Book of Common Prayer
ଦାଉଦଙ୍କର ସଙ୍ଗୀତ।
24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
2 ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।
5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।
7 ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ।
ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
8 କିଏ ସେହି ଗୌରବମୟ ରାଜା?
ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।
9 ହେ ଫାଟକ ସବୁ ଖୋଲି ଯାଅ।
ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ [a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ [b] ଭ୍ରମଣ କରନ୍ତି।
8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।
9 ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି
ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
8 ତେଣୁ ଏଲିୟ ଉଠି ଭୋଜନ ପାନ କଲେ। ସେ ଖାଦ୍ୟରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପରମେଶ୍ୱରଙ୍କ ପର୍ବତ ହୋରେବ ପହଞ୍ଚିଲା ପର୍ଯ୍ୟନ୍ତ ଗ୍ଭଲି ଗ୍ଭଲି ଗଲେ। 9 ସେଠାରେ ଏଲିୟ ଏକ ଗହ୍ୱରରେ ରାତ୍ରି ଯାପନ କଲେ।
ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ହେ ଏଲିୟ, ତୁମ୍ଭେ ଏଠାରେ କ’ଣ କରୁଛ?”
10 ଏଲିୟ ଉତ୍ତର କଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ସାମର୍ଥ୍ୟ ଦେଇ ତୁମ୍ଭର ସେବା କଲି। ମାତ୍ର ଇସ୍ରାଏଲର ଲୋକମାନେ ତୁମ୍ଭର ନିୟମ ଭଙ୍ଗ କଲେ ଓ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କେବଳ ଅବଶିଷ୍ଟ ରହିଲି। ସେମାନେ ମୋ’ ପ୍ରାଣ ନେବାକୁ ମଧ୍ୟ ଅନ୍ୱେଷଣ କରୁଛନ୍ତି।”
11 ତା’ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ଯାଅ, ପର୍ବତ ଉପରେ ମୋ’ ସମ୍ମୁଖରେ ଛିଡ଼ା ହୁଅ। ମୁଁ ତୁମ୍ଭ ପାଖ ଦେଇ ଅତିକ୍ରମ କରିବି।” ତା’ପରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ। 12 ଭୂମିକମ୍ପ ପରେ ସେଠାରେ ଅଗ୍ନି ବ୍ୟାପିଲା, ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ। ଅଗ୍ନି ପରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
13 ଯେତେବେଳେ ଏଲିୟ ସେହି ରବ ଶୁଣିଲେ, ସେ ନିଜ ବସ୍ତ୍ରରେ ନିଜର ମୁଖକୁ ଆଚ୍ଛାଦନ କଲେ ଓ ଗହ୍ୱରର ପ୍ରବେଶ ପଥ ନିକଟରେ ଯାଇ ଛିଡ଼ା ହେଲେ। ସେହି ସ୍ୱର କହିଲା, “ହେ ଏଲିୟ, ତୁମ୍ଭେ ଏଠାରେ କ’ଣ କରୁଛ?”
14 ଏଲିୟ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ଦେଇ ତୁମ୍ଭକୁ ସେବା କଲି ମାତ୍ର ଇସ୍ରାଏଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିୟମ ଥିଲା ତାକୁ ଭଙ୍ଗ କଲେ। ସେମାନେ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ସେମାନେ ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ୟଦ୍ବକ୍ତା ଯିଏ କି ଏ ପର୍ଯ୍ୟନ୍ତ ବଞ୍ଚିଛି। ବର୍ତ୍ତମାନ ସେମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।”
15 ତହୁଁ ସଦାପ୍ରଭୁ କହିଲେ, “ତୁମ୍ଭେ ଦମ୍ମେଶକ ପ୍ରାନ୍ତରକୁ ଯାଇଥିବା ପଥରେ ଫେରିଯାଅ। ଦମ୍ମେଶକକୁ ଯାଅ ଓ ସେଠାରେ ହସାୟେଲକୁ ଅରାମର ସିଂହାସନରେ ଅଭିଷିକ୍ତ କର। 16 ଆଉ ନିମ୍ଶିର ପୁତ୍ର ଯେହୂକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର। ଆଉ ଆବେଲ୍ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ସ୍ଥାନରେ ଭବିଷ୍ୟଦ୍ବକ୍ତା ରୂପେ ଅଭିଷେକ କର। 17 ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍ଗରୁ ବଞ୍ଚିବ ଯେହୂ ତାକୁ ବଧ କରିବ ଓ ଯେ ଯେହୂର ଖଡ଼୍ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ। 18 ମୁଁ ଇସ୍ରାଏଲରେ 7000 ଜଣଙ୍କୁ ଛାଡ଼ି ଦେବି, ଯେଉଁମାନେ କେବେ ବାଲ୍ଦେବତାଙ୍କୁ ପ୍ରଣାମ କରି ନାହାନ୍ତି। ଏପରିକି ସେମାନେ କେବେ ବାଲ୍ ପ୍ରତିମାକୁ ଚୁମ୍ବନ କରି ନାହାନ୍ତି।”
ଇଲୀଶାୟ ଜଣେ ଭବିଷ୍ୟଦ୍ବକ୍ତା ହେଲେ
19 ସେଠାରୁ ଏଲିୟ ପ୍ରସ୍ଥାନ କରି ଶାଫଟଙ୍କ ପୁତ୍ର ଇଲୀଶାୟଙ୍କୁ ଖୋଜିବାକୁ ଗଲେ। ଇଲୀଶାୟ ବାରହଳ ବଳଦ ଆଗରେ ରଖି ହଳ ବୁଲାଉଥିଲେ ଓ ସେ ଦ୍ୱାଦଶ ହଳରେ ଥିଲେ। ଏଲିୟ ତାଙ୍କ ନିକଟକୁ ଗଲେ ଓ ଆପଣା ବସ୍ତ୍ରକୁ ତା’ ଉପରେ ପକାଇଲେ। 20 ତହିଁରେ ଇଲୀଶାୟ ବଳଦ ଛାଡ଼ି ଏଲିୟଙ୍କ ପଛେ ପଛେ ଦୌଡ଼ି କହିଲେ, “ମୁଁ ତୁମ୍ଭଙ୍କୁ ବିନୟ କରୁଛି, ମୋ’ ପିତାମାତାଙ୍କୁ ଚୁମ୍ବନ କରିବାକୁ ମୋତେ ଅନୁମତି ଦିଅନ୍ତୁ। ତା’ପରେ ମୁଁ ବିଦାୟ ନେଇ ତୁମ୍ଭ ପଛେ ପଛେ ଯିବି।”
ଏଲିୟ ଉତ୍ତର କଲେ, “ତାହା ଉତ୍ତମ କଥା, ଯାଅ, ମୁଁ ତୁମ୍ଭକୁ ଅଟକାଉ ନାହିଁ।”
21 ତା’ପରେ ଇଲୀଶାୟ ତାଙ୍କ ପରିବାର ସହିତ ଉତ୍ତମ ଭୋଜନ କଲେ। ସେ ବଳଦ ହଳକ ନେଇ ବଧ କଲେ ଓ ଯୁଆଳି କାଠରେ ମାଂସ ରାନ୍ଧି ଲୋକମାନଙ୍କୁ ଭୋଜନ ଦେଲେ। ତା’ପରେ ସେ ଏଲିୟଙ୍କ ପଶ୍ଚାଦ୍ଗମନ କରି ତାଙ୍କର ସାହାଯ୍ୟ କାରୀ ହେଲେ।
34 କିନ୍ତୁ ସେହି ସଭାରେ ଆଇନ ଶିକ୍ଷକ ଗମଲୀୟେଲ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ଯିବା ପାଇଁ ଆଦେଶ ଦେଲେ। 35 ତା’ପରେ ସେ ସେମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ। 36 ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଗ୍ଭରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା’ର ସମସ୍ତ ଶିଷ୍ୟମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲା ନାହିଁ। 37 ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ଯିହୂଦା ନାମକ ଜଣେ ବ୍ୟକ୍ତି ବାହାରିଲେ। ସେ ମଧ୍ୟ କେତେକ ଲୋକଙ୍କୁ ନିଜର ଶିଷ୍ୟ କଲେ। କିନ୍ତୁ ତାହାଙ୍କୁ ମଧ୍ୟ ହତ୍ୟା କରାଗଲା। ତାହାଙ୍କର ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। 38 ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ସେମାନଙ୍କୁ ଏକୁଟିଆ ଛାଡ଼ିଦିଅ। ଯଦି ସେମାନଙ୍କର ମନ୍ତ୍ରଣା ବା ଏହି କାମ ମନୁଷ୍ୟମାନଙ୍କ ପକ୍ଷରୁ ହୋଇଥାଏ, ତେବେ ତାହା ବିଫଳ ହେବ। 39 କିନ୍ତୁ ଯଦି ଏହା ପରମେଶ୍ୱରଙ୍କଠାରୁ ହୋଇଥାଏ, ତେବେ ତୁମ୍ଭେମାନେ ସେମାନଙ୍କ କାମ ବନ୍ଦ କରି ପାରିବ ନାହିଁ। ତୁମ୍ଭେମାନେ ନିଜକୁ ପରମେଶ୍ୱରଙ୍କ ବିରୁଦ୍ଧରେ ଲଢ଼ିବାର ଦେଖିବ।”
ସେମାନେ ତାହାଙ୍କ ଉପଦେଶ ମାନିଲେ। 40 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକି ନେଇ ପ୍ରହାର କଲେ। ସେମାନଙ୍କୁ ଯୀଶୁଙ୍କ ନାମରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା’ପରେ ସେମାନଙ୍କୁ ଛାଡ଼ି ଦେଲେ। 41 ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି। 42 ପ୍ରେରିତମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଏହି ସୁସମାଗ୍ଭର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସେମାନେ ପ୍ରଗ୍ଭର କାର୍ଯ୍ୟ ଆଦୌ ବନ୍ଦ କଲେ ନାହିଁ।
ଯୀଶୁଙ୍କୁ ମାରିବା ପାଇଁ ଯିହୂଦୀ ନେତାମାନଙ୍କର ଯୋଜନା(A)
45 ସେଠାରେ ମରିୟମଙ୍କୁ ଦେଖା କରିବା ନିମନ୍ତେ ଅନେକ ଯିହୂଦୀ ଆସିଥିଲେ। ସେମାନେ ସମସ୍ତେ ଯୀଶୁଙ୍କର କାର୍ଯ୍ୟ ଦେଖିଲେ। ସେମାନଙ୍କ ଭିତରୁ ଅନେକ ଯିହୂଦୀ ତାହାଙ୍କୁ ବିଶ୍ୱାସ କଲେ। 46 କିନ୍ତୁ କେତେକ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫେରିଗଲେ। ସେମାନେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ଯ୍ୟ ବର୍ଣ୍ଣନା କଲେ। 47 ତା’ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ’ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି।
2010 by World Bible Translation Center