Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 87

କୋରହ ସନ୍ତାନଗଣର ଏକ ଗୀତ।

87 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
    ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।

4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି।
    “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।”
ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି।
    “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।”
    ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ।

ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ।
    “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”

ଗୀତସଂହିତା 90

ଚତୁର୍ଥ ପୁସ୍ତକ

(ଗୀତସଂହିତା 90-106)

ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।

90 ହେ ପ୍ରଭୁ, ତୁମ୍ଭେ ବଂଶାନୁକ୍ରମେ ଆମ୍ଭମାନଙ୍କର ବାସସ୍ଥାନ ହୋଇଅଛ।
ହେ ପରମେଶ୍ୱର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ
    ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ୱର ଥିଲ।
    ତୁମ୍ଭେ ଚିରକାଳ ପରମେଶ୍ୱର ହୋଇ ରହିବ।

ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ
    ଏବଂ ପରିଶେଷରେ ତୁମ୍ଭେ ସେମାନଙ୍କୁ ଧୂଳିରେ ପରିଣତ କରିଛ।
ତୁମ୍ଭ ଦୃଷ୍ଟିରେ, ସହସ୍ର ବର୍ଷ ଗତକାଲିର ତୁଲ୍ୟ
    ଓ ରାତ୍ରିର ଅଳ୍ପ ସମୟପରି।
ତୁମ୍ଭେ ସେମାନଙ୍କର ଜୀବନକୁ ଉଚ୍ଛେଦ କରିଛ, ଯାହା ମୃତ୍ୟୁରେ ଶୋଇ ଥିବା ପରି।
ପ୍ରଭାତରେ ସେମାନେ ଗୁଜୁରିବା ତୃଣପରି।
    ପ୍ରାତଃକାଳରେ ତୃଣ ସତେଜ ହୋଇ ବଢ଼େ।
    ସନ୍ଧ୍ୟାକାଳରେ ତାହା ଶୁଖି ମରିଯାଏ।
ହେ ପରମେଶ୍ୱର, ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ହେଉ।
    ପୁଣି ତୁମ୍ଭ କ୍ରୋଧ ଆମ୍ଭଙ୍କୁ ଭୟଭୀତ କରେ।
ତୁମ୍ଭେ ଆମ୍ଭମାନଙ୍କର ପାପ ବିଷୟରେ ଜାଣ।
    ତୁମ୍ଭେ ମଧ୍ୟ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।
ତୁମ୍ଭର କ୍ରୋଧ ଆମ୍ଭମାନଙ୍କ ଜୀବନକୁ ଶେଷ ଦିନ କରିଦେଇ ଥାଏ।
    ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।
10 ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ,
    ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ।
ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ।
    ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।
11 କୌଣସି ଲୋକ ବାସ୍ତବରେ ତୁମ୍ଭର କ୍ରୋଧ ଦୂରତା ଜାଣନ୍ତି ନାହିଁ।
    କିନ୍ତୁ ତୁମ୍ଭର କ୍ରୋଧ ତୁମ୍ଭେ ଆଶା କରୁଥିବା ସମ୍ମାନଠାରୁ ଅଧିକ।
12 ଆମ୍ଭକୁ ଶିକ୍ଷା ଦିଅ, ଆମ୍ଭ ଜୀବନ କେତେ କ୍ଷୀଣ
    ଯାହା ଫଳରେ ଆମ୍ଭେ ବୁଦ୍ଧିମାନ୍ ହୋଇ ପାରିବୁ।
13 ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫେରି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ?
    ଆପଣା ଦାସ ପ୍ରତି ଦୟା କର।
14 ପ୍ରଭାତରେ, ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର।
    ଆମ୍ଭମାନଙ୍କୁ ଯାବଜ୍ଜୀବନ ଖୁସୀ ଓ ଆନନ୍ଦିତ ହେବାକୁ ଦିଅ।
15 ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ଯନ୍ତ୍ରଣା ଦେଲ।
    ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ଯେପରି ଯଥାର୍ଥ।
16 ତୁମ୍ଭେ କରିପାରୁଥିବା ଆଶ୍ଚର୍ଯ୍ୟ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ
    ଏବଂ ସେମାନଙ୍କ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦେଖାଅ।
17 ହେ ପରମେଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର।
    ଆମ୍ଭର କାର୍ଯ୍ୟ ଆମ୍ଭକୁ ସମର୍ଥନ କରେ,
    ତେଣୁ ଦୟାକରି ଆମ୍ଭର କାର୍ଯ୍ୟକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।

ଗୀତସଂହିତା 136

136 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଦେବତାମାନଙ୍କର ଦେବତାର ପ୍ରଶଂସା କର।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଯେ ଆଶ୍ଚର୍ଯ୍ୟକାର୍ଯ୍ୟମାନ କରନ୍ତି, ତାହଙ୍କର ପ୍ରଶଂସା କର।
    ତାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱରଙ୍କର ପ୍ରଶଂସା କର ଯିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ,
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ମହାନ ଜ୍ୟୋତିର୍ଗଣ ନିର୍ମାଣ କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ ସୃଷ୍ଟି କଲେ,
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ।
    ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
10 ପରମେଶ୍ୱର ମିଶରର ପ୍ରଥମଜାତ ମନୁଷ୍ୟ ଏବଂ ପଶୁମାନଙ୍କୁ ହତ୍ୟା କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
11 ପରମେଶ୍ୱର ମିଶର ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
12 ପରମେଶ୍ୱର ତାହଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦେଖାଇଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
13 ପରମେଶ୍ୱର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ।
    ତାହଙ୍କର ବିଶ୍ୱସ୍ତ ପ୍ରେମ ଅନନ୍ତକାଳସ୍ଥାୟୀ।
14 ପରମେଶ୍ୱର ଇସ୍ରାଏଲକୁ ଏଥି ମଧ୍ୟରେ ଗମନ କରାଇଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
15 ପରମେଶ୍ୱର ଫାରୋ ଓ ତାହାର ସୈନ୍ୟଗଣଙ୍କୁ ସୂଫସାଗରରେ ବୁଡ଼ାଇ ଦେଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
16 ପରମେଶ୍ୱର ମରୁଭୂମି ଦେଇ ଆପଣା ଲୋକମାନଙ୍କୁ ଆଗେଇ ନେଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
17 ପରମେଶ୍ୱର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
18 ପରମେଶ୍ୱର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
19 ପରମେଶ୍ୱର ଇମୋରୀୟମାନଙ୍କର ରାଜା ସୀହୋନକୁ ପରାସ୍ତ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
20 ପରମେଶ୍ୱର ବାଶନର ରାଜା ଓ‌ଗ୍‌କୁ ପରାସ୍ତ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
21 ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ତାଙ୍କ ଭୂମି ଦେଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
22 ପରମେଶ୍ୱର ସେହି ଭୂମିକୁ ଇସ୍ରାଏଲଙ୍କୁ ଦାନ କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
23 ପରମେଶ୍ୱର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେତେବେଳେ ଆମ୍ଭେ ପରାସ୍ତ ଥିଲୁ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
24 ପରମେଶ୍ୱର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
25 ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ଯୋଗାନ୍ତି।
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
26 ସ୍ୱର୍ଗର ପରମେଶ୍ୱରଙ୍କ ପ୍ରଶଂସା କର!
    ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

ରାଜାବଳୀର ଦ୍ୱିତୀୟ ପୁସ୍ତକ 11:1-20

ଅଥଲିୟା ରାଜପୁତ୍ରମାନଙ୍କୁ ଯିହୁଦାରେ ହତ୍ୟା କରନ୍ତି

11 ଅନନ୍ତର ଅହସିୟଙ୍କର ମାତା ଅଥଲିୟା ନିଜ ପୁତ୍ରର ମୃତ୍ୟୁ ଦେଖି, ସମସ୍ତ ରାଜବଂଶକୁ ବିନାଶ କଲେ।

ମାତ୍ର ଯୋରାମଙ୍କ ରାଜକନ୍ୟା, ଅହସିୟଙ୍କର ଭଗିନୀ ଯିହୋଶେବା ଯେତେବେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲେ, ସେ ପୁତ୍ରମାନଙ୍କ ମଧ୍ୟରୁ ଯୋୟାଶକୁ ନେଇଗଲେ। ସେ ଶିଶୁ ଯୋୟାଶ ଓ ତାହାର ଧାତ୍ରୀକୁ ନେଇ ଶୟନାଗାରରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିୟାଠାରୁ ହତ ହେଲା ନାହିଁ।

ତା’ପରେ ଯୋୟାଶ ଓ ଯିହୋଶେବା ସଦାପ୍ରଭୁଙ୍କ ମନ୍ଦିରରେ ଛଅ ବର୍ଷ ଗୋପନରେ ରହିଲେ ଓ ସେତେବେଳେ ଅଥଲିୟା ଯିହୁଦାରେ ରାଜତ୍ୱ କଲେ।

ଏହା ପରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କୁ ଅଣାଇ ସେମାନଙ୍କୁ ଏକତ୍ରିତ କରି ସଦାପ୍ରଭୁଙ୍କ ମନ୍ଦିରକୁ ଆପଣା ନିକଟକୁ ନେଲା, ଆଉ ସେ ସେମାନଙ୍କ ସହିତ ଏକ ଚୁକ୍ତି କରାଇଲା ଓ ସଦାପ୍ରଭୁଙ୍କ ମନ୍ଦିରରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ର ଯୋୟାଶକୁ ଦେଖାଇଲା।

ତା’ପରେ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଏହା ନିଶ୍ଚୟ କରିବ। ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ବିଶ୍ରାମ ଦିନରେ ଏହି ପ୍ରାସାଦକୁ ପ୍ରହରା ଦେବାକୁ ନିଶ୍ଚୟ ଆସିବ। ଅନ୍ୟ ଏକତୃତୀୟାଂଶ ସୂର ଫାଟକରେ ରହିବେ ଓ ଆଉ ଏକତୃତୀୟାଂଶ ପ୍ରହରୀମାନଙ୍କର ପଛ ଫାଟକରେ ରହିବେ। ଏହିରୂପେ ତୁମ୍ଭେମାନେ ପୁରା ଦ‌ମ୍‌ରେ ପ୍ରାସାଦକୁ ଜଗିବ। ପୁଣି ବିଶ୍ରାମ ବାରରେ ଦୁଇ ଭାଗର ଲୋକ ଯେଉଁମାନେ କର୍ମକ୍ଷେତ୍ରକୁ ଯାଇ ସଦାପ୍ରଭୁଙ୍କ ମନ୍ଦିରର ପ୍ରହରୀ ରହିବେ ଓ ରାଜା ଯୋୟାଶଙ୍କୁ ରକ୍ଷା କରିବେ। ତୁମ୍ଭେମାନେ ରାଜା ଯୋୟାଶକୁ ବେଷ୍ଟନ କରି ରହିବ। ସେ ଯେତେବେଳେ ଯିବେ, ତୁମ୍ଭେ ତାଙ୍କ ସହିତ ନିଶ୍ଚୟ ରହିବ। ତୁମ୍ଭେମାନେ ସର୍ବଦା ଅସ୍ତ୍ରରେ ସଜ୍ଜିତ ହୋଇ ରହିବ। ଯେକୌଣସି ଲୋକ ତୁମ୍ଭର ଅତି ନିକଟକୁ ଆସେ ତାକୁ ହତ୍ୟା କରାଯିବ।”

ଯିହୋୟାଦା ଯାଜକ ଯାହାସବୁ ଆଦେଶ କଲେ, ଅଧ୍ୟକ୍ଷମାନେ ତଦନୁସାରେ ପାଳନ କଲେ। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ତାଙ୍କର ପୁରୁଷମାନଙ୍କୁ ଆଣିଲେ, ଉଭୟ ଯେଉଁମାନେ ବିଶ୍ରାମ ଦିନରେ କାର୍ଯ୍ୟକୁ ଯାଉଥିଲେ ଓ ଯେଉଁମାନେ କାର୍ଯ୍ୟକୁ ଯାଉ ନ ଥିଲେ, ଏହି ଲୋକମାନେ ଯିହୋୟାଦା ଯାଜକ ନିକଟକୁ ଗଲେ। 10 ଦାଉଦ ରାଜା ଯେଉଁସବୁ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ମନ୍ଦିରରେ ରଖିଥିଲେ, ଯାଜକ ସେସବୁ କାଢ଼ି ସେମାନଙ୍କୁ ଦେଇ ଦେଲେ। 11 ଏହି ପ୍ରହରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଦକ୍ଷିଣ ପାର୍ଶ୍ୱରୁ ବାମପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ରାଜାଙ୍କ ଚତୁର୍ପାର୍ଶ୍ୱରେ ହସ୍ତରେ ଅସ୍ତ୍ର ଧରି ଠିଆ ହୋଇ ରହିଲେ। 12 ସେତେବେଳେ ସେମାନେ ରାଜପୁତ୍ରକୁ ବାହାରକୁ ଆଣି ତାହା ମସ୍ତକରେ ମୁକୁଟ ପିନ୍ଧାଇଲେ ଓ ତାହାକୁ ସାକ୍ଷ ପୁସ୍ତକ ଦେଲେ। ପୁଣି ସେମାନେ ତାଙ୍କୁ ରାଜାକରି ଅଭିଷେକ କଲେ। ଆଉ କରତାଳି ଦେଇ କହିଲେ, “ରାଜା ଚିରଜୀବି ହୁଅନ୍ତୁ।”

13 ଏଥିରେ ଅଥଲିୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ମନ୍ଦିରର ଲୋକମାନଙ୍କ ନିକଟକୁ ଆସିଲା। 14 ଅଥଲିୟା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡ଼ା ହେବା କଥା ସେଇଠି ଛିଡ଼ା ହୋଇଛନ୍ତି। ରାଜାଙ୍କ ନିକଟରେ ସେନାପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥିରେ ଅଥଲିୟା ନିଜର ବସ୍ତ୍ର ଚିରି “ରାଜଦ୍ରୋହ! ରାଜଦ୍ରୋହ!” ବୋଲି ଚିତ୍କାର କଲା।

15 ଏଥିରେ ଯାଜକ ଯିହୋୟାଦା ସୈନ୍ୟମାନଙ୍କର ଅଧ୍ୟକ୍ଷମାନଙ୍କୁ ଆଦେଶ ଦେଲେ, “ଅଥଲିୟାକୁ ମନ୍ଦିର ବାହାରକୁ ନେଇଯାଅ। ଯିଏ ତା’ର ପଶ୍ଚାତ ଧାବନ କରୁଛି, ନିଶ୍ଚୟ ହତ୍ୟା କରାଯିବ। ତାକୁ କିମ୍ବା ତା’ର ଅନୁସରଣକାରୀମାନଙ୍କୁ ମନ୍ଦିର ଭିତରେ ହତ୍ୟା କର ନାହିଁ।”

16 ତହୁଁ ଅଥଲିୟା ଅଶ୍ୱଦ୍ୱାରର ପଥଦେଇ ରାଜଗୃହକୁ ଗଲାବେଳେ ସେମାନେ ତାକୁ ଧରି ବଧ କଲେ।

17 ତା’ପରେ ଯିହୋୟାଦା ସଦାପ୍ରଭୁ, ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ଚୁକ୍ତି କଲେ। ଏହି ଚୁକ୍ତି ଅନୁସାରେ ରାଜା ଓ ଲୋକମାନେ ସଦାପ୍ରଭୁଙ୍କର ଲୋକ ହେଲେ। ପୁଣି ଯିହୋୟାଦା ରାଜା ଓ ଲୋକମାନଙ୍କ ପାଇଁ ଏକ ଚୁକ୍ତି କରି କହିଲେ ଯେ, ରାଜା ଲୋକମାନଙ୍କ ପାଇଁ ଯାହା କରିବେ ଓ ଲୋକମାନେ ରାଜାଙ୍କୁ ମାନିବେ ଓ ତାଙ୍କ ଅନୁଗାମୀ ହେବେ।

18 ଏଥି ଉତ୍ତାରେ ସମସ୍ତ ଲୋକ ବାଲ୍ ମନ୍ଦିରକୁ ଗଲେ ଓ ସେଠାରେ ମନ୍ଦିରର ଯଜ୍ଞବେଦିଗୁଡ଼ିକ ଓ ବା‌ଲ୍‌‌‌ର ପ୍ରତିମାଗୁଡ଼ିକୁ ଭାଙ୍ଗି ଚୂର୍ଣ୍ଣ କରିଦେଲେ। ସେମାନେ ମଧ୍ୟ ବା‌ଲ୍‌‌‌ର ଯାଜକ ମତ୍ତନକୁ ଯଜ୍ଞବେଦି ସମ୍ମୁଖରେ ବଧ କଲେ।

ତା’ପରେ ଯାଜକ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିର ମରାମତି କାର୍ଯ୍ୟ ତଦାରଖ କରିବା ପାଇଁ ଲୋକମାନଙ୍କୁ ନିଯୁକ୍ତ କଲେ। 19 ପୁଣି ସେ ଯାଜକ ସେନାପତିମାନଙ୍କୁ, କରୀୟମାନଙ୍କୁ, ପ୍ରହରୀମାନଙ୍କୁ ଓ ସମସ୍ତ ଲୋକମାନଙ୍କୁ ଧରି ସଦାପ୍ରଭୁଙ୍କ ମନ୍ଦିରରୁ ରାଜଗୃହକୁ ଗ୍ଭଲିଲେ। ସେମାନେ ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ତା’ପରେ ଯୋୟାଶ ସିଂହାସନ ଉପରେ ଉପବିଷ୍ଟ ହେଲେ। 20 ସମସ୍ତ ଲୋକ ଆନନ୍ଦିତ ହେଲେ ଓ ନଗର ସୁସ୍ଥିର ହେଲା। ଆଉ ରାଜଗୃହ ନିକଟରେ ଅଥଲିୟା ‌‌ଖ‌ଡ଼୍‌ଗରେ ନିହତ ହେଲା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:10-24

10 ଯେଉଁମାନେ ବିବାହିତ ସେମାନଙ୍କୁ ମୁଁ ଏହି ଆଦେଶ ଦେଉଛି-ଏହି ଆଦେଶ ମୋ’ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି। 11 ଯେ, ପତ୍ନୀ ନିଜ ପତିକୁ କେବେ ହେଲେ ଛାଡ଼ିବା ଉଚିତ୍ ନୁହେଁ, କିନ୍ତୁ ଯଦି ପତ୍ନୀ ନିଜ ପତିକୁ ଛାଡ଼େ, ତା’ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶିଯିବା ଉଚିତ୍। ଠିକ୍ ସେହିଭଳି ପତି ମଧ୍ୟ ନିଜ ପତ୍ନୀକୁ ଛାଡ଼ପତ୍ର ଦେବା ଉଚିତ୍ ନୁହେଁ।

12 ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କହେ (ଏହା ମୋର କଥା, ପ୍ରଭୁଙ୍କର ନୁହେଁ): ଯଦି କୌଣସି ଖ୍ରୀଷ୍ଟିୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ୱାସିନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା’ହେଲେ ପତି ତାକୁ ତ୍ୟାଗ କରିବା ଉଚିତ୍ ନୁହେଁ। 13 ଯଦି କୌଣସି ପତ୍ନୀର ପତି ଅଛି, ଓ ସେ ଖ୍ରୀଷ୍ଟ ବିଶ୍ୱାସୀ ନୁହେଁ, କିନ୍ତୁ ସେ ପତ୍ନୀ ସହିତ ରହିବା ପାଇଁ ଇଚ୍ଛୁକ, ତା’ହେଲେ ପତ୍ନୀ ତାକୁ ଛାଡ଼ପତ୍ର ଦେବା ଅନୁଚିତ୍। 14 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ନ କରୁଥିବା ପତି, ତା’ର ବିଶ୍ୱାସ କରୁଥିବା ପତ୍ନୀ ମାଧ୍ୟମରେ ପବିତ୍ର କରାଯାଇଅଛି। ସେହିଭଳି ବିଶ୍ୱାସ ନ କରୁଥିବା ପତ୍ନୀ, ତା’ ବିଶ୍ୱାସ କରୁଥିବା ପତି ମାଧ୍ୟମରେ ପବିତ୍ର କରାଯାଇ ଅଛି। ଯଦି ଏହା ସତ୍ୟ ହୋଇ ନ ଥା’ନ୍ତା, ତା’ହେଲେ ତୁମ୍ଭମାନଙ୍କ ସନ୍ତାନମାନେ କଦାପି ଶୁଚି ହୋଇ ନ ଥା’ନ୍ତେ। କିନ୍ତୁ ସେମାନେ ଏବେ ପବିତ୍ର ଅଟନ୍ତି।

15 ତଥାପି ଯଦି ଜଣେ ଅବିଶ୍ୱାସୀ, ଜଣେ ବିଶ୍ୱାସୀଠାରୁ ଅଲଗା ହେବାକୁ ଇଚ୍ଛା କରେ, ତା’ହେଲେ ସେ ଅଲଗା ହୋଇପାରେ। ଯେତେବେଳେ ଏପରି ଘଟିବ, ଖ୍ରୀଷ୍ଟିୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହେବେ। ପରମେଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ରହିବାକୁ ଆହ୍ୱାନ ଦେଇଛନ୍ତି। 16 ପତ୍ନୀଗଣ ହୁଏତ ତୁମ୍ଭେମାନେ ନିଜର ରକ୍ଷା କରି ପାରିବ; ପତିଗଣ! ହୁଏତ ତୁମ୍ଭେମାନେ ନିଜ ନିଜର ପତ୍ନୀକୁ ରକ୍ଷା କରି ପାରିବ। ଭବିଷ୍ୟତରେ କ’ଣ ଘଟିବ, ଏହା ତୁମ୍ଭେମାନେ ଏବେ ଜାଣି ନାହଁ।

ପରମେଶ୍ୱରଙ୍କ ଆହ୍ୱାନ ଅନୁସାରେ ଜୀବନଯାପନ କର

17 ପ୍ରଭୁ ତୁମକୁ ଆହ୍ୱାନ କଲାବେଳେ ଯେଉଁ ପ୍ରକାର ଜୀବନଯାପନ କରିବା ପାଇଁ ଗ୍ଭଳନା ଦେଉଛନ୍ତି, ପ୍ରତ୍ୟେକ ଲୋକ ସେହିଭଳି ଜୀବନଯାପନ କରିବା ଉଚିତ୍। ମୁଁ ସମସ୍ତ ମଣ୍ଡଳୀକୁ ଏହି ନିର୍ଦ୍ଦେଶ ଦିଏ। 18 ପରମେଶ୍ୱରଙ୍କ ଆହ୍ୱାନ ପାଇବା ପୂର୍ବରୁ ଯଦି କାହାର ସୁନ୍ନତ ହୋଇ ଯାଇଛି, ସେ ତାହା ପରିବର୍ତ୍ତନ କରିବା ଉଚିତ୍ ନୁହେଁ। ଯଦି ଜଣେ ଆହ୍ୱାନ ପାଇବା ବେଳେ ସୁନ୍ନତ ହୋଇ ନାହିଁ, ତା’ର ମଧ୍ୟ ସୁନ୍ନତ ହେବା ଉଚିତ୍ ନୁହେଁ। 19 ଜଣେ ସୁନ୍ନତ ହୋଇଛି ବା ନାହିଁ, ତାହା ବଡ଼ ବିଷୟ ନୁହେଁ, ମାତ୍ର ପରମେଶ୍ୱରଙ୍କର ଆତ୍ମାଙ୍କୁ ମାନିବା ବଡ଼ ବିଷୟ। 20 ପରମେଶ୍ୱର ଆହ୍ୱାନ କଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲ, ସେ ସେଭଳି ଥାଉ। 21 ଯଦି ପରମେଶ୍ୱର ତୁମ୍ଭମାନଙ୍କୁ କ୍ରୀତଦାସ ଥିବା ଅବସ୍ଥାରେ ଡାକିଛନ୍ତି, ସେଥିପାଇଁ ଦୁଃଖ କର ନାହିଁ। କିନ୍ତୁ ଯଦି ତୁମ୍ଭେମାନେ ସ୍ୱାଧୀନ ହୋଇପାର, ତାହାହେଲେ ସେହି ସୁଯୋଗର ବ୍ୟବହାର କର। 22 କାରଣ ଯେଉଁ ଲୋକକୁ ପ୍ରଭୁ ଆହ୍ୱାନ କଲାବେଳେ କ୍ରୀତଦାସ ଥିଲା, ଏବେ ସେ ପ୍ରଭୁଙ୍କଠାରେ ସ୍ୱାଧୀନ ଲୋକ। ସେହି ପ୍ରକାର ସ୍ୱାଧୀନ ଲୋକ ଥିଲାବେଳେ ପ୍ରଭୁ ଯାହାକୁ ଆହ୍ୱାନ କଲେ, ସେ ଏବେ ପ୍ରଭୁଙ୍କର କ୍ରୀତଦାସ ଅଟେ। 23 ପରମେଶ୍ୱର ମୂଲ୍ୟ ଦେଇ ତୁମ୍ଭମାନଙ୍କୁ କିଣିଛନ୍ତି। ତେଣୁ ମନୁଷ୍ୟମାନଙ୍କ କ୍ରୀତଦାସ ହୁଅ ନାହିଁ। 24 ଅତଏବ ମଣିଷମାନଙ୍କର ଦାସ ହୁଅ ନାହିଁ। ଭାଇ ଓ ଭଉଣୀମାନେ! ଆହ୍ୱାନ ହେଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ପରମେଶ୍ୱରଙ୍କ ସହ ନୂତନ ଜୀବନ ଲାଭ କରି, ସେ ସେହିପରି କାର୍ଯ୍ୟ କରୁ।

ମାଥିଉ ଲିଖିତ ସୁସମାଗ୍ଭର 6:19-24

ପରମେଶ୍ୱର ସେବା ଧନ ଅପେକ୍ଷା ମହାନ୍(A)

19 “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। 20 ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।

22 “ଆଖି ଶରୀର ପାଇଁ ଆଲୋକ ସ୍ୱରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହେବ। 23 କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!

24 “ଜଣେ କେବେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସେବକ ହୋଇ ପାରିବ ନାହିଁ। କାରଣ ସେ ଜଣକୁ ଘୃଣା କରିବ, ଓ ଅନ୍ୟ ଜଣକୁ ପ୍ରେମ କରିବ, କିଅବା ଜଣେ ମାଲିକ ପ୍ରତି ଅନୁରକ୍ତ ରହିବ ଓ ଅନ୍ୟ ଜଣକୁ ହେୟ ଜ୍ଞାନ କରିବ। ତୁମ୍ଭେ ଏକାସାଙ୍ଗରେ ପରମେଶ୍ୱର ଓ ଧନ ଉଭୟଙ୍କ ସେବା କରି ପାରିବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center