Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:145-176

କଫ

145 ହେ ସଦାପ୍ରଭୁ, ମୁଁ ହୃଦୟ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ।
    ମୋତେ ଉତ୍ତର ଦିଅ! ମୁଁ ତୁମ୍ଭର ନିୟମସବୁ ଅନୁସରଣ କରିବି।
146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଉଛି,
    ମୋତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ୟ ଅନୁସରଣ କରିବି।
147 ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
    ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
148 ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ୟାନ କରିବା ପାଇଁ
    ରାତ୍ରି ଉଜାଗର ରହିଲି।
149 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସହକାରେ ମୋର ପ୍ରାର୍ଥନା ଶୁଣ।
    ତୁମ୍ଭ ଶାସନ ଦ୍ୱାରା ମୋତେ ବଞ୍ଚିବାକୁ ଦିଅ।
150 ମନ୍ଦ ଯୋଜନା ସହିତ ଲୋକମାନେ ମୋତେ ଆକ୍ରମଣ କରିବା ପାଇଁ ମୋ’ ପାଖକୁ ଆସନ୍ତି।
    ସେମାନେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।
151 ହେ ସଦାପ୍ରଭୁ, ତୁମ୍ଭେ ମୋର ନିକଟବର୍ତ୍ତୀ।
    ତୁମ୍ଭର ଆଦେଶ ସକଳ ଭରସା ଯୋଗ୍ୟ।
152 ବହୁତ ଦିନ ପୂର୍ବରୁ ମୁଁ ଜାଣେ ଯେ, ତୁମ୍ଭର ଶାସନ ଅଛି।
    ମୁଁ ଜାଣେ ଯେ, ତୁମ୍ଭେ ସେମାନଙ୍କୁ ଅନନ୍ତକାଳ ପାଇଁ ଶେଷ କରିପକାଇଲ।

ରେଶ୍

153 ହେ ସଦାପ୍ରଭୁ, ମୋର ଯନ୍ତ୍ରଣାକୁ ଦେଖ ଓ ମୋତେ ଉଦ୍ଧାର କର।
    କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।
154 ହେ ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଷ୍ପତ୍ତି କର ଏବଂ ମୋତେ ରକ୍ଷା କର।
    ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ବଞ୍ଚିବାକୁ ଦିଅ।
155 ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ।
    କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭେ ମହାନ ଦୟାଳୁ।
    ତୁମ୍ଭର ଶାସନ ନିୟମାନୁସାରେ କାମ କର ଓ ମୋତେ ବଞ୍ଚିବାକୁ ଦିଅ।
157 ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି,
    କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖେ।
    ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
    ମୁଁ ସେମାନଙ୍କୁ ଘୃଣାକରେ।
159 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି।
    ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋତେ ବଞ୍ଚିବାକୁ ଦିଅ।
160 ଆରମ୍ଭରୁ ତୁମ୍ଭର ସମୁଦାୟ ବାକ୍ୟ ଭରସା ଯୋଗ୍ୟ
    ଓ ତୁମ୍ଭର ସବୁ ଧର୍ମମୟ ବ୍ୟବସ୍ଥା ନିତ୍ୟସ୍ଥାୟୀ ପାଇଁ ସୁନ୍ଦର ହୋଇ ରହିବ।

ଶିନ୍

161 ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି।
    କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।
162 ତୁମ୍ଭର ପ୍ରତିଜ୍ଞା ମୋତେ ଆନନ୍ଦ ଦିଏ,
    ଯେପରି ଜଣେ ବ୍ୟକ୍ତି ବହୁତ ଲୁଟ୍ ଧନ ପାଇବା ପରେ ଖୁସୀ ହୁଏ।
163 ମୁଁ ମିଥ୍ୟାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ।
    ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନେହ କରେ।
164 ତୁମ୍ଭର ଯଥାର୍ଥ ବିଗ୍ଭର ପାଇଁ,
    ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।
165 ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ।
    ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।
166 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ ଅଛି, ମୋତେ ରକ୍ଷା କର।
    ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।
167 ମୁଁ ତୁମ୍ଭର ବାକ୍ୟକୁ ଅନୁସରଣ କରିଅଛି।
    ଏବଂ ସେଗୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
168 ମୁଁ ତୁମ୍ଭର ନିୟମ ଓ ନିର୍ଦ୍ଦେଶ ପାଳନ କରିଅଛି।
    ତୁମ୍ଭେ ସବୁ ଜାଣ, ଯାହା ମୁଁ କରିଅଛି।

ତୌ

169 ହେ ସଦାପ୍ରଭୁ, ମୋର ସାହାଯ୍ୟ ପାଇଁ କାକୂକ୍ତି ଶୁଣ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ବୁଦ୍ଧିମାନ କର।
170 ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
    ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ରକ୍ଷା କର।
171 ମୁଁ ତୁମ୍ଭର ପ୍ରଶଂସା ଗାନ କରିବି।
    କାରଣ ତୁମ୍ଭେ ଆପଣା ବ୍ୟବସ୍ଥାମାନ ମୋତେ ଶିଖାଇଅଛ।
172 ସଦାପ୍ରଭୁ, ମୁଁ ତୁମ୍ଭର ପ୍ରତିଜ୍ଞା ବିଷୟରେ ଗାନ କରିବି।
    କାରଣ ତୁମ୍ଭର ବ୍ୟବସ୍ଥାମାନ ଉତ୍ତମ।
173 ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି।
    ତେଣୁ ମୋର ସାହାଯ୍ୟ ପାଇଁ ବାହାରି ଆସ।
174 ହେ ସଦାପ୍ରଭୁ, ମୁଁ ଗ୍ଭହେଁ ତୁମ୍ଭେ ମୋତେ ରକ୍ଷା କର।
    ତୁମ୍ଭର ଶିକ୍ଷାସବୁ ମୋତେ ଉଲ୍ଲାସ ପ୍ରଦାନ କରେ।
175 ମୋତେ ବଞ୍ଚିବାକୁ ଦିଅ, ଯେପରିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ।
    ତୁମ୍ଭର ବ୍ୟବସ୍ଥା ମୋର ସହାୟ ହେଉ।
176 ମୁଁ ହଜି ଯାଇଥିବା ମେଷପରି, ଏଣେତେଣେ ବୁଲୁଅଛି,
    ହେ ସଦାପ୍ରଭୁ, ଆପଣା ଦାସକୁ ଖୋଜ।
    କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶୋରି ନାହିଁ।

ଗୀତସଂହିତା 128-130

ଆରୋହଣ ଗୀତ।

128 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସେମାନଙ୍କର ପ୍ରତ୍ୟେକ ବ୍ୟକ୍ତି ଧନ୍ୟ
    ଓ ସଦାପ୍ରଭୁଙ୍କର ପଥରେ ଗ୍ଭଲନ୍ତି।

ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ।
    ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ।
    ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ।
ଯିଏ ସଦାପ୍ରଭୁଙ୍କୁ ସମ୍ମାନ ଦିଏ, ସେ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
    ଆଉ ଯିରୁଶାଲମ ସୁଖସମୃଦ୍ଧିକୁ ତୁମ୍ଭେ ସାରା ଜୀବନରେ ଅଂଶିଦାର ହୁଅ।
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖି ପାର।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଏକ ଆରୋହଣ ସଙ୍ଗୀତ।

129 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ।
    ଇସ୍ରାଏଲ, ଏହାକୁ ଆଉଥରେ କୁହ।
ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି।
    କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।
ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି।
    ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।
କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ
    ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ।
    ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
ସେମାନେ ଗୃହର ଛାତ ଉପରିସ୍ଥ
    ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ।
ଯେପରି ‌‌କଟାଳୀ ତା’ର ହେଳାପୂର୍ଣ୍ଣ କରିପାରେ ନାହିଁ।
    ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ,
    “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ!
    କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”

ଏକ ଆରୋହଣ ଗୀତ।

130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
    ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
    ସାହାଯ୍ୟ ପାଇଁ ମୋର ଡାକ ଶୁଣ।
ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
    ତେବେ କେହି ବଞ୍ଚିବେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
    ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।

ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
    ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
    ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
    ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
    ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
    ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 12:1-6

ଶାମୁୟେଲ ରାଜାଙ୍କ ବିଷୟରେ କହିଲେ

12 ଶାମୁୟେଲ ସମସ୍ତ ଇସ୍ରାଏଲୀଙ୍କୁ କହିଲେ, “ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ସେ ପ୍ରକାରେ ତୁମ୍ଭମାନଙ୍କର ଏକ ରାଜା ନିୟୋଜନ କଲି। ବର୍ତ୍ତମାନ ତୁମ୍ଭର ନେତୃତ୍ୱ କରିବା ପାଇଁ ଜଣେ ରାଜା ଅଛନ୍ତି। ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇ ଗଲିଣି। ମୁଁ ମୋ’ ଯୁବାବସ୍ଥାରୁ ତୁମ୍ଭ ମୁନିବ ଥିଲି। ବର୍ତ୍ତମାନ ମୋ’ ପୁଅମାନେ ତୁମ୍ଭ ସାଥୀରେ ଅଛନ୍ତି। ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧ‌କ୍‌କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”

ଇସ୍ରାଏଲୀୟମାନେ ଉତ୍ତର ଦେଲେ, “ନା! ତୁମ୍ଭେ ଏପରି ଖରାପ କାମ କେବେ ବି କରି ନାହଁ। ତୁମ୍ଭେ ଆମକୁ ଠକି ନାହଁ କିମ୍ବା ଆମ୍ଭଠାରୁ କିଛି ନେଇ ନାହଁ।”

ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ତୁମ୍ଭେ ଯାହା କହିଲ ସଦାପ୍ରଭୁ ଏବଂ ନୂତନ ମନୋନୀତ ରାଜା ତାହା ଶୁଣିଲେ, ସେମାନେ ଦୃଢ଼ କରିବାକୁ ସାକ୍ଷୀ ରହିଲେ ଯେ ତୁମ୍ଭ ବିରୁଦ୍ଧରେ ଜାଣିଲେ ମୁଁ କିଛି ଭୁଲ୍ କରି ନାହିଁ।” ଲୋକମାନେ କହିଲେ, “ହଁ ସଦାପ୍ରଭୁ ସାକ୍ଷୀ ଅଛନ୍ତି ଏହା ସତ୍ୟ।”

ଶାମୁୟେଲ ଲୋକମାନଙ୍କୁ କହିଲେ, “ଯାହାସବୁ ଘଟିଛି ସଦାପ୍ରଭୁ ସବୁ ଦେଖିଛନ୍ତି। ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ନିଯୁକ୍ତି କରିଥିଲେ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ବାହାର କରି ଆଣିଥିଲେ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 12:16-25

16 “ବର୍ତ୍ତମାନ ଧିର ହୋଇ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ମହତ୍ କାର୍ଯ୍ୟ କରିବେ ଦେଖ। 17 ବର୍ତ୍ତମାନ ଗହମ କାଟିବାର ସମୟ [a]। କିନ୍ତୁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରୁ ତୁମ୍ଭେମାନେ ଜାଣିବ ଯେ, ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭେ ରାଜା ଦାବିକରି ବହୁତ ପାପ କରିଅଛ।”

18 ତେଣୁ ଶାମୁୟେଲ ସଦାପ୍ରଭୁଙ୍କୁ ଡାକିଲେ, ସେହି ସମୟରେ ସଦାପ୍ରଭୁ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ। ତେଣୁ ସବୁଲୋକ ସଦାପ୍ରଭୁ ଓ ଶାମୁୟେଲଙ୍କୁ ଭୟ କଲେ। 19 ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ ସେଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଅନେକ ଥର ପାପ କରିଅଛୁ ଏବଂ ବର୍ତ୍ତମାନ ଆମ୍ଭେମାନେ ରାଜାଙ୍କୁ ମାଗି ପାପକୁ ବଢ଼େଇ ଦେଉଛୁ।”

20 ତା’ପରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟଭୀତ ହୁଅ ନାହିଁ। ଏହା ସତ୍ୟ ତୁମ୍ଭେମାନେ ଏହିସବୁ ବହୁତ ମନ୍ଦକାର୍ଯ୍ୟ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କର ନାହିଁ। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କର ସେବା କର। 21 ମୂର୍ତ୍ତିଗୁଡ଼ିକୁ ଅନୁସରଣ କରିବା ପାଇଁ ପରମେଶ୍ୱରଙ୍କଠାରୁ ଦୌଡ଼ି ପଳାଅ ନାହିଁ! ସେମାନେ ଅସାର, ସେମାନେ ମଙ୍ଗଳ କରିବା ପାଇଁ କିମ୍ବା ତୁମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଅକ୍ଷମ ଅଟନ୍ତି।

22 “ସଦାପ୍ରଭୁ ଆପଣା ମହାନ ନାମ ସକାଶେ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇ ଅଛନ୍ତି। 23 ମୋ’ ପକ୍ଷରେ, ମୁଁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହେବି ନାହିଁ। ଯଦି ମୁଁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦେବି, ତେବେ ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି। ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସ‌‌ତ୍‌‌ଶିକ୍ଷା ଦେବା ଗ୍ଭଲୁ ରଖିବି। 24 କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କ ସେବା କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ଼ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛନ୍ତି। 25 କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 8:14-25

14 ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ। 15 ପିତର ଓ ଯୋହନ ସେଠାରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କରି ପାରିବେ। 16 ସେମାନେ କେବଳ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। କିନ୍ତୁ ସେ ପର୍ଯ୍ୟନ୍ତ କାହା ଉପରେ ପବିତ୍ରଆତ୍ମା ଅଧିଷ୍ଠିତ ହୋଇ ନ ଥିଲେ। 17 ତା’ପରେ ପ୍ରେରିତମାନେ ଲୋକମାନଙ୍କ ଉପରେ ନିଜ ହାତ ରଖିବାରୁ ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କଲେ।

18 ପ୍ରେରିତମାନଙ୍କ ହାତ ରଖିବା ଦ୍ୱାରା ପବିତ୍ରଆତ୍ମା ପ୍ରାପ୍ତ ହେବା ଶିମୋନ ଦେଖିଲା। ତେଣୁ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଯାଚି କହିଲା, 19 ‘‘ମୋତେ ମଧ୍ୟ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ରଆତ୍ମା ପାଇ ପାରିବ।”

20 ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ। 21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। 22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି। 23 ମୁଁ ଦେଖୁଛି, ତୁମ୍ଭ ମନରେ ତିକ୍ତତା ପୁରି ରହିଛି ଓ ପାପ ତୁମ୍ଭ ଉପରେ କର୍ତ୍ତୃତ୍ୱ କରୁଛି।”

24 ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”

25 ପ୍ରେରିତମାନେ ଶମିରୋଣର ଅନେକ ଗ୍ରାମରେ ଶୁଭସମାଗ୍ଭର କହି ଯିରୁଶାଲମକୁ ଫେରିଗଲେ। ସେମାନେ ଫେରିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମରେ ସୁସମାଗ୍ଭର ପ୍ରଗ୍ଭର କଲେ।

ଲୂକ ଲିଖିତ ସୁସମାଗ୍ଭର 23:1-12

ଯୀଶୁଙ୍କୁ ରାଜ୍ୟପାଳ ପୀଲାତଙ୍କ ପ୍ରଶ୍ନ(A)

23 ସମସ୍ତେ ଉଠି ଠିଆ ହେଲେ। ସେମାନେ ଯୀଶୁଙ୍କୁ ପୀଲାତଙ୍କ ପାଖକୁ ନେଇଗଲେ। ସେମାନେ ଯୀଶୁଙ୍କୁ ଦୋଷ ଦେବାକୁ ଲାଗିଲେ। ସେମାନେ ପୀଲାତଙ୍କୁ କହିଲେ, “ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭେମାନେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦେବା ଉଚିତ୍ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।”

ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”

ଯୀଶୁ ଉତ୍ତର ଦେଲେ, “ହଁ ତାହା ଠିକ୍ କଥା।”

ପୀଲାତ ପ୍ରଧାନଯାଜକ ଏବଂ ଲୋକମାନଙ୍କୁ କହିଲେ, “ଏ ଲୋକର ମୁଁ କିଛି ଭୁଲ୍ ଦେଖି ପାରୁ ନାହିଁ,”

ସେମାନେ କିନ୍ତୁ ବାରମ୍ବାର କହିଲେ, “ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। ଯିହୂଦାର ଗ୍ଭରିଆଡ଼େ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀରେ ଆରମ୍ଭ କରିଥିଲେ। ଏବେ ସେ ଏଠାରେ ଅଛନ୍ତି।”

ପୀଲାତ ଯୀଶୁଙ୍କୁ ହେରୋଦଙ୍କ ପାଖକୁ ପଠାଇଲେ

ପୀଲାତ ଏହା ଶୁଣି ପଗ୍ଭରିଲେ, ଏହି ଲୋକ କ’ଣ ଗାଲିଲୀର? ପୀଲାତ ଜାଣିଲେ ଯେ, ଯୀଶୁ ହେରୋଦଙ୍କ ଅଧିକାର କ୍ଷେତ୍ରର ଲୋକ। ହେରୋଦ ସେହି ସମୟରେ ଯିରୁଶାଲମରେ ଥିଲେ। ତେଣୁ ପୀଲାତ ଯୀଶୁଙ୍କୁ ତାହାଙ୍କ ପାଖକୁ ପଠାଇଦେଲେ।

ହେରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସୀ ହୋଇଗଲେ। ହେରୋଦ ଯୀଶୁଙ୍କ ବିଷୟରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। ହେରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗରେ ଯୀଶୁ କିଛି ଆଶ୍ଚର୍ଯ୍ୟକର୍ମ ପ୍ରଦର୍ଶନ କରିବେ। ହେରୋଦ ଯୀଶୁଙ୍କୁ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। 10 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ସେଠାରେ ଠିଆ ହୋଇଥିଲେ। ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ। 11 ତା’ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା’ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ। 12 ଅତୀତରେ ପିଲାତ ଓ ହେରୋଦଙ୍କ ମଧ୍ୟରେ ବରାବର ଶତ୍ରୁତା ଲାଗି ରହୁଥିଲା କିନ୍ତୁ ସେହି ଦିନରୁ ସେ ଦୁହେଁ ବନ୍ଧୁ ହୋଇଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center