Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 103

ଦାଉଦଙ୍କର ଏକ ଗୀତ।

103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
    ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
    ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
    ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
    ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
    ଯୁବକ କରନ୍ତି।
ସଦାପ୍ରଭୁ ନ୍ୟାୟବାନ୍।
    ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
ପରମେଶ୍ୱର ମୋଶାଙ୍କୁ ଆପଣା ପଥ
    ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
    ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
    କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
    କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
    ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
    ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ,
    ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
    ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
    ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
    ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
    ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
    ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
    ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
    ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
    ତୁମ୍ଭେମାନେ ତାଙ୍କର ସେବକ ଅଟ।
    ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
    ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

Error: Book name not found: Sir for the version: Odia Holy Bible: Easy-to-Read Version
ଲୂକ ଲିଖିତ ସୁସମାଗ୍ଭର 1:5-23

ଜିଖରିୟ ଓ ଏଲୀଶାବେଥ

ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ। ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା। କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ।

ଜିଖରିୟ ତାହାଙ୍କ ଦଳ ତରଫରୁ ଜଣେ ଯାଜକ ହିସାବରେ ମନ୍ଦିରରେ ପରମେଶ୍ୱରଙ୍କ ସେବାକାର୍ଯ୍ୟ କରୁଥିଲେ। ସେବାକାର୍ଯ୍ୟ କରିବା ପାଇଁ ତାହାଙ୍କ ଦଳର ପାଳି ପଡ଼ିଲା। ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦାବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦେବା ପାଇଁ ଗଲେ। 10 ବାହାରେ ବହୁତ ଲୋକ ଜମା ହୋଇଥିଲେ। ଧୂପ ଲାଗିବା ସମୟରେ ସେମାନେ ପ୍ରାର୍ଥନା କରୁଥିଲେ।

11 ସେହି ସମୟରେ ଜିଖରିୟଙ୍କ ଆଗରେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଦର୍ଶନ ଦେଲେ। ସେ ଧୂପ ବେଦିର ଡାହାଣ ପଟେ ଠିଆ ହୋଇଥିଲେ। 12 ଜିଖରିୟ ସ୍ୱର୍ଗଦୂତଙ୍କୁ ଦେଖିବା ମାତ୍ରେ ବିଚଳିତ ଓ ବହୁତ ଭୟଭୀତ ହେଲେ। 13 କିନ୍ତୁ ସ୍ୱର୍ଗଦୁତ ତାହାଙ୍କୁ କହିଲେ, “ଜିଖରିୟ! ଭୟ କର ନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ୱର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭେମାନେ ତାହାର ନାମ ଯୋହନ ରଖିବ। 14 ତୁମ୍ଭେ ଅତ୍ୟନ୍ତ ଖୁସୀ ହେବ। ତାହାଙ୍କର ଜନ୍ମ ହେତୁ ବହୁତ ଲୋକ ଖୁସୀ ହେବେ। 15 ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।

16 “ଯୋହନ ଅନେକ ଇସ୍ରାଏଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫେରି ଆସିବାକୁ ସାହାଯ୍ୟ କରିବେ। ପ୍ରଭୁ ସେମାନଙ୍କର ପରମେଶ୍ୱର ଅଟନ୍ତି। 17 ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”

18 ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ତୁମ୍ଭେ ଯାହା କହୁଛ, ତାହା ସତ୍ୟ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢ଼ା ଲୋକ ଓ ମୋର ପତ୍ନୀ ମଧ୍ୟ ବୁଢ଼ୀ ହୋଇଗଲେଣି।”

19 ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ। ମୁଁ ପରମେଶ୍ୱରଙ୍କ ସାମନାରେ ଠିଆ ହୋଇଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଗ୍ଭର ଦେବାକୁ ପରମେଶ୍ୱର ମୋତେ ପଠାଇଛନ୍ତି। 20 ଏବେ ଶୁଣ! ତୁମ୍ଭେମାନେ ମୋ’ କଥାରେ ବିଶ୍ୱାସ କଲ ନାହିଁ। କିନ୍ତୁ ନିଶ୍ଚିତ ସମୟ ଆସିଲେ ଏହା ସତ୍ୟ ବୋଲି ପ୍ରମାଣିତ ହେବ। ଏବେ ତୁମ୍ଭେ ମୂକ ହୋଇଯିବ। ଯେପର୍ଯ୍ୟନ୍ତ ଏସବୁ ନ ଘଟିଛି, ସେ ପର୍ଯ୍ୟନ୍ତ ତୁମ୍ଭେ କହିବା ଶକ୍ତି ହରେଇ ବସିବ।”

21 ତେଣେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସେମାନେ ଆଶ୍ଚର୍ଯ୍ୟ ହେଲେ ଯେ ଏତେ ସମୟ ପର୍ଯ୍ୟନ୍ତ ଜିଖରିୟ ମନ୍ଦିର ଭିତରେ କାହିଁକି ଅଟକି ରହିଛନ୍ତି! 22 ଯେତେବେଳେ ଜିଖରିୟ ବାହାରକୁ ଆସିଲେ, ସେତେବେଳେ ସେ କିଛି କଥା କହି ପାରୁ ନ ଥିଲେ। ତେଣୁ ସେମାନେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତରେ କୌଣସି ଦିବ୍ୟଦର୍ଶନ ପାଇଛନ୍ତି। ସେ ମୂକ ହୋଇ ଯାଇଥିଲେ ଓ କେବଳ ଠାରରେ କହୁଥିଲେ। 23 ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center