Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 66

ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।

66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
ତାହାଙ୍କ ନାମର ମହିମା ଗାନ କର।
    ସ୍ତୁତି ଗାନ କରି ଗୌରବାନ୍ୱିତ କର।
ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
    ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
    ସେମାନେ ତୁମ୍ଭକୁ ଭୟ କରନ୍ତି।
ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
    ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”

ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
    ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
    ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
    ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
    ତାଙ୍କ ବିପକ୍ଷରେ ଜି‌ଦ୍‌ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।

ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
    ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
    ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
    ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
    ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
    କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
    ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15     ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
    ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।

16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
    ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
    ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
    ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
    ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
    ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
    ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।

ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2:1-7

The Lord Speaks to Ezekiel

ଅନନ୍ତର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହେବି।”

ତା’ପରେ ଏକ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଠିଆ କରାଇଲା। ତା’ପରେ ସେହି ସ୍ୱର ମୋ’ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା। ତା’ପରେ ସେ ମୋତେ କହିଲା, “ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲର ସନ୍ତାନଗଣଙ୍କ ନିକଟକୁ ପ୍ରେରଣ କରୁଛି। ସେମାନେ ଏକ ବିଦ୍ରୋହୀ ଜାତି। ସେମାନେ ଓ ସେମାନଙ୍କର ପୂର୍ବପୁରୁଷଗଣ ମୋ’ ବିରୁଦ୍ଧରେ ବିଦ୍ରୋହ କଲେ ଓ ଆଜି ପର୍ଯ୍ୟନ୍ତ ପାପ କରି ଗ୍ଭଲିଛନ୍ତି। ସେହି ଲୋକମାନେ ସ୍ୱେଚ୍ଛାଗ୍ଭରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଛି। ସେମାନଙ୍କୁ କୁହ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।’ ସେମାନେ ବିଦ୍ରୋହୀ ବଂଶ, ସେମାନେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭେମାନେ ଏହିସବୁ କଥା ନିଶ୍ଚୟ କହିବ, ଯାହା ଫଳରେ ସେମାନେ ଜାଣିବେ ଯେ, ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ପହଞ୍ଚିଛନ୍ତି।

“ହେ ମନୁଷ୍ୟ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁର୍ପାର୍ଶ୍ୱରେ କଣ୍ଟକ ତୁଲ୍ୟ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ। କିନ୍ତୁ ସେମାନଙ୍କୁ ଭୟ କର ନାହିଁ। ସେମାନେ ଯାହା କୁହନ୍ତି, ସେଥିରେ ଭୟଭୀତ ହୁଅ ନାହିଁ, ସେମାନଙ୍କ ଗ୍ଭହାଣି ଦ୍ୱାରା ଆତଙ୍କିତ ହୁଅ ନାହିଁ। ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସେମାନଙ୍କୁ କୁହ କାରଣ ସେମାନେ ଅତ୍ୟନ୍ତ ବିଦ୍ରୋହୀ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 11:1-18

ପିତର ଯିରୁଶାଲମ ଫେରି ଆସିଲେ

11 ଯିହୂଦାରେ ପ୍ରେରିତମାନେ ଓ ଭାଇମାନେ ଶୁଣିବାକୁ ପାଇଲେ ଯେ, ଅଣଯିହୂଦୀ ଲୋକମାନେ ମଧ୍ୟ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରିଛନ୍ତି। ତେଣୁ ପିତର ଯିରୁଶାଲମରେ ପହଞ୍ଚିବା ପରେ ସୁନ୍ନତ ହୋଇଥିବା ଲୋକମାନେ ତାହାଙ୍କୁ ସମାଲୋଚନା କଲେ। ସେମାନେ କହିଲେ, “ତୁମ୍ଭେ ସୁନ୍ନତ ନ ହୋଇଥିବା ଲୋକଙ୍କ ଘରକୁ ଯାଇଛ ଓ ସେମାନଙ୍କ ସହିତ ଭୋଜନ ମଧ୍ୟ କରିଛ।”

ତେଣୁ ପିତର ସେମାନଙ୍କୁ ସମସ୍ତ ଘଟଣାମାନ ବୁଝାଇ କହିଲେ, “ମୁଁ ଯାଫୋ ନଗରରେ ପ୍ରାର୍ଥନା କଲାବେଳେ ଗୋଟିଏ ଦିବ୍ୟଦର୍ଶନ ଦେଖିଲି। ଗୋଟିଏ ଗ୍ଭଦର ଗ୍ଭରି କୋଣରୁ ଧରାଯାଇ ସ୍ୱର୍ଗରୁ ମୋ’ ଆଡ଼କୁ ଖସିଆସୁଥିବାର ମୁଁ ଦେଖିଲି। ମୁଁ ମନୋଯୋଗ ସହିତ ନିରୀକ୍ଷଣ କରି ଦେଖିଲି ଯେ, ସେଥିରେ ଗ୍ଭରିପାଦ ବିଶିଷ୍ଟ ପଶୁ, ଜଙ୍ଗଲୀ ଜନ୍ତୁ, ସରୀସୃପ, ଓ ଆକାଶର ପକ୍ଷୀସବୁ ଅଛନ୍ତି। ତା’ପରେ ମୁଁ ଗୋଟିଏ ସ୍ୱର ଶୁଣିଲି, ‘ପିତର ଉଠ। ଏମାନଙ୍କ ଭିତରୁ କୌଣସିଟିକୁ ମାରି ଖାଅ।’

“କିନ୍ତୁ ମୁଁ କହିଲି, ‘ପ୍ରଭୁ, ମୁଁ ଏହା କଦାପି କରିବି ନାହିଁ, କାରଣ ମୁଁ କେବେ ଅପବିତ୍ର ଓ ଅପରିଷ୍କାର ଖାଦ୍ୟ ଖାଇ ନାହିଁ।’

“ଏହି ସ୍ୱର ମୁଁ ସ୍ୱର୍ଗରୁ ଦ୍ୱିତୀୟ ଥର ପୁଣି ଶୁଣିଲି, ‘ପରମେଶ୍ୱର ଯାହାସବୁ ପବିତ୍ର କରିଛନ୍ତି, ତାହା ତୁମ୍ଭର ଅପବିତ୍ର ବୋଲି କହିବା ଉଚିତ୍ ନୁହେଁ।’

10 “ଏହିପରି ତିନିଥର ହେବାପରେ, ଏହା ସବୁ ସ୍ୱର୍ଗକୁ ଉଠାଇ ନିଆଗଲା। 11 ଠିକ୍ ସେହି ସମୟରେ ତିନି ଜଣ ମଣିଷ ଆମ୍ଭେ ରହୁଥିବା ଘରକୁ ଆସିଲେ। ସେମାନଙ୍କୁ କାଇସରୀଆରୁ ମୋ’ ପାଖକୁ ପଠା ଯାଇଥିଲା। 12 ମୋତେ ସେମାନଙ୍କ ସହିତ ବିନା ସଙ୍କୋଚରେ ଯିବା ପାଇଁ ପବିତ୍ରଆତ୍ମା ନିର୍ଦ୍ଦେଶ ଦେଲେ। ମୋ’ ସାଙ୍ଗରେ ଏଠାରେ ଥିବା ଏହି ଛଅଜଣ ବିଶ୍ୱାସୀ ଭାଇ ମଧ୍ୟ ଆସିଥିଲେ। ଆମ୍ଭେମାନେ କର୍ଣ୍ଣୀଲିୟଙ୍କ ଘରକୁ ଗଲୁ। 13 କର୍ଣ୍ଣୀଲିୟ କିପରି ତାହାଙ୍କ ଘରେ ଜଣେ ସ୍ୱର୍ଗଦୂତଙ୍କୁ ଦେଖିଲେ, ସେହିସବୁ ଆମ୍ଭକୁ କହିଲେ। ଏହି ଦୂତ ତାହାଙ୍କୁ କହିଲେ, ‘ଯାଫୋ ନଗରକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଆଣ। 14 ସେ ତୁମ୍ଭକୁ ଓ ତୁମ୍ଭ ଘରେ ରହୁଥିବା ଲୋକମାନଙ୍କୁ ବାକ୍ୟ କହିବେ, ଯାହାଦ୍ୱାରା ତୁମ୍ଭେ ସମସ୍ତେ ରକ୍ଷା ପାଇବ।’

15 “ମୁଁ କହିବାକୁ ଆରମ୍ଭ କଲା ମାତ୍ରେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମରେ ଓହ୍ଲାଇ ଆସିଥିଲେ। 16 ସେତେବେଳେ ମୋର ପ୍ରଭୁଙ୍କର କଥା ମନେ ପଡ଼ିଲା। ସେ କହିଥିଲେ, ‘ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ କରାଇଥିଲେ, କିନ୍ତୁ ତୁମ୍ଭେମାନେ ପବିତ୍ରଆତ୍ମାରେ ବାପ୍ତିଜିତ ହେବ।’ 17 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମା ଦାନ ଦେଇଥିଲେ, ସହିପରି ଯଦି ସେ ସେମାନଙ୍କୁ ସେହି ସମାନ ଦାନ ଦେଲେ, ତେବେ ମୁଁ ପରମେଶ୍ୱରଙ୍କ ମାର୍ଗରେ ବାଧା ଦେବା ପାଇଁ କିଏ?”

18 ଯିହୂଦୀୟ ବିଶ୍ୱାସୀମାନେ ଏ କଥା ଶୁଣି ଆଉ ଯୁକ୍ତିତର୍କ କଲେ ନାହିଁ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ, ପୁଣି କହିଲେ, “ଏହାର ଅର୍ଥ ଯେ, ପରମେଶ୍ୱର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ୟ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହେବା ନିମନ୍ତେ ସୁଯୋଗ ଦେଇଛନ୍ତି।”

ଗୀତସଂହିତା 97

97 ସଦାପ୍ରଭୁ ଶାସନ କରନ୍ତି।
    ସକଳ ପୃଥିବୀ ଆନନ୍ଦ ହେଉ।
    ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
    ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
    ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
    ଏହା ଦେଖି ଲୋକେ ଭୟ କଲେ।
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
    ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
    ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
    ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
    ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
    ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
    କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
    ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
    ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
    ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
    ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
    ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

ଗୀତସଂହିତା 138

ଦାଉଦଙ୍କର ଗୀତ

138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
    ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
    ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
    ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
    ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।

ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
    ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
    କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
    କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
    ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
    ଯଦି ମୋର ଶତ୍ରୁଗଣ ତେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
    ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
    ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
    ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 2:1-9

ଅନ୍ୟ ପ୍ରେରିତମାନେ ପାଉଲଙ୍କୁ ଗ୍ରହଣ କଲେ

ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣ‌ବ୍‌‌‌‌ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି। ଯିରୁଶାଲମ ଯିବା ପାଇଁ ପରମେଶ୍ୱର ମୋତେ ପ୍ରକାଶ କରିଥିବାରୁ ମୁଁ ସେଠାକୁ ଯାଇଥିଲି। ବିଶ୍ୱାସୀ ଲୋକମାନଙ୍କ ମଧ୍ୟରେ ଥିବା ନେତୃସ୍ଥାନୀୟ ଲୋକମାନଙ୍କ ପାଖକୁ ମୁଁ ଗଲି। ଯେତେବେଳେ ଆମ୍ଭେମାନେ ଏକାନ୍ତରେ ଥିଲୁ, ସେତେବେଳେ ସେମାନଙ୍କୁ ମୁଁ ପ୍ରଗ୍ଭର କରୁଥିବା ସୁସମାଗ୍ଭର ଶୁଣାଇଲି। ମୁଁ ଅଣଯିହୂଦୀମାନଙ୍କୁ ଆଗରୁ ଏହି ସୁସମାଗ୍ଭର ଶୁଣାଇ ସାରି ଥିଲି। ଏହା ଦ୍ୱାରା ମୁଁ ଇଚ୍ଛା କଲି ଯେ, ମୁଁ ଯେଉଁ କାମ ପୂର୍ବରୁ କରି ସାରିଥିଲି ଓ ଏବେ ଯାହା କରୁଛି, ଯେପରି ସେ ସବୁ ବିଫଳ ନ ହୁଏ।

ତୀତସ ମୋ’ ସହିତ ଥିଲେ। ସେ ଜଣେ ଅଣଯିହୂଦୀ ଲୋକ ଥିଲେ। କିନ୍ତୁ ଏହି ଲୋକମାନେ ତୀତସଙ୍କୁ ମଧ୍ୟ ସୁନ୍ନତ ହେବା ପାଇଁ ବାଧ୍ୟ କଲେ ନାହିଁ। ଆମ୍ଭେ ଏହି ସମସ୍ୟା ବିଷୟରେ କଥାବାର୍ତ୍ତା ହେବାକୁ ଆବଶ୍ୟକ ମନେ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁ କେତେକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲେ, ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସ୍ୱାଧୀନତା ଉପରେ ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁ ଚେଷ୍ଟା କରୁଥିଲେ। କିନ୍ତୁ ସେହି ଭଣ୍ଡ ଭାଇମାନେ ଯାହା କରିବାକୁ ଗ୍ଭହୁଁଥିଲେ, ସେଥିରେ ଆମ୍ଭେ କୌଣସିମତେ ସମ୍ମତ ହେଲୁ ନାହିଁ। ଆମ୍ଭେ ଇଚ୍ଛା କଲୁ ଯେ, ତୁମ୍ଭମାନଙ୍କ ଭିତରେ ସୁସମାଗ୍ଭର ସତ୍ୟ ରହିଥାଉ।

କିନ୍ତୁ ସେହି “ପ୍ରତିଷ୍ଠିତ” ଲୋକମାନେ ମୁଁ କହିଥିବା ସୁସମାଗ୍ଭରର ପରିବର୍ତ୍ତନ କଲେ ନାହିଁ। ମୋ’ ପାଇଁ କିଏ ପ୍ରତିଷ୍ଠିତ ବା ନୁହେଁ, ତାହାର କିଛି ଅର୍ଥ ନାହିଁ। ପରମେଶ୍ୱରଙ୍କ ନିକଟରେ ସମସ୍ତେ ସମାନ। ଏହି ଲୋକମାନେ ଦେଖିଲେ ଯେ, ପରମେଶ୍ୱର ପିତରଙ୍କ ଭଳି ମୋତେ ଗୋଟିଏ ବିଶେଷ କାମ ଦେଇଛନ୍ତି। ପରମେଶ୍ୱର ଯିହୂଦୀମାନଙ୍କୁ ସୁସମାଗ୍ଭର କହିବା ପାଇଁ ପିତରଙ୍କୁ ନିଯୁକ୍ତ କରିଛନ୍ତି। କିନ୍ତୁ ପରମେଶ୍ୱର ମୋତେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର କହିବା କାମ ଦେଇଛନ୍ତି। ପରମେଶ୍ୱର ପିତରଙ୍କୁ ଜଣେ ପ୍ରେରିତ ରୂପରେ କାମ କରିବା ଶକ୍ତି ପ୍ରଦାନ କରିଥିଲେ। ସେ ଯିହୂଦୀମାନଙ୍କର ଜଣେ ପ୍ରେରିତ। ପରମେଶ୍ୱର ମୋତେ ମଧ୍ୟ ଜଣେ ପ୍ରେରିତ ଭାବରେ କାମ କରିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି। କିନ୍ତୁ ମୁଁ ଅଣଯିହୂଦୀମାନଙ୍କ ପାଇଁ ପ୍ରେରିତ ଅଟେ। ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣ‌ବ୍‌‌‌‌ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣ‌ବ୍‌‌‌‌ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center