Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 69

ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ।

69 ହେ ପରମେଶ୍ୱର, ମୋତେ ମୋର ସମସ୍ତ ବିପଦରୁ ବଞ୍ଚାଅ।
    ମୋର ପ୍ରାଣ ପର୍ଯ୍ୟନ୍ତ ଜଳରାଶି ମାଡ଼ି ଯାଇଛି।
ଯେଉଁଠାରେ ମୁଁ ଠିଆ ହୋଇ ପାରିବି ଏପରି କୌଣସି ବସ୍ତୁ ନାହିଁ।
    ମୁଁ ଗଭୀର ପଙ୍କ ଭିତରକୁ ଭାସି ଯାଉଛି।
ମୁଁ ଅଗାଧ ଜଳରେ ଅଛି ଓ ମୋର ଚତୁର୍ପାର୍ଶ୍ୱରେ ଲହଡ଼ି ଭାଙ୍ଗୁଛି।
    କେବଳ ମୁଁ ବୁଡ଼ିଯିବା ଉପରେ।
ସାହାଯ୍ୟ ପାଇଁ ଡାକି ଡାକି ମୁଁ ଦୁର୍ବଳ ହେବାକୁ ଯାଉଛି।
    ମୋର କଣ୍ଠ ଯନ୍ତ୍ରଣା ହେଉଛି।
ମୁଁ ତୁମ୍ଭର ସହାୟତା ପାଇବା ପାଇଁ ବାଟ ଗ୍ଭହିଁଛି।
    ଏବଂ ଗ୍ଭହିଁ ଗ୍ଭହିଁ ମୋର ଆଖିଦ୍ୱୟ ଯନ୍ତ୍ରଣା କରୁଛି।
ମୋର ଶତ୍ରୁମାନେ, ମୋର ମୁଣ୍ଡବାଳଠାରୁ ଅଧିକ।
    ସେମାନେ ବୃଥାରେ ମୋ’ ସହିତ ଶତ୍ରୁତା କରନ୍ତି।
    ସେମାନେ ମୋର ବିନାଶର କାମନା ବହୁତ କରୁଛନ୍ତି।
ମୋର ଅନେକ ଶତ୍ରୁଗଣ ମୋ’ ବିଷୟରେ ମିଛ କଥା କହନ୍ତି।
    ସେମାନେ ମିଛରେ ମୋତେ ଗ୍ଭେର କହିଲେ
    ଏବଂ ସେହି ବସ୍ତୁଗୁଡ଼ିକ ମୋତେ ଦେବାକୁ କହିଲେ, ଯାହା ମୁଁ ଗ୍ଭେରି କରି ନାହିଁ।
ହେ ପରମେଶ୍ୱର, ମୋର ମୂର୍ଖାମୀ ପାପଗୁଡ଼ିକ ତୁମ୍ଭେ ଜାଣ।
    ମୁଁ ମୋର ପାପଗୁଡ଼ିକ ତୁମ୍ଭଠାରେ ଲୁଗ୍ଭଇ ପାରିବି ନାହିଁ।
ହେ ମୋର ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେମାନଙ୍କୁ ମୋ’ ପାଇଁ ଲଜ୍ଜିତ ହେବାକୁ ଅନୁମତି ଦିଅ ନାହିଁ।
    ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଉପାସକମାନେ ମୋ’ ପାଇଁ ଅପମାନିତ ନ ହୁଅନ୍ତୁ।
ମୋର ମୁହଁ ଲଜ୍ଜାରେ ନଇଁ ପଡ଼ୁଛି।
    ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ୟ କରିଛି।
ମୋ’ ନିଜ ଭାଇମାନେ ମୋ’ ସହିତ ଅଚିହ୍ନା ଲୋକ ପରି ବ୍ୟବହାର କଲେ।
    ମୋର ମାଙ୍କର ପୁଅମାନେ ମୋତେ ବିଦେଶୀ ପରି ବ୍ୟବହାର କଲେ।
ମୋର ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ୱଂସ ହୋଇଛି।
    ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମୋତେ ବାଧେ।
10 ମୁଁ କାନ୍ଦେ ଏବଂ ଉପବାସ କରେ,
    ଏଥିପାଇଁ ଲୋକମାନେ ମୋର ଉପହାସ କରନ୍ତି।
11 ମୁଁ ଶୋକରେ ଚଟବସ୍ତ୍ର ପରିଧାନ କରେ
    ଏବଂ ଲୋକମାନେ ମୋତେ ପରିହାସ କରନ୍ତି।
12 ସେମାନେ, ସର୍ବସାଧାରଣ ସ୍ଥାନରେ ମୋର ଚର୍ଚ୍ଚା କରୁଛନ୍ତି
    ଏବଂ ମଦୁଆମାନେ ମୋ’ ବିଷୟରେ ତାଚ୍ଛଲ୍ୟଭରା ଗୀତ ଗାଉଛନ୍ତି।
13 ହେ ସଦାପ୍ରଭୁ, ମୋ’ ଜାଣିବାରେ ମୁଁ ପ୍ରାର୍ଥନା କରେ
    ତୁମ୍ଭେ ମୋତେ ଗ୍ରହଣ କରିନିଅ।
ହେ ପରମେଶ୍ୱର, ମୁଁ ଆଶାକରେ ତୁମ୍ଭେ ମୋତେ ତୁମ୍ଭର ପରିତ୍ରାଣର ସତ୍ୟତା ଅନୁସାରେ ଉତ୍ତର ଦିଅ।
    ମୁଁ ଜାଣେ, ପରିତ୍ରାଣ ପାଇଁ ମୁଁ ତୁମ୍ଭଠାରେ ଭରସା କରି ପାରିବି।
14 ମୋତେ ପଙ୍କ ସ୍ଥାନରୁ ବଞ୍ଚାଅ।
    ମୋତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ।
ଯେଉଁମାନେ ମୋତେ ଘୃଣା କରନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
    ମୋତେ ଏହି ଗଭୀର ପାଣିରୁ ବଞ୍ଚାଅ।
15 ବନ୍ୟା ଲହରୀ ମୋତେ ଯେମିତି ବୁଡ଼ାଇ ନ ଦେଉ।
    ଗଭୀର ସମୁଦ୍ର ମୋତେ ଗ୍ରାସ ନ କରୁ।
    କବର ମୋତେ ଗିଳି ନ ଦେଉ।
16 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ।
    ତେଣୁ ମୋତେ ଉତ୍ତର ଦିଅ।
    ମୋର ସହାୟତା ପାଇଁ କୃପାସହକାରେ ମୋତେ ଗ୍ଭହଁ।
17 ତୁମ୍ଭର ଦାସପ୍ରତି ମୁହଁ ଫେରାଅ ନାହିଁ।
    ମୁଁ ବିପଦରେ ପଡ଼ିଛି, ମୋତେ ଶୀଘ୍ର ଉତ୍ତର ଦିଅ।
18 ଆସ ମୋର ପ୍ରାଣ ରକ୍ଷା କର,
    ଆସ ଓ ମୋର ଶତ୍ରୁମାନଙ୍କଠାରୁ ମୋତେ ବଞ୍ଚାଅ।
19 ତୁମ୍ଭେ ଜାଣ ମୋର ଶତ୍ରୁମାନେ ମୋତେ ନିନ୍ଦା
    ଓ ଅପମାନିତ କରିଛନ୍ତି।
    ସେମାନେ ମୋ’ ସହିତ ଏହା କରିବାର ତୁମ୍ଭେ ଦେଖିଛ।
20 ଲଜ୍ଜା ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗି ଦେଇଛି।
    କାରଣ ଲଜ୍ଜା ଯୋଗୁଁ ମୁଁ ମୃତ୍ୟୁବରଣ କରିବା ଉପରେ, ମୁଁ ସହାନୁଭୂତି ପାଇଁ ଡାକିଲି,
କେହି ସହାନୁଭୂତି ଦେଖାଇଲେ ନାହିଁ।
    ମୁଁ ଲୋକମାନଙ୍କୁ ଖୋଜିଲି,
କିନ୍ତୁ ଯେଉଁମାନେ ମୋତେ ସାନ୍ତ୍ୱନା ଦେଇ ପାରିବେ,
    କେହି ସହାନୁଭୂତି ଦେଖାଇଲେ ନାହିଁ।
21 ସେମାନେ ମୋତେ ଖାଦ୍ୟ ବଦଳରେ ତୁଷ
    ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଳରସ ଦେଲେ।
22 ସେମାନଙ୍କର ମେଜ ଖାଦ୍ୟରେ ପୂର୍ଣ୍ଣ ଥିଲା।
    ସେମାନେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ଯେ, ମୁଁ ଆଶଙ୍କା କଲି ସେହି ଖାଦ୍ୟ ସେମାନଙ୍କୁ ନଷ୍ଟ କରିବ।
23 ସେମାନେ ଅନ୍ଧ ହୁଅନ୍ତୁ।
    ସେମାନଙ୍କ ଅଣ୍ଟା ନଇଁ ଯାଉ।
24 ସେମାନଙ୍କ ଉପରେ ତୁମ୍ଭର ବଡ଼ କ୍ରୋଧ ଢାଳି ଦିଅ।
    ତୁମ୍ଭର କ୍ରୋଧ ସେମାନଙ୍କୁ ଗ୍ରାସ କରୁ।
25 ସେମାନଙ୍କର ଗୃହଗୁଡ଼ିକୁ ଶୂନ୍ୟ କର।
    କେହି ଜୀବିତ ନ ରୁହନ୍ତୁ।
26 ତୁମ୍ଭେ ଆଘାତ କରିଥିବା ଲୋକମାନଙ୍କୁ, ସେମାନେ ଯାତନା ଦିଅନ୍ତି।
    ସେମାନେ ଯନ୍ତ୍ରଣା ବିଷୟରେ କଥାବାର୍ତ୍ତା ହୁଅନ୍ତି, ଯେଉଁମାନଙ୍କୁ ତୁମ୍ଭେ କ୍ଷତାକ୍ତ କରିଅଛ।
27 ସେମାନେ କରିଥିବା ମନ୍ଦକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡ ଦିଅ।
    ତୁମ୍ଭର ଦୟା ପରାୟଣତା ତାଙ୍କୁ ଦେଖାଅ ନାହିଁ।
28 ଜୀବନ-ପୁସ୍ତକରୁ ସେମାନଙ୍କର ନାମ ପୋଛି ଦିଅ
    ଓ ସେମାନଙ୍କ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।
29 ମୁଁ ଦୁଃଖୀ ଓ ଶୋକାକୁଳ ଅଟେ।
    ହେ ପରମେଶ୍ୱର, ମୋତେ ଉଦ୍ଧାର କର।
    ମୋତେ ରକ୍ଷା କର।
30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା ଗାନ କରିବି
    ଓ ଧନ୍ୟବାଦ ସହ ତାଙ୍କର ଗୌରବ ଗାନ କରିବି।
31 ସଦାପ୍ରଭୁ ଏଥିରେ ପ୍ରସନ୍ନ ହେବେ।
    ଏକ ଶିଙ୍ଗ ଓ ଖୁରା ସହିତ ଷଣ୍ଢ କିଅବା ପଶୁ ବଳି ଦେବା ଅପେକ୍ଷା ଏହା ଅଧିକ ଉତ୍ତମ ଅଟେ।
32 ହେ ଗରିବ ଲୋକମାନେ, କିଏ ପରମେଶ୍ୱରଙ୍କ ଆରାଧନା କରିବା ପାଇଁ ଆସିଅଛି,
    ତୁମ୍ଭେ ଏହି କଥା ଜାଣିବା ପାଇଁ ଆନନ୍ଦିତ ହୋଇଯିବ।
33 ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି।
    ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ
    ତାଙ୍କର ପ୍ରଶଂସା କରନ୍ତୁ।
35 ସଦାପ୍ରଭୁ ସିୟୋନକୁ ପରିତ୍ରାଣ କରିବେ
    ଓ ଯିହୁଦାର ନଗରସବୁ ପୁନଃନିର୍ମାଣ କରିବେ।
ତାଙ୍କର ଲୋକମାନେ ସେଠାରେ ରହିବେ ଏବଂ ଦେଶ ପୁଣି ଥରେ ତାଙ୍କର ହେବ।
36     ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ।
    ଆଉ ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।

ଗୀତସଂହିତା 73

ତୃତୀୟ ପୁସ୍ତକ

(ଗୀତସଂହିତା 73-89)

ଆସଫର ପ୍ରଶଂସା ଜନିତ ପ୍ରାର୍ଥନା।

73 ପରମେଶ୍ୱର ସତରେ ଇସ୍ରାଏଲର ମଙ୍ଗଳକାରୀ।
    ଯେଉଁମାନଙ୍କର ହୃଦୟ ପବିତ୍ର ସେମାନଙ୍କ ନିମନ୍ତେ ପରମେଶ୍ୱର ମଙ୍ଗଳମୟ ଅଟନ୍ତି।
କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା।
    ମୋର ବିଶ୍ୱାସ ପ୍ରାୟ ହରାଇଲି।
ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଈର୍ଷାପରାୟଣ ହୋଇଗଲି,
    ଯେତେବେଳେ ସେମାନେ କୃତକାର୍ଯ୍ୟ ହେଉଥିବାର ଦେଖିଲି।
ସେହି ଲୋକମାନଙ୍କୁ ସୁସ୍ଥ ହୋଇ ବଞ୍ଚିବାକୁ
    କୌଣସି ସଂଗ୍ରାମ କରିବାକୁ ପଡ଼ୁନାହିଁ।
ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ।
    ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।
ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି
    ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି।
ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି।
    ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି।
ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି।
    ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି।
    ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ।
ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି।
    ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
10 ଏପରିକି ଧାର୍ମିକ ଲୋକମାନେ ସେମାନଙ୍କ ପ୍ରତି ଆକୃଷ୍ଟ ହୁଅନ୍ତି,
    ସେମାନେ ଯାହା କୁହନ୍ତି ଏମାନେ ତାହା ପାଳନ କରନ୍ତି।
11 ସେହି ଦୁଷ୍ଟ ଲୋକମାନେ କହନ୍ତି, “ପରମେଶ୍ୱର ଜାଣି ନାହାନ୍ତି ଆମ୍ଭେ ଯାହା କରୁଛୁ।
    ସର୍ବୋପରିସ୍ଥ ପରମେଶ୍ୱର ଏହା ଜାଣନ୍ତି ନାହିଁ!”

12 ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି।
    ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।
13 କାହିଁକି ମୁଁ ମୋର ହୃଦୟକୁ ପବିତ୍ର କରିଛି?
    କାହିଁକି ନିର୍ଦ୍ଦୋଷତାରେ ମୋର ହସ୍ତ ପ୍ରକ୍ଷାଳନ କରିଅଛି?
14 ପରମେଶ୍ୱର, ମୁଁ ଦିନଯାକ ଦୁଃଖ, କଷ୍ଟ ପାଉଅଛି।
    ପ୍ରତିଦିନ ପ୍ରଭାତରେ ତୁମ୍ଭେ ମୋତେ ଶାସ୍ତି ଦେଉଅଛ।

15 ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି।
    କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।
16 ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି,
    କିନ୍ତୁ ଏହା ବୁଝିବା ମୋ’ ପାଇଁ ଅତି କଷ୍ଟକର ଥିଲା।
17 ଶେଷରେ, ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗଲି
    ଓ ସେମାନଙ୍କ ପ୍ରତି କ’ଣ ଘଟିବ ବୁଝି ପାରିଲି।
18 ହେ ପରମେଶ୍ୱର, ତୁମ୍ଭେ ନିଶ୍ଚିତରେ ସେହି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ।
    ତୁମ୍ଭେ ସେମାନଙ୍କୁ ଧ୍ୱଂସ ମୁଖକୁ ପେଲି ଦିଅ।
19 ହଠାତ୍ ସେମାନେ ଧ୍ୱଂସରେ ପଡ଼ିଯା’ନ୍ତି।
    ସେମାନେ ଭୟଙ୍କର ଘଟଣାରେ ଲୋପ ପାଇଲେ।
20 ହେ ସଦାପ୍ରଭୁ, ସେହି ଲୋକମାନେ ରାତ୍ରିର ସ୍ୱପ୍ନ ପରି,
    ଯାହାକୁ ଆମ୍ଭେ ଉଠିଲା ମାତ୍ରେ ଭୁଲିଯାଉ।
ତୁମ୍ଭେ ଏପରି ଲୋକଙ୍କୁ ସ୍ୱପ୍ନରେ ଦେଖିଥିବା
    ରାକ୍ଷସ ପରି ଅଦୃଶ୍ୟ କରିଦିଅ।

21-22 ମୁଁ ନିର୍ବୋଧ ଥିଲି,
    ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି।
ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି
    ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି।
23 ମୁଁ ସର୍ବଦା ତୁମ୍ଭ ପାଖରେ ଅଛି।
    ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।
24 ହେ ପରମେଶ୍ୱର, ତୁମ୍ଭେ ମୋତେ ଆଗେଇ ନେଇଅଛ।
    ତୁମ୍ଭେ ମୋତେ ସୁନ୍ଦର ଉପଦେଶ ଦେଇଅଛ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
25 ହେ ପରମେଶ୍ୱର, ସ୍ୱର୍ଗରେ ତୁମ୍ଭ ବିନା ମୋର ଆଉ କେହି ନାହିଁ, କାରଣ ତୁମ୍ଭେ ମୋ’ ପାଖରେ ଅଛ।
    ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।
26 ମୋର ମନ ଏବଂ ଶରୀର ଦୁର୍ବଳ ହୁଏ,
    କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ
    ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।
27 ହେ ପରମେଶ୍ୱର, ଯେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହେବ।
    ତୁମ୍ଭେ ସେହି ଲୋକମାନଙ୍କୁ ଧ୍ୱଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
28 ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ।
    ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ।
    ହେ ପରମେଶ୍ୱର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।

Error: Book name not found: Sir for the version: Odia Holy Bible: Easy-to-Read Version
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:11-21

କରିନ୍ଥୀଠାରେ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ

11 ମୁଁ ମୂର୍ଖଙ୍କ ଭଳି କହିଗ୍ଭଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭେମାନେ ମୋତେ ବାଧ୍ୟ କରିଥିଲ। ତୁମ୍ଭେମାନେ ହେଉଛ ସେହିଲୋକ, ଯେଉଁମାନେ ମୋ’ ସପକ୍ଷରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସେହି “ମହାନ୍ ପ୍ରେରିତ”ମାନେ ମୋ’ଠାରୁ ଅଧିକ ମଧ୍ୟ ନୁହନ୍ତି। 12 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ରେରିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି। ମୁଁ ନାନାଦି ଚିହ୍ନ, ଅ‌ଦ୍‌ଭୂତ ଓ ଆଶ୍ଚର୍ଯ୍ୟଜନକ କାମ ଦେଖାଇଥିଲି। ଏ ସବୁ ମୁଁ ଅନେକ ଧୈର୍ଯ୍ୟର ସହିତ କରିଥିଲି। 13 ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା’ସବୁ ତୁମ୍ଭେମାନେ ମଧ୍ୟ ପାଇଛ। କେବଳ ଗୋଟିଏ କଥା ତନ୍ମଧ୍ୟରୁ ଅଲଗା: ମୁଁ ତୁମ୍ଭମାନଙ୍କ ଉପରେ କେବେ ହେଲେ ଭାରସ୍ୱରୂପ ନ ଥିଲି। ଏଥିପାଇଁ ମୋତେ କ୍ଷମା କରି ଦିଅ।

14 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଯିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ହେବି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତିବଦଳରେ ମୁଁ ତୁମ୍ଭମାନଙ୍କୁ ଗ୍ଭହେଁ। ସନ୍ତାନମାନଙ୍କର ନିଜ ପିତାମାତା ଲାଗି କୌଣସି ସଞ୍ଚୟର ଆବଶ୍ୟକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି। 15 ଏଣୁ ମୋ’ ପାଖରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦେବି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ୟ ଦେଇଦେବି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା’ହେଲେ ତୁମ୍ଭେମାନେ କ’ଣ ମୋତେ ସ୍ନେହରେ ଊଣା କରିବ?

16 ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ୱରୂପ ହେବାକୁ ଗ୍ଭହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ୟା କହି ତୁମ୍ଭମାନଙ୍କୁ ଜାଲରେ ପକାଇବା ପାଇଁ ଚେଷ୍ଟା କରିବି। 17 ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ୟରୁ କାହାରି ମାଧ୍ୟମରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି? ନା, ତୁମ୍ଭେମାନେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ। 18 ମୁଁ ତୀତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତୀତସ କ’ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି? ନା! ତୁମ୍ଭେମାନେ ଜାଣ ଯେ ତୀତସ ଓ ମୁଁ ଦୁହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହରେ କାମ କରିଛୁ। ସେହି ପବିତ୍ରଆତ୍ମାର ପ୍ରେରଣରେ ଆମ୍ଭେ ଦୁହେଁ କାମ କରିଥିଲୁ।

19 ତୁମ୍ଭେମାନେ କ’ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷରେ ଯୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବରେ ପରମେଶ୍ୱରଙ୍କ ଆଗରେ କହିଥିଲୁ। ତୁମ୍ଭେମାନେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହାକିଛି କହୁଛୁ ତାହା ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ ହେବ ବୋଲି କହୁଛୁ। 20 ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ। 21 ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।

ଲୂକ ଲିଖିତ ସୁସମାଗ୍ଭର 19:41-48

ଯିରୁଶାଲମ ପାଇଁ ଯୀଶୁଙ୍କର କ୍ରନ୍ଦନ

41 ଯୀଶୁ ଯିରୁଶାଲମ ପାଖରେ ପହଞ୍ଚିଲେ। ଯୀଶୁ ଯିରୁଶାଲମ ନଗରକୁ ଦେଖି ତା’ ପାଇଁ କାନ୍ଦି ପକାଇଲେ। 42 ଯୀଶୁ ଯିରୁଶାଲମକୁ କହିଲେ, “ତୁମ୍ଭକୁ କିପରି ଶାନ୍ତି ମିଳି ପାରିବ, ତାହା ତୁମ୍ଭେମାନେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭେମାନେ ଜାଣି ପାରିବ ନାହିଁ। କାରଣ ତାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି। 43 ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ। 44 ସେମାନେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରିଦେବେ। ତୁମ୍ଭ କୋଠାଗୁଡ଼ିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସେମାନେ ରଖେଇ ଦେବେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଯେତେବେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।”

ଯୀଶୁ ମନ୍ଦିରକୁ ଯାଆନ୍ତି(A)

45 ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ। 46 ଯୀଶୁ କହିଲେ, “ଶାସ୍ତ୍ରରେ ଲେଖାଅଛି: ‘ମୋ’ ଗୃହ ପ୍ରାର୍ଥନାଗୃହ ହେବ।’ [a] କିନ୍ତୁ ତୁମ୍ଭେମାନେ ଏହାକୁ ଗ୍ଭେରମାନଙ୍କ ଆଡ୍ଡ଼ାସ୍ଥଳି କରି ଦେଇଛ।’”

47 ଯୀଶୁ ପ୍ରତିଦିନ ମନ୍ଦିରରେ ଉପଦେଶ ଦେଉଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନରେ ମାରି ଦେବାକୁ ଗ୍ଭହୁଁଥିଲେ। 48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center