Book of Common Prayer
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କ ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କରିଥିଲେ।
18 ସେ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଶକ୍ତିସ୍ୱରୂପ,
ମୁଁ ତୁମ୍ଭକୁ ଭଲ ପାଏ।”
2 ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ।
ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼।
ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ।
ପରମେଶ୍ୱର ମୋର ଢାଲ ସଦୃଶ।
ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ।
ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।
3 ସେମାନେ ମୋତେ ପରିହାସ କଲେ,
କିନ୍ତୁ ଯେତେବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି,
ସେ ମୋତେ ମୋର ଶତ୍ରୁମାନଙ୍କଠାରୁ ରକ୍ଷା କଲେ।
4 ମୋର ଶତ୍ରୁମାନେ ଯେତେବେଳେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ, ମୃତ୍ୟୁର ରଶି ମୋତେ ସେତେବେଳେ ବାନ୍ଧିବାକୁ ଯାଉଥିଲା ମୋର ଗ୍ଭରିଆଡ଼ୁ।
ମୁଁ ବନ୍ୟାରେ କବଳିତ ହୋଇ ମୃତ୍ୟୁ ଆଡ଼କୁ ଭାସି ଗ୍ଭଲିଥିଲି,
5 କବରର ରଶି ମୋର ଗ୍ଭରିଆଡ଼େ ଥିଲା,
ମୃତ୍ୟୁର ଯନ୍ତା ମୋ’ ସମ୍ମୁଖରେ ଥିଲା।
6 ସେହି ଯନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି।
ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି,
ସେ ଆପଣା ମନ୍ଦିରରେ ଥାଇ ମୋ’ ଡାକ ଶୁଣିଲେ।
ସେ ମୋର ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।
7 ସେତିକି ବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା।
ସ୍ୱର୍ଗରାଜ୍ୟର ଭିତ୍ତିଭୂମି ଥରି ଉଠିଲା, କାରଣ ସଦାପ୍ରଭୁ କ୍ରୋଧିତ ହେଲେ।
8 ତାଙ୍କ ନାକରୁ ଧୂଆଁ ନିର୍ଗତ ହେଲା।
ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କ ମୁଖରୁ ବାହାରିଲା।
ଜ୍ୱଳନ୍ତା ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା।
9 ସଦାପ୍ରଭୁ ଆକାଶର ବକ୍ଷ ଚିରି ତଳକୁ ଓହ୍ଲାଇ ଆସିଲେ।
ସେ ଘନ ଅନ୍ଧକାର ବାଦଲ ଖଣ୍ଡ ଉପରେ ଦଣ୍ଡାୟମାନ ହେଲେ।
10 ସଦାପ୍ରଭୁ ସେହି ଆକାଶ ବକ୍ଷର ଉଚ୍ଚରେ କିରୂବଦୂତମାନଙ୍କ ସହିତ ଉଡ଼ିବାକୁ ଲାଗିଲେ।
ସେ ବାୟୁର ଗତିରେ ଉଡ଼ିବାକୁ ଲାଗିଲେ।
11 ପରମେଶ୍ୱର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ।
ସତେ ଯେମିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ।
ସେ ଘନ ବିଜୁଳିଯୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।
12 ତା'ପରେ ସଦାପ୍ରଭୁଙ୍କ ଜ୍ୟୋତିରୁ ଉଜ୍ଜ୍ୱଳ ଆଲୋକ ମେଘଖଣ୍ଡ ଦେଇ ନିର୍ଗତ ହେଲା।
ତାହା ଆକାଶ ମଧ୍ୟରେ ବିଜୁଳିର ଆଲୋକ ପରି ଆଲୋକିତ ହୋଇ ଉଠିଲା।
13 ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ।
ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
14 ସଦାପ୍ରଭୁ ଆପଣା ବାଣ ପ୍ରୟୋଗ କଲେ ଓ ଶତ୍ରୁମାନଙ୍କୁ ବିନାଶ କଲେ।
ସେ ବିଜୁଳି ମାରି ସେମାନଙ୍କୁ ଉଚ୍ଛିନ୍ନ କଲେ।
ଲୋକେ ବୁଝି ପାରିଲେ ନାହିଁ କ’ଣ ସବୁ ଘଟୁଛି।
15 ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ
ଓ ପ୍ରବଳ ବେଗରେ ପବନ ବହିବାକୁ ଲାଗିଲା।
ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହୋଇ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା।
ଆମ୍ଭେ ପୃଥିବୀର ଆଭ୍ୟନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।
16 ସଦାପ୍ରଭୁ ଊର୍ଦ୍ଧ୍ୱରୁ ହସ୍ତ ବଢ଼ାଇ ମୋତେ ଉଦ୍ଧାର କଲେ।
ସେ ମୋତେ ସେହି ଗଭୀର ଜଳରୁ ହାତ ବଢ଼ାଇ ଟେକି ଆଣିଲେ।
17 ମୋର ଶତ୍ରୁମାନେ ମୋ'ଠାରୁ ଶକ୍ତିଶାଳୀ ଥିଲେ।
ସେମାନେ ମୋତେ ଘୃଣା କରୁଥିଲେ।
ମୋର ଶତ୍ରୁମାନେ ମୋ’ ଅପେକ୍ଷା ଅଧିକ ଶକ୍ତିଶାଳୀ ଥିଲେ।
ତେଣୁ ପରମେଶ୍ୱର ମୋତେ ରକ୍ଷା କଲେ।
18 ମୁଁ ବିପଦରେ ପଡ଼ିଥିଲି ମୋର ଶତ୍ରୁମାନେ ମୋତେ ଆକ୍ରମଣ କରୁଥିଲେ,
କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କରିବାକୁ ସେଠାରେ ଉପସ୍ଥିତ ହେଲେ।
19 ସଦାପ୍ରଭୁ ମୋତେ ଭଲ ପାଆନ୍ତି।
ତେଣୁ ସେ ମୋତେ ଉଦ୍ଧାର କଲେ, ସେ ମୋତେ ନିରାପଦ ସ୍ଥାନକୁ ନେଇଗଲେ।
20 ମୁଁ ନିରପରାଧ ତେଣୁ ସଦାପ୍ରଭୁ ମୋତେ ନିଶ୍ଚୟ ମୋର ପୁରସ୍କାର ଦେବେ।
ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
21 କାରଣ ମୁଁ ସଦାପ୍ରଭୁଙ୍କ ଆଦେଶକୁ ପାଳନ କରେ।
ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ କୌଣସି ପାପ କରି ନାହିଁ।
22 ମୁଁ ସବୁବେଳେ ସଦାପ୍ରଭୁଙ୍କ ନିଷ୍ପତ୍ତିକୁ ମାନି ଆସିଛି।
ମୁଁ ତାଙ୍କ ବ୍ୟବସ୍ଥାଗୁଡ଼ିକୁ ପାଳନ କରେ।
23 ମୁଁ ତାଙ୍କ ଉଦ୍ଦେଶ୍ୟରେ ପବିତ୍ର ତଥା ସତ୍ ଚରିତ୍ର ଥିଲି।
ମୁଁ ନିଜକୁ ଅପରାଧ କରିବାକୁ ନିବୃତ୍ତ କଲି।
24 ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ।
ମୁଁ କିଛି ଭୁଲ୍ କରି ନାହିଁ, ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
25 ହେ ସଦାପ୍ରଭୁ, ଯଦି କେହି ତୁମ୍ଭକୁ ପ୍ରକୃତରେ ଭଲ ପାଏ, ତୁମ୍ଭେ ନିଶ୍ଚୟ ତାକୁ ଭଲ ପାଇବ।
ଯଦି ଜଣେ ବ୍ୟକ୍ତି ତୁମ୍ଭ ପ୍ରତି ନିର୍ମଳ ଅନୁରକ୍ତି ପ୍ରକାଶ କରେ, ତୁମ୍ଭେ ମଧ୍ୟ ତାକୁ ସେହିପରି ପ୍ରତିଦାନ ଦେଇଥାଅ।
26 ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର, ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ।
କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦେଖାଇବ।
27 ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କର।
କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।
28 ହେ ସଦାପ୍ରଭୁ, ତୁମ୍ଭେ ମୋର ଦୀପକୁ ଆଲୋକିତ କର।
ମୋ’ ଚତୁର୍ଦ୍ଦିଗରେ ଥିବା ଅନ୍ଧକାରକୁ ଦୂର କର।
29 ହେ ସଦାପ୍ରଭୁ, ତୁମ୍ଭର ସାହାଯ୍ୟରେ ମୁଁ ସୈନ୍ୟମାନଙ୍କ ସହିତ ଲଢ଼ିପାରେ।
ପରମେଶ୍ୱରଙ୍କ ସାହାଯ୍ୟରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିଯାଇପାରେ।
30 ପରମେଶ୍ୱରଙ୍କ ଶକ୍ତି ଅତୁଳନୀୟ।
ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ,
ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
31 ସଦାପ୍ରଭୁଙ୍କ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।
ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟତୀତ ଅନ୍ୟ ଶୈଳ ନାହିଁ।
32 ପରମେଶ୍ୱର ଆମ୍ଭକୁ ବଳ ପ୍ରଦାନ କରନ୍ତି।
ସେ ମୋତେ ଶୁଦ୍ଧ ଜୀବନଯାପନ କରିବା ପାଇଁ ସାହାଯ୍ୟ କରନ୍ତି।
33 ପରମେଶ୍ୱର ମୋତେ ହରିଣଠାରୁ ଅଧିକ ବେଗରେ ଦୌଡ଼ିବାକୁ ସାହାଯ୍ୟ କରନ୍ତି।
ସେ ମୋତେ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
34 ପରମେଶ୍ୱର ମୋତେ ଯୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି।
ସେଥିପାଇଁ ମୋର ବାହୁଗୁଡ଼ିକ ଶକ୍ତ ଧନୁକୁ ବଙ୍କେଇବା ପାଇଁ ଯଥେଷ୍ଟ ବଳିଷ୍ଠ।
35 ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କରିଛ ଓ ଜୟଲାଭ କରିବାକୁ ସାହାଯ୍ୟ କରିଛ।
ତୁମ୍ଭେ ମୋତେ ତୁମ୍ଭର ଦକ୍ଷିଣ ବାହୁ ଦ୍ୱାରା ସାହାଯ୍ୟ କରିଛ।
ତୁମ୍ଭେ ମୋତେ ମୋର ଶତ୍ରୁକୁ ପରାଜିତ କରିବାରେ ସାହାଯ୍ୟ କରିଛ।
36 ମୋର ଗୋଡ଼ ଓ ଆଣ୍ଠୁକୁ ଅଧିକ ଶକ୍ତିଶାଳୀ କର,
ଯାହା ଫଳରେ ମୁଁ ଦୁର୍ବଳ ହେବି ନାହିଁ ଏବଂ ପଡ଼ିବି ନାହିଁ।
37 ତା'ପରେ ମୁଁ ମୋର ଶତ୍ରୁ ପଛରେ ଗୋଡ଼ାଇ ପାରିବି ଓ ସେମାନଙ୍କୁ ଧରି ପାରିବି।
ମୁଁ ସେମାନଙ୍କୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ଫେରି ଆସିବି ନାହିଁ।
38 ମୁଁ ମୋର ଶତ୍ରୁମାନଙ୍କୁ ପରାଜିତ କରିବି।
ସେମାନେ ଆଉ ପୁନର୍ବାର ଉଠିପାରିବେ ନାହିଁ।
ମୋର ଶତ୍ରୁମାନେ ମୋର ପାଦ ତଳେ ପାତିତ ହେବେ।
39 ହେ ପରମେଶ୍ୱର, ତୁମ୍ଭେ ମୋତେ ଯୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଛ।
ତୁମ୍ଭେ ମୋର ଶତ୍ରୁମାନଙ୍କୁ ମୋ’ ନିକଟରେ ପକାଇ ଦେଇଛ।
40 ତୁମ୍ଭେ ମୋତେ ସୁଯୋଗ ଦେଇଛ, ମୋର ଶତ୍ରୁମାନଙ୍କୁ ଧରିବା ପାଇଁ
ଓ ମୁଁ ମୋର ଶତ୍ରୁମାନଙ୍କୁ ଧ୍ୱଂସ କରିଅଛି।
41 ମୋର ଶତ୍ରୁମାନେ ସାହାଯ୍ୟ ପାଇଁ ଚିତ୍କାର କଲେ,
କିନ୍ତୁ କେହି ସେମାନଙ୍କୁ ରକ୍ଷା କରିବାକୁ ଆଗେଇ ଆସି ନ ଥିଲେ।
ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଡାକିଲେ
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
42 ମୁଁ ମୋର ଶତ୍ରୁମାନଙ୍କୁ ପରାସ୍ତ କରିଛି।
ସେମାନେ ଧୂଳି ସଦୃଶ ପବନରେ ଉଡ଼ିଯାଇଛନ୍ତି।
ମୁଁ ସେମାନଙ୍କୁ ଛୋଟ ଛୋଟ ଖଣ୍ଡ କରି ପେଶି ଦେଇଛି।
43 ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଛନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
ମୋତେ ସେହିସବୁ ରାଜ୍ୟର ନେତା କର।
ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସେମାନେ ମୋର ସେବା କରିବେ।
44 ସେହି ଲୋକମାନେ ମୋ’ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମୋତେ ମାନିବେ।
ସେହି ବିଦେଶୀମାନେ ମୋତେ ଦେଖି ଭୟଭୀତ ହେବେ।
45 ସେମାନେ ଭୟରେ ଦୁର୍ବଳ ହୋଇଯିବେ।
ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ।
46 ସଦାପ୍ରଭୁ ଜୀବନ୍ତ ଅଟନ୍ତି।
ମୁଁ ସେହି ଶୈଳକୁ ପ୍ରଶଂସା କରେ।
ପରମେଶ୍ୱର ମୋତେ ରକ୍ଷା କରନ୍ତି।
ସେ ମହାନ ଅଟନ୍ତି।
47 ପରମେଶ୍ୱର ମୋ’ ପାଇଁ ମୋର ଶତ୍ରୁମାନଙ୍କୁ ଦଣ୍ଡ ଦିଅନ୍ତି।
ସେ ଲୋକମାନଙ୍କୁ ମୋର ନିୟନ୍ତ୍ରଣରେ ରଖନ୍ତି।
48 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ।
ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମୋତେ ସାହାଯ୍ୟ କରିଛ।
ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମୋତେ ବଞ୍ଚାଇଛ।
49 ହେ ସଦାପ୍ରଭୁ, ସେଥିପାଇଁ ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରେ।
ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ବୋଲେ।
50 ସଦାପ୍ରଭୁ ତାଙ୍କର ରାଜାଙ୍କୁ ଅନେକ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି।
ସେ ତାଙ୍କର ମନୋନୀତ ରାଜାଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି।
ସେଥିପାଇଁ ସେ ଦାଉଦ ଓ ତାଙ୍କର ବଂଶଧରମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳ ପାଇଁ ଦେଖାଇଛନ୍ତି।
ଯିରିମିୟଙ୍କୁ ଏକ କୂପରେ ପକାଯାଏ
38 ଯିରିମିୟଙ୍କ ପ୍ରଗ୍ଭରିତ ବାକ୍ୟ ମତ୍ତନର ପୁତ୍ର ଶଫଟିୟ, ପଶହୂର ପୁତ୍ର ଗଦଲିୟ, ଶେଲିମିୟର ପୁତ୍ର ଯିହଖଲ ଓ ମଲ୍କିୟର ପୁତ୍ର ପଶହୂର ଏବଂ ଅନ୍ୟ ସମସ୍ତ ଲେଖକ ଶୁଣିଲେ। 2 “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ଲୋକ ଏହି ନଗରରେ ରହିବ, ସେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ। ମାତ୍ର ଯେଉଁ ଲୋକ ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ ସେ ବଞ୍ଚିବ। ସେମାନେ ମୃତ୍ୟୁରୁ ବଞ୍ଚିବେ ଓ ରକ୍ଷା ପାଇବେ।’ 3 ଆଉ ମଧ୍ୟ ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ନଗର ନିଶ୍ଚୟ ବାବିଲ ରାଜାଙ୍କ ସୈନ୍ୟ ହସ୍ତରେ ସମର୍ପିତ ହେବ ଓ ସେମାନେ ତାହାକୁ ଅଧିକାର କରିବେ।”
4 ତେଣୁ ସେହି ଅଧିପତିଗଣ ରାଜାଙ୍କୁ କହିଲେ, “ଆମ୍ଭେମାନେ ଅନୁରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ୟୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଗ୍ଭହୁଁ ନାହିଁ, ବରଂ ସେମାନଙ୍କର ଅମଙ୍ଗଳ ଗ୍ଭହୁଁଛି।”
5 ତେଣୁ ରାଜା ସିଦିକିୟ ସେହି ଅଧିପତିମାନଙ୍କୁ କହିଲେ, “ଦେଖ, ଯିରିମିୟ ବର୍ତ୍ତମାନ ତୁମ୍ଭମାନଙ୍କ ଅଧୀନରେ ଅଛି। ତୁମ୍ଭେମାନେ ତା’ ବିରୁଦ୍ଧରେ ଯାହା କରିବ ମୁଁ ବାରଣ କରିବି ନାହିଁ।”
6 ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମଲ୍କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।
7 କିନ୍ତୁ ଯିରିମିୟ ଖଣାରେ ପତିତ ହୋଇଥିବା କଥା ରାଜଗୃହସ୍ଥିତ ଏବଦ୍ମେଲକ ନାମକ ଜଣେ ନପୁଂସକ ଲୋକ ଶୁଣିଲା। ସେହି ସମୟରେ ରାଜା ସିଦିକିୟ ବିନ୍ୟାମୀନ ଫାଟକରେ ବସିଥିଲେ। 8-9 ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାଙ୍କୁ କହିଲା, “ହେ ଆମ୍ଭର ମହାରାଜ! ଏହି ଲୋକମାନେ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି। ସେମାନେ ତାହାଙ୍କୁ କୂପରେ ପକାଇ ଅଛନ୍ତି। ସେ ଯେଉଁଠାରେ ଅଛନ୍ତି ଦୁର୍ଭିକ୍ଷ ସକାଶୁ ସେଠାରେ ମଲାପରି ଅଛନ୍ତି। କାରଣ ନଗରରେ ଆଉ ରୋଟୀ ନାହିଁ।”
10 ତା'ପରେ ରାଜା ସିଦିକିୟ କୁଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ୍ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମିୟ ଭବିଷ୍ୟଦ୍ବକ୍ତା ମରିବା ପୂର୍ବରୁ ତାହାଙ୍କୁ କୂପରୁ ବାହାର କରି ଆଣ।”
11 ତହୁଁ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଗଲା ଓ ସେଠାରେ ଭଣ୍ଡାର ଘରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତୁ ଓ ଚିରାକନା ନେଲା। ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମିୟଙ୍କୁ ଦେଲା। 12 କୁଶୀୟ ଏବଦ୍-ମେଲକ ଯିରିମିୟଙ୍କୁ କହିଲା, “ତୁମ୍ଭେ ଏହି ଚିରାକନା ଓ ତ୍ୟକ୍ତ ବସ୍ତ୍ର ଆପଣା ବକ୍ଷ ମୂଳରେ ଦିଅ। ଆମ୍ଭେମାନେ ଯେତେବେଳେ ରଜ୍ଜୁରେ ତୁମ୍ଭକୁ ଉପରକୁ ଉଠାଇବୁ, ସେଥିରେ ତୁମ୍ଭକୁ କଷ୍ଟ ହେବ ନାହିଁ।” ତେଣୁ ଯିରିମିୟ ସେହିପରି କଲେ। 13 ସେହି ଲୋକମାନେ ରଜ୍ଜୁ ସାହାଯ୍ୟରେ ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ। ଆଉ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
ତୁମ୍ଭମାନଙ୍କ ସଭାଗୁଡ଼ିକ ମଣ୍ଡଳୀକୁ ସାହାଯ୍ୟ କରିବା ଉଚିତ୍
26 ତା'ହେଲେ, ଭାଇ ଓ ଭଉଣୀମାନେ, ତୁମ୍ଭେ କ’ଣ କରିବା ଉଚିତ୍? ତୁମ୍ଭେ ଯେତେବେଳେ ଏକାଠି ହେଉଛି, ତୁମ୍ଭମାନଙ୍କ ମଧ୍ୟରେ କେହି ଗୀତ ବା ଶିକ୍ଷା ବା ପରମେଶ୍ୱରଙ୍କ ନୂତନ ସତ୍ୟ, ଅନ୍ୟଭାଷା ବା ଭାଷାର ଅର୍ଥ କହିଥାଏ। ସମସ୍ତ ବିଷୟ ମଣ୍ଡଳୀର ନିଷ୍ଠା ନିମନ୍ତେ କରାଯାଉ। 27 ଯଦି କିଏ ଅନ୍ୟ ଭାଷାରେ କହୁଛି, ତା'ହେଲେ ମାତ୍ର ଦୁଇ ବା ତିନି ଜଣ ଲୋକ ଏପରି କହିବା ଉଚିତ୍ ଓ ଅନ୍ୟଜଣେ ସେମାନେ ଯାହାସବୁ କହେ ତା'ର ଅନୁବାଦ କରିବା ଉଚିତ୍। 28 କିନ୍ତୁ ଯଦି ଜଣେ ଅନୁବାଦକାରୀ ନାହାନ୍ତି, ତା'ହେଲେ ଯେଉଁମାନେ ଅନ୍ୟ ଭାଷାରେ କହିବା ପାଇଁ ଇଚ୍ଛା କରନ୍ତି, ସେମାନେ ମଣ୍ଡଳୀ ସଭାରେ ଚୁପ୍ ରହିବା ଉଚିତ୍। ସେ କେବଳ ନିରୋଳାରେ ପରମେଶ୍ୱରଙ୍କ ସହିତ କଥା କହିବା ଉଚିତ୍।
29 ଆହୁରି ମଧ୍ୟ କେବଳ ଦୁଇ ବା ତିନି ଜଣ, ଭାବବାଦୀ କହିବା ଉଚିତ୍। ଅନ୍ୟମାନେ ସେମାନେ ଯାହା କହୁଛନ୍ତି, ସେଗୁଡ଼ିକୁ ପରୀକ୍ଷା କରିବା ଉଚିତ୍। 30 ଯଦି ସେଠାରେ ବସିଥିବା ଜଣେ ଲୋକ ପରମେଶ୍ୱରଙ୍କଠାରୁ ଏକ ନୂତନ ସତ୍ୟ ପାଏ, ତା'ହେଲେ ପ୍ରଥମ ବକ୍ତା ଚୁପ୍ ହୋଇଯିବା ଉଚିତ୍। 31 ଏହିପରି ତୁମ୍ଭେମାନେ ସମସ୍ତେ ଜଣକପରେ ଜଣେ ଭାବବାଣୀ କହି ପାରିବ। ସେପରି ହେଲେ, ସମସ୍ତେ ଶିଖି ପାରିବେ ଓ ଉତ୍ସାହିତ ହୋଇ ପାରିବେ। 32 ଏପରିକି ଭାବବାଦୀମାନଙ୍କର ଆତ୍ମା ଭବିଷ୍ୟଦ୍ବକ୍ତାମାନଙ୍କ ନିୟନ୍ତ୍ରଣରେ ଥା’ନ୍ତି। 33 ପରମେଶ୍ୱର ବିଶୃଙ୍ଖଳାର ପରମେଶ୍ୱର ନୁହନ୍ତି, କିନ୍ତୁ ସେ ଶାନ୍ତିର ପରମେଶ୍ୱର ଅଟନ୍ତି।
37 ଯଦି ଜଣେ ଲୋକ ନିଜକୁ ଭାବବାଦୀ ବୋଲି ମନେ କରେ ବା ସେ ନିଜକୁ ଆଧ୍ୟାତ୍ମିକ ଦାନର ଅଧିକାରୀ ବୋଲି ଭାବେ, ତା'ହେଲେ ସେ ବୁଝି ପାରିବା ଉଚିତ୍ ଯେ, ମୁଁ ଯାହାକିଛି ତୁମ୍ଭମାନଙ୍କୁ ଲେଖୁଛି, ତାହା ପ୍ରଭୁଙ୍କର ଆଦେଶ ଅଟେ। 38 ଯଦି ସେ ଏହା ଜାଣେ ନାହିଁ, ତାହାହେଲେ ସେ ପରମେଶ୍ୱରଙ୍କ ଦ୍ୱାରା ଅଜଣା ଅଟେ।
39 ଅତଏବ, ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ଭବିଷ୍ୟଦ୍ବାଣୀ କହିବା ପାଇଁ ଏକାନ୍ତ ଚେଷ୍ଟା କର। କିନ୍ତୁ ବିଭିନ୍ନ ଭାଷାରେ କହିବାକୁ ଅନ୍ୟମାନଙ୍କୁ ବାଧା ଦିଅ ନାହିଁ। 40 ପ୍ରତ୍ୟେକ କାମ ଠିକ୍ ଭାବରେ ଓ କ୍ରମାନୁସାରେ କରିବା ଉଚିତ୍।
ଯୀଶୁଙ୍କ ଅନୁସରଣ ତୁମ୍ଭ ପାଇଁ ବିପଦ ଆଣିପାରେ
(ଲୂକ 12:51-53; 14:26-27)
34 “ତୁମ୍ଭେ ଭାବ ନାହିଁ ଯେ ମୁଁ ପୃଥିବୀରେ ଶାନ୍ତି ଆଣିବା ପାଇଁ ଆସିଛି। କିନ୍ତୁ ଖଡ଼୍ଗ ଆଣିବା ପାଇଁ ଆସିଛି। 35 ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି:
‘ପୁଅ ତା’ ବାପା ବିରୁଦ୍ଧରେ,
ଝିଅ ତା’ ମା ବିରୁଦ୍ଧରେ
ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ।
36 ନିଜ ଘରର ଲୋକେ ହିଁ ନିଜ ଲୋକଙ୍କ ଶତ୍ରୁ ହେବେ।’(A)
37 “ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। 38 ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ। 39 ଯେଉଁ ଲୋକ ମୋ’ ଅପେକ୍ଷା ତା’ ନିଜ ଜୀବନକୁ ଅଧିକ ଭଲ ପାଏ ସେ ବାସ୍ତବଜୀବନ ହରାଇବସିବ। କିନ୍ତୁ ଯେଉଁ ଲୋକ ମୋ’ ସକାଶେ ଜୀବନ ହରାଏ, ସେ ବାସ୍ତବଜୀବନ ପାଇ ପାରିବ।
ତୁମ୍ଭକୁ ଗ୍ରହଣ କରିଥିବା ଲୋକମାନଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ
(ମାର୍କ 9:41)
40 “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ। 41 ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ। 42 “ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା'ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା'ର ପୁରସ୍କାର ପାଇବ।”
2010 by World Bible Translation Center