Print Page Options
Previous Prev Day Next DayNext

Book of Common Prayer

Daily Old and New Testament readings based on the Book of Common Prayer.
Duration: 861 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 106

106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
    ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
    ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
    ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।

ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
    ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
    ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
    ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
    ଆମ୍ଭେ ଅଧର୍ମ କରିଅଛୁ।
    ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ଯ୍ୟ କ୍ରିୟାମାନ ଦେଖାଇଥିଲ
    ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାନ୍ତି।
ତୁମ୍ଭର ବହୁତ ଦୟାର କାମକୁ ସେମାନେ ମନେ ରଖିଲେ ନାହିଁ।
    ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।

କିନ୍ତୁ ପରମେଶ୍ୱର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ।
    ସେ ତାଙ୍କର ମହାଶକ୍ତିର ପରିଚୟ ଦେବା ପାଇଁ ସେମାନଙ୍କୁ ରକ୍ଷା କଲେ।
ପରମେଶ୍ୱର ନିର୍ଦ୍ଦେଶ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା।
    ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ସେହି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନେଲେ, ମରୁଭୂମିରେ ଚଲାଇବା ପରି।
10 ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ସେମାନଙ୍କର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ!
    ସେମାନଙ୍କର ଶତ୍ରୁମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
11 ପରମେଶ୍ୱର ଜଳରାଶିଦ୍ୱାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ।
    ସେମାନଙ୍କ ମଧ୍ୟରୁ ଜଣେ କେହି ରକ୍ଷା ପାଇଲେ ନାହିଁ।

12 ଏହା ପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ୱର ଯାହା କଲେ ତାହା ବିଶ୍ୱାସ କଲେ।
    ସେମାନେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
13 କିନ୍ତୁ ପରମେଶ୍ୱର କରିଥିବା କାର୍ଯ୍ୟଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ।
    ସେମାନେ ପରମେଶ୍ୱରଙ୍କ ଉପଦେଶ ଶୁଣିଲେ ନାହିଁ।
14 ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ
    ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
15 କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ।
    କିନ୍ତୁ ପରମେଶ୍ୱର ସେମାନଙ୍କୁ ଭୟଙ୍କର ରୋଗ ଦେଲେ।
16 ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ।
    ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।
17 ତେଣୁ ପରମେଶ୍ୱର ସେହି ଈର୍ଷାପରାୟଣ ଲୋକମାନଙ୍କୁ ଦଣ୍ଡିତ କଲେ।
    ପୃଥିବୀ ଫାଟି ଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ୟ ଗ୍ରାସ କଲା ପୁଣି ଯୋଡ଼ି ହୋଇଗଲା।
18 ଏହା ପରେ ସେମାନଙ୍କ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା।
    ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦ‌‌ଗ୍‌‌ଧ କଲା।
19 ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ
    ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
20 ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର
    ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
21 ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ।
    ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
22 ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ।
    ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।

23 ପରମେଶ୍ୱର ଗ୍ଭହିଁଥିଲେ ସେହି ଲୋକମାନଙ୍କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ,
    କିନ୍ତୁ ମୋଶା ତାହାଙ୍କ ମନୋନୀତ ବ୍ୟକ୍ତି ତାଙ୍କର କୋପ ଫେରାଇବା ନିମନ୍ତେ
ଭଗ୍ନ ସ୍ଥାନରେ ତାଙ୍କର ସମ୍ମୁଖରେ ଠିଆ ହେଲେ,
    ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନାଶ କଲେ ନାହିଁ।

24 କିନ୍ତୁ ତା'ପରେ ସେହି ଲୋକମାନେ କିଣାନର ଆଶ୍ଚର୍ଯ୍ୟ ପୂର୍ଣ୍ଣ ସ୍ଥାନକୁ ଯିବା ପାଇଁ ମନା କଲେ।
    ସେମାନେ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ନାହିଁ ଯେ ପରମେଶ୍ୱର ସେଠାରେ ବାସ କରୁଥିବା ଲୋକମାନଙ୍କୁ ସାହାଯ୍ୟ କରିବେ।
25 ଆମ୍ଭର ପୂର୍ବପୁରୁଷଗଣ ପରମେଶ୍ୱରଙ୍କୁ ମାନିବାକୁ ମନା କଲେ
    ଏବଂ ସେମାନଙ୍କ ଗୃହରେ ସେମାନେ ଅଭିଯୋଗ କଲେ।
26 ତେଣୁ ପରମେଶ୍ୱର ସେମାନଙ୍କୁ ମରୁଭୂମିରେ
    ବିନାଶ କରିବା ପାଇଁ ଶପଥ କଲେ।
27 ପରମେଶ୍ୱର ପ୍ରତିଜ୍ଞା କଲେ ଯେ, ଅନ୍ୟ ଦେଶରେ ସେହି ଲୋକମାନଙ୍କର ଭବିଷ୍ୟଦ୍ ବଂଶଧରଙ୍କୁ ପରାସ୍ତ କରିବେ।
    ସେହି ଅନ୍ୟ ଦେଶ ମଧ୍ୟରେ ସେ ସେମାନଙ୍କ ପୂର୍ବପୁରୁଷଗଣଙ୍କୁ ଛିନ୍ନଛତ୍ର କଲେ।

28 ଏହା ପରେ ପରମେଶ୍ୱରଙ୍କ ଲୋକମାନେ ବାଲ୍-ପିୟୋରର ସେବା କଲେ।
    ସେମାନେ ଅନ୍ୟ ଦେବତାମାନଙ୍କଠାରେ ବଳି ଦିଆଯାଇଥିବା ପଶୁମାନଙ୍କର ମାଂସ ଭକ୍ଷ୍ୟଣ କଲେ।
29 ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧ ପ୍ରକାଶ କଲେ।
    ତେଣୁ ସେ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରଦର୍ଶନ କଲେ।
30 କିନ୍ତୁ ପୀନହସ୍ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ
    ଏବଂ ପରମେଶ୍ୱର ତା'ର ମହାମାରୀ ଦୂର କଲେ।
31 ପରମେଶ୍ୱର ଜାଣିଲେ ପୀନହସ୍ ସୁକର୍ମ କଲା।
    ପରମେଶ୍ୱର ତାଙ୍କୁ ଅନନ୍ତକାଳ ମନେ ରଖିଲେ।

32 ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ,
    ତେଣୁ ସେମାନଙ୍କ ସକାଶୁ ମୋଶାଙ୍କୁ ବହୁତ ବିପଦ ଘଟିଲା।
33 ସେ ଲୋକମାନେ ମୋଶାଙ୍କୁ ବିରକ୍ତ କଲେ।
    ତେଣୁ ମୋଶା କିଛି ନ ବିଗ୍ଭରି କହିବାକୁ ଲାଗିଲେ।

34 କିଣାନୀୟଠାରେ ରହୁଥିବା ଅନ୍ୟ ବିଦେଶୀୟମାନଙ୍କୁ ନଷ୍ଟ କରିବା ପାଇଁ ପରମେଶ୍ୱର କହିଲେ,
    କିନ୍ତୁ ଇସ୍ରାଏଲୀୟମାନେ ତାଙ୍କ କଥା ମାନିଲେ ନାହିଁ।
35 ସେମାନେ ଅନ୍ୟ ଦେଶୀୟଙ୍କ ସଙ୍ଗେ ମିଶିଲେ
    ଏବଂ ସେମାନଙ୍କ କ୍ରିୟାସକଳ କଲେ।
36 ପରମେଶ୍ୱରଙ୍କ ଲୋକମାନେ ଦେବତାମାନଙ୍କୁ ପୂଜା କରିବାକୁ ଆରମ୍ଭ କଲେ,
    ଯାହାକି ଅନ୍ୟ ଲୋକମାନେ କରୁଥିଲେ ଏବଂ ସେହି ମୂର୍ତ୍ତିଗୁଡ଼ିକ ଫାନ୍ଦରେ ପରିଗଣିତ ହେଲେ।
37 ଏପରିକି ପରମେଶ୍ୱରଙ୍କର ଲୋକମାନେ
    ସେମାନଙ୍କର ପିଲାମାନଙ୍କୁ ଅନ୍ୟ ଦେବତାଙ୍କ ନିକଟରେ ବଳି ଦେଲେ।
38 ପରମେଶ୍ୱରଙ୍କର ଲୋକମାନେ ନିରୀହ ପିଲାମାନଙ୍କୁ ହତ୍ୟା କଲେ।
    ସେମାନେ ମଧ୍ୟ ସେମାନଙ୍କ ନିଜ ସନ୍ତାନମାନଙ୍କୁ ହତ୍ୟା କରି ମିଥ୍ୟା ଦେବଗଣ ନିକଟରେ ବଳି ଦେଲେ।
    ତେଣୁ ଭୂମି, ହତ୍ୟା ପାପରେ ଦୂଷିତ ହୋଇଗଲା।
39 ତେଣୁ ପରମେଶ୍ୱରଙ୍କର ଲୋକମାନେ ସେମାନଙ୍କର କାର୍ଯ୍ୟଦ୍ୱାରା ଅପବିତ୍ର ହୋଇଥିଲେ।
    ପରମେଶ୍ୱରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ୱାସୀ ହେଲେ ନାହିଁ।
    ଅନ୍ୟ ଦେଶୀୟ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ୟ ସେପରି କାର୍ଯ୍ୟ କଲେ।
40 ଏହି ହେତୁ, ସଦାପ୍ରଭୁ ତାଙ୍କର ଲୋକମାନଙ୍କ ସହିତ ବହୁତ କ୍ରୋଧ କଲେ।
    ପରମେଶ୍ୱର ସେମାନଙ୍କ ପ୍ରତି ବିରକ୍ତ ହେଲେ।
41 ପରମେଶ୍ୱର ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ
    ଓ ସେମାନଙ୍କ ଶତ୍ରୁମାନେ ସେମାନଙ୍କ ଉପରେ ଶାସନ କଲେ।
42 ପରମେଶ୍ୱରଙ୍କ ଲୋକମାନଙ୍କର ଶତ୍ରୁମାନେ ସେମାନଙ୍କୁ ନିୟନ୍ତ୍ରଣ କଲେ
    ଏବଂ ସେମାନଙ୍କର ଜୀବନ ଦୁଃର୍ବିସହ ହୋଇଗଲା।
43 ଅନେକ ଥର ପରମେଶ୍ୱର ସେମାନଙ୍କୁ ଉଦ୍ଧାର କଲେ।
    ମାତ୍ର ସେମାନେ କ୍ରମାଗତ ପରମେଶ୍ୱରଙ୍କ ବିଦ୍ରୋହୀ ହେଲେ
    ଏବଂ ଆପଣା ଇଚ୍ଛାନୁସାରେ କାର୍ଯ୍ୟରେ ବହୁତ ଗଭୀର ପର୍ଯ୍ୟନ୍ତ ବୁଡ଼ିଗଲେ।
44 କିନ୍ତୁ ଯେତେବେଳେ ପରମେଶ୍ୱରଙ୍କ ଲୋକ ବିପଦରେ ପଡ଼ିଲେ ସେମାନେ ସର୍ବଦା ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ ଡାକିଲେ।
    ଏବଂ ପ୍ରତ୍ୟେକ ଥର ପରମେଶ୍ୱର ସେମାନଙ୍କ ପ୍ରାର୍ଥନା ଶୁଣିଲେ।
45 ପରମେଶ୍ୱର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି
    ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦେବାରେ ତାଙ୍କର ମନକୁ ପରିବର୍ତ୍ତନ କଲେ।
46 ସେ ସେମାନଙ୍କର ସମସ୍ତଙ୍କୁ ବନ୍ଦୀ କରିଥିବା ମନରେ
    ଦୟା ଦେଖାଇଲେ।
47 ହେ ସଦାପ୍ରଭୁ, ପରମେଶ୍ୱର ଆମ୍ଭକୁ ରକ୍ଷାକର।
    ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ।
ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ
    ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ।
    ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ।
ସମସ୍ତ ଲୋକ କହନ୍ତୁ “ଆମେନ୍!”

ସଦାପ୍ରଭୁଙ୍କର ପ୍ରଶଂସା କର।

ରାଜାବଳୀର ଦ୍ୱିତୀୟ ପୁସ୍ତକ 21:1-18

ଯିହୁଦାରେ ମନଃଶିଙ୍କର କୁଶାସନର ଆରମ୍ଭ

21 ମନଃଶି ବାରବର୍ଷ ବୟସରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ। ସେ ଯିରୁଶାଲମରେ ପଞ୍ଚାବନ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହୀ‌ଫ୍‌ସୀବା ଥିଲା।

ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ତଡ଼ି ଦେଇଥିଲେ ସେହିମାନଙ୍କର ଘୃଣ୍ୟକର୍ମ ସେ କଲେ। ତାଙ୍କର ପିତା ହିଜକିୟ ଯେଉଁ ଉଚ୍ଚସ୍ଥଳୀଗୁଡ଼ିକୁ ଧ୍ୱଂସ କରିଥିଲେ, ସେ ପୁନର୍ବାର ସେଗୁଡ଼ିକୁ ନିର୍ମାଣ କଲେ। ଇସ୍ରାଏଲର ଆହାବ ରାଜାଙ୍କ ପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ। ଆଉ ମଧ୍ୟ ସେ ସ୍ୱର୍ଗସ୍ଥ ସମସ୍ତ ନକ୍ଷତ୍ରଙ୍କୁ ପୂଜା କରି ସେମାନଙ୍କର ସେବା କଲେ। ପୁଣି “ଆମ୍ଭେ ଯିରୁଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ମନ୍ଦିର ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ମନ୍ଦିରରେ ସେ ଯଜ୍ଞବେଦି ନିର୍ମାଣ କଲେ। ଆହୁରି ସେ ସଦାପ୍ରଭୁଙ୍କ ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ। ମନଃଶି ଆପଣା ପୁତ୍ରକୁ ଅଗ୍ନିରେ ଉତ୍ସର୍ଗ କଲେ। ସେ ଶୁଭ ଶୁଭ କହିବାର ବିଦ୍ୟା, ଗଣକତା, ଯାଦୁବିଦ୍ୟା, ଭୂତ ପ୍ରେତ ଓ ଗୁଣୀ ଗାରେଡ଼ି କାର୍ଯ୍ୟରେ ଅଭ୍ୟସ୍ତ ହେଲେ।

ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ, ଯଦ୍ଦ୍ୱାରା ସଦାପ୍ରଭୁ କ୍ରୋଧିତ ହେଲେ। ପୁଣି ମନଃଶି ଆଶେରାର ଏକ ଖୋଦିତ ମୂର୍ତ୍ତି ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିରରେ ସ୍ଥାପନ କଲେ। କିନ୍ତୁ ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ମୁଁ ସମଗ୍ର ଇସ୍ରାଏଲର ସମସ୍ତ ନଗରଠାରୁ ଯିରୁଶାଲମକୁ ମନୋନୀତ କରିଛି। ଯିରୁଶାଲମର ଏହି ମନ୍ଦିରରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ। ମୁଁ କେବେ ଇସ୍ରାଏଲୀୟମାନଙ୍କୁ ସେମାନଙ୍କ ଦେଶ ପରିତ୍ୟାଗ କରିବାର କାରଣ ହେବି ନାହିଁ, ଯାହା ମୁଁ ସେମାନଙ୍କର ପୂର୍ବପୁରୁଷଙ୍କୁ ଦେଇଅଛି। ମୁଁ ସେମାନଙ୍କୁ ସେଠାରେ ରହିବାକୁ ଦେବି, କେବଳ ଯଦି ସେମାନେ ମୋର ଆଜ୍ଞା ମାନନ୍ତି ଓ ମୋର ସେବକ ମୋଶା ସେମାନଙ୍କୁ କହିଥିବା ନିତି ନିୟମସବୁ ସେମାନେ ଅନୁସରଣ କରନ୍ତି।” ମାତ୍ର ସେମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣିଲେ ନାହିଁ। କିଣାନ ଦେଶଠାରୁ ଅଧିକ ମନ୍ଦ କର୍ମ କରିବାକୁ ମନଃଶି ସେମାନଙ୍କୁ ମାର୍ଗ ଦର୍ଶନ କରୁଥିଲେ। ସେଥିପାଇଁ ସଦାପ୍ରଭୁଙ୍କ ଦ୍ୱାରା ସେମାନଙ୍କୁ ବିନଷ୍ଟ କରାଗଲା, ଯେତେବେଳେ ଇସ୍ରାଏଲୀୟମାନେ ଦେଶକୁ ଆସିଲେ।

10 ସଦାପ୍ରଭୁ ଆପଣା ସେବକ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଦ୍ୱାରା ଏହିକଥା କହିଲେ। 11 “ଯିହୁଦାର ରାଜା ମନଃଶି ଏହି ସମସ୍ତ ଘୃଣାଯୋଗ୍ୟ କର୍ମ କରିଅଛି। ତାଙ୍କ ପୂର୍ବରୁ ଯେଉଁ ଇମୋରୀୟମାନେ ଥିଲେ ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିଅଛି। ତାଙ୍କର ପ୍ରତିମା ଆରାଧନା ଦ୍ୱାରା ସେ ଯିହୁଦାକୁ ପାପ କରାଇଛି। 12 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଦେଖ ଆମ୍ଭେ ଯିରୁଶାଲମ ଓ ଯିହୁଦା ପାଇଁ ଏପରି ଅମଙ୍ଗଳ ଆଣିବୁ ଯିଏ ଏହି ବିଷୟରେ ଶୁଣିବ ଆଶ୍ଚର୍ଯ୍ୟ ହେବ।” 13 ପୁଣି ଆମ୍ଭେ ଯିରୁଶାଲମ ଉପରେ ଶମରିୟାର ମାପ କରି ରେଖା ଟାଣିବା ଓ ଆହାବ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସେହିପରି ମୁଁ ଯିରୁଶାଲମକୁ ପୋଛି ପକାଇବି। 14 ମୁଁ ମୋର ଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ୟାଗ କରିବି। ମୁଁ ସେମାନଙ୍କୁ ସେମାନଙ୍କର ଶତ୍ରୁ ହସ୍ତରେ ସମର୍ପଣ କରିବି। ସେମାନଙ୍କର ଶତ୍ରୁଗଣ ସେମାନଙ୍କୁ ଲୁଟ୍ କରିବେ ଏବଂ ସେମାନେ ସେମାନଙ୍କୁ ବନ୍ଦୀରୂପେ ନେଇଯିବେ। 15 କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି। ପୁଣି ସେମାନେ ସେମାନଙ୍କର ପୂର୍ବପୁରୁଷଗଣ ମିଶରରୁ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ କ୍ରୋଧ ଜନ୍ମାଇଛନ୍ତି। 16 ପୁଣି ମନଃଶି ବହୁ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରି ଯିରୁଶାଲମରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍କର୍ମ କଲେ।’”

17 ମନଃଶିଙ୍କର ଏ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ କାର୍ଯ୍ୟ ତାଙ୍କର କୃତ ପାପ ଯିହୁଦା ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହୋଇଛି। 18 ଅନନ୍ତର ମନଃଶି ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଲୋକଙ୍କ ସହିତ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ “ଉଷର ଉଦ୍ୟାନରେ” କବର ପ୍ରାପ୍ତ ହେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ଆମୋନ୍ ରାଜା ହେଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:14-11:1

14 ତା'ହେଲେ ତୁମ୍ଭେମାନେ ସମସ୍ତ କିଛି ସହି ପାରିବ। ମୋର ପ୍ରିୟ ବନ୍ଧୁଗଣ! ଶେଷରେ ମୁଁ କହୁଛି ଯେ, ମୂର୍ତ୍ତି ପୂଜାରୁ ଦୂରରେ ରୁହ। 15 ତୁମ୍ଭେମାନେ ବୁଦ୍ଧିମାନ, ତେଣୁ ମୁଁ ଏହା କହୁଛି। ମୁଁ ଯାହା କହୁଛି, ତୁମ୍ଭେମାନେ ନିଜେ ପରୀକ୍ଷା କରି ଦେଖ। 16 ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ୟବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀରରେ ଅଂଶ ନୁହେଁ କି? 17 କେବଳ ଗୋଟିଏ ରୋଟୀ ମାତ୍ର ଆମ୍ଭେମାନେ ଅନେକ ଲୋକ। କିନ୍ତୁ ଆମ୍ଭେ ସମସ୍ତେ ସେହି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତରେ ଗୋଟିଏ ଶରୀର।

18 ଇସ୍ରାଏଲ ଲୋକମାନଙ୍କ କଥା ଭାବ। ସେମାନେ ବଳି ପ୍ରାପ୍ତ ପଶୁ ମାଂସ ଭୋଜନ କରି କ’ଣ ବେଦୀର ଅଂଶୀଦାର ନୁହନ୍ତି? 19 ମୁଁ କହୁ ନାହିଁ ଯେ ମୂର୍ତ୍ତି ବା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଖାଦ୍ୟର ଗୁରୁତ୍ୱ ଅଛି। ଏବଂ ମୁଁ ଏହା ମଧ୍ୟ କହୁ ନାହିଁ ମୂର୍ତ୍ତିଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ। 20 କିନ୍ତୁ ମୋ’ କହିବା କଥା ଯେ, ତୁମ୍ଭେମାନେ ଭୂତମାନଙ୍କ ସହିତ କୌଣସି କାର୍ଯ୍ୟରେ ଅଂଶ ଗ୍ରହଣ ନ କର। କିନ୍ତୁ ମୁଁ କୁହେ ଯାହା ମୂର୍ତ୍ତିଗୁଡ଼ିକୁ ବଳି ରୂପେ ଉତ୍ସର୍ଗ କରାଯାଇଥାଏ ତାହା ଶୟତାନକୁ ଉତ୍ସର୍ଗ କରାଯାଇଥାଏ, ପରମେଶ୍ୱରଙ୍କରୁ ନୁହେଁ। ଏବଂ ମୁଁ ଗ୍ଭହେଁ ତୁମ୍ଭେମାନେ ଶୟତାନ ସହିତ ଅଂଶୀଦାର ହୁଅ ନାହିଁ। 21 ତୁମ୍ଭେମାନେ ପ୍ରଭୁଙ୍କ ପିଆଲାରୁ[a] ଓ ଶୟତାନର ପିଆଲାରୁ ମଧ୍ୟ ପିଇ ପାରିବ ନାହିଁ। ସେହିପରି ପ୍ରଭୁଙ୍କ ମେଜ ଓ ଶୟତାନର ମେଜ ଉଭୟର ଅଂଶୀଦାର ହୋଇ ବସି ପାରିବ ନାହିଁ। 22 ଆମ୍ଭେ କ’ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ? ଆମ୍ଭେ କ’ଣ ତାହାଙ୍କଠାରୁ ଅଧିକ ବଳବାନ? ନା!

ପ୍ରଭୁଙ୍କର ଗୌରବ ପାଇଁ ନିଜ ସ୍ୱାଧୀନତାର ବ୍ୟବହାର କର

23 “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ ସବୁ ବିଷୟ ଭଲ ନୁହେଁ। “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ କେତେକ ବିଷୟ ଅନ୍ୟମାନଙ୍କ ବିଶ୍ୱାସକୁ ଦୃଢ଼ କରିବାରେ ସାହାଯ୍ୟ କରେ ନାହିଁ। 24 କୌଣସି ଲୋକ କେବଳ ନିଜର ସ୍ୱାର୍ଥ ପାଇଁ ଚିନ୍ତିତ ହେବା ଉଚିତ୍ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ୍।

25 ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ। 26 ତୁମ୍ଭେ ଖାଇପାର କାରଣ “ପୃଥିବୀ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବିଷୟ ପ୍ରଭୁଙ୍କର ଅଟେ।”(A)

27 ଜଣେ ଅବିଶ୍ୱାସୀ ଲୋକ ତୁମ୍ଭମାନଙ୍କୁ ଭୋଜନ ପାଇଁ ଡାକିପାରେ। ଯଦି ତୁମ୍ଭେମାନେ ଯିବାକୁ ସ୍ଥିର କଲ, ଯାହା ତୁମ୍ଭମାନଙ୍କ ଆଗରେ ଥୁଆ ହୋଇଛି, ତାହା ଖାଅ। 28 ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା'ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି। 29 ତୁମ୍ଭେମାନେ ଏହାକୁ ଭୁଲ୍ ବିବେଚନା କର ବୋଲି ମୁଁ ତୁମ୍ଭମାନଙ୍କୁ କହୁ ନାହିଁ କିନ୍ତୁ ଅନ୍ୟ ଲୋକ ଏହାକୁ ବିବେଚନା କରୁ ଥିବାରୁ ମୁଁ ଏହାକୁ ଖାଇବି ନାହିଁ। ଅନ୍ୟର ମନୋଭାବ ହେତୁ ମୋ’ ନିଜର ସ୍ୱାଧୀନତାରେ ଆଞ୍ଚ ଆଣିବାକୁ ଇଚ୍ଛା କରୁ ନାହିଁ। 30 କାରଣ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସାରି ଭୋଜନ କରିଥିବା ଯୋଗୁଁ ମୁଁ ସମାଲୋଚିତ ହେବା ଅନୁଚିତ୍।

31 ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍। 32 ଏଭଳି କୌଣସି କାମ କର ନାହିଁ, ଯାହାଦ୍ୱାରା ଯିହୂଦୀ ବା ଅଣଯିହୂଦୀ ଲୋକେ ବା ପରମେଶ୍ୱରଙ୍କ ମଣ୍ଡଳୀ ବାଧା ପାଇବେ। 33 ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରତ୍ୟେକଙ୍କୁ ସମସ୍ତ କାର୍ଯ୍ୟରେ ସନ୍ତୁଷ୍ଟ କରିବାକୁ ଗ୍ଭହେଁ। ମୁଁ ଅନେକଙ୍କର ମଙ୍ଗଳ ଚିନ୍ତାକରେ ଯଦ୍ଦ୍ୱାରା ସେମାନେ ପରିତ୍ରାଣ ପାଇ ପାରିବେ।

11 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭେମାନେ ସେହିପରି ଅନୁସରଣ କର।

ମାଥିଉ ଲିଖିତ ସୁସମାଗ୍ଭର 8:28-34

ଭୂତ କବଳରୁ ଦୁଇଜଣଙ୍କୁ ମୁକ୍ତି

(ମାର୍କ 5:1-20; ଲୂକ 8:26-39)

28 ଯୀଶୁ ହ୍ରଦର ଆରପଟରେ ଥିବା ଗାଦରୀୟ[a] ଲୋକଙ୍କ ରାଜ୍ୟରେ ପହଞ୍ଚିଲେ। ଭୂତଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ବହୁତ ଭୟଙ୍କର ଥିଲେ। 29 ସେମାନଙ୍କ ନିମନ୍ତେ କେହି ସେହି ବାଟେ ଯାଇପାରୁ ନ ଥିଲେ। ସେମାନେ ପାଟିକରି କହିଲେ, “ହେ ପରମେଶ୍ୱରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ଉପଯୁକ୍ତ ସମୟ ପୂର୍ବରୁ ତୁମ୍ଭେ କ’ଣ ଆମ୍ଭକୁ ଦଣ୍ଡ ଦେବା ପାଇଁ ଆସିଛ?”

30 ସେତେବେଳେ ସେଠାରୁ କିଛି ଦୂରରେ ଗୋଟିଏ ବିରାଟ ଘୁଷୁରିପଲ ଚରୁଥିଲେ। 31 ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, “ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦେହରୁ ତଡ଼ିଦେବାକୁ ଗ୍ଭହୁଁଛ, ତେବେ ଆମ୍ଭକୁ ଏ ଘୁଷୁରି ପଲରେ ଛାଡ଼ିଦିଅ।”

32 ଯୀଶୁ ସେମାନଙ୍କୁ କହିଲେ, “ଯାଅ!” ତେଣୁ ଭୂତମାନେ ମଣିଷଙ୍କ ଦେହରୁ ବାହାରି ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ତା'ପରେ ସେହି ଘୁଷୁରିପଲ ତୀଖ ପାହାଡ଼ରୁ ତଳକୁ ଗଡ଼ିଯାଇ ଶେଷରେ ହ୍ରଦରେ ବୁଡ଼ିଗଲେ। 33 ସେଠାରେ ଘୁଷୁରି ଚରାଉଥିବା ଲୋକେ ଥିଲେ। ସେମାନେ ନଗରକୁ ଦୌଡ଼ି ପଳାଇଲେ। ସେଠାରେ ଲୋକଙ୍କ ଆଗରେ ଘୁଷୁରିପଲ ଓ ଭୂତଗ୍ରସ୍ତ ଲୋକଙ୍କ ବିଷୟରେ ଯାହା ଯାହା ଘଟିଥିଲା, ସବୁକଥା ଗୋଟି ଗୋଟି କରି କହିଗଲେ। 34 ତା'ପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭେଟିବାକୁ ଆସିଗଲେ। ସେମାନେ ଯୀଶୁଙ୍କୁ ଦେଖି, ତାହାଙ୍କୁ ସେମାନେ ସେହି ଅଞ୍ଚଳ ଛାଡ଼ି ଗ୍ଭଲିଯିବା ପାଇଁ ବିନତି କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center