Book of Common Prayer
ଦାଉଦଙ୍କର ଗୀତ।
25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
3 ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
ସେମାନେ କିଛି ପାଇବେ ନାହିଁ।
4 ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
5 ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
6 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
7 ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।
8 ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
9 ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।
11 ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି।
କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର।
କାରଣ ତୁମ୍ଭେ ମହାନ।
12 ଯଦି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ,
ତା’ପରେ ପରମେଶ୍ୱର ତାକୁ ବଞ୍ଚିବା ପାଇଁ ଜୀବନପଥ ଦେଖାନ୍ତି।
13 ସେହି ବ୍ୟକ୍ତି ଅତି ଆନନ୍ଦରେ ଜୀବନଯାପନ କରିବ
ଓ ତା’ର ସନ୍ତାନ-ସନ୍ତତିଗଣ ପରମେଶ୍ୱରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।
14 ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି।
ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।
15 ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ।
ସେ ସଦାସର୍ବଦା ମୋତେ ମୋର ବିପଦରୁ ମୁକ୍ତ କରନ୍ତି।
16 ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ।
ତୁମ୍ଭର କୃପାଦୃଷ୍ଟି ମୋ’ ଉପରେ ପକାଅ।
17 ମୋତେ ବିପଦରୁ ମୁକ୍ତ କର।
ମୋର ସମସ୍ୟାର ସମାଧାନରେ ସହାୟକ ହୁଅ।
18 ହେ ସଦାପ୍ରଭୁ, ମୋର ଦୁଃଖ ଓ କ୍ଳେଶ ପ୍ରତି ଦୃଷ୍ଟିପାତ କର।
ମୁଁ ଯେଉଁ ପାପ କରିଛି, ସେଥିଲାଗି ମୋତେ କ୍ଷମା କର।
19 ମୋର ଶତ୍ରୁମାନଙ୍କୁ ଥରେ ଗ୍ଭହଁ।
ସେମାନେ ମୋତେ ଘୃଣା କରନ୍ତି ଓ ଆଘାତ କରିବାକୁ ଗ୍ଭହାନ୍ତି।
20 ହେ ସଦାପ୍ରଭୁ, ମୋର ପ୍ରାଣ ରକ୍ଷା କର।
ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି।
ତେଣୁ ମୋତେ ନିରାଶ କର ନାହିଁ।
21 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ।
ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
22 ହେ ପରମେଶ୍ୱର, ଇସ୍ରାଏଲର ଲୋକମାନଙ୍କୁ
ସେମାନଙ୍କ ଶତ୍ରୁ କବଳରୁ ରକ୍ଷା କର।
ପ୍ରଧାନ ବାଦ୍ୟକର ନିମନ୍ତେ ବେନ୍ର ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ।
9 ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ।
ହେ ସଦାପ୍ରଭୁ ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
2 ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ।
ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।
3 ଯେତେବେଳେ ସେମାନେ ମୋ’ଠାରୁ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ,
ମୋର ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ୱଂସ ହେଲେ।
4 ତୁମ୍ଭେ ହେଉଛ ସବୁଠାରୁ ବିଗ୍ଭରବନ୍ତ।
ତୁମ୍ଭେ ସିଂହାସନରେ ବିଗ୍ଭରପତିର ଆସନ ଅଳଙ୍କୃତ କରି ବସୁଛ।
ହେ ସଦାପ୍ରଭୁ, ତୁମ୍ଭେ ମୋ’ କଥା କର୍ଣ୍ଣପାତ କଲ ଓ ତା’ପରେ ମୋ’ ପାଇଁ ନିଷ୍ପତ୍ତି ନେଲ।
5 ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ।
ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ।
ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ।
ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି।
6 ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି।
ହେ ସଦାପ୍ରଭୁ ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ।
ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ।
ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ।
7 କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ୟମାନ,
ସେ ତାହଙ୍କର ରାଜ୍ୟକୁ ଶକ୍ତିଶାଳୀ କରନ୍ତି।
ସେ ଏହି ପୃଥିବୀର ମଙ୍ଗଳ କରନ୍ତି।
8 ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଗ୍ଭର ପ୍ରଦର୍ଶନ କରନ୍ତି।
ସେ ସବୁ ରାଜ୍ୟମାନଙ୍କ ପ୍ରତି ସମାନ ନ୍ୟାୟ ପ୍ରଦାନ କରନ୍ତି।
9 କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି
କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି।
ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି
ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।
10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି
ସେମାନେ ତୁମ୍ଭକୁ ବିଶ୍ୱାସ କରିବେ।
ହେ ସଦାପ୍ରଭୁ ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି
ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।
11 ହେ ସିୟୋନ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।
12 ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା
ଲୋକମାନଙ୍କୁ ମନେ ରଖନ୍ତି।
ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି
ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।
13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର।
ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି।
ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।
14 ତା’ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି।
ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”
15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି।
କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି।
ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।
16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି,
ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।
17 ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି
ସେମାନେ ମନ୍ଦ ଲୋକ ଅଟନ୍ତି।
ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।
18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି।
ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ।
କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।
19 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର।
ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।
20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର।
ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି।
-ସେଲା-
ଦାଉଦଙ୍କର ଗୀତ
15 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ?
କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?
2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ,
ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।
3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ।
ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ।
ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।
4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ,
କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ।
ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ
ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।
5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ
ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ
କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ
ଆଘାତ କରି ମୁଦ୍ରା ନିଏ ନାହିଁ।
ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।
32 “ହୁଏତ ଜଣେ ଅପରିଚିତ ବ୍ୟକ୍ତି ଥାଇପାରେ, ଯିଏ ଜଣେ ଇସ୍ରାଏଲୀୟ ହୋଇ ନ ଥିବ, କିନ୍ତୁ ଏକ ଦୂର ଦେଶରୁ ଏଠାକୁ ଆସିଥାଇପାରେ। ସେହି ବିଦେଶୀ ବ୍ୟକ୍ତି ତୁମ୍ଭର ମହାନ ନାମ, ତୁମ୍ଭର ମହାନ ଶକ୍ତି ଓ ଲୋକମାନଙ୍କୁ ବିପଦରୁ ଉଦ୍ଧାର କରିବା ତୁମ୍ଭର ସାମର୍ଥ୍ୟ ଶୁଣି ଆସିପାରେ। ଯେତେବେଳେ ସେହି ବ୍ୟକ୍ତି ଆସିବ ଓ ଏହି ମନ୍ଦିର ଆଡ଼କୁ ଗ୍ଭହିଁ ପ୍ରାର୍ଥନା କରିବ, 33 ତେବେ ତୁମ୍ଭେ ଯେଉଁ ସ୍ୱର୍ଗରେ ବାସ କର, ସେଠାରେ ଥାଇ, ସେହି ବିଦେଶୀ ବ୍ୟକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନାରେ ଉତ୍ତର ଦିଅ। ତେବେ ତୁମ୍ଭର ଲୋକ ଇସ୍ରାଏଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସେହିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ।
34 “ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ସେମାନଙ୍କ ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଏକ ସ୍ଥାନକୁ ପ୍ରେରଣ କରିବ। ସେମାନେ ତୁମ୍ଭ ଦ୍ୱାରା ମନୋନୀତ ଏହି ନଗର ଓ ତୁମ୍ଭ ନାମ ନିମନ୍ତେ ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଆଡ଼େ ଗ୍ଭହିଁ ତୁମ୍ଭ ନିକଟରେ ପ୍ରାର୍ଥନା କରିବେ। 35 ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ। ସେମାନେ ସାହାଯ୍ୟ ପାଇଁ ଅନୁରୋଧ କରିବା ସମୟରେ ସେମାନଙ୍କ ବିନତି ଶୁଣ। ଆଉ, ସେମାନଙ୍କୁ ସାହାଯ୍ୟ କର।
36 “ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରିବେ ଏପରି ବ୍ୟକ୍ତି କେହି ନାହିଁ, ଯେ ପାପ କରେ ନାହିଁ। ଆଉ ତୁମ୍ଭେ ସେମାନଙ୍କ ଉପରେ କ୍ରୋଧ କରିବ। ତୁମ୍ଭେ ଜଣେ ଶତ୍ରୁଦ୍ୱାରା ସେମାନଙ୍କୁ ପରାଜିତ କରାଇବ, ଆଉ ସେମାନଙ୍କୁ ବନ୍ଦୀ କରାଇ ଦୂରବର୍ତ୍ତୀ କିଅବା ନିକଟବର୍ତ୍ତୀ କୌଣସି ଏକ ଦେଶକୁ ବଳପୂର୍ବକ ଯିବାକୁ ହେବ। 37 କିନ୍ତୁ ତାହାପରେ ସେମାନେ ବନ୍ଦୀରୂପେ ରହିଥିବା ଦେଶରେ ଅନୁତାପ କରିବେ ଓ ତୁମ୍ଭ ଦୟା ପାଇଁ ପ୍ରାର୍ଥନା କରିବେ। ସେମାନେ କହିବେ, ‘ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଭୁଲ୍ କରିଅଛୁ ଓ ଆମ୍ଭେମାନେ ଦୁଷ୍ଟତା ପୂର୍ବକ ଆଚରଣ କରିଅଛୁ।’ 38 ଆଉ, ତା’ପରେ ସେମାନେ ବନ୍ଦୀରୂପେ ରହିଥିବା ଦେଶରେ ସେମାନଙ୍କର ସମସ୍ତ ହୃଦୟ ଓ ଆତ୍ମା ସହିତ ତୁମ୍ଭ ନିକଟକୁ ଫେରିବେ। ଆଉ ସେମାନେ ସେମାନଙ୍କର ଦେଶ, ଯେଉଁ ଦେଶ ତୁମ୍ଭେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିଲ ଓ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଗ୍ଭହିଁ ପ୍ରାର୍ଥନା କରିବେ। ଆଉ ମୁଁ ତୁମ୍ଭ ନାମ ନିମନ୍ତେ ନିର୍ମାଣ କରିଥିବା ମନ୍ଦିର ଆଡ଼େ ଗ୍ଭହିଁ ସେମାନେ ପ୍ରାର୍ଥନା କରିବେ। 39 ଯେତେବେଳେ ଏହା ଘଟିବ, ସ୍ୱର୍ଗରେ ଥାଇ ତୁମ୍ଭେ ତାହା ଶୁଣିବ, ସେମାନେ ସାହାଯ୍ୟ ନିମନ୍ତେ ଅନୁରୋଧ କଲେ, ସେମାନଙ୍କର ପ୍ରାର୍ଥନା ଗ୍ରହଣ କର। ଆଉ ସେମାନଙ୍କୁ ସାହାଯ୍ୟ କର। ତୁମ୍ଭ ବିରୁଦ୍ଧରେ ପାପ କରିଥିବା ତୁମ୍ଭର ଲୋକମାନଙ୍କୁ କ୍ଷମା କର। 40 ବର୍ତ୍ତମାନ, ହେ ମୋର ପରମେଶ୍ୱର, ତୁମ୍ଭେ ତୁମ୍ଭର ଚକ୍ଷୁ ଓ କର୍ଣ୍ଣ ଉନ୍ମୁକ୍ତ କରିବାକୁ ମୁଁ ତୁମ୍ଭକୁ ନିବେଦନ କରେ। ଆମ୍ଭେମାନେ ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରୁଅଛୁ, ତାହା ଶୁଣ।
41 “ହେ ସଦାପ୍ରଭୁ ପରମେଶ୍ୱର, ବର୍ତ୍ତମାନ ଜାଗ୍ରତ ହୁଅ,
ନିୟମ-ସିନ୍ଦୁକ ଯାହାକି ତୁମ୍ଭର ଶକ୍ତି ପ୍ରଦର୍ଶନ କରେ, ତୁମ୍ଭର ସେହି ବିଶେଷ ସ୍ଥାନକୁ ଆସ।
ତୁମ୍ଭର ଯାଜକଗଣ ପରିତ୍ରାଣ ଦ୍ୱାରା ସଜ୍ଜିତ ହୁଅନ୍ତୁ।
ତୁମ୍ଭର ସତ୍ ଅନୁଗାମୀଗଣ, ଏହି ସମସ୍ତ ଉତ୍ତମ ବିଷୟରେ ଆନନ୍ଦିତ ହୁଅନ୍ତୁ।
42 ସଦାପ୍ରଭୁ ପରମେଶ୍ୱର, ତୁମ୍ଭର ଅଭିଷିକ୍ତ ରାଜାକୁ ଗ୍ରହଣ କର।
ତୁମ୍ଭର ଅନୁଗତ ଦାସ ଦାଉଦଙ୍କୁ ସ୍ମରଣ କର!”
ମନ୍ଦିର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହେଲା
7 ଶଲୋମନ ପ୍ରାର୍ଥନା କରି ସାରିବା ପରେ ଆକାଶରୁ ଅଗ୍ନି ଆସି ହୋମବଳି ଓ ବଳିଦାନକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କ ଗୌରବ ମନ୍ଦିରକୁ ପୂର୍ଣ୍ଣ କଲା। 2 ସଦାପ୍ରଭୁଙ୍କ ମହିମା ମନ୍ଦିରକୁ ପୂର୍ଣ୍ଣ କରିଥିବାରୁ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିଲେ ନାହିଁ। 3 ଇସ୍ରାଏଲର ସମସ୍ତ ଲୋକ ସ୍ୱର୍ଗରୁ ଅଗ୍ନି ପଡ଼ିବା ଦେଖିଲେ। ଇସ୍ରାଏଲର ଲୋକମାନେ ମନ୍ଦିର ଉପରେ ସଦାପ୍ରଭୁଙ୍କ ମହିମାକୁ ମଧ୍ୟ ଦେଖି ପାରିଲେ। ସେମାନେ ଭୂମି ଉପରେ ସେମାନଙ୍କର ମୁଣ୍ଡ ନୁଆଇଁ ଭୂମିଷ୍ଠ ପ୍ରଣାମ କଲେ। ସେମାନେ ସଦାପ୍ରଭୁଙ୍କର ଉପାସନା ଓ ଧନ୍ୟବାଦ କଲେ। ସେମାନେ ଗାଇଲେ,
“ସଦାପ୍ରଭୁ ଉତ୍ତମ ଅଟନ୍ତି
ଓ ତାଙ୍କର ଦୟା ଚିରକାଳ ନିମନ୍ତେ ଅବିରତ ରହିଥାଏ।”
4 ଏହା ପରେ ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ବଳିଦାନ ଉତ୍ସର୍ଗ କଲେ। 5 ରାଜା ଶଲୋମନ 22,000 ବଳଦ ଓ 120,000 ମେଣ୍ଢା ଉତ୍ସର୍ଗ କଲେ। ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ସମର୍ପଣ କଲେ। 6 ଯାଜକମାନେ ସେମାନଙ୍କର କାର୍ଯ୍ୟ କରିବା ନିମନ୍ତେ ପ୍ରସ୍ତୁତ ହୋଇ ଠିଆ ହୋଇ ରହିଥିଲେ। ଲେବୀୟଗଣ ଯେଉଁ ବାଦ୍ୟଯନ୍ତ୍ରଗୁଡ଼ିକ ସହିତ ଠିଆ ହୋଇ ରହିଥିଲେ, ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେହି ବାଦ୍ୟଯନ୍ତ୍ରଗୁଡ଼ିକ ରାଜା ଦାଉଦଙ୍କ ଦ୍ୱାରା ନିର୍ମିତ ହୋଇଥିଲା। ଯାଜକ ଓ ଲେବୀୟମାନେ କହୁଥିଲେ, “ସଦାପ୍ରଭୁଙ୍କ ପ୍ରେମ ଚିରକାଳସ୍ଥାୟୀ ଅଟେ!” ସେମାନେ ଲେବୀୟମାନଙ୍କ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ବିପରୀତ ଦିଗରେ ଠିଆ ହୋଇ ତୂରୀ ବଜାଇଲେ।
7 ଶଲୋମନ ପ୍ରାଙ୍ଗଣର ମଧ୍ୟଭାଗରେ ବେଦିକୁ ଧାର୍ମିକ କାର୍ଯ୍ୟ ପାଇଁ ସମର୍ପଣ କଲେ। ଏହି ପ୍ରାଙ୍ଗଣ ସଦାପ୍ରଭୁଙ୍କ ମନ୍ଦିରର ସମ୍ମୁଖରେ ଥିଲା। ସେଠାରେ ଶଲୋମନ ହୋମବଳି ଓ ସହଭାଗିତାର ନୈବେଦ୍ୟର ଚର୍ବ୍ବୀ ଉତ୍ସର୍ଗ କଲେ। ଶଲୋମନ ପ୍ରାଙ୍ଗଣର ମଧ୍ୟଭାଗକୁ ବ୍ୟବହାର କଲେ, କାରଣ ସେ ଯେଉଁ ପିତ୍ତଳ ନିର୍ମିତ ଯଜ୍ଞବେଦି ନିର୍ମାଣ କରିଥିଲେ, ତାହା ହୋମବଳି, ଶସ୍ୟ ନୈବେଦ୍ୟ ଓ ଚର୍ବ୍ବୀକୁ ଏକା ବେଳେ ଧାରଣ କରିପାରୁ ନ ଥିଲା।
ସମସ୍ତଙ୍କୁ ପ୍ରେମ କର
2 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ। 2 ମନେକର, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସେତିକିବେଳେ ଆସେ। 3 ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡାକି ବିଶେଷ ଅଭ୍ୟର୍ଥନା ଜଣାଇ କହିଥାଅ: “ଏହି ଭଲ ଆସନରେ ବସନ୍ତୁ।” କିନ୍ତୁ ଗରିବ ଲୋକଟିକୁ କହିଥାଅ: “ତୁମ୍ଭେ ସେଠାରେ ଠିଆ ହୁଅ” ବା “ମୋ’ ଗୋଡ଼ ପାଖର ଭୂଇଁରେ ବସ।” 4 ତୁମ୍ଭେ ଏ କ’ଣ କରୁଛ? ଏହା ଦ୍ୱାରା ତୁମ୍ଭେ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।
5 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି। 6 କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସେହିମାନେ ତୁମ୍ଭକୁ କଚେରୀକୁ ଟାଣି ନେଇ ଯାଆନ୍ତି। 7 ଏବଂ ଯେଉଁ ମହତ ନାମରେ ତୁମ୍ଭେମାନେ ନାମିତ ହୋଇଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସେମାନେ ତାହାଙ୍କର ନିନ୍ଦା କରନ୍ତି।
8 ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” [a] ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା’ହେଲେ ତୁମ୍ଭେ ଠିକ୍ କରୁଛ। 9 କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନାରେ ଅଧିକ ମହତ୍ତ୍ୱ ଦେଉଛ, ତା’ହେଲେ ତୁମ୍ଭେ ପାପ କରୁଛ। ସେହି ରାଜକୀୟ ବ୍ୟବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ୱରଙ୍କ ନିୟମ ଭଙ୍ଗ କରିବାରେ ଦୋଷୀ ଅଟ।
10 ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା’ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ। 11 ପରମେଶ୍ୱର କହିଛନ୍ତି, “ବ୍ୟଭିଗ୍ଭରର ପାପ କର ନାହିଁ।” [b] ସେହି ପରମେଶ୍ୱର ପୁନଃ କହିଛନ୍ତି, “ହତ୍ୟା କର ନାହିଁ।’’ [c] ଅତଏବ, ତୁମ୍ଭେ ଯଦି ବ୍ୟଭିଗ୍ଭର ପାପ କରି ନାହଁ କିନ୍ତୁ ଜଣକୁ ହତ୍ୟା କରିଛ, ତା’ହେଲେ ପରମେଶ୍ୱରଙ୍କ ବ୍ୟବସ୍ଥା ଭାଙ୍ଗିବା ଦୋଷରେ ଦୋଷୀ ହେଲ।
12 ଲୋକମାନଙ୍କୁ ସ୍ୱାଧୀନ କରୁଥିବା ବ୍ୟବସ୍ଥା ଦ୍ୱାରା ତୁମ୍ଭର ବିଗ୍ଭର ହେବ। ପ୍ରତ୍ୟେକ କଥା କହିଲା ବେଳେ ଓ ପ୍ରତ୍ୟେକ କାମ କଲାବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ୍। 13 ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା’ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।
ଯିହୂଦୀ ନେତାଙ୍କ ଆଗରେ ଯୀଶୁଙ୍କ ବିଗ୍ଭର(A)
53 ସେହି ଲୋକମାନେ ଯୀଶୁଙ୍କୁ ମହାଯାଜକଙ୍କ ପାଖକୁ ନେଇଗଲେ। ସମସ୍ତ ପ୍ରଧାନଯାଜକ, ପ୍ରାଚୀନ ନେତାଗଣ ଓ ଧର୍ମଶାସ୍ତ୍ରୀମାନେ ଏକତ୍ରିତ ହେଲେ। 54 ପିତର ଯୀଶୁଙ୍କଠାରୁ ଦୂରରେ ରହି ତାହାଙ୍କ ପଛେ ପଛେ ଆସି ମହାଯାଜକଙ୍କ ଅଗଣା ଭିତରେ ପହଞ୍ଚିଗଲେ। ସେ ସେଠାରେ ପ୍ରହରୀମାନଙ୍କ ସହିତ ବସି ଯାଇ ନିଆଁରେ ସେକି ହେଲେ।
55 ପ୍ରଧାନଯାଜକ ଓ ସମଗ୍ର ଯିହୂଦୀ ସହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ତାହାଙ୍କ ବିରୁଦ୍ଧରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ମୃତ୍ୟୁଦଣ୍ଡ ଦେବା ଭଳି କୌଣସି ପ୍ରମାଣ ପାଇଲେ ନାହିଁ। 56 ଅନେକ ଲୋକ ଆସି ଯୀଶୁଙ୍କ ବିରୁଦ୍ଧରେ ମିଛ ସାକ୍ଷ୍ୟ ଦେଲେ। କିନ୍ତୁ ସେମାନେ ସମସ୍ତେ ଅଲଗା ଅଲଗା କଥା କହିଲେ। ତାହାଙ୍କ ଭିତରୁ ଜଣେ ହେଲେ ଅନ୍ୟ ସହିତ ସମ୍ମତ ନ ଥିଲା।
57 ତା’ପରେ କେତେକ ଲୋକ ଠିଆ ହେଲେ ଓ ଯୀଶୁଙ୍କ ବିରୁଦ୍ଧରେ ମିଛ ସାକ୍ଷ୍ୟ ଦେଇ କହିଲେ, 58 “ଆମ୍ଭେମାନେ ଯୀଶୁଙ୍କୁ ଏହି କଥା କହିବାର ଶୁଣିଛୁ, ‘ମଣିଷ ତିଆରି ଏ ମନ୍ଦିରକୁ ମୁଁ ଭାଙ୍ଗି ଦେବି ଓ ପୁଣି ତିନି ଦିନ ଭିତରେ ଆଉ ଗୋଟିଏ ମନ୍ଦିର ତିଆରି କରିଦେବି, ଯାହାକି ମଣିଷ ହାତରେ ତିଆରି ହୋଇ ନ ଥିବ।” 59 ତଥାପି ଏ ଲୋକମାନେ ଯାହାସବୁ କହିଲେ, ତା’ ମଧ୍ୟରେ କାହାରି କଥା କାହାରି ସାଙ୍ଗରେ ମେଳ ଖାଉ ନ ଥିଲା।
60 ତା’ପରେ ସମସ୍ତଙ୍କ ଆଗରେ ମହାଯାଜକ ଠିଆ ହେଲେ। ସେ ଯୀଶୁଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅନେକ କଥା କହିଲେ। ତୁମ୍ଭ ବିରୁଦ୍ଧରେ ଯେତେ ଗୁଡ଼ିଏ ଅଭିଯୋଗ ଅଣାଗଲା, ସେ ବିଷୟରେ ତୁମ୍ଭର କିଛି କହିବାର ଅଛି କି? ଏ ଲୋକମାନେ କ’ଣ ସତ୍ୟ କଥା କହୁଛନ୍ତି?” 61 କିନ୍ତୁ ଯୀଶୁ ଚୁପ୍ ରହିଲେ। ସେ କିଛି ଉତ୍ତର ଦେଲେ ନାହିଁ।
ମହାଯାଜକ ଯୀଶୁଙ୍କୁ ଆଉ ଗୋଟିଏ ପ୍ରଶ୍ନ ପଗ୍ଭରିଲେ: “ତୁମ୍ଭେ କ’ଣ ମହାନ୍ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ?”
62 ଯୀଶୁ ଉତ୍ତର ଦେଲେ, “ହଁ ମୁଁ ପରମେଶ୍ୱରଙ୍କ ପୁତ୍ର ଏବଂ ଭବିଷ୍ୟତରେ ତୁମ୍ଭେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନଙ୍କ ଡାହାଣ ପଟେ ବସିଥିବାର ଏବଂ ସ୍ୱର୍ଗର ମେଘମାଳା ମଧ୍ୟରେ ଆସୁଥିବାର ଦେଖିବ।”
63 ମହାଯାଜକ ଏ କଥା ଶୁଣି ଖୁବ୍ ରାଗି ଗଲେ। ସେ ରାଗରେ ନିଜ ବସ୍ତ୍ର ଚିରି ପକାଇ ସମସ୍ତଙ୍କୁ କହିଲେ, “ଆମ୍ଭର ଆଉ ସାକ୍ଷୀର କ’ଣ ଦରକାର? 64 ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାହାସବୁ କହିଗଲେ, ତୁମ୍ଭେମାନେ ସମସ୍ତେ ଶୁଣିଲ। ଏବେ ତୁମ୍ଭେମାନେ କ’ଣ ଭାବୁଛ?”
ସମସ୍ତେ ଯୀଶୁଙ୍କୁ ଅପରାଧୀ ସାବ୍ୟସ୍ତ କଲେ ଓ ତାହାଙ୍କୁ ମୃତ୍ୟୁଦଣ୍ଡ ଦିଆ ଯିବା ଉଚିତ୍ ବୋଲି କହିଲେ। 65 ସେଠାରେ ଉପସ୍ଥିତ ଥିବା କେତେକ ଲୋକ ଯୀଶୁଙ୍କ ଉପରକୁ ଛେପ ପକାଇଲେ। କେତେକ ଯୀଶୁଙ୍କ ମୁହଁ ଘୋଡ଼େଇ ଦେଇ ବିଧା ମାରିଲେ, ଓ ଆଉ କେତେକ ଥଟ୍ଟା କରି କହିଲେ, “ଏବେ ତୁମ୍ଭେ ଆମ୍ଭକୁ ଦେଖେଇ ଦିଅ ଯେ, ତୁମ୍ଭେ ଜଣେ ଭବିଷ୍ୟଦ୍ବକ୍ତା।” ତା’ପରେ ପ୍ରହରୀମାନେ ତାହାଙ୍କୁ ନେଇ ଯାଇ ପିଟିଲେ।
2010 by World Bible Translation Center