Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସ୍ମରୋଣ ପାୟ।
70 ହେ ପରମେଶ୍ୱର, ମୋତେ ରକ୍ଷା କର!
ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!
2 ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି।
ସେମାନଙ୍କୁ ନିରାଶ ଓ ଅପମାନିତ କର!
ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି।
ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।
3 ଲୋକମାନେ ମୋତେ ପରିହାସ କରନ୍ତି।
ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି,
ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି।
ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି,
ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”
5 ମୁଁ ଏକ ନିଃସହାୟ ଲୋକ।
ହେ ପରମେଶ୍ୱର, ଶୀଘ୍ର ମୋତେ ଉଦ୍ଧାର କର!
ହେ ପରମେଶ୍ୱର! ତୁମ୍ଭେ ହିଁ କେବଳ ମୋର ସହାୟ ଓ ରକ୍ଷକ।
ସଦାପ୍ରଭୁ ବିଳମ୍ବ କର ନାହିଁ।
71 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି।
ମୋତେ ନିରାଶ ହେବାକୁ ଦିଅ ନାହିଁ।
2 କାରଣ ତୁମ୍ଭେ ଯଥାର୍ଥ ଅଟ।
ମୋତେ ଉଦ୍ଧାର କର ଓ ବଞ୍ଚାଅ।
ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
3 ମୋର ଦୁର୍ଗ ହୁଅ।
ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି।
ମୋର ନିରାପଦର ସ୍ଥାନ,
ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
4 ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
5 ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା।
ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
6 ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି।
ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ।
ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
7 ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ,
ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।
8 ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ଯ୍ୟ କର୍ମ ବିଷୟରେ ଗାନ କରୁଛି।
9 ବୃଦ୍ଧା ଅବସ୍ଥା ହେତୁ ମୋତେ ପରିତ୍ୟାଗ କର ନାହିଁ।
ମୁଁ ଦୁର୍ବଳ ହେବା ସମୟରେ ମୋତେ ପରିତ୍ୟାଗ କର ନାହିଁ।
10 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଯୋଜନା କରିଛନ୍ତି।
ସେହି ଲୋକମାନେ ଏକତ୍ରିତ ହେଲେ ଏବଂ ମୋତେ ମାରିବା ପାଇଁ ଯୋଜନା କଲେ।
11 ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ।
ପରମେଶ୍ୱର ତାଙ୍କୁ କରିତ୍ୟାଗ କରିଛନ୍ତି।
ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”
12 ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ,
ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।
13 ମୋର ଶତ୍ରୁମାନଙ୍କୁ ପରାସ୍ତ କର!
ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କର।
ସେମାନେ ମୋତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି।
ସେମାନେ ଅପମାନିତ ହୁଅନ୍ତୁ।
14 କିନ୍ତୁ ମୋ’ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ୱାସ ରଖିବି।
ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହେବି।
15 ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ।
ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ,
ଯେପରିକି କେତେଥର ଗଣତି କରି ପାରିବ ନାହିଁ।
16 ହେ ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷୟରେ କହିବି।
ମୁଁ କେବଳ ତୁମ୍ଭର ଉତ୍ତମତା ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି।
ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି।
18 ବର୍ତ୍ତମାନ ମୁଁ ବୃଦ୍ଧ ଓ ମୋର ବାଳ ପାଚିଯାଇଛି।
ମୋତେ ପରିତ୍ୟାଗ କର ନାହିଁ, ପରମେଶ୍ୱର।
ମୋ’ ସାଙ୍ଗରେ ରୁହ, ମୁଁ ଯେପରି ତୁମ୍ଭର ଶକ୍ତି ଏବଂ ମହାନତା ବିଷୟରେ ଭବିଷ୍ୟତ ବଂଶଧରଙ୍କ ଆଗରେ କହି ପାରିବି।
19 ହେ ପରମେଶ୍ୱର, ତୁମ୍ଭର ଧର୍ମ ବହୁତ ଉଚ୍ଚ।
ହେ ପରମେଶ୍ୱର, ତୁମପରି ଆଉ କେହି ପରମେଶ୍ୱର ନାହିଁ।
ତୁମ୍ଭେ ଅନେକ ଆଶ୍ଚର୍ଯ୍ୟ କର୍ମମାନ କର।
20 ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ।
ମୋ’ ଜୀବନକୁ ପୁନଃସ୍ଥାପନ କର।
ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।
21 ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର
ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।
22 ତା’ପରେ ହେ ମୋର ପରମେଶ୍ୱର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି।
ତୁମ୍ଭ ଉପରେ ଭରସା ରଖାଯାଇ ପାରିବ ବୋଲି ମୁଁ ଗୀତ ଗାଇବି।
ତୁମେ ଇସ୍ରାଏଲର ପବିତ୍ର ସଦାପ୍ରଭୁ ବୋଲି
ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
23 ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ।
ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
24 ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ,
କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ
ପରାସ୍ତ ଓ ଅପମାନିତ ହେବେ।
ଆସଫର ମସ୍କୀଲ୍।
74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
3 ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
5 ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
6 ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
7 ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
8 ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦଗ୍ଧ କରି ଦେଲେ।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି।
କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କେବେ ଭୁଲିଯାଅ ନାହିଁ।
ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
ପାଉଲଙ୍କ ଜୀବନରେ ବିଶେଷ ଆଶୀର୍ବାଦ
12 ମୁଁ ଗର୍ବ କରି ଗ୍ଭଲି ଥିବି। ଏହା ଦ୍ୱାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ ‘ଦର୍ଶନ’ ଓ ‘ପ୍ରତ୍ୟାଦେଶ’ ବିଷୟରେ କହିବି। 2 ମୁଁ ଚଉଦ ବର୍ଷ ପୂର୍ବରୁ ଘଟି ଥିବା ଗୋଟିଏ ଘଟଣା କହୁଛି। ଜଣେ ଖ୍ରୀଷ୍ଟରେ ଥିବା ଲୋକକୁ ମୁଁ ଜାଣେ (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି) ଯାହାଙ୍କୁ ତୃତୀୟ ସ୍ୱର୍ଗକୁ ନିଆଗଲା। 3 ମୁଁ ଜାଣେ ତାହାଙ୍କୁ ପାରଦୀଶକୁ [a] ନିଆଗଲା। (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି)। 4 ସେ ଏପରି ଶୁଣିବାକୁ ପାଇଲେ ଯାହା ସେ ବୁଝେଇ ପାରିଲେ ନାହିଁ। ସେ କିଛି ବିଷୟ ଶୁଣିଲେ, 5 ଯାହା କୌଣସି ବ୍ୟକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମୋହର ଦୁର୍ବଳତାରେ ଦର୍ପ କରିବି।
6 ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଗ୍ଭହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ୟକଥା କହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମୋ’ ବିଷୟରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା’ଠାରୁ ଅଧିକ ବୋଲି ମୋତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।
7 ମୋତେ ଦିଆଯାଇଥିବା ଆଶ୍ଚର୍ଯ୍ୟଜନକ ପ୍ରତ୍ୟାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ୟଧିକ ଗର୍ବ କରିବି, ସେଥିପାଇଁ ମୋତେ ଶରୀରରେ ଯନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ୱରୂପେ ଏହା ମୋତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମୋତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି। 8 ମୁଁ ପ୍ରଭୁଙ୍କୁ ତିନିଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମୋ’ଠାରୁ ଦୂରେଇ ନିଅନ୍ତୁ। 9 କିନ୍ତୁ ପ୍ରଭୁ ମୋତେ କହିଲେ, “ତୁମ୍ଭ ପାଇଁ ମୋର ଅନୁଗ୍ରହ ଯଥେଷ୍ଟ। ଯେତେବେଳେ ତୁମ୍ଭେ ଦୁର୍ବଳ, ସେତେବେଳେ ମୋର ଶକ୍ତି ତୁମ୍ଭଠାରେ ପରିପୂର୍ଣ୍ଣତା ଭାବେ ଦେଖା ଦିଏ।” ଅତଏବ ମୁଁ ମୋର ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବାରେ ଆନନ୍ଦ ପାଏ। ଏହା ଦ୍ୱାରା ଖ୍ରୀଷ୍ଟଙ୍କର ଶକ୍ତି ମୋ’ଠାରେ ରହିଥିବ। 10 ଅତଏବ ମୋ’ଠାରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କେବଳ ଖ୍ରୀଷ୍ଟଙ୍କ ସକାଶେ ଯେତେବେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦେଇ ଗତି କରେ, ଯେତେବେଳେ ମୋର କଷ୍ଟ ଥାଏ ବା ଯେତେବେଳେ ମୋର ସମସ୍ୟା ଥାଏ, ସେତେବେଳେ ମୁଁ ଆନନ୍ଦ କରେ। ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ପ୍ରକୃତରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।
ଯୀଶୁଙ୍କର ଯିରୁଶାଲମ ପ୍ରବେଶ(A)
28 ଯୀଶୁ ଏସବୁ କହି ସାରିବା ପରେ ଯିରୁଶାଲମ ଆଡ଼କୁ ଯାତ୍ରା ଆରମ୍ଭ କଲେ। 29 ଜୀତପର୍ବତ ପାଖ ବେଥ୍ଫାଗୀ ଓ ବେଥନୀୟା ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ଏହା କହି ପଠାଇଲେ, 30 “ଆଗରେ ଯେଉଁ ଗାଁ ଦେଖାଯାଉଛି, ସେଠାକୁ ଯାଅ। ତୁମ୍ଭେମାନେ ଗାଁରେ ପଶିବା ମାତ୍ରେ ସେଠାରେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଉପରେ କେହି କେବେ ହେଲେ ଚଢ଼ି ନ ଥିବେ। ତାକୁ ଖୋଲି ଦେଇ ମୋ’ ପାଖକୁ ଆଣିବ। 31 ଯଦି କୌଣସି ଲୋକ ତୁମ୍ଭକୁ ପଗ୍ଭରେ ଯେ ତୁମ୍ଭେମାନେ ଗଧଟିକୁ କାହିଁକି ନେଇ ଯାଉଛ, ତେବେ ତୁମ୍ଭେମାନେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।’”
32 ଦୁଇଜଣ ଶିଷ୍ୟ ସେହି ଗାଁକୁ ଗଲେ, ଯୀଶୁ ସେମାନଙ୍କୁ ଯେଭଳି କହିଥିଲେ, ଠିକ୍ ସେହି ଅନୁସାରେ ସେମାନେ ଗଧଟିକୁ ପାଇଗଲେ। 33 ଶିଷ୍ୟମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସେମାନେ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଗଧଟିକୁ କାହିଁକି ଫିଟାଉଛ?”
34 ଶିଷ୍ୟମାନେ କହିଲେ, “ଏହାଠାରେ ପ୍ରଭୁଙ୍କର ଦରକାର ଅଛି।” 35 ତା’ପରେ ଶିଷ୍ୟମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ଗଧ ପିଠି ଉପରେ ସେମାନଙ୍କର ଲୁଗା ପକେଇଲେ। ତା’ପରେ ସେମାନେ ଯୀଶୁଙ୍କୁ ଗଧ ଉପରେ ବସାଇଲେ। 36 ଯୀଶୁ ଗଧ ଉପରେ ବସି ଯିରୁଶାଲମ ଆଡ଼କୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।
37 ଯୀଶୁ ଯିରୁଶାଲମର ପାଖ ହୋଇ ଆସୁଥିଲେ, ସେ ଜୀତପର୍ବତର ପାଦଦେଶ ନିକଟରେ ପହଞ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ୟଦଳ ଖୁସୀ ଥିଲେ। ସେମାନେ ଉଚ୍ଚସ୍ୱରରେ ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସେମାନେ ଯେଉଁସବୁ ଶକ୍ତିର କାର୍ଯ୍ୟମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ୱରଙ୍କ ସ୍ତୁତିଗାନ କଲେ। ସେମାନେ କହିଲେ, 38 “ସ୍ୱାଗତ କରି କହିଲେ:
“‘ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଛନ୍ତି, ତାହାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।’ (B)
ସ୍ୱର୍ଗରେ ଶାନ୍ତି ଓ ପରମେଶ୍ୱରଙ୍କ ମହିମା ହେଉ।”
39 ଜନଗହଳିରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭର ଶିଷ୍ୟମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।”
40 କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାଯିବ। ଯଦି ମୋର ଶିଷ୍ୟମାନେ ଏସବୁ କଥା ନ କୁହନ୍ତି। ତାହାହେଲେ ଏ ପଥର ସବୁ ପାଟି କରି ତାହା ସବୁ କହିବେ।”
2010 by World Bible Translation Center