Book of Common Prayer
146 ସଦାପ୍ରଭୁଙ୍କର ପ୍ରଶଂସା କର!
ମୁଁ ନିଜକୁ କହେ, ସଦାପ୍ରଭୁଙ୍କର ପ୍ରଶଂସା କର।
2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି।
ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।
3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ।
ଲୋକମାନଙ୍କ ପ୍ରତି ଭରସା କର ନାହିଁ।
କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ।
4 ଲୋକମାନେ ମରନ୍ତି ଓ କବର ନିଅନ୍ତି।
ଆଉ ସେହି ଦିନ, ସେମାନଙ୍କର ଯୋଜନା ସବୁ ମଧ୍ୟ ମରିଯାଏ।
5 କିନ୍ତୁ ସେହିମାନେ ଭାଗ୍ୟବାନ୍ ଯେଉଁମାନଙ୍କର ଯାକୁବର ପରମେଶ୍ୱର ଅଛନ୍ତି, ସେହିମାନଙ୍କୁ ସାହାଯ୍ୟ କରିବା ପାଇଁ,
ସେହିମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
6 ସଦାପ୍ରଭୁ ସ୍ୱର୍ଗ, ପୃଥିବୀ, ସମୁଦ୍ର
ଏବଂ ଏଥିରେ ଥିବା ପ୍ରତ୍ୟେକ ବସ୍ତୁ ମଧ୍ୟ ତିଆରି କଲେ।
ସେ ସର୍ବଦା ବିଶ୍ୱସ୍ତ ଅଟନ୍ତି।
7 ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ଯାହା ନ୍ୟାୟ ତାହା କରନ୍ତି।
ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି।
ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି।
ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
9 ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି।
ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି,
ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।
10 ସଦାପ୍ରଭୁ ଚିରକାଳ ରାଜ୍ୟ କରିବେ।
ହେ ସିୟୋନ, ତୁମ୍ଭର ପରମେଶ୍ୱର ସଦାସର୍ବଦା ରାଜ୍ୟ କରିବେ।
ସଦାପ୍ରଭୁଙ୍କର ପ୍ରଶଂସା କର।
147 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ!
ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।
2 ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି।
ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।
3 ସେ ସେମାନଙ୍କର ଭଗ୍ନ ହୃଦୟକୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତରେ ପଟି ବାନ୍ଧନ୍ତି।
4 ସେ ତାରାଗଣଙ୍କୁ ଗଣନା କରନ୍ତି।
ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।
5 ଆମ୍ଭର ପ୍ରଭୁ ଅତି ମହାନ ଏବଂ ଶକ୍ତିମାନ।
ତାଙ୍କର ବୁଝାମଣା ଅସୀମ।
6 ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥା’ନ୍ତି।
ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।
7 ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ।
ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର।
8 ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି।
ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି।
ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
9 ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି।
ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।
10 ଯୁଦ୍ଧ ଅଶ୍ୱର ଓ ପରାକ୍ରମୀ ସୈନ୍ୟ
ତାଙ୍କୁ ଖୁସୀ କରି ପାରନ୍ତି ନାହିଁ।
11 ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି,
ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।
12 ହେ ଯିରୁଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର!
13 ହେ ଯିରୁଶାଲମ, ପରମେଶ୍ୱର ତୁମ୍ଭ ଫାଟକକୁ ଦୃଢ଼ କରିଛନ୍ତି,
ଏବଂ ସେ ତୁମ୍ଭ ସହରର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି।
14 ସେ ତୁମ୍ଭ ଦେଶକୁ ଧନଧାନ୍ୟରେ ପୂର୍ଣ୍ଣ କରନ୍ତି,
ଯେଉଁଥିପାଇଁ ତୁମ୍ଭମାନଙ୍କର ଖାଇବା ପାଇଁ ଯଥେଷ୍ଟ ଖାଦ୍ୟ ଅଛି।
15 ପରମେଶ୍ୱର ପୃଥିବୀକୁ ଆପଣା ଆଦେଶ ଦିଅନ୍ତି।
ତାଙ୍କର ବାକ୍ୟସବୁ ଅତିଶୀଘ୍ର ପାଳନ କରାଯାଏ।
16 ପରମେଶ୍ୱର ପୃଥିବୀ ଧଳା ପଶମ ତୁଲ୍ୟ ହେବାଯାଏ ହିମପାତ କରନ୍ତି।
ସେ ଧୂଳିପରି ପୃଥିବୀରେ ତାହା ବିକ୍ଷିପ୍ତ କରନ୍ତି।
17 ପରମେଶ୍ୱର ପଥର ପରି ଆକାଶରୁ ଖଣ୍ଡ ଖଣ୍ଡ ବରଫ ପକାନ୍ତି,
ତାଙ୍କ ପଠାଯାଇଥିବା ଶୀତ ଆଗରେ କେହି ଠିଆ ହୋଇ ପାରିବେ ନାହିଁ।
18 ଏହା ପରେ ସେ ଗୋଟିଏ ଆଦେଶରେ ବରଫଗୁଡ଼ିକ ତରଳାଇ ପକାନ୍ତି,
ଏବଂ ତାଙ୍କ ଆଜ୍ଞାରେ ପବନ ବହିଲେ ଜଳସ୍ରୋତ ବହେ।
19 ପରମେଶ୍ୱର ଯାକୁବକୁ ଆପଣା ଆଦେଶ ଦେଲେ,
ପରମେଶ୍ୱର ଇସ୍ରାଏଲ ପ୍ରତି ଆପଣା ବ୍ୟବସ୍ଥା ଓ ବିଧି ପ୍ରକାଶ କଲେ!
20 ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି।
ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର।
111 ସଦାପ୍ରଭୁଙ୍କର ପ୍ରଶଂସା କର।
ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
2 ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
3 ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
4 ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
7 ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
8 ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
9 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।
112 ସଦାପ୍ରଭୁଙ୍କର ପ୍ରଶଂସା କର।
ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
2 ତା’ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
3 ସେହି ଲୋକର ପରିବାର ଧନଶାଳୀ ହେବେ
ଏବଂ ତା’ର ଧର୍ମ ଚିରକାଳସ୍ଥାୟୀ ହେବ।
4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
5 ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6 ସେହି ଲୋକ କଦାପି ବିଚଳିତ ହେବ ନାହିଁ।
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
8 ସେହି ଲୋକ ସୁସ୍ଥିର ଥାଏ।
ସେ କେବେ ଭୟ କରେ ନାହିଁ।
ସେ ତା’ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
ତା’ର ଧର୍ମ ଏକ। ଚିରକାଳସ୍ଥାୟୀ।
ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।
113 ସଦାପ୍ରଭୁଙ୍କର ପ୍ରଶଂସା କର!
ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 ଅଦ୍ୟାବଧି ଚିରକାଳ
ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା’ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
ଦେଖିବାକୁ ତଳକୁ ଗ୍ଭହିଁଲେ।
7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ ।
କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର!
ଦାଉଦ ତାଙ୍କର ସୈନ୍ୟମାନଙ୍କୁ ଗଣନା କରିବା ପାଇଁ ନିଷ୍ପତ୍ତି ନେଲେ
24 ସଦାପ୍ରଭୁ ପୁନ୍ନରାୟ ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରେଇଲେ। ତେଣୁ ଦାଉଦ ଆଦେଶ ଦେଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
2 ରାଜା ଦାଉଦ ତାଙ୍କର ସେନାପତି ଯୋୟାବକୁ ଡାକି କହିଲେ, “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ବଂଶ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର। ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
ସଦାପ୍ରଭୁ ଦାଉଦଙ୍କୁ ଦଣ୍ତମାନ ଦେଲେ
10 ଏହା ପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦୟ ଦୁଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଛି। ହେ ସଦାପ୍ରଭୁ, ମୁଁ ଆପଣଙ୍କୁ ବିନୟ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁଁ ଅତି ମୁର୍ଖର କର୍ମ କରିଅଛି।”
11 ଯେତେବେଳେ ଦାଉଦ ପ୍ରଭାତରେ ଶଯ୍ୟା ତ୍ୟାଗ କଲେ ସେତେବେଳେ ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। 12 ସଦାପ୍ରଭୁ ଗାଦ୍କୁ କହିଲେ, “ଦାଉଦ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖିଅଛୁ ସେଥି ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତୁ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବୁ।’”
13 ଗାଦ୍ ଦାଉଦଙ୍କ ନିକଟକୁ ଯାଇ କହିଲେ, “ଏହି ତିନୋଟି ମଧ୍ୟରୁ ଗୋଟିକୁ ବାଛ।
1, ତୁମ୍ଭ ପାଇଁ, ତୁମ୍ଭ ଦେଶ ପାଇଁ ସାତ ବର୍ଷ ଦୁର୍ଭିକ୍ଷ ହେବ।
2, ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ତିନି ମାସ ପର୍ଯ୍ୟନ୍ତ ଗୋଡ଼ାଇବେ।
3, ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ।
ଏହିସବୁ କଥା ବିଷୟରେ ଭାବ ଏବଂ ଏହି ତିନି କଥାରୁ ଗୋଟିକୁ ବାଛ। ଏବଂ ମୁଁ ସଦାପ୍ରଭୁଙ୍କୁ ତୁମ୍ଭର ପସନ୍ଦ ଜଣାଇ ଦେବି। ଯେହେତୁ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି।”
14 ଦାଉଦ ଗାଦ୍କୁ କହିଲେ, “ମୁଁ କି ଅସୁବିଧାରେ ପଡ଼ିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତୁ, କିନ୍ତୁ ମଣିଷ ହାତରେ ଦଣ୍ତ ନ ଦିଅନ୍ତୁ।”
15 ତେଣୁ ସଦାପ୍ରଭୁ ଇସ୍ରାଏଲକୁ ମହାମାରୀ ପଠାଇଲେ। ଏହି ପ୍ରତ୍ୟୁଷରୁ ଆରମ୍ଭ ହୋଇ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଗ୍ଭଲୁ ରହିଲା। ତେଣୁ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ 70,000 ଲୋକ ମୃତ୍ୟୁବରଣ କଲେ। 16 ଦୂତ ଯିରୁଶାଲମକୁ ଧ୍ୱଂସ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦୁଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କୁ କହିଲେ, “ଯେଉଁ ଲୋକମାନଙ୍କୁ ମାରିଅଛ ତାହା ଯଥେଷ୍ଟ, ତୁମ୍ଭ ହସ୍ତ ନତ କର।” ଏହି ସମୟରେ ସେହି ଦୂତ ଯିବୂଷୀୟ ଅରୌଣାରେ ଶସ୍ୟ ମର୍ଦ୍ଦନ ସ୍ଥାନ ନିକଟରେ ଥିଲେ।
ଦାଉଦ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନକୁ କିଣିଲେ
17 ପୁଣି ଦାଉଦ ସେହି ସଂହାରକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି। ମାତ୍ର ଏହି ମେଷଗଣ କ’ଣ କଲେ? ବିନୟ କରୁଅଛି ତୁମ୍ଭ ହସ୍ତ ମୋ’ ପ୍ରତିକୂଳରେ ଓ ମୋ’ ପିତୃଗୃହର ପ୍ରତିକୂଳରେ ହେଉ।”
18 ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାହାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।” 19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟନୁସାରେ ଉଠି ଗଲେ। 20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ ରାଜ୍ୟ ଓ ତାଙ୍କର ଦାସମାନେ ତାଙ୍କ ଆଡ଼କୁ ଆସୁ ଅଛନ୍ତି। ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା। 21 ପୁଣି ଅରୌଣା ପଗ୍ଭରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି କାରଣରେ ଆସିଲେ?” ସଦାପ୍ରଭୁଙ୍କ ପାଇଁ ବେଦି ତିଆରି କରିବାକୁ ମୁଁ ତୁମ୍ଭର ଖଳାର ଭୂମି କିଣିବାକୁ ଆସିଅଛି। ତା’ପରେ ମହାମାରୀ ବନ୍ଦ ହେବ।
ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେମନ୍ତ ମହାମାରୀ ନିବୃତ୍ତ ହେବ। ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବ। କାରଣ ତୁମ୍ଭଠାରୁ ଶସ୍ୟ ମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜା ଆପଣଙ୍କୁ ଯାହା ଭଲ ଲାଗେ ତାହା ଦେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରନ୍ତୁ। ଦେଖନ୍ତୁ ହୋମବଳି ନିମନ୍ତେ ଏହି ବୃଷକୁ ଓ କାଠ ନିମନ୍ତେ ଏହି ଶସ୍ୟ ମର୍ଦ୍ଦନ ଯନ୍ତ୍ର ସଜ୍ଜ ଅଛି। 23 ହେ ମହାରାଜ, ଅରୌଣା ଏ ସମସ୍ତ ମହାରାଜାଙ୍କୁ ଦେଉଅଛି।” ପୁଣି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
24 ତହିଁରେ ରାଜା ଅରୌଣାକୁ କହିଲେ, “ନା, ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନା ମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
ତହୁଁ ଦାଉଦ ପଗ୍ଭଶ୍ ଶେକଲ ରୂପାରେ ସେହି ଶସ୍ୟ ମର୍ଦ୍ଦନ ସ୍ଥାନ ଓ ବୃଷ ସବୁ କିଣିଲେ। 25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନୈବେଦ୍ୟ ଉତ୍ସର୍ଗ କଲେ।
ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
23 ଏହି ବିଶ୍ୱାସ ପ୍ରକାଶ ହେବା ପର୍ଯ୍ୟନ୍ତ ଆମ୍ଭେ ବ୍ୟବସ୍ଥା ଦ୍ୱାରା ବନ୍ଦୀ ଓ ପରିଗ୍ଭଳିତ ହୋଇଥିଲୁ। ଆମ୍ଭର ସେତେବେଳେ କୌଣସି ସ୍ୱାଧୀନତା ନ ଥିଲା। 24 ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା’ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ। 25 ଏବେ ବିଶ୍ୱାସର ରାସ୍ତା ଉପସ୍ଥିତ ହୋଇଅଛି ଓ ଆମ୍ଭେ ଏଣିକି ବ୍ୟବସ୍ଥାର ଅଧୀନ ନୋହୁଁ।
26 ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭେ ସମସ୍ତେ ପରମେଶ୍ୱରଙ୍କ ସନ୍ତାନଗଣ ଅଟ। 27 ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠାରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭେମାନେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ। 28 ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ। 29 ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ।
4 ମୁଁ କହୁଛି ଯେ, ଯେପର୍ଯ୍ୟନ୍ତ ଜଣେ ଉତ୍ତରାଧିକାରୀ ଶିଶୁ ଅବସ୍ଥାରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହୋଇଥିଲେ ମଧ୍ୟ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ। 2 କାରଣ ସେହି ଶିଶୁ ଆପଣା ପିତାଙ୍କ ଦ୍ୱାରା ନିଶ୍ଚିତ କରାଯାଇଥିବା ସମୟ ପର୍ଯ୍ୟନ୍ତ ଅଭିଭାବକ ଓ ତା’ର ଯତ୍ନ ନ୍ୟସ୍ତ କରା ଯାଇଥିବା ବ୍ୟକ୍ତିମାନଙ୍କର ଅଧୀନରେ ଥାଏ। 3 ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ। 4 କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ। 5 ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
6 ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ ଆବ୍ବା, ପ୍ରିୟ ପିତା” ବୋଲି ଡାକନ୍ତି। 7 ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।
ଯୀଶୁ ହେଉଛନ୍ତି ଜଗତର ଆଲୋକ
12 ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, “ମୁଁ ଜଗତର ଆଲୋକ, ମୋତେ ଯେଉଁ ଲୋକ ଅନୁସରଣ କରେ, ସେ କେବେ ଅନ୍ଧକାରରେ ଗ୍ଭଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।”
13 କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, “ତୁମ୍ଭେ ଯେତେବେଳେ ତୁମ୍ଭ ନିଜ ସାକ୍ଷ୍ୟ ଦେଉଛ, ସେତେବେଳେ ତୁମ୍ଭେ କେବଳ ଏସବୁ କଥା ସତ୍ୟ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରି ପାରିବୁ ନାହିଁ।”
14 ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ମୋ’ ବିଷୟରେ ଏସବୁ କଥା କହୁଛି, କିନ୍ତୁ ମୁଁ ଯାହା କହୁଛି, ଲୋକେ ବିଶ୍ୱାସ କରି ପାରିବେ। କାରଣ ମୁଁ ଜାଣେ, ମୁଁ କେଉଁଠାରୁ ଆସିଛି ଓ ମୁଁ କେଉଁଆଡ଼େ ଯାଉଛି। ମୁଁ ତୁମ୍ଭମାନଙ୍କ ଭଳି ନୁହେଁ। ତୁମ୍ଭେ ଜାଣି ନାହଁ, ମୁଁ କେଉଁଠାରୁ ଆସିଛି ଓ କେଉଁଠାକୁ ଯାଉଛି। 15 ପୃଥିବୀର ଲୋକମାନଙ୍କୁ ବିଗ୍ଭର କଲା ଭଳି ତୁମ୍ଭେ ମୋର ବିଗ୍ଭର କରୁଛ। ମୁଁ କାହାର ବିଗ୍ଭର କରୁ ନାହିଁ। 16 କିନ୍ତୁ ମୁଁ ଯଦି ବିଗ୍ଭର କରେ, ତେବେ ମୋ’ ବିଗ୍ଭର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମୋ’ ସହିତ ମୋର ପ୍ରେରଣକର୍ତ୍ତା ପରମପିତା ଅଛନ୍ତି। 17 ତୁମ୍ଭର ବିଧି ବ୍ୟବସ୍ଥା କୁହେ ଯେ, କୌଣସି ଘଟଣା ସମ୍ବନ୍ଧରେ ଯଦି ଦୁଇଜଣ ସାକ୍ଷୀ ସମାନ କଥା କହନ୍ତି, ତେବେ ତୁମ୍ଭେ ନିଶ୍ଚୟ ସେମାନଙ୍କ କଥା ଗ୍ରହଣ କରିବ। 18 ମୁଁ ମୋ’ ନିଜ ସମ୍ବନ୍ଧରେ ଜଣେ ସାକ୍ଷୀ ଓ ମୋତେ ପଠାଇଥିବା ପରମପିତା ମୋର ଆଉ ଜଣେ ସାକ୍ଷୀ।”
19 ଲୋକମାନେ ପଗ୍ଭରିଲେ, “ତୁମ୍ଭର ପିତା କାହାନ୍ତି?”
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଜାଣି ନାହଁ ଓ ମୋ’ ପରମପିତାଙ୍କୁ ମଧ୍ୟ ଜାଣି ନାହିଁ। କିନ୍ତୁ ତୁମ୍ଭେ ଯଦି ମୋତେ ଜାଣିଥା’ନ୍ତ, ତେବେ ମୋ’ ପରମପିତାଙ୍କୁ ମଧ୍ୟ ଜାଣିଥା’ନ୍ତ।” 20 ଯୀଶୁ ଏସବୁ କଥା ମନ୍ଦିର ପରିସରରେ ଉପଦେଶ ଦେଲାବେଳେ କହିଲେ। ଦାନ ପାତ୍ରରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହୋଇଥିଲେ। କିନ୍ତୁ କେହି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ୍ ସମୟ ସେପର୍ଯ୍ୟନ୍ତ ଆସି ନ ଥିଲା।
2010 by World Bible Translation Center