Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 106

106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
    ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
    ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
    ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।

ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
    ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
    ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
    ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
    ଆମ୍ଭେ ଅଧର୍ମ କରିଅଛୁ।
    ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ଯ୍ୟ କ୍ରିୟାମାନ ଦେଖାଇଥିଲ
    ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାନ୍ତି।
ତୁମ୍ଭର ବହୁତ ଦୟାର କାମକୁ ସେମାନେ ମନେ ରଖିଲେ ନାହିଁ।
    ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।

କିନ୍ତୁ ପରମେଶ୍ୱର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ।
    ସେ ତାଙ୍କର ମହାଶକ୍ତିର ପରିଚୟ ଦେବା ପାଇଁ ସେମାନଙ୍କୁ ରକ୍ଷା କଲେ।
ପରମେଶ୍ୱର ନିର୍ଦ୍ଦେଶ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା।
    ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ସେହି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନେଲେ, ମରୁଭୂମିରେ ଚଳାଇବା ପରି।
10 ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ସେମାନଙ୍କର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ!
    ସେମାନଙ୍କର ଶତ୍ରୁମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
11 ପରମେଶ୍ୱର ଜଳରାଶିଦ୍ୱାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ।
    ସେମାନଙ୍କ ମଧ୍ୟରୁ ଜଣେ କେହି ରକ୍ଷା ପାଇଲେ ନାହିଁ।

12 ଏହା ପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ୱର ଯାହା କଲେ ତାହା ବିଶ୍ୱାସ କଲେ।
    ସେମାନେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
13 କିନ୍ତୁ ପରମେଶ୍ୱର କରିଥିବା କାର୍ଯ୍ୟଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ।
    ସେମାନେ ପରମେଶ୍ୱରଙ୍କ ଉପଦେଶ ଶୁଣିଲେ ନାହିଁ।
14 ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ
    ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ।
    କିନ୍ତୁ ପରମେଶ୍ୱର ସେମାନଙ୍କୁ ଭୟଙ୍କର ରୋଗ ଦେଲେ।
16 ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ।
    ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।
17 ତେଣୁ ପରମେଶ୍ୱର ସେହି ଈର୍ଷାପରାୟଣ ଲୋକମାନଙ୍କୁ ଦଣ୍ଡିତ କଲେ।
    ପୃଥିବୀ ଫାଟି ଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ୟ ଗ୍ରାସ କଲା ପୁଣି ଯୋଡ଼ି ହୋଇଗଲା।
18 ଏହା ପରେ ସେମାନଙ୍କ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା।
    ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦ‌‌ଗ୍‌‌ଧ କଲା।
19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
    ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
    ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
    ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
    ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।

23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
    କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
    ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।

24 କିନ୍ତୁ ତା’ପରେ ସେହି ଲୋକମାନେ କିଣାନର ଆଶ୍ଚର୍ଯ୍ୟ ପୂର୍ଣ୍ଣ ସ୍ଥାନକୁ ଯିବା ପାଇଁ ମନା କଲେ।
    ସେମାନେ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ନାହିଁ ଯେ ପରମେଶ୍ୱର ସେଠାରେ ବାସ କରୁଥିବା ଲୋକମାନଙ୍କୁ ସାହାଯ୍ୟ କରିବେ।
25 ଆମ୍ଭର ପୂର୍ବପୁରୁଷଗଣ ପରମେଶ୍ୱରଙ୍କୁ ମାନିବାକୁ ମନା କଲେ
    ଏବଂ ସେମାନଙ୍କ ଗୃହରେ ସେମାନେ ଅଭିଯୋଗ କଲେ।
26 ତେଣୁ ପରମେଶ୍ୱର ସେମାନଙ୍କୁ ମରୁଭୂମିରେ
    ବିନାଶ କରିବା ପାଇଁ ଶପଥ କଲେ।
27 ପରମେଶ୍ୱର ପ୍ରତିଜ୍ଞା କଲେ ଯେ, ଅନ୍ୟ ଦେଶରେ ସେହି ଲୋକମାନଙ୍କର ଭବିଷ୍ୟଦ୍ ବଂଶଧରଙ୍କୁ ପରାସ୍ତ କରିବେ।
    ସେହି ଅନ୍ୟ ଦେଶ ମଧ୍ୟରେ ସେ ସେମାନଙ୍କ ପୂର୍ବପୁରୁଷଗଣଙ୍କୁ ଛିନ୍ନଛତ୍ର କଲେ।

28 ଏହା ପରେ ପରମେଶ୍ୱରଙ୍କ ଲୋକମାନେ ବାଲ୍-ପିୟୋରର ସେବା କଲେ।
    ସେମାନେ ଅନ୍ୟ ଦେବତାମାନଙ୍କଠାରେ ବଳି ଦିଆଯାଇଥିବା ପଶୁମାନଙ୍କର ମାଂସ ଭକ୍ଷ୍ୟଣ କଲେ।
29 ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧ ପ୍ରକାଶ କଲେ।
    ତେଣୁ ସେ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରଦର୍ଶନ କଲେ।
30 କିନ୍ତୁ ପୀନହସ୍ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ
    ଏବଂ ପରମେଶ୍ୱର ତା’ର ମହାମାରୀ ଦୂର କଲେ।
31 ପରମେଶ୍ୱର ଜାଣିଲେ ପୀନହସ୍ ସୁକର୍ମ କଲା।
    ପରମେଶ୍ୱର ତାଙ୍କୁ ଅନନ୍ତକାଳ ମନେ ରଖିଲେ।

32 ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ,
    ତେଣୁ ସେମାନଙ୍କ ସକାଶୁ ମୋଶାଙ୍କୁ ବହୁତ ବିପଦ ଘଟିଲା।
33 ସେ ଲୋକମାନେ ମୋଶାଙ୍କୁ ବିରକ୍ତ କଲେ।
    ତେଣୁ ମୋଶା କିଛି ନ ବିଗ୍ଭରି କହିବାକୁ ଲାଗିଲେ।

34 କିଣାନୀୟଠାରେ ରହୁଥିବା ଅନ୍ୟ ବିଦେଶୀୟମାନଙ୍କୁ ନଷ୍ଟ କରିବା ପାଇଁ ପରମେଶ୍ୱର କହିଲେ,
    କିନ୍ତୁ ଇସ୍ରାଏଲୀୟମାନେ ତାଙ୍କ କଥା ମାନିଲେ ନାହିଁ।
35 ସେମାନେ ଅନ୍ୟ ଦେଶୀୟଙ୍କ ସଙ୍ଗେ ମିଶିଲେ
    ଏବଂ ସେମାନଙ୍କ କ୍ରିୟାସକଳ କଲେ।
36 ପରମେଶ୍ୱରଙ୍କ ଲୋକମାନେ ଦେବତାମାନଙ୍କୁ ପୂଜା କରିବାକୁ ଆରମ୍ଭ କଲେ,
    ଯାହାକି ଅନ୍ୟ ଲୋକମାନେ କରୁଥିଲେ ଏବଂ ସେହି ମୂର୍ତ୍ତିଗୁଡ଼ିକ ଫାନ୍ଦରେ ପରିଗଣିତ ହେଲେ।
37 ଏପରିକି ପରମେଶ୍ୱରଙ୍କର ଲୋକମାନେ
    ସେମାନଙ୍କର ପିଲାମାନଙ୍କୁ ଅନ୍ୟ ଦେବତାଙ୍କ ନିକଟରେ ବଳି ଦେଲେ।
38 ପରମେଶ୍ୱରଙ୍କର ଲୋକମାନେ ନିରୀହ ପିଲାମାନଙ୍କୁ ହତ୍ୟା କଲେ।
    ସେମାନେ ମଧ୍ୟ ସେମାନଙ୍କ ନିଜ ସନ୍ତାନମାନଙ୍କୁ ହତ୍ୟା କରି ମିଥ୍ୟା ଦେବଗଣ ନିକଟରେ ବଳି ଦେଲେ।
    ତେଣୁ ଭୂମି, ହତ୍ୟା ପାପରେ ଦୂଷିତ ହୋଇଗଲା।
39 ତେଣୁ ପରମେଶ୍ୱରଙ୍କର ଲୋକମାନେ ସେମାନଙ୍କର କାର୍ଯ୍ୟଦ୍ୱାରା ଅପବିତ୍ର ହୋଇଥିଲେ।
    ପରମେଶ୍ୱରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ୱାସୀ ହେଲେ ନାହିଁ।
    ଅନ୍ୟ ଦେଶୀୟ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ୟ ସେପରି କାର୍ଯ୍ୟ କଲେ।
40 ଏହି ହେତୁ, ସଦାପ୍ରଭୁ ତାଙ୍କର ଲୋକମାନଙ୍କ ସହିତ ବହୁତ କ୍ରୋଧ କଲେ।
    ପରମେଶ୍ୱର ସେମାନଙ୍କ ପ୍ରତି ବିରକ୍ତ ହେଲେ।
41 ପରମେଶ୍ୱର ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ
    ଓ ସେମାନଙ୍କ ଶତ୍ରୁମାନେ ସେମାନଙ୍କ ଉପରେ ଶାସନ କଲେ।
42 ପରମେଶ୍ୱରଙ୍କ ଲୋକମାନଙ୍କର ଶତ୍ରୁମାନେ ସେମାନଙ୍କୁ ନିୟନ୍ତ୍ରଣ କଲେ
    ଏବଂ ସେମାନଙ୍କର ଜୀବନ ଦୁଃର୍ବିସହ ହୋଇଗଲା।
43 ଅନେକ ଥର ପରମେଶ୍ୱର ସେମାନଙ୍କୁ ଉଦ୍ଧାର କଲେ।
    ମାତ୍ର ସେମାନେ କ୍ରମାଗତ ପରମେଶ୍ୱରଙ୍କ ବିଦ୍ରୋହୀ ହେଲେ
    ଏବଂ ଆପଣା ଇଚ୍ଛାନୁସାରେ କାର୍ଯ୍ୟରେ ବହୁତ ଗଭୀର ପର୍ଯ୍ୟନ୍ତ ବୁଡ଼ିଗଲେ।
44 କିନ୍ତୁ ଯେତେବେଳେ ପରମେଶ୍ୱରଙ୍କ ଲୋକ ବିପଦରେ ପଡ଼ିଲେ ସେମାନେ ସର୍ବଦା ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ ଡାକିଲେ।
    ଏବଂ ପ୍ରତ୍ୟେକ ଥର ପରମେଶ୍ୱର ସେମାନଙ୍କ ପ୍ରାର୍ଥନା ଶୁଣିଲେ।
45 ପରମେଶ୍ୱର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି
    ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦେବାରେ ତାଙ୍କର ମନକୁ ପରିବର୍ତ୍ତନ କଲେ।
46 ସେ ସେମାନଙ୍କର ସମସ୍ତଙ୍କୁ ବନ୍ଦୀ କରିଥିବା ମନରେ
    ଦୟା ଦେଖାଇଲେ।
47 ହେ ସଦାପ୍ରଭୁ ପରମେଶ୍ୱର ଆମ୍ଭକୁ ରକ୍ଷାକର।
    ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ।
ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ
    ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ।
    ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ।
ସମସ୍ତ ଲୋକ କହନ୍ତୁ “ଆମେନ୍!”

ସଦାପ୍ରଭୁଙ୍କର ପ୍ରଶଂସା କର।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 17:24-18:8

ଅବଶାଲୋମ ଯର୍ଦ୍ଦନ ନଦୀ ପାର ହେଲେ

24 ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା’ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ। 25 ଅବଶାଲୋମ ଯୋୟାବଙ୍କୁ ସ୍ଥାନାନ୍ତର କରି ଅମାସାଙ୍କୁ ସୈନ୍ୟଦଳର ମୂଖ୍ୟ ଭାବରେ ନିଯୁକ୍ତି କଲେ। ଏହି ଅମାସା ଇସ୍ମାଏଲୀୟ [a] ଯେଥରଙ୍କର ପୁତ୍ର ଥିଲେ। ଅମାସାର ମା’ ଥିଲେ ଅବୀଗଲ, ଯିଏ କି ସରୁୟାଙ୍କର ଭଉଣୀ ନାହଶଙ୍କର କନ୍ୟା ଥିଲେ। ଯିଏ କି ଯୋୟାବଙ୍କର ମା’ ଥିଲେ। 26 ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲିୟଦ ଦେଶରେ ଛାଉଣି ସ୍ଥାପନ କଲେ।

ଶୋବି, ମାଖୀର ଓ ବର୍ସିଲ୍ଲୟ

27 ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ। 28 ଅମ୍ମୋନୀୟମାନେ ବିଛଣା, ମାଠିଆ, ଅନ୍ୟାନ୍ୟ ପାତ୍ରସବୁ ଖାଦ୍ୟ ପାଇଁ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଏବଂ ଭଜା ବିରି। 29 ସେମାନେ ମଧ୍ୟ ମହୁ, ଦହୀ, ମେଷ ଏବଂ ଲହୁଣୀ ଆଣିଲେ। ସେମାନେ ଏହିସବୁ ସାମଗ୍ରୀଗୁଡ଼ିକ ଦାଉଦ ଓ ତାଙ୍କର ଲୋକମାନଙ୍କ ଆଗରେ ଉତ୍ସର୍ଗ କଲେ। କାରଣ ସେମାନେ କହିଲେ, “ଲୋକମାନେ ମରୁଭୂମିରେ ନିଶ୍ଚିତ କ୍ଷୁଧାର୍ତ୍ତ, କ୍ଳାନ୍ତ ଓ ତୃଷାର୍ତ୍ତ ହୋଇଥିବେ।”

ଦାଉଦ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ

18 ଦାଉଦ ଲୋକମାନଙ୍କୁ ଗଣି 1000 ଜଣରେ ଜଣେ ଓ ପ୍ରତି 100 ଜଣରେ ଜଣେ ଲେଖାଏ ମୁଖିଆଙ୍କୁ ନିଯୁକ୍ତ କଲେ। ଦାଉଦ ତାଙ୍କର ଲୋକମାନଙ୍କୁ ମୋଟ ତିନି ଭାଗରେ ବିଭକ୍ତ କଲେ। ଯୋୟାବ ଦାଉଦଙ୍କର ଏକ ତୃତୀୟାଂଶ ଲୋକମାନଙ୍କ ଉପରେ ନିଯୁକ୍ତି ହେଲେ। ଅନ୍ୟ ଏକ ତୃତୀୟାଂଶ ଯୋୟାବର ଭାଇ ସରୁୟାର ପୁତ୍ର ଅବୀଶୟର ଆଦେଶର ଅଧୀନରେ ରହିଲା ଏବଂ ଅବଶିଷ୍ଟ ଏକ ତୃତୀୟାଂଶ ଗାଥ୍‌ର ଇତ୍ତୟ ଆଦେଶର ଅଧୀନରେ ଥିଲେ।

ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କ ସହିତ ଯୁଦ୍ଧକୁ ଯିବି।”

ଲୋକମାନେ କହିଲେ, “ଆପଣ ଆମ୍ଭ ସହିତ ନିଶ୍ଚୟ ଯିବେ ନାହିଁ। କାରଣ ଆମ୍ଭେମାନେ ପଳାଇଲେ ଅବଶାଲୋମର ଲୋକମାନେ ଆମ୍ଭମାନଙ୍କ ପାଇଁ ଖାତିରି କରିବେ ନାହିଁ। ଆମ୍ଭମାନଙ୍କରୁ ଅର୍ଦ୍ଧେକ ମୃତ୍ୟୁବରଣ କଲେ ହେଁ, ସେମାନେ ଆମ୍ଭମାନଙ୍କ ପାଇଁ ଚିନ୍ତା କରିବେ ନାହିଁ। ମାତ୍ର ଆପଣ ଆମ୍ଭମାନଙ୍କର 10,000 ସହିତ ସମାନ। ତେଣୁ ଏହା ଉତ୍ତମ ଯେ, ଆପଣ ଏହି ନଗରରେ ସାହାଯ୍ୟ ପାଇଁ ରୁହନ୍ତୁ।”

ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଉତ୍ତମ ବିଗ୍ଭର କର ମୁଁ ତାହା କରିବି।”

ଏହା ପରେ ସେ ନଗର ଫାଟକ ପାର୍ଶ୍ୱରେ ଛିଡ଼ା ହେଲେ ଓ ହଜାର ଲୋକ ଦଳ ଦଳ ହୋଇ ବାହାରି ଆସିଲେ।

ରାଜା ଯୋୟାବ ଅବୀଶୟ ଓ ଇତ୍ତୟକୁ ଆଦେଶ ଦେଇ କହିଲେ, “ମୋ’ ପାଇଁ ଅବଶାଲୋମ ପ୍ରତି ଭଦ୍ର ବ୍ୟବହାର କର।” ଯେତେବେଳେ ରାଜା ଏହି ଆଦେଶ ସମସ୍ତ ଅଧିପତିମାନଙ୍କୁ ଦେଲେ, ସମସ୍ତ ଲୋକ ଏ କଥା ଶୁଣି ପାରିଲେ।

ଦାଉଦଙ୍କର ସେନା ଅବଶାଲୋମଙ୍କର ସେନାକୁ ପରାଜିତ କଲେ

ଏହିପରି ଦାଉଦଙ୍କର ଲୋକମାନେ ଇସ୍ରାଏଲୀୟ ବିରୁଦ୍ଧରେ ଯୁଦ୍ଧ କ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ବଣରେ ଯୁଦ୍ଧ ହେଲା। ସେଠାରେ ଇସ୍ରାଏଲୀୟ ଲୋକମାନେ ଦାଉଦଙ୍କ ସୈନ୍ୟମାନଙ୍କ ଆଗରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ବହୁତ କ୍ଷତି ହେଲା ଏବଂ 20,000 ଲୋକ ସେଠାରେ ମୃତ୍ୟୁବରଣ କଲେ। ଦେଶଯାକ ଯୁଦ୍ଧ ବ୍ୟାପିଗଲା। ପୁଣି ସେଦିନ ‌‌ଖ‌ଡ଼୍‌ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକ ଗ୍ରାସ କଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 22:30-23:11

ପାଉଲ ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ହେଲେ

30 ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା’ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।

23 ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।” ଏହା ଶୁଣି ମହାଯାଜକ ହନାନିୟ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁହଁରେ ଗ୍ଭପୁଡ଼ା ମାରିବା ପାଇଁ ଆଦେଶ ଦେଲେ। ପାଉଲ ହନାନିୟଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ମଧ୍ୟ ଆଘାତ କରିବେ। ତୁମ୍ଭେ ଗୋଟିଏ ମଇଳା କାନ୍ଥ ପରି ଯାହା ଉପରେ ଧଳା ରଙ୍ଗ ବୋଳା ଯାଇଛି। ତୁମ୍ଭେ ବ୍ୟବସ୍ଥା ଅନୁଯାୟୀ ମୋର ନ୍ୟାୟ କରିବା ପାଇଁ ବସିଛି, କିନ୍ତୁ ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ ଦେବା ପାଇଁ ଆଦେଶ ଦେଉଛ। ଏହା ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧ।”

ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।”

ପାଉଲ ଉତ୍ତର ଦେଲେ, “ଭାଇମାନେ, ମୁଁ ତାହାଙ୍କୁ ମହାଯାଜକ ବୋଲି ଜାଣି ନ ଥିଲି। ଏହା ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭର ନିଜ ଲୋକଙ୍କ ନେତା ବିଷୟରେ ଖରାପ କଥା କହିବା ଉଚିତ୍ ନୁହେଁ।’ [a]

ସଭାରେ ସେମାନଙ୍କ ଭିତରୁ କେତେକ ଲୋକ ସାଦ୍ଦୂକୀ ଓ ଅନ୍ୟ କେତେକ ଫାରୂଶୀ ମଧ୍ୟ ଥିଲେ। ଏହା ପାଉଲ ଜାଣି ପାରିଲେ। ତେଣୁ ସେ ଖୁବ୍ ଜୋ‌ର୍‌‌ରେ କହିଲେ, “ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମୋ’ ପିତା ମଧ୍ୟ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌ତ୍‌ଥାନରେ ବିଶ୍ୱାସ କରେ। ଏହି ବିଶ୍ୱାସ ପାଇଁ ମୁଁ ଆଜି ଏଠାରେ ଏହି ବିଗ୍ଭରର ସମ୍ମୁଖୀନ ହେଉଛି।”

ପାଉଲ ଏପରି କହିବା ମାତ୍ରେ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବହୁତ ତର୍କ-ବିତର୍କ ହେଲା। ସଭା ଦୁଇ ଦଳରେ ଭାଗ ହୋଇଗଲା। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହୁଏ ନାହିଁ କି କୌଣସି ସ୍ୱର୍ଗଦୂତ କିଅବା ଆତ୍ମା କେହି ନାହାନ୍ତି। କିନ୍ତୁ ଫାରୂଶୀମାନେ ଏ ଦୁଇଟି ବିଷୟକୁ ବିଶ୍ୱାସ କରନ୍ତି। ତେଣୁ ଯିହୂଦୀମାନେ ଭୀଷଣ ପାଟିତୁଣ୍ଡ କଲେ। ଫାରୂଶୀ ଦଳର କେତେଜଣ ବ୍ୟବସ୍ଥା ଶିକ୍ଷକ ଠିଆ ହୋଇ ପାଉଲଙ୍କ ସପକ୍ଷରେ ଯୁକ୍ତି କଲେ। ସେମାନେ କହିଲେ, “ଆମ୍ଭେ ଏ ଲୋକର କିଛି ଦୋଷ ଦେଖିବାକୁ ପାଉ ନାହୁଁ। ହୁଏତ କୌଣସି ଆତ୍ମା କି ସ୍ୱର୍ଗଦୂତ ଏ ଲୋକ ସହିତ କଥାବାର୍ତ୍ତା ହୋଇଥିଲେ।”

10 ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ । ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।

11 ସେହି ରାତିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ସାହସୀ ହୁଅ। ତୁମ୍ଭେ ମୋ’ ବିଷୟରେ ଯିରୁଶାଲମରେ ଯେପରି ସାକ୍ଷ୍ୟ ଦେଇଛ ଠିକ୍ ସେହିପରି ରୋମରେ ମଧ୍ୟ ଦେବ।”

ମାର୍କ ଲିଖିତ ସୁସମାଗ୍ଭର 11:12-26

ଯୀଶୁ କହିଲେ ଡିମ୍ବିରି ବୃକ୍ଷଟି ମରିଯିବ(A)

12 ତହିଁ ଆରଦିନ ଯେତେବେଳେ ସେମାନେ ବେଥନୀୟାରୁ ବାହାରୁଥିଲେ, ତାହାଙ୍କୁ ବହୁତ ଭୋକ ଲାଗିଲା। 13 ଯୀଶୁ ପତ୍ରରେ ପରିପୂର୍ଣ୍ଣ ଗୋଟିଏ ଡିମ୍ବିରିଗଛ ଦେଖିଲେ। ଗଛରେ କିଛି ଡିମ୍ବିରି ଫଳ ଥିବ ଭାବି ସେ ଗଛ ମୂଳକୁ ଗଲେ। କିନ୍ତୁ ସେଠାରେ ପହଞ୍ଚି ସେ ଗଛରେ ଗୋଟିଏ ହେଲେ ଡିମ୍ବିରି ଫଳ ପାଇଲେ ନାହିଁ। ଗଛରେ ପତ୍ର ଛଡ଼ା ଆଉ କିଛି ନ ଥିଲା। ଏହା ଡିମ୍ବିରି ଫଳ ଫଳିବା ଋତୁ ନ ଥିଲା। 14 ତେଣୁ ଯୀଶୁ ଗଛଟିକୁ କହିଲେ, “ଲୋକେ ତୁମ୍ଭର ଫଳ ଆଉ ଏଣିକି କେବେ ହେଲେ ଖାଇବେ ନାହିଁ।” ଶିଷ୍ୟମାନେ ଯୀଶୁଙ୍କର ଏହି କଥା ଶୁଣିଲେ।

ଯୀଶୁଙ୍କର ମନ୍ଦିରରେ ପ୍ରବେଶ(B)

15 ତା’ପରେ ସେ ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିରରେ ପ୍ରବେଶ କଲାମାତ୍ରେ ସେଠାରେ କିଣାବିକା କରୁଥିବା ଲୋକମାନଙ୍କୁ ବାହାରକୁ ତଡ଼ି ଦେବାକୁ ଲାଗିଲେ। ସେ ବିଭିନ୍ନ ପ୍ରକାର ମୁଦ୍ରା ବିନିମୟ କରୁଥିବା ଲୋକଙ୍କ ମେଜ ଓଲଟେଇ ଦେଲେ। ଯେଉଁମାନେ କପୋତ ବିକୁଥିଲେ ସେମାନଙ୍କର ମେଜସବୁ ମଧ୍ୟ ସେ ଓଲଟେଇ ଦେଲେ। 16 ସେ ମଧ୍ୟ କାହାରିକୁ ମନ୍ଦିର ପରିସରରୁ କିଛି ହେଲେ ନେଇ ଯିବାକୁ ଅନୁମତି ଦେଲେ ନାହିଁ। 17 ତା’ପରେ ସେ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଶାସ୍ତ୍ରରେ ଏ କଥା ଲେଖା ଅଛି ଯେ, ‘ମୋ’ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାଯିବ। [a] କିନ୍ତୁ ତୁମ୍ଭେମାନେ ତ ତାକୁ ଗ୍ଭେର ମାନଙ୍କର ଆଶ୍ରୟ ସ୍ଥଳରେ ପରିଣତ କରି ଦେଉଛ’ [b]

18 ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ। 19 ସନ୍ଧ୍ୟା ହୋଇଗଲା। ସନ୍ଧ୍ୟା ହେବାରୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ନଗରରୁ ବାହାରି ଗ୍ଭଲିଗଲେ।

ଯୀଶୁ ବିଶ୍ୱାସର ଶକ୍ତି ଦେଖାଇଲେ(C)

20 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ। 21 ସେତେବେଳେ ପିତର ଡିମ୍ବିରିଗଛକୁ ମନେ ପକେଇଲେ ଓ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରିଗଛକୁ ଅଭିଶାପ ଦେଇଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।”

22 ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ। 23 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି: ଯଦି କେହି ଲୋକ ଏହି ପର୍ବତକୁ କହିବ, ‘ତୁ ଉପୁଡ଼ି ସମୁଦ୍ରରେ ଯାଇ ପଡ଼ିଯା,’ ଏବଂ ଯଦି ଲୋକଟିର ମନରେ କୌଣସି ପ୍ରକାର ସନ୍ଦେହ ନ ଥାଇ ବିଶ୍ୱାସ କରିବ ଯେ, ସେ ଯାହା କହିଛି ତାହା ଘଟିବ, ତେବେ ପରମେଶ୍ୱର ତା’ ପାଇଁ ତାହା କରି ଦେବେ। 24 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ପ୍ରାର୍ଥନା କଲାବେଳେ ଯାହା ମାଗୁଛ, ବିଶ୍ୱାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତେବେ ପ୍ରକୃତରେ ତାହା ତୁମ୍ଭେ ପାଇବ। 25 ତୁମ୍ଭେମାନେ ଯେତେବେଳେ ପ୍ରାର୍ଥନା କରିବାକୁ ଠିଆ ହୋଇଥିବ, ସେତେବେଳେ ଯଦି ତୁମ୍ଭମାନଙ୍କର ମନେ ପଡ଼ିଯାଏ ଯେ, ତୁମ୍ଭେମାନେ କାହାରି ଉପରେ କୌଣସି କାରଣରୁ ରାଗିଛ, ତେବେ ସେହି ଲୋକକୁ କ୍ଷମା କରି ଦିଅ। ତା’ହେଲେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ମଧ୍ୟ ତୁମ୍ଭମାନଙ୍କର ପାପ ଗୁଡ଼ିକୁ କ୍ଷମା କରିଦେବେ।” 26 [c]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center