Book of Common Prayer
ଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।
102 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ!
ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ।
ମୋ’ ପ୍ରତି କର୍ଣ୍ଣପାତ କର।
ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।
3 ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି।
ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
4 ମୋର ଶକ୍ତିସବୁ ଶେଷ ହୋଇଯାଇଛି।
ମୁଁ ଯେପରି ଶୁଖିଲା ତୃଣପରି।
ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।
5 ମୋର ଦୁଃଖ ସକାଶୁ ବର୍ତ୍ତମାନ
ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।
6 ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି,
ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।
7 ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି
ମୁଁ ଶୋଇପାରେ ନାହିଁ।
8 ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି।
ମୋତେ ସେମାନେ ପରିହାସ କରନ୍ତି।
9 ମୋର ଦୁଃଖ ହିଁ ଏକମାତ୍ର ଭୋଜନ।
ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି।
10 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ।
ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ।
11 ମୋର ଜୀବନ ପ୍ରାୟ ଶେଷ ହୋଇଅଛି।
ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।
12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର।
ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।
13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର।
ସେହି ଯଥାର୍ଥ ସମୟ ଆସିଅଛି।
ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।
14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି।
ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।
15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ।
ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
16 ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ।
ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।
17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ।
ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।
18 ଭବିଷ୍ୟତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ଯେପରିକି ଲୋକମାନେ ଏପର୍ଯ୍ୟନ୍ତ ଜନ୍ମ ହୋଇ ନାହାନ୍ତି,
ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ।
19 ସଦାପ୍ରଭୁ ତାଙ୍କର ପବିତ୍ର ସ୍ଥାନ ଉପରୁ ତଳକୁ ଗ୍ଭହିଁବେ।
ସଦାପ୍ରଭୁ ସ୍ୱର୍ଗରୁ ପୃଥିବୀକୁ ଗ୍ଭହିଁବେ।
20 ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ।
ମୃତ୍ୟୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।
21 ଏହା ପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷୟରେ କହିବେ।
ସେମାନେ ତାଙ୍କ ନାମ ଯିରୁଶାଲମରେ ପ୍ରଶଂସା କରିବେ।
22 ସମସ୍ତ ଜାତି ଏକତ୍ରିତ ହେବେ
ଓ ସକଳ ରାଜ୍ୟ ସଦାପ୍ରଭୁଙ୍କର ସେବା ପାଇଁ ଆସିବେ।
23 ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି,
ସେ ମୋର ଆୟୁ ଊଣା କରିଛନ୍ତି।
24 ତେଣୁ ମୁଁ କହିଲି, “ମୋ’ ପରମେଶ୍ୱର ଯୁବାବସ୍ଥାରେ ମୋର ପ୍ରାଣ ନିଅ ନାହିଁ।
ତୁମ୍ଭେ ଚିରଦିନ ଆମର।
25 ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ।
ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।
26 ପୃଥିବୀ ଓ ଆକାଶ ଦିନେ ଶେଷ ହେବ,
କିନ୍ତୁ ତୁମ୍ଭେ ନିତ୍ୟ ବିରାଜିତ।
ତାହା ସବୁ ବସ୍ତ୍ରପରି
ସେସବୁ ବଦଳାଇ ଦେବ।
27 କିନ୍ତୁ ତୁମ୍ଭେ ପରମେଶ୍ୱର, କେବେ ପରିବର୍ତ୍ତନ ହେବ ନାହିଁ।
ତୁମ୍ଭେ ଚିରକାଳ ରହିବ।
28 ଆମ୍ଭେମାନେ ତୁମ୍ଭର ଦାସ ଅଟୁ
ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ।
ଏବଂ ସେମାନଙ୍କର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।”
ପଞ୍ଚମ ପୁସ୍ତକ
(ଗୀତସଂହିତା 107-150)
107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
3 ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।
4 ସେମାନଙ୍କ ମଧ୍ୟରୁ କେତେକ ଶୁଷ୍କ ମରୁଭୂମିରେ ଏଣେତେଣେ ଭ୍ରମଣ କଲେ।
ସେମାନେ ସହରରେ ବାସ କରିବାକୁ ଏକ ସ୍ଥାନ ଖୋଜୁଥିଲେ,
କିନ୍ତୁ ସେମାନେ ପାଇଲେ ନାହିଁ।
5 ସେମାନେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ
ଏବଂ ସେମାନେ ଦୁର୍ବଳ ହୋଇଯାଇଥିଲେ।
6 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
ଏବଂ ସେ ତାଙ୍କୁ ସେହି ବିପଦରୁ ମୁକ୍ତ କଲେ।
7 ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।
8 ସେମାନେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ୟବାଦ କରିବା ଉଚିତ୍
କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
9 କାରଣ ପରମେଶ୍ୱର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି।
କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ୱର ପୂର୍ଣ୍ଣ କରିଛନ୍ତି।
10 ପରମେଶ୍ୱରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହୋଇ
ଅନ୍ଧକାରରେ ଥିଲେ।
11 କାରଣ ସେମାନେ ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ଉପଦେଶକୁ ମାନିବାକୁ ମନା କଲେ।
12 ପରମେଶ୍ୱର ସେମାନଙ୍କୁ ନମ୍ର କରେଇବା ପାଇଁ
ଅସୁବିଧାର ସମ୍ମୁଖୀନ କଲେ।
ସେମାନେ ପତିତ ହେଲେ
ଓ ସାହାଯ୍ୟ କରିବାକୁ କେହି ନ ଥିଲେ।
13 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
ଏବଂ ସେ ସେମାନଙ୍କୁ ବିପଦରୁ ରକ୍ଷା କଲେ।
14 ପରମେଶ୍ୱର ସେମାନଙ୍କୁ ଅନ୍ଧକାର ଓ ମୃତ୍ୟୁ ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ
ଓ ସେମାନଙ୍କ ବନ୍ଧନ ଛେଦନ କଲେ।
15 ସେମାନେ ସଦାପ୍ରଭୁଙ୍କର କରୁଣା ପ୍ରେମ ପାଇଁ ତାଙ୍କୁ ଧନ୍ୟବାଦ କରନ୍ତୁ।
ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
16 ପରମେଶ୍ୱର ପିତ୍ତଳ ଫାଟକକୁ ଭାଙ୍ଗି ଦେଇ ପାରିବେ।
ସେ କଏଦୀମାନଙ୍କର ଲୌହ ନିର୍ମିତ ଫାଟକରେ ଥିବା ଲୁହା ଅର୍ଗଳକୁ ଭାଙ୍ଗି ଚୂନା କରି ପାରିବେ।
17 କେତେକ ମୂର୍ଖ ହୋଇଗଲେ କାରଣ ସେମାନଙ୍କର ନିଜର ପାପ ଯୋଗୁଁ
ଏବଂ ସେମାନେ ଅଧର୍ମାଚରଣ କଲେ।
18 ସେହି ଲୋକମାନେ ବହୁତ ରୁଗ୍ଣ ଥିଲେ।
ଖାଦ୍ୟ ପରିତ୍ୟାଗ କରିଥିଲେ।
ସେମାନେ ପ୍ରାୟ ମୃତବତ୍ ରହିଥିଲେ।
19 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସହାୟତା ପାଇଁ କାକୁକ୍ତି କଲେ
ଏବଂ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ମୁକ୍ତ କଲେ।
20 ପରମେଶ୍ୱର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ।
ଏବଂ ସେ ବିନାଶରୁ ସେମାନଙ୍କୁ ମୁକ୍ତ କଲେ।
21 ସଦାପ୍ରଭୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ କରୁଣା ନିମନ୍ତେ ଧନ୍ୟବାଦ କର
କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
22 ସେମାନେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ
ଓ ଗାନ କରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
23 କେତେକ ଲୋକ ସେମାନଙ୍କର କାର୍ଯ୍ୟ ପାଇଁ
ନୌକାରେ ସମୁଦ୍ର ପାର ହୁଅନ୍ତି।
24 ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ
ଓ ସମୁଦ୍ର ଜଳରେ ତାଙ୍କର ଅଦ୍ଭୂତ କାର୍ଯ୍ୟ ଦେଖନ୍ତି।
25 ପରମେଶ୍ୱର ଆଜ୍ଞା କଲେ ଏବଂ ପ୍ରବଳ ବାୟୁ ଉଠି ଆସିଲା।
ଢେଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।
26 ସେମାନେ ସେହି ଢେଉରେ ଆକାଶକୁ ଉଠିଲେ
ଓ ଏହା ପରେ ଜଳଗର୍ଭକୁ ଖସିଲେ।
ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ଯେ, ସେମାନେ ସେମାନଙ୍କର ସାହସ ହରାଇଲେ।
27 ସେମାନେ ମତ୍ତଲୋକ ପରି ଏକଡ଼ ସେକଡ଼ ଦୋହଲନ୍ତି।
ଏବଂ ସେମାନଙ୍କର ବୁଦ୍ଧି ହଜିଯାଏ।
28 ତେବେ ସେମାନେ ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ
ଏବଂ ତହିଁରେ ପରମେଶ୍ୱର ସେମାନଙ୍କୁ ସଙ୍କଟରୁ ଉଦ୍ଧାର କଲେ।
29 ପରମେଶ୍ୱର ବତାସକୁ ସ୍ଥିର କଲେ
ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।
30 ସମୁଦ୍ର ଶାନ୍ତ ହୋଇଗଲା ବୋଲି ନାବିକମାନେ ଖୁସୀ ହେଲେ,
କାରଣ ସେମାନେ ଯେଉଁଠାକୁ ଯିବାକୁ ଗ୍ଭହିଁଥିଲେ ପରମେଶ୍ୱର ତାଙ୍କୁ ପୋତାଶ୍ରୟକୁ ନିରାପଦରେ ଆଗେଇ ନେଲେ।
31 ସେମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ୟବାଦ କର,
ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
32 ଲୋକମାନଙ୍କ ମହାସଭାରେ ପରମେଶ୍ୱରଙ୍କର ପ୍ରଶଂସା କରିବା ଉଚିତ୍
ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।
ଶାଉଲ ତାଙ୍କ ବାପାଙ୍କ ଗଧର ଯତ୍ନ ନେଲେ
9 ସେହି ସମୟରେ ବିନ୍ୟାମୀନବଂଶୀୟ କୀଶ୍ ନାମକ ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଥିଲେ। ସେ ଅବୀୟଲର ପୁତ୍ର ଥିଲେ, ଯିଏ କି ସରୋରର ପୁତ୍ର ଥିଲା, ଯିଏ କି ବଖୋରତର ପୁତ୍ର ଥିଲା, ଯିଏ କି ବିନ୍ୟାମୀନୀୟ ଅଫୀହର ପୁତ୍ର ଥିଲା। 2 କୀଶ୍ଙ୍କର ପୁଅଙ୍କର ନାମ ଶାଉଲ। ଶାଉଲ ଜଣେ ସୁନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟଙ୍କ ମଧ୍ୟରେ ସୁନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଅଧିକ ଉଚ୍ଚ ଥିଲେ।
3 ଏକଦା ଶାଉଲଙ୍କ ପିତାଙ୍କର ଗଧସବୁ ହଜିଗଲେ। ତେଣୁ କୀଶ୍ ଶାଉଲକୁ କହିଲେ, “ତୁମ୍ଭେ ଗ୍ଭକରମାନଙ୍କ ମଧ୍ୟରୁ ଜଣକୁ ନେଇ ଗଧମାନଙ୍କର ସନ୍ଧାନ ନିଅ।” 4 ଶାଉଲ ଗଧମାନଙ୍କୁ ଖୋଜିବା ପାଇଁ ଗଲେ। ସେ ଇଫ୍ରୟିମ ପର୍ବତ ଅଞ୍ଚଳ ଦେଇ ଗଲେ, ତା’ପରେ ଶାଲିଶା ପ୍ରଦେଶ ଦେଇ ଗଲେ। କିନ୍ତୁ ସେ ଦୁହେଁ ନିରାଶ ହେଲେ। ତେଣୁ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ ସେଠାରୁ ନିରାଶ ହେବାରୁ ବିନ୍ୟାମୀନଙ୍କ ପ୍ରବେଶ ଦେଇଗଲେ। ସେଠାରେ ମଧ୍ୟ ନିରାଶ ହେଲେ।
5 ଶେଷରେ ସେମାନେ ସୂଫ ସହରକୁ ଆସିଲେ। ତା’ପରେ ଶାଉଲ ତାଙ୍କର ଗ୍ଭକରକୁ କହିଲେ, “ଗ୍ଭଲ! ଆମ୍ଭେ ଫେରିଯିବା, ଆମ୍ଭମାନଙ୍କର ବାପା ଗଧମାନଙ୍କ ପରିବର୍ତ୍ତେ ଆମ୍ଭମାନଙ୍କ ପାଇଁ ବ୍ୟସ୍ତ ହେଉଥିବେ।”
6 ଗ୍ଭକର କହିଲା, “ଏ ସହରରେ ଜଣେ ପରମେଶ୍ୱରଙ୍କ ଲୋକ ଅଛନ୍ତି। ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ତାଙ୍କର ସମସ୍ତ ଭବିଷ୍ୟଦ୍ବାଣୀ ସତ ହୁଏ। ଗ୍ଭଲ, ସେଠାକୁ ଯିବା, ପରମେଶ୍ୱରଙ୍କ ଲୋକ ଆମ୍ଭକୁ ଗଧମାନଙ୍କର ସନ୍ଧାନ ଦେଇପାରନ୍ତି।”
7 ତା’ପରେ ଶାଉଲ ଗ୍ଭକରକୁ କହିଲେ, “ଆମ୍ଭେ ନିଶ୍ଚୟ ସହରକୁ ଯିବା, କିନ୍ତୁ ଆମ୍ଭେମାନେ ତାଙ୍କୁ କ’ଣ ଉପହାର ଦେବା। ବର୍ତ୍ତମାନ ଏପରିକି ଆମ୍ଭ ଖାଦ୍ୟ ମୁଣାରୁ ଖାଦ୍ୟ ସରିଗଲାଣି। ଆମ୍ଭେ ତାଙ୍କୁ ଉପହାର କ’ଣ ଦେବା।”
8 ପୁନ୍ନରାୟ ଗ୍ଭକର କହିଲା, “ଦେଖ, ମୋ’ ପାଖରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି। ଆସ ପଇସାକୁ ଆମ୍ଭେ ପରମେଶ୍ୱରଙ୍କର ଲୋକମାନଙ୍କୁ ଦେବା। ତା’ପରେ ତାଙ୍କ କଥା ଅନୁସାରେ ଆମ୍ଭେ ସେ ସ୍ଥାନକୁ ଯିବା।”
9-11 ଶାଉଲ ଗ୍ଭକରକୁ କହିଲେ, “ଏହା ଏକ ଉତ୍ତମ ବୁଦ୍ଧି। ଗ୍ଭଲ ଯିବା,” ତା’ପରେ ସେମାନେ ପରମେଶ୍ୱରଙ୍କ ଲୋକଙ୍କ ନଗରକୁ ଯାତ୍ରା ଆରମ୍ଭ କଲେ।
ଶାଉଲ ଏବଂ ଗ୍ଭକର ପାର୍ବତ୍ୟାଞ୍ଚଳ ଦେଇ ଯାତ୍ରା କଲେ। ସେମାନେ ଯିବା ରାସ୍ତାରେ କେତେକ ଯୁବତୀଙ୍କୁ ଦେଖିଲେ। ଯୁବତୀମାନେ ପାଣି ନେବା ପାଇଁ ଆସିଥିଲେ। ଶାଉଲ ଓ ତାଙ୍କ ଗ୍ଭକର ଯୁବତୀମାନଙ୍କୁ ପଗ୍ଭରିଲେ, “ଧର୍ମାତ୍ମା ଏଠାରେ ଅବସ୍ଥାନ କରୁଛନ୍ତି କି?” (ଅତୀତରେ ଇସ୍ରାଏଲୀୟମାନେ ଭବିଷ୍ୟଦ୍ବକ୍ତାଙ୍କୁ “ଧର୍ମାତ୍ମା” କହୁଥିଲେ। ଯଦି ସେମାନେ ପରମେଶ୍ୱରଙ୍କଠାରୁ କିଛି ମାଗିବା ପାଇଁ ଗ୍ଭହୁଁଥିଲେ, ସେମାନେ କହିଲେ, “ଆସ ଧର୍ମାତ୍ମା ନିକଟକୁ ଯିବା।”)
12 ଯୁବତୀମାନେ ଉତ୍ତର ଦେଲେ, “ହଁ, ସେ ଏଠାରେ ଅଛନ୍ତି, ଏଇ ରାସ୍ତାର ଅଳ୍ପ ଆଗରେ ଅଛନ୍ତି। ସେ ଆଜି ସହରକୁ ଆସିଛନ୍ତି। ଲୋକମାନେ ଦଳ ଦଳ ହୋଇ ଆସି ତାଙ୍କୁ ପବିତ୍ରପୀଠରେ ଦର୍ଶନ କରୁଛନ୍ତି। 13 ତୁମ୍ଭେମାନେ ସହର ଭିତରକୁ ଯାଅ, ତାଙ୍କୁ ପାଇଯିବ। ଯଦି ତୁମ୍ଭେ ଚଞ୍ଚଳ ଯିବ, ତେବେ ତୁମ୍ଭେ ତାଙ୍କୁ ଉପାସନା ସ୍ଥାନରେ ଭୋଜନ ପୂର୍ବରୁ ସାକ୍ଷାତ କରି ପାରିବ। ସେଠାରେ ସେ ନୈବେଦ୍ୟ ଆଶୀର୍ବାଦ କରିବେ। ତା’ପରେ ଲୋକମାନେ ଭୋଜନ କରିବେ। ସେ ନ ଆସିବା ପର୍ଯ୍ୟନ୍ତ ଲୋକମାନେ ଖାଇବା ଆରମ୍ଭ କରନ୍ତି ନାହିଁ। ତେଣୁ ଯଦି ତୁମ୍ଭେ ଚଞ୍ଚଳ ହୁଅ ତାଙ୍କୁ ପାଇ ପାରିବ।”
14 ଶାଉଲ ଏବଂ ତାଙ୍କ ଗ୍ଭକର ଆଗକୁ ଗ୍ଭଲିଲେ। ସେମାନେ ସହରରେ ପହଞ୍ଚିବା ମାତ୍ରେ ଦେଖିଲେ ଶାମୁୟେଲ ଠିକ୍ ସେ ସମୟରେ ସହରରୁ ଉପାସନା ସ୍ଥାନକୁ ଆସୁଛନ୍ତି।
17 “ଇତି ମଧ୍ୟରେ ମିଶର ଦେଶରେ ଇସ୍ରାଏଲ ଲୋକମାନଙ୍କର ସଂଖ୍ୟା ବଢ଼ିବାରେ ଲାଗିଲା। ପରମେଶ୍ୱର ଅବ୍ରହାମଙ୍କୁ ଯେଉଁସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ୟରେ ପରିଣତ ହୋଇଥିଲା। 18 ସେହି ସମୟରେ ଆଉ ଜଣେ ରାଜା ମିଶରକୁ ରାଜତ୍ୱ କରିବା ପାଇଁ ଆରମ୍ଭ କଲେ। ସେ ଯୋଷେଫଙ୍କୁ ଜାଣି ନ ଥିଲେ। 19 ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ୟବହାର କଲେ। ରାଜା ସେମାନଙ୍କର ଶିଶୁମାନଙ୍କୁ ମାରିବା ପାଇଁ ବାହାରେ ପକେଇଦେବାକୁ ସେମାନଙ୍କୁ ବାଧ୍ୟ କଲେ।
20 “ଏହି ସମୟରେ ମୋଶା ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘରେ ତିନି ମାସ ପର୍ଯ୍ୟନ୍ତ ଲାଳନପାଳନ କରାଗଲା। 21 ତାହାଙ୍କୁ ବାହାରେ ପକାଇ ଦେବା ବେଳେ ଫାରୋଙ୍କର କନ୍ୟା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ। 22 ମୋଶା ମିଶରବାସୀମାନଙ୍କର ସମସ୍ତ ବିଦ୍ୟାରେ ଶିକ୍ଷିତ ହେଲେ। ସେ ନିଜ ବକ୍ତବ୍ୟ ଓ କାମରେ ଶକ୍ତିଶାଳୀ ଥିଲେ।
23 “ତାହାଙ୍କୁ ଗ୍ଭଳିଶ୍ ବର୍ଷ ବୟସ ହେବା ବେଳେ ସେ ନିଜ ଭାଇମାନଙ୍କୁ ତଥା ଇସ୍ରାଏଲ ଲୋକମାନଙ୍କୁ ସାକ୍ଷାତ କରିବା ପାଇଁ ଇଚ୍ଛା କଲେ। 24 ମୋଶା ସେଠାରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ୟାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସେହିଠାରେ ମରିଗଲା। 25 ମୋଶା ଭାବିଲେ ଯେ, ପରମେଶ୍ୱର ସେମାନଙ୍କର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ଯ୍ୟରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସେମାନେ ତାହା ବୁଝିଲେ ନାହିଁ।
26 “ତା’ ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧ୍ୟରେ କଳି କରୁଥିବାର ଦେଖିଲେ। ସେ ସେମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବାକୁ ଚେଷ୍ଟା କଲେ ଓ କହିଲେ, ‘ହେ ଲୋକମାନେ, ତୁମ୍ଭେମାନେ ପରସ୍ପର ଭାଇ ଭାଇ। ତୁମ୍ଭେମାନେ ପରସ୍ପର ଭିତରେ କାହିଁକି କଳି କରୁଛ?’ 27 ଏହା ଶୁଣି ପଡ଼ୋଶୀ ପ୍ରତି ଅନ୍ୟାୟ କରୁଥିବା ଲୋକଟି ମୋଶାଙ୍କୁ ଠେଲିଦେଇ କହିଲା, ‘ତୁମ୍ଭକୁ ଆମ୍ଭ ଶାସକ ଓ ବିଗ୍ଭରକ ରୂପେ କିଏ ନିଯୁକ୍ତି ଦେଲା? 28 ଗତକାଲି ତୁମ୍ଭେ ଯେପରି ମିଶରୀୟକୁ ମାରିଦେଲ ସେହିପରି କ’ଣ ମୋତେ ମାରି ଦେବା ପାଇଁ?’ [a] 29 ମୋଶା ଏହା ଶୁଣି ଅତିଶୀଘ୍ର ମିଶରରୁ ଗ୍ଭଲିଗଲେ ଓ ମିଦିୟନ ଦେଶରେ ଜଣେ ବିଦେଶୀ ହୋଇ ରହିଲେ। ସେଠାରେ ତାହାଙ୍କର ଦୁଇଟି ପୁତ୍ର ହେଲେ।
ତୁମ୍ଭର ବିଶ୍ୱାସ ହରାଅ ନାହିଁ(A)
31 “କୃଷକ ତା’ର ଗହମକୁ ଗ୍ଭଲୁଣୀରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମୋନ! ହେ ଶିମୋନ, 32 ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ୱାସ ଲୋପ ନ ହେଉ। ତୁମ୍ଭେମାନେ ମୋ’ ପାଖକୁ ଫେରି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ୱାସରେ ଦୃଢ଼ ହେବା ପାଇଁ ସାହାଯ୍ୟ କର।”
33 କିନ୍ତୁ ପିତର ଯୀଶୁଙ୍କୁ କହିଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।”
34 ଯୀଶୁ କିନ୍ତୁ କହିଲେ, “ପିତର, ଆସନ୍ତା କାଲି ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମୋତେ ଜାଣି ନାହଁ। ଏ କଥା ତୁମ୍ଭେ ତିନିଥର କହିବ।”
ଅସୁବିଧା ପାଇଁ ପ୍ରସ୍ତୁତ ରୁହ
35 ତା’ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?”
ପ୍ରେରିତମାନେ କହିଲେ, “ନା।”
36 ଯୀଶୁ ସେମାନଙ୍କୁ କହିଲେ, “କିନ୍ତୁ ଏବେ ଯଦି ତୁମ୍ଭମାନଙ୍କ ପାଖରେ ଟଙ୍କା କି ଥଳି ଥାଏ, ତେବେ ତାହା ନିଜ ସାଙ୍ଗରେ ନିଅ। ଯଦି ତୁମ୍ଭମାନଙ୍କର ଖଣ୍ଡାଟିଏ ନ ଥାଏ, ତେବେ ତୁମ୍ଭେମାନେ ନିଜର କୋଟ ମଧ୍ୟ ବିକିଦେଇ ଖଣ୍ଡା କିଣ। 37 ଶାସ୍ତ୍ର କହେ:
‘ଲୋକମାନେ କହିଲେ ଯେ ସେ ଜଣେ ଅପରାଧୀ।’ (B)
ଏହି ଶାସ୍ତ୍ରର ବାକ୍ୟ ନିଶ୍ଚୟ ଘଟିବ, ଏହା ମୋ’ ବିଷୟରେ ଲେଖାଥିଲା ଏବଂ ଏହା ଏବେ ଘଟୁଛି।”
38 ଶିଷ୍ୟମାନେ କହିଲେ, ଦେଖନ୍ତୁ ପ୍ରଭୁ ଏଠାରେ ଦୁଇଟି ଖଣ୍ଡା ଅଛି, ଯୀଶୁ କହିଲେ, “ଦୁଇଟି ଖଣ୍ଡା ଯଥେଷ୍ଟ।”
2010 by World Bible Translation Center