Book of Common Prayer
97 ସଦାପ୍ରଭୁ ଶାସନ କରନ୍ତି।
ସକଳ ପୃଥିବୀ ଆନନ୍ଦ କରୁ।
ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
2 ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
3 ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
ତାଙ୍କର ଶତ୍ରୁଗଣକୁ ବିନାଶ କରେ।
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
ଏହା ଦେଖି ଲୋକେ ଭୟ କଲେ।
5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
6 ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।
7 ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
8 ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
9 ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।
99 ସଦାପ୍ରଭୁଙ୍କ ଆଗରେ ଗାନ କର।
ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
2 ସଦାପ୍ରଭୁ ସିୟୋନରେ ମହାନ
ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
ଓ ଭୟ କରନ୍ତୁ,
ଏହା ପବିତ୍ର ଅଟେ।
4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
ସେମାନେ ତାଙ୍କର ଆଦେଶ ମାନିଲେ
ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।
ଧନ୍ୟବାଦାର୍ଥକ ଗୀତ।
100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
3 ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
4 ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
5 ସଦାପ୍ରଭୁ ଉତ୍ତମ ଅଟନ୍ତି।
ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।
94 ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି,
ତୁମ୍ଭର ମହାନତା ଦେଖାଅ।
2 ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା।
ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।
3 ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ?
ସଦାପ୍ରଭୁ ଆଉ କେତେ କାଳ?
4 ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ?
ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?
5 ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି।
ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।
6 ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି।
ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।
7 ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ।
କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।
8 ହେ ପଶୁବତ୍ ଲୋକମାନେ,
ତୁମ୍ଭେ କେବେ ବୁଦ୍ଧି ପାଇବ?
ହେ ନିର୍ବୋଧ ଅଧର୍ମକାରୀ ଲୋକ,
ଚେଷ୍ଟା କର ଏବଂ ବୁଝ।
9 ପରମେଶ୍ୱର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ,
ସେ କ’ଣ ଶୁଣିପାରୁ ନାହାନ୍ତି!
ପରମେଶ୍ୱର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି।
ସେ କ’ଣ ଦେଖି ପାରିବେ ନାହିଁ! ଯାହାସବୁ ଘଟିଯାଉଛି।
10 ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ?
ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।
11 ସଦାପ୍ରଭୁ ଜାଣନ୍ତି
ଲୋକମାନଙ୍କର ଚିନ୍ତାଧାରା ଅସାର ମାତ୍ର।
12 ହେ ସଦାପ୍ରଭୁ, ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ।
ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
13 ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର,
ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।
14 ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ।
ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।
15 ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ
ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।
16 ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ?
ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?
17 ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ,
ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।
18 ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି
କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।
19 ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ,
ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।
20 ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ।
ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।
21 ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ,
ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।
22 ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ
ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।
23 ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ
ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ।
ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।
95 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା,
ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
2 ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା
ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।
3 କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର।
ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
4 ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।
5 ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି।
ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
6 ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବା!
ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
7 ସେ ହେଉଛନ୍ତି ଆମ୍ଭର ପରମେଶ୍ୱର,
ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ।
ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।
8 ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି
ଜିଦ୍ଖୋର ହୁଅ ନାହିଁ।
9 ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ।
ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ,
ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି।
ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ,
‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”
ଯିହୁଦାର ରାଜା ହିଜକିୟ
29 ହିଜକିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଜିଖରିୟଙ୍କ କନ୍ୟା ଥିଲେ। 2 ହିଜକିୟ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ କର୍ମ କଲେ।
3 ହିଜକିୟ ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାରସବୁ ମରାମତି କଲେ। ହିଜକିୟ ମନ୍ଦିରକୁ ପୁନର୍ବାର ଉନ୍ମୁକ୍ତ କଲେ। ସେ ରାଜା ହେବାର ପ୍ରଥମ ବର୍ଷର ପ୍ରଥମ ମାସରେ ହିଁ ଏହା କଲେ।
ହିଜକିୟ ନିସ୍ତାରପର୍ବ ପାଳନ କଲେ
30 ରାଜା ହିଜକିୟ ଇସ୍ରାଏଲ ଓ ଯିହୁଦାର ସବୁ ଲୋକମାନଙ୍କ ନିକଟକୁ ବାର୍ତ୍ତାମାନ ପ୍ରେରଣ କଲେ। ସେ ଇଫ୍ରୟିମ ଓ ମନଃଶିର ଲୋକମାନଙ୍କ ନିକଟକୁ ମଧ୍ୟ ପତ୍ରମାନ ଲେଖିଲେ। ହିଜକିୟ ସେହି ସମସ୍ତ ଲୋକଙ୍କୁ ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ଆସିବା ନିମନ୍ତେ ନିମନ୍ତ୍ରଣ ଜଣାଇଲେ, ଯେପରି ସେମାନେ ସମସ୍ତ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରି ପାରିବେ। 2 ଦ୍ୱିତୀୟ ମାସରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିୟ ତାଙ୍କର ସମସ୍ତ ପଦାଧିକାରୀ ଓ ଯିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ। 3 ସେମାନେ ନିୟମିତ ସମୟରେ ନିସ୍ତାରପର୍ବର ଉତ୍ସବ ପାଳନ କରି ପାରିଲେ ନାହିଁ। କାରଣ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ଯଥେଷ୍ଟ ସଂଖ୍ୟକ ଯାଜକ ନିଜକୁ ପ୍ରସ୍ତୁତ କରିପାରି ନ ଥିଲେ। ଆଉ ଗୋଟିଏ କାରଣ ଥିଲା, ଲୋକମାନେ ଯିରୁଶାଲମରେ ଏକତ୍ରିତ ହୋଇ ନ ଥିଲେ। 4 ଏହି ଚୁକ୍ତି ରାଜା ହିଜକିୟ ଓ ସମଗ୍ର ଜନତାଙ୍କୁ ସନ୍ତୁଷ୍ଟ କଲା। 5 ତେଣୁ ସେମାନେ ବେର୍ଶେବା ସହରଠାରୁ ଦାନ୍ ସହର ପର୍ଯ୍ୟନ୍ତ ଇସ୍ରାଏଲର ପ୍ରତ୍ୟେକ ସ୍ଥାନରେ ଏହା ଘୋଷଣା କଲେ। ସେମାନେ ଲୋକମାନଙ୍କୁ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିବା ପାଇଁ ଯିରୁଶାଲମକୁ ଆସିବାକୁ କହିଲେ। ମୋଶାଙ୍କ ଦତ୍ତ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର ଭାବେ ନିସ୍ତାରପର୍ବ ପାଳନ କରିବାକୁ କୁହାଯାଇଅଛି, ସେ ପ୍ରକାର ଭାବେ ଇସ୍ରାଏଲର ବହୁତ ସଂଖ୍ୟକ ଲୋକ ଅନେକ ବର୍ଷ ଧରି ପାଳନ କରି ନ ଥିଲେ। 6 ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସେହି ପତ୍ରରେ ଏହିପରି ଲେଖାଥିଲା।
“ଇସ୍ରାଏଲ[a] ସନ୍ତାନଗଣ, ଅବ୍ରହାମ, ଇସ୍ହାକ ଓ ଇସ୍ରାଏଲ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ତାଙ୍କ ନିକଟକୁ ଫେରି ଆସ। ଯେଉଁ ଲୋକମାନେ ବର୍ତ୍ତମାନ ସୁଦ୍ଧା ଜୀବିତ ଅଛ ଓ ଅଶୂର ରାଜାର କବଳରୁ ଖସି ଆସିଛ, ପରମେଶ୍ୱରଙ୍କ ନିକଟକୁ ତୁମ୍ଭେମାନେ ଫେରି ଆସିବ। 7 ତୁମ୍ଭମାନଙ୍କର ପିତାଙ୍କର କିମ୍ବା ତୁମ୍ଭମାନଙ୍କର ଭ୍ରାତାଗଣଙ୍କ ପରି ହୁଅ ନାହିଁ। ସଦାପ୍ରଭୁ ସେମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଥିଲେ, କିନ୍ତୁ ସେମାନେ ତାଙ୍କର ବିରୁଦ୍ଧରେ ଗଲେ। ତେଣୁ ସଦାପ୍ରଭୁ ସେମାନଙ୍କୁ ଧ୍ୱଂସ କଲେ, ଏହା ତୁମ୍ଭେ ଜାଣ। 8 ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କ ପରି ଦାମ୍ଭିକ ହୁଅ ନାହିଁ। କିନ୍ତୁ ଇଚ୍ଛୁକ ହୃଦୟର ସହିତ ସଦାପ୍ରଭୁଙ୍କର ଆଜ୍ଞାକାରୀ ହୁଅ। ସେହି ପବିତ୍ର ସ୍ଥାନକୁ ଆସ। ସଦାପ୍ରଭୁ ତାଙ୍କ ପବିତ୍ର ସ୍ଥାନକୁ ଚିରଦିନ ନିମନ୍ତେ ପବିତ୍ର କରିଛନ୍ତି। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ତେବେ ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭମାନଙ୍କଠାରୁ ନିବୃତ୍ତ ହେବ। 9 ଯଦି ତୁମ୍ଭେମାନେ ଫେରି ଆସିବ ଓ ସଦାପ୍ରଭୁଙ୍କୁ ମାନିବ, ତେବେ ତୁମ୍ଭମାନଙ୍କର ଆତ୍ମୀୟମାନେ ଓ ତୁମ୍ଭମାନଙ୍କର ସନ୍ତାନସନ୍ତତିଗଣ ସେମାନଙ୍କୁ ବନ୍ଦୀ କରି ନେଇଯାଇଥିବା ଲୋକମାନଙ୍କଠାରୁ ଦୟା ପାଇବେ। ଆଉ ତୁମ୍ଭମାନଙ୍କର ଆତ୍ମୀୟମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ ଏହି ଦେଶକୁ ଫେରି ଆସିବେ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଦୟାଳୁ ଓ ଅନୁଗ୍ରହରେ ପୂର୍ଣ୍ଣ ଅଟନ୍ତି। ଯଦି ତୁମ୍ଭେମାନେ ତାହାଙ୍କ ନିକଟକୁ ଫେରି ଆସିବ, ତେବେ ସେ ତୁମ୍ଭମାନଙ୍କୁ ତ୍ୟାଗ କରିଯିବେ ନାହିଁ।”
10 ବାର୍ତ୍ତାବାହକମାନେ ଇଫ୍ରୟିମ ଓ ମନଃଶି ଅଞ୍ଚଳର ପ୍ରତ୍ୟେକ ସହରକୁ ଗଲେ। ସେମାନେ ସବୂଲୂନର ଅଞ୍ଚଳ ପର୍ଯ୍ୟନ୍ତ ମଧ୍ୟ ଗଲେ। କିନ୍ତୁ ଲୋକମାନେ ବାର୍ତ୍ତାବାହକମାନଙ୍କ ପ୍ରତି ଅଟ୍ଟହାସ୍ୟ ଓ ବିଦ୍ରୂପ କଲେ। 11 କିନ୍ତୁ ଆଶେର୍, ମନଃଶି ଓ ସବୂଲୂନର କେତେକ ଲୋକ ସେମାନଙ୍କୁ ନମ୍ର କଲେ ଓ ଯିରୁଶାଲମକୁ ଗଲେ। 12 ଆହୁରି ମଧ୍ୟ ଯିହୁଦାରେ ପରମେଶ୍ୱରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରିତ କଲା, ଯେପରି ସେମାନେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ୟ ହୋଇପାରନ୍ତି। ଏହି ପ୍ରକାରେ, ସେମାନେ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ।
13 ଅନେକ ଲୋକ ତାଡ଼ୀଶୂନ୍ୟ ରୋଟୀର ପର୍ବ ପାଳନ କରିବା ନିମନ୍ତେ ଆସି ଯିରୁଶାଲମରେ ଦ୍ୱିତୀୟ ମାସରେ ଏକତ୍ର ହେଲେ। ତାହା ଏକ ଅତି ବୃହତ୍ ଜନତାର ଭିଡ଼ ଥିଲା। 14 ସେହି ଲୋକମାନେ ଯିରୁଶାଲମରେ ଥିବା ଭଣ୍ଡ ଦେବତାମାନଙ୍କର ଯଜ୍ଞବେଦି ସବୁ ନିଃଶେଷ କରିଦେଲେ। ଆହୁରି ମଧ୍ୟ, ସେମାନେ ଭଣ୍ଡ ଦେବତାମାନଙ୍କର ସମସ୍ତ ସୁଗନ୍ଧିଧୂପର ବେଦି ନଷ୍ଟ କରିଦେଲେ। ସେମାନେ ସେହି ଯଜ୍ଞବେଦିଗୁଡ଼ିକୁ କିଦ୍ରୋଣ ଉପତ୍ୟକାରେ ଫିଙ୍ଗି ଦେଲେ। 15 ଏହା ପରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶତମ ଦିନରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କଲେ। ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହେଲେ। ସେମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହୋମବଳି ଉପହାର ଆଣିଲେ। 16 ପରମେଶ୍ୱରଙ୍କ ଲୋକ ମୋଶାଙ୍କ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର କୁହାଯାଇଥିଲା, ସେମାନେ ସେହି ପ୍ରକାରେ ସେମାନଙ୍କର ନିୟମିତ ସ୍ଥାନ ଗ୍ରହଣ କଲେ। ଲେବୀୟମାନେ ଯାଜକମାନଙ୍କୁ ରକ୍ତ ଦେଲେ। ତା'ପରେ ଯାଜକମାନେ ଯଜ୍ଞବେଦି ଉପରେ ରକ୍ତକୁ ସିଞ୍ଚନ କଲେ। 17 ଦଳରେ ଅନେକ ଲୋକ ଥିଲେ, ଯେଉଁମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କରି ନ ଥିଲେ, ତେଣୁ ସେମାନଙ୍କୁ ନିସ୍ତାରପର୍ବର ମେଷଶାବକକୁ ବଧ କରିବାକୁ ଅନୁମତି ଦିଆଗଲା ନାହିଁ। ତେଣୁ ପରିଷ୍କୃତ ହୋଇ ନ ଥିବା ପ୍ରତ୍ୟେକ ବ୍ୟକ୍ତିର ନିମନ୍ତେ ଲେବୀୟମାନେ ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କରିବାର ଦାୟିତ୍ୱ ନେଲେ। ଲେବୀୟମାନେ ପ୍ରତ୍ୟେକ ମେଷଶାବକକୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର କଲେ।
18-19 ଇଫ୍ରୟିମ, ମନଃଶି, ଇଷାଖର ଓ ସବୂଲୂନର ଅନେକ ଲୋକ ନିଜକୁ ଯଥାର୍ଥରୂପେ ନିସ୍ତାରପର୍ବ ନିମନ୍ତେ ପ୍ରସ୍ତୁତ କରି ନ ଥିଲେ। ସେମାନେ ନିସ୍ତାରପର୍ବକୁ ଯଥାର୍ଥରୂପେ ଯେପରି ମୋଶାଙ୍କ ବ୍ୟବସ୍ଥା ନିୟମରେ କୁହାଯାଇଥିଲା, ସେହିପରି ପାଳନ କଲେ ନାହିଁ। କିନ୍ତୁ ହିଜକିୟ ସେହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। ହିଜକିୟ ଏହି ପ୍ରକାରେ ପ୍ରାର୍ଥନା କଲେ, “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମଙ୍ଗଳକାରୀ ଅଟ। ଏହି ଲୋକମାନେ ପ୍ରକୃତରେ ଯଥାର୍ଥ ରୂପେ ତୁମ୍ଭର ଉପାସନା କରିବାକୁ ଗ୍ଭହିଁଥିଲେ, କିନ୍ତୁ ସେମାନେ ବ୍ୟବସ୍ଥା ନିୟମାନୁଯାୟୀ ନିଜକୁ ପରିଷ୍କୃତ କରି ପାରିଲେ ନାହିଁ। ଦୟାକରି କରୁଣା ପ୍ରଦର୍ଶନ କର ଓ ସେହି ଲୋକମାନଙ୍କୁ କ୍ଷମା କର। ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଯାହାଙ୍କୁ ମାନିଥିଲେ ତୁମ୍ଭେ ସେହି ପରମେଶ୍ୱର ଅଟ।” 20 ସଦାପ୍ରଭୁ ରାଜା ହିଜକିୟଙ୍କ ପ୍ରାର୍ଥନା ଶୁଣିଲେ। ସଦାପ୍ରଭୁ ଲୋକମାନଙ୍କୁ କ୍ଷମା କଲେ। 21 ଯିରୁଶାଲମରେ ଇସ୍ରାଏଲର ସନ୍ତାନମାନେ ତାଡ଼ୀଶୂନ୍ୟ ପାଉଁରୋଟୀର ପର୍ବ ସାତ ଦିନ ପର୍ଯ୍ୟନ୍ତ ପାଳନ କଲେ। ସେମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ। ଲେବୀୟ ଓ ଯାଜକମାନେ ପ୍ରତିଦିନ ସେମାନଙ୍କର ସମସ୍ତ ଶକ୍ତି ସହିତ ସଦାପ୍ରଭୁଙ୍କର ପ୍ରଶଂସା କଲେ। 22 ସଦାପ୍ରଭୁଙ୍କ ସେବାକାର୍ଯ୍ୟ କିପରି କରିବାକୁ ହେବ, ଏହା ଯେଉଁ ଲେବୀୟମାନେ ଜାଣିଥିଲେ, ସେମାନଙ୍କୁ ରାଜା ହିଜକିୟ ଉତ୍ସାହିତ କଲେ। ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ ଓ ପ୍ରଶଂସା କଲେ।
23 ସବୁ ଲୋକମାନେ ଆଉ ଅଧିକ ସାତ ଦିନ ରହିବା ନିମନ୍ତେ ସମ୍ମତ ହେଲେ। ସେମାନେ ଆହୁରି ସାତ ଦିନ ପର୍ଯ୍ୟନ୍ତ ନିସ୍ତାରପର୍ବ ପାଳନ କରି ଅତ୍ୟନ୍ତ ଆନନ୍ଦିତ ହେଲେ। 24 ଯିହୁଦାର ରାଜା ହିଜକିୟ ସମ୍ମିଳିତ ଜନତାକୁ 1,000 ବଳଦ ଓ 7,000 ମେଷକୁ ହତ୍ୟାକରି ଭୋଜନ କରିବା ନିମନ୍ତେ ପ୍ରଦାନ କଲେ। ନେତାମାନେ ସମ୍ମିଳିତ ଜନତାକୁ 1,000 ବଳଦ ଓ 10,000 ମେଷ ଦେଲେ। ଅନେକ ଯାଜକମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। 25 ଯିହୁଦାର ସମ୍ମିଳିତ ଜନତା, ଯାଜକଗଣ ଓ ଲେବୀୟ ସମସ୍ତେ, ଇସ୍ରାଏଲର ସମସ୍ତ ସମ୍ମିଳିତ ଜନତା ଓ ଇସ୍ରାଏଲୀୟମାନେ ଓ ଯିହୁଦାରେ ବାସ କରୁଥିବା ବିଦେଶୀଗଣ ଅତ୍ୟନ୍ତ ଆନନ୍ଦିତ ଥିଲେ। 26 ତେଣୁ ଯିରୁଶାଲମରେ ମହାଆନନ୍ଦ ହେଲା। ଇସ୍ରାଏଲର ରାଜା ଦାଉଦଙ୍କ ପୁତ୍ର ଶଲୋମନଙ୍କ ସମୟରେ ଏପରି ଆନନ୍ଦ ଉତ୍ସବ ହୋଇଥିଲା, ଆଉ କେବେ ହେଁ ହୋଇ ନ ଥିଲା। 27 ଯାଜକମାନେ ଓ ଲେବୀୟମାନେ ଉଠି ଛିଡ଼ା ହେଲେ ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କ କଥା ଶୁଣିଲେ, ସେମାନଙ୍କର ପ୍ରାର୍ଥନା ସଦାପ୍ରଭୁଙ୍କ ପବିତ୍ର ଗୃହ ସ୍ୱର୍ଗରେ ପହଞ୍ଚିଲା।
32 ତୁମ୍ଭେମାନେ ଯେପରି ଚିନ୍ତା ନ କର ଏହା ମୋର ଇଚ୍ଛା। ଅବିବାହିତ ଲୋକ ପ୍ରଭୁଙ୍କ କାମରେ ଲାଗିଥାଏ ଓ ସେ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ। 33 କିନ୍ତୁ ଯେଉଁ ଲୋକ ବିବାହିତ, ସେ ସାଂସାରିକ ବିଷୟରେ ଲିପ୍ତ ରହି ତା'ର ପତ୍ନୀକୁ ସନ୍ତୁଷ୍ଟ କରିବା ପାଇଁ ବ୍ୟସ୍ତ ରହିଥାଏ। ଅତଏବ ସେ ଦୁଇଟି ବିଷୟ ପ୍ରତି ଧ୍ୟାନ ଦିଅ: ପତ୍ନୀକୁ ସନ୍ତୁଷ୍ଟ ଓ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା। ଜଣେ ଅବିବାହିତା ସ୍ତ୍ରୀ ଅର୍ଥାତ୍ କୁମାରୀ କନ୍ୟା ପ୍ରଭୁଙ୍କ ପାଇଁ ସମୟ ଦିଏ। 34 ସେ ତା'ର ଶରୀର ଓ ଆତ୍ମା ଉଭୟକୁ ପ୍ରଭୁଙ୍କଠାରେ ସମର୍ପିତ କରିପାରେ। କିନ୍ତୁ ଜଣେ ବିବାହିତା ସ୍ତ୍ରୀ, ଜାଗତିକତାରେ ମାତି ରହି, ନିଜ ସ୍ୱାମୀକୁ ସନ୍ତୁଷ୍ଟ କରିବାରେ ବ୍ୟସ୍ତ ରୁହେ। 35 ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କ ଭଲ ପାଇଁ କହୁଛି, ତୁମ୍ଭମାନଙ୍କ ଉପରେ କୌଣସି କଡ଼ା ପ୍ରତିବନ୍ଧକ ଲଗାଇବା ପାଇଁ ନୁହେଁ। ମୁଁ ଇଚ୍ଛା କରେ ଯେ ତୁମ୍ଭେମାନେ ନିଜକୁ କୌଣସି ଅନ୍ୟ କାମରେ ନ ଲଗାଇ, ସମ୍ପୂର୍ଣ୍ଣ ଭାବରେ ପ୍ରଭୁଙ୍କଠାରେ ସମର୍ପଣ କର।
36 ଯଦି କେହି ନିଜର କନ୍ୟା ଗତବୟସ୍କା ହେବାର ଦେଖି ଭାବେ ଯେ, ସେ ନିଜ କୁମାରୀ କନ୍ୟା ପ୍ରତି ଉଚିତ୍ ବ୍ୟବହାର କରୁ ନାହିଁ, ଓ ଭାବେ ଯେ କନ୍ୟାର ବିବାହ ଆବଶ୍ୟକ, ତେବେ ସେ ଯେପରି ଗ୍ଭହେଁ ସେହିପରି କରିପାରେ। ସେମାନଙ୍କର ବିବାହ କରିଦେବା ଉଚିତ୍। ଏହା ପାପ ନୁହେଁ। 37 କିନ୍ତୁ ଆଉ ଜଣେ ଲୋକ ଅଧିକ ଦୃଢ଼ମନା ଥାଇପାରେ ଯେ ବାହା ହେବା ଦରକାର ନାହିଁ। ତାହାହେଲେ ସେ ଯାହା ଗ୍ଭହେଁ ତାହା କରିବା ପାଇଁ ସ୍ୱାଧୀନତା ପାଇଛି। ଯଦି ସେ ଗ୍ଭହେଁ ତାହାର ମନରେ ଯେ ସେ ତାହାର କନ୍ୟାକୁ ବିବାହ ଦେବ ନାହିଁ, ସେ ଉଚିତ୍ କରୁଛିା 38 ଅତଏବ ଯିଏ ନିଜର କୁମାରୀ କନ୍ୟାର ବିବାହ କରାଉଛି, ସେ ଭଲ କରୁଛି ଓ ଯିଏ କୁମାରୀ କନ୍ୟାର ବିବାହ କରାଉ ନାହିଁ, ସେ ଅଧିକ ଭଲ କରୁଛି।
39 ଜଣେ ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ସେ ତା’ ସହିତ ରହିବା ପାଇଁ ବାଧ୍ୟ। ସ୍ୱାମୀ ମରିଗଲା ପରେ ସେ ଯେକୌଣସି ଅନ୍ୟ ଲୋକ ସହିତ ବିବାହ କରିବା ପାଇଁ ସ୍ୱାଧୀନ ଅଟେ। କିନ୍ତୁ ସେ ପ୍ରଭୁଙ୍କ ପ୍ରତି ସମ୍ପୂର୍ଣ୍ଣ ବିଶ୍ୱସ୍ତ ହେବା ଉଚିତ୍। 40 ଏକ ସ୍ତ୍ରୀ ଯଦି ପୁନଃ ବିବାହ ନ କରେ, ତା'ହେଲେ ସେ ଅଧିକ ସୁଖୀ ରହିବ। ଏହା ହେଉଛି ମୋର ମତ। ମୁଁ ବିଶ୍ୱାସ କରେ ଯେ ମୋ’ ପାଖରେ ମଧ୍ୟ ପରମେଶ୍ୱରଙ୍କ ଆତ୍ମା ଅଛି।
ଲୋକଙ୍କୁ ଚିହ୍ନିବା ପାଇଁ ଯୀଶୁଙ୍କ ଉପଦେଶ
(ଲୂକ 6:37-38,41-42)
7 “ଅନ୍ୟର ବିଗ୍ଭର କର ନାହିଁ, ତା'ହେଲେ ପରମେଶ୍ୱର ତୁମ୍ଭର ବିଗ୍ଭର କରିବେ ନାହିଁ। 2 ତୁମ୍ଭେ ଅନ୍ୟର ବିଗ୍ଭର କଲେ ଠିକ୍ ସେହିଭଳି ତୁମ୍ଭର ବି ବିଗ୍ଭର କରାଯିବ। ତୁମ୍ଭେ ଅନ୍ୟକୁ ଯେଉଁଥିରେ ତଉଲିବ, ପରମେଶ୍ୱର ତୁମ୍ଭକୁ ସେହିଥିରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆଯିବ।
3 “ତୁମ୍ଭେ ତୁମ୍ଭ ଭାଇ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ଦେଖି ପାରୁ ନାହଁ? 4 ତୁମ୍ଭ ନିଜ ଆଖିରେ କାଠଗୁଣ୍ଡଟି ପଡ଼ିଥିବା ବେଳେ ତୁମ୍ଭେ ତୁମ୍ଭର ଭାଇକୁ କିପରି କହି ପାରୁଛ ଯେ, ଦେଖାଅ, ମୁଁ ତୁମ୍ଭ ଆଖିରୁ କାଠଗୁଣ୍ଡଟି କାଢ଼ି ଦେବି! 5 ରେ କପଟୀ, ଆଗ ନିଜ ଆଖିରୁ କାଠଗୁଣ୍ଡଟି ବାହାର କର, ତା'ହେଲେ ତୁମ୍ଭେ ନିଜେ ଠିକ୍ ଭାବରେ ଦେଖି ପାରିବ ଓ ତା'ପରେ ତୁମ୍ଭେ ତୁମ୍ଭ ଭାଇର ଆଖିରୁ କାଠଗୁଣ୍ଡଟି କାଢ଼ି ଆଣି ପାରିବ।
6 “କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅ ନାହିଁ, କାରଣ ସେମାନେ ବୁଲି ପଡ଼ି ତୁମ୍ଭକୁ କାମୁଡ଼ି ପାରନ୍ତି। ଘୁଷୁରିମାନଙ୍କ ଆଗରେ ନିଜର ମୋତି ପକାଅ ନାହିଁ, କାରଣ ସେମାନେ ମୋତିକୁ ଗୋଡ଼ରେ ଦଳି ଦେଇ ଗ୍ଭଲିଯିବେ।
ଯାହାସବୁ ଗ୍ଭହୁଁଛ, ସେଥିପାଇଁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥାଅ
(ଲୂକ 11:9-13)
7 “ମାଗ ସେଥିରେ ପରମେଶ୍ୱର ତାହା ତୁମ୍ଭକୁ ଦେବେ। ଖୋଜ ଏବଂ ତୁମ୍ଭେ ପାଇବ। ଦ୍ୱାରରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖୋଲିଯିବ। 8 କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠକ୍ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ।
9 “ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ, ତୁମ୍ଭେ କ’ଣ ତାକୁ ପଥରଟିଏ ଦେବ। 10 ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ’ଣ ତାକୁ ସାପଟିଏ ଦେବ? ନା! ତୁମ୍ଭେ ଦେବ ନାହିଁ? 11 ଏପରିକି ତୁମ୍ଭେ ମନ୍ଦ ଲୋକ ହୋଇ ମଧ୍ୟ ପିଲାମାନଙ୍କୁ କିଭଳି ଭଲ ଉପହାର ଦେବାକୁ ହୁଏ, ତାହା ତୁମ୍ଭେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ନ ଦେବେ!
ବ୍ୟବସ୍ଥାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିୟମ
12 “ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।
2010 by World Bible Translation Center