିଛ ସଦାପ୍ରଭୁ ସେମାନଙ୍କୁ କିଭଳି ଭାବରେ କଷ୍ଟ ଦେଇଛନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ସେହି ଚମତ୍କାର ଆଶ୍ଚର୍ଯ୍ୟ କର୍ମମାନ ଦେଖିଛ। 4 କିନ୍ତୁ ଏପରିକି ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମମାନ ବୁଝି ପାରିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ଆଜି ପର୍ଯ୍ୟନ୍ତ ଠିକ୍ ଭାବେ ବୁଝିପାରିଲ ନାହିଁ। ଯାହାସବୁ ଦେଖିଲ ଓ ଯାହାସବୁ ଶୁଣିଲ। 5 ସଦାପ୍ରଭୁ ତୁମ୍ଭମାନଙ୍କୁ ଗ୍ଭଳିଶ୍ ବର୍ଷ ମରୁ ଅଞ୍ଚଳରେ ଆଗେଇ ଆଣିଲେ ତୁମ୍ଭେମାନେ ଦେଖିଲ ଯେ ତୁମ୍ଭର ପୋଷାକ ଆଦୌ ଚିରି ନ ଥିଲା। ତୁମ୍ଭର ଜୋତା ମଧ୍ୟ ନଷ୍ଟ ହୋଇ ନ ଥିଲା। 6 ତୁମ୍ଭେ ଆସିବା ସମୟରେ ସାଥୀରେ ଖାଦ୍ୟ ଆଣି ନ ଥିଲ, ତୁମ୍ଭେ ତୁମ୍ଭମାନଙ୍କ ସହିତ ପିଇବା ପାଇଁ କୌଣସି ମଦ ଆଣି ନ ଥିଲ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ଯତ୍ନ ନେଇଥିଲେ। ସେ ଏପରି କରିଥିଲେ, କାରଣ ତୁମ୍ଭେମାନେ ବୁଝିପାରିବ ସେ ହେଉଛନ୍ତି ସଦାପ୍ରଭୁ ତୁମ୍ଭର ପରମେଶ୍ୱର।
7 “ତୁମ୍ଭେମାନେ ଏହି ସ୍ଥାନକୁ ଆସିଲାପରେ ହିଷ୍ବୋନର ରାଜା ସୀହୋନ୍ ଓ ବାଶନର ରାଜା ଓଗ୍ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆସିଥିଲେ, କିନ୍ତୁ ଆମ୍ଭେମାନେ ସେମାନଙ୍କୁ ପରାସ୍ତ କଲୁ। 8 କିନ୍ତୁ ଆମ୍ଭେ ସେହି ଦେଶ ତାଙ୍କଠାରୁ ଛଡ଼ାଇ ଆଣି ରୁବେନ୍ ବଂଶ ଓ ଗାଦ୍ ବଂଶ ଏବଂ ମନଃଶିର ଅର୍ଦ୍ଧ ବଂଶଧରଙ୍କୁ ଦେଲୁ। 9 ସେଥିପାଇଁ ତୁମ୍ଭେମାନେ ସମସ୍ତ ନିର୍ଦ୍ଦେଶ ଚୁକ୍ତି ଅନୁସାରେ ମାନିବା ଉଚିତ୍, ତେବେ ତୁମ୍ଭେମାନେ ଯେଉଁସବୁ କର୍ମ କରିବ ସେଥିରେ ତୁମ୍ଭେମାନେ ସମସ୍ତ କୁଶଳତା ପାଇବ।
10 “ଆଜି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସମ୍ମୁଖରେ ଛିଡ଼ା ହୋଇଅଛ। ତୁମ୍ଭର ପ୍ରଧାନଗଣ, ତୁମ୍ଭମାନଙ୍କ ବଂଶ ସମୂହ, ତୁମ୍ଭମାନଙ୍କର ପ୍ରାଚୀନବର୍ଗ, ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ ଓ ଇସ୍ରାଏଲର ସମସ୍ତ ପୁରୁଷ ଏହିଠାରେ ଉପସ୍ଥିତ ଅଛନ୍ତି। 11 ତୁମ୍ଭର ସ୍ତ୍ରୀ ଓ ପିଲାମାନେ ଏବଂ ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନେ ମଧ୍ୟ ଏହିଠାରେ ଉପସ୍ଥିତ ଅଛନ୍ତି। ଯେଉଁ ଲୋକମାନେ ତୁମ୍ଭକୁ କାଠ କାଟି ଦେଇଛନ୍ତି ଏବଂ ପାଣି ଯୋଗାଇଛନ୍ତି। 12 ତୁମ୍ଭେମାନେ ସମସ୍ତେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରେ ଚୁକ୍ତି କରିବା ପାଇଁ ଏଠାରେ ଛିଡ଼ା ହୋଇଛ। ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଆଜି ଏହି ଚୁକ୍ତି କରୁଛନ୍ତି। 13 ଏହି ଚୁକ୍ତି ସହିତ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସ୍ୱତନ୍ତ୍ର ପବିତ୍ର ଲୋକ ଭାବରେ ଗ୍ରହଣ କରୁଛନ୍ତି। ଏବଂ ସେ ନିଜେ ତୁମ୍ଭମାନଙ୍କର ପରମେଶ୍ୱର ହେବେ। ସେ ତୁମ୍ଭକୁ ଏହିକଥା କହିଥିଲେ। ସେ ତୁମ୍ଭର ପୂର୍ବପୁରୁଷଗଣଙ୍କ ସଙ୍ଗରେ ଏହି ଚୁକ୍ତି କରିଥିଲେ, ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ। 14 ସଦାପ୍ରଭୁ ଏହି ଚୁକ୍ତି କରିଛନ୍ତି ତାଙ୍କର ପ୍ରତିଜ୍ଞା ଅନୁଯାୟୀ କେବଳ ତୁମ୍ଭମାନଙ୍କ ସହିତ ନୁହେଁ। 15 ସଦାପ୍ରଭୁ ଏହି ଚୁକ୍ତି କରିଛନ୍ତି ତୁମ୍ଭ ସମସ୍ତଙ୍କ ସହିତ ଯେଉଁମାନେ ଆଜି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛ। କିନ୍ତୁ ଏହି ଚୁକ୍ତି ମଧ୍ୟ ଆମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ ମଧ୍ୟ ଯେଉଁମାନେ ଆମ୍ଭମାନଙ୍କ ସହିତ ନାହାନ୍ତି।
ଖ୍ରୀଷ୍ଟିୟାନମାନଙ୍କ ଦାନ
9 ପରମେଶ୍ୱରଙ୍କ ଲୋକମାନଙ୍କ ପାଇଁ ଏହି ସେବା ବିଷୟରେ ଏପରି ଲେଖିବା ମୋ’ ପାଇଁ ପ୍ରକୃତରେ ଆବଶ୍ୟକ ନୁହେଁ। 2 ମୁଁ ଜାଣେ ଯେ, ତୁମ୍ଭେମାନେ ସାହାଯ୍ୟ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗରେ ଗର୍ବ ସହିତ ମୁଁ କୁହେ ଯେ, ଆଖାୟାର ଲୋକେ ଗତ ବର୍ଷଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହୋଇ ଦାନ ଦେବା ପାଇଁ ପ୍ରସ୍ତୁତ ଅଛନ୍ତି। 3 କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ୟ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟରେ ଆମ୍ଭର ଯେଉଁ ଗର୍ବ ତାହା ବ୍ୟର୍ଥ ନ ହେଉ। 4 ଯେପରି ମୁଁ ସେମାନଙ୍କୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଗ୍ଭହେଁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। ଯଦି କେତେକ ଲୋକ ମାକିଦନିଆରୁ ମୋ’ ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠାରେ ଆମ୍ଭର ବିଶ୍ୱାସ ଥିବା ହେତୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭେମାନେ ମଧ୍ୟ ଲଜ୍ଜିତ ହେବ। 5 ସେଥିପାଇଁ ମୁଁ ଭାବିଲି ଯେ, ତୁମ୍ଭେମାନେ ଆସିବା ପୂର୍ବରୁ ମୁଁ ସେହି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ କହିବି। ତାହାହେଲେ ତୁମ୍ଭେମାନେ ଯେଉଁ ଦାନ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲ, ତାହା ସେମାନେ ପ୍ରସ୍ତୁତ କରି ରଖିବେ। ଆମ୍ଭେ ଆସିଲା ବେଳେ ସେହି ଦାନଗୁଡ଼ିକ ପ୍ରସ୍ତୁତ ଥିବ। ତୁମ୍ଭମାନଙ୍କ ଏହି ଦାନ ସ୍ୱଚ୍ଛାକୃତ ହେଉ, କୃପଣମୂଳକ ନ ହେଉ।
6 ଏହି କଥାଟି ମନେରଖ; ଯେଉଁ ଲୋକ ଅଳ୍ପ ବୁଣିବ, ସେ ଅଳ୍ପ କାଟିବ। ଯେଉଁ ଲୋକ ଅଧିକ ବୁଣିବ, ସେ ଅଧିକ କାଟିବ। 7 ପ୍ରତ୍ୟେକ ଲୋକ ଆପଣା ହୃଦୟରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନରେ କୌଣସି ଦୁଃଖ ରଖି ବା ବାଧ୍ୟବାଧକତାରେ ଦାନ ନ ଦେଉ, ଆନନ୍ଦିତ ମନରେ ଦାନ କରିଥିବା ଲୋକକୁ ପରମେଶ୍ୱର ଭଲ ପାଆନ୍ତି। 8 ପରମେଶ୍ୱର ତୁମ୍ଭମାନଙ୍କର ଆବଶ୍ୟକତାଠାରୁ ଅଧିକ ଆଶୀର୍ବାଦ ଦେଇ ପାରିବେ। ତହିଁରେ ତୁମ୍ଭେମାନେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରତ୍ୟେକ ଭଲ କାମ କରିବା ପାଇଁ ଦାନ ଦେବାକୁ ତୁମ୍ଭମାନଙ୍କ ପାଖରେ ପ୍ରଚୁର ଥିବ। 9 ଶାସ୍ତ୍ରରେ ଏହା ଲେଖା ଅଛି:
“ଯିଏ ଉଦାର ଭାବରେ ଗରିବମାନଙ୍କୁ ଦିଏ
ତା’ର ଦୟା ସର୍ବଦା ପାଇଁ ରହି ଥାଏ।” (A)
10 ପରମେଶ୍ୱର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହେବାକୁ ଦେବେ। 11 ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରତ୍ୟେକ ବିଷୟରେ ଧନୀ କରିବେ, ଫଳ ସ୍ୱରୂପ ତୁମ୍ଭେମାନେ ସବୁବେଳେ ଉଦାର ମନରେ ଦାନ ଦେଇ ପାରିବ। ଆମ୍ଭ ମାଧ୍ୟମରେ ତୁମ୍ଭମାନଙ୍କର ଦାନ ପାଇଁ ପରମେଶ୍ୱରଙ୍କୁ ଲୋକେ ଧନ୍ୟବାଦ ଦେବେ।
12 ଏହି ସେବା ଯେଉଁଥିରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା’ଦ୍ୱାରା କେବଳ ଯେ ସାଧୁ ମାନଙ୍କର ଆବଶ୍ୟକତା ପୂରଣ ହୁଏ, ତା’ ନୁହେଁ ବରଂ ପରମେଶ୍ୱରଙ୍କ ପ୍ରତି ହୃଦୟ ଧନ୍ୟବାଦରେ ଉଚ୍ଛୁଳି ଉଠେ। 13 ତୁମ୍ଭମାନଙ୍କର ଏହି ସେବା ତୁମ୍ଭମାନଙ୍କର ବିଶ୍ୱାସର ପ୍ରମାଣ ଅଟେ। ଏହା ଦ୍ୱାରା ଲୋକେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭେମାନେ ଯେ କେବଳ ବିଶ୍ୱାସକୁ ସ୍ୱୀକାର କରୁଛ ତା’ ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ୟବହାରିକ ସୁସମାଗ୍ଭରକୁ ଅନୁସରଣ କରୁଛ। ତୁମ୍ଭେମାନେ ସେମାନଙ୍କ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ୱରଙ୍କ ପ୍ରଶଂସା କରିବେ। 14 ଯେତେବେଳେ ସେମାନେ ପ୍ରାର୍ଥନା କରିବେ, ସେତେବେଳେ ସେମାନେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ୱରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହେତୁରୁ ସେମାନେ ଏପରି ଅନୁଭବ କରିବେ। 15 ଆଶ୍ଚର୍ଯ୍ୟଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।
ପରମେଶ୍ୱରଙ୍କ ରାଜ୍ୟରେ କେଉଁମାନେ ପ୍ରବେଶ କରିବେ(A)
15 କେତେକ ଲୋକ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସେହି ପିଲାମାନଙ୍କୁ କେବଳ ଛୁଇଁବେ। ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଲୋକମାନଙ୍କୁ ଏହା ନ କରିବାକୁ କହିଲେ। 16 କିନ୍ତୁ ଯୀଶୁ ସେହି ଛୋଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଛୋଟ ପିଲାମାନେ ମୋ’ ପାଖକୁ ଆସନ୍ତୁ। ସେମାନଙ୍କୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି ଛୋଟ ପିଲାମାନଙ୍କ ଭଳି ହୋଇଥିବେ, କେବଳ ସେହିମାନେ ପରମେଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ। 17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଗୋଟିଏ ଛୋଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କଲେ ତା’ ମଧ୍ୟରେ ପ୍ରବେଶ କରି ପାରିବ ନାହିଁ।”
ଜଣେ ଧନୀଲୋକ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ(B)
18 ଜଣେ ଯିହୂଦୀ ନେତା ଯୀଶୁଙ୍କୁ ପଗ୍ଭରିଲେ, “ହେ ଉତ୍ତମ ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବା ଉଚିତ୍?”
19 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଉତ୍ତମ ବୋଲି କାହିଁକି କହିଲ? କେବଳ ପରମେଶ୍ୱର ହିଁ ଉତ୍ତମ। 20 ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ…’ [a]”
21 କିନ୍ତୁ ଯିହୂଦୀ ନେତା ଜଣକ କହିଲେ, “ମୁଁ ମୋ’ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।”
22 ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା’ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।” 23 ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଗ୍ଭହୁଁଥିଲେ।
24 ସେହି ଯିହୂଦୀ ନେତାଙ୍କୁ ଦୁଃଖିତ ହେବାର ଦେଖି ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ। 25 ଜଣେ ଧନୀଲୋକ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଛୁଞ୍ଚି କଣାଦେଇ ଓଟଟିଏ ଗଳିଯିବା ଅଧିକ ସହଜ।”
କେଉଁମାନେ ପରିତ୍ରାଣ ପାଇ ପାରିବେ
26 ଲୋକମାନେ ଏ କଥା ଶୁଣିବା ପରେ କହିଲେ, “ତେବେ କେଉଁମାନେ ପରିତ୍ରାଣ ପାଇ ପାରିବେ?”
27 ଯୀଶୁ କହିଲେ, “ଯେଉଁ କାମ ମନୁଷ୍ୟ ପକ୍ଷରେ ସମ୍ଭବ ନୁହେଁ, ତାହା ପରମେଶ୍ୱର କରି ପାରିବେ।”
28 ପିତର କହିଲେ, “ଦେଖନ୍ତୁ, ଆମ୍ଭେ ଆମ୍ଭର ସର୍ବସ୍ୱ ଛାଡ଼ିଦେଇ ଆପଣଙ୍କ ଅନୁସରଣ କରିଛୁ।”
29 ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଯେଉଁ ଲୋକ ପରମେଶ୍ୱରଙ୍କ ରାଜ୍ୟ ପାଇଁ ତା’ର ଘର, ପତ୍ନୀ, ଭାଇ, ବାପାମା କିମ୍ବା ପିଲାମାନଙ୍କୁ ଛାଡ଼ିଥିବ, 30 ସେ ଛାଡ଼ିଥିବା ବସ୍ତୁ ଅପେକ୍ଷା ଅଧିକ ପାଇବ। ସେ ଲୋକ ଏହି ଜୀବନକାଳ ମଧ୍ୟରେ ତ ଅନେକ ଗୁଣ ଅଧିକ ପାଇବ ଏବଂ ମରିଗଲା ପରେ ମଧ୍ୟ ସେ ପରମେଶ୍ୱରଙ୍କ ସହିତ ଚିରକାଳ ବାସ କରିବ।
2010 by World Bible Translation Center