Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 1-4

ପ୍ରଥମ ପୁସ୍ତକ

(ଗୀତସଂହିତା 1-41)

ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
    ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
    ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
    ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
    ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
    ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।

ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
    ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
    ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
    ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି?
    କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?
ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ,
    ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।
ସେହି ନେତାମାନେ କୁହନ୍ତି,
    “ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା।
    ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”

କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’
    ସେମାନଙ୍କ ଏପରି କଥାକୁ ପରିହାସ କରିବେ।
5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି
ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି
    ଏବଂ ସେ ସିୟୋନ ପର୍ବତରେ ଶାସନ କରିବ।
    ସିୟୋନ ହେଉଛି ମୋର ପବିତ୍ର ପର୍ବତ।”
    ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।

ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି।
ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି
    ଓ ତୁମ୍ଭେ ମୋର ପୁତ୍ର ହେଲ।
ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି।
    ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।
ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି
    ଧ୍ୱଂସ କରିଦେଇ ପାରିବ।”

10 ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ।
    ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ [a] ଅଟ
    ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ।
ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି।
    କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।

ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

“ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି।
    ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।
ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି।
ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।”

କିନ୍ତୁ ହେ ସଦାପ୍ରଭୁ,
ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ।
    ତୁମ୍ଭେ ମୋର ମହିମା।
    ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।

ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି
    ଏବଂ ସେ ତାହଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ।

ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି,
    କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।
ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା
    ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।

ହେ ସଦାପ୍ରଭୁ, ତୁମ୍ଭେ ଉଠ!
    ହେ ପରମେଶ୍ୱର ତୁମ୍ଭେ ଆସ ଓ ମୋତେ ରକ୍ଷା କର।
ତୁମ୍ଭେ ଅତି ବଳଶାଳୀ ଅଟ।
ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ,
    ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।

ହେ ସଦାପ୍ରଭୁ ଶେଷରେ ତୁମ୍ଭର ହିଁ ବିଜୟ ହେବ।
    ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।

ତାରଯୁକ୍ତ ବାଦ୍ୟଯନ୍ତ୍ର ଦ୍ୱାରା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

ହେ ମୋର ଧର୍ମସ୍ୱରୂପ ପରମେଶ୍ୱର,
    ମୋତେ ଉତ୍ତର ଦିଅ।
ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ।
ମୋ’ ପ୍ରତି ସଦୟ ହୁଅ।
    ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।

ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ?
    ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ?
    କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ?

ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି।
    ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ।

ଯଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି,
    ତୁମ୍ଭେ ବିଛଣାକୁ ଶୋଇବାକୁ ଯିବା ପୂର୍ବରୁ ସେହି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର।
ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖି
    ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧର୍ମ ବଳିଦାନ ଉତ୍ସର୍ଗ କର।

ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ?
    ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”
ହେ ସଦାପ୍ରଭୁ, ତୁମ୍ଭେ ମୋତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ।
ମୁଁ ବର୍ତ୍ତମାନ ବହୁତ ଖୁସୀ।
ଫସଲ ଅମଳ ସମୟଠାରୁ, ଯେତେବେଳେ ଆମ୍ଭେ ଶସ୍ୟଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ,
ସେତେବେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।
ମୁଁ ବିଛଣାରେ ଶାନ୍ତିରେ ଶୟନ କରେ,
    କାରଣ ହେ ସଦାପ୍ରଭୁ ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ।

ଗୀତସଂହିତା 7

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଏହି ଗୀତ, ଏହି ଗୀତଟି ଶିଗାୟୋନ ଯିଏକି କୂଶଙ୍କର ପୁତ୍ର ଏବଂ ବିନ୍ୟାମୀନୀୟ ପରିବାରର ଅନ୍ତର୍ଭୁକ୍ତ।

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି।
    ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।
ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ।
    ମୋତେ ସେମାନେ ବୋହି ନେଇଯିବେ।
    ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ।

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ।
ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ,
    ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ।
    ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ।
    ମୋର ଜୀବନକୁ ଭୂମିରେ ଦଳି ପକାଉ।
    ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।

ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର।
    ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର।
    ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।
ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର।
    ଯେଉଁମାନେ କି ତୁମ୍ଭ ରାଜ୍ୟର ଚତୁର୍ଦ୍ଦିଗରେ ଏକତ୍ରିତ ହୋଇଛନ୍ତି।
ହେ ସଦାପ୍ରଭୁ ଲୋକମାନଙ୍କର ବିଗ୍ଭର କର।
    ମୋର ମଧ୍ୟ ବିଗ୍ଭର କର।
    ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍।
    ପ୍ରମାଣ କର ଯେ ମୁଁ ନିରପରାଧ।
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ।
    ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର।
ହେ ପରମେଶ୍ୱର ତୁମ୍ଭେ ଅତ୍ୟନ୍ତ ମହାନ
    ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।

10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି,
    ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ।
11 ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା।
    ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।
12 ଯଦି ପରମେଶ୍ୱର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
13     ପରମେଶ୍ୱର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ଥା’ନ୍ତି।

14 କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ୟସ୍ତ ଥା’ନ୍ତି।
    ସେମାନେ ଗୋପନ ଯୋଜନା କରନ୍ତି ଓ ମିଥ୍ୟା ମଧ୍ୟ କହନ୍ତି।
15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
    କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ।
    ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି।
    କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।

17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ।
    ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।

ରାଜାବଳୀର ପ୍ରଥମ ପୁସ୍ତକ 1:5-31

5-6 ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିୟ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ୟନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହେବାକୁ ସ୍ଥିର କଲେ। ସେ ଗୋଟିଏ ରଥ, ଅଶ୍ୱାରୋହୀଗଣ ଓ ସମ୍ମୁଖରେ ଦୌଡ଼ିବା ପାଇଁ ପଗ୍ଭଶ୍ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କେବେ ଅଦୋନିୟଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। “ଏପରିକି ସେ ତାଙ୍କୁ ପଗ୍ଭରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?”

ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବିୟାଥର ଯାଜକ ସହିତ ପରାମର୍ଶ କଲେ। ସେମାନେ ଅଦୋନିୟର ଅନୁଗତ ହୋଇ ତାଙ୍କୁ ରାଜା କରିବାକୁ ସାହାଯ୍ୟ କଲେ। ମାତ୍ର ସାଦୋକ ଯାଜକ, ଯିହୋୟାଦାର ପୁତ୍ର ବନାୟ, ନାଥନ ଭବିଷ୍ୟ‌ଦ୍‌ବକ୍ତା, ଶିମିୟି, ରେୟି ଓ ଦାଉଦଙ୍କର ସ୍ୱତନ୍ତ୍ର ପ୍ରହରୀଗଣ ଅଦୋନିୟଙ୍କୁ ସମର୍ଥନ କରି ନ ଥିଲେ। ସେମାନେ ଦାଉଦଙ୍କର ବିଶ୍ୱସ୍ତ ଥିଲେ।

ଥରେ ଅଦୋନିୟ ଐନରୋଗଲେର ପାର୍ଶ୍ୱସ୍ଥ ସୋହେଲତ ପଥର ନିକଟରେ ମେଷ, ବୃଷ ଓ ପୁଷ୍ଟ ବାଛୁରି ମାରି ନିଜର ଭ୍ରାତା ରାଜପୁତ୍ରମାନଙ୍କୁ ଓ ଯିହୁଦା ରାଜାଙ୍କର ସମସ୍ତ କର୍ମଗ୍ଭରୀମାନଙ୍କୁ ଉତ୍ସର୍ଗ କରିଥିବା ପଶୁର ମାଂସ ଖାଇବା ପାଇଁ ନିମନ୍ତ୍ରଣ କଲେ। 10 ମାତ୍ର ସେ ନାଥନ ଭବିଷ୍ୟ‌ଦ୍‌ବକ୍ତାଙ୍କୁ, ବନାୟଙ୍କୁ, ପିତାଙ୍କର ସ୍ୱତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।

ନାଥନ ଓ ବ‌ତ୍‌ଶେବା ଶଲୋମନ ସପକ୍ଷରେ କହିଲେ

11 ଏଥିରେ ନାଥନ ଶଲୋମନଙ୍କର ମାତା ବ‌ତ୍‌ଶେବାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାରରେ ହଗୀତଙ୍କର ପୁତ୍ର ଅଦୋନିୟ ନିଜକୁ ରାଜା କରିଅଛନ୍ତି। ଏହା କ’ଣ ତୁମ୍ଭେ ଶୁଣି ନାହଁ? 12 ଏଣୁ ତୁମ୍ଭର ଓ ତୁମ୍ଭ ପୁତ୍ର ଶଲୋମନର ଜୀବନ ବିପଦପୂର୍ଣ୍ଣ। ତୁମ୍ଭେ ନିଜର ଓ ନିଜ ପୁତ୍ର ଶଲୋମନର ଜୀବନ କିପରି ରକ୍ଷା କରି ପାରିବ, ମୁଁ ତୁମ୍ଭକୁ ମନ୍ତ୍ରଣା ଦେବି। 13 ତୁମ୍ଭେ ରାଜା ଦାଉଦଙ୍କ ନିକଟକୁ ଯାଇ କୁହ, ‘ହେ ମୋର ମହାଶୟ ମହାରାଜ, ଆପଣ କ’ଣ ପ୍ରତିଜ୍ଞା କରି ଏ ଦାସୀକୁ କହି ନ ଥିଲ, ମୋ’ ଉତ୍ତାରେ ତୁମ୍ଭର ପୁତ୍ର ଶଲୋମନ ରାଜ୍ୟ ଶାସନ କରିବ ଓ ସେ ମୋ’ ସିଂହାସନରେ ବସିବ? ତେବେ ଅଦୋନିୟ କିପରି ରାଜ୍ୟ କରୁଅଛି?’ 14 ତୁମ୍ଭେ ଯେତେବେଳେ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବ, ମୁଁ ସେଠାରେ ପହଞ୍ଚିବି ଏବଂ ତୁମ୍ଭେ ସେ ସ୍ଥାନ ଛାଡ଼ିଲା ପରେ ମୁଁ ତୁମ୍ଭର କଥାଗୁଡ଼ିକ ନିଶ୍ଚିତ କରିବି।”

15 ଏଥିରେ ବ‌ତ୍‌ଶେବା ଶୟନାଗାର ଭିତରକୁ ଯାଇ ରାଜାଙ୍କୁ ଦେଖିଲେ। ସେତେବେଳେ ରାଜା ଅତ୍ୟନ୍ତ ବୃଦ୍ଧ ଥିଲେ। ଶୁନେମୀୟା ଯୁବତୀ ଅବୀଶଗ ରାଜାଙ୍କର ପରିଚର୍ଯ୍ୟା କରୁଥିଲା। 16 ବ‌ତ୍‌ଶେବା ମୁଣ୍ତ ନୁଆଁଇ ରାଜାଙ୍କୁ ପ୍ରଣାମ କଲେ। ତା’ପରେ ରାଜା ପଗ୍ଭରିଲେ, “ତୁମ୍ଭେ କ’ଣ ଇଚ୍ଛା କରୁଛ?”

17 ବ‌ତ୍‌ଶେବା କହିଲେ, “ହେ ମୋର ମହାଶୟ, ଆପଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ଏ ଦାସୀ ନିକଟରେ ପ୍ରତିଜ୍ଞା କରିଥିଲେ ଯେ, ‘ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜା ହେବ ଓ ସେ ମୋ’ ସିଂହାସନରେ ବସିବ’। 18 ମାତ୍ର ବର୍ତ୍ତମାନ ଆପଣଙ୍କ ଅଜ୍ଞାତରେ ଅଦୋନିୟ ରାଜ୍ୟ କରୁଅଛି। ଅଥଚ ଆପଣ ଜାଣନ୍ତି ନାହିଁ। 19 ଆଉ ସେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ମହାରାଜାଙ୍କ ସମସ୍ତ ପୁତ୍ରମାନଙ୍କୁ, ଅବିୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛି, ମାତ୍ର ଆପଣଙ୍କ ବିଶ୍ୱସ୍ତ ପୁତ୍ର ଶଲୋମନଙ୍କୁ ଡାକି ନାହିଁ। 20 ହେ ମୋର ମହାଶୟ ମହାରାଜା, ବର୍ତ୍ତମାନ ସମଗ୍ର ଇସ୍ରାଏଲବାସୀ ଆପଣଙ୍କ ଉପରେ ଦୃଷ୍ଟି ରଖିଛନ୍ତି। ସେମାନେ ଦେଖିବା ପାଇଁ ଅପେକ୍ଷା କରିଛନ୍ତି। ଆପଣଙ୍କ ଅନ୍ତେ କାହାକୁ ଆପଣ ସିଂହାସନରେ ବସାଇ ରାଜା କରିବେ। 21 ତେଣୁ ଆପଣ ମୃତ୍ୟୁ ପୂର୍ବରୁ କିଛି ଗୋଟିଏ ସ୍ଥିର କରନ୍ତୁ। ତା’ପରେ ନ ହେଲେ ଆପଣ ଆପଣଙ୍କ ପିତୃପୁରୁଷଙ୍କ ସହିତ ସମାଧିସ୍ଥ ହେଲା ପରେ ମୁଁ ଓ ମୋର ପୁତ୍ର ଶଲୋମନ ଦୋଷୀ ବୋଲି ପରିଗଣିତ ହେବୁ।”

22 ବ‌ତ୍‌ଶେବା ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ବେଳେ ଭବିଷ୍ୟ‌ଦ୍‌ବକ୍ତା ନାଥନ ସେଠାରେ ଉପସ୍ଥିତ ହେଲେ। 23 ରାଜାଙ୍କର ଦାସମାନେ ରାଜାଙ୍କୁ କହିଲେ, “ଭବିଷ୍ୟ‌ଦ୍‌ବକ୍ତା ନାଥନ ଏଠାରେ ଉପସ୍ଥିତ।” ତା’ପରେ ନାଥନ ରାଜାଙ୍କ ସମ୍ମୁଖକୁ ଯାଇ ତାଙ୍କୁ ନତମସ୍ତକ ହୋଇ ପ୍ରଣାମ କଲେ। 24 ନାଥନ କହିଲେ, ହେ” ମୋର ମହାରାଜ, ଆପଣ କ’ଣ ଘୋଷଣା କରିଛନ୍ତି କି ଆପଣଙ୍କ ପରେ ଅଦୋନିୟ ରାଜ୍ୟ କରିବେ ଓ ଆପଣଙ୍କ ସିଂହାସନକୁ ଅଧିକାର କରିବେ? 25 କାରଣ ସେ ଆଜି ଯାଇ ଉପତ୍ୟକାରେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ସମସ୍ତ ରାଜପୁତ୍ରମାନଙ୍କୁ ଓ ସେନାପତିମାନଙ୍କୁ ଏବଂ ଅବିୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି। ସେମାନେ ଏକତ୍ରିତ ହୋଇ ଭୋଜନ ପାନ କରୁଛନ୍ତି ଓ କହୁଛନ୍ତି, ‘ରାଜା ଅଦୋନିୟ ଚିରଜୀବି ହୁଅନ୍ତୁ।’ 26 କିନ୍ତୁ ସେ ମୋତେ, ସାଦୋକ ଯାଜକଙ୍କୁ, ଯିହୋୟାଦାର ପୁତ୍ର ବନାୟକୁ ଓ ଆପଣଙ୍କ ପୁତ୍ର ଶଲୋମନକୁ ନିମନ୍ତ୍ରଣ କରି ନାହାନ୍ତି। 27 ମୋର ମହାରାଜ, ଆପଣ ଆମ୍ଭମାନଙ୍କୁ ନ ଜଣାଇ ଏହି କାର୍ଯ୍ୟ କରିଛନ୍ତି କି? ଦୟାକରି କୁହନ୍ତୁ କିଏ ଆପଣଙ୍କ ଅନ୍ତେ ସିଂହାସନରେ ବସିବ?”

28 ତା’ପରେ ରାଜା ଦାଉଦ କହିଲେ, “ବ‌ତ୍‌ଶେବାକୁ ମୋ’ ପାଖକୁ ଡାକ!” ତେଣୁ ସେ ରାଜାଙ୍କ ନିକଟକୁ ଯାଇ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ।

29 ତା’ପରେ ରାଜା ଶପଥ କଲେ, “ଯେପର୍ଯ୍ୟନ୍ତ ସଦାପ୍ରଭୁ ଜୀବିତ ଅଛନ୍ତି ପରମେଶ୍ୱର ମୋତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି। ମୁଁ ଏହି ପ୍ରତିଜ୍ଞା କରୁଅଛି। 30 ଯାହା ପୂର୍ବରୁ ମୁଁ ତୁମ୍ଭ ନିକଟରେ ପ୍ରତିଜ୍ଞା କରିଥିଲି ଆଜି ମୁଁ ତାହା କରିବି। ତୁମ୍ଭର ପୁତ୍ର ଶଲୋମନ ରାଜ୍ୟ ଶାସନ କରିବ ଓ ମୋ’ ଅନ୍ତେ ମୋ’ ପଦରେ ସିଂହାସନରେ ବସିବ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ମୁଁ ପ୍ରତିଜ୍ଞା କରି କହୁଛି, ମୁଁ ମୋର ପ୍ରତିଜ୍ଞା ରଖିବି ଓ ଆଜି ତାହା ପାଳନ କରିବି।”

31 ତା’ପରେ ବ‌ତ୍‌ଶେବା ରାଜାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିଲେ, “ମୋ’ ମହାରାଜ ଦାଉଦ, ଦୀର୍ଘଜୀବୀ ହୁଅନ୍ତୁ!”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 26:1-23

ରାଜା ଆଗ୍ରି‌‌ପ୍‌‌ପାଙ୍କ ସମ୍ମୁଖରେ ପାଉଲ

26 ଆଗ୍ରି‌‌ପ୍‌‌ପା ପାଉଲଙ୍କୁ କହିଲେ, “ତୁମ୍ଭକୁ ନିଜ ସପକ୍ଷରେ କହିବା ପାଇଁ ଅନୁମତି ଦିଆଗଲା।” ତା’ପରେ ପାଉଲ ନିଜ ହାତ ପ୍ରସାରିତ କରି ନିଜ ପକ୍ଷରେ କହିବାକୁ ଲାଗିଲେ। ହେ ରାଜା ଆଗ୍ରି‌‌ପ୍‌‌ପା, “ମୁଁ ନିଜକୁ ଭାଗ୍ୟବାନ୍ ମନେ କରୁଛି, କାରଣ ମୁଁ ଆଜି ଆପଣଙ୍କ ସମ୍ମୁଖରେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୋଗ ବିରୁଦ୍ଧରେ ମୋ’ ପକ୍ଷରେ ଉତ୍ତର ଦେବା ପାଇଁ ସମର୍ଥ ହୋଇପାରିଛି। ଏ କଥା ସତ୍ୟ ଯେ, ଆପଣ ଯିହୂଦୀୟ ପରମ୍ପରା ଓ ସେମାନେ ଯୁକ୍ତି କରୁଥିବା ବିଷୟରେ ଉତ୍ତମ ଜ୍ଞାନ ରଖିଛନ୍ତି। ତେଣୁ ମୋର କଥା ଧୈର୍ଯ୍ୟ ସହକାରେ ଶୁଣିବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି।

“ସମସ୍ତ ଯିହୂଦୀୟମାନେ ମୋର ସମ୍ପୂର୍ଣ୍ଣ ଜୀବନ ବିଷୟରେ ଜାଣନ୍ତି। ମୁଁ ପିଲାଦିନରୁ ନିଜ ଦେଶରେ ଓ ପରେ ଯିରୁଶାଲମରେ କିପରି ବାସ କରିଥିଲି, ତାହା ସେମାନେ ଜାଣନ୍ତି। ସେମାନେ ମୋତେ ବହୁତ ଦିନରୁ ଜାଣନ୍ତି। ସେମାନେ ଯଦି ଗ୍ଭହାନ୍ତି ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୂଶୀ ଥିଲି। ଯିହୂଦୀୟ ଧର୍ମ ବ୍ୟବସ୍ଥାକୁ ଫାରୂଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି। ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମୋର ଆଜି ବିଗ୍ଭର ହେଉଛି। ଯେଉଁ ପ୍ରତିଜ୍ଞାକୁ ଇସ୍ରାଏଲର ବାରଟି ଗୋଷ୍ଠୀ ମଧ୍ୟ ଗ୍ରହଣ କରିବାକୁ ଆଶା କରନ୍ତି, ଓ ଏହାରି ଉପରେ ନିର୍ଭର କରି ଦିନରାତି ପରମେଶ୍ୱରଙ୍କୁ ପୂଜା କରନ୍ତି, ମୁଁ ମଧ୍ୟ ସେହି ପ୍ରତିଜ୍ଞା ଗ୍ରହଣ କରିବା ପାଇଁ ଆଶା କରିଛି। ହେ ରାଜା! ସେହି ପ୍ରତିଜ୍ଞା ଉପରେ ମୋର ଆଶା ଓ ବିଶ୍ୱାସ ଥିବାରୁ ଯିହୂଦୀମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରୁଛନ୍ତି। ପରମେଶ୍ୱର ଯେ ଲୋକମାନଙ୍କୁ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ କରି ପାରିବେ, ଏ କଥା ଆପଣମାନେ କାହିଁକି ଅସମ୍ଭବ ବୋଲି ଭାବୁଛନ୍ତି?

“ମୁଁ ଯେତେବେଳେ ଫାରୂଶୀ ଥିଲି, ସେତେବେଳେ ମୁଁ ମଧ୍ୟ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧରେ ଅନେକ କାର୍ଯ୍ୟ କରିବି ବୋଲି ଭାବୁଥିଲି। 10 ଏ ଭଳି କରୁଥିବା ବେଳେ ମୁଁ ଯିରୁଶାଲମରେ ପରମେଶ୍ୱରଙ୍କର ଅନେକ ଲୋକଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି। ଯୀଶୁଙ୍କ ଅନୁସରଣକାରୀଙ୍କୁ ଯେତେବେଳେ ମୃତ୍ୟୁଦଣ୍ଡ ଦିଆଯାଉଥିଲା, ସେତେବେଳେ ମୁଁ ମଧ୍ୟ ଏହା ଠିକ୍ ବୋଲି ଭାବି ସେଥିରେ ପୂର୍ଣ୍ଣ ସମ୍ମତ ହୋଇଥିଲି। ମୁଁ ପରମେଶ୍ୱରଙ୍କର ଅନେକ ଲୋକମାନଙ୍କୁ ଧରି ଆଣି କାରାଗାରରେ ବନ୍ଦୀ କରି ରଖୁଥିଲି, କାରଣ ଏପରି କରିବା ନିମନ୍ତେ ମୁଁ ମହାଯାଜକମାନଙ୍କଠାରୁ କ୍ଷମତା ପାଇଥିଲି। ମୁଁ ସେମାନଙ୍କୁ ସମାଜଗୃହ ସବୁରେ ଦଣ୍ତ ଦେଇଥିଲି। 11 ମୁଁ ସେମାନଙ୍କୁ ଖ୍ରୀଷ୍ଟଙ୍କ ବିରୁଦ୍ଧରେ କହିବା ପାଇଁ ବାଧ୍ୟ କରିଥିଲି। ମୁଁ ସେମାନଙ୍କ ବିରୁଦ୍ଧରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସେମାନଙ୍କୁ ଅତ୍ୟାଗ୍ଭର କରିବା ପାଇଁ ବିଦେଶୀ ନଗର ଗୁଡ଼ିକୁ ମଧ୍ୟ ଯାଇଥିଲି।

ଯୀଶୁଙ୍କୁ ଦେଖିଥିବା ବିଷୟରେ ପାଉଲଙ୍କ ବର୍ଣ୍ଣନା

12 “ଥରେ ମୁଖ୍ୟ ଯାଜକମାନେ ମୋତେ ଦମ୍ମେସକ ନଗରକୁ ଯିବା ପାଇଁ ଅନୁମତି ଓ କ୍ଷମତା ଦେଲେ। 13 ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା। 14 ଆମେ ସମସ୍ତେ ତଳେ ପଡ଼ିଗଲୁ। ସେତେବେଳେ ମୁଁ ଏବ୍ରୀ ଭାଷାରେ ଗୋଟିଏ ସ୍ୱର ମୋତେ କହୁଥିବାର ଶୁଣିଲି, ‘ଶାଉଲ, ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ? କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭପାଇଁ ଅସମ୍ଭବ ଅଟେ।’

15 “ମୁଁ ପଗ୍ଭରିଲି, ‘ପ୍ରଭୁ, ଆପଣ କିଏ?’

“ସେ କହିଲେ, ‘ମୁଁ ସେହି ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।’ 16 ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସେବକରୂପେ ନିଯୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦେଖା ଦେଇଅଛି। ତୁମ୍ଭେ ମୋ’ ବିଷୟରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦେଖାଇବି, ତୁମ୍ଭେ ତା’ର ସାକ୍ଷୀହେବ। 17 ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସେମାନଙ୍କର ଆଖି ଖୋଲି ଦେବା ପାଇଁ ମୁଁ ତୁମ୍ଭକୁ ପଠାଉଛି। 18 ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”

ପାଉଲଙ୍କ ନିଜ କାର୍ଯ୍ୟ ବିଷୟରେ କହିବା

19 ପାଉଲ କହିଲେ, “ହେ ମହାରାଜା ଆଗ୍ରି‌‌ପ୍‌‌ପା, ମୁଁ ସେହି ସ୍ୱର୍ଗୀୟ ଦର୍ଶନର ବାଧ୍ୟ ହେଲି। 20 ମୁଁ ପ୍ରଥମେ ଦମ୍ମେସକ ନଗରରେ, ପରେ ଯିରୁଶାଲମରେ ସମଗ୍ର ଯିହୂଦା ଓ ଅଣଯିହୂଦୀ ଦେଶମାନଙ୍କରେ ମଧ୍ୟ ପ୍ରଗ୍ଭର କଲି। ମୁଁ ସେମାନଙ୍କୁ ଅନୁତାପ କରି ପରମେଶ୍ୱରଙ୍କ ପାଖକୁ ଫେରିବା ପାଇଁ କହିଲି। ସେମାନଙ୍କ ହୃଦୟ ପରିବର୍ତ୍ତନ ପାଇଁ ଉଚିତ୍ କାର୍ଯ୍ୟ କରିବା ପାଇଁ ମଧ୍ୟ କହିଲି।

21 “ଏଥିପାଇଁ ମନ୍ଦିରରେ ଥିବା ସମୟରେ ଯିହୂଦୀମାନେ ମୋତେ ବନ୍ଦୀ କଲେ, ଓ ମାରିବାକୁ ଚେଷ୍ଟା କଲେ। 22 କିନ୍ତୁ ମୋତେ ପରମେଶ୍ୱର ସାହାଯ୍ୟ କଲେ। ସେ ଆଜି ପର୍ଯ୍ୟନ୍ତ ମୋତେ ସାହାଯ୍ୟ କରିଆସୁଛନ୍ତି। ପରମେଶ୍ୱରଙ୍କ ସାହାଯ୍ୟ ପାଇ ମୁଁ ଏଠାରେ ଠିଆ ହୋଇଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁ ନାହିଁ। ମୋଶା ଓ ଭାବବାଦୀମାନେ ଯାହାସବୁ ଘଟିବ ବୋଲି କହିଛନ୍ତି, ମୁଁ ସେହି କଥା କହୁଛି। 23 ସେମାନେ କହିଛନ୍ତି, ଖ୍ରୀଷ୍ଟ ମୃତ୍ୟୁବରଣ କରିବେ ଓ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ ହେଉଥିବା ପ୍ରଥମ ବ୍ୟକ୍ତି ହେବେ। ମୋଶା ଓ ଭାବବାଦୀମାନେ କହିଛନ୍ତି, କେବଳ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦେଖାଇବେ।”

ମାର୍କ ଲିଖିତ ସୁସମାଗ୍ଭର 13:14-27

14 “ତୁମ୍ଭେମାନେ, ‘ଧ୍ୱଂସ ଘଟାଉଥିବା ଭୟଙ୍କର ବସ୍ତୁକୁ’ [a] ଯେଉଁଠାରେ ନ ରହିବା ଉଚିତ୍, ସେହି ସ୍ଥାନରେ ଥିବାର ଦେଖିବ।” ଯେଉଁମାନେ ଏହା ପଢ଼ିବେ, ସେମାନେ ବୁଝିନେବା ଉଚିତ୍ ଯେ ଏହାର ଅର୍ଥ କ’ଣ? “ସେତେବେଳେ ଯିହୂଦାର ଲୋକମାନେ ପାହାଡ଼ ଉପରକୁ ପଳେଇବା ଉଚିତ୍। 15 ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ୍। 16 ଯଦି କେହି ବାହାରେ ପଡ଼ିଆରେ ଥାଏ, ସେ ନିଜ ଗ୍ଭଦର ଆଣିବା ପାଇଁ ଘରକୁ ଫେରି ନ ଯାଉ।

17 “ସେହି ସମୟ ଗର୍ଭବତୀ ମହିଳା ଓ କୋଳରେ ଛୋଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହେବ। 18 ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନରେ ନ ହୁଏ। 19 କାରଣ ସେହି ଦିନ ଗୁଡ଼ିକ ବିପଦରେ ପରିପୂର୍ଣ୍ଣ ରହିବ। ସେତେବେଳେ ଏତେ ବଡ଼ ବିପଦ ମାଡ଼ି ଆସିବ ଯେ, ସେଭଳି ବଡ଼ ବିପଦ ପରମେଶ୍ୱରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଭବିଷ୍ୟତରେ କେବେ ଆସିବ ନାହିଁ। 20 ସେହି ଭୟଙ୍କର ସମୟକୁ କମେଇ ଦେବା ପାଇଁ ପରମେଶ୍ୱର ସ୍ଥିର କରିଛନ୍ତି। ଯଦି ସେହି ସମୟ କମେଇ ଦିଆ ନ ଯିବ, ତେବେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟ କମେଇ ଦେବେ।

21 “ସେହି ଦିନମାନଙ୍କରେ କେତେକ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ‘ଦେଖ ଏଠାରେ ଯୀଶୁ ଅଛନ୍ତି’ କିମ୍ବା’ ଦେଖ ସେଠାରେ ସେ ଅଛନ୍ତି’ ତୁମ୍ଭେ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 22 ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନେ ଦେଖାଦେବେ ସେମାନେ ଅ‌ଦ୍‌ଭୂତ କାମ ଓ ଆଶ୍ଚର୍ଯ୍ୟକାର୍ଯ୍ୟ କରିବେ। ସମ୍ଭବ ହେଲେ, ପରମେଶ୍ୱର ବାଛିଥିବା ଲୋକମାନଙ୍କୁ ସେମାନେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ। 23 ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ଯଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚେତେଇ ଦେଉଛି।

24 “ସେହି ଦିନମାନଙ୍କରେ ଏହି ବଡ଼ ବିପଦର ସମୟ ଗ୍ଭଲି ଗଲାପରେ

‘ସୂର୍ଯ୍ୟ ସମ୍ପୂର୍ଣ୍ଣ ଅନ୍ଧକାରମୟ ହୋଇଯିବ,
    ଚନ୍ଦ୍ର ତା’ର ଆଲୋକ ଦେବ ନାହିଁ।
25 ଆକାଶରୁ ତାରାମାନେ ଖସି ପଡ଼ିବେ,
    ଆକାଶରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡ଼ିକ ଦୋହଲି ଯିବ।’ (A)

26 “ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାଶକ୍ତି ଓ ମହିମା ସହିତ ମେଘମାଳା ମଧ୍ୟରେ ଆସିବାର ଦେଖିବେ। 27 ମନୁଷ୍ୟପୁତ୍ର ପୃଥିବୀର ଗ୍ଭରି ଆଡ଼କୁ ତାହାଙ୍କ ସ୍ୱର୍ଗ ଦୂତମାନଙ୍କୁ ପଠାଇବେ। ସେମାନେ ତାହାଙ୍କ ଦ୍ୱାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରତ୍ୟେକ ସ୍ଥାନରୁ ଆଣି ଏକାଠି କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center