Book of Common Prayer
ଇଷ୍ରାହୀୟ ଏଥନର ମସ୍କୀଲ୍।
89 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି।
ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
2 ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି।
ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”
3 ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି।
ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
4 ‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି
ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’”
5 ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି।
ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
6 ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ।
“ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
7 ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି।
ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
8 ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ।
ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
9 ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ।
ତୁମ୍ଭେ ତା’ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
10 ତୁମ୍ଭେ ରାହାବକୁ ପରାସ୍ତ କରିଅଛ।
ସେ ଏକ ଶବପରି ଥିଲା।
ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।
11 ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ।
ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ।
ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 ତୁମ୍ଭେ ପରାକ୍ରାନ୍ତ।
ତୁମ୍ଭର ଶକ୍ତି ମହାନ।
ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ।
ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।
15 ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
16 ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ।
ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 ତୁମ୍ଭେ ସେମାନଙ୍କର ଅଦ୍ଭୂତ ଶକ୍ତି।
ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
18 ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା,
ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।
19 ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ,
“ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ।
ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ।
ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା
ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
23 ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା
ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା
ଏବଂ ତାଙ୍କୁ ବିଜୟୀ କରିବା।
25 ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ
ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
26 ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା,
ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
27 ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା।
ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
28 ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା।
ଆମ୍ଭର ଚୁକ୍ତି ସର୍ବଦା ତା’ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
29 ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା
ଓ ତା’ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
30 ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି
ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
31 ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି
ଏବଂ ମୋ’ ଆଜ୍ଞା ନ ପାଳନ୍ତି,
32 ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ
ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
33 ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ।
ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
34 ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ
କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ।
ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
36 ଦାଉଦର ବଂଶ ସଦାକାଳ ରହିବ।
ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
37 ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ।
ଏହା ଆକାଶପରି ଚିରଦିନ ପାଇଁ ରହିବ।”
38 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୋଧ ହୋଇଅଛି,
ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ୟାଗ କରିଅଛ।
39 ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଙ୍ଗ କରିଅଛ।
ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛ।
40 ତୁମ୍ଭେ ତା’ର ସମସ୍ତ ପ୍ରାଚୀର ଭାଙ୍ଗିଅଛ।
ତୁମ୍ଭେ ତା’ର ଦୃଢ଼ ଗଡ଼ସବୁ ଧ୍ୱଂସ କରିଅଛ।
41 ପଥ ଦେଇ ଯିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି।
ଆପଣା ପ୍ରତିବାସୀମାନେ ତାଙ୍କୁ ପରିହାସ କରନ୍ତି।
42 ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ଯୁଦ୍ଧରେ ପରାଜିତ କରିଅଛ।
ତୁମ୍ଭେ ତା’ର ସମସ୍ତ ଶତ୍ରୁଙ୍କୁ ଖୁସୀ କରାଇଅଛ।
43 ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ନିଜକୁ ରକ୍ଷା କରିବାରେ ସାହାଯ୍ୟ କରିଅଛ।
ତୁମ୍ଭେ ନିଜ ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରି ନାହଁ।
44 ତୁମ୍ଭେ ତାଙ୍କୁ ଜିତିବାକୁ ଦେଇ ନାହଁ।
ତୁମ୍ଭେ ତା’ର ସିଂହାସନକୁ ଭୂମିରେ ଫିଙ୍ଗିଅଛ।
45 ତୁମ୍ଭେ ତା’ର ଜୀବନକୁ କ୍ଷୀଣ କଲ।
ତୁମ୍ଭେ ତାଙ୍କୁ ଲଜ୍ଜାରେ ଆଚ୍ଛନ୍ନ କଲ।
46 ହେ ସଦାପ୍ରଭୁ, ଏହିପରି କେତେ ଦିନ ଗ୍ଭଲିବ?
ତୁମ୍ଭେ କ’ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚେଇ ରହିବ?
ତୁମ୍ଭର କ୍ରୋଧ କ’ଣ ଚିରକାଳ ଅଗ୍ନି ତୁଲ୍ୟ ଜଳିବ?
47 ଏହା ସ୍ମରଣ କର ଯେ, ମୋର ଜୀବନ କେତେ କ୍ଷୀଣ।
ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଅଛ ଅଳ୍ପ ଦିନ ପାଇଁ, ଏହା ପରେ ଆମ୍ଭେ ମରିବୁ।
48 ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି କେବେବି ନ ମରି ବଞ୍ଚି ରହିବ।
ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି ସମାଧିରୁ ରକ୍ଷା ପାଇ ପାରିବ।
49 ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନେହପୂର୍ଣ୍ଣ କରୁଣା କୁଆଡ଼େ ଗଲା।
ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ୱସ୍ଥତା ଦେଖାଇବା ପାଇଁ ପ୍ରତିଜ୍ଞା କରିଥିଲ।
50 ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମୋତେ ଅପମାନିତ ଦେଉଛନ୍ତି।
51 ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି,
ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ଯାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
52 ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ।
ଆମେନ୍! ଆମେନ୍!
ପବିତ୍ର ସିନ୍ଦୁକ ପଲେଷ୍ଟୀୟମାନଙ୍କୁ କଷ୍ଟ ଦେଲା
5 ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏବନ୍-ଏଜରରୁ ଅସ୍ଦୋଦକୁ ନେଇ ଯାଇଥିଲେ। 2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। 3 ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋନ୍ର ମୂର୍ତ୍ତି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁମାଡ଼ି ଭୂମିରେ ପଡ଼ିଅଛି।
ଦାଗୋନ୍ର ଲୋକମାନେ ପୁନର୍ବାର ଉଠାଇ ସ୍ୱସ୍ଥାନରେ ରଖିଲେ। 4 ପୁଣି ସେମାନେ ପରଦିନ ପ୍ରଭାତରେ ଯେତେବେଳେ ଉଠିଲେ ଦାଗୋନ୍ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଥିଲା ଏବଂ ବାହୁଗୁଡ଼ିକ ଓ ମୁଣ୍ଡ କଟା ହୋଇଥିଲା ଏବଂ ଦ୍ୱାରବନ୍ଧ ଉପରେ ପଡ଼ିଥିଲା। କିନ୍ତୁ ତାହାର ଗଣ୍ତି ଗୋଟିଏ ଖଣ୍ତ ହୋଇ ରହିଥିଲା। 5 ଏଥିପାଇଁ ଦାଗୋନ୍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍ ମନ୍ଦିରକୁ ଆସନ୍ତି, ସେମାନେ ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍ ମନ୍ଦିରର ଦ୍ୱାରବନ୍ଧକୁ ମାଡ଼ନ୍ତି ନାହିଁ।
6 ଅସ୍ଦୋଦୀୟ ଲୋକମାନଙ୍କର ଓ ସେମାନଙ୍କର ପଡ଼ୋଶୀମାନଙ୍କର ଜୀବନକୁ ସଦାପ୍ରଭୁ କଠିନ କରି ସେମାନଙ୍କୁ ନାନା କଷ୍ଟ ଦେଲେ। ସେ ସେମାନଙ୍କୁ ଅର୍ଶରୋଗରେ ଆଘାତ କଲେ। ସେ ମଧ୍ୟ ସେମାନଙ୍କ ପାଇଁ ମୂଷାଗୁଡ଼ିକ ପଠେଇଲେ, ଯାହାକି ସେମାନଙ୍କର ଜାହାଜଗୁଡ଼ିକରେ ଓ ଦେଶରେ ଭର୍ତ୍ତି ହୋଇଗଲେ। ଫଳରେ ଲୋକମାନେ ଡରିଗଲେ। 7 ଏହିପରି ଅସ୍ଦୋଦୀୟ ଲୋକମାନେ ଯାହାସବୁ ଘଟିଯାଉଥିଲା ଦେଖିଲେ ଏବଂ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭ ଦେବତା ଦାଗୋନ୍ ଉପରେ ତାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”
8 ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?”
ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗାଥ୍କୁ ନିଆଯାଉ।” ତା’ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।
9 ପୁଣି ସେମାନେ ତାହା ନେଇଗଲା ପରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ଗାଥ୍ ନଗରକୁ ଭୟ ଓ ଯନ୍ତ୍ରଣାରେ ଆଘାତ କଲା; ପୁଣି ସେ ନଗରସ୍ଥ ସାନ ଓ ବଡ଼ ଉଭୟଙ୍କୁ ସେ କ୍ଳେଶ ଦେଲେ ଓ ସେମାନଙ୍କଠାରେ ଅର୍ଶରୋଗ ବାହାରିଲା। 10 ଏହା ପରେ ସେମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଇକ୍ରୋଣକୁ ପଠାଇଲେ।
ଯେତେବେଳେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଆସିଲା। ଇକ୍ରୋଣୀୟମାନେ ଚିତ୍କାର କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକଙ୍କୁ ବଧ କରିବା ପାଇଁ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଛ।” 11 ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ପଠାଇ ଦିଅ, ତାହା ସ୍ୱସ୍ଥାନକୁ ଫେରିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ୟା ନ କରୁ,”
କାରଣ ନଗରର ସବୁଆଡ଼େ ମୃତ୍ୟୁଜନିତ ବ୍ୟାକୁଳତା ଜନ୍ମି ଥିଲା। ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରି ଥିଲା। 12 ପୁଣି ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ସ୍ୱର୍ଗକୁ ଉଠିଲା।
ପରମେଶ୍ୱରଙ୍କଠାରୁ ପ୍ରମାଣ
12 ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ। 13 ସେମାନଙ୍କ ସହିତ ଏକତ୍ର ଠିଆ ହେବା ପାଇଁ କେହିହେଲେ ସାହସ କଲେ ନାହିଁ। ସବୁଲୋକ ପ୍ରେରିତମାନଙ୍କର ଖୁବ୍ ପ୍ରଶଂସା କଲେ। 14 ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ୱାସ କଲେ। ସେମାନେ ବିଶ୍ୱାସୀଙ୍କ ଦଳରେ ସଂଯୁକ୍ତ ହେଲେ। 15 ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ। 16 ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ।
ଯିହୂଦୀମାନେ ପ୍ରେରିତମାନଙ୍କୁ କ୍ଷାନ୍ତ କରିବାକୁ ଚେଷ୍ଟା
17 ମହାଯାଜକ ଓ ତାହାଙ୍କର ସବୁ ବନ୍ଧୁମାନେ, ଅର୍ଥାତ୍ ସାଦ୍ଦୂକୀ ଦଳ ଈର୍ଷାନ୍ୱିତ ହୋଇ ସେମାନଙ୍କ ବିରୁଦ୍ଧରେ ଠିଆ ହେଲେ। 18 ସେମାନେ ପ୍ରେରିତମାନଙ୍କୁ ବନ୍ଦୀକରି କାରାଗାରରେ ରଖିଲେ। 19 କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତିରେ ସେହି କାରାଗାରର କବାଟ ଖୋଲି ସେମାନଙ୍କୁ ବାହାର କରିଦେଲେ ଓ କହିଲେ, 20 “ତୁମ୍ଭେମାନେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟରେ କୁହ।” 21 ଏହା ଶୁଣି ପ୍ରେରିତମାନେ ସକାଳୁ ମନ୍ଦିରକୁ ଯାଇ ଲୋକମାନଙ୍କୁ ଉପଦେଶ ଦେଲେ।
ଏହି ସମୟରେ ମହାଯାଜକ ଓ ତାହାଙ୍କର ବନ୍ଧୁମାନେ ସେହି ମନ୍ଦିରର ଅନ୍ୟ ପାଖରେ ପହଞ୍ଚି ଇସ୍ରାଏଲର ବିଶିଷ୍ଟ ଲୋକମାନଙ୍କର ଏକ ସଭା ଡାକିଲେ। ସେମାନେ ପ୍ରେରିତମାନଙ୍କୁ କାରାଗାରରୁ ଆଣିବା ପାଇଁ କିଛି ଲୋକଙ୍କୁ ପଠାଇଲେ। 22 କିନ୍ତୁ ସେହି ଲୋକମାନେ କାରାଗାରରେ ପ୍ରେରିତମାନଙ୍କୁ ନ ପାଇ ଫେରିଗଲେ ଓ ଯାଇ ସେମାନଙ୍କୁ ଏହି ଖବର ଦେଲେ, 23 “ଆମ୍ଭେ କାରାଗାରରେ ଭଲ ଭାବରେ ତାଲା ପଡ଼ିଥିବାର ଦେଖିଲୁ ଓ ଜଗୁଆଳୀମାନଙ୍କୁ ଦ୍ୱାର ପାଖରେ ଠିଆ ହେବାର ମଧ୍ୟ ଦେଖିଲୁ। କିନ୍ତୁ ଆମ୍ଭେ ଯେତେବେଳେ କାରାଗାର ଖୋଲି ଦେଖିଲୁ, ସେତେବେଳେ ସେଠାରେ କେହି ନ ଥିଲେ।” 24 ଏ କଥା ଶୁଣି ମନ୍ଦିରର ସେନାପତି ଓ ମହାଯାଜକ ବିବ୍ରତ ହୋଇପଡ଼ିଲେ ଓ “ଏହାର ପରିଣାମ କ’ଣ ହେବ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।”
25 ଠିକ୍ ସେହି ସମୟରେ ଜଣେ ଆସି ସେମାନଙ୍କୁ କହିଲା, “ତୁମ୍ଭେମାନେ ଯେଉଁମାନଙ୍କୁ କାରାଗାରରେ ବନ୍ଦୀକରି ରଖିଥିଲ ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଉପଦେଶ ଦେଉଛନ୍ତି।” 26 ତେଣୁ ସେନାପତି ସେହି ଲୋକମାନଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କୁ ନେଇ ଆସିଲେ। ସେମାନେ ପ୍ରେରିତମାନଙ୍କୁ ଜୋର୍ଜବରଦସ୍ତି କରି ଆଣିଲେ ନାହିଁ କାରଣ ସେମାନେ ଭୟ କଲେ, ଯଦି ସେମାନେ ଏପରି କରିବେ, ତେବେ ଲୋକମାନେ ହୁଏତ ସେମାନଙ୍କୁ ପଥର ଫୋପାଡ଼ିବେ।
ମୋର ବାକ୍ୟ ଅନନ୍ତକାଳସ୍ଥାୟୀ(A)
29 ତା’ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, “ସବୁ ଗଛଗୁଡ଼ିକୁ ଦେଖ। ଡିମ୍ବିରିଗଛଟି ଗୋଟିଏ ଭଲ ଉଦାହରଣ। 30 ସେଗୁଡ଼ିକରେ ଯେତେବେଳେ ନୂଆ ପତ୍ର କଅଁଳେ, ତୁମ୍ଭେମାନେ ଜାଣିଥାଅ ଯେ, ଗ୍ରୀଷ୍ମଋତୁ ଆସି ପହଞ୍ଚି ଯାଇଛି। 31 ସେହିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସେଗୁଡ଼ିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭେମାନେ ଜାଣି ପାରିବ ଯେ, ପରମେଶ୍ୱରଙ୍କ ରାଜ୍ୟ ନିକଟ ହୋଇଗଲାଣି।
32 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହିସବୁରେ ଲୋକେ ବଞ୍ଚିଥିବା ସମୟ ଭିତରେ ଏସବୁ ଘଟଣା ଘଟିବ। 33 ପୃଥିବୀ ଓ ଆକାଶ ଲୋପ ହୋଇ ଯାଇପାରେ। କିନ୍ତୁ ମୋର ବାକ୍ୟ କଦାପି ଲୋପ ହେବ ନାହିଁ। ମୋର ବାକ୍ୟ ଅନନ୍ତକାଳସ୍ଥାୟୀ।
ସବୁବେଳେ ପ୍ରସ୍ତୁତ ଥାଅ
34 “ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ। 35 ପୃଥିବୀରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳି ଆସିଯିବ। 36 ତେଣୁ ସଦାବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସେଗୁଡ଼ିକ ମଧ୍ୟଦେଇ ନିରାପଦରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭେମାନେ ଆତ୍ମବିଶ୍ୱାସର ସହିତ ମନୁଷ୍ୟପୁତ୍ରଙ୍କ ଆଗରେ ଠିଆ ହୋଇ ପାରିବା ପାଇଁ ପ୍ରାର୍ଥନା କରା”
2010 by World Bible Translation Center