Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 137

137 ଆମ୍ଭେମାନେ ବାବିଲୀୟ ନଦୀ ନିକଟରେ ସିୟୋନକୁ ସ୍ମରଣ କଲାବେଳେ
    ସେଠାରେ ବସି ରୋଦନ କଲୁ।
ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।
ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ।
    ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ:
    “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
କିନ୍ତୁ ଆମ୍ଭେମାନେ ସଦାପ୍ରଭୁଙ୍କର ଗୀତ କିପରି
    ବିଦେଶରେ ଗାନ କରି ପାରିବା!
ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ ଭୁଲେ,
    ତେବେ ମୋର ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶୋରି ଯାଉ।
ହେ ଯିରୁଶାଲମ,
    ଯଦି ମୁଁ ତୁମ୍ଭକୁ କେବେ ଭୁଲେ,
ତେବେ ମୋର କାମନା କି
    ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ।

ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ।
    ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର।
ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର!
    ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।”
ହେ ବାବିଲୋନ, ତୁମ୍ଭେ ଧ୍ୱଂସ ହେବ!
    ମୁଁ ଯେକୌଣସି ଲୋକକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭକୁ ପ୍ରତିଦାନ ଦେବ, ଯାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।
ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି,
    ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।

ଗୀତସଂହିତା 144

ଦାଉଦଙ୍କ ଗୀତ

144 ସଦାପ୍ରଭୁ ମୋର ଶୈଳ,
    ତାହଙ୍କର ପ୍ରଶଂସା ହେଉ।
ସେ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
    ସଦାପ୍ରଭୁ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
ସେ ମୋତେ ସ୍ନେହ କରନ୍ତି ଏବଂ ରକ୍ଷା କରନ୍ତି।
    ସେ ମୋର ଉଚ୍ଚ ପର୍ବତରେ ନିରାପଦ ସ୍ଥାନ।
ସେ ମୋତେ ଉଦ୍ଧାର କରନ୍ତି।
    ସେ ମୋର ଢାଲ,
ସେ ହେଉଛନ୍ତି ମୋ’ ଆଶ୍ରୟସ୍ଥଳ।
    ସଦାପ୍ରଭୁ ମୋର ଲୋକମାନଙ୍କୁ ଶାସନ କରିବାରେ ମୋତେ ସାହାଯ୍ୟ କରନ୍ତି।

ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ କାହିଁକି?
    ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ୟାନ ଦିଅ?
ମନୁଷ୍ୟ ଜୀବନ ପବନର ଫୁତ୍କାର।
    ତାହାର ଜୀବନ ବହିଯିବା ଦିନର ଛାୟା ତୁଲ୍ୟ।

ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ।
    ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସେମାନେ ଧୂମ ନିର୍ଗତ କରିବେ।
ବିଜୁଳି ନିକ୍ଷେପ କରି ଶତ୍ରୁମାନଙ୍କୁ ଘରଦ୍ୱାର ଦିଅ।
    ତୁମ୍ଭର “ବାଣ” ନିକ୍ଷେପ କର ଏବଂ ସେମାନଙ୍କୁ ତଡ଼ି ଦିଅ।
ସଦାପ୍ରଭୁ, ସ୍ୱର୍ଗରୁ ଓହ୍ଲାଇ ଆସ ଏବଂ ମୋତେ ରକ୍ଷା କର।
    ମୋତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ।
    ମୋତେ ବିଦେଶୀମାନଙ୍କଠାରୁ ରକ୍ଷା କର।
ସେହି ଶତ୍ରୁଗଣ ମିଥ୍ୟାବାଦୀ,
    ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।

ହେ ସଦାପ୍ରଭୁ, ତୁମ୍ଭ ବିଷୟରେ ମୁଁ ନୂତନ ଗୀତ ଗାନ କରିବି।
    ଦଶତାର ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।
10 ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସେମାନଙ୍କ ଯୁଦ୍ଧରେ ବିଜୟୀ କରାଅ।
    ସଦାପ୍ରଭୁ, ତୁମ୍ଭେ ଆପଣା ସେବକ ଦାଉଦଙ୍କୁ ଶତ୍ରୁ ଖ‌ଡ଼୍‌ଗର ସମ୍ମୁଖରୁ ଉଦ୍ଧାର କର।
11 ମୋତେ ସେହି ବିଦେଶୀଙ୍କଠାରୁ ରକ୍ଷା କର।
    ସେହି ଶତ୍ରୁମାନେ ମିଥ୍ୟାବାଦୀ,
    ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।

12 ଆମ୍ଭର ପୁତ୍ରଗଣ ସେହି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି।
    ଆମ୍ଭମାନଙ୍କ କନ୍ୟାଗଣ ରାଜପ୍ରାସାଦର ଖୋଦିତ କୋଣର ଖମ୍ବ ତୁଲ୍ୟ ହୁଅନ୍ତୁ।
13 ଆମ୍ଭମାନଙ୍କର ଭଣ୍ଡାର
    ସର୍ବପ୍ରକାର ଶସ୍ୟରେ ପରିପୂର୍ଣ୍ଣ ହେଉ।
ଆମ୍ଭମାନଙ୍କର ମେଷଗଣ ସହସ୍ର ସହସ୍ର
    ଓ ଅୟୁତ ଅୟୁତ ଶାବକ ପ୍ରସବ କରନ୍ତୁ।
14     ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ୱାରା ଅଧିକ ଓଜନିଆ ହୋଇ ପଡ଼ନ୍ତୁ।
ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ।
    ଆମ୍ଭମାନଙ୍କ ମଧ୍ୟରୁ କେହି ନିର୍ବାସିତ ନ ହୁଅନ୍ତୁ।
    ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।

15 ସେହିପରି ଲୋକମାନେ ହେଉଛନ୍ତି ଧନ୍ୟ, ଯାହାର ଏହିଭଳି ଅଛି।
    ସେହି ଲୋକମାନେ ଧନ୍ୟ ହୁଅନ୍ତୁ, ଯାହାର ପରମେଶ୍ୱର ହେଉଛନ୍ତି ସଦାପ୍ରଭୁ।

ଗୀତସଂହିତା 104

104 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମହାନ।
ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
    ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର।
ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
    ପରମେଶ୍ୱର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ।
ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଅଛ।
    ତୁମ୍ଭେ ବାୟୁ ରୂପକ ପକ୍ଷ ଦ୍ୱାରା ଆକାଶରେ ଗମନାଗମନ କରୁଅଛ।
ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର
    ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି [a] ସଦୃଶ କର।
ହେ ପରମେଶ୍ୱର, ତୁମ୍ଭେ ପୃଥିବୀର ଭିତ୍ତିପ୍ରସ୍ତର ଏପରି ସ୍ଥାପନ କରିଅଛ
    ଯେ ତାହା ମୂଳରୁ କେବେ ଧ‌କ୍‌କା ହେବ ନାହିଁ।
ତୁମ୍ଭେ ତାହାକୁ ବାରିଧିର କମଳ ତୁଲ୍ୟ ଆଚ୍ଛାଦନ କଲ।
    ପର୍ବତଗଣ ଉପରେ ଜଳରାଶି ଆଚ୍ଛାଦିତ ହେଲା।
କିନ୍ତୁ ତୁମ୍ଭେ ଆଜ୍ଞା ଦେଲ ଓ ଜଳରାଶି ସେଠାରୁ ଛାଡ଼ି ପଳାଇଲା।
    ହେ ପରମେଶ୍ୱର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
ସେହି ପାଣିସବୁ ପର୍ବତ ଉପରୁ ଉପତ୍ୟକାକୁ ବହିଗଲା
    ଏବଂ ତା’ପରେ ତୁମ୍ଭେ ସୃଷ୍ଟି କରିଥିବା ସ୍ଥାନକୁ ବହିଗଲା।
ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ।
    ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ।
    ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।

10 ପରମେଶ୍ୱର ତୁମ୍ଭେ ହିଁ ଝରଣାରୁ ଜଳର ସ୍ରୋତ ବୁହାଇଲ।
    ଏହା ପର୍ବତଗଣର ସ୍ରୋତରେ ମିଶି ବହିଯାଏ।
11 ଏହି ଜଳ ବନ୍ୟ ପଶୁଗଣକୁ ଜଳ ଯୋଗାଏ।
    ବନ୍ୟ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।
12 ବନ୍ୟ ପକ୍ଷୀଗଣ ଜଳାଶୟ ନିକଟରେ ବାସ କରିବା ପାଇଁ ଆସନ୍ତି।
    ସେହି ପକ୍ଷୀଗୁଡ଼ିକ ଜଳାଶୟ ପାଖରେ ଥିବା ବୃକ୍ଷର ଡାଳମାନଙ୍କରେ ଥାଇ ଗୀତ ଗାଆନ୍ତି।
13 ତୁମ୍ଭେ ତୁମ୍ଭର ପର୍ବତ ଗୁଡ଼ିକର ପାଦ ଦେଶରେ ବୃଷ୍ଟି କରାଅ।
    କାରଣ ଯାହାସବୁ ତୁମ୍ଭେ କର, ପୃଥିବୀ ଦରକାର କରୁଥିବା ସବୁ ଜିନିଷ ଏହା ମଧ୍ୟରେ ଅଛି।
14 ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ
    ଓ ମନୁଷ୍ୟର ସେବା ନିମନ୍ତେ ବୃକ୍ଷ ଅଙ୍କୁରିତ କର।
    ଏହିପରି ଭାବରେ ସେମାନେ ପୃଥିବୀରୁ ଖାଦ୍ୟ ପାଆନ୍ତି।
15 ହୃଦୟ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ,
    ଆମ୍ଭମାନଙ୍କର ମୁହଁ ଚି‌କ୍‌କଣକାରୀ ତୈଳ
    ଓ ମନୁଷ୍ୟକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।

16 ଲିବାନୋ‌ନ୍‌ର ମହାନ ବୃକ୍ଷଗୁଡ଼ିକ ପ୍ରଚୁର ପରିମାଣରେ ବର୍ଷା ପାଆନ୍ତି।
    ସଦାପ୍ରଭୁ ସେହି ବୃକ୍ଷଗୁଡ଼ିକୁ ରୋପଣ କରିଥିଲେ ଓ ସେମାନଙ୍କର ଆବଶ୍ୟକତାନୁଯାୟୀ ପାଣି ଦେଉଥିଲେ।
17 ସେହି ବୃକ୍ଷଗୁଡ଼ିକ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି।
    ସାରସ ପକ୍ଷୀ ସୋନେବର ବୃକ୍ଷରେ ବାସ କରନ୍ତି।
18 ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ବାସସ୍ଥାନ ଅଟେ।
    ଶୈଳସବୁ ଶାଫନର [b] ଆଶ୍ରୟ।

19 ପରମେଶ୍ୱର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି।
    ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
20 ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ।
    ତହିଁରେ ସକଳ ବନ୍ୟପଶୁ ବାହାରି ଭ୍ରମଣ କରନ୍ତି।
21 ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜନ କରନ୍ତି।
    ସେତ ଯେପରି ସେମାନେ ପରମେଶ୍ୱରଙ୍କଠାରୁ ଆହାର ଲୋଡ଼ନ୍ତି।
22 ସୂର୍ଯ୍ୟୋଦୟ ହେଲେ ସେମାନେ ନିଜ ନିଜ ବସାକୁ ଗ୍ଭଲିଯା’ନ୍ତି।
    ଏବଂ ନିଜ ନିଜ ବସାରେ ବିଶ୍ରାମ କରନ୍ତି।
23 ଏହା ପରେ ମନୁଷ୍ୟ ତା’ର କାମକୁ ବାହାରେ
    ଏବଂ ସେ ସନ୍ଧ୍ୟା ପର୍ଯ୍ୟନ୍ତ କାମ କରେ।

24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
    ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
    ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
    ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
    ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
    ତହିଁରେ ଖେଳିବା ପାଇଁ
    ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।

27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
    ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
    ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
    ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
    ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
    ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।

31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
    ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
    ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।

33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
    ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
    ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।
35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
    ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।

ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ସଦାପ୍ରଭୁଙ୍କର ପ୍ରଶଂସା କର।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 14:16-30

16 ସେତେବେଳେ ବିନ୍ୟାମୀନ ପ୍ରଦେଶର ଗିବିୟାରେ ଶାଉଲଙ୍କ ସୈନ୍ୟମାନେ ଦେଖିଲେ ପଲେଷ୍ଟୀୟ ସୈନ୍ୟମାନେ ଏଣେତେଣେ ଦୌଡ଼ୁଛନ୍ତି। 17 ଶାଉଲ ତାଙ୍କ ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କୁ ଗଣନା କର। ମୁଁ ଜାଣିବାକୁ ଗ୍ଭହେଁ କିଏ ଛାଉଣି ତ୍ୟାଗ କରିଛନ୍ତି।”

ଯେତେବେଳେ ସେମାନେ ଗଣନା କରନ୍ତେ ଯୋନାଥନ୍ ଏବଂ ତାଙ୍କ ସାହାଯ୍ୟକାରୀ ଛାଉଣି ତ୍ୟାଗ କରିଛନ୍ତି।

18 ତହୁଁ ଶାଉଲ ଅହୀୟକୁ କହିଲେ, “ଏଫୋଦକୁ ଏଠାକୁ ଆଣ।” କାରଣ ସେହି ସମୟରେ ଅହୀୟ ଏଫୋଦ ପିନ୍ଧି ଥିଲେ। 19 ଶାଉଲ ଯାଜକ ଅହୀୟଙ୍କ ସହ କଥା ହେବା ବେଳେ ପଲେଷ୍ଟୀୟ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା। ଶାଉଲ ଅଧୈର୍ଯ୍ୟ ହୋଇ ଉଠିଲେ ଏବଂ ଯାଜକ ଅହୀୟକୁ କହିଲେ, “ବନ୍ଦ କର! ତୁମ୍ଭ ହାତ ଏଫୋଦରୁ କାଢ଼ିଆଣ।”

20 ଶାଉଲ ସୈନ୍ୟମାନଙ୍କୁ ଏକତ୍ରିତ କରି ସେମାନଙ୍କୁ ଯୁଦ୍ଧଭୂମିକୁ ପଠାଇଲେ। ପଲେଷ୍ଟୀୟ ସୈନ୍ୟମାନେ ଏମିତି ଦ୍ୱନ୍ଦରେ ପଡ଼ିଗଲେ ଯେ, ଏପରିକି ସେମାନେ ନିଜ ନିଜ ‌‌ଖ‌ଡ଼୍‌ଗ ଆପଣା ସାଥୀ ସୈନ୍ୟ ବିରୁଦ୍ଧରେ ଉଠାଉଥିଲେ। 21 ଯେଉଁ ଏବ୍ରୀୟମାନେ ପଲେଷ୍ଟୀୟମାନଙ୍କ ଛାଉଣିରେ ସେବା କରୁଥିଲେ। ବର୍ତ୍ତମାନ ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକଙ୍କ ସହିତ ଯୋଗ ଦେଲେ। 22 ସେହି ଇସ୍ରାଏଲୀୟ ଯେଉଁ ସୈନ୍ୟମାନେ ଇଫ୍ରୟିମ ପର୍ବତମୟ ଅଞ୍ଚଳରେ ଲୁଚି ଥିଲେ, ସେମାନେ ମଧ୍ୟ ସମ୍ବାଦ ଶୁଣି ଯୁଦ୍ଧ କ୍ଷେତ୍ରରେ ପହଞ୍ଚିଲେ ଓ ପଲେଷ୍ଟୀୟଙ୍କୁ ଗୋଡ଼ାଇଲେ।

23 ଏହିପରି ସଦାପ୍ରଭୁ ସେଦିନ ଇସ୍ରାଏଲୀୟମାନଙ୍କୁ ରକ୍ଷା କଲେ। ବୈଥାବନ ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା। ପ୍ରତ୍ୟେକ ସୈନ୍ୟ ଶାଉଲଙ୍କ ସହିତ ଥିଲେ। ପ୍ରାୟ 10,000 ଲୋକ ଶାଉଲଙ୍କୁ ସାହାଯ୍ୟ କରୁଥିଲେ। ଇଫ୍ରୟିମ ପର୍ବତ ଦେଶର ସମସ୍ତ ସହରକୁ ଯୁଦ୍ଧ ବ୍ୟାପିଗଲା।

ଶାଉଲ ପୁନର୍ବାର ଏକ ଭୁଲ୍ କଲେ

24 କିନ୍ତୁ ଶାଉଲ ସେଦିନ ପୁଣି ଏକ ଭୁଲ୍ କଲେ। ଯେତେବେଳେ ସୈନ୍ୟମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ହେଲେ, ଶାଉଲ ସେମାନଙ୍କୁ, “ଯଦି କୌଣସି ଲୋକ ସନ୍ଧ୍ୟା ପୂର୍ବରୁ କିମ୍ବା ଶତ୍ରୁ ବିନାଶ କରିବା ପୂର୍ବରୁ ଖାଦ୍ୟ ଗ୍ରହଣ କରେ, ତେବେ ସେ ଦଣ୍ତିତ ହେବ।” ସେ ସେମାନଙ୍କୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ୟ କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।

25-26 ଯୁଦ୍ଧ ହେତୁ ଲୋକମାନେ ବଣକୁ ଆସିଲେ। ସେମାନେ ମୃତ୍ତିକା ଉପରେ ମହୁଫେଣା ଥିବାର ଦେଖିଲେ। ସେମାନେ ମହୁଫେଣା ପାଖକୁ ଗଲେ କିନ୍ତୁ ଖାଇଲେ ନାହିଁ। ସେମାନେ ସେମାନଙ୍କର ପ୍ରତିଜ୍ଞା ଭାଙ୍ଗିଯିବାରେ ଭୟଥିଲା 27 କିନ୍ତୁ ଯୋନାଥନ ପ୍ରତିଜ୍ଞା ବିଷୟରେ ଜାଣି ନ ଥିଲେ। ସେ ତାଙ୍କ ବାପା ଲୋକମାନଙ୍କୁ ପ୍ରତିଜ୍ଞା କରିବାକୁ ବାଧ୍ୟ କରିଥିବା କଥା ସେ ଜାଣି ନ ଥିଲେ। ଯୋନାଥନ ହାତରେ ବାଡ଼ି ଥିଲା, ସେ ବାଡ଼ିର ଅଗ୍ରଭାଗ ଦ୍ୱାରା କିଛି ମହୁ ବାହାର କରି ଆଣିଲେ ଏବଂ ଖାଇଲେ ଏବଂ ବହୁତ ଆଶ୍ୱସ୍ତ ବୋଧ କଲେ।

28 ଜଣେ ସୈନିକ ଯୋନାଥନକୁ କହିଲା, “ତୁମ୍ଭ ବାପା ସୈନ୍ୟମାନଙ୍କୁ ବାଧ୍ୟ କରିଛନ୍ତି ଯିଏ ଆଜି ଖାଇବ, ସେ ଦଣ୍ତିତ ହେବ। ତେଣୁ ଲୋକମାନେ ଖାଇ ନାହାନ୍ତି ଓ ଦୁର୍ବଳ ଅନୁଭବ କରୁଛନ୍ତି।”

29 ଯୋନାଥନ କହିଲେ, “ମୋ’ ବାପା ଏ ଦେଶକୁ ବହୁତ ସମସ୍ୟା ଆଣିଛନ୍ତି। ଦେଖ! ମୁଁ ଅଳ୍ପ ମହୁ ଖାଇ କିପରି ଆଶ୍ୱସ୍ତ ବୋଧ କରୁଛି। 30 ଯଦି ଆମ୍ଭେ ଲୁଣ୍ଠିତ ହୋଇଥିବା ଖାଦ୍ୟ ଖାଇଥା’ନ୍ତୁ କେତେ ଭଲ ହୋଇଥା’ନ୍ତା? ଆମ୍ଭେ ଅଧିକାଂଶ ପଲେଷ୍ଟୀୟଙ୍କୁ ହତ୍ୟା କରି ପାରିଥା’ନ୍ତୁ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 9:10-19

10 ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ୟ ଦମ୍ମେସକରେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନିୟ!”

ହନନିୟ କହିଲେ, “ପ୍ରଭୁ, ମୁଁ ଏଠାରେ ଅଛି।”

11 ପ୍ରଭୁ ତାହାଙ୍କୁ କହିଲେ, “ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ଯିହୂଦାଙ୍କ ଘରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ସନ୍ଧାନ ନିଅ। ଯେହେତୁ ସେ ପ୍ରାର୍ଥନା କରୁଅଛି। 12 ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।”

13 ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି। 14 ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।”

15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି। 16 ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।”

17 ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।” 18 ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା’ପରେ ସେ ଉଠି ବାପ୍ତିଜିତ ହେଲେ। 19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା।

ଦମ୍ମେସକରେ ଶାଉଲଙ୍କ ପ୍ରଗ୍ଭର

ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ।

ଲୂକ ଲିଖିତ ସୁସମାଗ୍ଭର 23:32-43

32 ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଦିଆଯିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆ ଯାଉଥିଲା। 33 ‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ।

34 ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।” [a]

ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ। 35 ଲୋକମାନେ ସେଠାରେ ଠିଆ ହୋଇ ଯୀଶୁଙ୍କୁ ଲକ୍ଷ୍ୟ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସେମାନେ କହୁଥିଲେ, “ଯଦି ସେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?”

36 ଏପରିକି ସୈନ୍ୟମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସେମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ। 37 ସୈନ୍ୟମାନେ କହିଲେ, “ତୁମ୍ଭେ ଯଦି ଯିହୂଦୀମାନଙ୍କର ରାଜା, ତେବେ ନିଜକୁ ରକ୍ଷା କର।” 38 କ୍ରୁଶରେ ଉପରି ଭାଗରେ ଲେଖା ଯାଇଥିଲା: “ ଏ ଯିହୂଦୀମାନଙ୍କର ରାଜା।”

39 ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦା କରି କହିବାକୁ ଲାଗିଲା, “ତୁମ୍ଭେ କ’ଣ ଖ୍ରୀଷ୍ଟ ନୁହଁ? ତେବେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ୟ ରକ୍ଷା କର।”

40 କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, “ତୁ କ’ଣ ପରମେଶ୍ୱରଙ୍କୁ ମଧ୍ୟ ଭୟ କରୁ ନାହୁଁ? ଆମ୍ଭେମାନେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ। 41 ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।” 42 ତା’ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”

43 ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ [b] ପ୍ରବେଶ କରିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center