Book of Common Prayer
ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ।
5 ହେ ସଦାପ୍ରଭୁ ମୋର କଥା ଶୁଣନ୍ତୁ।
ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।
2 ହେ ମୋର ପରମେଶ୍ୱର ଓ ରାଜା
ମୋର ପ୍ରାର୍ଥନା ଶୁଣ।
3 ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ,
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ
ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।
4 ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ।
କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।
5 ଗର୍ବୀମାନେ କେବେ ତୁମ୍ଭ ନିକଟକୁ ଆସି ପାରିବେ ନାହିଁ।
ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ତୁମ୍ଭେ ସେମାନଙ୍କୁ ଘୃଣା କର।
6 ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ।
ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।
7 କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ,
ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି।
ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
8 ହେ ସଦାପ୍ରଭୁ ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର।
ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି।
ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ,
ଓ ମୋର ପଥକୁ ସରଳ କର।
9 ସେହି ଲୋକମାନେ କେବେ ସତ୍ୟ କଥା କହନ୍ତି ନାହିଁ।
ସେମାନେ ସବୁ ମିଥ୍ୟାବାଦୀ, ସତ୍ୟକୁ ଗୋପନ ରଖନ୍ତି।
ସେମାନଙ୍କର ପାଟି ଏକ କବର ସ୍ୱରୂପ।
ଓ ସେମାନଙ୍କ ଉଦ୍ଦେଶ୍ୟ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା, ସେମାନେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି।
10 ହେ ପରମେଶ୍ୱର ସେମାନଙ୍କୁ ଶାସ୍ତି ଦିଅ।
ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ।
ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି,
ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର।
11 କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି।
ପରମେଶ୍ୱର ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର।
12 ହେ ସଦାପ୍ରଭୁ ଯେତେବେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର,
ତୁମ୍ଭେ ସେମାନଙ୍କୁ ବିରାଟ ଢାଲ ସଦୃଶ ସମସ୍ତ କୁକାର୍ଯ୍ୟରୁ ରକ୍ଷା କର।
ପ୍ରଧାନ ବାଦ୍ୟକର ଉଦ୍ଦେଶ୍ୟରେ ତାରଯୁକ୍ତ ଯନ୍ତ୍ରରେ ଶିମିନୀତ ସ୍ୱରରେ ଦାଉଦଙ୍କର ଗୀତ।
6 ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ।
ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ।
2 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୁଁ ରୁଗ୍ଣ ଓ ଦୁର୍ବଳ।
ମୋତେ ସୁସ୍ଥ କର
କାରଣ ମୋର ଅସ୍ଥିସବୁ କମ୍ପିତ ହେଉଅଛି।
3 ମୋର ସମଗ୍ର ଶରୀର କମ୍ପୁଅଛି।
ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।
4 ହେ ସଦାପ୍ରଭୁ, ତୁମ୍ଭେ ଫେରି ଆସ ଓ ମୋତେ ପୁନର୍ବାର ଅଧିକ ବଳଶାଳୀ କର।
ତୁମ୍ଭେ ଅତ୍ୟନ୍ତ କରୁଣାରେ ମୋତେ ଉଦ୍ଧାର କର।
5 ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ।
ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
ସେଥିପାଇଁ ମୋତେ ରକ୍ଷା କର।
6 ହେ ସଦାପ୍ରଭୁ,
ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୋର ବିଛଣା ମୋର ଲୁହରେ ଭିଜିଗଲା।
ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।
7 ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି।
ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।
8 ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ।
କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।
9 ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମୋର ପ୍ରାର୍ଥନାର ଉତ୍ତର ମଧ୍ୟ ଦେଇଛନ୍ତି।
10 ମୋର ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ୟାକୁଳ ହେବେ।
ଓ ସେମାନେ ସମସ୍ତେ ଲଜ୍ଜିତ ହୋଇ ଏ ସ୍ଥାନ ପରିତ୍ୟାଗ କରିବେ।
10 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ?
ଯେଉଁମାନେ ବିପଦରେ ପଡ଼ନ୍ତି ସେମାନେ ତୁମ୍ଭକୁ ଦେଖି ପାରନ୍ତି ନାହିଁ।
2 ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି
ଓ ସେମାନେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।
3 ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି
ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି।
ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।
4 ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ୱରଙ୍କୁ ଅନୁସରଣ କରନ୍ତି ନାହିଁ।
ସେମାନେ ସେମାନଙ୍କର ମନ୍ଦ ଯୋଜନାରେ ବ୍ୟସ୍ତ ରହନ୍ତି।
ସେମାନେ ଭାବନ୍ତି ଯେ, ପରମେଶ୍ୱର ଜାଣନ୍ତି ନାହିଁ।
5 ମନ୍ଦ ଲୋକମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ମନ ବଳାନ୍ତି।
ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ସମସ୍ତ ଉତ୍ତମ ଶିକ୍ଷାକୁ ଗ୍ରହଣ କରନ୍ତି ନାହିଁ।
ପରମେଶ୍ୱରଙ୍କର ଶତ୍ରୁମାନେ ତାହଙ୍କର ଉପଦେଶକୁ ଅବଜ୍ଞା କରନ୍ତି।
6 ସେହି ଲୋକମାନେ ଭାବନ୍ତି ଯେ, ସେମାନଙ୍କ ଉପରେ କେବେ ବିପଦ ଆସିବ ନାହିଁ।
ସେମାନେ କହନ୍ତି, “ଆମ୍ଭର ସବୁବେଳେ ଭଲ ହେବ ଏବଂ କେବେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।”
7 ସେହି ଲୋକମାନେ ସବୁବେଳେ ଈଶ୍ୱରଙ୍କୁ ତିରସ୍କାର କରନ୍ତି।
ସେମାନେ ସବୁବେଳେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କହନ୍ତି।
ସେମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।
8 ସେହି ଲୋକମାନେ ଗୁପ୍ତସ୍ଥାନରେ ଲୁଚି ରହି ଲୋକମାନଙ୍କୁ ଧରିବା ପାଇଁ ଅପେକ୍ଷା କରନ୍ତି।
ସେମାନେ ଗୋପନରେ ରହି ଲୋକଙ୍କୁ ଆଘାତ କରିବାକୁ ଚେଷ୍ଟା କରନ୍ତି।
ସେମାନେ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରନ୍ତି।
9 ସେହି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ଯାଆନ୍ତି
ସେମାନେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି।
ସେହି ନିରୀହ ଲୋକମାନେ ସହଜରେ
ସେହି ଦୁଷ୍ଟମାନଙ୍କ ଦ୍ୱାରା ବସାଯାଇଥିବା ଯନ୍ତାରେ ପଡ଼ି ଯାଆନ୍ତି।
10 ବାରମ୍ବାର ସେହି ଦୁଷ୍ଟ ଲୋକମାନେ
ନିରୀହ ଲୋକମାନଙ୍କର କ୍ଷତି କରନ୍ତି।
11 ତେଣୁ ସେହି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, “ପରମେଶ୍ୱର ଆମ୍ଭମାନଙ୍କୁ ଭୁଲି ଯାଇଛନ୍ତି।
ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଗ୍ଭଲି ଯାଇଛନ୍ତି।
ଆମ୍ଭମାନଙ୍କ ଉପରେ ଯାହା ଘଟୁଛି ସେ ବୋଧହୁଏ ଦେଖୁ ନାହାନ୍ତି।”
12 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର।
ହେ ପରମେଶ୍ୱର ସେହି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ!
ଗରିବ ଲୋକମାନଙ୍କୁ ଭୁଲି ଯାଅ ନାହିଁ।
13 କାହିଁକି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଆନ୍ତି?
କାରଣ ସେମାନେ ଭାବନ୍ତି ଯେ, ସେ ତାଙ୍କୁ ଦଣ୍ଡ ଦେବେ ନାହିଁ।
14 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ।
ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର।
ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି।
ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।
15 ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ୱଂସ କର।
ସେମାନଙ୍କର କୁକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡିତ କର, ସେମାନେ ଧ୍ୱଂସ ହୋଇ ନ ଯିବା ପର୍ଯ୍ୟନ୍ତ।
16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି।
ସେହି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ୟରୁ ବିତାଡ଼ିତ କର।
17 ହେ ସଦାପ୍ରଭୁ, ତୁମ୍ଭେ ସେହି ନିରୀହ ଲୋକମାନଙ୍କର ଡାକ ଶୁଣିଛ ବା ସେମାନେ ଯାହା ଗ୍ଭହୁଁଛନ୍ତି ଜାଣିପାରୁଛ।
ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନେ ଯାହା ଗ୍ଭହୁଁଛନ୍ତି ତାହା ପ୍ରଦାନ କର।
18 ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାନ୍ତି ସେମାନଙ୍କୁ ରକ୍ଷା କର।
ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସେହି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ।
ତେଣୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।
11 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ।
ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି।
ସେମାନେ ଅନ୍ଧାରରେ ଲୁଚି ରହନ୍ତି।
ସେମାନେ ଧନୁରେ ଗୁଣ ଚଢ଼ାନ୍ତି।
ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
3 ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି।
ତେବେ କ’ଣ ଘଟିବ? ତା’ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?
4 ସଦାପ୍ରଭୁ ତାହଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି।
ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ,
ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି।
ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
5 ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି।
କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
6 ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି।
ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
7 କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି,
ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।
38 ତେଣୁ ଯାଜକ ସାଦୋକ, ଭବିଷ୍ୟଦ୍ବକ୍ତା ନାଥନ ଓ ଯିହୋୟାଦାର ପୁତ୍ର ବନାୟ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀୟ ଆଦେଶ ପାଳନ କଲେ। ସେମାନେ ଶଲୋମନଙ୍କୁ ରାଜା ଦାଉଦଙ୍କର ଗଧ ଉପରେ ବସାଇ ଗୀହୋନ ଝରଣା ନିକଟକୁ ନେଇଗଲେ। 39 ପୁଣି ଯାଜକ ସାଦୋକ ପବିତ୍ର ତମ୍ବୁ ମଧ୍ୟରୁ ଶିଙ୍ଗାଏ ପବିତ୍ର ତୈଳ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତା’ପରେ ସେମାନେ ଉଚ୍ଚ ସ୍ୱରରେ ତୂରୀ ବଜାଇଲେ ଏବଂ ସମସ୍ତ ଲୋକମାନେ ଉଚ୍ଚ ସ୍ୱରରେ କହିଲେ, “ରାଜା ଶଲୋମନ ଚିରଜୀବି ହୁଅନ୍ତୁ।” 40 ତତ୍ପରେ ସମସ୍ତ ଲୋକ ଶଲୋମନଙ୍କ ପଛେ ପଛେ ନଗରକୁ ଗଲେ। ସେମାନେ ବହୁତ ଖୁସୀ ଥିଲେ ଓ ବଂଶୀ ବାଦନ କରି ଏପରି ମହାହର୍ଷନାଦ କଲେ ଯେ ପୃଥିବୀ ପ୍ରକମ୍ପିତ ହେଲା।
41 ଏହି ସମୟରେ ଅଦୋନିୟ ଓ ତାହାର ସମସ୍ତ ନିମନ୍ତ୍ରିତ ଅତୀଥି ଭୋଜନ ସମାପ୍ତ କରିବା ସମୟରେ ସେମାନେ ତୂରୀ ଶବ୍ଦ ଶୁଣିଲେ। ଯୋୟାବ ପଗ୍ଭରିଲେ, “ନଗରରେ ଏହି କୋଳାହଳ ଶବ୍ଦ କାହିଁକି ହେଉଅଛି?”
42 ଯୋୟାବ ଏହିକଥା କହୁଥିବା ବେଳେ ଯାଜକ ଅବିୟାଥରର ପୁତ୍ର ଯୋନାଥନ ସେଠାରେ ପହଞ୍ଚିଲା। ଅଦୋନିୟ, “ଭିତରକୁ ଡାକିଲା, ତୁମ୍ଭେ ଯୋଗ୍ୟ ପୁରୁଷ, ତୁମ୍ଭେ ନିଶ୍ଚିତ ସୁସମାଗ୍ଭର ଆଣିଥିବ।”
43 ମାତ୍ର ଯୋନାଥନ ଉତ୍ତର କଲେ, “ଏହା ତୁମ୍ଭ ପାଇଁ ସୁସମାଗ୍ଭର ନୁହେଁ। ରାଜା ଦାଉଦ ଶଲୋମନଙ୍କୁ ନୂଆ ରାଜା କରିଛନ୍ତି। 44 ପୁଣି ରାଜା ଯାଜକ ସାଦୋକକୁ, ଭବିଷ୍ୟଦ୍ବକ୍ତା ନାଥନଙ୍କୁ, ଯିହୋୟାଦାର ପୁତ୍ର ବନାୟକୁ ଓ ରାଜାଙ୍କର ସମସ୍ତ କର୍ମଗ୍ଭରୀଗଣଙ୍କୁ ତାଙ୍କ ସହିତ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ। 45 ତା’ପରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ଶଲୋମନଙ୍କୁ ଗୀହୋନ ଝରଣା ନିକଟରେ ଅଭିଷେକ କରାଇଲେ। ତା’ପରେ ସେମାନେ ନଗରରେ ପ୍ରବେଶ କଲେ ଓ ଲୋକମାନେ ତାଙ୍କ ପଶ୍ଚାତ୍ଧାବନ କଲେ। ବର୍ତ୍ତମାନ ସମସ୍ତ ନଗରବାସୀ ମହାଆନନ୍ଦିତ ଓ ସେହି ଆନନ୍ଦଧ୍ୱନି ତୁମ୍ଭେ ଶୁଣୁଥିଲ। 46-47 ଶଲୋମନ ସିଂହାସନ ଉପରେ ବସିଛନ୍ତି, ଏପରିକି ରାଜକର୍ମଗ୍ଭରୀଗଣ ରାଜା ଦାଉଦଙ୍କୁ ଅଭିବାଦନ ଜଣାଉଛନ୍ତି। ସେମାନେ କହୁଛନ୍ତି, ‘ରାଜା ଦାଉଦ, ତୁମ୍ଭେ ଜଣେ ମହାନ ରାଜା। ଆମ୍ଭେମାନେ ତୁମ୍ଭର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ, ଶଲୋମନକୁ ତୁମ୍ଭ ଅପେକ୍ଷା ମହାନ କରନ୍ତୁ। ମହାନ ରାଜା ତୁମ୍ଭର ପରମେଶ୍ୱର ତୁମ୍ଭଠାରୁ ତାଙ୍କୁ ଅଧିକ ଖ୍ୟାତ କରନ୍ତୁ ଓ ତାଙ୍କର ସାମ୍ରାଜ୍ୟ ତୁମ୍ଭ ଅପେକ୍ଷା ଅଧିକ ବଡ଼ ଓ ଶକ୍ତିଶାଳୀ ହେଉ।’ ରାଜା ଦାଉଦ ମଧ୍ୟ ଶଯ୍ୟାରେ ଥାଇ ମଥାନତ କଲେ। 48 ରାଜା କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ପ୍ରଶଂସା କର, ସେ ଆଜି ମୋର ସିଂହାସନରେ ମୋର ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ବସାଇଲେ, ଏହା ଦେଖିବା ପାଇଁ ସେ ମୋତେ ଜୀବିତ ରଖିଲେ।’”
49 ଏଥିରେ ଅଦୋନିୟ ଦ୍ୱାରା ନିମନ୍ତ୍ରିତ ଲୋକମାନେ ଭୟଭୀତ ହେଲେ ଓ ପ୍ରତ୍ୟେକ ଶୀଘ୍ର ଗ୍ଭଲିଗଲେ। 50 ଅଦୋନିୟ ମଧ୍ୟ ଭୟ କଲା। କାରଣ ସେ ଶଲୋମନଙ୍କୁ ଭୟ କରୁଥିଲା। ତେଣୁ ସେ ଉଠିଯାଇ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କଲା [a] 51 ତା’ପରେ କେହି ଜଣେ ଶଲୋମନକୁ ସମ୍ବାଦ ଦେଲା, “ଅଦୋନୀୟ ତୁମ୍ଭକୁ ଭୟ କରୁଅଛି। ତେଣୁ ସେ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କରିଅଛି। ସେ ଛାଡ଼ିବା ପାଇଁ ମନା କରି କହୁଅଛି, ‘ଶଲୋମନ ରାଜା ଆପଣା ଦାସ ଅଦୋନିୟକୁ ହତ୍ୟା କରିବେ ନାହିଁ ବୋଲି ପ୍ରତିଜ୍ଞା କରି କୁହନ୍ତୁ।’”
52 ତହିଁରେ ଶଲୋମନ ଉତ୍ତର କଲେ, “ଯଦି ଅଦୋନିୟ ନିଜକୁ ଜଣେ ଉତ୍ତମ ଲୋକ ବୋଲି ପ୍ରମାଣ କରିବ ତେବେ ମୁଁ ପ୍ରତିଜ୍ଞା କରୁଛି ତା’ର କେଶ ମଧ୍ୟ କେହି ସ୍ପର୍ଶ କରିବେ ନାହିଁ। କିନ୍ତୁ ଯଦି ସେ କୁକର୍ମ କାର୍ଯ୍ୟ କରେ ସେ ନିଶ୍ଚିତ ବଧ ହେବ।” 53 ତା’ପରେ ରାଜା ଶଲୋମନ କେତେକ ଲୋକଙ୍କୁ ଅଦୋନିୟ ନିକଟକୁ ପଠାଇଲେ। ସେମାନେ ଅଦୋନିୟକୁ ଶଲୋମନ ନିକଟକୁ ଆଣିଲେ। ଅଦୋନିୟ ରାଜା ଶଲୋମନଙ୍କୁ ପ୍ରଣାମ କଲା। ଶଲୋମନ ତାହାକୁ କହିଲେ, “ନିଜ ଘରକୁ ଯାଅ।”
ରାଜା ଦାଉଦଙ୍କ ମୃତ୍ୟୁ
2 ଅନନ୍ତର ରାଜା ଦାଉଦଙ୍କର ମୃତ୍ୟୁ ସନ୍ନିକଟ ହେବାରୁ ସେ ପୁତ୍ର ଶଲୋମନକୁ ଆଜ୍ଞା ଦେଇ କହିଲେ, 2 “ମୁଁ ପାର୍ଥିବ ମଣିଷ ପରି ମୃତ୍ୟୁବରଣ କରିବାକୁ ଯାଉଛି। ଏଣୁ ତୁମ୍ଭେ ବଳବାନ୍ ହୁଅ ଓ ପୁରୁଷତ୍ୱ ପ୍ରକାଶ କର। 3 ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ୱସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ୟବସ୍ଥା, ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିୟମକୁ ମାନି ଚଳ। ମୋଶାଙ୍କ ଲିଖିତ ସମସ୍ତ ନିୟମକୁ ପାଳନ କର। ତାହାହେଲେ ତୁମ୍ଭେ ସବୁ କ୍ଷେତ୍ରରେ ସଫଳ ହେବ ଓ ଯେଉଁ ସ୍ଥାନକୁ ଯିବ କୁଶଳ ପ୍ରାପ୍ତ ହେବ। 4 ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’”
ପାଉଲଙ୍କର ଆଗ୍ରିପ୍ପାଙ୍କ ଧାରଣା ବଦଳେଇବାର ଚେଷ୍ଟା
24 ପାଉଲ ଆତ୍ମରକ୍ଷା ପାଇଁ ଏହିସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜୋର୍ରେ କହିଲେ, “ପାଉଲ, ତୁମ୍ଭେ ପାଗଳ। ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହୋଇ ଯାଇଛ।”
25 ପାଉଲ ଏହା ଶୁଣି ଉତ୍ତର ଦେଲେ, “ହେ ମହାମାନ୍ୟ ଫେଷ୍ଟ, ମୁଁ ପାଗଳ ନୁହେଁ। ମୋର ସବୁ କଥା ସତ୍ୟ ଓ ଯୁକ୍ତିଯୁକ୍ତ। 26 ରାଜା ଆଗ୍ରିପ୍ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇ ନାହିଁ, ଯେହେତୁ ଏହିସବୁ କୌଣସି ଗୁପ୍ତ ସ୍ଥାନରେ କରାଯାଇ ନାହିଁ। 27 ହେ ରାଜା ଆଗ୍ରିପ୍ପା, ଆପଣ କ’ଣ ଭାବବାଦୀମାନଙ୍କ ଲେଖାରେ ବିଶ୍ୱାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ୱାସ କରନ୍ତି।”
28 ଆଗ୍ରିପ୍ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”
29 ପାଉଲ ଉତ୍ତର ଦେଲେ, “ପରମେଶ୍ୱର କରନ୍ତୁ, ଶୀଘ୍ର ବା ବିଳମ୍ବରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମୋ’ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମୋ’ ପରି ହୁଅନ୍ତୁ।”
30 ତା’ପରେ ରାଜା, ରାଜ୍ୟପାଳ, ରାଣୀ ବର୍ଣ୍ଣୀକୀ ଓ ଅନ୍ୟମାନେ ସମସ୍ତେ ଠିଆ ହେଲେ ଓ ପ୍ରସ୍ଥାନ କଲେ। 31 ସେମାନେ ବିଗ୍ଭର ଗୃହ ଛାଡ଼ିଲା ବେଳେ ପରସ୍ପର ସହିତ କଥାବାର୍ତ୍ତା ହେଲେ। ସେମାନେ କହିଲେ, “ଏହି ଲୋକକୁ ହତ୍ୟା କରିବା କି ବନ୍ଦୀ କରିବା ଉଚିତ୍ ନୁହେଁ। ସେ ପ୍ରକୃତରେ କିଛି ଖରାପ କାର୍ଯ୍ୟ କରି ନାହିଁ।” 32 ଆଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, “ଆମ୍ଭେ ଏହି ଲୋକକୁ ମୁକ୍ତି ଦେଇପାରିଥା’ନ୍ତୁ, କିନ୍ତୁ ସେ ଯଦି କାଇସରଙ୍କୁ ଆବେଦନ କରି ନ ଥା’ନ୍ତା।”
ପାଉଲଙ୍କର ରୋମକୁ ଜଳଯାତ୍ରା
27 ଇତାଲିଆକୁ ଜାହାଜରେ ଯାତ୍ରା କରିବା ପାଇଁ ସ୍ଥିର ହେବାରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାୟିତ୍ୱ ଯୂଲିଅ ନାମକ ଶତସେନାପତିଙ୍କ ହସ୍ତରେ ଅର୍ପଣ କରାଗଲା। ସେହି ଯୂଲିଅ ସମ୍ରାଟଙ୍କର ସେନାବାହିନୀରେ ଗ୍ଭକିରୀ କରୁଥିଲେ। ଆମ୍ଭେମାନେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜରେ ଉଠିଲୁ। 2 ସେହି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥେସଲନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।
3 ତହିଁ ଆରଦିନ ଆମ୍ଭେ ସୀଦୋନରେ ପହଞ୍ଚିଲୁ। ଯୂଲିଅ ପାଉଲଙ୍କ ପ୍ରତି ଦୟା ଦେଖେଇ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ୟକତା ପୂର୍ଣ୍ଣ କଲେ। 4 ତା’ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ୱୀପ ନିକଟ ଦେଇ ଜଳଯାତ୍ରା କଲୁ। 5 ତା’ପରେ ଆମ୍ଭେ କିଲିକିୟା ଓ ଫଫୁଲିଆ କୂଳେ କୂଳେ ଯାଇ ଲୁକିଆ ଦେଶର ମୁରା ନଗରୀରେ ପହଞ୍ଚିଲୁ। 6 ସେଠାରେ ଯୂଲିଅ ଆଲେକ୍ଜାଣ୍ଡ୍ରିୟାର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲେ ସେ ଆମ୍ଭମାନଙ୍କୁ ସେଥିରେ ଚଢ଼ାଇ ଦେଲେ।
7 ଆମ୍ଭେମାନେ କିଛି ଦିନ ଧୀରେ ଧୀରେ ଯାତ୍ରା କଲୁ। ଶେଷରେ ବହୁତ ଅସୁବିଧାର ସମ୍ମୁଖୀନ ହୋଇ କ୍ନିଦ ପହଞ୍ଚିଲୁ। କିନ୍ତୁ ଖୁବ୍ ଜୋର୍ରେ ପବନ ବହୁଥିବାରୁ ଆମ୍ଭେ ଆଗକୁ ଯାଇ ପାରିଲୁ ନାହିଁ। ତେଣୁ ଆମ୍ଭେ ସାଲ୍ମୋନୀର ନିକଟ କ୍ରୀତୀ ଦ୍ୱୀପ ଉପକୂଳ ଦେଇ ଯାତ୍ରା କଲୁ। 8 ଆମ୍ଭେ କୂଳେ କୂଳେ ବହୁତ କଷ୍ଟରେ ଯାତ୍ରା କଲୁ। ତା’ପରେ ଆମ୍ଭେ ଲାସାୟା ନଗର ପାଖ ‘ସୁନ୍ଦର ବନ୍ଦର’ ନାମକ ସ୍ଥାନରେ ପହଞ୍ଚିଲୁ।
28 “ଡିମ୍ବିରିଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତେବେଳେ ଡିମ୍ବିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ପଡ଼ିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତେବେଳେ ତୁମ୍ଭେମାନେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖେଇ ଗଲାଣି। 29 ମୁଁ ତୁମ୍ଭକୁ ଯାହା କହିଲି, ଠିକ୍ ତାହା ଏହିପରି ଘଟିବ। ତୁମ୍ଭେମାନେ ଯେତେବେଳେ ଏହିଭଳି ସବୁ ଘଟିବାର ଦେଖିବ, ସେତେବେଳେ ବୁଝ ଯେ, ‘ସେହି ସମୟ’ [a] ନିକଟରେ ଆସି ପହଞ୍ଚିଗଲାଣି। 30 ମୁଁ ତୁମ୍ଭକୁ ସତ୍ୟ କହୁଛି। ଏହି ପିଢ଼ିର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ। 31 ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋ’ କହିଥିବା ବାକ୍ୟ କେବେ ହେଲେ ନଷ୍ଟ ହେବ ନାହିଁ।
32 “ସେହି ଦିନ ବା ସେହି ସମୟ ବିଷୟରେ କାହାରିକୁ କିଛି ଜଣା ନାହିଁ। ସ୍ୱର୍ଗଦୂତ ବା ମନୁଷ୍ୟପୁତ୍ର କେହି କିଛି ଜାଣନ୍ତି ନାହିଁ। କେବଳ ଏ କଥା ପରମପିତା ପରମେଶ୍ୱର ଜାଣନ୍ତି। 33 ସାବଧାନ, ସଦାବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତେବେଳେ ପହଞ୍ଚିବ, ତାହା ତୁମ୍ଭେମାନେ ଜାଣି ନାହଁ।
34 “ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ୟକ୍ତି କୌଣସି ସ୍ଥାନକୁ ଯାତ୍ରା କଲାବେଳେ ଗ୍ଭକରମାନଙ୍କ ଉପରେ ନିଜ ଘରର ଦାୟିତ୍ୱ ଛାଡ଼ି ଦେଇଯାଏ ଓ ପ୍ରତ୍ୟେକ ଗ୍ଭକରକୁ ତା’ର ନିର୍ଦ୍ଦିଷ୍ଟ କାମ ଦେଇଥାଏ ଏବଂ ଦ୍ୱାରପାଳକକୁ ସଦାବେଳେ ପ୍ରସ୍ତୁତ ହୋଇ ରହିବାକୁ ଆଦେଶ ଦେଇଥାଏ। 35 ଏଣୁ ତୁମ୍ଭେମାନେ ମଧ୍ୟ ସର୍ବଦା ପ୍ରସ୍ତୁତ ହୋଇ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତେବେଳେ ଆସି ପହଞ୍ଚି ଯିବେ। ସନ୍ଧ୍ୟାବେଳେ, ଅଧରାତିରେ, ପାହାନ୍ତିଆରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି। 36 ସେ ଖୁବ୍ ଶୀଘ୍ର ମଧ୍ୟ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତେବେ ସେ ତୁମ୍ଭକୁ କଦାପି ଶୋଇଥିବା ଅବସ୍ଥାରେ ଦେଖି ପାରିବେ ନାହିଁ। 37 ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସେହି ଏକା କଥା କହୁଛି ଯେ, ସର୍ବଦା ପ୍ରସ୍ତୁତ ରୁହ।”
2010 by World Bible Translation Center