Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 80

ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।

80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
    ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
    ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
    ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
    ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
    କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
    ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
    ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।

ତୁମ୍ଭେ ମିଶରରୁ ଗୋଟିଏ
    “ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
    ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
    ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
    “ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
    ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
    ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
    ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
    ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
    ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
    ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
    ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।

17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
    ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
    ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
    ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।

ଗୀତସଂହିତା 77

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।

77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
    ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
    ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
    କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
    କିନ୍ତୁ ମୁଁ ପାରୁ ନାହିଁ।
ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
    ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
    ମୁଁ ଚିନ୍ତା କରେ।
ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
    ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
    ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
    ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
    ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
    ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?”

10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
    ‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”

11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
    ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
    ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
    ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
    ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
    ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।

16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
    ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
    ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
    ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
    ବିଜୁଳି ଜଗତକୁ ଆଲୋକମୟ କଲା।
    ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
    କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
    ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

ଗୀତସଂହିତା 79

ଆସଫର ଗୀତ।

79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
    ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
    ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
    ତୁମ୍ଭର ସ‌ଦ୍‌ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
    ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
    ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
    ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
    ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
    ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
    ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
    ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
    ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
    ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
    “ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
    ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
    ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
    ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
    ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
    ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
    ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।

ରାଜାବଳୀର ଦ୍ୱିତୀୟ ପୁସ୍ତକ 5:1-19

ନାମାନଙ୍କ ସମସ୍ୟା

ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା’ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ।

ଅରାମୀୟମାନେ ସୈନ୍ୟଦଳ ଦ୍ୱାରା ଇସ୍ରାଏଲ ବିରୁଦ୍ଧରେ ଲଢ଼ୁଥିଲେ। ସେମାନେ ସେମାନଙ୍କର ଦାସ କରିବାକୁ ଇସ୍ରାଏଲରୁ ଘେନି ଆସୁଥିଲେ। ଏକ ସମୟରେ ସେମାନେ ଗୋଟିଏ ଛୋଟ ବାଳିକା ନେଇ ଆସିଥିଲେ। ସେହି ବାଳିକାଟି ନାମା‌ନଙ୍କ ଭାର୍ଯ୍ୟାର ଦାସୀ ହେଲା। ଅନନ୍ତର ସେହି ବାଳିକା ନିଜର କର୍ତ୍ତାଙ୍କୁ କହିଲା, “ମୁଁ ଆଶା କରୁଛି ମୋର ମହାଶୟ ନାମା‌ନ୍‌ ଯଦି ଭବିଷ୍ୟ‌ଦ୍‌ବକ୍ତା ଇଲୀଶାୟଙ୍କୁ ସାକ୍ଷାତ୍ କରନ୍ତି, ଯେ ବର୍ତ୍ତମାନ ଶମରିୟାରେ ବାସ କରୁଛନ୍ତି। ସେ ନିଶ୍ଚୟ ତାଙ୍କୁ ଏହି କୁଷ୍ଠରୋଗରୁ ଆରୋଗ୍ୟ କରିବେ।”

ନାମାନ୍ ନିଜର ପ୍ରଭୁ ଅରା‌ମ୍‌ର ରାଜାଙ୍କ ନିକଟକୁ ଯାଇ ଇସ୍ରାଏଲୀୟ ବାଳିକା ଯାହା କହିଥିଲେ ସବୁ କହିଲେ।

ତା’ପରେ ଅରା‌ମ୍‌ର ରାଜା କହିଲେ, “ବର୍ତ୍ତମାନ ତୁମ୍ଭେ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଏକ ପତ୍ର ପଠାଇବି।”

ତହୁଁ ସେ ଗଲାବେଳେ ଦଶ ତାଳନ୍ତ ରୂପା 6000 ସୁନା ଖଣ୍ତ ଓ ଦଶ ସାଜ ପୋଷାକ ଉପହାର ସ୍ୱରୂପ ସଙ୍ଗରେ ନେଲେ। ନାମାନ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଅରାମ୍ ରାଜାଙ୍କଠାରୁ ଖଣ୍ଡେ ପତ୍ର ନେଲେ। ଚିଠିରେ ଲେଖାଥିଲା, “ମୁଁ ମୋର ଦାସ ନାମା‌ନଙ୍କୁ ତୁମ୍ଭ ପାଖକୁ ପଠାଇଲି। ଦୟାକରି ତାକୁ ଚର୍ମ ରୋଗରୁ ଆରୋଗ୍ୟ କର।”

ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”

ଏହା ପରେ ପରମେଶ୍ୱରଙ୍କ ଲୋକ ଇଲୀଶାୟ ଶୁଣିଲେ ଯେ ଇସ୍ରାଏଲର ରାଜା ନିଜର ବସ୍ତ୍ର ଚିରିଛନ୍ତି, ସେ ଗୋଟିଏ ବାର୍ତ୍ତା ରାଜାଙ୍କ ନିକଟକୁ ପଠାଇ କହିଲେ, “ତୁମ୍ଭେ କାହିଁକି ନିଜର ବସ୍ତ୍ର ଚିରିଲ। ନାମାନ୍ ମୋ’ ନିକଟକୁ ଆସୁ, ତାହାହେଲେ ଇସ୍ରାଏଲରେ ଭବିଷ୍ୟ‌ଦ୍‌ବକ୍ତା ଅଛନ୍ତି, ସେ ଜାଣିବ।”

ତେଣୁ ନାମାନ୍ ନିଜର ଅଶ୍ୱ ଓ ରଥାଦି ସହିତ ଇଲୀଶାୟଙ୍କ ଗୃହକୁ ଆସିଲେ। ସେ ଦ୍ୱାର ନିକଟରେ ଠିଆ ହେଲେ। 10 ଇଲୀଶାୟ ଏକ ଦୂତ ନାମାନ୍ ନିକଟକୁ ପଠାଇ କହିଲେ, “ଯାଅ, ଯର୍ଦ୍ଦନ ନଦୀରେ ସାତଥର ସ୍ନାନ କର। ତାହାହେଲେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”

11 ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଗ୍ଭଲିଗଲେ। ସେ କହିଲେ “ମୁଁ ଭାବିଥିଲି ସେ ବାହାରି ଆସି ଥା’ନ୍ତା ଏବଂ ତାଙ୍କ ସଦାପ୍ରଭୁଙ୍କ ନାମରେ ଡାକି ଥା’ନ୍ତା ଏବଂ ସଂକ୍ରମିତ ଚର୍ମ ଉପରେ ତାଙ୍କ ହାତ ରଖି ମୋତେ ଆରୋଗ୍ୟ କରିଥା’ନ୍ତା। 12 ଇସ୍ରାଏଲର ସମସ୍ତ ଜଳ ଅପେକ୍ଷା ଦମ୍ମେଶକର ଅବାନା ଓ ପର୍ପର ନଦୀଗଣର ଜଳ ଅଧିକ ଭଲ ନୁହେଁ କି? ମୁଁ ଦମ୍ମେଶକର ସେ ନଦୀରେ ସ୍ନାନ କରି କାହିଁକି ଶୁଚି ନ ହେବି?” ତେଣୁ ସେ ରାଗି ଗ୍ଭଲିଗଲେ।

13 କିନ୍ତୁ ନାମା‌ନ୍‌ର ଦାସମାନେ ତାଙ୍କ ନିକଟକୁ ଆସି କହିଲେ, “ହେ ପିତା, ଯଦି ଭବିଷ୍ୟ‌ଦ୍‌ବକ୍ତା କିଛି ବଡ଼ କରିବାକୁ ତୁମ୍ଭକୁ କହିଲେ, ତୁମ୍ଭେ କ’ଣ ତାହା କରି ନ ଥା’ନ୍ତ? ତେଣୁ ଦୟାକରି ତାଙ୍କ କଥାମାନ ଯଦିଓ ସେ ତୁମ୍ଭକୁ ଏକ ସହଜ ଜିନିଷ କରିବାକୁ କହୁଛି। ତାଙ୍କର ଉପଦେଶ ଅନୁସାରେ ‘ସ୍ନାନ କର ଏବଂ ଶୁଚି ହୁଅ।’”

14 ତେଣୁ ନାମାନ୍ ପରମେଶ୍ୱରଙ୍କ ଲୋକର ବାକ୍ୟାନୁସାରେ ଗଲେ ଓ ଯର୍ଦ୍ଦନ ନଦୀରେ ନିଜକୁ ସାତଥର ବୁଡ଼ାଇଲେ। ଏଥିରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ୟ କୋମଳ ହେଲା।

15 ଏହା ପରେ ନାମାନ୍ ଓ ତା’ର ସମସ୍ତ ସାଥୀ ଲୋକମାନେ ଫେରି ଆସି ପରମେଶ୍ୱରଙ୍କ ଲୋକ ଇଲୀଶାୟ ସମ୍ମୁଖରେ ଆସି ଛିଡ଼ା ହେଲେ ଓ କହିଲେ, “ଦେଖନ୍ତୁ, ମୁଁ ଏବେ ବୁଝିଲି ଇସ୍ରାଏଲର ପରମେଶ୍ୱରଙ୍କ ଛଡ଼ା ସମଗ୍ର ପୃଥିବୀରେ ଆଉ ପରମେଶ୍ୱର କେହି ନାହାନ୍ତି। ତେଣୁ ମୁଁ ବିନୟ କରି କହୁଛି, ଆପଣ ଏ ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”

16 ମାତ୍ର ଇଲୀଶାୟ କହିଲେ, “ମୁଁ ସଦାପ୍ରଭୁଙ୍କ ସେବା କରୁଛି। ମୁଁ ଶପଥ କରି କହୁଛି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ କୌଣସି ଉପହାର ଗ୍ରହଣ କରିବି ନାହିଁ।”

ନାମାନ୍ ତାଙ୍କୁ ବହୁତ ଅନୁରୋଧ କଲେ ମଧ୍ୟ ସେ ମନା କରିଦେଲେ। 17 ଏଥିରେ ନାମାନ୍ କହିଲେ, “ଆପଣ ଏହା ଯଦି ସ୍ୱୀକାର ନ କରନ୍ତି, ତେବେ ମୁଁ ବିନୟ କରୁଛି, ମୋ’ ପାଇଁ ଏହା କରନ୍ତୁ। ଆପଣଙ୍କ ଏ ଦାସକୁ ଦୁଇ ଖଚରର ଭାରମାଟି ଦିଆଯାଉ। କାରଣ ଆଜି ପର୍ଯ୍ୟନ୍ତ ଆପଣଙ୍କ ଏ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ବଳିଦାନ କି ହୋମବଳି ଉତ୍ସର୍ଗ କରିବ ନାହିଁ। 18 ଏହା ପାଇଁ ସଦାପ୍ରଭୁ ମୋତେ କ୍ଷମା କରି ପାରନ୍ତି: ମୋର ପ୍ରଭୁ ରିମ୍ମୋଣ ମନ୍ଦିରରେ ପୂଜା କରିବା ପାଇଁ ଯିବା ବେଳେ ମୋ’ ଉପରେ ନତ ହେବେ, ତେଣୁ ମୁଁ ମଧ୍ୟ ରିମ୍ମୋଣ ମନ୍ଦିରରେ ପ୍ରଣାମ କରିବି, ଯେତେବେଳେ ସେ ପ୍ରଣାମ କରନ୍ତି। ସଦାପ୍ରଭୁ ମୋତେ କ୍ଷମା କରି ପାରନ୍ତି ଯେତେବେଳେ ଏହା ଘଟେ।”

19 ତା’ପରେ ଇଲୀଶାୟ ନାମା‌ନଙ୍କୁ କହିଲେ, “ଶାନ୍ତିରେ ଯାଅ।”

ତେଣୁ ନାମାନ୍ ଇଲୀଶାୟଙ୍କୁ ଛାଡ଼ି ଅଳ୍ପଦୂର ଗଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:8-21

ତୁମ୍ଭେମାନେ ଭାବୁଛ ଯେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକୀୟ ବିଷୟ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭେ ନିଜକୁ ଧନ୍ୟ ବୋଲି ମନେ କରୁଛ। ତୁମ୍ଭେମାନେ ଆମ୍ଭ ବିନା ରାଜା ହୋଇ ଯାଇଛ ବୋଲି ଭାବୁଛ। ହଁ, ତୁମ୍ଭେମାନେ ପ୍ରକୃତରେ ରାଜା ହୋଇଥିଲେ ଭଲ ହୋଇଥା’ନ୍ତା। ତା’ହେଲେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିଥାଆନ୍ତୁ। କିନ୍ତୁ ମୋର ମନେ ହୁଏ ଯେ, ପରମେଶ୍ୱର ଆମ୍ଭ ପ୍ରେରିତମାନଙ୍କୁ ସର୍ବଶେଷରେ ରଖିଅଛନ୍ତି। ଆମ୍ଭେମାନେ ଯେପରି ମୃତ୍ୟୁଦଣ୍ଡରେ ଦଣ୍ଡିତ କରା ହୋଇଛୁ ଏବଂ ସମସ୍ତ ଜଗତ ଏହା ଦେଖୁଛନ୍ତି। ସମଗ୍ର ଜଗତ, ସ୍ୱର୍ଗଦୂତ ଓ ଲୋକମାନଙ୍କ ସମ୍ମୁଖରେ ଆମ୍ଭେମାନେ ଯେପରି ଏକ ନାଟକ କରୁଛୁ। 10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ। 11 ଏପରିକି ବର୍ତ୍ତମାନ ସୁଦ୍ଧା ଆମ୍ଭେ ଭୋକ ଓ ଶୋଷରେ ଅଛୁ, ଓ ବସ୍ତ୍ରହୀନ ଅଟୁ। ଆମ୍ଭକୁ ଅଧିକାଂଶ ସମୟରେ ପ୍ରହାର କରାଯାଇଛି। ଆମ୍ଭର ଘର ନାହିଁ। 12 ଆମ୍ଭର ଲାଗି ଆମ୍ଭେ ହାତରେ କାମ କରୁଛୁ, ଅତି କଠିନ ପରିଶ୍ରମ କରୁଛୁ। 13 ଲୋକମାନଙ୍କଠାରୁ ଅଭିଶାପ ପାଇ ମଧ୍ୟ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରୁଛୁ। ଲୋକେ ଆମ୍ଭକୁ ତାଡ଼ନା କରୁଛନ୍ତି, ଆମ୍ଭେ ସହୁଛୁ। ଏପରିକି ଯେଉଁମାନେ ଆମ୍ଭର ମିଥ୍ୟାପବାଦ କରନ୍ତି, ଆମ୍ଭେ ସେମାନଙ୍କୁ ନମ୍ରଭାବେ କଥା କହୁ। ଆଜି ପର୍ଯ୍ୟନ୍ତ ଲୋକେ ଆମ୍ଭକୁ ସମଗ୍ର ସଂସାରର ମଇଳା ଧୂଳି ସଦୃଶ ବ୍ୟବହାର କରୁଛନ୍ତି।

14 ତୁମ୍ଭମାନଙ୍କୁ ଲଜ୍ଜିତ କରିବା ପାଇଁ ମୁଁ ଏହା ଲେଖୁ ନାହିଁ। ବରଂ ନିଜର ପ୍ରିୟ ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ସଚେତନ କରାଉଛି। 15 ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି, ସୁସମାଗ୍ଭର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ମୁଁ ତୁମ୍ଭମାନଙ୍କର ପିତା ହୋଇଛି। 16 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ ଯେ, ତୁମ୍ଭେମାନେ ମୋ’ ପରି ହୁଅ। 17 ସେଥିପାଇଁ ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟରେ ମୋହର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ୱାସ ଯୋଗ୍ୟ। ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ମୁଁ କିପରି ଜୀବନଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବେ। ମୁଁ ସବୁ ମଣ୍ଡଳୀରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।

18 ତୁମ୍ଭମାନଙ୍କ ଭିତରୁ ଅନେକ ଅହଂକାରୀ ହୋଇ ଯାଇଛ। ଏହାଭାବି ତୁମ୍ଭେମାନେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କେବେ ଯିବି ନାହିଁ। 19 କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ଓ ଅହଂକାର କରୁଥିବା ଲୋକମାନେ କ’ଣ ଅଧିକ କାର୍ଯ୍ୟ କରୁଛନ୍ତି ତାହା ମୁଁ ଦେଖିବାକୁ ଗ୍ଭହେଁ। 20 ଏହା ମୁଁ ଦେଖିବାକୁ ଇଚ୍ଛାକରେ, କାରଣ ପରମେଶ୍ୱରଙ୍କ ରାଜ୍ୟ କେବଳ କଥାରେ କହିବା ବିଷୟ ବସ୍ତୁ ନୁହେଁ, ମାତ୍ର ଶକ୍ତିର ବିଷୟ ଅଟେ। 21 ତୁମ୍ଭେମାନେ କ’ଣ ଗ୍ଭହଁ: ମୁଁ ତୁମ୍ଭମାନଙ୍କ ପାଖକୁ ଦଣ୍ଡ ନେଇ ଆସିବି, ନା ପ୍ରେମ ଓ କୋମଳତା ସହ ଆସିବି?

ମାଥିଉ ଲିଖିତ ସୁସମାଗ୍ଭର 5:21-26

ଯୀଶୁ କ୍ରୋଧ ବିଷୟରେ ଶିକ୍ଷା ଦିଅନ୍ତି

21 “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। [a] ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’ 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ [b] ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।

23 “ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି, 24 ତେବେ ତୁମ୍ଭର ନୈବେଦ୍ୟ ଦାନ ସେହିଠାରେ ଛାଡ଼ି ଦେଇ ସେହି ଲୋକଟି ପାଖକୁ ଯାଅ ଏବଂ ତା’ ସହିତ ଶାନ୍ତି ସ୍ଥାପନ କରି, ତା’ପରେ ଆସି ତୁମ୍ଭର ନୈବେଦ୍ୟ ଦାନ ଅର୍ପଣ କର।

25 “ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା’ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ। 26 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center