Book of Common Prayer
ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।
63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
2 ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
3 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
4 ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
5 ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
6 ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
7 ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
8 ମୁଁ ତୁମ୍ଭଠାରେ ଲାଗିରହେ।
ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।
9 କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି।
କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ।
ସେମାନେ ନିଜ କବରରେ ମିଶି ଯିବେ।
10 ସେମାନଙ୍କୁ ଖଡ଼୍ଗରେ ହତ୍ୟା କରାଯିବ।
ସେମାନଙ୍କର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।
11 କିନ୍ତୁ ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ।
ଯେଉଁମାନେ ପରମେଶ୍ୱରଙ୍କ ନାମରେ ଶପଥ କରନ୍ତି, ସେମାନେ ଆନନ୍ଦିତ ହେବେ କାରଣ ମିଥ୍ୟାବାଦୀମାନଙ୍କର ମୁଖ ବନ୍ଦ ହୋଇଯିବ।
ଏକ ପ୍ରଶଂସାର ଗୀତ।
98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
ତାଙ୍କୁ ଆଉଥରେ ଗୌରବ ଆଣିଛି।
2 ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
3 ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
4 ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
5 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
6 ବଂଶୀ ବଜାଅ ଓ ତୂରୀ ଫୁଙ୍କ।
ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
7 ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
ସମସ୍ତେ ଗାନ କର।
8 ନଦନଦୀଗଣ କରତାଳି ଦିଅ!
ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
ବିଗ୍ଭର ଓ ନ୍ୟାୟ କରିବେ।
ଦାଉଦଙ୍କର ଏକ ଗୀତ।
103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
2 ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
3 ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
4 ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
5 ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
ଯୁବକ କରନ୍ତି।
6 ସଦାପ୍ରଭୁ ନ୍ୟାୟବାନ୍।
ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
7 ପରମେଶ୍ୱର ମୋଶାଙ୍କୁ ଆପଣା ପଥ
ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
9 ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ,
ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।
14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ।
ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।
15 ମଣିଷ ଜୀବନ ଘାସପରି।
ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।
16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ।
ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।
17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି,
ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ।
ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।
18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି,
ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।
19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି
ଏବଂ ସେ ସବୁଆଡ଼େ ଶାସନ କରନ୍ତି।
20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର!
ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।
21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର।
ତୁମ୍ଭେମାନେ ତାଙ୍କର ସେବକ ଅଟ।
ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।
22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।
7 ଲୋକମାନେ ଶାଉଲଙ୍କୁ କହିଲେ ଯେ ବର୍ତ୍ତମାନ ଦାଉଦ କିୟୀଲାରେ ଅଛନ୍ତି। ଶାଉଲ କହିଲେ, “ପରମେଶ୍ୱର ମୋ’ ହସ୍ତରେ ତାକୁ ରକ୍ଷା କରିଅଛନ୍ତି। ସେ ଦ୍ୱାର ଓ ଅର୍ଗଳ ବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ସେ ମଧ୍ୟ ନିଜେ ନିଜେ ଧରା ଦେଇଛି।” 8 ଶାଉଲ ତାଙ୍କର ସମସ୍ତ ସୈନ୍ୟମାନଙ୍କୁ ଏକତ୍ରିତ ହେବା ପାଇଁ ଆଦେଶ ଦେଲେ। ଏବଂ ସେମାନେ କିୟୀଲାରେ ଯାଇ ଦାଉଦ ଓ ତା’ର ଲୋକମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ହେଲେ।
9 ଦାଉଦ ଜାଣି ପାରିଲେ ଶାଉଲ ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିୟାଥରକୁ କହିଲେ, “ଏଠାକୁ ଏଫୋଦ ଆଣ।”
10 ତେଣୁ ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ମୁଁ ଶୁଣିବାକୁ ପାଇଲି ଯେ, ଶାଉଲ ମୋ’ ପାଇଁ କିୟୀଲାକୁ ଧ୍ୱଂସ କରିବାର ଯୋଜନା ପ୍ରସ୍ତୁତ କରିଛି। 11 ଶାଉଲ କ’ଣ କିୟୀଲାକୁ ଆସିବ? କିୟୀଲାର ଲୋକମାନେ କ’ଣ ମୋତେ ତାଙ୍କ ହାତରେ ସମର୍ପି ଦେବେ? ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ଏ କଥା ତୁମ୍ଭ ଦାସକୁ ଜଣାଅ।”
ତହିଁରେ ସଦାପ୍ରଭୁ ଉତ୍ତର ଦେଲେ, “ଶାଉଲ ଆସିବ।”
12 ଆଉଥରେ ଦାଉଦ ପଗ୍ଭରିଲେ, “କିୟୀଲାର ଲୋକମାନେ କ’ଣ ମୋତେ ଓ ମୋର ଲୋକମାନଙ୍କୁ ତାଙ୍କ ହସ୍ତରେ ଧରାଇ ଦେବେ?”
ସଦାପ୍ରଭୁ ଉତ୍ତର ଦେଲେ, “ହଁ ସେମାନେ କରିବେ।”
13 ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିୟୀଲା ପରିତ୍ୟାଗ କରି ଗ୍ଭଲିଗଲେ। ପ୍ରାୟ 600 ଲୋକ ଦାଉଦଙ୍କ ସାଥୀରେ ଗ୍ଭଲିଗଲେ। ଦାଉଦର ଲୋକମାନେ ଏଣେ ତେଣେ ବୁଲିବାକୁ ଲାଗିଲେ। ଶାଉଲ ଜାଣିଲେ ଦାଉଦ କିୟୀଲା ଛାଡ଼ି ପଳାୟନ କରିଛି। ତେଣୁ ଶାଉଲ ସେହି ସହରକୁ ଗଲେ ନାହିଁ।
ଶାଉଲ ଦାଉଦଙ୍କର ପିଛା କଲେ
14 ଦାଉଦ ମରୁଭୂମିକୁ ଗଲେ ଏବଂ ସେଠାରେ ଏକ ସୁରକ୍ଷିତ ସ୍ଥାନ ଭିତରେ ବାସ କଲେ। ସେ ମଧ୍ୟ ସୀଫର ପାର୍ବତ୍ୟମୟ ଦେଶରେ ବାସ କଲେ, ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, କିନ୍ତୁ ସଦାପ୍ରଭୁ ଦାଉଦଙ୍କୁ ଶାଉଲଙ୍କ ହାତରେ ଦେଲେ ନାହିଁ।
15 ଏହା ପରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କୁ ମାରିବା ପାଇଁ ବାହାରି ଆସିଛନ୍ତି। ସେହି ସମୟରେ ଦାଉଦ ସୀଫ ମରୁଭୂମିସ୍ଥ ହୋରେଶରେ ଥିଲେ। 16 ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କ ପାଖକୁ ଗଲେ। ତାଙ୍କୁ ପରମେଶ୍ୱରଙ୍କଠାରେ ଏକ ଦୃଢ଼ ବିଶ୍ୱାସ କରିବାରେ ସାହାଯ୍ୟ କଲେ। 17 ଯୋନାଥନ ଦାଉଦଙ୍କୁ କହିଲେ, “ଭୟ କର ନାହିଁ। ମୋର ପିତା ତୁମ୍ଭକୁ ମାରି ପାରିବେ ନାହିଁ। ତୁମ୍ଭେ ଇସ୍ରାଏଲର ରାଜା ହେବ। ଏବଂ ମୁଁ ତୁମ୍ଭର ଦ୍ୱିତୀୟ ହେବି। ଏହା ମଧ୍ୟ ମୋର ବାପା ଶାଉଲ ଜାଣନ୍ତି।”
18 ଏହା ପରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ଏକ ଚୁକ୍ତି କଲେ। ତେଣୁ ଦାଉଦ ହୋରେଶରେ ରହିଲେ ଏବଂ ଯୋନାଥନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।
ପରମେଶ୍ୱର ଧନ୍ୟ
33 ପରମେଶ୍ୱରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତି କିପରି ନିଅନ୍ତି କେହି ବୁଝାଇ ପାରିବ ନାହିଁ। 34 କେହିହେଲେ ପରମେଶ୍ୱରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁହେ:
“ପ୍ରଭୁଙ୍କର ମନକୁ କିଏ ଜାଣିଛି?
କିଏ ପରମେଶ୍ୱରଙ୍କୁ ପରାମର୍ଶ ଦେଇ ପାରିବ କି?” (A)
35 “କିଏ କେବେ ହେଲେ ପରମେଶ୍ୱରଙ୍କୁ କ’ଣ ବା ଦେଇଛି?
ଯେ ପରମେଶ୍ୱର ପ୍ରତ୍ୟୁପକାରରେ କିଛି ଦେବେ।” (B)
36 ପରମେଶ୍ୱର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।
ନିଜ ଜୀବନ ପ୍ରଭୁଙ୍କୁ ଅର୍ପଣ କର
12 ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ। 2 ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।
ତିନି ଜଣ ଗ୍ଭକରଙ୍କ ବିଷୟରେ କାହାଣୀ(A)
14 “ସ୍ୱର୍ଗରାଜ୍ୟ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସେହି ଲୋକ ଯିବା ପୂର୍ବରୁ ତା’ର ଗ୍ଭକରମାନଙ୍କୁ ଡାକି ତା’ର ଅନୁପସ୍ଥିତିରେ ସମସ୍ତ ସମ୍ପତ୍ତିର ଯତ୍ନ ନେବାକୁ କହିଲେ। 15 କେଉଁ ଗ୍ଭକର କେତେ ଦାୟିତ୍ୱ ନେଇ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣକୁ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଲେ। ଆଉ ଜଣକୁ ଦୁଇ ତୋଡ଼ା, ଓ ତୃତୀୟଙ୍କୁ ଗୋଟିଏ ତୋଡ଼ା ରୂପାଟଙ୍କା ଦେଲେ। ଗ୍ଭକରମାନଙ୍କର ସାମର୍ଥ୍ୟ ଅନୁସାରେ ସେମାନଙ୍କୁ କାମ ବାଣ୍ଟିଦେଇ ସେ ବୁଲିବାକୁ ଗ୍ଭଲିଗଲେ। 16 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ନେଇଥିଲା, ସେ ତୁରନ୍ତ ସେହି ଟଙ୍କାକୁ ବ୍ୟବସାୟରେ ଲଗାଇଦେଲା। ସେ ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ଲାଭକଲା। 17 ସେହିଭଳି ଯେଉଁ ଗ୍ଭକରଟି ଦୁଇ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମଧ୍ୟ ଟଙ୍କାକୁ ବ୍ୟବସାୟରେ ଲଗାଇ ଆଉ ଦୁଇ ତୋଡ଼ା ରୂପାଟଙ୍କା ଲାଭ କଲା। 18 କିନ୍ତୁ ଯେଉଁ ଲୋକଟି କେବଳ ଗୋଟିଏ ମାତ୍ର ତୋଡ଼ା ରୂପାଟଙ୍କା ପାଇଥିଲା, ସେ ଯାଇ ତା’ ମାଲିକର ଧନକୁ ନେଇ ମାଟିରେ ଗୋଟିଏ ଗାତ ଖୋଳି ସେଥିରେ ଲୁଗ୍ଭଇ ରଖିଲା।
19 “ବହୁତ ଦିନ ପରେ ମାଲିକ ଘରକୁ ଫେରି ଆସିଲେ। ସେ ଗ୍ଭକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କାରେ କ’ଣ କଲେ, ତାହା ସେମାନଙ୍କୁ ପଗ୍ଭରିଲେ। 20 ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦେଲା, ଗ୍ଭକରଟି କହିଲା ‘ଆପଣ ମୋତେ ପାଞ୍ଚ ତୋଡ଼ା ରୂପାଟଙ୍କା ଦେଇଥିଲେ। ମୁଁ ତା’ ଦ୍ୱାରା ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ରୋଜଗାର କରିଛି।’
21 “ମାଲିକ କହିଲେ, ‘ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ୱାସଯୋଗ୍ୟ ଲୋକ। ତୁମ୍ଭେ ଅଳ୍ପ ଟଙ୍କାରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ମୋ’ ଖୁସୀରେ ଭାଗୀ ହୁଅ।’
22 “ତା’ପରେ ଦୁଇ ତୋଡ଼ା ରୂପାଟଙ୍କା ପାଇଥିବା ଗ୍ଭକରଟି ମାଲିକ ପାଖକୁ ଆସିଲା। ଗ୍ଭକରଟି କହିଲା, ‘ଆପଣ ମୋତେ ଦୁଇ ତୋଡ଼ା ଟଙ୍କାର ଦାୟିତ୍ୱ ଦେଇଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ୟବହାର କରିଛି।’
23 “ମାଲିକ କହିଲେ, ‘ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭ ଉପରେ ବିଶ୍ୱାସ କରାଯାଇପାରେ। ଅଳ୍ପ ଟଙ୍କାରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାୟିତ୍ୱ ଦେବି। ଆସ, ମୋ’ ସହିତ ଖୁସୀରେ ଭାଗୀ ହୁଅ।’
24 “ତା’ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, ‘ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠୋର ବ୍ୟକ୍ତି। ରୋପଣ ନ କରି ମଧ୍ୟ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ୟ ଶସ୍ୟ ଏକାଠି କରନ୍ତି। 25 ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚେଇ ଦେଲି। ଆପଣ ମୋତେ ଦେଇଥିବା ତୋଡ଼ା ଟଙ୍କା ନିଅନ୍ତୁ।’
26 “ତା’ ମାଲିକ ତାକୁ କହିଲେ, ‘ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଗ୍ଭକର! ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନ ଥାଏ ସେଠାରେ ମଧ୍ୟ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନ ଥାଏ, ସେଠାରେ ଶସ୍ୟ ଏକାଠି କରେ। 27 ତେଣୁ ତୁମ୍ଭେ ମୋ’ ଟଙ୍କାକୁ ବ୍ୟାଙ୍କରେ ଜମା ରଖିଦେବା ଉଚିତ୍ ଥିଲା। ତା ହୋଇଥିଲେ ମୁଁ ଘରକୁ ଫେରିବା ପରେ ମୋ’ ଟଙ୍କା ଫେରି ପାଇଥା’ନ୍ତି। ତା’ ସହିତ ମୋ’ ଟଙ୍କାର ସୁଧ ମଧ୍ୟ ପାଇଥା’ନ୍ତି।’
28 “ତା’ପରେ ମାଲିକ ତାହାଙ୍କର ଅନ୍ୟ ଗ୍ଭକରମାନଙ୍କୁ କହିଲେ, ‘ସେହି ଗ୍ଭକରଠାରୁ ଟଙ୍କାର ଥଳିଟି ନେଇ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦେଇଦିଅ। 29 ଯେଉଁ ଲୋକ ନିଜ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ, ତାକୁ ବହୁତ ଅଧିକ ଦିଆଯିବ। ତାହାଙ୍କୁ ତାହାଙ୍କର ଆବଶ୍ୟକତାଠାରୁ ବହୁତ ବେଶୀ ଦିଆଯିବ। କିନ୍ତୁ ଯେଉଁ ଲୋକ ତା’ ପାଖରେ ଥିବା ଜିନିଷର ଉପଯୁକ୍ତ ବ୍ୟବହାର କରେ ନାହିଁ, ତା’ଠାରୁ ଯାହାକିଛି ଅଛି, ସବୁକିଛି ଛଡ଼େଇ ନିଆଯିବ।’ 30 ତା’ପରେ ମାଲିକ କହିଲେ, ‘ସେ ଅଦରକାରୀ ଗ୍ଭକରକୁ ବାହାରେ ଅନ୍ଧକାରରେ ପକେଇ ଦିଅ। ସେଠାରେ ଲୋକମାନେ କାନ୍ଦିବେ ଏବଂ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରିବେ।’
2010 by World Bible Translation Center