Book of Common Prayer
ଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।
102 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ!
ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ।
2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ।
ମୋ’ ପ୍ରତି କର୍ଣ୍ଣପାତ କର।
ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ।
3 ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି।
ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
4 ମୋର ଶକ୍ତିସବୁ ଶେଷ ହୋଇଯାଇଛି।
ମୁଁ ଯେପରି ଶୁଖିଲା ତୃଣପରି।
ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।
5 ମୋର ଦୁଃଖ ସକାଶୁ ବର୍ତ୍ତମାନ
ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।
6 ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି,
ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି।
7 ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି
ମୁଁ ଶୋଇପାରେ ନାହିଁ।
8 ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି।
ମୋତେ ସେମାନେ ପରିହାସ କରନ୍ତି।
9 ମୋର ଦୁଃଖ ହିଁ ଏକମାତ୍ର ଭୋଜନ।
ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି।
10 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ।
ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ।
11 ମୋର ଜୀବନ ପ୍ରାୟ ଶେଷ ହୋଇଅଛି।
ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ।
12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର।
ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ।
13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର।
ସେହି ଯଥାର୍ଥ ସମୟ ଆସିଅଛି।
ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ।
14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି।
ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି।
15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ।
ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
16 ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ।
ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ।
17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ।
ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ।
18 ଭବିଷ୍ୟତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ଯେପରିକି ଲୋକମାନେ ଏପର୍ଯ୍ୟନ୍ତ ଜନ୍ମ ହୋଇ ନାହାନ୍ତି,
ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ।
19 ସଦାପ୍ରଭୁ ତାଙ୍କର ପବିତ୍ର ସ୍ଥାନ ଉପରୁ ତଳକୁ ଗ୍ଭହିଁବେ।
ସଦାପ୍ରଭୁ ସ୍ୱର୍ଗରୁ ପୃଥିବୀକୁ ଗ୍ଭହିଁବେ।
20 ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ।
ମୃତ୍ୟୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।
21 ଏହା ପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷୟରେ କହିବେ।
ସେମାନେ ତାଙ୍କ ନାମ ଯିରୁଶାଲମରେ ପ୍ରଶଂସା କରିବେ।
22 ସମସ୍ତ ଜାତି ଏକତ୍ରିତ ହେବେ
ଓ ସକଳ ରାଜ୍ୟ ସଦାପ୍ରଭୁଙ୍କର ସେବା ପାଇଁ ଆସିବେ।
23 ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି,
ସେ ମୋର ଆୟୁ ଊଣା କରିଛନ୍ତି।
24 ତେଣୁ ମୁଁ କହିଲି, “ମୋ’ ପରମେଶ୍ୱର ଯୁବାବସ୍ଥାରେ ମୋର ପ୍ରାଣ ନିଅ ନାହିଁ।
ତୁମ୍ଭେ ଚିରଦିନ ଆମର।
25 ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ।
ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।
26 ପୃଥିବୀ ଓ ଆକାଶ ଦିନେ ଶେଷ ହେବ,
କିନ୍ତୁ ତୁମ୍ଭେ ନିତ୍ୟ ବିରାଜିତ।
ତାହା ସବୁ ବସ୍ତ୍ରପରି
ସେସବୁ ବଦଳାଇ ଦେବ।
27 କିନ୍ତୁ ତୁମ୍ଭେ ପରମେଶ୍ୱର, କେବେ ପରିବର୍ତ୍ତନ ହେବ ନାହିଁ।
ତୁମ୍ଭେ ଚିରକାଳ ରହିବ।
28 ଆମ୍ଭେମାନେ ତୁମ୍ଭର ଦାସ ଅଟୁ
ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ।
ଏବଂ ସେମାନଙ୍କର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।”
ପଞ୍ଚମ ପୁସ୍ତକ
(ଗୀତସଂହିତା 107-150)
107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
3 ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।
4 ସେମାନଙ୍କ ମଧ୍ୟରୁ କେତେକ ଶୁଷ୍କ ମରୁଭୂମିରେ ଏଣେତେଣେ ଭ୍ରମଣ କଲେ।
ସେମାନେ ସହରରେ ବାସ କରିବାକୁ ଏକ ସ୍ଥାନ ଖୋଜୁଥିଲେ,
କିନ୍ତୁ ସେମାନେ ପାଇଲେ ନାହିଁ।
5 ସେମାନେ କ୍ଷୁଧିତ ଓ ତୃଷାର୍ତ୍ତ ଥିଲେ
ଏବଂ ସେମାନେ ଦୁର୍ବଳ ହୋଇଯାଇଥିଲେ।
6 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
ଏବଂ ସେ ତାଙ୍କୁ ସେହି ବିପଦରୁ ମୁକ୍ତ କଲେ।
7 ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।
8 ସେମାନେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ୟବାଦ କରିବା ଉଚିତ୍
କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
9 କାରଣ ପରମେଶ୍ୱର ତୃଷାର୍ତ୍ତ ପ୍ରାଣକୁ ଶାନ୍ତ କରିଛନ୍ତି।
କ୍ଷୁଧାର୍ତ୍ତମାନଙ୍କର ଉଦର ପରମେଶ୍ୱର ପୂର୍ଣ୍ଣ କରିଛନ୍ତି।
10 ପରମେଶ୍ୱରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହୋଇ
ଅନ୍ଧକାରରେ ଥିଲେ।
11 କାରଣ ସେମାନେ ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ଉପଦେଶକୁ ମାନିବାକୁ ମନା କଲେ।
12 ପରମେଶ୍ୱର ସେମାନଙ୍କୁ ନମ୍ର କରେଇବା ପାଇଁ
ଅସୁବିଧାର ସମ୍ମୁଖୀନ କଲେ।
ସେମାନେ ପତିତ ହେଲେ
ଓ ସାହାଯ୍ୟ କରିବାକୁ କେହି ନ ଥିଲେ।
13 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ କାକୁକ୍ତି କଲେ।
ଏବଂ ସେ ସେମାନଙ୍କୁ ବିପଦରୁ ରକ୍ଷା କଲେ।
14 ପରମେଶ୍ୱର ସେମାନଙ୍କୁ ଅନ୍ଧକାର ଓ ମୃତ୍ୟୁ ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ
ଓ ସେମାନଙ୍କ ବନ୍ଧନ ଛେଦନ କଲେ।
15 ସେମାନେ ସଦାପ୍ରଭୁଙ୍କର କରୁଣା ପ୍ରେମ ପାଇଁ ତାଙ୍କୁ ଧନ୍ୟବାଦ କରନ୍ତୁ।
ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
16 ପରମେଶ୍ୱର ପିତ୍ତଳ ଫାଟକକୁ ଭାଙ୍ଗି ଦେଇ ପାରିବେ।
ସେ କଏଦୀମାନଙ୍କର ଲୌହ ନିର୍ମିତ ଫାଟକରେ ଥିବା ଲୁହା ଅର୍ଗଳକୁ ଭାଙ୍ଗି ଚୂନା କରି ପାରିବେ।
17 କେତେକ ମୂର୍ଖ ହୋଇଗଲେ କାରଣ ସେମାନଙ୍କର ନିଜର ପାପ ଯୋଗୁଁ
ଏବଂ ସେମାନେ ଅଧର୍ମାଚରଣ କଲେ।
18 ସେହି ଲୋକମାନେ ବହୁତ ରୁଗ୍ଣ ଥିଲେ।
ଖାଦ୍ୟ ପରିତ୍ୟାଗ କରିଥିଲେ।
ସେମାନେ ପ୍ରାୟ ମୃତବତ୍ ରହିଥିଲେ।
19 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସହାୟତା ପାଇଁ କାକୁକ୍ତି କଲେ
ଏବଂ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ମୁକ୍ତ କଲେ।
20 ପରମେଶ୍ୱର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ।
ଏବଂ ସେ ବିନାଶରୁ ସେମାନଙ୍କୁ ମୁକ୍ତ କଲେ।
21 ସଦାପ୍ରଭୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ କରୁଣା ନିମନ୍ତେ ଧନ୍ୟବାଦ କର
କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
22 ସେମାନେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ
ଓ ଗାନ କରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
23 କେତେକ ଲୋକ ସେମାନଙ୍କର କାର୍ଯ୍ୟ ପାଇଁ
ନୌକାରେ ସମୁଦ୍ର ପାର ହୁଅନ୍ତି।
24 ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ
ଓ ସମୁଦ୍ର ଜଳରେ ତାଙ୍କର ଅଦ୍ଭୂତ କାର୍ଯ୍ୟ ଦେଖନ୍ତି।
25 ପରମେଶ୍ୱର ଆଜ୍ଞା କଲେ ଏବଂ ପ୍ରବଳ ବାୟୁ ଉଠି ଆସିଲା।
ଢେଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।
26 ସେମାନେ ସେହି ଢେଉରେ ଆକାଶକୁ ଉଠିଲେ
ଓ ଏହା ପରେ ଜଳଗର୍ଭକୁ ଖସିଲେ।
ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ଯେ, ସେମାନେ ସେମାନଙ୍କର ସାହସ ହରାଇଲେ।
27 ସେମାନେ ମତ୍ତଲୋକ ପରି ଏକଡ଼ ସେକଡ଼ ଦୋହଲନ୍ତି।
ଏବଂ ସେମାନଙ୍କର ବୁଦ୍ଧି ହଜିଯାଏ।
28 ତେବେ ସେମାନେ ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ
ଏବଂ ତହିଁରେ ପରମେଶ୍ୱର ସେମାନଙ୍କୁ ସଙ୍କଟରୁ ଉଦ୍ଧାର କଲେ।
29 ପରମେଶ୍ୱର ବତାସକୁ ସ୍ଥିର କଲେ
ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।
30 ସମୁଦ୍ର ଶାନ୍ତ ହୋଇଗଲା ବୋଲି ନାବିକମାନେ ଖୁସୀ ହେଲେ,
କାରଣ ସେମାନେ ଯେଉଁଠାକୁ ଯିବାକୁ ଗ୍ଭହିଁଥିଲେ ପରମେଶ୍ୱର ତାଙ୍କୁ ପୋତାଶ୍ରୟକୁ ନିରାପଦରେ ଆଗେଇ ନେଲେ।
31 ସେମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ୟବାଦ କର,
ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
32 ଲୋକମାନଙ୍କ ମହାସଭାରେ ପରମେଶ୍ୱରଙ୍କର ପ୍ରଶଂସା କରିବା ଉଚିତ୍
ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ସହିତ ହିଜକିୟଙ୍କର ପରାମର୍ଶ
19 ରାଜା ହିଜକିୟ ସମସ୍ତ କଥା ଶୁଣିଲେ। ନିଜର ଦୁଃଖ ଓ ବ୍ୟସ୍ତତା ଜଣାଇବା ପାଇଁ ଆପଣା ବସ୍ତ୍ର ଚିରିଲେ ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
2 ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମକୁ, ଲେଖକ ଶିବ୍ନକୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ। 3 ସେମାନେ ଯିଶାଇୟଙ୍କୁ କହିଲେ, “ହିଜକିୟ କହନ୍ତି, ଏହି କ୍ଳେଶ, ଅନୁଯୋଗ ଓ ଅପମାନର ଦିନ। ଏହା ଏପରି ଦିନ ଯେବେ ଶିଶୁଗଣ ପ୍ରସବ ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ସେମାନଙ୍କ ପାଖରେ ଶକ୍ତି ନାହିଁ। 4 ଅଶୂରର ରାଜା ଜୀବନ୍ତ ସଦାପ୍ରଭୁଙ୍କ ବିଷୟରେ ମନ୍ଦ କଥା କହିବାକୁ ତାଙ୍କର ସେନାଧ୍ୟକ୍ଷଙ୍କୁ ପଠାଇଲେ। ହୋଇପାରେ ସଦାପ୍ରଭୁ ଶୁଣି ପାରନ୍ତି, ଯାହା ସେନାଧ୍ୟକ୍ଷ କହିଲା ଓ ଶତ୍ରୁକୁ ଦଣ୍ତ ଦେବେ। ଏଣୁ ଦୟାକରି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେଉଁମାନେ ଏପର୍ଯ୍ୟନ୍ତ ଜୀବିତ ଅଛନ୍ତି।”
5 ହିଜକିୟଙ୍କର ଉଚ୍ଚ ଅଧିକାରୀମାନେ ଯିଶାଇୟଙ୍କୁ ଦେଖିବାକୁ ଗଲେ। 6 ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭର ମହାଶୟ ହିଜକିୟଙ୍କୁ ଏହି ସମ୍ବାଦ ଦିଅ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଅଧିକାରୀମାନେ ଆମ୍ଭମାନଙ୍କୁ ନିନ୍ଦା କରିବାର କଥା ତୁମ୍ଭେ ଶୁଣି ଅଛ, ସେ କଥାରେ ଭୀତ ହୁଅ ନାହିଁ।” 7 ଦେଖ, ମୁଁ ତାଙ୍କ ମଧ୍ୟରେ ଏକ ଆତ୍ମା ଦେବି ଓ ସେ ଏକ ଜନରବ ଶୁଣିବ ଏବଂ ତା’ର ଦେଶକୁ ଫେରିଯିବ, ଆଉ ମୁଁ ତାକୁ ତା’ର ନିଜ ଦେଶରେ ଖଡ଼୍ଗ ଦ୍ୱାରା ବଧ କରିବି।’”
ଅଶୂରର ରାଜାର ପୁନର୍ବାର ହିଜକିୟଙ୍କୁ ସତର୍କବାଣୀ
8 ଅନନ୍ତର ଅଶୂରୀୟ ରାଜା ଲାଖୀଶ୍କୁ ପ୍ରସ୍ଥାନ କରିଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ଲିବ୍ନା ବିରୁଦ୍ଧରେ ତାକୁ ଯୁଦ୍ଧ କରୁଥିବାର ଦେଖିଲା। 9 ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି ଜନରବ ଶୁଣିଲା, “ଦେଖ, ତିର୍ହକ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।”
ତେଣୁ ଅଶୂରର ରାଜା ପୁନର୍ବାର ହିଜକିୟ ନିକଟକୁ ଦୂତମାନଙ୍କୁ ପଠାଇ କହିଲା। 10 “ତୁମ୍ଭେମାନେ ଯିହୁଦାର ରାଜା ହିଜକିୟଙ୍କୁ ଏହିକଥା କହିବ,
‘ତୁମ୍ଭର ପରମେଶ୍ୱର ଯାହାଙ୍କୁ ବିଶ୍ୱାସ କର ତୁମ୍ଭମାନଙ୍କୁ କଥାରେ ଭୁଲ୍ ବାଟରେ ନ ନିଅନ୍ତୁ, ଯିରୁଶାଲମ ଅଶୂରୀୟ ରାଜାଙ୍କ ଦ୍ୱାରା ଅଧିକୃତ ହେବ ନାହିଁ। 11 ଦେଖ, ତୁମ୍ଭେମାନେ ମଧ୍ୟ ଶୁଣିଅଛ ଯେ, ଅଶୂରୀୟ ରାଜାମାନେ ଅନ୍ୟ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିଅଛନ୍ତି। ତୁମ୍ଭେମାନେ କ’ଣ ଉଦ୍ଧାର ପାଇବ? ନା! 12 ଆଉ ମଧ୍ୟ ମୋର ପୂର୍ବପୁରୁଷଗଣ ଗୋଶନ, ହାରୋଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବସୀ ଏଦନ ସନ୍ତାନମାନଙ୍କୁ ବିନାଶ କରିଛନ୍ତି। ସେମାନଙ୍କର ଦେବତାଗଣ ସେମାନଙ୍କୁ ଉଦ୍ଧାର କରି ପାରିଲେ ନାହିଁ? 13 ଆଉ କାହାନ୍ତି ହମାତ୍, ଅର୍ପଦ, ସଫର୍ବୟିମ, ହେନା ଓ ଅବ୍ବାର ରାଜଗଣ? ସେମାନେ ସମସ୍ତେ ବିନାଶ ପ୍ରାପ୍ତ ହୋଇଅଛନ୍ତି।’”
ହିଜକିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତି
14 ହିଜକିୟ ତାଙ୍କର ଦୂତମାନଙ୍କଦ୍ୱାରା ପଠାଯାଇଥିବା ଚିଠିଟିକୁ ପାଠକଲେ। ତା’ପରେ ସେ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ଚିଠିଟିକୁ ମେଲାଇ ଦେଲେ। 15 ହିଜକିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ କିରୁବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ କେବଳ ଏ ସମଗ୍ର ବିଶ୍ୱର ପରମେଶ୍ୱର ଅଟ। ଆଉ ମଧ୍ୟ ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ। 16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ, ହେ ସଦାପ୍ରଭୁ ଆପଣାର ଚକ୍ଷୁ ଫିଟାଅ ଓ ଦେଖ; ଜୀବନ୍ତ ପରମେଶ୍ୱରଙ୍କୁ ଅପମାନ କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ। 17 ହେ ସଦାପ୍ରଭୁ, ଏହା ସତ୍ୟ ଯେ ଅଶୂରର ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶକୁ ଧ୍ୱଂସ କରିଅଛନ୍ତି। 18 ଅଶୂରର ରାଜାମାନେ ସେମାନଙ୍କ ଜାତିର ଦେବତାଗୁଡ଼ିକୁ ଅଗ୍ନିରେ ଦଗ୍ଧିଭୂତ କଲେ। ଅବଶ୍ୟ ସେମାନେ ପ୍ରକୃତ ଦେବତାଗଣ ନ ଥିଲେ। ମନୁଷ୍ୟକୃତ କାଷ୍ଠ ଓ ପ୍ରସ୍ତରର ପ୍ରତିମା ମାତ୍ର, ତେଣୁ ସେହି ରାଜାମାନେ ସେଗୁଡ଼ିକୁ ବିନାଶ କଲେ। 19 ତେଣୁ ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଛି। ଅଶୂରର ରାଜା ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତେଣୁ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
ହିଜକିୟଙ୍କୁ ସଦାପ୍ରଭୁଙ୍କର ଉତ୍ତର
20 ଏହା ପରେ ଆମୋସର ପୁତ୍ର ଯିଶାଇୟ ହିଜକିୟଙ୍କ ନିକଟକୁ କହି ପଠାଇଲେ। “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କଲ, ତାହା ଆମ୍ଭେ ଶୁଣିଲୁ।
16 ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ମୋର ଗର୍ବ କରିବା କିଛି ନାହିଁ। ଏହା ମୋହର କର୍ତ୍ତବ୍ୟ। ମୁଁ ଯଦି ସୁସମାଗ୍ଭର ପ୍ରଗ୍ଭର ନ କରିବି, ତେବେ ମୋ’ ଜୀବନ ଧିକ୍। 17 ତା’ପରେ ମଧ୍ୟ ଯଦି ମୁଁ ସ୍ୱେଚ୍ଛାରେ ସୁସମାଗ୍ଭର ପ୍ରଗ୍ଭର କରୁଛି, ତେବେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ୟ। କିନ୍ତୁ ତାହା ତ ନୁହେଁ। ସୁସମାଗ୍ଭର ପ୍ରଗ୍ଭର ପାଇଁ ମୁଁ ବାଧ୍ୟ। ପ୍ରଭୁ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, କେବଳ ତାହା ମୁଁ ସମ୍ପାଦନ କରୁଛି। 18 ତା’ହେଲେ ମୋର ପୁରସ୍କାର କ’ଣ? ମୋର ପୁରସ୍କାର ଏହା ଯେ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୁଁ ମୁକ୍ତ ଭାବରେ ସୁସମାଗ୍ଭରକୁ ଦେଇ ପାରିବି? ଏହିପରି ସୁସମାଗ୍ଭର ପ୍ରଗ୍ଭର ପାଇଁ ଯେଉଁ ପ୍ରାପ୍ୟ ମୋର ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।
19 ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି। 20 ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ଯିହୂଦୀ ଲୋକମାନଙ୍କ ଭଳି ହେଲି। ମୁଁ ନିଜେ ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ଯେପରି ବ୍ୟବସ୍ଥାଧୀନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥାଧୀନ ଲୋକଙ୍କ ଭଳି ହେଲି। 21 ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ୟବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପାରେ, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥା ବିହୀନ ଲୋକପରି ହେଲି। 22 ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି। 23 ଏହା ସବୁ ମୁଁ ସୁସମାଗ୍ଭର ପାଇଁ କରୁଛି, ସୁସମାଗ୍ଭର ଆଶୀର୍ବାଦରେ ମୋର ମଧ୍ୟ କିଛି ଅଂଶ ରହିବ।
24 ତୁମ୍ଭେମାନେ ଜାଣ ଯେ, ଦୌଡ଼ ପ୍ରତିଯୋଗିତାରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭେମାନେ ଯେପରି ଜିତିବ, ସେପ୍ରକାର ଦୌଡ଼। 25 ଖେଳରେ ପ୍ରତ୍ୟେକ ପ୍ରତି ଯୋଗୀକୁ କଠୋର ପ୍ରଶିକ୍ଷଣ ନେବାକୁ ହୁଏ। ସେମାନେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାୟୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ। 26 ସେଥିପାଇଁ ମୁଁ ଏକ ଲକ୍ଷ୍ୟରେ ଲକ୍ଷ୍ୟସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ଯୁଦ୍ଧ କଲାପରି ଯୁଦ୍ଧ କରୁଛି, ବାୟୁ ସଙ୍ଗେ ଯୁଦ୍ଧ କରୁ ନାହିଁ। 27 ମୁଁ ମୋର ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମୋର କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଗ୍ଭର ପ୍ରଗ୍ଭର କରିବା ପରେ ନିଜେ ଯେପରି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦେଲା ପରେ ଯେପରି ମୁଁ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ, ସେଥିପାଇଁ ମୁଁ ମୋ’ ଶରୀରକୁ ବଶରେ ରଖୁଅଛି।
ଯୀଶୁ ଗୋଟିଏ କୁଷ୍ଠରୋଗୀକୁ ସୁସ୍ଥ କରିଲେ(A)
8 ଯୀଶୁ ପାହାଡ଼ ଉପରୁ ଓହ୍ଲେଇ ତଳକୁ ଆସିଲେ, ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା। 2 ସେମାନଙ୍କ ଭିତରୁ ଜଣେ କୁଷ୍ଠରୋଗୀ ଆସି ଯୀଶୁଙ୍କ ଆଗରେ ଆଣ୍ଠୁ ମାଡ଼ି ବସିପଡ଼ି କହିଲା, “ପ୍ରଭୁ, ଆପଣ ଗ୍ଭହିଁଲେ ମୋତେ ଭଲ କରିଦେଇ ପାରିବେ।”
3 ତା’ପରେ ଯୀଶୁ ହାତ ବଢ଼େଇ କୁଷ୍ଠରୋଗୀଟିକୁ ଛୁଇଁଦେଲେ। ସେ କହିଲେ, “ମୁଁ ଗ୍ଭହୁଁଛି ତୁମ୍ଭେ ସୁସ୍ଥ ହୁଅ।’’ ଏବଂ ସଙ୍ଗେ ସଙ୍ଗେ ତା’ର କୁଷ୍ଠରୋଗ ଭଲ ହୋଇଗଲା। 4 ତା’ପରେ ଯୀଶୁ ତାହାକୁ କହିଲେ, “ଦେଖ, ଏ ବିଷୟରେ କାହାକୁ କିଛି କୁହ ନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦେଖାଅ। ମୋଶାଙ୍କ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ୱାରା ଲୋକଙ୍କୁ ଦେଖେଇ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହୋଇ ଯାଇଛ।”
ଯୀଶୁ ଜଣେ ଅଧିକାରୀଙ୍କ ଦାସକୁ ଭଲ କରିଲେ(B)
5 ତା’ପରେ ଯୀଶୁ କଫର୍ନାହୂମକୁ ଗଲେ। ନଗର ଭିତରେ ପ୍ରବେଶ କଲାବେଳେ ଜଣେ ରୋମୀୟ ସେନାପତି ତାହାଙ୍କ ପାଖକୁ ଆସିଲେ। 6 ସେ ବିନୟ ପୂର୍ବକ କହିଲେ, “ପ୍ରଭୁ, ମୋର ଦାସ ରୋଗରେ ପୀଡ଼ିତ ହୋଇ ଘରେ ବିଛଣାରେ ପଡ଼ିଛି। ତାକୁ ପକ୍ଷାଘାତ ରୋଗ ହୋଇଛି ଓ ସେ ଭୀଷଣ କଷ୍ଟ ପାଉଛି।”
7 ତା’ପରେ ଯୀଶୁ ତାହାଙ୍କୁ କହିଲେ, “ମୁଁ ଯାଇ ତାହାକୁ ଭଲ କରିଦେବି।”
8 ସେନାପତି ଉତ୍ତର ଦେଲେ, “ପ୍ରଭୁ, ଆପଣ ଯେ ମୋ’ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ୟ ନୁହେଁ। ଆପଣ କେବଳ ଆଦେଶ ଦେଇ ଦିଅନ୍ତୁ, ମୋର ଦାସ ଭଲ ହୋଇଯିବ। 9 ମୁଁ ମଧ୍ୟ ଜଣେ ବଡ଼ ଅଧିକାରୀଙ୍କ ଅଧୀନରେ କାମ କରୁଛି। ମୋ’ ଅଧୀନରେ କେତେକ ସୈନ୍ୟ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁହେ, ‘ଯାଅ’, ତେବେ ସେ ଗ୍ଭଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁହେ, ‘ଆସ’, ତେବେ ସେ ଆସେ। ମୋର ଦାସକୁ ମୁଁ ଯଦି କୁହେ, ‘ଏହା କର’ ତେବେ ସେ ତାହା କରେ। ତୁମ୍ଭର ମଧ୍ୟ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।”
10 ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ। 11 ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସେମାନେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜିରେ ନିଜ ନିଜ ଆସନ ଗ୍ରହଣ କରିବେ। 12 କିନ୍ତୁ ରାଜ୍ୟର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆଯିବ। ସେଠାରେ ସେମାନେ କାନ୍ଦି କାନ୍ଦି ଓ କଷ୍ଟ ହେତୁ ଦାନ୍ତ କଡ଼ମଡ଼ କରି ରହିବେ।”
13 ତା’ପରେ ଯୀଶୁ ସେନାପତିଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ।” ଠିକ୍ ସେହି ସମୟରେ ତାହାଙ୍କର ଦାସ ସୁସ୍ଥ ହୋଇଗଲା।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ(C)
14 ଯୀଶୁ ପିତରଙ୍କ ଘରେ ପହଞ୍ଚିଲେ। ସେ ଦେଖିଲେ ଯେ ପିତରଙ୍କ ଶାଶୁ ଭୀଷଣ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ିଛନ୍ତି। 15 ଯୀଶୁ ତାହାଙ୍କୁ ଛୁଇଁଦେଲେ, ଓ ତାହାଙ୍କର ଜ୍ୱର ଛାଡ଼ିଗଲା। ତା’ପରେ ସେ ଉଠି ଯୀଶୁଙ୍କ ସେବା କରିବାକୁ ଲାଗିଲେ।
16 ସେହି ଦିନ ସନ୍ଦ୍ୟାରେ ଲୋକେ ତାହାଙ୍କ ପାଖକୁ ଭୂତଗ୍ରସ୍ତ ଅନେକ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞାରେ ସେହି ଭୂତମାନଙ୍କୁ ବାହାର କରିଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରିଦେଲେ। 17 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ ତାହା ସଫଳ ହେବା ପାଇଁ ଯୀଶୁ ଏହି କାମଗୁଡ଼ିକ କଲେ:
“ସେ ଆମ୍ଭର ରୋଗ ସବୁ ନେଇଗଲେ
ଏବଂ ଆମ୍ଭର ଅସୁସ୍ଥତା ବହିଲେ।”(D)
2010 by World Bible Translation Center