Book of Common Prayer
ମନ୍ଦିର ଆରୋହଣର ଗୀତ।
120 ମୁଁ ଆପଣା ବିପଦ ସମୟରେ
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି
ଏବଂ ସେ ମୋତେ ଉତ୍ତର ଦେଲେ।
2 “ହେ ସଦାପ୍ରଭୁ, ମୋ’ ବିଷୟରେ ମିଥ୍ୟା କହୁଥିବା ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
ସେମାନେ ଯେଉଁ କଥାସବୁ କହୁଥିଲେ, ତାହା ସବୁ ସତ୍ୟ ନ ଥିଲା।”
3 ହେ ମିଥ୍ୟାବାଦୀମାନେ, ତୁମ୍ଭଙ୍କୁ କ’ଣ ଦିଆଯିବ?
କ’ଣ ପାଇବ ତୁମ୍ଭେ ଜାଣ କି ?
4 ତୁମ୍ଭକୁ ଦଣ୍ଡ ଦେବା ପାଇଁ ସୈନିକର ତୀକ୍ଷ୍ଣ ଶର
ଓ ଗରମ କୋଇଲା ପରମେଶ୍ୱର ଆଣିବେ।
5 ମିଥ୍ୟାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି।
ଏହା କେଦାରର ତମ୍ବୁରେ ବାସ କରିବା ସଦୃଶ।
6 ଶାନ୍ତି ଘୃଣାକାରୀମାନଙ୍କ ସହିତ
ମୁଁ ଦୀର୍ଘଦିନଧରି ବାସ କରିଅଛି।
7 ମୁଁ କହିଲି, ମୁଁ ଶାନ୍ତି ଗ୍ଭହେଁ,
କିନ୍ତୁ ସେମାନେ ଯୁଦ୍ଧ ଗ୍ଭହାନ୍ତି।
ଏକ ଆରୋହଣ ଗୀତ।
121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
2 ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
3 ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
4 ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
କି କେବେ ଶୋଇବେ ନାହିଁ।
5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
6 ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ଦାଉଦ ମନ୍ଦିର ଯିବା ସମୟରେ ଗୀତ।
122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
“ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
2 ହେ ଯିରୁଶାଲମ!ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।
6 ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
“ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”
8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
ଏକ ଆରୋହଣ ଗୀତ।
123 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ।
ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
2 କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ
ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ।
ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।
3 ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!
ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
4 ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ
ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
ଜଳରାଶି ପରି ମଗ୍ନ କରିଥା’ନ୍ତେ।
ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
5 ଗର୍ଜୁଥିବା ଜଳରାଶି ଆମ୍ଭକୁ
ବୁଡ଼ାଇ ଦେଇଥା’ନ୍ତା।
6 ସଦାପ୍ରଭୁଙ୍କର ପ୍ରଶଂସା କର।
ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।
7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
ଆରୋହଣ ଗୀତ।
125 ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ।
ସେମାନେ କେବେ ମଧ୍ୟ ଥରିବେ ନାହିଁ।
ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ।
2 ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,
ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି।
ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।
3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ।
ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ।
4 ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର।
ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର।
5 ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି।
ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।
126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
ଅନ୍ୟ ଜାତିର ଲୋକମାନେ କହିଲେ,
“ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
ତହିଁରେ ଆମ୍ଭେମାନେ ଖୁସୀ ଅଟୁ।
4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।
ଶଲୋମନଙ୍କର ରଚିତ ଆରୋହଣ ଗୀତ।
127 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି,
ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ।
ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି,
ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।
2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ
ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା।
କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ
ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି।
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର।
ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
4 ଯୁବକର ପୁତ୍ରଗଣ
ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
5 ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ,
ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି।
ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ,
ସେ ହେଉଛି ଭାଗ୍ୟବାନ୍।
9 ଅବଶାଲୋମ ଦାଉଦଙ୍କର ଅଧିକାରୀମାନଙ୍କ ସହିତ ଦେଖା ହେଲା। ସେ ସମୟରେ ଅବଶାଲୋମ ଖଚର ଉପରେ ଚଢ଼ି ଥିଲା। ସେ ଯେତେବେଳେ ଖଚରରେ ଆରୋହଣ କରୁଥିଲା, ସେ ଖସିଯିବା ପାଇଁ ଗ୍ଭହୁଁଥିଲା ସେହି ସମୟରେ ଏକ ବିରାଟ ଅଲୋନ୍ବୃକ୍ଷରେ ତା’ର ମୁଣ୍ଡ ଧକ୍କା ହେଲା ଏବଂ ବାଳଗୁଡ଼ାକ ଗଛ ଡାଳରେ ଲାଗି ଭୂମିର ଉପରେ ଝୁଲି ରହିଲା। ଯେତେବେଳେ ଖଚରଟି ସେହି ବାଟେ ଦୌଡ଼ିଥିଲା।
10 ସେହି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକୁ ଜଣାଇ ଦେଲା, “ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗା ହୋଇଥିବାର ଦେଖିଲି।”
11 ଯୋୟାବ ସେ ଲୋକକୁ କହିଲେ, “ଦେଖ, ତୁମ୍ଭେ ଏସବୁ ଦେଖିଲ ମାତ୍ର ତୁମ୍ଭେ କାହିଁକି ତାକୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ ମୁଁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”
12 ସେ ଲୋକଟି ଯୋୟାବକୁ କହିଲା, “ମୁଁ ସେ ରାଜପୁତ୍ରକୁ ମାରି ପାରି ନ ଥା’ନ୍ତି, ମୋତେ ଆପଣ ଯେତେ ଧନ ଦେଲେବି। ବା 1000 ଖଣ୍ତ ରୂପା ଦେଲେ ମଧ୍ୟ ଏକାର୍ଯ୍ୟ ଅସମ୍ଭବ। କାରଣ ଆମ୍ଭେମାନେ ରାଜାଙ୍କର ଆଦେଶ ତୁମ୍ଭ ପ୍ରତି, ଅବୀଶୟ ପ୍ରତି ଓ ଇତ୍ତୟ ପ୍ରତି ଶୁଣିଥିଲୁ। ରାଜାଙ୍କର ଆଦେଶ ଥିଲା, ‘ସାବଧାନ, ଅବଶାଲୋମକୁ ଆଘାତ କର ନାହିଁ।’ 13 ଯଦି ମୁଁ ଅବଶାଲୋମକୁ ହତ୍ୟା କରିଥା’ନ୍ତି, ରାଜା ଏ କଥା ଜାଣିଥା’ନ୍ତେ ଏବଂ ଆପଣ ମୋର ରକ୍ଷା କରିବାକୁ ଆସି ନ ଥା’ନ୍ତେ।”
14 ଯୋୟାବ କହିଲେ, “ମୁଁ ଏଠାରେ ତୁମ୍ଭ ସହିତ ସମୟ ନଷ୍ଟ କରି ପାରିବି ନାହିଁ।”
ଅବଶାଲୋମ ତଥାପି ଜୀବିତ ଅବସ୍ଥାରେ ଅଲୋନ୍ଗଛରେ ଝୁଲୁଥିଲା। ଯୋୟାବ ଏକ ତ୍ରିଶୁଳ ନେଇ ଅବଶାଲୋମର ଛାତିରେ ଆଘାତ କଲେ। 15 ଯୋୟାବଙ୍କର ଦଶ ଜଣ ଯୁବା ସୈନିକ ଥିଲେ। ଯେଉଁମାନେ ତାଙ୍କୁ ଯୁଦ୍ଧରେ ସାହାଯ୍ୟ କରୁଥିଲେ। ସେହି ସୈନିକମାନେ ଅବଶାଲୋମର ଚତୁର୍ପାର୍ଶ୍ୱରେ ଏକତ୍ରିତ ହୋଇ ତାକୁ ହତ୍ୟା କଲେ।
16 ଯୋୟାବ ତୂରୀ ବଜାଇ ଇସ୍ରାଏଲୀୟମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ। 17 ତା’ପରେ ଯୋୟାବର ଲୋକମାନେ ଅବଶାଲୋମର ମୃତ ଶରୀରକୁ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକୁ ପଥର ପକେଇ ପୋତି ଦେଲେ।
ଯେଉଁ ଇସ୍ରାଏଲୀୟମାନେ ଅବଶାଲୋମଙ୍କର ସାଙ୍ଗ ଦେଇଥିଲେ, ସେମାନେ ସେମାନଙ୍କର ଗୃହକୁ ପଳାୟନ କଲେ।
18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ଉପତ୍ୟକାରେ ଏକ ସ୍ତମ୍ଭ ନିର୍ମାଣ କରିଥିଲେ। ସେ କହିଲେ, “ମୋର ନାମକୁ ଜୀବିତ ରଖିବା ପାଇଁ ମୋର ପୁତ୍ର ନାହିଁ। ସେଥିପାଇଁ ସେ ତାଙ୍କର ସ୍ମୃତିଫଳକ ରଖିବା ପାଇଁ ସ୍ଥାପନ କଲେ ଓ ତାଙ୍କ ନିଜ ନାମ ରଖିଲେ।” ସେହି ନାମ ଅଦ୍ୟପି “ଅବଶାଲୋମର ସମାଧି ସ୍ତୁପ” ରହିଅଛି।
ପାଉଲଙ୍କୁ ହତ୍ୟା କରିବା ପାଇଁ କେତେକ ଯିହୂଦୀଙ୍କ ଷଡ଼ଯନ୍ତ୍ର
12 ତହିଁ ଆରଦିନ କେତେକ ଯିହୂଦୀ ଗୋଟିଏ ଯୋଜନା କଲେ। ସେମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଗ୍ଭହିଁଲେ। ତାହାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ। 13 ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀ ଏହି ଷଡ଼ଯନ୍ତ୍ର କଲେ। 14 ସେମାନେ ମୁଖ୍ୟ ଯାଜକ ଓ ପ୍ରାଚୀନମାନଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କେହି ଭୋଜନ ସ୍ପର୍ଶ କରିବୁ ନାହିଁ। 15 ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସେନାଧ୍ୟକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦେବ। ତୁମ୍ଭେ ସେନାଧ୍ୟକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଗ୍ଭହଁ, କାରଣ ତୁମ୍ଭର ତାହାଙ୍କୁ ଅନେକ ପ୍ରଶ୍ନ ପଗ୍ଭରିବାର ଅଛି। ଆମ୍ଭେ ତାହାଙ୍କୁ ଏଠାରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ୟା କରିବା ପାଇଁ ପ୍ରସ୍ତୁତ ଅଛୁ।”
16 ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ। 17 ତା’ପରେ ପାଉଲ ଜଣେ ସେନା ଅଧିକାରୀଙ୍କୁ ଡାକି କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ନିକଟକୁ ନେଇଯାଅ। ତା’ର ତାହାଙ୍କୁ କିଛି କହିବାର ଅଛି।” 18 ତେଣୁ ସେନା ଅଧିକାରୀ ତାହାକୁ ସେନାଧ୍ୟକ୍ଷଙ୍କ ନକଟକୁ ନେଇଗଲା ଓ କହିଲା, “ବନ୍ଦୀ ପାଉଲ ଏ ଯୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଗ୍ଭହଁ।”
19 ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”
20 ସେ କହିଲା, “ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଗ୍ଭରିବାର ବାହାନାରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ୟରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି। 21 କିନ୍ତୁ ଆପଣ ସେମାନଙ୍କ କଥା ବିଶ୍ୱାସ କରିବେ ନାହିଁ। ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀୟ ଲୁଚିଛନ୍ତି ଏବଂ ପାଉଲଙ୍କୁ ହତ୍ୟା କରିବା ପାଇଁ ଅପେକ୍ଷା କରିଛନ୍ତି। ସେମାନେ ତାହାଙ୍କୁ ନ ମାରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସେମାନେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।”
22 ସେନାଧ୍ୟକ୍ଷ ସେହି ଯୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏ କଥା କହିଛି ବୋଲି କାହାକୁ ଯେପରି ନ କୁହେ, “ଓ ଏହା କହି ତାହାଙ୍କୁ ପଠାଇଦେଲେ।”
ପାଉଲଙ୍କୁ କାଇସରୀଆକୁ ସ୍ଥାନାନ୍ତରିତ
23 ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର। 24 ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀକ୍ସଙ୍କ ପାଖରେ ଉପସ୍ଥିତ କରାଅ।”
ଯିହୂଦୀ ନେତାମାନଙ୍କର ଯୀଶୁଙ୍କ କ୍ଷମତା ପ୍ରତି ସନ୍ଦେହ(A)
27 ଯୀଶୁ ଓ ତାହଙ୍କ ଶିଷ୍ୟମାନେ ପୁଣି ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିଲେ। ପ୍ରଧାନଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ। 28 ସେମାନେ ଯୀଶୁଙ୍କୁ କହିଲେ, “ଆମ୍ଭଙ୍କୁ କୁହ, କେଉଁ ଅଧିକାରରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦେଲା?”
29 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋ’ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ, କେଉଁ ଅଧିକାରରେ ମୁଁ ଏସବୁ କାର୍ଯ୍ୟ କରୁଛି। 30 ମୋତେ କୁହ, ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମନୁଷ୍ୟଠାରୁ? ମୋର ପ୍ରଶ୍ନର ଉତ୍ତର ଦିଅ।”
31 ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସେମାନେ କୁହାକୁହି ହେଲେ, “ଆମ୍ଭେମାନେ ଯଦି କହିବା ଯେ, ‘ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା’, ତେବେ ଯୀଶୁ କହିବେ, ‘ତେବେ ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ 32 କିନ୍ତୁ ଯଦି ଆମ୍ଭେମାନେ କହିବା, ‘ଯୋହନଙ୍କ ବାପ୍ତିସ୍ମ ମନୁଷ୍ୟଠାରୁ ଆସିଥିଲା, ତେବେ ଲୋକମାନେ ଆମ୍ଭ ଉପରେ ରାଗିଯିବେ।” ସେମାନେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ୱାସ କରୁଥିଲେ ଯେ, ଯୋହନ ପ୍ରକୃତରେ ଜଣେ ଭବିଷ୍ୟଦ୍ବକ୍ତା।
33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଆମ୍ଭେମାନେ ଜାଣି ନାହୁଁ।”
ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତା’ହେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ଯେ, କେଉଁ ଅଧିକାରରେ ମୁଁ ଏ ସବୁ କାର୍ଯ୍ୟ କରୁଛି।”
ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ(B)
12 ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ [a] କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା’ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।
2 “ପରେ ଯେତେବେଳେ ଦ୍ରାକ୍ଷା ତୋଳିବା ବେଳ ଆସିଲା, ସେତେବେଳେ ସେ ତାହାଙ୍କର ଜଣେ ଗ୍ଭକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା। 3 କିନ୍ତୁ କୃଷକମାନେ ଗ୍ଭକରଟିକୁ ଧରି ପ୍ରହାର କଲେ ଓ ତାକୁ କିଛି ନ ଦେଇ ଘୋଉଡ଼େଇ ଦେଲେ। 4 ତା’ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ। 5 ତା’ପରେ ସେ ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଗ୍ଭକରଟିକୁ ଜୀବନରେ ମାରିଦେଲେ। ସେ ଲୋକଟି ଆଉ ଅଧିକ ଗ୍ଭକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତେକଙ୍କୁ ପିଟିଲେ ଓ ଅନ୍ୟ କେତେଙ୍କୁ ଜୀବନରେ ମାରିଦେଲେ।
6 “ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’
7 “କିନ୍ତୁ କୃଷକମାନେ କୁହାକୁହି ହେଲେ, ‘ଏହି ଲୋକଟି ବଗିଗ୍ଭ ମାଲିକର ପୁଅ। ବଗିଗ୍ଭର ସେ ଉତ୍ତରାଧିକାରୀ। ଆମ୍ଭେମାନେ ତାକୁ ମାରିଦେଲେ ବଗିଗ୍ଭଟି ଆମ୍ଭର ହୋଇଯିବ’। 8 ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନେଇ ଜୀବନରେ ମାରିଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗିଦେଲେ।
9 “ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ। 10 ତୁମ୍ଭେମାନେ କ’ଣ ଏହି ଶାସ୍ତ୍ର ପଢ଼ି ନାହଁ?
“ଯେଉଁ ପଥରକୁ କାରିଗରମାନେ ଅଦରକାରୀ ମନେ କଲେ, ସେହି ପଥର
‘କିନ୍ତୁ କୋଣର ପ୍ରଧାନ ମୂଳଦୁଆ ପଥର [b] ହୋଇଗଲା।
11 ପ୍ରଭୁ ତାହା କଲେ,
ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ଯ୍ୟଜନକ।’”(C)
12 ଏହି ଯିହୂଦୀନେତାମାନେ ଯୀଶୁଙ୍କ ଦୃଷ୍ଟାନ୍ତ ଶୁଣିଲେ। ଏହା ସେମାନଙ୍କ ଉଦ୍ଦେଶ୍ୟରେ ଥିଲା ବୋଲି ସେମାନେ ଜାଣି ପାରିଲେ। ତେଣୁ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ସେମାନେ ଉପାୟ ଖୋଜି ବସିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ। ତେଣୁ ସେମାନେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲେ।
2010 by World Bible Translation Center