Book of Common Prayer
ଦାଉଦଙ୍କ ସ୍ମରଣୀୟ ଗୀତ।
38 ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ।
କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।
2 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଘାତ କରିଛ।
ତୁମ୍ଭର ତୀର ମୋର ଅନ୍ତଃସ୍ଥଳକୁ ବିଦ୍ଧ କରିଛି।
3 ତୁମ୍ଭେ ମୋତେ ଦଣ୍ଡ ଦେଲ।
ବର୍ତ୍ତମାନ ମୋର ସମସ୍ତ ଶରୀର କମ୍ପୁଅଛି।
ମୋର ପାପ ଲାଗି ତୁମ୍ଭେ ମୋତେ ଦଣ୍ଡ ଦେଲ, ତେଣୁ ମୋର ଅସ୍ଥିରେ କିଛି ଆରାମ ନାହିଁ।
4 ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି।
ମୁଁ ଅତ୍ୟନ୍ତ ଲଜ୍ଜିତ।
ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ।
5 ମୁଁ ଏକ ମୂର୍ଖାମୀ କାର୍ଯ୍ୟ କରିଛି।
ମୋର ଅଜ୍ଞାନତା ଯୋଗୁଁ ମୋର କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହୋଇଛି।
6 ମୁଁ ଆଜି ନଇଁ ଯାଇଛି।
ଭାଙ୍ଗି ପଡ଼ିଛି, ସାରାଦିନ ମୁଁ ବ୍ୟଥିତ ହୋଇଛି।
7 ମୋର ଶରୀର ଜ୍ୱାଳାରେ ପରିପୂର୍ଣ୍ଣ ଥିଲା।
ମୋର ସମସ୍ତ ଶରୀର ଯନ୍ତ୍ରଣାରେ ଛଟପଟ ହେଉଥିଲା।
8 ମୋତେ ଏତେ କଷ୍ଟ ହେଉଥିଲା, ମୁଁ କିଛି ଅନୁଭବ କରିପାରୁ ନ ଥିଲି।
ମୁଁ ହୃଦୟର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରୁଥିଲି।
9 ହେ ମୋର ପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନା ଶୁଣିଲ।
ତୁମ୍ଭେ ମୋର ଆର୍ତ୍ତନାଦ ଶୁଣିଲ।
10 ମୋର ହୃଦୟ ବିଦୀର୍ଣ୍ଣ ହେଉଅଛି।
ମୋର ବଳସବୁ କ୍ଷୀଣ ହୋଇଗଲାଣି ଓ ମୁଁ ଅନ୍ଧ ହୋଇଯାଉଛି।
11 ମୋର ରୋଗ ଯୋଗୁଁ ମୋର ବନ୍ଧୁ ଓ ପଡ଼ୋଶୀମାନେ ମୋତେ ଦେଖା କରିବାକୁ ଆସନ୍ତି ନାହିଁ।
ମୋର ପରିବାରବର୍ଗ ମୋ’ଠାରୁ ଦୂରେଇ ରହନ୍ତି।
12 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି।
ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।
13 ମୁଁ ଏକ ବଧିର ବ୍ୟକ୍ତି ତୁଲ୍ୟ, ଯିଏ ଶୁଣିପାରେ ନାହିଁ।
ମୁଁ ଏକ ମୂକ ବ୍ୟକ୍ତି ତୁଲ୍ୟ, ଯିଏ କଥା କହିପାରେ ନାହିଁ।
14 ମୁଁ ଜଣେ ବଧିର ବ୍ୟକ୍ତି ପରି ଯିଏ, ପ୍ରତ୍ୟେକ ଲୋକମାନେ ଯାହା କରନ୍ତି ସର୍ବଦା ଶୁଣିପାରେ ନାହିଁ।
ମୁଁ ସେମାନଙ୍କ ସହିତ ଯୁକ୍ତି ଏବଂ ପ୍ରମାଣ କରି ପାରିବି ନାହିଁ, କାରଣ ମୋର ଶତ୍ରୁମାନେ ଭୁଲ୍ କରୁଛନ୍ତି।
15 ତେଣୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ନିଶ୍ଚୟ ସହାୟ ହେବ।
ହେ ପରମେଶ୍ୱର ମୋର ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଶ୍ଚୟ କହିବ।
16 “ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ।
ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି।
ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”
17 ମୁଁ ଜାଣେ ମୁଁ ପାପର ଶାସ୍ତି ଭୋଗୁଛି,
ମୁଁ ମୋର ଯନ୍ତ୍ରଣାକୁ ଭୁଲିପାରିବି ନାହିଁ।
18 ହେ ସଦାପ୍ରଭୁ, ମୁଁ କହେ, ମୁଁ ଯେଉଁ ମନ୍ଦକାର୍ଯ୍ୟ କରିଛି, ମୁଁ ସ୍ୱୀକାର କରେ ଯାହା ପାପ ମୁଁ କରିଛି।
ମୁଁ ମୋର ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।
19 ମୋର ଶତ୍ରୁମାନେ ସତେଜ ଓ ବଳବାନ ଅଟନ୍ତି।
ସେମାନେ ଅନେକ ଥର ମିଥ୍ୟା କହିଛନ୍ତି।
20 ମୋର ଶତ୍ରୁମାନେ ମୋ’ ପ୍ରତି ମନ୍ଦ ଆଚରଣ କରନ୍ତି।
କିନ୍ତୁ ମୁଁ ସେମାନଙ୍କ ପ୍ରତି ଉତ୍ତମ ବ୍ୟବହାର କରେ।
ମୁଁ ସବୁବେଳେ ଉତ୍ତମ କାର୍ଯ୍ୟ କରିବାକୁ ଚେଷ୍ଟା କରେ।
ତଥାପି ସେହି ଲୋକମାନେ ମୋ’ ବିରୁଦ୍ଧରେ ଯାଆନ୍ତି।
21 ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ।
ହେ ମୋର ପରମେଶ୍ୱର ମୋର ନିକଟରେ ରୁହ।
22 ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
ହେ ମୋର ପରମେଶ୍ୱର ମୋତେ ଉଦ୍ଧାର କର।
ଦାଲତ୍
25 ମୁଁ ମରିବା ବେଳେ ଧୂଳିରେ ଗଡ଼େ।
ଯେପରି ତୁମ୍ଭର ବାକ୍ୟ ଦ୍ୱାରା ପ୍ରତିଜ୍ଞା କରିଛି, ମୋତେ ବଞ୍ଚିବାକୁ ଦିଅ।
26 ମୁଁ ତୁମ୍ଭକୁ ମୋର ଜୀବନ ବିଷୟରେ କହିଅଛି।
ଏବଂ ତୁମ୍ଭେ ମୋତେ ଉତ୍ତର ଦେଇଅଛ।
ବର୍ତ୍ତମାନ ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
27 ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମୋତେ ବୁଝିବା ପାଇଁ ସାହାଯ୍ୟ କର।
ତେବେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ଗଭୀରତମ ଭାବିବି।
28 ମୁଁ ଦୁଃଖିତ ଓ କ୍ଳାନ୍ତ ଅଟେ।
ତୁମ୍ଭର ବାକ୍ୟର ପ୍ରତିଜ୍ଞା ଅନୁସାରେ ମୋତେ ପୁଣି ଶକ୍ତିଶାଳୀ କର।
29 ମୋତେ ମିଥ୍ୟା ଜୀବନ ବିତାଇବାକୁ ଦିଅ ନାହିଁ।
ଦୟାକରି ମୋତେ ତୁମ୍ଭର ବ୍ୟବସ୍ଥା ଶିଖାଅ।
30 ମୁଁ ତୁମ୍ଭ ନିକଟରେ ବିଶ୍ୱସ୍ତ ହେବା ପାଇଁ ମନୋନୀତ ହୋଇଅଛି।
ମୁଁ ଯତ୍ନ ସହକାରେ ତୁମ୍ଭର ନ୍ୟାୟପରାୟଣତାକୁ ଶିକ୍ଷା କରିବି।
31 ମୁଁ ତୁମ୍ଭ ବାକ୍ୟ ନିକଟବର୍ତ୍ତୀ ହୋଇ ଅନୁସରଣ କଲି।
ହେ ସଦାପ୍ରଭୁ, ମୋତେ ନିରାଶ କର ନାହିଁ।
32 ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି,
ଯେତେବେଳେ ତୁମ୍ଭେ ମୋର ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।
ହେ
33 ହେ ସଦାପ୍ରଭୁ, ତୁମ୍ଭ ନିୟମ ଦ୍ୱାରା ମୋତେ କିପରି ବଞ୍ଚିବାକୁ ହେବ ଶିଖାଅ
ଏବଂ ତାକୁ ଅନୁସରଣ କଲେ ମୋର ପୁରସ୍କାର ହେବ।
34 ସେସବୁକୁ ବୁଝିବା ପାଇଁ ମୋତେ ସାହାଯ୍ୟ କର।
ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି।
ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତାହାକୁ ପାଳନ କରିବି।
35 ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶ ପଥରେ ମୋତେ ଆଗେଇ ନିଅ।
ମୁଁ ବାସ୍ତବରେ ସେହିପରି ଜୀବନ ବିତାଇବା ପାଇଁ ବହୁତ ଭଲପାଏ।
36 ମୋତେ ଧନୀ ହେବା ପରିବର୍ତ୍ତେ
ମୋତେ ବାକ୍ୟ ବିଷୟରେ ବୁଝିବା ପାଇଁ ସାହାଯ୍ୟ କର।
37 ସଦାପ୍ରଭୁ ଅସାର ବସ୍ତୁ ମୋତେ ଦେଖିବାକୁ ଦିଅ ନାହିଁ।
ତୁମ୍ଭ ପଥରେ ଗ୍ଭଲିକି ମୋତେ ଜୀବନ ଖୋଜିବାକୁ ଦିଅ।
38 ତୁମ୍ଭେ ଆପଣା ଦାସ ପାଇଁ ଯାହା ପ୍ରତିଜ୍ଞା କରିଅଛ, ତାହା କର।
ତେଣୁ ଲୋକମାନେ ତୁମ୍ଭକୁ ସମ୍ମାନ କରିବେ।
39 ସଦାପ୍ରଭୁ, ଅପମାନକୁ ଦୂରେଇ ନିଅ ଯାହାକୁ ମୁଁ ଭୟ କରେ।
ତୁମ୍ଭର ବିଜ୍ଞ ନିଷ୍ପତ୍ତି ଉତ୍ତମ।
40 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ।
ତୁମ୍ଭର ଧର୍ମରେ ମୋତେ ବଞ୍ଚିବାକୁ ଦିଅ।
ବୌ
41 ହେ ସଦାପ୍ରଭୁ, ମୋ’ ପ୍ରତି ତୁମ୍ଭର ପ୍ରେମ ପ୍ରଦର୍ଶନ କର।
ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ପରିତ୍ରାଣ କର।
42 ତହିଁରେ ମୁଁ ସେମାନଙ୍କୁ ଉତ୍ତର ଦେବି,
ଯେଉଁମାନେ ମୋତେ ଅପମାନିତ କରୁଥିଲେ।
ହେ ସଦାପ୍ରଭୁ, ବାସ୍ତବରେ ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
43 ମୋତେ ତୁମ୍ଭର ସତ୍ୟ ଶିକ୍ଷା ବିଷୟରେ କହିବାକୁ ଦିଅ।
ମୁଁ ତୁମ୍ଭର ବୁଦ୍ଧିମାନ ବାକ୍ୟରେ ନିର୍ଭର କରେ।
44 ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭର ଶିକ୍ଷା ଅନୁସରଣ କରିବି।
45 ତେଣୁ ମୁଁ ମୁକ୍ତ ହେବି,
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଅନୁସରଣ କରିବାକୁ ଚେଷ୍ଟା କରେ।
46 ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ୟ ବିଷୟରେ ଆଲୋଚନା କରିବି।
ଏବଂ ମୁଁ ଲଜ୍ଜିତ ହେବି ନାହିଁ।
47 ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସୀ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନେହ କରିଅଛି।
48 ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ।
ଏବଂ ମୁଁ ତୁମ୍ଭର ବ୍ୟବସ୍ଥାସବୁ ଧ୍ୟାନ କରିବି।
24 ମାତ୍ର ଫାରୋର କନ୍ୟା ଦାଉଦ ନଗରରୁ ଆସି ଶଲୋମନଙ୍କ ଦ୍ୱାରା ନିର୍ମିତ ବୃତତ୍ ପ୍ରାସାଦରେ ବାସ କଲେ। ତା’ପରେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
25 ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ବର୍ଷରେ ତିନିଥର ଧୂପ ଜଳାଇଲେ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
26 ଅନନ୍ତର ଶଲୋମନ ରାଜା ଇଦୋମ ଦେଶରେ ଲୋହିତ ସାଗର ତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍ସିୟୋନ ଗେବରରେ ଜାହାଜମାନ ନିର୍ମାଣ କଲେ। 27 ପୁଣି ହୀରମ୍ ସେହି ଜାହାଜରେ ଶଲୋମନଙ୍କ ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲେ। 28 ଆଉ ସେମାନେ ଓଫୀରକୁ ଯାଇ ସେଠାରୁ 420 ତାଳନ୍ତ ସୁନା ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।
ଶିବାର ରାଣୀ ଶଲୋମନଙ୍କୁ ସାକ୍ଷାତ କରିବାକୁ ଆସିଲେ
10 ଅନନ୍ତର ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ପ୍ରିୟ ଶଲୋମନଙ୍କ ସୁଖ୍ୟାତି ଶୁଣି କଠିନ ପ୍ରଶ୍ନଦ୍ୱାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ। 2 ଶିବାର ରାଣୀ ବହୁ ଦାସଦାସୀଙ୍କ ଗହଣରେ ଯିରୁଶାଲମକୁ ଆସିବା ବେଳେ ସଙ୍ଗରେ ଓଟ ପୃଷ୍ଠରେ ସୁଗନ୍ଧି ଦ୍ରବ୍ୟ, ବିଭିନ୍ନ ରତ୍ନ ଓ ବହୁ ସୁବର୍ଣ୍ଣ ଆଣି ଶଲୋମନଙ୍କୁ ଭେଟିଲେ ଓ ଆପଣାର ମନୋନୀତ ପ୍ରଶ୍ନ ଶଲୋମନଙ୍କୁ ପଗ୍ଭରିଲେ। 3 ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର କଲେ। ତାଙ୍କୁ ଉତ୍ତର କରିବାକୁ ଶଲୋମନଙ୍କ ନିମନ୍ତେ କୌଣସି ପ୍ରଶ୍ନ କଠିନ ନ ଥିଲା। 4 ଶିବାର ରାଣୀ ଜାଣିଲେ ଶଲୋମନ ଅତି ଜ୍ଞାନୀ ଓ ସେ ମଧ୍ୟ ତାଙ୍କର ନୂତନ ପ୍ରାସାଦ ଦେଖିଲେ। 5 ରାଣୀ ରାଜାଙ୍କର ଟେବୁଲରେ ଭିନ୍ନ ଖାଦ୍ୟଦ୍ରବ୍ୟ, ରାଜାଙ୍କର ଅଧିକାରୀଗଣ, ସେମାନଙ୍କର ସେବା, ସେମାନଙ୍କ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିରରେ ରାଜା ଉତ୍ସର୍ଗ କରିଥିବା ନୈବେଦ୍ୟ ଦେଖି ‘ସ୍ତମ୍ଭିଭୁତ ହୋଇଗଲେ।’
6 ସେ ଶଲୋମନଙ୍କୁ କହିଲେ, “ମୁଁ ନିଜ ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ବିଷୟରେ ଓ ଆପଣଙ୍କ ଜ୍ଞାନ ସମ୍ବନ୍ଧରେ ଯାହା ଶୁଣିଥିଲି, ତାହା ସତ୍ୟ। 7 ମୁଁ ଆଖିରେ ନ ଦେଖିବା ପର୍ଯ୍ୟନ୍ତ ବିଶ୍ୱାସ କରି ପାରିଲି ନାହିଁ। ବର୍ତ୍ତମାନ ସେ ସବୁ ନିଜ ଆଖିରେ ଦେଖିଅଛି। ଯାହାସବୁ ମୁଁ ଶୁଣିଥିଲି, ତୁଳନାତ୍ମକ ମୁଁ ତାହା ପାଇଛି, ଜିନିଷଗୁଡ଼ିକ ମୁଁ ଏଠାରେ ଯାହା ଦେଖୁଛି ବହୁତ ବଡ଼ ଅଟେ। ତୁମ୍ଭର ଜ୍ଞାନ ଓ ଐଶ୍ୱର୍ଯ୍ୟର କଥା ଯାହା ମୋତେ ଲୋକମାନେ କହିଥିଲେ, ତା’ଠାରୁ ବହୁତ ଅଧିକ। 8 ତୁମ୍ଭର ସ୍ତ୍ରୀମାନେ [a] ଓ ତୁମ୍ଭର ଲୋକମାନେ ବାସ୍ତବରେ ଭାଗ୍ୟବାନ୍, ତୁମ୍ଭ ଉପସ୍ଥିତିରେ ରହି ଜ୍ଞାନର ବାକ୍ୟଗୁଡ଼ିକ ତୁମ୍ଭ ଓଠରୁ ଶୁଣନ୍ତି। 9 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ୱର ଚିରକାଳ ଇସ୍ରାଏଲକୁ ପ୍ରେମ କରନ୍ତି। ତେଣୁ ସେ ଉଚିତ୍ ବିଗ୍ଭର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”
10 ସେ (ସ୍ତ୍ରୀ) ରାଜାଙ୍କୁ 120 ତାଲନ୍ତା ସୁବର୍ଣ୍ଣ ଦେଲେ, ସେ (ସ୍ତ୍ରୀ) ମଧ୍ୟ ତାଙ୍କୁ ବହୁ ସୁଗନ୍ଧି ଦ୍ରବ୍ୟ ଓ ରତ୍ନ ଦେଲେ। ଶିବାର ରାଣୀ ଶଲୋମନଙ୍କୁ ଯେଉଁ ପରିମାଣର ସୁଗନ୍ଧି ଦ୍ରବ୍ୟ ଓ ରତ୍ନ ଦେଲେ ଏତେ ପରିମାଣର କେହି ଇସ୍ରାଏଲକୁ କେବେ ଦେଇ ନ ଥିଲେ।
11 ହୀରମଙ୍କର ଜାହାଜରେ ଓଫୀରରୁ ସୁନା ଆସିଥିଲା, ସେହିସବୁ ଜାହାଜରେ ମଧ୍ୟ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା। 12 ସେହି ଚନ୍ଦନ କାଠରେ ରାଜା ସଦାପ୍ରଭୁଙ୍କ ଗୃହର ଓ ରାଜ ଗୃହର ସ୍ତମ୍ଭ ଓ ଗାୟକମାନଙ୍କ ପାଇଁ ବୀଣା ଓ ବେହେଲା ନିର୍ମାଣ କଲେ। ଏ ପ୍ରକାର ଚନ୍ଦନ କାଠ କେହି କେବେ ପୂର୍ବରୁ ଇସ୍ରାଏଲକୁ ଆଣି ନ ଥିଲେ ଏବଂ ତା’ପରଠାରୁ କେହି ସେହିପରି ଚନ୍ଦନକାଠ ପୁନର୍ବାର ଦେଖି ନ ଥିଲେ।
13 ତତ୍ପରେ ଶଲୋମନ ରାଜା ଶିବାର ରାଣୀଙ୍କୁ ରାଜ ଯୋଗ୍ୟ ଉପହାରମାନ ଦେଲେ। ଆଉ ମଧ୍ୟ ରାଣୀଙ୍କ ମାଗିବାନୁସାରେ ସେ ସମସ୍ତ ଜିନିଷ ଦେଲେ। ଏହା ପରେ ରାଣୀ ଓ ତାଙ୍କର ଦାସମାନେ ସ୍ୱଦେଶକୁ ପ୍ରତ୍ୟାବର୍ତ୍ତନ କଲେ।
କଥା କହିବାରେ ସଂଯତ ହେବା
3 ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ ଅନେକ ଶିକ୍ଷକ ହେବା ଉଚିତ୍ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠୋର ଭାବରେ ବିଗ୍ଭରିତ ହେବୁ।
2 ଆମ୍ଭେ ସମସ୍ତେ ଅନେକ ଭୁଲ୍ କରୁ। ଯଦି ଜଣେ ଲୋକ କୌଣସି ଭୁଲ୍ କଥା କହି ନାହିଁ, ତା’ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ୟ ସଂଯତ କରି ପାରିବ। 3 ଘୋଡ଼ାମାନଙ୍କୁ ନିଜ ବଶରେ ରଖିବା ପାଇଁ ସେମାନଙ୍କ ମୁହଁରେ ଆମ୍ଭେ ଲଗାମ ଲଗାଇଥାଉ। ଆମ୍ଭେ ଏହିପରି ଭାବରେ ସେମାନଙ୍କର ସମ୍ପୂର୍ଣ୍ଣ ଶରୀରକୁ ବଶୀଭୂତ କରିଥାଉ। 4 ସମୁଦ୍ରର ଜାହାଜ କ୍ଷେତ୍ରରେ ମଧ୍ୟ ସେହିପରି ହୋଇଥାଏ। ଜାହାଜଟି ଆକାରରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ୱାରା ଗ୍ଭଳିତ ହୋଇଥାଏ। କିନ୍ତୁ ଛୋଟ ମଙ୍ଗଟି ସେହି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ଯନ୍ତ୍ରଟିକୁ ଗ୍ଭଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ଯିବ। ସେ ଲୋକ ଯେଉଁଠାକୁ ଗ୍ଭହେଁ, ଜାହାଜଟି ସେଠାକୁ ଯାଏ। 5 ଆମ୍ଭ ଜିହ୍ୱା ନିମନ୍ତେ ମଧ୍ୟ ଏହି ବିଷୟ ସମାନ ଅଟେ। ଜିହ୍ୱାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ୟଧିକ ମାତ୍ରାରେ ଗର୍ବ କରିଥାଏ।
ଯେଉଁ ଛୋଟ ଅଗ୍ନିଶିଖାଟି ଗୋଟିଏ ବଡ଼ ଜଙ୍ଗଲରେ ନିଆଁ ଲଗେଇ ଦେଇ ପାରିବ। 6 ଜିହ୍ୱା ହେଉଛି ଏକ ଛୋଟ ଅଗ୍ନିଶିଖା ଭଳି। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତରେ ଜିହ୍ୱା ହେଉଛି ସବୁଠାରୁ ମନ୍ଦ। କିପରି? ଜିହ୍ୱା ଆମ୍ଭ ଶରୀର ମାଧ୍ୟମରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ। ଜିହ୍ୱା ଏହି ଅଗ୍ନିକୁ ନରକରୁ ପାଇଥାଏ।
7 ମଣିଷ ପ୍ରତ୍ୟେକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପାରେ ଓ କରିଛି ମଧ୍ୟ। 8 କିନ୍ତୁ କୌଣସି ମଣିଷ ଜିହ୍ୱାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷଯୁକ୍ତ ଘାତକ ଅଟେ। 9 ଏହି ଜିହ୍ୱା ଦ୍ୱାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତା’ପରେ ପରମେଶ୍ୱର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ୟରେ ତିଆରି କରିଛନ୍ତି, ସେହି ଲୋକମାନଙ୍କୁ ଅଭିଶାପ ଦେଉ। 10 ଗୁଣଗାନ ଓ ଅଭିଶାପ ସେହି ଗୋଟିଏ ମୁହଁରୁ ବାହାରେ! ମୋ’ ଭାଇ ଓ ଭଉଣୀମାନେ, ଏଭଳି ହେବା ଉଚିତ୍ ନୁହେଁ। 11 ଗୋଟିଏ ସମାନ ଝରଣାରୁ ଉଭୟ ଭଲ ଓ ମନ୍ଦ ପାଣି କ’ଣ ଝରି ଆସିପାରେ? ନା! 12 ମୋ’ ଭାଇ ଓ ଭଉଣୀମାନେ, ଡିମିରିଗଛରେ କ’ଣ ଜିତ ଫଳ ଫଳେ? ନା! ଦ୍ରାକ୍ଷାଲତା କ’ଣ ଡିମିରି ଉତ୍ପନ୍ନ କରିପାରେ? ନା! ଗୋଟିଏ ଲୁଣିଆ ପାଣିର କୂଅ କେବେ ମିଠା ପାଣି ଦେଇପାରେ ନାହିଁ।
ଶାସନକର୍ତ୍ତା ପୀଲାତ ଯୀଶୁଙ୍କୁ ପ୍ରଶ୍ନ କଲେ(A)
15 ସକାଳ ହେବା ମାତ୍ରେ ପ୍ରଧାନଯାଜକ, ପ୍ରାଚୀନ ଯିହୂଦୀ ନେତାଗଣ ଓ ଧର୍ମଶାସ୍ତ୍ରୀ ତଥା ସମଗ୍ର ଯିହୂଦୀ ମହାସଭା ଯୀଶୁଙ୍କ ପ୍ରତି କ’ଣ ବିଗ୍ଭର କରାଯିବ, ତାହା ସ୍ଥିର କଲେ। ସେମାନେ ଯୀଶୁଙ୍କୁ ବାନ୍ଧି ଶାସନକର୍ତ୍ତା ପୀଲାତଙ୍କ ପାଖକୁ ନେଇଗଲେ ଓ ତାହାଙ୍କ ହାତରେ ସମର୍ପଣ କରିଦେଲେ।
2 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”
ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ତାହା ସତ୍ୟ।”
3 ପ୍ରଧାନଯାଜକମାନେ ଅନେକ ବିଷୟରେ ଯୀଶୁଙ୍କୁ ଅଭିଯୁକ୍ତ କଲେ। 4 ପୀଲାତ ପୁଣି ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ କିଛି କହିବାର ନାହିଁ? ଦେଖ, ସେମାନେ ତୁମ୍ଭକୁ ଅନେକ ବିଷୟରେ ଅଭିଯୁକ୍ତ କରୁଛନ୍ତି।”
5 ତଥାପି ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। ପୀଲାତ ଏଥିରେ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ।
ପୀଲାତ ଯୀଶୁଙ୍କୁ ମୁକ୍ତ କରିବାରେ ଅସମର୍ଥ ହେଲେ(B)
6 ପ୍ରତିବର୍ଷ ପରମ୍ପରାକ୍ରମେ ନିସ୍ତାରପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା’ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଗ୍ଭହାନ୍ତି, କେବଳ ସେହି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦେଇଥା’ନ୍ତି। 7 ସେହି ସମୟରେ ବନ୍ଦୀଶାଳାରେ ବାରବ୍ବା ନାମରେ ଏକ ବ୍ୟକ୍ତି ବିଦ୍ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।
8 ଲୋକମାନେ ପୀଲାତଙ୍କ ପାଖକୁ ଆସିଲେ ଓ ତାହାଙ୍କୁ କହିଲେ ଯେ ସବୁଥର ଭଳି ଏଥର ମଧ୍ୟ ସେମାନଙ୍କ ପାଇଁ ସେ ଜଣେ ବନ୍ଦୀକୁ ମୁକ୍ତ କରନ୍ତୁ। 9 ପୀଲାତ ଲୋକମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କ’ଣ ଗ୍ଭହୁଁଛ ଯେ ମୁଁ ତୁମ୍ଭମାନଙ୍କ ପାଇଁ ଯିହୂଦୀମାନଙ୍କ ରାଜାଙ୍କୁ ଛାଡ଼ି ଦିଏ?” 10 ପୀଲାତ ଏ କଥା କହିବାର କାରଣ ହେଲା, ସେ ଜାଣିଥିଲେ ଯେ ପ୍ରଧାନଯାଜକମାନେ ଈର୍ଷାନ୍ୱିତ ହୋଇ ଯୀଶୁଙ୍କୁ ତାହାଙ୍କ ହାତରେ ସମର୍ପଣ କରି ଦେଇଛନ୍ତି। 11 କିନ୍ତୁ ପ୍ରଧାନଯାଜକମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସେମାନେ ପୀଲାତଙ୍କୁ କୁହନ୍ତୁ ବାରବ୍ବାକୁ ମୁକ୍ତ କରିବା ପାଇଁ, କିନ୍ତୁ ଯୀଶୁଙ୍କୁ ନୁହେଁ।
2010 by World Bible Translation Center