Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।
31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
ମୋତେ ତୁମ୍ଭେ ନିରାଶ କର ନାହିଁ।
ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
2 ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
ମୋର ନିରାପତ୍ତା ବଳୟ ହୁଅ।
ମୋତେ ରକ୍ଷା କର।
3 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
4 ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
ତୁମ୍ଭେ ମୋର ନିରାପଦ ସ୍ଥଳ।
5 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
ମୋତେ ରକ୍ଷା କର।
6 ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
7 ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
8 ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
9 ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
ଭୟ କରି ମୋ’ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।
14 ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ।
ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।
19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।
23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।
ଦାଉଦଙ୍କର ଗୀତ
35 ସଦାପ୍ରଭୁ ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି
ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
2 ସଦାପ୍ରଭୁ ତୁମ୍ଭେ ଢାଲ ଓ ସାଞ୍ଜୁ [a] ଉଠାଅ।
ଜାଗ୍ରତ ହୁଅ, ମୋର ସହାୟ ହୁଅ।
3 ଏକ ବର୍ଚ୍ଛା ଓ କୁନ୍ତ ଧର
ଓ ଯେଉଁମାନେ ମୋ’ ପଛରେ ଗୋଡ଼ାଇଛନ୍ତି ତାଙ୍କ ସହିତ ଯୁଦ୍ଧ କର।
ସଦାପ୍ରଭୁ ମୋର ପ୍ରାଣକୁ କୁହ, “ଯେ ତୁମ୍ଭେ ମୋତେ ରକ୍ଷା କରିବ।”
4 କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି।
ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର।
ସେମାନଙ୍କୁ ଘଉଡ଼ାଇ ଦିଅ।
ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର।
5 ସେହି ଲୋକମାନଙ୍କୁ ତୁଷ ତୁଲ୍ୟ ପବନରେ ଉଡ଼ାଇ ନିଅ।
ସେମାନଙ୍କୁ ସଦାପ୍ରଭୁଙ୍କର ଦୂତ ଘଉଡ଼ାଇ ଦିଅନ୍ତୁ।
6 ସେମାନଙ୍କ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ,
ଯାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସେମାନଙ୍କୁ ସହଜରେ ଧରି ପାରିବେ।
7 ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ।
ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ।
ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।
8 ସଦାପ୍ରଭୁ, ସେମାନଙ୍କୁ ସେମାନଙ୍କ ଯନ୍ତାରେ ପକାଇ ଦିଅ।
ସେମାନେ ତାଙ୍କ ବାନ୍ଧିଥିବା ଜାଲରେ ନିଜେ ଧରା ପଡ଼ନ୍ତୁ।
ସେମାନଙ୍କ ଉପରେ ଅଜଣା ବିପଦ ମାଡ଼ି ଆସୁ।
9 ତା’ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି।
ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।
10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ।
ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା’ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ।
ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ,
ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
11 କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି।
ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
12 ମୁଁ କେବଳ ଭଲ କାର୍ଯ୍ୟ କରିଛି।
କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି।
ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
13 ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି।
ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି।
ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି।
ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି।
ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା’ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ।
ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକରେ ପ୍ରତୀକ ଅଟେ।
ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ।
ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି।
ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ।
ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
16 ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ।
ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।
17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ?
ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି।
ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ।
ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର।
ସେମାନେ ସିଂହ ତୁଲ୍ୟ ଅଟନ୍ତି।
18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି।
ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
19 ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ।
ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ।
ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି।
ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।”
22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି।
ତେଣୁ ତୁମ୍ଭେ ନୀରବ ରୁହ ନାହିଁ।
ମୋତେ ପରିତ୍ୟାଗ କର ନାହିଁ।
23 ହେ ସଦାପ୍ରଭୁ ଜାଗ୍ରତ ହୁଅ, ଉଠ।
ମୋର ପରମେଶ୍ୱର ଓ ମୋର ସଦାପ୍ରଭୁ, ମୋ’ ପାଇଁ ସଂଗ୍ରାମ କର ଏବଂ ମୋତେ ନ୍ୟାୟ ପ୍ରଦାନ କର।
24 ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର।
ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।
25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।”
ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”
26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ।
ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି।
ସେମାନେ ଭାବନ୍ତି ସେମାନେ ମୋ’ଠାରୁ ଭଲ।
ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।
27 କିଛି ଲୋକ ଗ୍ଭହାନ୍ତି ଭଲ ଘଟଣା ମୋ’ ଜୀବନରେ ଘଟୁ।
ମୁଁ ଆଶା କରେ, ସେହି ଲୋକମାନେ ଅତି ଆନନ୍ଦିତ ଅଟନ୍ତି।
କାରଣ ସେହି ଲୋକମାନେ ସର୍ବଦା କୁହନ୍ତି, “ସଦାପ୍ରଭୁ ହେଉଛନ୍ତି ମହାନ।
ସେ ଗ୍ଭହାନ୍ତି ତାଙ୍କର ଭୃତ୍ୟମାନଙ୍କର ସର୍ବଦା ମଙ୍ଗଳ ହେଉ।”
28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ।
ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।
26 ତା’ପରେ ଶଲୋମନଙ୍କର ଦାସ ଯାରବିୟାମ ମଧ୍ୟ ରାଜାଙ୍କର ବିପକ୍ଷରେ ବିଦ୍ରୋହ କଲେ। ସେ ସରେଦା ନଗର ନିବାସୀ ଇଫ୍ରୟିମଙ୍କ ପରିବାରବର୍ଗ ଥିଲେ। ତାଙ୍କର ମାତାଙ୍କର ନାମ ସରୁୟା, ସେ ଜଣେ ବିଧବା ଥିଲେ।
27 ଏଠାରେ କୈଫିୟତ ଯୋଗ୍ୟ ଅଟେ ଯେ, କିପରି ଓ କାହିଁକି ଯାରବିୟାମ, ରାଜାଙ୍କ ବିରୁଦ୍ଧରେ ଉଠିଲେ। ସେହି ଦିନଗୁଡ଼ିକରେ ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ପ୍ରାଚୀର ନିର୍ମାଣ କରୁଥିଲେ। 28 ସେ ସମୟରେ ଯାରବିୟାମ ମହାବିକ୍ରମଶାଳୀ ଯୁବକ ଥିଲେ। ସେହିପରି ଏକ ଉତ୍ତମ କର୍ମୀକୁ ପାଇ, ରାଜା ଶଲୋମନ ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ନ୍ୟସ୍ତ କଲେ। 29 ଥରେ ଯାରବିୟାମ ଯିରୁଶାଲମ ବାହାରକୁ ଯାଉଥିଲା ବେଳେ ଶୀଲୋର ଭବିଷ୍ୟଦ୍ବକ୍ତା ଅହିୟଙ୍କ ସହିତ ତାଙ୍କର ବାଟରେ ଦେଖା ହେଲା। ଅହିୟ ଏକ ନୂତନ ବସ୍ତ୍ର ପରିଧାନ କରିଥିଲେ ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
30 ତା’ପରେ ଅହିୟ ଆପଣା ଦେହର ନୂତନ ବସ୍ତ୍ରକୁ ବାରଖଣ୍ତ କରି ଚିରିଲା। 31 ତତ୍ପରେ ଅହିୟ ଯାରବିୟାମଙ୍କୁ କହିଲା, “ତୁମ୍ଭ ନିଜ ପାଇଁ ଦଶଖଣ୍ତ ନିଅ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରିଦେବା ତୁମ୍ଭକୁ ଦଶ ଗୋଷ୍ଠୀ ଦେବା। 32 ମୋର ସେବକ ଦାଉଦ ସକାଶେ ଓ ମୋର ପ୍ରିୟ ଯିରୁଶାଲମ ନଗରୀ ସକାଶେ ଯେଉଁଟାକି ସମଗ୍ର ଇସ୍ରାଏଲ ପରିବାରବର୍ଗରୁ ପସନ୍ଦ କରିଛି। ଏକ ପରିବାରବର୍ଗରେ ମୁଁ ଦାଉଦର ବଂଶକୁ ଶାସନ କରିବା ପାଇଁ ଦେବି। 33 ଆମ୍ଭେ ଶଲୋମନର ରାଜ୍ୟ କାଢ଼ି ନେବାର କାରଣ ହେଉଛି, ସେ ଆମ୍ଭର ପଶ୍ଚାଦ୍ଗାମୀ ହେଲା ନାହିଁ। ସେ ମୋତେ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବତା, ମୋୟାବର କମୋଶ୍ ଦେବତାକୁ ଓ ଅମ୍ମୋନୀୟମାନଙ୍କର ମିଲ୍କମ୍ ଦେବତାକୁ ପ୍ରଣାମ କରିଅଛି। ମୋ’ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା’ର ପିତା ଦାଉଦ ପରି ସେ ମୋର ନିର୍ଦ୍ଦେଶ ଓ ନିୟମ ଆଜ୍ଞା ମାନିଲା ନାହିଁ। 34 ମୁଁ ଶଲୋମନର ପରିବାରରୁ ରାଜ୍ୟ ଛଡ଼େଇ ନେବି। କିନ୍ତୁ ମୋର ସେବକ ଦାଉଦ ନିମନ୍ତେ ଯିଏ କି ମୋର ଆଜ୍ଞା ଓ ବିଧି ପାଳନ କଲା। ମୁଁ ଶଲୋମନକୁ ତା’ର ମୃତ୍ୟୁ ପର୍ଯ୍ୟନ୍ତ ଶାସନ କରିବାକୁ ଦେବି। 35 ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ କାଢ଼ି ନେବା ଆଉ ଯାରବିୟାମ, ତୁମ୍ଭେ ଦଶ ଗୋଷ୍ଠୀର ଶାସନ ଭାର ନେବ। 36 ତା’ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦେବି। ଯାହା ଫଳରେ ମୋର ସେବକ ଦାଉଦର ବଂଶ ଯିରୁଶାଲମରେ ମୋ’ ଆଗରେ ରାଜତ୍ୱ କରିବ। ସେହି ସହରରେ ମୋର ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି। 37 ତୁମ୍ଭର ମହା ସନ୍ତୋଷାନୁଯାୟୀ ମୁଁ ତୁମ୍ଭକୁ ଇସ୍ରାଏଲ ଉପରେ ଶାସନ କରାଇବି। 38 ଆଉ ଯଦି ତୁମ୍ଭେ ମୋର ଦାସ ଦାଉଦଙ୍କ ପରି ମୋର ବିଧି ଓ ଆଜ୍ଞା ପାଳନ କରିବ, ମୋ’ ପଥରେ ଗ୍ଭଲିବ ଓ ଠିକ୍ ଭାବରେ ଜୀବନଯାପନ କରିବ, ତେବେ ମୁଁ ତୁମ୍ଭ ସହିତ ରହିବି ଓ ମୁଁ ତୁମ୍ଭ ପାଇଁ ଏକ ସାମ୍ରାଜ୍ୟ ପ୍ରତିଷ୍ଠା କରିବି ଓ ଦାଉଦ ପରି ତୁମ୍ଭକୁ ଇସ୍ରାଏଲରେ ଶାସନ କରିବାକୁ ଦେବି। 39 ଆମ୍ଭେ ଏହି କର୍ମ ସକାଶୁ ଦାଉଦ ବଂଶକୁ କ୍ଳେଶ ଦେବା, ମାତ୍ର ତାହା ଚିରକାଳ ନୁହେଁ।’”
ଶଲୋମନଙ୍କର ମୃତ୍ୟୁ
40 ଏହି କାରଣରୁ ଶଲୋମନ ଯାରବିୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ। ମାତ୍ର ଯାରବିୟାମ ମିଶରର ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କ ମୃତ୍ୟୁ ପର୍ଯ୍ୟନ୍ତ ମିଶରରେ ରହିଲେ।
41 ଶଲୋମନଙ୍କ ରାଜତ୍ୱ କାଳରେ ବହୁ ମହାନ ଓ ବୁଦ୍ଧିମାନ କାର୍ଯ୍ୟ କଲେ ଯାହାକି ଶଲୋମନଙ୍କର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। 42 ଶଲୋମନ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଯିରୁଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ। 43 ତା’ପରେ ଶଲୋମନ ମୃତ୍ୟୁବରଣ କଲେ ଓ ପିତୃଲୋକଙ୍କ ସହିତ ନିଜ ପିତା ଦାଉଦ ନଗରରେ କବର ପାଇଲେ। ତା’ପରେ ତାହାଙ୍କ ପୁତ୍ର ରିହବିୟାମ ରାଜା ହେଲେ।
ପରମେଶ୍ୱର ତୁମ୍ଭ ଜୀବନର ଯୋଜନା କରନ୍ତୁ
13 ତୁମ୍ଭ ଭିତରେ କେହି କେହି କୁହନ୍ତି, “ଆମ୍ଭେ ଆଜି ବା କାଲି କୌଣସି ସହରକୁ ଯିବୁ। ଆମ୍ଭେ ସେଠାରେ ବର୍ଷେ ରହିବୁ ଓ ବ୍ୟବସାୟ କରି ଧନ ଅର୍ଜନ କରିବୁ।” ଶୁଣ! ଏହି ବିଷୟରେ ଚିନ୍ତା କର: 14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା’ପରେ ସେ ଗ୍ଭଲିଯାଏ। 15 ଅତଏବ ତୁମ୍ଭେ କହିବା ଉଚିତ୍: “ଯଦି ପରମେଶ୍ୱରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।” 16 କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ। 17 ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା’ହେଲେ ସେ ପାପ କରିଥାଏ।
ସ୍ୱାର୍ଥପର ଧନୀଲୋକ ଦଣ୍ଡ ପାଇବେ
5 ଧନୀ ଲୋକେ! ଶୁଣ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ୟଧିକ କ୍ଳେଶ ତୁମ୍ଭ ଉପରେ ମାଡ଼ି ଆସୁଛି। 2 ତୁମ୍ଭର ଧନସବୁ ନଷ୍ଟ ହୋଇଯାଇଛି ଓ ମୂଲ୍ୟହୀନ ହୋଇ ପଡ଼ିଛି। ତୁମ୍ଭର ପୋଷାକ ପୋକ ଖାଇ ଯାଇଛନ୍ତି। 3 ତୁମ୍ଭର ସୁନା ଓ ରୂପାରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହୋଇ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ଯ୍ୟ କରିଛ। ସେହି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦେବ। ଶେଷଦିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ। 4 ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।
5 ପୃଥିବୀରେ ତୁମ୍ଭ ଜୀବନ ବିଳାସମ୍ପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମୋଟା କଲ। 6 ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦେଖାଇଲ ନାହିଁ। ସେମାନେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ୟ, ତୁମ୍ଭେ ସେମାନଙ୍କୁ ହତ୍ୟା କରିଛ।
22 ତା’ପରେ ସେମାନେ ଯୀଶୁଙ୍କୁ ଗଲ୍ଗଥା ନାମକ ସ୍ଥାନକୁ ନେଇଗଲେ। ଗଲ୍ଗଥାର ଅର୍ଥ “କପାଳ ସ୍ଥାନ” 23 ସେଠାରେ ସେମାନେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। କିନ୍ତୁ ଯୀଶୁ ତାହା ପିଇବାକୁ ମନା କଲେ। 24 ତା’ପରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶ ବିଦ୍ଧ କଲେ। ସେମାନେ ଯୀଶୁଙ୍କ ଲୁଗା ପଟା ନିଜ ନିଜ ମଧ୍ୟରେ ବାଣ୍ଟି ନେଲେ। କିଏ କ’ଣ ପାଇବ, ତାହା ସେମାନେ ଗୁଲିବାଣ୍ଟ ଦ୍ୱାରା ଭାଗ କରିବା ପାଇଁ ସ୍ଥିର କଲେ।
25 ଯୀଶୁଙ୍କୁ କ୍ରୁଶବିଦ୍ଧ କଲା ବେଳକୁ ସକାଳ ନଅଟା ବାଜିଥିଲା। 26 ଯୀଶୁଙ୍କ ବିରୁଦ୍ଧରେ ଗୋଟିଏ ଅଭିଯୋଗପତ୍ର ଫଳକ ଉପରେ ଲେଖା ଯାଇଥିଲା ଏ “ ଯିହୂଦୀମାନଙ୍କର ରାଜା।” 27 ଯୀଶୁଙ୍କ ସହିତ ଆଉ ଦୁଇଜଣ ଡକାୟତଙ୍କୁ ମଧ୍ୟ ସେମାନେ କ୍ରୁଶ ବିଦ୍ଧ କଲେ। ଜଣକୁ ତାହାଙ୍କର ଡାହାଣ ପଟେ ଓ ଆଉ ଜଣକୁ ବାମ ପଟେ କ୍ରୁଶ ବିଦ୍ଧ କରାଗଲା। 28 [a]
29 ଯୀଶୁଙ୍କ ପାଖଦେଇ ଗ୍ଭଲିଯାଉଥିବା ଲୋକେ ତାହାଙ୍କୁ ଅପମାନିତ କରୁଥିଲେ। ସେମାନେ ମୁଣ୍ଡ ହଲେଇ ହଲେଇ କହୁଥିଲେ, “ଆରେ ବାଃ, ତୁ ସେହି ଲୋକ, ଯିଏ ମନ୍ଦିରକୁ ଭାଙ୍ଗି ଦେଇ ତିନି ଦିନ ମଧ୍ୟରେ ତାହା ପୁଣି ତିଆରି କରି ଦେବୁ ବୋଲି କହୁଥିଲୁ। 30 ଏବେ କ୍ରୁଶ ଉପରୁ ଓହ୍ଲେଇ ଆସି ନିଜକୁ ରକ୍ଷା କର।”
31 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଅନ୍ୟ ଲୋକମାନେ ଯୀଶୁଙ୍କୁ ଯେଭଳି ଭାବରେ ଥଟ୍ଟା କରୁଥିଲେ, ସେମାନେ ମଧ୍ୟ ଠିକ୍ ସେହିଭଳି ଯୀଶୁଙ୍କୁ ଥଟ୍ଟା କଲେ। ସେମାନେ କୁହାକୁହି ହେଉଥିଲେ, “ସେ ଅନ୍ୟକୁ ରକ୍ଷା କରୁଥିଲା, କିନ୍ତୁ ଏବେ ସେ ନିଜକୁ ରକ୍ଷା କରି ପାରିଲା ନାହିଁ। 32 ଯଦି ପ୍ରକୃତରେ ସେ ଖ୍ରୀଷ୍ଟ, ଇସ୍ରାଏଲର ରାଜା, ତେବେ ବର୍ତ୍ତମାନ ସେ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସୁ। ନିଜକୁ ରକ୍ଷା କରୁ। ତା’ହେଲେ ଆମ୍ଭେମାନେ ତାହା ଦେଖିବା ଓ ତାକୁ ବିଶ୍ୱାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖରେ କ୍ରୁଶ ବିଦ୍ଧ କରାଯାଉଥିଲା, ସେମାନ ମଧ୍ୟ ଯୀଶୁଙ୍କ ଅପମାନିତ କଲେ।
2010 by World Bible Translation Center