Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 55

ପ୍ରଧାନ ବାଦ୍ୟକର ପାଇଁ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍।

55 ହେ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
    ମୋର କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
ଦୟାକରି ମୋର କଥା ଶୁଣ ଓ ମୋତେ ଉତ୍ତର ଦିଅ।
    ମୋତେ ତୁମ୍ଭକୁ କହିବାକୁ ଦିଅ ଏବଂ ମୁଁ ତୁମ୍ଭଙ୍କୁ କହିବି, ଯାହା ମୋତେ ବ୍ୟତିବ୍ୟସ୍ତ କରେ।
ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ।
    ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ।
ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ।
    ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।
ମୋ’ ଅନ୍ତରରେ ମୋର ହୃଦୟ ଅତ୍ୟନ୍ତ ବିଦୀର୍ଣ୍ଣ ହେଉଅଛି।
    ମୁଁ ମୃତ୍ୟୁକୁ ବହୁତ ଭୟ କରୁଛି।
ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି,
    ଆଉ ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
ଆଃ, ଯେବେ କପୋତ ପରି ମୋର ପକ୍ଷ ଥା’ନ୍ତା
    ତେବେ ମୁଁ ଉଡ଼ିଯାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।
    ଦେଖ! ତେବେ ମୁଁ ଦୂରରୁ ଭ୍ରମଣ କରି ମରୁଭୂମି ମଧ୍ୟକୁ ପଳାନ୍ତି।

ମୁଁ ପ୍ରବଳ ବାୟୁ ଓ ତୋଫାନ ମଧ୍ୟରୁ ତରବର ହୋଇ
    ଏକ ନିରାପଦ ସ୍ଥାନକୁ ପଲାୟନ କରନ୍ତି।
ହେ ମୋର ପ୍ରଭୁ, ସେମାନଙ୍କୁ ବିନାଶ କର।
    ସେମାନଙ୍କର ବକ୍ତୃତାକୁ ପଣ୍ଡ କର।
    ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଛି।
10 ନଗରରେ ଦିନରାତି, ପ୍ରତ୍ୟେକ ପଡ଼ୋଶୀମାନଙ୍କଠାରେ
    ଦୋଷ ଓ ଅସଭ୍ୟତା ପୁରି ରହିଛି।
11 ଅପରାଧ ସବୁଠାରେ ପ୍ରଚଳିତ ଅଛି।
    ଅରାଜକତା ଓ ପ୍ରତାରଣା ସର୍ବସାଧାରଣ ସ୍ଥାନ କେବେ ଛାଡ଼ି ନାହିଁ।

12 ଯଦି କୌଣସି ଶତ୍ରୁ ମୋତେ ତିରସ୍କାର କଲା,
    ମୁଁ ସହନ୍ତି।
ଯଦି ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରନ୍ତି,
    ମୁଁ ତାଙ୍କଠାରୁ ନିଜକୁ ଲୁଗ୍ଭନ୍ତି।
13 କିନ୍ତୁ ତୁମ୍ଭେ ମୋର ସହଯୋଗୀ,
    ସହପାଠୀ ଓ ସାଙ୍ଗ, ଯିଏ ଏହା କରନ୍ତି।
14 ଆମ୍ଭେମାନେ ଏକତ୍ର ଗୁପ୍ତ ମନ୍ତ୍ରଣା କଲୁ।
    ଆମ୍ଭେମାନେ ଲୋକମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ମନ୍ଦିରକୁ ଗଲୁ।

15 ମୁଁ ଇଚ୍ଛା କରେ ଯେ, ମୃତ୍ୟୁ ମୋର ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ,
    ମୁଁ ଇଚ୍ଛାକରେ ପୃଥିବୀ ଖୋଲି ହୋଇଯାଉ ଓ ସେମାନଙ୍କୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ।
    କାରଣ ସେମାନଙ୍କର ବାସସ୍ଥାନରେ ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।

16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
    ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।
17 ମୁଁ ସନ୍ଧ୍ୟା, ସକାଳେ ଓ ମଧ୍ୟାହ୍ନରେ ପରମେଶ୍ୱରଙ୍କୁ କଥା କୁହେ।
    ମୁଁ ତାଙ୍କୁ କୁହେ, ମୋତେ କ’ଣ ବ୍ୟସ୍ତ କରୁଅଛି ଏବଂ ସେ ମୋର କଥା ଶୁଣନ୍ତି!
18 ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି,
    ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
19 ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି,
    ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ।

20 ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ।
    ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
21 ମୋର ଶତ୍ରୁ ତା’ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା’ର ପ୍ରତିଜ୍ଞା ଭଙ୍ଗ କରେ।
    ତା’ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚି‌କ୍‌କଣ।
କିନ୍ତୁ ତା ହୃଦୟରେ ଘୃଣା ଅଛି।
    ତା’ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖ‌ଡ଼୍‌ଗ ତୁଲ୍ୟ କାଟନ୍ତି।

22 ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ,
    ତହିଁରେ ସେ ତୁମ୍ଭର ଯତ୍ନ ନେବେ।
    ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।

23 ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ
    ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି!
ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।

ଗୀତସଂହିତା 138:1-139:23

ଦାଉଦଙ୍କର ଗୀତ

138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
    ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
    ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
    ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
    ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।

ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
    ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
    କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
    କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
    ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
    ଯଦି ମୋର ଶତ୍ରୁଗଣ ତେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
    ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
    ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
    ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
    ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
    ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
    ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
    ମୁଁ କ’ଣ କହିବାକୁ ଯାଉଛି।
ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
    ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
    ମୁଁ ତାକୁ ବୁଝିପାରେ ନାହିଁ।
ମୁଁ ଯୁଆଡ଼େ ଯାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ।
    ମୁଁ ତୁମ୍ଭର ଉପସ୍ଥିତିରୁ ଖସିଯାଇ ପାରିବି ନାହିଁ।
ହେ ସଦାପ୍ରଭୁ, ଯଦି ମୁଁ ସ୍ୱର୍ଗକୁ ଯାଏ ତେବେ ତୁମ୍ଭେ ସେଠାରେ ଥାଅ।
    ଯଦି ମୁଁ ପାତାଳକୁ ଯାଏ, ତେବେ ସେଠାରେ ମଧ୍ୟ ତୁମ୍ଭେ ଅଛ।
ସଦାପ୍ରଭୁ, ମୁଁ ଯଦି ପୂର୍ବକୁ ଯାଏ ଯେଉଁଠାରେ ସୂର୍ଯ୍ୟ ଉଦୟ ହେଉଅଛି।
    ଯଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ଯାଏ,
10 ସେଠାରେ ମଧ୍ୟ ତୁମ୍ଭର ହସ୍ତ ମୋତେ ଆଗକୁ ନେଇଥା’ନ୍ତା
    ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମୋତେ ଧରିଥା’ନ୍ତା।

11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁହେ,
    “ଯଦି ରାତ୍ରି ଦିନରେ ପରିଣତ ହେଲା ତେବେ ଅନ୍ଧକାର ନିଶ୍ଚିତ ଭାବରେ
    ମୋତେ ଆଚ୍ଛାଦନ କରିବ।”
12 କିନ୍ତୁ ସଦାପ୍ରଭୁ, ଏପରିକି ଅନ୍ଧକାର ତୁମ୍ଭ ପାଇଁ ଅନ୍ଧକାର ନୁହେଁ।
    ରାତ୍ରି ହେଉଛି ଦିନ ଭଳି ଉଜ୍ଜ୍ୱଳ।
    ଅନ୍ଧକାର ଏବଂ ଉଜ୍ଜ୍ୱଳ ହେଉଛି ତୁମ୍ଭ ପାଇଁ ସମାନ।
13 ସଦାପ୍ରଭୁ ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
    ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
    ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅ‌ଦ୍‌ଭୂତ ଅଟେ।

15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
    ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
    ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ। [a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
    ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା’ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
    କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା’ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।

19 ହେ ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କୁ ହତ୍ୟା କର।
    ହେ ହତ୍ୟାକାରୀଗଣ, ମୋ’ଠାରୁ ତୁମ୍ଭେ ଦୂରେଇ ଯାଅ।
20 ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିଷୟରେ ଖରାପ ମନ୍ତବ୍ୟ ଦେଉଛନ୍ତି।
    ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ୟବହାର କରନ୍ତି।
21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ।
    ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ।
22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ।
    ତୁମ୍ଭର ଶତ୍ରୁ ମଧ୍ୟ ମୋର ଶତ୍ରୁ ଅଟନ୍ତି।
23 ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼।
    ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 1:1-16

ଦାଉଦ ଶାଉଲଙ୍କର ମୃତ୍ୟୁ ବିଷୟରେ ଜାଣିବାକୁ ପାଇଲେ

ଅମାଲେକୀୟମାନଙ୍କୁ ମାରିସାରିବା ପରେ ଦାଉଦ ସିକ୍ଳ‌ଗ୍‌କୁ ଫେରି ଆସିଲେ। ଏହା ଠିକ୍ ଶାଉଲଙ୍କର ମୃତ୍ୟୁ ପରେ ପରେ, ଦାଉଦ ସେଠାରେ ମାତ୍ର ଦୁଇ ଦିନ ରହିଲେ। ତା’ପରେ ତୃତୀୟ ଦିନ ଶାଉଲଙ୍କର ଛାଉଣିରୁ ଜଣେ ସୈନ୍ୟ ସିକ୍ଳ‌ଗ୍‌କୁ ଆସିଲା। ସେ ଲୋକଟି ଅତ୍ୟନ୍ତ ଦୁଃଖିତ ଥିଲା। ତା’ର ବସ୍ତ୍ର ଚିରି ଯାଇଥିଲା ଏବଂ ତା’ ମୁଣ୍ଡରେ ମାଟି ବୋଳି ହୋଇଥିଲା। ଉକ୍ତ ଲୋକ ଜଣକ ଦାଉଦଙ୍କ ପାଖକୁ ଆସି ଭୂମିଷ୍ଠ ପ୍ରଣାମ କଲା।

ଦାଉଦ ତାଙ୍କୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?”

ସେ ଲୋକଟି ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଇସ୍ରାଏଲୀୟ ଛାଉଣିରୁ ପଳାଇ ଆସିଛି।”

ଦାଉଦ ସେହି ଲୋକଟିକୁ ପଗ୍ଭରିଲେ, “ଏ ଯୁଦ୍ଧରେ କିଏ ଜିତିଲା?”

ଲୋକଟି ଉତ୍ତରରେ କହିଲା, “ଆମ୍ଭର ଲୋକମାନେ ଯୁଦ୍ଧ କ୍ଷେତ୍ରରୁ ପଳାୟନ କଲେ, ବହୁତ ଲୋକ ଯୁଦ୍ଧରେ ମୃତ୍ୟୁବରଣ କଲେ, ଏପରିକି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମୃତ୍ୟୁବରଣ କଲେ।”

ଦାଉଦ ସେହି ଯୁବ ସୈନିକକୁ ପଗ୍ଭରିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମୃତ୍ୟୁବରଣ କଲେ ବୋଲି ତୁମ୍ଭେ କିପରି ଜାଣିଲ?”

ଯୁବକ ଜଣକ କହିଲା, “ମୁଁ ଯେତେବେଳେ ଗି‌ଲ୍‌ବୋୟ ପର୍ବତ ଉପରେ ଥିଲି, ମୁଁ ଦେଖିଲି, ଶାଉଲ ନିଜର ବର୍ଚ୍ଛା ଉପରେ ଆଉଜିଛନ୍ତି ଏବଂ ପଲେଷ୍ଟୀୟ ରଥସବୁ ଓ ଅଶ୍ୱାରୋହୀମାନେ ତାଙ୍କର ପାଖକୁ ଆସୁଛନ୍ତି।” ଶାଉଲ ପଛକୁ ଗ୍ଭହିଁ ମୋତେ ଦେଖିଲେ ଓ ଡାକିଲେ, ମୁଁ ମଧ୍ୟ ଉତ୍ତର ଦେଲି। ଶାଉଲ ମୋତେ ପଗ୍ଭରିଲେ, ତୁମ୍ଭେ କିଏ? ମୁଁ ଉତ୍ତର ଦେଲି ମୁଁ ଜଣେ ଅମାଲେକୀୟ ଲୋକ। ତା’ପରେ ଶାଉଲ କହିଲେ, ‘ତୁମ୍ଭେ ମୋତେ ହତ୍ୟା କର। କାରଣ ମୁଁ ବଡ଼ ଯନ୍ତ୍ରଣା ପାଉଛି। ତଥାପି ମୋ’ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’ 10 ସେ ଗଭୀର ଭାବରେ ଆହତ ହୋଇଥିଲେ। ମୁଁ ଜାଣିଲି ସେ ବଞ୍ଚିବେ ନାହିଁ, ତେଣୁ ମୁଁ ତାଙ୍କୁ ମାରିଦେଲି, ତା’ପରେ ମୁଁ ତାଙ୍କ ମୁଣ୍ଡରୁ ମୁକୁଟ ଓ ବାହୁରୁ ବାଜୁ କାଢ଼ିଲି, ଏବଂ ମୁଁ ମୋର ପ୍ରଭୁଙ୍କ ନିକଟକୁ ନେଇ ଆସିଲି।”

11 ତା’ପରେ ଦାଉଦ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲେ, ଏବଂ ଦାଉଦଙ୍କ ନିକଟରେ ଥିବା ସମସ୍ତ ଲୋକ ମଧ୍ୟ ଦାଉଦଙ୍କ ପରି କଲେ। 12 ସେମାନେ ଦୁଃଖରେ କାନ୍ଦିଲେ ଏବଂ ସେମାନେ ମଧ୍ୟ ଦିନସାରା କିଛି ଖାଇଲେ ନାହିଁ। ସେମାନେ ଏପରି କଲେ କାରଣ ଯୋନାଥନ ଓ ଶାଉଲ ମୃତ୍ୟୁବରଣ କଲେ ଏବଂ ସଦାପ୍ରଭୁଙ୍କର ବହୁତ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧରେ ହତ ହେଲେ। ତେଣୁ ସେମାନେ କାନ୍ଦିଲେ ଓ ଶୋକ ପାଳନ କଲେ।

ଦାଉଦ ଅମାଲେକୀୟ ଯୁବକକୁ ମାରିବାକୁ ଆଦେଶ ଦେଲେ

13 ତା’ପରେ, ଦାଉଦ ସେହି ଯୁବକ ସହିତ କଥା ହେଲେ, ଯିଏ ତାଙ୍କୁ ଶାଉଲଙ୍କର ମୃତ୍ୟୁ ବିଷୟରେ କହିଥିଲା ଏବଂ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?”

ସେ ଉତ୍ତର ଦେଲା, “ମୁଁ ଜଣେ ବିଦେଶୀର ପୁତ୍ର। ମୁଁ ଜଣେ ଅମାଲେକୀୟ।”

14 ତା’ପରେ ଦାଉଦ ତାକୁ ପଗ୍ଭରିଲେ, “ତୁମ୍ଭେ କିପରି ସାହସ କଲ ଓ ସଦାପ୍ରଭୁଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ହତ୍ୟା କରିବା ପାଇଁ ଭୟ କଲ ନାହିଁ।”

15-16 ଦାଉଦ ଅମାଲେକୀୟଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ମୃତ୍ୟୁ ପାଇଁ ଦାୟୀ, ତୁମ୍ଭେ ନିଜେ କହୁଛ ଯେ ସଦାପ୍ରଭୁଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ତୁମ୍ଭେ ହତ୍ୟା କରିଛ ବୋଲି। ତେଣୁ ତୁମ୍ଭେ ଦୋଷୀ।” ଦାଉଦ ତାଙ୍କର ଜଣେ ଦାସଙ୍କୁ ଆଦେଶ ଦେଲେ, ତୁମ୍ଭେ ଏହି ଅମାଲେକୀୟଙ୍କୁ ହତ୍ୟା କର। ତେଣୁ ସେ ଏହି ଅମାଲେକୀୟଙ୍କୁ ହତ୍ୟା କଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 15:22-35

ଅଣଯିହୂଦୀ ବିଶ୍ୱାସୀମାନଙ୍କୁ ପତ୍ର

22 ଏହା ପରେ ପ୍ରେରିତ, ପ୍ରାଚୀନ ଓ ସମଗ୍ର ମଣ୍ଡଳୀ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ବାଛିଲେ। ସେମାନ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କ ସହିତ ସେମାନଙ୍କୁ ଆନ୍ତିୟଖିଆକୁ ପଠାଇବା ପାଇଁ ସ୍ଥିର କଲେ। ସେମାନେ ଯିହୂଦା ଯାହାଙ୍କର ଅନ୍ୟ ନାମ ଥିଲା, ବର୍ଣ୍ଣ‌ବ୍‌‌ବା ଓ ଶୀଲାଙ୍କୁ ବାଛିଲେ। ଏହିମାନେ ଭାଇମାନଙ୍କ ମଧ୍ୟରେ ନେତା ଥିଲେ। 23 ସେମାନେ ତାହାଙ୍କ ହାତରେ ଏହି ଚିଠିଟି ଦେଲେ:

ଆନ୍ତିୟଖିଆ, ସୁରିଆ, କିଲିକିଆସ୍ଥ ଅନ୍ୟଜାତୀୟ ବିଶ୍ୱାସୀ ଭାଇମାନଙ୍କୁ

ପ୍ରେରିତ, ପ୍ରାଚୀନ ଓ ଅନ୍ୟ ଭାଇମାନଙ୍କର ନମସ୍କାର।

24 ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତେକ ଲୋକ ଆମ୍ଭଠାରୁ ଆଦେଶ ନ ପାଇ ତୁମ୍ଭମାନଙ୍କୁ ସେମାନଙ୍କ କଥା ଦ୍ୱାରା ଅସୁବିଧାରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ୟତିବ୍ୟସ୍ତ କରୁଛନ୍ତି। 25 ସେଥିପାଇଁ ଆମ୍ଭେ ଏକମତ ଓ ସ୍ଥିର ହୋଇ କେତେକ ଲୋକଙ୍କୁ ବାଛିଛୁ। ଆମ୍ଭେ ସେମାନଙ୍କୁ ଆମ୍ଭର ପ୍ରିୟ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କ ସହିତ ପଠାଇବୁ। 26 ବର୍ଣ୍ଣ‌ବ୍‌‌ବା ଓ ପାଉଲ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ପାଇଁ ସେମାନଙ୍କର ଜୀବନକୁ ଉତ୍ସର୍ଗ କରିଛନ୍ତି। 27 ସେଥିପାଇଁ ଆମ୍ଭେ ଯିହୂଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଲୁ। ସେମାନେ ତୁମ୍ଭମାନଙ୍କୁ ମୌଖିକ ଭାବେ ମଧ୍ୟ ଏହିସବୁ କଥା କହିବେ। 28 ପବିତ୍ରଆତ୍ମା ଓ ଆମ୍ଭମାନଙ୍କୁ ଏହା ଉଚିତ୍ ମନେ ହେଲା ଯେ, ତୁମ୍ଭେମାନେ ଏହି କେତୋଟି ବିଷୟ ଛଡ଼ା ଆଉ ଅଧିକ ବୋଝରେ ଭାରାକ୍ରାନ୍ତ ହେବା ଠିକ୍ ନୁହେଁ। ତେଣୁ ଏହି କେତୋଟି ଆବଶ୍ୟକୀୟ ବିଷୟ ଗୁଡ଼ିକ ତୁମ୍ଭେମାନେ କରିବ:

29 ତୁମ୍ଭେମାନେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ।

ତୁମ୍ଭେମାନେ ରକ୍ତ ଖାଇବ ନାହିଁ। ତଣ୍ଟି ଚିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭେମାନେ ଖାଇବ ନାହିଁ।

ତୁମ୍ଭେମାନେ ଯୌନ ପାପସବୁ କରିବ ନାହିଁ।

ଯଦି ତୁମ୍ଭେମାନେ ଏସବୁ ଜିନିଷଠାରୁ ନିଜକୁ ଅଲଗା ରଖିବ, ତେବେ ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କରିବ।

ବିଦାୟ।

30 ତା’ପରେ ବର୍ଣ୍ଣ‌ବ୍‌‌ବା, ପାଉଲ, ଯିହୂଦା ଓ ଶୀଲା ଯିରୁଶାଲମରୁ ଆନ୍ତିୟଖିଆକୁ ଯାତ୍ରା କଲେ। ସେଠାରେ ସେମାନେ ଏକାଠି ହୋଇଥିବା ବିଶ୍ୱାସୀମାନଙ୍କୁ ପତ୍ର ଦେଲେ। । 31 ଆନ୍ତିୟଖିଆର ବିଶ୍ୱାସୀମାନେ ଏ ପତ୍ର ପଢ଼ି ଆନନ୍ଦିତ ହେଲେ। କାରଣ ଏହା ସେମାନଙ୍କୁ ଅନ୍ୟନ୍ତ ଉତ୍ସାହିତ କରିଥିଲା। 32 ଯିହୂଦା ଓ ଶୀଲା ଦୁହେଁ ମଧ୍ୟ ଭାବବାଦୀ ଥିଲେ। ସେମାନେ ଭାଇମାନଙ୍କୁ ଉତ୍ସାହ ଦେଇ ଅନେକ କଥା କହିଲେ ଓ ସେମାନଙ୍କୁ ଶକ୍ତିଯୁକ୍ତ କଲେ। 33 ସେଠାରେ କିଛି ଦିନ ରହିବାପରେ ଯେଉଁମାନେ ସେମାନଙ୍କୁ ପଠାଇଥିଲେ, ଯିରୁଶାଲମର ସେହି ଭାଇମାନଙ୍କ ପାଖକୁ ଫେରି ଯିବା ପାଇଁ ଶାନ୍ତିରେ ବିଦାୟ ଦେଲେ। 34 [a]

35 କିନ୍ତୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ଆନ୍ତିୟଖିଆରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସେମାନେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ୟ ଶିକ୍ଷା ଦେଲେ ଏବଂ ସୁସମାଗ୍ଭର ପ୍ରଗ୍ଭର କଲେ।

ମାର୍କ ଲିଖିତ ସୁସମାଗ୍ଭର 6:1-13

ଯୀଶୁ ନିଜ ଜନ୍ମ ସହରକୁ ଗଲେ(A)

ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ। ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା? ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।

ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।” ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ। ଏ ଲୋକମାନଙ୍କର କୌଣସି ବିଶ୍ୱାସ ନ ଥିବାରୁ ଯୀଶୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତା’ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସେଠାରେ ଶିକ୍ଷା ଦେବାକୁ ଲାଗିଲେ।

ଯୀଶୁ ତାଙ୍କର ପ୍ରେରିତମାନଙ୍କୁ କର୍ତ୍ତବ୍ୟ ସମାପନ ପାଇଁ ପଠାଇଲେ(B)

ଯୀଶୁ ବାରଜଣ ଶିଷ୍ୟଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଦୁଇ ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସେମାନଙ୍କୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ। ସେ ଶିଷ୍ୟମାନଙ୍କୁ ନିର୍ଦ୍ଦେଶ ଦେଲେ, “ତୁମ୍ଭେ ଯାତ୍ରା କାଳରେ ବାଡ଼ିଟିଏ ଛଡ଼ା ଆଉ କିଛି ନେବ ନାହିଁ। ରୋଟୀ, ଝୁଲା କି ପକେଟରେ କିଛି ହେଲେ ଟଙ୍କା ମଧ୍ୟ ନେବ ନାହିଁ। ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କେବଳ ପିନ୍ଧିଥିବା ଲୁଗାପଟା ଛଡ଼ା କୌଣସି ଅଧିକ ଲୁଗାପଟା ନେବ ନାହିଁ। 10 କୌଣସି ଘରେ ପ୍ରବେଶ କଲେ ସେ ସହର ଛାଡ଼ି ଗ୍ଭଲିଯିବା ପର୍ଯ୍ୟନ୍ତ ସେହି ଘରେ ରହିବ। 11 ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।”

12 ଶିଷ୍ୟମାନେ ସେଠାରୁ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ। ସେମାନେ ଘୋଷଣା କଲେ ଯେ, ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ। 13 ସେମାନେ ଲୋକଙ୍କ ଦେହରୁ ଅନେକ ଭୂତଙ୍କୁ ତଡ଼ିଦେଲେ। ସେମାନେ ଅନେକ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରିଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center