Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 66-67

ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।

66 ହେ ପୃଥିବୀର ସକଳ ବସ୍ତୁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କର!
ତାହାଙ୍କ ନାମର ମହିମା ଗାନ କର।
    ସ୍ତୁତି ଗାନ କରି ଗୌରବାନ୍ୱିତ କର।
ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ।
    ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି।
    ସେମାନେ ତୁମ୍ଭକୁ ଭୟ କରନ୍ତି।
ସମୁଦାୟ ପୃଥିବୀ ତୁମ୍ଭର ପ୍ରଣାମ କରୁ ଏବଂ ସମୁଦାୟ ଲୋକ ତୁମ୍ଭର ନାମ ପ୍ରଶଂସା ଗାନ କରନ୍ତୁ।
    ପ୍ରତ୍ୟେକ ବ୍ୟକ୍ତି ଗୀତ ଦ୍ୱାରା ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।”

ଦେଖ, ଯେଉଁସବୁ କାର୍ଯ୍ୟ ପରମେଶ୍ୱର କରିଛନ୍ତି।
    ସେ ସମସ୍ତ କାର୍ଯ୍ୟ ଆମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କରେ।
ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ।
    ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।
ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି।
    ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି।
    ତାଙ୍କ ବିପକ୍ଷରେ ଜି‌ଦ୍‌ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ।

ହେ ମାନବ ସମାଜ, ଆମ୍ଭ ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ଉଚ୍ଚ ସ୍ୱରରେ ତାଙ୍କର ମହିମା ଗାନ କର।
ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ
    ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।
10 ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଲୋକ ବୋଲି ପରୀକ୍ଷା କରିଅଛ।
    ଯେପରି ଅଗ୍ନିରେ ଲୋକମାନେ ରୂପାକୁ ପରୀକ୍ଷା କରନ୍ତି।
11 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ।
    ତୁମ୍ଭେ ଆମ୍ଭକୁ ଭାରୀ ବୋଝ ଦେଇଅଛ।
12 ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ସେମାନଙ୍କର ଘୋଡ଼ାରେ ଚଢ଼ି ଆମ୍ଭମାନଙ୍କ ମସ୍ତକ ଉପରେ ଯିବାକୁ ଦେଇଛ।
    ତୁମ୍ଭେ ଅଗ୍ନି ଓ ଜଳ ମଧ୍ୟଦେଇ ଗ୍ଭଲିବାକୁ କହିଛ।
    କିନ୍ତୁ ତୁମ୍ଭେ ଆମ୍ଭମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଆସିଛ।
13-14 ତେଣୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହୋମବଳି ନେଇ ଆସିବି।
ଯେତେବେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାଯ୍ୟ ପାଇଁ ଅନୁରୋଧ କରିଥିଲି।
    ମୁଁ ତୁମ୍ଭ ଆଗରେ ଶପଥ କରିଛି।
ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।
15     ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି।
ମୁଁ ମେଷ ସହିତ ସେମାନଙ୍କର ସୁଗନ୍ଧି ପ୍ରଦାନ କରିବି।
    ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।

16 ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ୱରଙ୍କୁ ଉପାସନା କର,
    ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ୱର ମୋ’ ପାଇଁ କ’ଣ ସବୁ କରିଛନ୍ତି।
17 ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି।
    ମୁଁ ତାଙ୍କର ପ୍ରଶଂସା କରିଥିଲି।
18 ମୁଁ ଯେବେ ମୋର ମନ ମଧ୍ୟରେ ଅଧର୍ମକୁ ଆଦର କରେ।
    ତେବେ ମୋର ପ୍ରଭୁ ମୋର କଥା ଶୁଣିବେ ନାହିଁ।
19 ପରମେଶ୍ୱର ମୋର କଥା ଶୁଣିଅଛନ୍ତି।
    ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।
20 ପରମେଶ୍ୱରଙ୍କର ପ୍ରଶଂସା କର! ପରମେଶ୍ୱର ମୋ’ ପାଖରୁ ମୁହଁ ଫେରାଇ ନାହାନ୍ତି।
    ସେ ମୋର ପ୍ରାର୍ଥନା ଶୁଣିଛନ୍ତି।
    ପରମେଶ୍ୱର ତାଙ୍କର ପ୍ରେମ ମୋତେ ଦେଖାଇଛନ୍ତି।

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।

67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।

ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
    ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
    କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
    ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
ଭୂମି ତା’ର ଫସଲ ଦିଏ।
    ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

ଗୀତସଂହିତା 19

ଦାଉଦଙ୍କର ଏକ ଗୀତ

19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
    ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
    ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
    କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
    ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।

ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
    ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
    ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
    ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
    ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।

ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
    ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
    ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
    ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
    ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।

ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
    ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
    ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
    ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
    ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।

12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
    ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
    ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
    ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
    ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
    ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।

ଗୀତସଂହିତା 46

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।

46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
    ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
    ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
    ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।

ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
    ଏହା କେବେ ବି ଧ୍ୱଂସ ପାଇବ ନାହିଁ।
    ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
    ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
    ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
    ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।

10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
    ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
    ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”

11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
    ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 13:1-22

ଅମ୍ନୋନ ଓ ତାମର

13 ଦାଉଦଙ୍କର ଏକ ପୁତ୍ର ଥିଲା, ଯାହାର ନାମ ଥିଲା ଅବଶାଲୋମ। ଅବଶାଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସୁନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପୁତ୍ର ଥିଲା ଅମ୍ନୋନ। ଅମ୍ନୋନ ନିଜର ସାବତ ଭଉଣୀ ତାମରକୁ ଭଲପାଇ ବସିଲା ଓ ତା’ ପ୍ରେମରେ ତାକୁ ଜ୍ୱର ଆସିଗଲା। ତାମର ଅନୁଢ଼ା ଥିଲା। ଅମ୍ନୋନ ତାକୁ ବହୁତ ଗ୍ଭହୁଁଥିଲା, କିନ୍ତୁ ତା’ ସହିତ ଏକାକି ରହିବା ପାଇଁ ଅବକାଶ ପାଇଲା ନାହିଁ।

ଅମ୍ନୋନର ଯୋନାଦବ୍ ନାମକ ଜଣେ ଚତୁର ବନ୍ଧୁ ଥିଲା, ଯିଏ କି ଶିମିୟର ପୁତ୍ର। ଶିମିୟ ଦାଉଦଙ୍କର ଭାଇ ଥିଲା। ସେ ଅମ୍ନୋନକୁ ପଗ୍ଭରିଲା, “ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଛ। ତୁମ୍ଭେ ମୋତେ କ’ଣ ତାହା କହିବ ନାହିଁ?”

ତା’ପରେ ଅମ୍ନୋନ କହିଲା, “ମୁଁ ଅବଶାଲୋମର ଭଉଣୀ ତାମରକୁ ଭଲ ପାଏ।”

ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର। ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ଦୟାକରି ମୋର ଭଉଣୀ ତାମରକୁ ମୋ’ ପାଖକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦିଅନ୍ତୁ। ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”

ରାଜା ଦେଖିବାକୁ ଆସିବା ସମୟରେ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା। ଅମ୍ନୋନ କହିଲା, “ମୋ’ ଭଉଣୀ ତାମରକୁ ଆସିବାକୁ ଦିଅନ୍ତୁ ଏବଂ ସେ ମୋ’ ଆଗରେ ଦୁଇଟି ପିଠା କରିବ, ତା’ପରେ ମୁଁ ସେଗୁଡ଼ିକ ତା’ ହାତରୁ ଖାଇବି।”

ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧି ଦିଅ।”

ଯେତେବେଳେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା, ସେତେବେଳେ ସେ ଶଯ୍ୟାରେ ଥିଲା। ତେଣୁ ତାମର ଚକଟା ମଇଦା ନେଇ ଦଳି ଅମ୍ନୋନ ଦେଖୁଥିବା ବେଳେ ପିଠା ପ୍ରସ୍ତୁତ କରି ତାକୁ ପାକ କଲା। ସେ କରେଇରୁ ପିଠାଗୁଡ଼ିକ କାଢ଼ିନେଇ ତା’ ଆଗରେ ରଖିଲା। ଏବଂ ସେ ଖାଇବାକୁ ମନାକଲା ଏବଂ ଅମ୍ନୋନ କହିଲା, “ସମସ୍ତଙ୍କୁ ବାହାରକୁ ପଠେଇ ଦିଅ।” ଏବଂ ସମସ୍ତେ କୋଠରୀରୁ ବାହାରି ଗଲେ।

ଅମ୍ନୋନ ତାମର ସହିତ ବଳତ୍କାର କଲା

10 ତା’ପରେ ଅମ୍ନୋନ ତାମରକୁ କହିଲା, “ଖାଦ୍ୟ ଦ୍ରବ୍ୟ ଶୟନ ଗୃହକୁ ଆଣ, ମୁଁ ତୁମ୍ଭ ହାତରୁ ତାହା ଭୋଜନ କରିବି।”

ଏଥିରେ ତାମର ନିଜେ ତିଆରି କରିଥିବା ପିଠା ନେଇ ଅମ୍ନୋନର ଶୟନ କକ୍ଷକୁ ଗଲା। 11 ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ ସେ ତାମରକୁ ଧରି କହିଲା, “ଆସ ମୋର ଭଉଣୀ ମୋ’ ପାଖରେ ଶୟନ କର।”

12 ସେଥିରେ ସେ ଉତ୍ତର ଦେଲା, “ନା, ନା, ଭାଇ ମୋତେ ଏହା କରିବାକୁ ବାଧ୍ୟ ନ କର, କାରଣ ଇସ୍ରାଏଲ ମଧ୍ୟରେ ଏପରି କର୍ମ ନିଷେଧ। ଏହିପରି ଭୟଙ୍କର କାର୍ଯ୍ୟ କର ନାହିଁ। 13 ଯଦି ତୁମ୍ଭେ ଏହା କର, ମୁଁ ଲଜ୍ଜାରୁ କେବେ ମୁକ୍ତ ହୋଇ ପାରିବି ନାହିଁ। ଏବଂ ଇସ୍ରାଏଲରେ ତୁମ୍ଭେ ଜଣେ ସାଧାରଣ ଦୋଷୀ ରୂପେ ବିବେଚିତ ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”

14 ତଥାପି ଅମ୍ନୋନ ତାହାର କଥା ଶୁଣିଲା ନାହିଁ। ମାତ୍ର ସେ ତା’ଠାରୁ ବଳବାନ୍ ହେବାରୁ ତାହାକୁ ବଳତ୍କାର କରି ତା’ ସଙ୍ଗେ ଶୟନ କଲା। 15 ତା’ପରେ ଅମ୍ନୋନ ତାକୁ ଅତି ଘୃଣା କଲା, ସେ ତାକୁ ଯେପରି ପ୍ରେମ କରିଥିଲା, ତା’ ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, “ଉଠ ଏଠାରୁ ଗ୍ଭଲିଯାଅ।”

16 ସେଥିରେ ସେ କହିଲା, “ମୋତେ ଏହିପରି ଅବସ୍ଥାରେ ଦୂରେଇ ଦିଅ ନାହିଁ। ତୁମ୍ଭେ ମୋ’ ପ୍ରତି ବର୍ତ୍ତମାନ ଯାହା କଲ, ତା’ଠାରୁ ମଧ୍ୟ ଏହା ଅଧିକରୁ ଅଧିକ ମନ୍ଦ ହେବ।”

କିନ୍ତୁ ସେ ତା’ର କଥାକୁ ଶୁଣିଲା ନାହିଁ। 17 ତା’ପରେ ଅମ୍ନୋନ ତା’ର ଦାସକୁ ଡାକି କହିଲା, “ଏହାକୁ ମୋ’ ପାଖରୁ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।”

18 ତେଣୁ ଅମ୍ନୋନଙ୍କର ଦାସ ତାକୁ ଘରୁ ବାହାର କରି କବାଟ ବନ୍ଦ କରି ଦେଲା।

ତାମର ଏକ ଦୀର୍ଘ ଛାପାବସ୍ତ୍ର ପିନ୍ଧି ଥିଲା, କାରଣ ଅନୁଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧନ୍ତି। 19 ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ ପଛେ କବାଟ ଦେଇଦେବାରୁ ସେ ନିଜର ମୁଣ୍ଡରେ ଭସ୍ମ ଦେଇ ତାହା ଦେହର ଦୀର୍ଘ ଅଙ୍ଗରେଖା ଚିରି ଦେଲା। ତା’ପରେ ସେ ମୁଣ୍ଡରେ ହାତ ଦେଇ କାନ୍ଦି କାନ୍ଦି ସେଠାରୁ ପ୍ରସ୍ଥାନ କଲା।

20 ତୁମ୍ଭ ସହିତ ତୁମ୍ଭର ଭାଇ ଅମ୍ନୋନ ଅଛି କି? “ସେ ତୁମ୍ଭକୁ ଆଘାତ କଲା କି? ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ, ଏ ବିଷୟରେ ଚିନ୍ତା କରି ବ୍ୟତିବ୍ୟସ୍ତ ହୁଅ ନାହିଁ।” ଏହା ପରେ ସେ ନିଜର ସହୋଦର ଅବଶାଲୋମର ଗୃହରେ ରହିଲା। ଏବଂ ସେ କିଛି କହିଲା ନାହିଁ। ସେ ସେଠାରେ ବାସ କଲା ଓ ଏକାକି ଥିଲା ଓ ଉଦାସ ଥିଲା।

21 ମାତ୍ର ରାଜା ଦାଉଦ ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ। 22 ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ। କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।

ରୋମୀୟଙ୍କ ପ୍ରତି ପତ୍ର 15:1-13

15 ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ। ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ସେମାନଙ୍କ ବିଶ୍ୱାସକୁ ବଳବାନ କରିବା ଓ ବଢ଼ାଇବା ଦୃଷ୍ଟିରୁ ଆମ୍ଭେ ସେମାନଙ୍କ ପାଇଁ କ’ଣ ଭଲ ତାହା ଭାବିବା ଉଚିତ୍। ଖ୍ରୀଷ୍ଟ ମଧ୍ୟ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରି ନ ଥିଲେ। ତାହାଙ୍କ ବିଷୟରେ ଶାସ୍ତ୍ର କୁହେ: “ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସେମାନେ ମୋର ବି ଅପମାନ କରିଛନ୍ତି।” [a] ଶାସ୍ତ୍ରରେ ଯେଉଁ କଥା ମାନ ଲେଖା ଅଛି, ସେଗୁଡ଼ିକ ଦ୍ୱାରା ଆମ୍ଭର ଧୈର୍ଯ୍ୟ ଓ ଶକ୍ତି ବଢ଼େ ଓ ଆମ୍ଭେ ଭରସା ଲାଭ କରୁ। ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ। ତା’ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ। ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର। ଏହି କର୍ମ ପରମେଶ୍ୱରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ୱର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସେବକ ହେଲେ। ଅଣଯିହୂଦୀ ଲୋକେ, ପରମେଶ୍ୱରଙ୍କ ଦ୍ୱାରା ପ୍ରଦତ୍ତ କରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ୟ ସେ ଏହା କଲେ। ଶାସ୍ତ୍ର କୁହେ:

“ସେଥିପାଇଁ ମୁଁ ଅଣଯିହୂଦୀ ଲୋକଙ୍କ ଭିତରେ ତୁମ୍ଭକୁ ଧନ୍ୟବାଦ ଜଣାଇବି,
    ଓ ତୁମ୍ଭ ନାମର ମହିମା ଗାନ କରିବି।” (A)

10 ଶାସ୍ତ୍ର ଏ ଭଳି ମଧ୍ୟ କୁହେ,

“ତୁମ୍ଭେ ଅଣଯିହୂଦୀମାନେ, ପରମେଶ୍ୱରଙ୍କର ବଛା ହୋଇଥିବା ଲୋକଙ୍କ ସହିତ ପ୍ରସନ୍ନ ରହିବା ଉଚିତ୍।” (B)

11 ଶାସ୍ତ୍ର ଏ ଭଳି ମଧ୍ୟ କୁହେ,

“ତୁମ୍ଭେ ଅଣଯିହୂଦୀମାନେ ପ୍ରଭୁଙ୍କର ପ୍ରଶଂସା ଗାନ କର,
    ସମସ୍ତ ଲୋକେ ମଧ୍ୟ ପ୍ରଭୁଙ୍କର ପ୍ରଶଂସା କରିବା ଉଚିତ୍।” (C)

12 ଯିଶାଇୟ ମଧ୍ୟ କୁହନ୍ତି,

“ଯିଶୟ [b]ଙ୍କ ବଂଶରୁ ଜଣେ ପ୍ରକାଶିତ ହେବ।
    ସେହି ଲୋକ ଅଣଯିହୂଦୀମାନଙ୍କ ଉପରେ ଶାସନ କରିବେ,
ଓ ଅଣଯିହୂଦୀମାନେ ସେହି ଲୋକ ପାଇଁ ଭରସା ଲାଭ କରିବେ।” (D)

13 ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା’ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।

ଯୋହନ ଲିଖିତ ସୁସମାଗ୍ଭର 3:22-36

ଯୀଶୁ ଏବଂ ବାପ୍ତିଜକ ଯୋହନ

22 ଏହା ପରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ଯିହୂଦା ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ [a] ଦେଲେ। 23 ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ। 24 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ଏସବୁ ଘଟିଥିଲା।

25 ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ। 26 ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”

27 ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ। 28 ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’ 29 କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ। 30 ଯୀଶୁଙ୍କର ଅବଶ୍ୟ ବୃଦ୍ଧି ହେଉ। ଏବଂ ମୋର ପ୍ରୟୋଜନୀୟତା ଅବଶ୍ୟ କମି ଯାଉ।

ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି

31 “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠେ। 32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ। 33 ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ। 34 ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା’ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି। 35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି। 36 ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center