Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 72

ଶଲୋମନଙ୍କର ଗୀତ।

72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
    ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
    ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
    ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
    ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
    ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
    ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
    କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
    ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
    ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
    ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
    ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି [b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
    ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12     ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
    ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
    ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
    ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
    ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
    ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
    ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
    କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
    ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
    ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
    ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
    କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
    ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।

20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।

ଗୀତସଂହିତା 119:73-96

ଇୟୂଦ୍

73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି?
    ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ।
    କାରଣ ମୁଁ ତୁମ୍ଭଠାରେ ଭରସା କରେ।
75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ।
    ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
76 ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ।
    ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
77 ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ।
    ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
78 ଯେଉଁ ଲୋକମାନେ ନିଜକୁ ମୋ’ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି।
    ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ।
    ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
79 ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ।
    ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
80 ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ,
    ତେବେ ମୁଁ ଲଜ୍ଜିତ ହେବି ନାହିଁ।

କଫ୍

81 ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର।
    କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
82 ସଦାପ୍ରଭୁ, ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମୋର ଚକ୍ଷୁକ୍ଳାନ୍ତ ହେଲାଣି,
    ତୁମ୍ଭେ ମୋତେ କେବେ ସାନ୍ତ୍ୱନା ଦେବ?
83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ।
    ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
84 କେତେଦିନ ମୁଁ ବଞ୍ଚିବି?
    ହେ ସଦାପ୍ରଭୁ ତୁମ୍ଭେ କେବେ ମୋର ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।
85 ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି
    ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ।
    ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି।
    ମୋତେ ସାହାଯ୍ୟ କର!
87 ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି।
    ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
88 ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ।
    ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।

ଲାମଦ୍

89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
    ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
    କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
    ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
    କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
    କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
    ତୁମ୍ଭର ବ୍ୟବସ୍ଥା ଛଡ଼ା।

ଦ୍ୱିତୀୟ ବିବରଣ 31:30-32:14

ମୋଶାଙ୍କ ସଙ୍ଗୀତ

30 ତହିଁରେ ଇସ୍ରାଏଲ ଲୋକମାନେ ସମସ୍ତେ ଏକତ୍ରିତ ହେଲେ ଏବଂ ମୋଶା ସେମାନଙ୍କ ଉଦ୍ଦେଶ୍ୟରେ ଏହି ସଙ୍ଗୀତ ଗାନ କଲେ।

32 “ହେ ଆକାଶମଣ୍ତଳ ଶୁଣ, ମୁଁ କହିବି,
    ପୃଥିବୀ ମୋର ବାକ୍ୟ ଶୁଣ।
ମୋର ଉପଦେଶ ବର୍ଷା ପରି ବର୍ଷିବ।
    ମୋର ବାଣୀ ଶିଶିର ପରି କ୍ଷରିବ।
ତାହା କୋମଳ ତୃଣ ଉପରେ ମନ୍ଦ ବୃଷ୍ଟି ତୁଲ୍ୟ
    ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।
ମୁଁ ସଦାପ୍ରଭୁଙ୍କ ନାମ ପ୍ରଗ୍ଭର କରିବି,
    ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।

“ସେତ ଶୈଳ, ତାଙ୍କର କର୍ମ ସିଦ୍ଧ।
    କାରଣ ତାଙ୍କର ସକଳ ପଥ ଯଥାର୍ଥ।
ସେ ବିଶ୍ୱସ୍ତ ଓ ନ୍ୟାୟବାନ୍ ପରମେଶ୍ୱର।
    ସେ ଉତ୍ତମ ଓ ସତ୍ୟ।
ସେମାନେ ତାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି।
    ସେମାନେ ତାଙ୍କର ସନ୍ତାନ ନୁହନ୍ତି।
    ମାତ୍ର ସନ୍ତାନମାନଙ୍କର କଳଙ୍କ, ସେମାନେ ବିପଥଗାମୀ ଓ କୁଟିଳ ବଂଶ।
ହେ ମୂର୍ଖ ଓ ଅଜ୍ଞାନ ଲୋକେ,
    ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ?
ସେ କି ତୁମ୍ଭର ପିତା ଏବଂ ସୃଷ୍ଟିକର୍ତ୍ତା ନୁହନ୍ତି, ସେ କି ତୁମ୍ଭର ସୃଷ୍ଟିକର୍ତ୍ତା, ନୁହନ୍ତି,
    ଯିଏ ତୁମ୍ଭଙ୍କୁ ସ୍ଥାପିତ କରିଛନ୍ତି।

“ପୂର୍ବକାଳର ଦିନସବୁ ସ୍ମରଣ କର,
    ଗତ ବହୁ ପୁରୁଷର ବର୍ଷ ବିବେଚନା କର।
ତୁମ୍ଭ ପିତାଙ୍କୁ ପଗ୍ଭର, ସେ ତୁମ୍ଭକୁ ଜଣାଇବେ।
    ତୁମ୍ଭର ପ୍ରୀଚୀନମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ କହିବେ।
ସର୍ବୋପରିସ୍ଥ ପରମେଶ୍ୱର ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ
    ସେମାନଙ୍କ ଅଧିକାର ଦେଲେ,
ଯେତେବେଳେ ସେ ମନୁଷ୍ୟ [a] ସନ୍ତାନମାନଙ୍କୁ ପୃଥକ କଲେ।
    ସେତେବେଳେ ସେ ଇସ୍ରାଏଲର ସଂଖ୍ୟା ଅନୁସାରେ ସୀମା ସ୍ଥାପନ କଲେ।
ସଦାପ୍ରଭୁଙ୍କ ଅଂଶ ତାଙ୍କରି ଲୋକ,
    ଯାକୁବ ତାଙ୍କର ଅଧିକାରର ବାଣ୍ଟ।

10 “ସଦାପ୍ରଭୁ ଯାକୁବଙ୍କୁ ପ୍ରାନ୍ତର ଦେଶରେ
    ଓ ପଶୁ ବୋବାଳି ପୂର୍ଣ୍ଣ ଘୋର ମରୁଭୂମିରୁ ପାଇଲେ,
ସେ ତାହାଙ୍କୁ ଗ୍ଭରିଆଡ଼କୁ ଘେରି ରଖିଲେ।
    ସେ ତାହାଙ୍କୁ ସୁରକ୍ଷା ଦେଲେ, ଠିକ୍ ତାଙ୍କର ମୂଲ୍ୟବାନ୍ ସମ୍ପତ୍ତି ପରି।
11 ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ଉତ୍କ୍ରୋଶପକ୍ଷୀ ପରି।
ଉତ୍କ୍ରୋଶପକ୍ଷୀ ତା’ର ଛୁଆମାନଙ୍କୁ ବସାରୁ ପେଲି ଦିଏ ସେମାନଙ୍କୁ ଉଡ଼ି ଶିଖିବା ପାଇଁ,
    ସେମାନେ ଯେତେବେଳେ ପଡ଼ିଯା’ନ୍ତି
ସେ ତା’ର ଡେଣା ମେଲାକରି ଉଡ଼ିଯାଏ ତାକୁ ଧରିବା ପାଇଁ।
    ଏବଂ ତା’ର ନିରାପତ୍ତା ପାଇଁ ସେ ତା’ର ଡେଣା ମଧ୍ୟକୁ ଟାଣିନିଏ।
    ସଦାପ୍ରଭୁ ହେଉଛନ୍ତି ସେହିପରି।
12 ସଦାପ୍ରଭୁ ଏକାକୀ ଯାକୁବକୁ ଗମନ କରାଇଲେ।
    ତାଙ୍କ ସହିତ କୌଣସି ବିଦେଶୀ ଦେବଗଣ ନ ଥିଲେ।
13 ସଦାପ୍ରଭୁ ପୃଥିବୀର ଉଚ୍ଚସ୍ଥଳୀ ଉପରେ ଯାକୁବଙ୍କୁ ବାହନ ଆହୋରଣ କରାଇଲେ।
    ଯାକୁବ କ୍ଷେତ୍ରରୁ ଫସଲ ଖାଇଗଲେ।
ସଦାପ୍ରଭୁ ପାଷାଣରୁ ମଧୁ ଝରାଇ ଦେଲେ
    ଏବଂ କଠିନ ଶୀଳାରୁ ଯାକୁବଙ୍କୁ ତୈଳ ଦେଲେ।
14 ସଦାପ୍ରଭୁ ଇସ୍ରାଏଲ ଗୋଦଧି ଓ ଛାଗଦୁ‌‌ଗ୍‌‌ଧ ଦେବା ସହିତ
    ମେଷ ମେଦ, ବାଶନଦେଶୀୟ
ମେଷ ଓ ଛାଗର ମାଂସ ସହିତ
    ଉତ୍ତମ ଗହମର ଅଟା ଓ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ଦେଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:21-33

21 ଏହା କହିବା ମୋ’ ପାଇଁ ଲଜ୍ଜାଜନକ। କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏପରି କରିବା ଦୃଷ୍ଟିରୁ ଆମ୍ଭେମାନେ ଅତି “ଦୁର୍ବଳ” ହୋଇଯାଇଛୁ।

ମୁଁ ମୂର୍ଖତା ପୂର୍ବକ କହୁଛି ଯେ, ଯଦି ଜଣେ ଗର୍ବ କରିବାରେ ସାହସୀ, ତା’ହେଲେ ମୁଁ ମଧ୍ୟ ଗର୍ବ କରିବା ପାଇଁ ସାହସୀ ହେବି। 22 ସେମାନେ କେବଳ କ’ଣ ଏବ୍ରୀ? ମୁଁ ମଧ୍ୟ। 23 ସେମାନେ କ’ଣ କେବଳ ଇସ୍ରାଏଲୀୟ? ମୁଁ ମଧ୍ୟ। ସେମାନେ କ’ଣ କେବଳ ଅବ୍ରହାମଙ୍କ ବଂଶଧାର? ମୁଁ ମଧ୍ୟ। ସେମାନେ କ’ଣ କେବଳ ଖ୍ରୀଷ୍ଟଙ୍କ ସେବକ? ମୁଁ ମଧ୍ୟ। ମୁଁ କ’ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସେମାନଙ୍କ ତୁଳନାରେ ମୁଁ ଅଧିକ କଠୋର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମୋତେ ଥରକୁ ଥର ମାଡ଼ ମରାଯାଇଛି। ଅନେକ ଥର ମୁଁ ମୃତ୍ୟୁର ସନ୍ନିକଟ ହୋଇଛି।

24 ମୁଁ ଯିହୂଦୀମାନଙ୍କଠାରୁ ପାଞ୍ଚ ଥରରେ ଅଣଗ୍ଭଳିଶ୍ ଥର ଗ୍ଭବୁକ ମାଡ଼ ଖାଇଛି। 25 ମୁଁ ତିନିଥର ବେତ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନିଥର ଜାହାଜ ଭାଙ୍ଗିବା ବେଳେ ସେଥିରେ ଥିଲି, ତା’ମଧ୍ୟରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ରରେ ପଡ଼ି ରହିଥିଲି। 26 ମୁଁ ଅନେକ ଥର ଯାତ୍ରା କରିଛି। ଏହି ଯାତ୍ରା ମାନଙ୍କରେ ନଦୀରେ ଲୁଣ୍ଠନକାରୀମାନଙ୍କଠାରୁ ମୋର ନିଜ ଲୋକମାନଙ୍କଠାରୁ, ଅଣଯିହୂଦୀମାନଙ୍କଠାରୁ ମୁଁ ବିପଦରେ ଥିଲି। ନଗରମାନଙ୍କରେ, ନିର୍ଜନ ସ୍ଥାନ ଗୁଡ଼ିକରେ, ଏବଂ ସମୁଦ୍ରରେ, ମଧ୍ୟ ମୁଁ ବିପଦରେ ପଡ଼ିଥିଲି। ଯେଉଁ ଲୋକମାନେ ମିଛରେ ଭାଇ ବୋଲାଉ ଥିଲେ ସେମାନଙ୍କ ପାଇଁ ମୁଁ ବିପଦରେ ପଡ଼ିଥିଲି।

27 ମୁଁ କଠୋର ପରିଶ୍ରମ କରି କ୍ଳାନ୍ତିପୂର୍ଣ୍ଣ ଜୀବନଯାପନ କରିଛି। ଅନେକ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ୟଦେଇ ଗତି କରିଛି। ଅନେକ ଥର ମୋ’ ପାଖରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡାରେ ମୁଁ ରହିଛି। 28 ଆହୁରି ମଧ୍ୟ ଅନେକ ଗୁଡ଼ିଏ ସମସ୍ୟା ଦେଇ ମୁଁ ଗତି କରିଛି। ତହିଁ ମଧ୍ୟରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସେହି ଚିନ୍ତାରେ ମୁଁ ରହୁଛି। 29 ଯଦି ଜଣେ କେହି ଦୁର୍ବଳ, ମୁଁ ମଧ୍ୟ ଦୁର୍ବଳ। ଯଦି କୌଣସି ଲୋକ ପାପରେ ଗ୍ଭଲିବା ନିମନ୍ତେ ପ୍ରବୃତ୍ତ ହୁଏ, ତେବେ ମୁଁ ଅନ୍ତର ମଧ୍ୟରୁ ଯନ୍ତ୍ରଣା ଅନୁଭବ କରେ।

30 ଯଦି ମୋର ଦର୍ପ (ଗର୍ବ) କରିବା କଥା, ତା’ହେଲେ ମୁଁ ମୋ’ ନିଜର ଦୁର୍ବଳତା ଗୁଡ଼ିକ ପାଇଁ ଗର୍ବ କରିବି। 31 ପରମେଶ୍ୱର ଜାଣନ୍ତି ଯେ, ମୁଁ ମିଥ୍ୟା କହୁ ନାହିଁ। ସେ ହେଉଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା। 32 ସେ ସର୍ବଦା ପ୍ରଶଂସିତ ହେବା କଥା। ମୁଁ ଯେତେବେଳେ ଦମ୍ମେସକଠାରେ ଥିଲି, ଅରିତସ୍ ରାଜାଙ୍କ ରାଜ୍ୟପାଳ ନଗରର ଗ୍ଭରିପଟେ ପ୍ରହରୀମାନଙ୍କୁ ରଖି ମୋତେ ବନ୍ଦୀ କରିବା ପାଇଁ ଚେଷ୍ଟା କରିଥିଲେ। 33 କିନ୍ତୁ ସହର ପାଚେରୀରେ ଥିବା ଗୋଟିଏ ଝରକା ବାଟ ଦେଇ, ଗୋଟିଏ ବାକ୍ସରେ ବସାଇ ମୋତେ କେତେକ ବନ୍ଧୁମାନଙ୍କ ଦ୍ୱାରା ବାହାରକୁ ଓହ୍ଲାଇ ନିଆ ଯିବାରୁ ମୁଁ ରାଜ୍ୟପାଳଙ୍କ ହାତରୁ ରକ୍ଷା ପାଇ ଗଲି।

ଲୂକ ଲିଖିତ ସୁସମାଗ୍ଭର 19:11-27

ପରମେଶ୍ୱର ଯାହା ଦିଅନ୍ତି ତାହା ଉପଯୁକ୍ତ ଭାବରେ ବ୍ୟବହାର କର(A)

11 ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ। 12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: “ଜଣେ ଅତି ମାନ୍ୟଗନ୍ୟ ବ୍ୟକ୍ତି ରାଜା ହେବା ପାଇଁ କୌଣସି ଏକ ଦୂର ରାଜ୍ୟକୁ ଯିବାକୁ ପ୍ରସ୍ତୁତ ହେଉଥିଲେ। ତା’ପରେ ସେ ଫେରି ଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ। 13 ସେ ନିଜର ଦଶ ଜଣ ଗ୍ଭକରଙ୍କୁ ଡାକିଲେ। ସେ ପ୍ରତ୍ୟେକ ଗ୍ଭକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, ‘ମୁଁ ଫେରିବା ପର୍ଯ୍ୟନ୍ତ ଏହି ଟଙ୍କାରେ ବ୍ୟବସାୟ କର।’ 14 ସେହି ବ୍ୟକ୍ତିଙ୍କୁ ସେ ରାଜ୍ୟର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସେମାନେ ତାହାଙ୍କ ପଛରେ ଦଳେ ଲୋକଙ୍କୁ ସେଠାକୁ ପଠାଇଲେ। ସେଠାକୁ ଯାଇ ଏହି ଦଳର ଲୋକମାନେ କହିଲେ, ‘ଆମ୍ଭେ ଗ୍ଭହୁଁନା ଯେ, ସେହି ବ୍ୟକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।’

15 “ତଥାପି ସେ ରାଜା ହୋଇଗଲେ। ତା’ପରେ ସେ ଘରକୁ ଫେରି ଆସିଲେ। ତା’ପରେ ସେ କହିଲେ, ‘ଯେଉଁ ଗ୍ଭକରମାନଙ୍କୁ ମୁଁ ମୋର ଟଙ୍କା ଦେଇଥିଲି ସେମାନଙ୍କୁ ଡାକ, ମୁଁ ଜାଣିବାକୁ ଗ୍ଭହୁଁଛି ଯେ, ସେହି ଟଙ୍କାରେ ସେମାନେ ଆଉ କେତେ ଅଧିକ ଲାଭ କରିଛନ୍ତି।’ 16 ପ୍ରଥମେ ଗ୍ଭକର ଜଣକ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦେଇଥିବା ଟଙ୍କା ଥଳିଟିକୁ ବ୍ୟବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।’ 17 ରାଜା ଗ୍ଭକରମାନଙ୍କୁ କହିଲେ, “ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭକୁ ଛୋଟ ଛୋଟ ବିଷୟରେ ବିଶ୍ୱାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମୋର ଦଶଟି ନଗର ଶାସନ କରିବାକୁ ଦେବି।’

18 “ଦ୍ୱିତୀୟ ଗ୍ଭକରଟି ଆସିଲା ଓ କହିଲା, ‘ଆଜ୍ଞା, ଆପଣ ଦେଇଥିବା ଟଙ୍କା ଥଳିକୁ ବ୍ୟବହାର କରି ପାଞ୍ଚ ଥଳି ଟଙ୍କା ଅର୍ଜନ କରିଛି।’ 19 ରାଜା ସେହି ଗ୍ଭକରଟିକୁ କହିଲେ, ‘ତୁମ୍ଭେ ପାଞ୍ଚୋଟି ନଗର ଉପରେ ଶାସନ କରିବ।’

20 “ତା’ପରେ ଅନ୍ୟ ଗ୍ଭକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, ‘ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନାରେ ଏହାକୁ ଗୁଡ଼ାଇ ରଖିଥିଲି। 21 ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜନ କରି ନ ଥିବା ଟଙ୍କା ନେଇଥା’ନ୍ତି ଓ ନିଜେ ଉତ୍ପନ୍ନ କରି ନ ଥିବା ଖାଦ୍ୟଶସ୍ୟ ସଂଗ୍ରହ କରିଥା’ନ୍ତି।’

22 “ତା’ପରେ ରାଜା ସେହି ଗ୍ଭକରକୁ କହିଲେ, ‘ତୁମ୍ଭେ ଜଣେ ଦୁଷ୍ଟ ଗ୍ଭକର। ତୁମ୍ଭେ ମୋ’ ପ୍ରତି ବ୍ୟବହାର କରିଥିବା ଭାଷାରେ ମୁଁ ତୁମ୍ଭରି ବିଗ୍ଭର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠୋର ବ୍ୟକ୍ତି। ପୁଣି କହିଛ ଯେ ମୁଁ ଅର୍ଜନ ନ କରି ଟଙ୍କା ନିଏ ଓ ଉତ୍ପନ୍ନ ନ କରି ମଧ୍ୟ ଖାଦ୍ୟଶସ୍ୟ ସଂଗ୍ରହ କରେ।’ 23 ଯଦି ଏ କଥା ସତ୍ୟ, ତେବେ ତୁମ୍ଭେ ମୋ’ ଟଙ୍କା ବ୍ୟାଙ୍କରେ ଜମା ରଖି ପାରିଥା’ନ୍ତ ତା’ହେଲେ ମୁଁ ଫେରି ଆସିଲା ବେଳକୁ ମୋ’ ଟଙ୍କାରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥା’ନ୍ତା 24 ସେଠାରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, ‘ଏ ଗ୍ଭକର ପାଖରୁ ଟଙ୍କା ଥଳିଟି ନେଇ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଗ୍ଭକରକୁ ଦେଇଦିଅ।”

25 “ଲୋକମାନେ ରାଜାଙ୍କୁ କହିଲେ, “କିନ୍ତୁ ଆଜ୍ଞା, ସେ ଗ୍ଭକରଟି ପାଖରେ ତ ଆଗରୁ ଦଶ ଥଳି ଟଙ୍କା ଅଛି।’

26 “ରାଜା କହିଲେ, ‘ଯଦି ଜଣେ ବ୍ୟକ୍ତି ତା’ ପାଖରେ ଯାହା ଅଛି ତାହାର ବ୍ୟବହାର କରେ ତେବେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ୟକ୍ତି ତା’ ପାଖରେ ଯେତିକି ଅଛି, ତାହା ବ୍ୟବହାର କରେନି ତା’ଠାରୁ ତାହା ମଧ୍ୟ ଛଡ଼େଇ ନିଆଯିବ। 27 ବର୍ତ୍ତମାନ ମୋର ଶତ୍ରୁମାନେ କାହାନ୍ତି? ମୁଁ ସେମାନଙ୍କର ରାଜା ନ ହୁଏ ବୋଲି ଯେଉଁମାନେ ଗ୍ଭହୁଁଥିଲେ। ସେମାନେ କାହାନ୍ତି? ମୋ’ ଶତ୍ରୁମାନଙ୍କୁ ଏଠାକୁ ଆଣ। ସେମାନଙ୍କୁ ମୋ’ ଆଖି ଆଗରେ ମାରିଦିଅ।’”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center