Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
8 ତୁମ୍ଭେ ମିଶରରୁ ଗୋଟିଏ
“ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
9 ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
“ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।
17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।
77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
2 ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
କିନ୍ତୁ ମୁଁ ପାରୁ ନାହିଁ।
4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
5 ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
ମୁଁ ଚିନ୍ତା କରେ।
6 ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
8 ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
9 ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?”
10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।
16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
ବିଜୁଳି ଜଗତକୁ ଆଲୋକମୟ କଲା।
ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
ଆସଫର ଗୀତ।
79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
2 ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
3 ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
5 ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
7 ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
“ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
ଇଲ୍କାନା ଓ ତାଙ୍କ ପରିବାର ଶୀଲୋଠାରେ ଉପାସନା କଲେ
1 ଇଫ୍ରୟିମର ପର୍ବତମୟ ଦେଶର ରାମାଠାରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ଯିରୋହମର ପୁତ୍ର ଥିଲା, ଯିଏ ଇଲୀହର ପୁତ୍ର ଥିଲା, ଯିଏ ତୋହର ପୁତ୍ର ଥିଲା, ଯିଏ ସୂଫର ପୁତ୍ର ଥିଲା ଓ ଏମାନେ ଇଫ୍ରୟିମ ପରିବାରବର୍ଗର ଥିଲେ।
2 ଇଲ୍କାନାର ଦୁଇଟି ସ୍ତ୍ରୀ ଥିଲେ, ଜଣକର ନାମ ଥିଲା ହାନ୍ନା ଓ ଅନ୍ୟ ଜଣକର ନାମ ଥିଲା ପନିନ୍ନା। ପିନ୍ନିନାର ପିଲାପିଲି ଥିଲେ। କିନ୍ତୁ ହାନ୍ନାର କୌଣସି ପିଲାପିଲି ନ ଥିଲେ।
3 ପ୍ରତି ବର୍ଷ ଇଲ୍କାନା ତା’ର ନିଜ ସହର ରାମାକୁ ଛାଡ଼ି ଶୀଲୋକୁ ଯାଉଥିଲା, ଶୀଲୋରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସେଠାକୁ ଯାଉଥିଲା। ଯେଉଁ ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କର ଯାଜକ ଥିଲେ, ତାଙ୍କର ନାମ ଥିଲା, ହଫ୍ନି ଓ ପୀନହସ୍। 4 ପ୍ରତ୍ୟେକଥର ବଳିଦାନ ଉତ୍ସର୍ଗ କଲାପରେ ସେଥିରୁ କିଛି ଅଂଶ ତା’ର ସ୍ତ୍ରୀ ପନିନ୍ନା ଏବଂ ତା’ର ସମସ୍ତ ପୁତ୍ରଗଣ ଓ କନ୍ୟାମାନଙ୍କୁ ଦେଉଥିଲା। 5 ଇଲ୍କାନା ମଧ୍ୟ ତା’ର ସ୍ତ୍ରୀ ହାନ୍ନାକୁ ତା’ର ଦୁଇଗୁଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକୁ ସେ ବାସ୍ତବରେ ପ୍ରେମ କରୁଥିଲା। କିନ୍ତୁ ସଦାପ୍ରଭୁ ତା’ କୋଳରେ କୌଣସି ସନ୍ତାନସନ୍ତତି ଦେଇ ନ ଥିଲେ।
ପନିନ୍ନା ହାନ୍ନାକୁ ଧୈର୍ଯ୍ୟଚ୍ୟୁତ କଲା
6 ସଦାପ୍ରଭୁ ହାନ୍ନା କୋଳରେ କୌଣସି ସନ୍ତାନ ଦେଇ ନ ଥିଲେ, ତେଣୁ ପନିନ୍ନା ତାକୁ ଦୁଃଖିତ କରୁଥିଲା ଏବଂ ତାକୁ ବିରକ୍ତି କରୁଥିଲା। 7 ଯେତେବେଳେ ସେହି ପରିବାର ସଦାପ୍ରଭୁଙ୍କ ମନ୍ଦିରକୁ ଯାଉଥିଲେ ପ୍ରତି ବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକୁ ଦୁଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ। 8 ତା’ର ସ୍ୱାମୀ ଇଲ୍କାନା ପଗ୍ଭରୁ ଥିଲେ, “ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହିଁକି କିଛି ଖାଉ ନାହଁ? ତୁମ୍ଭେ କାହିଁକି ଦୁଃଖିତ। ମୁଁ ତୁମ୍ଭର ସ୍ୱାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁଁ ତୁମ୍ଭ ପାଇଁ ତୁମ୍ଭର ଦଶ ଜଣ ପୁତ୍ର ପାଇବା ସକ୍ଷମ।”
ହାନ୍ନାର ପ୍ରାର୍ଥନା
9 ଖାଇପିଇ ସାରିବା ପରେ ହାନ୍ନା ଚୁପ୍ଗ୍ଭପ୍ ଭାବରେ ଉଠିଯାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକୁ ପ୍ରାର୍ଥନା କରିବାକୁ ଗଲା। ଏଲି ଯିଏ କି ଧର୍ମଯାଜକ ଥିଲେ, ସେ ସେହି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲା। 10 ହାନ୍ନା ଭାରି ଦୁଃଖିନୀ ଥିଲା। ସେ ଯେତେବେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା, ସେ ବହୁତ କାନ୍ଦୁଥିଲା। 11 ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା’ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା’ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା’ର ବାଳ କାଟିବା ପାଇଁ କୌଣସି କ୍ଷୁର ତା’ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”
12 ଯେତେବେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା’ର ପାଟିକୁ ଦେଖୁଥିଲେ। 13 ସେହି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲା। କେବଳ ତା’ର ଓଷ୍ଠ ହଲୁଥିଲା। ମାତ୍ର ତା’ର ସ୍ୱର ଶୁଣା ଯାଉ ନ ଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ। 14 ଏଲି ହାନ୍ନାଙ୍କୁ କହିଲେ, “ତୁମ୍ଭେ ଆଉ କେତେକାଳ ମାତାଲ ହେଉଥିବ? ଦ୍ରକ୍ଷାରସରୁ ଦୂରେଇ ରୁହ।”
15 ହାନ୍ନା ଉତ୍ତର ଦେଲା, “ନା, ମୋର ମହାଶୟ, ମୁଁ ଜଣେ ଦୁଃଖିନୀ ସ୍ତ୍ରୀ, ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ। ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ଆପଣାର ପ୍ରାଣ ବେଦନା ଢାଳୁଥିଲି। 16 ଆପଣା ଦାସୀକୁ କୁଚରିତ୍ରା ଭାବ ନାହିଁ। ମୁଁ ଆପଣା ଚିନ୍ତା ଓ ସମସ୍ୟାକୁ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମୋର ଅନେକ ସମସ୍ୟା ଅଛି ଏବଂ ମୁଁ ଅତ୍ୟନ୍ତ ଦୁଃଖିତ।”
17 ତହିଁରେ ଏଲି ଉତ୍ତର ଦେଲେ, “ଶାନ୍ତିରେ ଯାଅ, ଯାହା ତୁମ୍ଭେ ପରମେଶ୍ୱରଙ୍କଠାରେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ମନସ୍କାମନା ପୁରଣ କରନ୍ତୁ।”
18 ତା’ପରେ ସେ ଉତ୍ତର ଦେଲା, “ମୁଁ ତୁମ୍ଭ ଦାସୀ ତୁମ୍ଭ ଆଖିରେ ଅନୁଗ୍ରହ ପ୍ରାପ୍ତ ହେଉ।” ଆଉ ସେ (ସ୍ତ୍ରୀ) ଆପଣା ପଥରେ ଗଲା ଓ ଭୋଜନ କଲା ଏବଂ ତା’ର ମୁହଁ ଆଉ ବିଷର୍ଣ୍ଣ ହେଲା ନାହିଁ।
19 ତା’ ପରଦିନ ପ୍ରଭାତରେ ଇଲ୍କାନା ଉଠି, ଆପଣା ପରିବାର ସହ ସଦାପ୍ରଭୁଙ୍କ ଉପାସନା କରି ଆପଣା ଗୃହ ରାମାକୁ ଫେରିଗଲେ।
ଶାମୁୟେଲର ଜନ୍ମ
ତା’ପରେ ଇଲ୍କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକୁ ସ୍ମରଣ କଲେ। 20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।”
ଲୂକଙ୍କ ଦ୍ୱାରା ଲିଖିତ ଦ୍ୱିତୀୟ ପୁସ୍ତକ
1 ହେ ଥିୟଫିଲ,
ମୁଁ ମୋର ପ୍ରଥମ ପୁସ୍ତକରେ ଯୀଶୁଙ୍କର ସମସ୍ତ କାର୍ଯ୍ୟ ଓ ଉପଦେଶଗୁଡ଼ିକ ବିଷୟରେ ଲେଖିଛି। 2 ମୁଁ ଯୀଶୁଙ୍କର ସମ୍ପୂର୍ଣ୍ଣ ଜୀବନ ସମ୍ପର୍କରେ ଆରମ୍ଭରୁ ତାହାଙ୍କୁ ସ୍ୱର୍ଗକୁ ନିଆଯିବା ପର୍ଯ୍ୟନ୍ତ ସବୁକିଛି ଲେଖିଛି। ଏହା ଘଟିବା ପୂର୍ବରୁ ଯୀଶୁ ନିଜେ ବାଛିଥିବା ପ୍ରେରିତମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଯୀଶୁ, ପ୍ରେରିତମାନେ [a] କ’ଣ କରିବା ଉଚିତ୍, ସେହି କଥା କହିଲେ। 3 ଏହି ଘଟଣାଟି ଯୀଶୁଙ୍କର ମୃତ୍ୟୁ ପରେ ଘଟିଥିଲା। କିନ୍ତୁ ଅନେକ ଶକ୍ତିଯୁକ୍ତ କାର୍ଯ୍ୟ ଦ୍ୱାରା ସେ ପ୍ରମାଣିତ କରି ଦେଖେଇ ଦେଲେ ଯେ, ସେ ଜୀବିତ ଥିଲେ। ମୃତ୍ୟୁ ପରେ ପୁନର୍ଜୀବିତ ହୋଇ ଉଠିଥିବାର ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ପ୍ରେରିତମାନେ ଯୀଶୁଙ୍କୁ ଅନେକ ଥର ଦେଖିଲେ। ଯୀଶୁ ପରମେଶ୍ୱରଙ୍କର ରାଜ୍ୟ ବିଷୟରେ ପ୍ରେରିତମାନଙ୍କୁ କହିଲେ। 4 ଦିନେ ଯେତେବେଳେ ଯୀଶୁ ସେମାନଙ୍କ ସାଙ୍ଗରେ ଭୋଜନ କରୁଥିଲେ, ସେତେବେଳେ ସେ ପ୍ରେରିତମାନଙ୍କୁ ଯିରୁଶାଲମ ନ ଛାଡ଼ିବା ପାଇଁ କହିଲେ। ଯୀଶୁ କହିଲେ, “ପରମେଶ୍ୱର ତୁମ୍ଭମାନଙ୍କୁ କିଛି ପ୍ରତିଜ୍ଞା ଦେଇଛନ୍ତି। ମୁଁ ତୁମ୍ଭମାନଙ୍କୁ ଏହି ପ୍ରତିଜ୍ଞା ବିଷୟରେ ଆଗରୁ କହି ସାରିଛି। ତେଣୁ ସେହି ପ୍ରତିଜ୍ଞା ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୁଶାଲମରେ ଅପେକ୍ଷାରେ ରୁହ। 5 ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେଇଥିଲେ, କିନ୍ତୁ ଅଳ୍ପ ଦିନ ଭିତରେ ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ହେବ।”
ଯୀଶୁ ସ୍ୱର୍ଗକୁ ନିଆଗଲେ
6 ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?”
7 ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ। 8 କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା’ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”
9 ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। 10 ଯୀଶୁ ଗ୍ଭଲି ଯାଉଥିଲେ ଓ ପ୍ରେରିତମାନେ ଆକାଶକୁ ଗ୍ଭହିଁ ରହିଥିଲେ। ହଠାତ୍ ଦୁଇଜଣ ଧଳା ବସ୍ତ୍ର ପିନ୍ଧିଥିବା ପୁରୁଷ ସେମାନଙ୍କ ପାଖରେ ଆସି ଠିଆ ହେଲେ। 11 ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”
ଜଣେ ନୂଆ ପ୍ରେରିତଙ୍କ ନିର୍ବାଚନ
12 ତା’ପରେ ପ୍ରେରିତମାନେ ଜୀତ ନାମକ ପର୍ବତରୁ ଯିରୁଶାଲମ ଫେରି ଆସିଲେ। ଏହି ପର୍ବତ ଯିରୁଶାଲମଠାରୁ ପ୍ରାୟ ଦୁଇ କିଲୋମିଟର ଦୂର। 13 ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।
14 ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।
ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାନ୍ତି(A)
9 ତା’ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, “ଗୋଟିଏ ଲୋକ କିଛି ଜମିରେ ଅଙ୍ଗୁର ଗ୍ଭଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦେଇଦେଲା। ତା’ପରେ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେଠାରୁ ଗ୍ଭଲିଗଲା। 10 ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତା’ର ଜଣେ ଗ୍ଭକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଗ୍ଭକର ହାତରେ ଦେଇଦେବେ। କିନ୍ତୁ କୃଷକମାନେ ଗ୍ଭକରକୁ ମାଡ଼ ମାରି ଖାଲି ହାତରେ ପଠେଇ ଦେଲେ। 11 ତେଣୁ ଲୋକଟି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ଼ ମାରିଲେ ଓ ତା’ ପ୍ରତି ଅସମ୍ମାନ ବ୍ୟବହାର କଲେ। ସେମାନେ ତାକୁ ମଧ୍ୟ କିଛି ନ ଦେଇ ପଠେଇ ଦେଲେ। 12 ତେଣୁ ଜମିମାଲିକ ପୁଣି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।
13 “ଜମିମାଲିକ କହିଲା, ‘ଏବେ ମୁଁ କ’ଣ କରିବି? ମୁଁ ମୋ’ ପୁଅକୁ ପଠାଇବି। ମୁଁ ମୋ’ ପୁଅକୁ ଅତ୍ୟଧିକ ଭଲ ପାଏ। ହୁଏତ ମୋ’ ପୁଅକୁ କୃଷକମାନେ ସମ୍ମାନ ଦେଇପାରନ୍ତି।’ 14 କୃଷକମାନେ ମାଲିକର ପୁଅକୁ ଦେଖି କୁହାକୁହି ହେଲେ, ‘ଏତ ଜମିମାଲିକର ପୁଅ। ଏ ଜମି ଖଣ୍ଡିକ ତା’ର ହିଁ ହେବ। ଆମ୍ଭେ ତାକୁ ମାରିଦେଲେ ଜମିଟି ଆମ୍ଭରି ହୋଇଯିବ।’ 15 ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନରେ ମାରିଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ।
“ଏବେ ଜମିମାଲିକ କ’ଣ କରିବ? 16 ସେ ଆସି ସେହି କୃଷକମାନଙ୍କୁ ଜୀବନରେ ମାରିଦେବ। ତା’ପରେ ସେହି ଜମିଟିକୁ ଆଉ କେତେକ କୃଷକଙ୍କୁ ଭାଗ ଦେଇଦେବେ।”
ଲୋକମାନେ ଏହି ଦୃଷ୍ଟାନ୍ତଟି ଶୁଣିଲେ ଓ ସେମାନେ କହିଲେ, “ଯେ, ଏ କଥା କେବେ ହେଲେ ନ ହେଉ।” 17 ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ପଦର ଅର୍ଥ କ’ଣ ହେବ?
‘ନିର୍ମାତାମାନେ ଯେଉଁ ପଥରକୁ ନାପସନ୍ଦ କରିଦେଲେ,
ସେହି ପଥରଟି ମୂଳଦୁଆର ପ୍ରଧାନ ପଥର ହୋଇଗଲା।’(B)
18 ଯେଉଁ ଲୋକ ସେହି ପଥର ଉପରେ ଖସି ପଡ଼ିବ, ତା’ର ହାଡ ଗୋଡ଼ ଭାଙ୍ଗିଯିବ। କିନ୍ତୁ ସେହି ପଥର ଯାହା ଉପରେ ପଡ଼ିବ, ତାହା ତାକୁ ଚୁର୍ମାର୍ କରିଦେବ।”
19 ଧର୍ମଶାସ୍ତ୍ରୀ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସେମାନେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସେମାନଙ୍କ ଉଦ୍ଦେଶ୍ୟରେ କୁହାଯାଇଛି। ତେଣୁ ସେମାନେ ଯୀଶୁଙ୍କୁ ଠିକ୍ ସେତିକିବେଳେ ବନ୍ଦୀ କରିବାକୁ ଗ୍ଭହିଁଲେ। କିନ୍ତୁ ଲୋକମାନେ କାଳେ କ’ଣ କିଛି କରିପକାଇବେ, ସେଥିପାଇଁ ସେମାନେ ଡରୁଥିଲେ।
2010 by World Bible Translation Center