Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:97-120

ମେମ୍

97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
    ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
    ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
    କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
    କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
    ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
    କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
    ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
    ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।

ନୂନ୍

105 ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ,
    ଓ ମୋର ପଥ ପାଇଁ ଆଲୋକ ଅଟେ।
106 ତୁମ୍ଭର ବିଗ୍ଭର ଉତ୍ତମ
    ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
107 ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି।
    ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
108 ସଦାପ୍ରଭୁ, ମୋର ପ୍ରଶଂସା ଗ୍ରହଣ କର।
    ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
109 ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ,
    କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
110 ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
    କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
111 ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି।
    ଏହା ମୋତେ ବହୁ ଆନନ୍ଦ ଦିଏ।
112 ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି,
    ତାହା ମୋର ପୁରସ୍କାର ହେବ।

ସାମକ୍

113 ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି, ମୁଁ ସେମାନଙ୍କୁ ଘୃଣା କରେ।
    କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
114 ତୁମ୍ଭେ ହେଉଛ ମୋର ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ୟକ୍ତି।
    ମୁଁ ତୁମ୍ଭ ବାକ୍ୟରେ ସର୍ବଦା ଭରସା କରେ।
115 ମନ୍ଦ ଲୋକମାନେ, ମୋ’ ନିକଟକୁ ଆସନ୍ତି ନାହିଁ,
    ଯେପରିକି ମୁଁ ମୋର ପରମେଶ୍ୱରଙ୍କର ଆଜ୍ଞାମାନ ପାଳନ କରି ପାରିବି।
116 ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ମନୋନୀତ କଲ, ଯେପରି ମୁଁ ବଞ୍ଚିପାରିବି।
    ମୁଁ ତୁମ୍ଭ ଉପରେ ଭରସା ରଖେ, ମୋତେ ହତୋତ୍ସାହ କର ନାହିଁ।
117 ମୋର ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହେବି।
    ମୁଁ ସର୍ବଦା ତୁମ୍ଭର ନିୟମ ମାନିବି।
118 ସଦାପ୍ରଭୁ ଯେଉଁମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରେଇ ଯାଆନ୍ତି ତୁମ୍ଭେ ତାଙ୍କୁ ଗ୍ରହଣ କର ନାହିଁ।
    କାରଣ ସେମାନେ ମିଥ୍ୟାବାଦୀ ଏବଂ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
119 ହେ ସଦାପ୍ରଭୁ, ପୃଥିବୀର ଦୁଷ୍ଟଗଣଙ୍କୁ ତୁମ୍ଭେ ଆବର୍ଜ୍ଜନା ପରି ଫିଙ୍ଗିଦିଅ।
    ଯେପରି ମୁଁ ତୁମ୍ଭର ନିୟମକୁ ସ୍ନେହ କରିବି।
120 ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ।
    ମୁଁ ତୁମ୍ଭର ବ୍ୟବସ୍ଥାକୁ ଭୟ କରେ ଓ ସମ୍ମାନ କରେ।

ଗୀତସଂହିତା 81-82

ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।

81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
    ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ଗୀତ ଆରମ୍ଭ କର
    ଓ ଦାରା ବଜାଅ,
    ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
    ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
କାରଣ ଏହା ଇସ୍ରାଏଲ ପାଇଁ ନିୟମ।
    ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
    ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
    ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
    ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
    ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।”

“ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
    ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
    ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
    ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
    ଆମ୍ଭେ ଖୁଆଇ ଦେବା।

11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
    ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
    ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
    ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
    ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
    ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
    ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”

ଆସଫର ଗୀତ।

82 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି।
    ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ?
    ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?”

“ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର।
    ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର।
    ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।

“ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ
    କିଅବା ବୁଝନ୍ତି ନାହିଁ।
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି।
    ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
ମୁଁ (ପରମେଶ୍ୱର) କହିଲି,
    “ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।
ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ।
    ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”

ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର!
    ସମସ୍ତ ଜାତିଗଣ ତୁମ୍ଭର ଅଟେ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 2:12-26

ଏଲିଙ୍କର ଦୁଷ୍ଟ ପୁତ୍ରମାନେ

12 ଏଲିଙ୍କର ପୁତ୍ରମାନେ ପାପୀ ଥିଲେ ଏବଂ ସେମାନେ ସଦାପ୍ରଭଙ୍କୁ ଜାଣନ୍ତି ନାହିଁ [a] 13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରିବା ଉଚିତ୍। ଯେତେବେଳେ କେହି ଜଣେ ବଳିଦାନ କଲେ ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୁଳ ଧରି ଆସେ। 14 ଆଉ ଯାଜକର ସେବକ ମାଂସକୁ ତସଲା ବା ହଣ୍ଡାରୁ ବାହାର କରିବା ପାଇଁ କଣ୍ଟା ଗ୍ଭମୁଚର ବ୍ୟବହାର କରିବା ଉଚିତ୍। କଣ୍ଟା ଗ୍ଭମୁଚ ଦ୍ୱାରା ଯେତିକି ସେବକ ଆଣି ଥାଏ କେବଳ ସେତିକି ହିଁ ଯାଜକ ନେବା ଉଚିତ୍। ଇସ୍ରାଏଲ ଲୋକମାନେ ଯେଉଁମାନେ ଶିଲୋକୁ ଉପାସନା କରିବା ପାଇଁ ଆସନ୍ତି, ଏହା ଯାହାକି ଯାଜକଗଣ ନୈବେଦ୍ୟ ପ୍ରତି କରିବା ଉଚିତ୍। 15 କିନ୍ତୁ ଯାଜକଗଣ ଯେପରି ବ୍ୟବହାର କରିବା ଉଚିତ୍, ଏଲିର ପୁତ୍ରଗଣ ସେପରି ବ୍ୟବହାର କଲେ ନାହିଁ। ଏପରିକି ସେହି ମାଂସର ମେଦ ଯଜ୍ଞବେଦିରେ ଦ‌ଗ୍‌ଧ ହେବା ପୂର୍ବରୁ, ସେମାନଙ୍କର ସେବକମାନେ ସେହି ବଳିଦାନ ଉତ୍ସର୍ଗ କରୁଥିବା ବ୍ୟକ୍ତି ପାଖକୁ ଗଲେ ଏବଂ କହିଲେ, “ପୋଡ଼ିବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତୁମ୍ଭଠାରୁ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କେବଳ କଞ୍ଚାମାଂସ ଗ୍ରହଣ କରିବେ।”

16 ଏଥିରେ ଯେବେ ସେ ଲୋକ ତାହାକୁ କହେ, “ପ୍ରଥମେ ମେଦ ଦ‌ଗ୍‌ଧ ହେବାକୁ ଦିଅ, ତା’ପରେ ତୁମ୍ଭେ ଯେତେ ଗ୍ଭହଁ ସେତେ ନିଅ।” ତେବେ ସେ ଯାଜକର ସେବକ କହିଥାଏ। ମାତ୍ର “ଏହିକ୍ଷଣି ତାହା ମୋତେ ଦେବାକୁ ହେବ। ଯଦି ତୁମ୍ଭେ ମୋତେ ନ ଦିଅ, ତାହାହେଲେ ମୁଁ ଜୋର୍ କରି ନେଇଯିବି।”

17 ଏହିରୂପରେ, ସଦାପ୍ରଭୁଙ୍କ ବିପକ୍ଷରେ ସେହି ଏଲିଙ୍କ ପୁତ୍ରମାନଙ୍କର ପାପ ଅତି ଭାରି ହେଲା କାରଣ ସେହି ଲୋକମାନେ ସଦାପ୍ରଭୁଙ୍କର ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।

18 ସେ ସମୟରେ ବାଳକ ଶାମୁୟେଲ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ। 19 ଆହୁରି ମଧ୍ୟ ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ସେ ଶାମୁୟେଲ ପାଇଁ ଗୋଟିଏ ସାନ ବସ୍ତ୍ର ବନାଇଥିବା, ତାହା ସେ ତାଙ୍କ ପାଖକୁ ଆଣିବ।

20 ପୁଣି ଏଲି ଇ‌ଲ୍‌କାନାକୁ ଓ ତା’ର ସ୍ତ୍ରୀକୁ ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପୁତ୍ର ପ୍ରାର୍ଥନା କରୁଥିବା ସ୍ଥାନକୁ ନିଆ ହେଉ ଏବଂ ତା’ପରେ ସଦାପ୍ରଭୁଙ୍କୁ ଦେଲେ।”

ଏହା ପରେ ସେମାନେ ଆପଣା ଗୃହକୁ ଫେରିଗଲେ। 21 ପୁଣି ସଦାପ୍ରଭୁ ହାନ୍ନା ପ୍ରତି ଦୟା କଲେ ଓ ସେ ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା। ଏଥି ମଧ୍ୟରେ ବାଳକ ଶାମୁୟେଲ ସଦାପ୍ରଭୁଙ୍କ ଉପସ୍ଥିତିରେ ବଢ଼ିଲା।

ଏଲି ଦୁଷ୍ଟ ପୁତ୍ରମାନଙ୍କୁ ଶାସନ କରିବାରେ ବିଫଳ ହେଲେ

22 ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା।

23 ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣିଅଛି। 24 ନାହିଁ, ନାହିଁ, ମୋର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ଭଲ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ। 25 ଜଣେ ମନୁଷ୍ୟ ଯେବେ ଅନ୍ୟ ଜଣେ ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ହୁଏତ ସାହାଯ୍ୟ କରି ପାରନ୍ତି। କିନ୍ତ ମନୁଷ୍ୟ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପାଇଁ ପ୍ରାର୍ଥନା କରିବ?”

ତଥାପି ସେମାନେ ପିତାଙ୍କ ବାକ୍ୟ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ହତ୍ୟା କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।

26 କିନ୍ତୁ ବାଳକ ଶାମୁୟେଲ କ୍ରମେ କ୍ରମେ ବଡ଼ ହେଲା ଆଉ ପରମେଶ୍ୱରଙ୍କର ଓ ଲୋକମାନଙ୍କର ଅନୁଗ୍ରହ ପାତ୍ର ହେଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 2:1-21

ପବିତ୍ରଆତ୍ମାଙ୍କର ଆଗମନ

ଯେତେବେଳେ ପେଣ୍ଟିକଷ୍ଟ [a] ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ। ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା। ସେମାନେ ଅଗ୍ନିଶିଖା ପରି ଜିହ୍ୱାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହୋଇ ସେଠାରେ ଥିବା ପ୍ରତ୍ୟେକ ବ୍ୟକ୍ତିର ଉପରେ ରହିଲା। ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।

ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ଯିରୁଶାଲମରେ ରହୁଥିଲେ। ଏହି ଶବ୍ଦ ଶୁଣିବା ମାତ୍ରେ ସେମାନଙ୍କ ଭିତରୁ ବହୁତ ଲୋକ ଆସି ଜମା ହୋଇଗଲେ। ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ, କାରଣ ସେମାନେ ନିଜେ ଯେଉଁ ଭାଷାରେ କଥା ହେଉଥିଲେ, ପ୍ରେରିତମାନେ ସେହି ସେହି ଭାଷାରେ କଥା ହେଉଥିବାର ଶୁଣିଲେ।

ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି? କିନ୍ତୁ ଆମ୍ଭେମାନେ ସେମାନଙ୍କୁ ଆମ୍ଭ ମାତୃଭାଷାରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ! ଆମ୍ଭେ ଏଠାକୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମେସପତାମିଆର ଲୋକମାନେ, 10 ଏବଂ ଯିହୂଦା, କା‌ପ୍‌ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୂଲ୍ଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିୟା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତେଜଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତେକ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ। 11 ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସେମାନେ ପରମେଶ୍ୱରଙ୍କର ମହତ୍ ଓ ଆଶ୍ଚର୍ଯ୍ୟ ପୂର୍ଣ୍ଣ କାର୍ଯ୍ୟକୁ ଆମ୍ଭ ଭାଷାରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।”

12 ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ଓ ବିଭ୍ରାନ୍ତ ହୋଇ ପଡ଼ିଲେ। ସେମାନେ ପରସ୍ପର ଭିତରେ ପଚରା ଉଚରା ହେଲେ, “ଏ ସବୁ କ’ଣ ହେଉଛି?” 13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।”

ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ

14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ। 15 ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି। 16 ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ:

17 “ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ
    ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି।
ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟ‌ଦ୍‌ବାଣୀ କହି ପାରିବେ।
    ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ
    ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।
18 ହଁ, ସେତେବେଳେ ମୁଁ ନିଜ ସେବକ ସେବିକାମାନଙ୍କ ଉପରେ ନିଜ ଆତ୍ମା ଢାଳି ଦେବି,
    ସେମାନେ ଭବିଷ୍ୟ‌ଦ୍‌ବାଣୀ କହିବେ।
19 ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ
    ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ,
    ଧୂଆଁର ଚିହ୍ନମାନ ଦେଖାଇବି।
20 ପ୍ରଭୁଙ୍କର ସେହି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ
    ସୂର୍ଯ୍ୟ ଅନ୍ଧକାରମୟ
    ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହୋଇଯିବ।
21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’(A)

ଲୂକ ଲିଖିତ ସୁସମାଗ୍ଭର 20:27-40

କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ(A)

27 କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, 28 “ଗୁରୁ! ମୋଶା ଆମ୍ଭ ପାଇଁ ଲେଖିଥିଲେ ଯେ ଯଦି ଜଣେ ବିବାହିତ ପୁରୁଷ କୌଣସି ସନ୍ତାନସନ୍ତତି ନ ଥାଇ ମରିଯାଏ, ତେବେ ତା’ର ଭାଇ ନିଶ୍ଚୟ ସେହି ମୃତ ଭାଇର ପତ୍ନୀକୁ ବିବାହ କରିବ। ତାହାହେଲେ ସେ ତା’ ମୃତ ଭାଇ ପାଇଁ ସେହି ସ୍ତ୍ରୀଠାରୁ ସନ୍ତାନସନ୍ତତି ଉତ୍ପନ୍ନ କରି ପାରିବ। 29 ଥରେ ସାତ ଜଣ ଭାଇ ଥିଲେ। ବଡ଼ ଭାଇଟି ବିବାହ କରିଥିଲା। କୌଣସି ସନ୍ତାନ ନ ଥାଇ ସେ ଭାଇଟି ମରିଗଲେ। 30 ତା’ପରେ ସେହି ସ୍ତ୍ରୀ ଲୋକଟିକୁ ଦ୍ୱିତୀୟ ଭାଇ ବିବାହ କଲା। କିନ୍ତୁ ସେ ମଧ୍ୟ ମରିଗଲା। 31 ତା’ପରେ ତୃତୀୟ ଭାଇଟି ସେହି ସ୍ତ୍ରୀକୁ ବିବାହ କଲା ଓ ମରିଗଲା। ଅନ୍ୟ ଭାଇମାନଙ୍କ ପ୍ରତି ମଧ୍ୟ ସେହି ଏକା କଥା ଘଟିଲା। ସେମାନେ ସମସ୍ତେ ମରିଗଲେ ଓ କାହାରି ହେଲେ ସନ୍ତାନସନ୍ତିତି ଜନ୍ମ ହୋଇ ନ ଥିଲେ। 32 ଶେଷରେ ସେହି ସ୍ତ୍ରୀଟି ମଧ୍ୟ ମରିଗଲା। 33 ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ଯେତେବେଳେ ଲୋକେ ମୃତ୍ୟୁରୁ ପୁଣି ଜୀବନ ନ ପାଇ ଉଠିବେ, ସେତେବେଳେ ଏହି ସ୍ତ୍ରୀଟି କାହାର ପତ୍ନୀ ହେବ?”

34 ଯୀଶୁ ସାଦ୍ଦୂକୀମାନଙ୍କୁ କହିଲେ, “ସଂସାରରେ ଲୋକମାନେ ପରସ୍ପର ମଧ୍ୟରେ ବିବାହ କରିଥା’ନ୍ତି। 35 କିନ୍ତୁ କେତେକ ଲୋକ ମୃତ୍ୟୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ୟ ହେବେ ଓ ସେମାନେ ଏହି ଜୀବନ ପରେ ମଧ୍ୟ ପୁଣି ଜୀବିତ ରହିବେ। ସେହି ଜୀବନରେ ସେମାନେ ବିବାହ କରିବେ ନାହିଁ। 36 ସେହି ଜୀବନରେ ଲୋକମାନେ ସ୍ୱର୍ଗଦୂତଙ୍କ ପରି ହୋଇଥା’ନ୍ତି ଓ ସେମାନେ କେବେ ହେଲେ ମରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ସନ୍ତାନ କାରଣ ମୃତ୍ୟୁରୁ ପୁଣି ବଞ୍ଚି ଉଠିଥା’ନ୍ତି। 37 ମୋଶା ସ୍ପଷ୍ଟ ଭାବରେ ଦେଖେଇ ଦେଇଛନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠନ୍ତି। ମୋଶା ଯେତେବେଳେ ‘ଜ୍ୱଳନ୍ତବୁଦା’ [a] ବିଷୟରେ ଲେଖିଲେ, ସେ କହିଥିଲେ ଯେ, ‘ପ୍ରଭୁ (ପରମେଶ୍ୱର) ହେଉଛନ୍ତି ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକଙ୍କ ପରମେଶ୍ୱର, ଓ ଯାକୁବଙ୍କ ପରମେଶ୍ୱର’ [b] 38 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ଏ ଲୋକମାନେ ପ୍ରକୃତରେ ମୃତ ନୁହନ୍ତି। ସେ କେବଳ ଜୀବିତ ଲୋକମାନଙ୍କ ପରମେଶ୍ୱର। ଯେଉଁମାନେ ପରମେଶ୍ୱରଙ୍କ ଲୋକ, ସେମାନେ ସମସ୍ତେ ଜୀବିତ ଅଟନ୍ତି।

39 ଧର୍ମଶାସ୍ତ୍ରୀମାନେ କହିଲେ, “ଗୁରୁ, ଆପଣଙ୍କ ଉତ୍ତର ବହୁତ ଭଲ ଥିଲା।” 40 ଯୀଶୁଙ୍କୁ ଆଉ ଅଧିକ ପ୍ରଶ୍ନ ପଗ୍ଭରିବାକୁ କେହି ସାହସ କଲେ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center