Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 41

ଦାଉଦଙ୍କର ଗୀତ।

41 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ।
    ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା’ର ଜୀବନ ବଞ୍ଚାନ୍ତି।
    ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ।
    ପରମେଶ୍ୱର ତା’ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି।
    ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।

ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ!ମୋ’ ପ୍ରାଣକୁ ସୁସ୍ଥ କର।”
ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
    ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ।
    ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି।
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି,
    ତା’ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି।
    ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି
    ଓ ସେଥିପାଇଁ ବେମାର ଅଛି।
    ସେ ଆଉ ଭଲ ହେବ ନାହିଁ।”
ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି।
    କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
11 ହେ ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ।
    ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।
12 ମୁଁ ନିରପରାଧ ଥିଲି।
    ତୁମ୍ଭେ ମୋତେ ସାହାଯ୍ୟ କରିଲ।
    ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।

13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର।
    ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ।

ଆମେନ୍, ଆମେନ୍।

ଗୀତସଂହିତା 52

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍, “ଦାଉଦ ଅହୀମେଲକର ଗୃହରେ ଅଛନ୍ତି” ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।

52 ହେ ଶ୍ରେଷ୍ଠ ମାନବ, ତୁମ୍ଭେ କରୁଥିବା ଅନିଷ୍ଟ କର୍ମରେ ବଡ଼ିମା ହେଉଛି କାହିଁକି?
    ପରମେଶ୍ୱରଙ୍କ ବିଶ୍ୱସ୍ତ ପ୍ରେମ ମୋତେ ଦିନ ତମାମ ସୁରକ୍ଷା କରିବ।
ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ।
    ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ।
    ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ।
    ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ।

ତୁମ୍ଭେ ଲୋକମାନଙ୍କୁ ଆଘାତ ଦେଉଥିବା ଶବ୍ଦକୁ ଓ ପ୍ରତାରଣା କରୁଥିବା ଜିହ୍ୱାକୁ ଭଲ ପାଉଛ।
ଏଣୁ ପରମେଶ୍ୱର ଚିରଦିନ ପାଇଁ ତୁମ୍ଭକୁ ଧ୍ୱଂସ କରିବେ।
    ସେ ତୁମ୍ଭକୁ ହଠାତ୍ ମାଡ଼ିବସିବେ ଏବଂ ତୁମ୍ଭକୁ ତୁମ୍ଭର ଘରୁ ଟାଣି ଆଣିବେ।
    ସେ ତୁମ୍ଭକୁ ସଜୀବ ପୃଥିବୀରୁ ଉତ୍ପାଟନ କରିବେ।

ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ।
ସେମାନେ ତୁମ୍ଭକୁ ପରିହାସ କରି କହିବେ।
    “ଦେଖ, ତାଙ୍କୁ କ’ଣ ହେଲା।
ସେ ରକ୍ଷା ପାଇବା ପାଇଁ ପରମେଶ୍ୱରଙ୍କୁ ବିଶ୍ୱାସ କଲା ନାହିଁ।
    ସେ ଭାବିଲା, ତା’ର ଧନ ଏବଂ ମିଥ୍ୟା ତାକୁ ଉଦ୍ଧାର କରିବ।”

କିନ୍ତୁ ମୁଁ ପରମେଶ୍ୱରଙ୍କ ମନ୍ଦିରରେ ବଢ଼ୁଥିବା ଏକ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
    ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ପ୍ରେମରେ ବିଶ୍ୱାସ କରେ।
ପରମେଶ୍ୱର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି।
    ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

ଗୀତସଂହିତା 44

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।

44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
    ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
    ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
    ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
    ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
ଆମ୍ଭର ପିତୃପୁରୁଷଙ୍କ ଖ‌ଡ଼୍‌ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
    ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
    ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
    କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
    ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
    ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
    କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
    ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
    ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।

କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
    ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
    ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
    ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
    ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
    ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
    ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
    ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
    ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
    ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
    ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
    ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
    ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
    ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
    ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
    ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
    ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
    ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
23 ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
    କାହିଁକି ତୁମ୍ଭେ ଶୋଇ ରହିଛ?
    ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
    ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
    ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
    ଆମ୍ଭକୁ ସାହାଯ୍ୟ କର।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।

ରାଜାବଳୀର ପ୍ରଥମ ପୁସ୍ତକ 13:1-10

ପରମେଶ୍ୱର ବୈଥେଲ୍ ବିପକ୍ଷରେ କହନ୍ତି

13 ସଦାପ୍ରଭୁ ଯିହୁଦାରେ ଥିବା ଏକ ପରମେଶ୍ୱରଙ୍କ ଲୋକକୁ ବୈଥେଲ୍ ଯିବାକୁ ଆଦେଶ ଦେଲେ। ଯେତେବେଳେ ଯା‌ରବିୟାମ ଯଜ୍ଞବେଦି ନିକଟରେ ଧୂପ ଜଳାଇବା ପାଇଁ ଛିଡ଼ା ହୋଇଥିଲେ ସେତେବେଳେ ପରମେଶ୍ୱରଙ୍କ ଲୋକ ସେଠାରେ ଉପସ୍ଥିତ ହେଲେ। ସଦାପ୍ରଭୁଙ୍କ ନିର୍ଦ୍ଦେଶରେ ପରମେଶ୍ୱରଙ୍କ ସେହି ଲୋକ ଜଣକ ଯଜ୍ଞବେଦି ବିପକ୍ଷରେ ଉଚ୍ଚସ୍ୱରରେ କହିଲେ,

“ହେ ଯଜ୍ଞବେଦି, ସଦାପ୍ରଭୁ ତୁମ୍ଭକୁ କୁହନ୍ତି, ‘ଏଇ ଦେଖ, ଦାଉଦ ବଂଶରେ ଯୋଶିୟ ନାମରେ ଏକ ସନ୍ତାନ ଜନ୍ମ ହେବ। ଉଚ୍ଚସ୍ଥଳୀର ଯାଜକମାନେ ତୁମ୍ଭ ଉପରେ ଧୂପ ଜଳାଉଛନ୍ତି। ଯୋଶିୟ ସେମାନଙ୍କୁ ତୁମ୍ଭ ଉପରେ ବଳିଦାନ କରିବ। ବର୍ତ୍ତମାନ ଏହି ଯାଜକଗଣ ତୁମ୍ଭ ଉପରେ ଧୂପ ଜାଳନ୍ତି କିନ୍ତୁ ଯୋଶିୟ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦ‌ଗ୍‌ଧ କରିବେ। ତେବେ ତୁମ୍ଭକୁ ପୁଣି କେହି ବ୍ୟବହାର କରିବେ ନାହିଁ।’”

ଆଉ ସେହି ପରମେଶ୍ୱରଙ୍କ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲେ, “ଭବିଷ୍ୟତରେ ଏହା ହେବ। ‘ଏଇ ଦେଖ, ଏହି ବେଦି ଖଣ୍ତ ଖଣ୍ତ ହୋଇ ଭାଙ୍ଗି ପଡ଼ିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।’”

ବୈଥେ‌ଲ୍‌ରେ ଯଜ୍ଞବେଦି ବିଷୟରେ ପରମେଶ୍ୱରଙ୍କ ଲୋକଙ୍କ ମୁହଁରୁ ରାଜା ଯାରବିୟାମ ଏହି ବାର୍ତ୍ତା ଶୁଣିଲେ। ସେ ସେହି ଲୋକକୁ ଧରିବା ପାଇଁ ହସ୍ତ ବିସ୍ତାର କଲେ। ସେ ଆଦେଶ ଦେଲେ, “ତାକୁ ବନ୍ଦୀ କର!” ମାତ୍ର ରାଜା ତାହା ବିରୁଦ୍ଧରେ ଯେଉଁ ବାହୁ ବିସ୍ତାର କରିଥିଲେ ତାହା ଆଉ ସଙ୍କୁଚିତ କରି ପାରିଲା ନାହିଁ। ତେଣୁ ତାଙ୍କର ବାହୁ ତ‌ତ୍‌କ୍ଷଣାତ୍ ପକ୍ଷାଘାତ ହୋଇଗଲା। ଆଉ ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ସଙ୍କେତ ଦେଇଥିଲେ, ବଳିଦାନର ଯଜ୍ଞବେଦି ଭାଙ୍ଗି ଖଣ୍ତ ଖଣ୍ତ ହୋଇଗଲା ଓ ଭସ୍ମ ଅଜାଡ଼ି ହୋଇ ପଡ଼ିଲା। ତା’ପରେ ରାଜା ଯାରବିୟାମ ପରମେଶ୍ୱରଙ୍କ ଲୋକକୁ ନିବେଦନ କରି କହିଲେ, “ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ମୋରବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।”

ତେଣୁ ପରମେଶ୍ୱରଙ୍କ ଲୋକ ପ୍ରାର୍ଥନା କଲେ, ରାଜାଙ୍କର ପକ୍ଷାଘାତ ବାହୁ ଭଲ ହୋଇଗଲା। ତା’ପରେ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ତୁମ୍ଭେ ମୋ’ ସହିତ ଗୃହକୁ ଆସ। ମୋ’ ସହିତ ଭୋଜନ କର। ମୁଁ ତୁମ୍ଭକୁ ଏକ ଉପହାର ଦେବା ପାଇଁ ଯାଉଅଛି।”

ମାତ୍ର ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲେ, “ତୁମ୍ଭେ ଆପଣା ରାଜ୍ୟର ଅର୍ଦ୍ଧେକ ଅଂଶ ଦେଲେ ମଧ୍ୟ ମୁଁ ତୁମ୍ଭ ସହିତ ଯିବି ନାହିଁ। ଆଉ ମଧ୍ୟ ମୁଁ ଏ ସ୍ଥାନରେ ଅନ୍ନ ସ୍ପର୍ଶ କରିବି ନାହିଁ କିମ୍ବା ଜଳ ପାନ କରିବି ନାହିଁ। କାରଣ ଅନ୍ନ ଜଳ ସ୍ପର୍ଶ ନ କରିବାକୁ ସଦାପ୍ରଭୁ ମୋତେ ନିର୍ଦ୍ଦେଶ ଦେଇଛନ୍ତି। ଆଉ ମଧ୍ୟ ସଦାପ୍ରଭୁଙ୍କର ଆଦେଶ ଅଛି, ତୁମ୍ଭେ ଯେଉଁ ପଥରେ ଆସିଛ, ସେହି ପଥରେ ଫେରିବ ନାହିଁ।” 10 ତେଣୁ ସେ ବୈଥେ‌ଲ୍‌କୁ ଯେଉଁ ପଥରେ ଆସିଥିଲା, ସେ ପଥରେ ନ ଫେରି ଅନ୍ୟ ପଥରେ ଫେରିଲା।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:1-11

ଯୀଶୁ ଖ୍ରୀଷ୍ଟଙ୍କ ସେବକ ପାଉଲ ଓ ତୀମଥି, ଫିଲି‌ପ୍‌ପୀର ଖ୍ରୀଷ୍ଟ ଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ [a] ଏବଂ ବିଶେଷ ସେବକମାନଙ୍କୁ ପତ୍ର।

ଆମ୍ଭ ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

ପାଉଲଙ୍କ ପ୍ରାର୍ଥନା

3-4 ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ, ସେତେଥର ପରମେଶ୍ୱରଙ୍କୁ ଆନନ୍ଦ ସହକାରେ ପ୍ରାର୍ଥନାରେ ଧନ୍ୟବାଦ ଦିଏ। ଲୋକମାନଙ୍କୁ ସୁସମାଗ୍ଭର ଶୁଣାଇଲା ବେଳେ, ତୁମ୍ଭମାନଙ୍କଠାରୁ ପାଇଥିବା ସାହାଯ୍ୟ ପାଇଁ ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। ବିଶ୍ୱାସ କରିବା ପ୍ରଥମଦିନଠାରୁ ଏବେ ପର୍ଯ୍ୟନ୍ତ ତୁମ୍ଭେ ସାହାଯ୍ୟ କରି ଆସୁଛ। ପରମେଶ୍ୱର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ୟ ତାହା କରୁଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ଯ୍ୟନ୍ତ ସେ ସେହି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥିରେ ନିଶ୍ଚିତ ଅଟେ।

ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ। ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ।

ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ:

ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ; 10 ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ; 11 ତୁମ୍ଭେ ପରମେଶ୍ୱରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ସାହାଯ୍ୟରେ ଅନେକ ଉତ୍ତମ କାମ କରିବ।

ମାର୍କ ଲିଖିତ ସୁସମାଗ୍ଭର 15:40-47

40 କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା। 41 ଏହି ସ୍ତ୍ରୀଲୋକମାନେ ଯୀଶୁ ଗାଲିଲୀରେ ଥିବା ବେଳେ ତାହାଙ୍କର ସହିତ ଥିଲେ। ସେମାନେ ତାହାଙ୍କର ସେବାଯତ୍ନ କରୁଥିଲେ। ଅନ୍ୟ ଅନେକ ସ୍ତ୍ରୀଲୋକ ମଧ୍ୟ ସେଠାରେ ଥିଲେ। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମକୁ ଆସିଥିଲେ।

ଯୀଶୁଙ୍କୁ ସମାଧି ଦିଆଗଲା(A)

42 ସନ୍ଧ୍ୟା ହୋଇଯାଇଥିଲା। ଏହି ଦିନଟି ଆୟୋଜନ ଦିବସ (ବିଶ୍ରାମ ଦିବସର ପୂର୍ବ ଦିନ) ଥିଲା। 43 ହାରାମାଥୀୟାର ଯିହୂଦୀ ଯୋସେଫ ମହାସଭାର ଜଣେ ସମ୍ମାନିତ ସଦସ୍ୟ ଥିଲେ ଓ ସେ ପରମେଶ୍ୱରଙ୍କ ରାଜ୍ୟ ଆସୁ ବୋଲି ଗ୍ଭହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।

44 ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲେଣି ଶୁଣି ପୀଲାତ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେ ଯୀଶୁଙ୍କୁ ଜଗିଥିବା ସେନାପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲେଣି କି ନାହିଁ ପଗ୍ଭରିଲେ। 45 ସେନାପତି ଜଣକ ପୀଲାତଙ୍କୁ ଯୀଶୁ ପ୍ରାଣତ୍ୟାଗ କରି ସାରିଥିବା କଥା କହିଲେ। ତା’ପରେ ପୀଲାତ ଯୋସେଫଙ୍କୁ କହିଲେ ଯେ, ସେ ଯୀଶୁଙ୍କ ଶବ ନେଇ ଯାଇ ପାରିବେ।

46 ଯୋସେଫ ଖଣ୍ଡିଏ ବସ୍ତ୍ର କିଣିଲେ। ସେ ଶବକୁ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆଣିଲେ। ସେ ଶବକୁ ବସ୍ତ୍ରରେ ସମ୍ପୂର୍ଣ୍ଣ ଘୋଡ଼େଇ ଦେଲେ ଓ ପଥର କଟା ହୋଇ ତିଆରି ହୋଇଥିବା ଗୋଟିଏ କବରରେ ତାହାଙ୍କୁ ରଖିଦେଲେ। ଖଣ୍ଡିଏ ବଡ଼ ପଥର ଗଡ଼େଇ ଆଣି କବରର ମୁହଁକୁ ବନ୍ଦ କରିଦେଲେ। 47 ମ‌ଗ୍‌ଦଲୀନୀ ମରିୟମ ଓ ଯୋସିଙ୍କ ମା ଯୀଶୁଙ୍କୁ ଯେଉଁଠାରେ ରଖାଗଲା, ସେହି ସ୍ଥାନଟି ଦେଖିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center