Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 75-76

ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ। “ନଷ୍ଟ କର ନାହିଁ” ସ୍ୱରରେ ଆସଫର ଗୀତ।

75 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ।
    ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ;
    ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି।

ପରମେଶ୍ୱର କହିଲେ, “ମୁଁ ବିଗ୍ଭର ଦିନ ନିରୂପିତ କଲେ,
    ମୁଁ ନିରପେକ୍ଷଭାବେ ବିଗ୍ଭର କରିବି।
ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି,
    କିନ୍ତୁ ମୁଁ ତାକୁ ସ୍ଥିର କରିବି।

4-5 “କିଛି ଲୋକ ବହୁତ ଗର୍ବୀ,
    ସେମାନେ ଭାବନ୍ତି ସେମାନେ ବହୁତ ଶକ୍ତିଶାଳୀ।
ଏବଂ ନିଜକୁ ବହୁତ ମୁଖ୍ୟବ୍ୟକ୍ତି ବୋଲି ଭାବନ୍ତି।
    କିନ୍ତୁ ମୁଁ ସେହି ଲୋକମାନଙ୍କୁ କହେ, ‘ଆତ୍ମଶ୍ଲାଘା ହୁଅ ନାହିଁ’ ‘ଗର୍ବ କର ନାହିଁ।‌”’

କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ
    ପୃଥିବୀର କୌଣସି ଶକ୍ତି ନାହିଁ।
ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି
    ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ।
    ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।
ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି,
    ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ।
ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ
    ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।
ମୁଁ ଏହିସବୁ ବିଷୟରେ ସଦାକାଳ ପ୍ରଗ୍ଭର କରିବି।
    ମୁଁ ଇସ୍ରାଏଲ ପରମେଶ୍ୱରଙ୍କର ପ୍ରଶଂସା କରିବି।
10 ପରମେଶ୍ୱର କହନ୍ତି, “ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦେବି
    ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।”

ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।

76 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି।
    ଇସ୍ରାଏଲ ମଧ୍ୟରେ ତାଙ୍କ ନାମ ମହତ୍।
ପରମେଶ୍ୱରଙ୍କର ମନ୍ଦିର ଶାଲେମରେ ଅବସ୍ଥିତ।
    ପରମେଶ୍ୱରଙ୍କର ବାସସ୍ଥାନ ସିୟୋନ ପର୍ବତରେ ଅବସ୍ଥିତ।
ସେହି ସ୍ଥାନରେ ପରମେଶ୍ୱର ଧନୁର୍ବାଣ, ଢାଲ, ଖ‌ଡ଼୍‌ଗ
    ଏବଂ ସମସ୍ତ ଯୁଦ୍ଧାସ୍ତ୍ର ଭଙ୍ଗ କଲେ।

ପରମେଶ୍ୱର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି
    ତେଜ୍ଜୋମୟ ଓ ମହିମାନ୍ୱିତ ଭାବେ ଫେରି ଆସ।
ସେହି ସୈନିକମାନେ ଭାବୁଥିଲେ, ସେମାନେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି।
    କିନ୍ତୁ ସେମାନେ ବର୍ତ୍ତମାନ ଯୁଦ୍ଧ ଭୂମିରେ ମରିପଡ଼ିଛନ୍ତି।
ସେମାନଙ୍କର ଶରୀର କ୍ଷତବିକ୍ଷତ ହୋଇଅଛି।
    ସେହି ଯୋଦ୍ଧା ସୈନିକମାନଙ୍କ ମଧ୍ୟରୁ କେହି ହସ୍ତ ଉଠାଇ ପାରି ନ ଥିଲେ।
ଯାକୁବର ପରମେଶ୍ୱର, ଯେତେବେଳେ ତୁମ୍ଭେ ଆପଣାର ଯୁଦ୍ଧରବ କଲ,
    ସେମାନଙ୍କର ଅଶ୍ୱଗଣ ଏବଂ ରଥାରୋହୀଗଣ ପଡ଼ି ମୃତ୍ୟୁବରଣ କଲେ।
ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର।
    ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।
8-9 ସଦାପ୍ରଭୁ, ବିଗ୍ଭରକ ପରି ଠିଆ ହୋଇଛନ୍ତି, ତୁମ୍ଭେ ନ୍ୟାୟ ବିଗ୍ଭର କଲ,
    ପରମେଶ୍ୱର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,
ସ୍ୱର୍ଗରୁ ତାଙ୍କର ବିଗ୍ଭର ଶୁଣାଇଛନ୍ତି।
    ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହୋଇଛନ୍ତି।
10 ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି।
    ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ [a] ଶକ୍ତିଶାଳୀ ହୁଅନ୍ତୁ।

11 ଲୋକମାନେ ପରମେଶ୍ୱରଙ୍କଠାରେ ମାନସିକ କରନ୍ତି,
    ଏବଂ ସେସବୁକୁ ପରମେଶ୍ୱରଙ୍କଠାରେ ଅର୍ପଣ କରନ୍ତି।
ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ୱରଙ୍କ ନିକଟକୁ ଉପହାର ଆଣିବା ଉଚିତ୍,
    ଯେଉଁମାନେ କି ସମ୍ମାନ ପାଇଁ ଉପଯୁକ୍ତ ଅଟନ୍ତି।
12 ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି।
    ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।

ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଗୀତସଂହିତା 27

ଦାଉଦଙ୍କର ଗୀତ।

27 ହେ ସଦାପ୍ରଭୁ ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
    ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
    ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
    ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
    ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
    ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
    ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
    ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”

ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
    ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
    ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
    ତା’ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
    ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
    ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

ହେ ସଦାପ୍ରଭୁ, ମୋର ଡାକ ଶୁଣ।
    ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
    ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
ହେ ପରମେଶ୍ୱର, ମୋ’ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
    ମୋତେ ସାହାଯ୍ୟ କର।
    ମୋତେ ଦୂର କର ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
    ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
    କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
    ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
    ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
    ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
    ବଳଶାଳୀ ଓ ସାହସିକ ହୁଅ
    ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

Error: Book name not found: Sir for the version: Odia Holy Bible: Easy-to-Read Version
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13

ଶେଷ ସତର୍କବାଣୀ ଓ ଶୁଭେଚ୍ଛା

13 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।” [a] ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି। ମୋ’ ଦ୍ୱାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭେମାନେ ପ୍ରମାଣ ଗ୍ଭହୁଁଛ। ମୋର ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବାରେ ଦୁର୍ବଳ ନୁହନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିଶାଳୀ ଅଟନ୍ତି। ଏହା ସତ୍ୟ ଯେ, ଯେତେବେଳେ ଖ୍ରୀଷ୍ଟ କ୍ରୁଶ ଉପରେ ଚଢ଼ିଲେ ସେତେବେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ୱରଙ୍କ ମହାଶକ୍ତିରେ ସେ ଜୀବିତ। ଆମ୍ଭେ ମଧ୍ୟ ଖ୍ରୀଷ୍ଟଙ୍କଠାରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ୱରଙ୍କ ଶକ୍ତିରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ୟ ଜୀବିତ ହୋଇ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।

ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ। ମୁଁ ଆଶାକରେ ଆମ୍ଭେମାନେ ପରୀକ୍ଷାରେ ବିଫଳ ହୋଇ ନାହୁଁ ବୋଲି ତୁମ୍ଭେମାନେ ଦେଖିବ। ଆମ୍ଭେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ କିଛି ଭୁଲ୍ କାମ କରିବ ନାହିଁ। ଆମ୍ଭେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛୁ, ଏ କଥା ଲୋକମାନେ ଦେଖିବାରେ କିଛି ଲାଭ ନାହିଁ। ପରୀକ୍ଷାରେ ଆମ୍ଭେମାନେ ବିଫଳ ହୋଇଛୁ ବୋଲି ଯଦି ଲୋକଙ୍କୁ ଦେଖାଯାଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷରେ ଅଧିକ ଗୁରୁତ୍ୱପୂର୍ଣ୍ଣ। ଆମ୍ଭେ ସତ୍ୟର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କେବଳ ସତ୍ୟ ପାଇଁ କିଛି କରି ପାରିବା। ଯଦି ତୁମ୍ଭେମାନେ ବଳବାନ ଆମ୍ଭେ ଦୁର୍ବଳ ହେବାରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ ଅଧିକରୁ ଅଧିକ ଶକ୍ତିଶାଳୀ ହୋଇ ଯାଅ। 10 ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତେବେଳେ ମୁଁ ଆସେ, ସେତେବେଳେ ଦଣ୍ଡ ଦେବା ପାଇଁ ମୋତେ ମୋ’ ଶକ୍ତିର ବ୍ୟବହାର କରିବାକୁ ନ ପଡ଼ୁ। ପରମେଶ୍ୱର ମୋତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।

11 ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହେବାକୁ ଚେଷ୍ଟା କର। ମୁଁ ଯେପରି କହିଛି ସେହିପରି କାମ କରୁଥାଅ। ସମସ୍ତେ ଏକ ମନରେ ଓ ଶାନ୍ତିରେ ରୁହ। କେବେ ଶାନ୍ତି ଓ ପ୍ରେମର ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।

12 ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ସ୍ୱାଗତ ଜଣାଅ। ପରମେଶ୍ୱରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।

13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ୱରଙ୍କ ପ୍ରେମ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।

ଲୂକ ଲିଖିତ ସୁସମାଗ୍ଭର 20:1-8

ଯିହୂଦୀ ନେତାମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ(A)

20 ଦିନେ ଯୀଶୁ ମନ୍ଦିର ଭିତରେ ଥିଲେ। ସେ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ଯୀଶୁ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ସୁସମାଗ୍ଭର କହୁଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ପ୍ରଶ୍ନ ପଗ୍ଭରିବାକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହ, କେଉଁ ଅଧିକାର ବଳରେ ତୁମ୍ଭେ ଏସବୁ କାମ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”

ଯୀଶୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋତେ କୁହ: ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମଣିଷଠାରୁ ଆସିଥିଲା?”

ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟରେ କଥାବାର୍ତ୍ତା ହେଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା, ତେବେ ସେ ପଗ୍ଭରିବେ, ‘ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ କିନ୍ତୁ ଆମ୍ଭେ ଯଦି କହିବା, ‘ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,’ ତେବେ ସବୁ ଲୋକ ଆମ୍ଭ ଉପରକୁ ଟେକା ପଥର ଫିଙ୍ଗି ଆମ୍ଭକୁ ଜୀବନରେ ମାରିଦେବେ। କାରଣ ସେମାନେ ଯୋହନଙ୍କୁ ଭବିଷ୍ୟ‌ଦ୍‌ବକ୍ତା ରୂପେ ବିଶ୍ୱାସ କରନ୍ତି।” ତେଣୁ ସେମାନେ କହିଲେ, “ଆମ୍ଭେ ଜାଣି ନାହୁଁ।”

ଯୀଶୁ ସେମାନଙ୍କୁ କହିଲେ, “ମୁଁ ତେବେ ତୁମ୍ଭମାନଙ୍କୁ କହିବି ନାହିଁ ଯେ ମୁଁ କେଉଁ ଅଧିକାରରେ ଏ ସବୁ କାମ କରୁଛି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center