Book of Common Prayer
ଦାଉଦଙ୍କର ଗୀତ
15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
ଆଘାତ କରି ମୁଦ୍ରା ନିଏ ନାହିଁ।
ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।
2 ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
3 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
4 ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 ଭୂମି ତା’ର ଫସଲ ଦିଏ।
ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା
32 ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ। 33 ପ୍ରଭୁ ଯୀଶୁ ଯେ ପ୍ରକୃତରେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ଏହା ପ୍ରେରିତମାନେ ମହାଶକ୍ତିର ସହିତ ସାକ୍ଷ୍ୟ ଦେଲେ। ପରମେଶ୍ୱର ସମସ୍ତ ବିଶ୍ୱାସୀଙ୍କୁ ବହୁତ ଆଶୀର୍ବାଦ କଲେ। 34 ସେମାନଙ୍କ ମଧ୍ୟରେ କାହାର କିଛି ଅଭାବ ନ ଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା। 35 ସେମାନେ ସେହି ଧନ ପ୍ରେରିତମାନଙ୍କ ପାଦତଳେ ରଖି ଦେଉଥିଲେ। ପ୍ରତ୍ୟେକଙ୍କ ନିଜ ଆବଶ୍ୟକତା ଅନୁସାରେ ଟଙ୍କା ବଣ୍ଟାଗଲା।
36 ଯୋଷେଫ ନାମରେ ଜଣେ ବିଶ୍ୱାସୀ ଥିଲେ। ପ୍ରେରିତମାନେ ତାହାଙ୍କୁ “ବର୍ଣ୍ଣବ୍ବା” ନାମରେ ଡାକୁଥିଲେ। ଏହି ନାମର ଅର୍ଥ, “ସାହାଯ୍ୟକାରୀ” ସେ କୁପ୍ରୀୟ ଜାତିର ଜଣେ ଲେବୀୟ ଥିଲେ। 37 ଯୋଷେଫଙ୍କର ଖଣ୍ଡିଏ କ୍ଷେତଥିଲା। ସେ ତାହାକୁ ବିକ୍ରୀ କରିଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ରେରିତମାନଙ୍କୁ ଦେଇଦେଲେ।
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
146 ସଦାପ୍ରଭୁଙ୍କର ପ୍ରଶଂସା କର!
ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
ଲୋକମାନଙ୍କ ପ୍ରତି ଭରସା କର ନାହିଁ।
କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
4 ଲୋକମାନେ ମରନ୍ତି ଓ କବର ନିଅନ୍ତି।
ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
5 କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
6 ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।
ସଦାପ୍ରଭୁଙ୍କର ପ୍ରଶଂସା କର।
ଯିରୁଶାଲମରେ ଶାଉଲ
26 ଶାଉଲ ଯିରୁଶାଲମରେ ପହଞ୍ଚି ବିଶ୍ୱାସୀ ଶିଷ୍ୟମାନଙ୍କ ସହିତ ଯୋଗଦେବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ସମସ୍ତେ ତାହାଙ୍କୁ ଭୟ କରୁଥିଲେ। ସେ ଯେ ପ୍ରକୃତରେ ଯୀଶୁଙ୍କର ଶିଷ୍ୟ ହୋଇଅଛନ୍ତି, ଏହା ଶିଷ୍ୟମାନେ ବିଶ୍ୱାସ କଲେ ନାହିଁ। 27 ମାତ୍ର ବର୍ଣ୍ଣବ୍ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କ ପାଖକୁ ଗଲେ। ଦମ୍ମେସକକୁ ଯିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ରେରିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମେସକରେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମରେ ପ୍ରଗ୍ଭର କରିଥିଲେ, ଏହା ସବୁ ମଧ୍ୟ ସେ ସେମାନଙ୍କୁ ବୁଝାଇ ଦେଲେ।
28 ତା’ପରେ ଶାଉଲ ସେମାନଙ୍କ ସହିତ ରହି, ଯିରୁଶାଲମର ପ୍ରତ୍ୟେକ ସ୍ଥାନରେ ପ୍ରଭୁଙ୍କର ନାମରେ ସାହସର ସହିତ ପ୍ରଗ୍ଭର କଲେ। 29 ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ। 30 ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇଦେଲେ।
31 ଏହା ଦ୍ୱାରା ଯିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ୱାସୀମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ରଆତ୍ମାର ସହାୟତା ପାଇ ସେମାନେ ରହୁଥିଲେ।
2010 by World Bible Translation Center