Book of Common Prayer
ମେମ୍
97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ତାହା ମୁଁ ଦିନସାରା ଭାବେ।
98 ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି।
ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
99 ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍।
କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶ ରକ୍ଷା କରେ।
101 ସଦାପ୍ରଭୁ, ପ୍ରତ୍ୟେକ କୁପଥଠାରୁ ମୁଁ ଦୂରେଇ ରହିବି,
ଯେପରିକି ମୁଁ ତୁମ୍ଭର ବାକ୍ୟ ରକ୍ଷା କରି ପାରିବି।
102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ,
କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।
103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ
ମହୁଠାରୁ ଅଧିକ ମଧୁର ଲାଗେ।
104 ତୁମ୍ଭର ଶିକ୍ଷା ମୋତେ ବୁଦ୍ଧିମାନ କରେ।
ତେଣୁ ମୁଁ ସବୁ ମିଥ୍ୟା ଶିକ୍ଷାକୁ ଘୃଣା କରେ।
ନୂନ୍
105 ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ,
ଓ ମୋର ପଥ ପାଇଁ ଆଲୋକ ଅଟେ।
106 ତୁମ୍ଭର ବିଗ୍ଭର ଉତ୍ତମ
ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
107 ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି।
ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
108 ସଦାପ୍ରଭୁ, ମୋର ପ୍ରଶଂସା ଗ୍ରହଣ କର।
ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
109 ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ,
କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
110 ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
111 ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି।
ଏହା ମୋତେ ବହୁ ଆନନ୍ଦ ଦିଏ।
112 ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି,
ତାହା ମୋର ପୁରସ୍କାର ହେବ।
ସାମକ୍
113 ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି, ମୁଁ ସେମାନଙ୍କୁ ଘୃଣା କରେ।
କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
114 ତୁମ୍ଭେ ହେଉଛ ମୋର ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ୟକ୍ତି।
ମୁଁ ତୁମ୍ଭ ବାକ୍ୟରେ ସର୍ବଦା ଭରସା କରେ।
115 ମନ୍ଦ ଲୋକମାନେ, ମୋ’ ନିକଟକୁ ଆସନ୍ତି ନାହିଁ,
ଯେପରିକି ମୁଁ ମୋର ପରମେଶ୍ୱରଙ୍କର ଆଜ୍ଞାମାନ ପାଳନ କରି ପାରିବି।
116 ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ମନୋନୀତ କଲ, ଯେପରି ମୁଁ ବଞ୍ଚିପାରିବି।
ମୁଁ ତୁମ୍ଭ ଉପରେ ଭରସା ରଖେ, ମୋତେ ହତୋତ୍ସାହ କର ନାହିଁ।
117 ମୋର ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହେବି।
ମୁଁ ସର୍ବଦା ତୁମ୍ଭର ନିୟମ ମାନିବି।
118 ସଦାପ୍ରଭୁ ଯେଉଁମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରେଇ ଯାଆନ୍ତି ତୁମ୍ଭେ ତାଙ୍କୁ ଗ୍ରହଣ କର ନାହିଁ।
କାରଣ ସେମାନେ ମିଥ୍ୟାବାଦୀ ଏବଂ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
119 ହେ ସଦାପ୍ରଭୁ, ପୃଥିବୀର ଦୁଷ୍ଟଗଣଙ୍କୁ ତୁମ୍ଭେ ଆବର୍ଜ୍ଜନା ପରି ଫିଙ୍ଗିଦିଅ।
ଯେପରି ମୁଁ ତୁମ୍ଭର ନିୟମକୁ ସ୍ନେହ କରିବି।
120 ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ।
ମୁଁ ତୁମ୍ଭର ବ୍ୟବସ୍ଥାକୁ ଭୟ କରେ ଓ ସମ୍ମାନ କରେ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ।
81 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର।
ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 ଗୀତ ଆରମ୍ଭ କର
ଓ ଦାରା ବଜାଅ,
ନେବଲ ସହିତ ସୁମଧୁର ବୀଣାରେ ସ୍ୱର ବାହାର କର।
3 ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ।
ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
4 କାରଣ ଏହା ଇସ୍ରାଏଲ ପାଇଁ ନିୟମ।
ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।
5 ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ।
ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ,
ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।
6 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ।
ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।
7 ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ।
ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ।
ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।”
8 “ହେ ଆମ୍ଭର ଲୋକମାନେ, ଆମ୍ଭର କଥା ଶୁଣ,
ହେ ଇସ୍ରାଏଲ, ଆମ୍ଭର କଥା ଶୁଣ! ଆମ୍ଭେ ତୁମ୍ଭକୁ ସତର୍କ କରୁଛୁ।
9 ତୁମ୍ଭେମାନେ ଅନ୍ୟ କୌଣସି ଦେବତାକୁ ପୂଜା କରିବ ନାହିଁ।
ଯାହାକୁ ବିଦେଶୀମାନେ ପୂଜା କରୁଛନ୍ତି।
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,
ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ।
ତୁମ୍ଭର ମୁଖ ବଡ଼ କରି ଖୋଲ,
ଆମ୍ଭେ ଖୁଆଇ ଦେବା।
11 “କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ।
ଇସ୍ରାଏଲବାସୀ ଆମ୍ଭର କଥା ମାନିଲେ ନାହିଁ।
12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ।
ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ।
13 ଭଲହୁଅନ୍ତା, ଯଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥା’ନ୍ତେ
ଓ ଇସ୍ରାଏଲବାସୀ ଆମ୍ଭେ ଗ୍ଭହିଁଥିବା ଅନୁସାରେ ରହିଥା’ନ୍ତେ?
14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା।
ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା।
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ଭୟରେ ଥରିବେ।
ସେମାନଙ୍କର ଦଣ୍ଡ ଚିରଦିନ ଧରି ରହିବ ଓ ସର୍ବଦା ଦଣ୍ଡ ପାଇବେ।
16 ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା।
ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦେଇ ସନ୍ତୁଷ୍ଟ କରିବା।”
ଆସଫର ଗୀତ।
82 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି।
ସେ ବିଗ୍ଭରକର୍ତ୍ତାମାନଙ୍କ ମଧ୍ୟରେ ବିଗ୍ଭର କରନ୍ତି।
2 ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ?
ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?”
3 “ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର।
ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।
4 ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର।
ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ରକ୍ଷା କର।
5 “ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ
କିଅବା ବୁଝନ୍ତି ନାହିଁ।
ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି।
ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।”
6 ମୁଁ (ପରମେଶ୍ୱର) କହିଲି,
“ତୁମ୍ଭେମାନେ ଈଶ୍ୱରଗଣ ଓ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ।
7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ।
ତୁମ୍ଭେ ରାଜକୁମାର ପରି ମୃତ୍ୟୁବରଣ କରିବ।”
8 ହେ ପରମେଶ୍ୱର, ଉଠ! ପୃଥିବୀର ବିଗ୍ଭର କର!
ସମସ୍ତ ଜାତିଗଣ ତୁମ୍ଭର ଅଟେ।
ଶାଉଲଙ୍କର ପରିବାର ପ୍ରତି ଦାଉଦଙ୍କର ଦୟା
9 ଦାଉଦ ପଗ୍ଭରିଲେ, “ଆଉ ଶାଉଲ ପରିବାରର କୌଣସି ଲୋକ ରହିଲେ କି? ମୁଁ ସେମାନଙ୍କ ଉପରେ ଦୟା କରିବାକୁ ଗ୍ଭହେଁ। ମୁଁ ଏ ସବୁ ଯୋନାଥନଙ୍କ ପାଇଁ କରିବାକୁ ଗ୍ଭହୁଁଛି।”
2 ସୀବଃ ନାମକ ଏକ ଗ୍ଭକର ଶାଉଲ ପରିବାରର ଥିଲା। ସେ ଦାଉଦଙ୍କ ସମ୍ମୁଖକୁ ଡକା ହୋଇଥିଲା। ଏବଂ ରାଜା ପଗ୍ଭରିଲେ, “ତୁମ୍ଭେ କ’ଣ ସୀବଃ?”
ସେ ଉତ୍ତର ଦେଇ କହିଲା, “ହଁ ଆଜ୍ଞା, ମୁଁ ଆପଣଙ୍କର ଦାସ ସୀବଃ।”
3 ରାଜା କହିଲେ, “ଆଉ ଶାଉଲ ପରିବାରର କେହି ଅଛନ୍ତି କି? ପରମେଶ୍ୱରଙ୍କର ଦୟା ସେମାନଙ୍କୁ ଦେବାକୁ ଗ୍ଭହୁଁଛି।”
ସୀବଃ ରାଜା ଦାଉଦକୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ମଧ୍ୟ ବଞ୍ଚିଛି। ସେ ଛୋଟା ଅଟେ।”
4 ରାଜା ଦାଉଦ ସୀବଃଙ୍କୁ କହିଲେ, “ସେ ପୁତ୍ର କେଉଁଠାରେ ଅଛି?”
“ସେ ପୁତ୍ର ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଘରେ ଅଛି।”
5 ଯୋନାଥନର ପୁତ୍ରକୁ ଆଣିବା ପାଇଁ ରାଜା ଦାଉଦ ତାଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲୋ-ଦବାରରେ ମାଖୀରଙ୍କ ଅମ୍ମୀୟେଲର ପୁତ୍ର ଘରକୁ ପଠାଇଲେ। 6 ଯୋନାଥନର ପୁତ୍ର ମଫୀବୋଶତ୍ ଆସି ରାଜା ଦାଉଦଙ୍କୁ ଭୂମିଷ୍ଟ ପ୍ରଣାମ କଲା।
ଦାଉଦ କହିଲେ, “ତୁମ୍ଭେ ମଫୀବୋଶତ୍।”
ସେ କହିଲା, “ହଁ, ମହାପ୍ରଭୁ, ମୁଁ ହେଉଛି ଆପଣଙ୍କର ଦାସ ମଫୀବୋଶତ୍,”
7 ଦାଉଦ ମଫୀବୋଶତ୍କୁ କହିଲେ, “ଭୟ କର ନାହିଁ, ମୁଁ ତୁମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁଁ ତୁମ୍ଭକୁ ଦୟା ଦେଖାଉଛି। ମୁଁ ତୁମ୍ଭକୁ ତୁମ୍ଭ ଜେଜେ ବାପା ଶାଉଲଙ୍କର ସମସ୍ତ ସମ୍ପତ୍ତି ତୁମ୍ଭକୁ ଫେରାଇ ଦେବି। ତୁମ୍ଭେ ମଧ୍ୟ ମୋ’ ପାଖରେ ସବୁଦିନ ଭୋଜନ କରିବ।”
8 ମଫୀବୋଶତ୍ ପୁନରାୟ ଦାଉଦଙ୍କୁ ପ୍ରଣାମ କଲା, ଏବଂ କହିଲା, “ମୁଁ ତ ଏକ ମଲା କୁକୁରଠାରୁ ଭଲ ନୁହେଁ। କିନ୍ତୁ ଆପଣ ମୋ’ ପ୍ରତି ଚଳିତ ବହୁତ ଦୟା ଦେଖାଇଛନ୍ତି।”
9 ତା’ପରେ ରାଜା ଦାଉଦ ଶାଉଲଙ୍କର ଗ୍ଭକର ସୀବଃକୁ ପାଖକୁ ଡାକିଲେ ଏବଂ କହିଲେ, “ମୁଁ ତୁମ୍ଭର ମୁନିବର ନାତିକୁ ଶାଉଲଙ୍କର ଓ ତାହାଙ୍କ ପରିବାରକୁ ସମସ୍ତ ସମ୍ପତ୍ତି ଦେଲି। 10 ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଓ ତୁମ୍ଭର ସେବକଗଣ ତୁମ୍ଭମାନଙ୍କର ମୁନିବର ନାତୀ ମଫୀବୋଶତଙ୍କ ପାଇଁ ଏହି ଜମିକୁ ଗ୍ଭଷ କରିବ ଓ ସେଥିରୁ ଉତ୍ପନ୍ନ ଶସ୍ୟ ଆଣି ତାଙ୍କୁ ଦେବ। କିନ୍ତୁ ସେ ମୋ’ ସହିତ ସବୁ ବେଳେ ଭୋଜନ କରିବ।”
ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଗ୍ଭକର ଥିଲେ। 11 ତେବେ ସୀବଃ ରାଜାଙ୍କୁ କହିଲା, “ମୁଁ ଆପଣଙ୍କର ଦାସ ଆପଣଙ୍କର ଆଜ୍ଞାକୁ ମୁଁ ଅକ୍ଷରେ ଅକ୍ଷରେ ପାଳନ କରିବି। ଯାହା ଆପଣଙ୍କର ଆଦେଶ ହେବ।”
ତେଣୁ ମଫୀବୋଶତ୍ ସର୍ବଦା ରାଜାଙ୍କ ପାଖରେ ତାଙ୍କର ପୁତ୍ର ତୁଲ୍ୟ ସର୍ବଦା ଭୋଜନ କରି ରହିଲେ। 12 ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା। ଯାହାର ନାମ ଥିଲା ମୀଖା। ସୀବଃ ବଂଶର ପ୍ରତ୍ୟେକ ଲୋକ ମଫୀବୋଶତ୍ର ଦାସ ହୋଇ ରହିଲେ। 13 ମଫୀବୋଶତ୍ଙ୍କର ଦୁଇ ଗୋଡ଼ ଛୋଟା ଥିଲା। ସେ ସର୍ବଦା ଯିରୁଶାଲମରେ ବାସ କରୁଥିଲେ ଓ ରାଜା ଦାଉଦଙ୍କ ପାଖରେ ସର୍ବଦା ତାଙ୍କ ଟେବୁଲରେ ଖାଉଥିଲେ।
ପାଉଲ ଏଫିସ ନଗରରେ
19 ଆପଲ୍ଲ କରିନ୍ଥରେ ଥିଲାବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦେଇ ଯାତ୍ରା କରି ଏଫିସରେ ଆସି ପହଞ୍ଚିଲେ। ତା’ପରେ ପାଉଲ ସେଠାରେ ସେ ଯୋହନଙ୍କ କେତେକ ଶିଷ୍ୟଙ୍କୁ ଦେଖିଲେ। 2 ପାଉଲ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ବିଶ୍ୱାସୀ ହେଲାବେଳେ ପବିତ୍ରଆତ୍ମାଙ୍କୁ ପ୍ରାପ୍ତ ହୋଇଥିଲ କି?”
ସେହି ଶିଷ୍ୟମାନେ ତାହାଙ୍କୁ କହିଲେ, “ଜଣେ ପବିତ୍ରଆତ୍ମା ଯେ ଅଛନ୍ତି, ଏହା ଆମ୍ଭେମାନେ ଆଦୌ ଶୁଣି ନାହୁଁ।”
3 ସେ ପୁଣି ପଗ୍ଭରିଲେ, “ତେବେ ତୁମ୍ଭେମାନେ କେଉଁଥିରେ ବାପ୍ତିଜିତ ହୋଇଥିଲ?”
ସେମାନେ କହିଲେ, “ବାପ୍ତିଯୋକ ଯୋହନ ଯେଉଁ ବାପ୍ତିସ୍ମ ବିଷୟ ଶିକ୍ଷା ଦେଇଥିଲେ।”
4 ପାଉଲ ଏହା ଶୁଣି କହିଲେ, “ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ୟ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସେହି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ୟକ୍ତି, ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କହୁଥିଲେ।”
5 ସେମାନେ ଏ କଥା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ। 6 ପାଉଲ ଯେତେବେଳେ ସେମାନଙ୍କ ଉପରେ ହାତ ରଖିଲେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ। ସେମାନେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ୟଦ୍ବାଣୀ କହିବାକୁ ଲାଗିଲେ। 7 ସେମାନେ ସମୁଦାୟ ବାରଜଣ ଥିଲେ।
8 ତା’ପରେ ପାଉଲ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହିଲେ। ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହି ସେମାନଙ୍କୁ ଗ୍ରହଣ କରିବା ପାଇଁ ରାଜି କରାଇଲେ। 9 ମାତ୍ର ସେମାନଙ୍କ ଭିତରୁ କେତେକ ଜିଦ୍ଖୋର ହୋଇ ବିଶ୍ୱାସ କଲେ ନାହିଁ। ସେମାନେ ଲୋକମାନଙ୍କ ଆଗରେ ଖ୍ରୀଷ୍ଟଙ୍କ ପଥ ବିଷୟରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସେମାନଙ୍କୁ ଛାଡ଼ି କେବଳ ଯୀଶୁଙ୍କର ଶିଷ୍ୟମାନଙ୍କୁ ସାଙ୍ଗରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟକୁ ଯାଇ ଆଲୋଚନା କରୁଥିଲେ। 10 ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀକ୍ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।
34 ତା’ପରେ ଯୀଶୁ ସବୁ ଲୋକଙ୍କୁ ପାଖକୁ ଡାକିଲେ। ତାହାଙ୍କ ସହିତ ଶିଷ୍ୟମାନେ ମଧ୍ୟ ସେଠାରେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ଲୋକ ମୋତେ ଅନୁସରଣ କରିବାକୁ ଗ୍ଭହୁଁଛି, ଯାହାକିଛି ସେ ଗ୍ଭହୁଁଛି, ସେ ସବୁକୁ ଛାଡ଼ି, ନିଜ କ୍ରୁଶକୁ ବହନ କରି ମୋ’ ପଛରେ ଆସୁ। 35 କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଗ୍ଭହିଁବ, ସେ ତାହା ହରାଇବ। ଯେଉଁ ଲୋକ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ନିଜ ଜୀବନ ତ୍ୟାଗ କରିବ, ସେ ତା’ ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ। 36 ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହରେଇ ବସେ, ତେବେ ସେଥିରେ କ’ଣ ଲାଭ ଅଛି? 37 କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ୟ ତା ବଦଳରେ ନିଜ ଜୀବନ ପୁଣି ଥରେ ଫେରି ପାଇ ପାରିବ ନାହିଁ। 38 ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”
9 ତା’ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ ଯେଉଁମାନେ ଠିଆ ହୋଇଛ, ତୁମ୍ଭମାନଙ୍କ ମଧ୍ୟରୁ କେତେ ଜଣ ନିଜ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଏଠାକୁ ଆସିବାର ଦେଖିବ। ପରମେଶ୍ୱରଙ୍କ ରାଜ୍ୟ ତା’ର କ୍ଷମତା ନେଇ ଆସିବ।”
2010 by World Bible Translation Center